Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 145:10-18

10 ସଦାପ୍ରଭୁ, ତୁମ୍ଭେ ଯାହା କରିଅଛ, ସେଗୁଡ଼ିକ ସମସ୍ତେ ତୁମ୍ଭର ପ୍ରଶଂସା କରନ୍ତୁ।
    ତୁମ୍ଭର ବିଶ୍ୱସ୍ତ ଅନୁସରଣକାରୀମାନେ ତୁମ୍ଭର ଧନ୍ୟବାଦ କରନ୍ତୁ।
11 ସେମାନେ ତୁମ୍ଭ ରାଜ୍ୟର ଗୌରବ ବ୍ୟକ୍ତ କରନ୍ତୁ
    ଓ ତୁମ୍ଭ ପରାକ୍ରମ ବିଷୟରେ କୁହନ୍ତୁ।
12 ତେଣୁ ଅନ୍ୟ ଲୋକମାନେ ତୁମ୍ଭର ମହାନ କାର୍ଯ୍ୟ ବିଷୟରେ ଜାଣିବେ
    ଏବଂ ତୁମ୍ଭର ଶାସନ କେତେ ଆଶ୍ଚର୍ଯ୍ୟଜନକ ଓ ମହାନ।
13 ହେ ସଦାପ୍ରଭୁ, ତୁମ୍ଭର ଶାସନ ଅନନ୍ତକାଳସ୍ଥାୟୀ ରହିବ।
    ତୁମ୍ଭେ ଅନନ୍ତକାଳ ରାଜତ୍ୱ କରିବ।

ସଦାପ୍ରଭୁଙ୍କ ଉପରେ ବିଶ୍ୱାସ କରାଯାଇ ପାରିବ, ଯାହା ସେ କୁହନ୍ତି।
    ସେ କରୁଥିବା ସମସ୍ତ କର୍ମ ଉପରେ ବିଶ୍ୱସ୍ତ।[a]
14 ସଦାପ୍ରଭୁ ସମସ୍ତ ପଡ଼ିବା ଲୋକଙ୍କୁ ଧରି ରଖନ୍ତି।
    ଏବଂ ନଇଁ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି।
15 ହେ ସଦାପ୍ରଭୁ, ସମସ୍ତ ସଜୀବ ପ୍ରାଣୀ ଖାଦ୍ୟ ପାଇଁ ତୁମ୍ଭକୁ ଅନାଇଥା’ନ୍ତି।
    କାରଣ ଉପଯୁକ୍ତ ସମୟରେ ତୁମ୍ଭେ ଆହାର ଯୋଗାଇ ଥାଅ।
16 ହେ ସଦାପ୍ରଭୁ, ତୁମ୍ଭେ ଆପଣା ହସ୍ତ ମେଲାଇ
    ପ୍ରତ୍ୟେକ ପ୍ରାଣୀର କାମନା ପୂର୍ଣ୍ଣ କରୁଛ।
17 ସଦାପ୍ରଭୁ ଯାହାକିଛି କରନ୍ତି ତାହା ଉତ୍ତମ
    ଓ ତାଙ୍କର ନିଜର ସମସ୍ତ କାର୍ଯ୍ୟ ବିଶ୍ୱସ୍ତତାକୁ ପ୍ରଦର୍ଶନ କରେ।
18 ସଦାପ୍ରଭୁ ସମସ୍ତ ପ୍ରାର୍ଥନାକାରୀଙ୍କର ନିକଟବର୍ତ୍ତୀ ଅଟନ୍ତି,
    ଯେଉଁମାନେ ତାଙ୍କୁ ସାହାଯ୍ୟ ପାଇଁ ଡାକନ୍ତି।

ରାଜାବଳୀର ଦ୍ୱିତୀୟ ପୁସ୍ତକ 3:4-20

ମୋୟାବ ଇସ୍ରାଏଲର ବିରୁଦ୍ଧାଚରଣ କରନ୍ତି

ମୋୟାବର ରାଜା ମେଶା ମେଷାଧିକାରୀ ଥିଲେ। ସେ ଇସ୍ରାଏଲର ରାଜାଙ୍କୁ କରରୂପେ 100,000 ମେଷବତ୍ସର ଓ 100,000 ମେଷର ଲୋମ ପ୍ରତି ବର୍ଷ ଦେଉଥିଲେ। ମାତ୍ର ଆହାବଙ୍କ ମୃତ୍ୟୁପରେ ମୋୟାବର ରାଜା ଇସ୍ରାଏଲର ରାଜାଙ୍କ ବିରୁଦ୍ଧାଚରଣ କଲେ।

ସେତେବେଳେ ରାଜା ଯିହୋରାମ୍ ଶମରିୟାରୁ ଯାଇ ଇସ୍ରାଏଲର ସମସ୍ତ ଲୋକଙ୍କୁ ଏକତ୍ର କଲେ। ତତ୍ପରେ ଯିହୋରାମ୍ ଯିହୁଦାର ରାଜା ଯିହୋଶାଫ‌ଟଙ୍କ ନିକଟକୁ ଦୂତ ପଠାଇ କହିଲେ, “ମୋୟାବର ରାଜା ମୋ’ ବିରୁଦ୍ଧରେ ଦ୍ରୋହାଚରଣ କରିଛି, ତୁମ୍ଭେ ମୋ’ ସହିତ ଯୁଦ୍ଧ କରିବାକୁ ମୋୟାବ ବିରୁଦ୍ଧରେ ଯିବ କି?”

ଯିହୋଶାଫଟ୍ କହିଲେ, “ହଁ, ମୁଁ ତୁମ୍ଭ ସହିତ ଯୋଗ ଦେବି। ଆମ୍ଭେ ଏକ ବୃହତ ସେନା ସ୍ୱରୂପେ ଏକତ୍ରିତ ଯୋଗଦେବା। ମୋର ଲୋକ ତୁମ୍ଭ ଲୋକପରି ଓ ମୋର ଅଶ୍ୱ ତୁମ୍ଭର ଅଶ୍ୱପରି।”

ତିନି ରାଜା ଇଲୀଶାୟଙ୍କ ପରାମର୍ଶ ଗ୍ଭହିଁଲେ

ଯିହୋରାମଙ୍କୁ ଯିହୋଶାଫଟ୍ ପଗ୍ଭରିଲେ, “ଆମ୍ଭେମାନେ କେଉଁ ପଥରେ ଯିବା?”

ଯିହୋରାମ୍ ଉତ୍ତର ଦେଲେ, “ଆମ୍ଭେମାନେ ଇଦୋମର ମରୁଭୂମି ପ୍ରାନ୍ତର ଦେଇ ଯିବା।”

ତହୁଁ ଇସ୍ରାଏଲର ରାଜା, ଯିହୁଦାର ରାଜା ଓ ଇଦୋମର ରାଜା ଏକତ୍ର ସାତ ଦିନ ଧରି ଯାତ୍ରା କଲେ। ସେମାନଙ୍କର ସୈନ୍ୟମାନଙ୍କ ପାଇଁ ଓ ପଶୁମାନଙ୍କ ପାଇଁ କୌଣସି ଜଳ ନ ଥିଲା। 10 ଶେଷରେ ଇସ୍ରାଏଲର ରାଜା ଯିହୋରାମ୍ କହିଲେ, “ହାୟ, ସଦାପ୍ରଭୁ ମୋୟାବ ହସ୍ତରେ ସମର୍ପଣ କରିବାକୁ ଆମ୍ଭ ତିନି ଜଣଙ୍କୁ ଏକତ୍ର ଡାକିଛନ୍ତି।”

11 ମାତ୍ର ଯିହୋଶାଫଟ୍ କହିଲେ, “ସଦାପ୍ରଭୁଙ୍କର ଏପରି କେହି ଭବିଷ୍ୟ‌ଦ୍‌ବକ୍ତା କ’ଣ ଏଠାରେ ନାହାନ୍ତି, ଯାହାଙ୍କ ଦେଇ ଆମ୍ଭେ ସଦାପ୍ରଭୁଙ୍କର ଅନୁସନ୍ଧାନ କରିପାରୁ?”

ଇସ୍ରାଏଲ ରାଜାଙ୍କର ଦାସମାନଙ୍କ ମଧ୍ୟରୁ ଜଣେ କହିଲେ, “ଶାଫଟର ପୁତ୍ର ଇଲୀଶାୟ ଯେ ଏଲିୟ ହସ୍ତରେ ଜଳ ଢାଳୁଥିଲେ, ସେ ଏଠାରେ ଅଛନ୍ତି।”

12 ତହୁଁ ଯିହୋଶାଫଟ୍ କହିଲେ, “ସଦାପ୍ରଭୁଙ୍କ ବାକ୍ୟ ତାଙ୍କ ପାଖରେ ଅଛି।”

ତେଣୁ ଇସ୍ରାଏଲର ରାଜା, ଯିହୋଶାଫଟ୍ ଓ ଇଦୋମର ରାଜା ଇଲୀଶାୟଙ୍କୁ ଭେଟ କରିବାକୁ ଗଲେ।

13 ଏଥିରେ ଇଲୀଶାୟ ଇସ୍ରାଏଲର ରାଜା ଯିହୋରା‌‌ମଙ୍କୁ କହିଲେ, “ମୋ’ ପାଖରେ ତୁମ୍ଭର କି କାମ ଅଛି? ତୁମ୍ଭେ ତୁମ୍ଭର ପିତାମାତାଙ୍କର ଭବିଷ୍ୟ‌ଦ୍‌ବକ୍ତାଙ୍କ ନିକଟକୁ ଯାଅ।”

ଇସ୍ରାଏଲର ରାଜା ଉତ୍ତର ଦେଲେ, “ନାଁ ଆମ୍ଭେ ତୁମ୍ଭଙ୍କୁ ଦେଖିବାକୁ ଆସିଲୁ, କାରଣ ମୋୟାବ ହସ୍ତରେ ସମର୍ପଣ କରିବା ପାଇଁ ସଦାପ୍ରଭୁ ଏ ତିନି ରାଜାଙ୍କୁ ଏକତ୍ର ଡାକି ଅଛନ୍ତି।”

14 ପୁଣି ଇଲୀଶାୟ କହିଲେ, “ମୁଁ ଯିହୁଦାର ରାଜା ଯିହୋଶାଫ‌ଟଙ୍କୁ ସମ୍ମାନ କରେ ଓ ମୁଁ, ସଦାପ୍ରଭୁ ସର୍ବଶକ୍ତିମୟଙ୍କର ସେବା କରେ। ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ପ୍ରତିଜ୍ଞା କରୁଛି, କେବଳ ଯିହୋଶାଫ‌ଟଙ୍କ ସକାଶେ ମୁଁ ଏଠାକୁ ଆସିଲି। ଯଦି ଯିହୋଶାଫଟ୍ ଏଠି ନ ଥା’ନ୍ତେ ମୁଁ ତୁମ୍ଭକୁ ସମ୍ପୂର୍ଣ୍ଣ ଅବଜ୍ଞା କରିଥା’ନ୍ତି। ମୁଁ ତୁମ୍ଭ ଆଡ଼େ ସମ୍ପୂର୍ଣ୍ଣ ଦୃଷ୍ଟି ପକାଇ ନ ଥା’ନ୍ତି। 15 ତଥାପି ଜଣେ ବୀଣାବାଦକକୁ ଆଣ।”

ଯେତେବେଳେ ସେହି ବାଦକ ଆସି ବୀଣା ବାଦନ କଲା ସଦାପ୍ରଭୁଙ୍କ ହସ୍ତ ଇଲୀଶାୟଙ୍କ ଉପରେ ଅବସ୍ଥାନ କଲା। 16 ତା'ପରେ ଇଲୀଶାୟ କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ଏହି ଉପତ୍ୟକାରେ ଗାତମାନ ଖୋଳ।’ 17 ସଦାପ୍ରଭୁ ଏହା ମଧ୍ୟ କହନ୍ତି, ‘ତୁମ୍ଭେମାନେ ବାୟୁ ଦେଖିବ ନାହିଁ କି ବୃଷ୍ଟି ଦେଖିବ ନାହିଁ, ମାତ୍ର ଉପତ୍ୟକାଟି ଜଳରେ ପରିପୂର୍ଣ୍ଣ ହେବ। ତେବେ ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସମସ୍ତ ଗୋମେଷାଦି ପଶୁମାନେ ଜଳପାନ କରିବେ।’ 18 ଏହି କାର୍ଯ୍ୟ ସଦାପ୍ରଭୁଙ୍କ ପାଇଁ କରିବା ଅତି ସହଜ। ସେ ମଧ୍ୟ ମୋୟାବୀୟମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ପରାସ୍ତ କରାଇବେ। 19 ତୁମ୍ଭେମାନେ ପ୍ରତ୍ୟେକ ପ୍ରାଚୀର ବେଷ୍ଟିତ ସୁଦୃଢ଼ ଓ ଉତ୍ତମ ନଗରଗୁଡ଼ିକୁ ଧ୍ୱଂସ କରିବ। ପ୍ରତ୍ୟେକ ଉତ୍ତମ ବୃକ୍ଷଗୁଡ଼ିକୁ କାଟି ପକାଇବ। ନିର୍ଝରଗୁଡ଼ିକର ଜଳକୁ ଅଟକାଇ ଓ ପ୍ରତ୍ୟେକ ଉତ୍ତମ ଭୂମି ଖଣ୍ତକୁ ପଥର ଫୋପାଡ଼ି ବିନାଶ କରିବ।”

20 ଏହା ପରେ ପ୍ରାତଃକାଳୀନ ବଳିଦାନ ଉତ୍ସର୍ଗ କରିବା ସମୟରେ ଇଦୋମର ପଥ ଦେଇ ଜଳ ଆସିଲା ଏବଂ ଉପତ୍ୟକାକୁ ଜଳପୂର୍ଣ୍ଣ କଲା।

କଲସୀୟଙ୍କ ପ୍ରତି ପତ୍ର 3:12-17

ଅନ୍ୟ ଲୋକଙ୍କ ସହିତ ତୁମ୍ଭର ନୂତନ ଜୀବନ

12 ପରମେଶ୍ୱର ତୁମ୍ଭମାନଙ୍କୁ ବାଛିଛନ୍ତି ଓ ନିଜର ପବିତ୍ର ଲୋକ ବୋଲି ଗ୍ରହଣ କରିଛନ୍ତି। ସେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି। ଅତଏବ ତୁମ୍ଭେମାନେ ସର୍ବଦା ନିମ୍ନୋକ୍ତ କାର୍ଯ୍ୟମାନ କର: ଲୋକଙ୍କୁ ଦୟା କର, କରୁଣାମୟ ହୁଅ, ନମ୍ର ହୁଅ, ଭଦ୍ର ହୁଅ, ଧୈର୍ଯ୍ୟବାନ ହୁଅ। 13 ପରସ୍ପର ପ୍ରତି କ୍ରୋଧ କର ନାହିଁ, ବରଂ ପରସ୍ପରକୁ କ୍ଷମା ଦିଅ। ଯଦି ଜଣେ ତୁମ୍ଭ ପ୍ରତି ଭୁଲ୍ କାମ କରେ, ତାକୁ କ୍ଷମା ଦିଅ। ପ୍ରଭୁ ତୁମ୍ଭକୁ କ୍ଷମା କରିଛନ୍ତି, ସେଥିପାଇଁ ତୁମ୍ଭେମାନେ ମଧ୍ୟ ଅନ୍ୟ ଲୋକମାନଙ୍କୁ କ୍ଷମା ଦିଅ। 14 ଏହିସବୁ କର, କିନ୍ତୁ ସବୁଠାରୁ ମୁଖ୍ୟ ବିଷୟ ହେଲା, ପରସ୍ପରକୁ ପ୍ରେମ କରିବା। ପ୍ରେମ ତୁମ୍ଭମାନଙ୍କୁ ଏକତାରେ ଏକାଠି ବାନ୍ଧି ରଖେ। 15 ଖ୍ରୀଷ୍ଟଙ୍କ ଦ୍ୱାରା ପ୍ରଦତ୍ତ ଶାନ୍ତି, ତୁମ୍ଭ ବିଗ୍ଭରକୁ ସଂଯମ କରିବ। ତୁମ୍ଭେମାନେ ଶାନ୍ତି ପାଇବା ପାଇଁ ଗୋଟିଏ ଶରୀରରେ ଡକା ହୋଇଛ। ସବୁବେଳେ ଧନ୍ୟବାଦୀ ରୁହ।

16 ଖ୍ରୀଷ୍ଟଙ୍କ ଶିକ୍ଷା ତୁମ୍ଭଠାରେ ପ୍ରଚୁର ଭାବରେ ରହିଥାଉ। ପରସ୍ପରକୁ ଶିକ୍ଷା ଦେବା ଓ ଶକ୍ତିଶାଳୀ କରିବା ପାଇଁ ସମସ୍ତ ଜ୍ଞାନର ବ୍ୟବହାର କର। ନିଜ ହୃଦୟରେ ପରମେଶ୍ୱରଙ୍କ ପାଇଁ କୃତଜ୍ଞତାର ସଂଗୀତ, ଭଜନ, ଆଧ୍ୟାତ୍ମିକ ଗୀତମାନ ଗାଅ। 17 ତୁମ୍ଭେମାନେ ଯାହା କହୁଛ, ଯାହାକିଛି ବା କରୁଛ, ସେ ସବୁ ତୁମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କ ପାଇଁ କର ଏବଂ ଏହି ସମସ୍ତ କାର୍ଯ୍ୟ ମଧ୍ୟରେ ପରମପିତା ପରମେଶ୍ୱରଙ୍କୁ ଯୀଶୁଙ୍କ ମାଧ୍ୟମରେ ଧନ୍ୟବାଦ ଜଣାଅ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center