Revised Common Lectionary (Complementary)
ଇଲୀଶାୟ ଭବିଷ୍ୟଦ୍ବକ୍ତାଗଣଙ୍କୁ ଖୁଆଇଲେ
42 ଅନନ୍ତର ଜଣେ ଲୋକ ବାଲ୍-ଶାଲିଶାରୁ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ପ୍ରଥମ ଫଳରେ ରୋଟୀ ଅର୍ଥାତ୍ କୋଡ଼ିଏ ଯବ ରୋଟୀ ଓ ନୂତନ ଶସ୍ୟର ଶୀଷା ଆପଣା ଝୁଲିରେ ନେଇ ଆସିଲା। ତହିଁରେ ଇଲୀଶାୟ କହିଲେ, “ଲୋକମାନଙ୍କୁ ଦିଅ, ସେମାନେ ଭୋଜନ କରନ୍ତୁ।”
43 ତହୁଁ ଇଲୀଶାୟଙ୍କ ସେବକ କହିଲା, “ଏଠାରେ ତ 100 ଲୋକ ଅଛନ୍ତି। ଏତିକି ରୋଟୀ କିପରି ଏତେ ଲୋକଙ୍କୁ ଦେବି?”
ମାତ୍ର ଇଲୀଶାୟ କହିଲେ, “ଏହି ଖାଦ୍ୟ ସେମାନଙ୍କୁ ଦିଅ। କାରଣ ସଦାପ୍ରଭୁ କହନ୍ତି, ‘ସେମାନେ ଭୋଜନ କରିବେ, ତଥାପି ଖାଦ୍ୟ ବଳିବ।’”
44 ତା'ପରେ ଇଲୀଶାୟଙ୍କ ସେବକ ସେହି ଲୋକମାନଙ୍କ ସମ୍ମୁଖରେ ଖାଦ୍ୟ ରଖିଲେ। ସେମାନେ ସମସ୍ତେ ଖାଦ୍ୟ ଖାଇଲାପରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଉଚ୍ଛିଷ୍ଟ ରଖିଲେ।
10 ସଦାପ୍ରଭୁ, ତୁମ୍ଭେ ଯାହା କରିଅଛ, ସେଗୁଡ଼ିକ ସମସ୍ତେ ତୁମ୍ଭର ପ୍ରଶଂସା କରନ୍ତୁ।
ତୁମ୍ଭର ବିଶ୍ୱସ୍ତ ଅନୁସରଣକାରୀମାନେ ତୁମ୍ଭର ଧନ୍ୟବାଦ କରନ୍ତୁ।
11 ସେମାନେ ତୁମ୍ଭ ରାଜ୍ୟର ଗୌରବ ବ୍ୟକ୍ତ କରନ୍ତୁ
ଓ ତୁମ୍ଭ ପରାକ୍ରମ ବିଷୟରେ କୁହନ୍ତୁ।
12 ତେଣୁ ଅନ୍ୟ ଲୋକମାନେ ତୁମ୍ଭର ମହାନ କାର୍ଯ୍ୟ ବିଷୟରେ ଜାଣିବେ
ଏବଂ ତୁମ୍ଭର ଶାସନ କେତେ ଆଶ୍ଚର୍ଯ୍ୟଜନକ ଓ ମହାନ।
13 ହେ ସଦାପ୍ରଭୁ, ତୁମ୍ଭର ଶାସନ ଅନନ୍ତକାଳସ୍ଥାୟୀ ରହିବ।
ତୁମ୍ଭେ ଅନନ୍ତକାଳ ରାଜତ୍ୱ କରିବ।
ସଦାପ୍ରଭୁଙ୍କ ଉପରେ ବିଶ୍ୱାସ କରାଯାଇ ପାରିବ, ଯାହା ସେ କୁହନ୍ତି।
ସେ କରୁଥିବା ସମସ୍ତ କର୍ମ ଉପରେ ବିଶ୍ୱସ୍ତ।[a]
14 ସଦାପ୍ରଭୁ ସମସ୍ତ ପଡ଼ିବା ଲୋକଙ୍କୁ ଧରି ରଖନ୍ତି।
ଏବଂ ନଇଁ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି।
15 ହେ ସଦାପ୍ରଭୁ, ସମସ୍ତ ସଜୀବ ପ୍ରାଣୀ ଖାଦ୍ୟ ପାଇଁ ତୁମ୍ଭକୁ ଅନାଇଥା’ନ୍ତି।
କାରଣ ଉପଯୁକ୍ତ ସମୟରେ ତୁମ୍ଭେ ଆହାର ଯୋଗାଇ ଥାଅ।
16 ହେ ସଦାପ୍ରଭୁ, ତୁମ୍ଭେ ଆପଣା ହସ୍ତ ମେଲାଇ
ପ୍ରତ୍ୟେକ ପ୍ରାଣୀର କାମନା ପୂର୍ଣ୍ଣ କରୁଛ।
17 ସଦାପ୍ରଭୁ ଯାହାକିଛି କରନ୍ତି ତାହା ଉତ୍ତମ
ଓ ତାଙ୍କର ନିଜର ସମସ୍ତ କାର୍ଯ୍ୟ ବିଶ୍ୱସ୍ତତାକୁ ପ୍ରଦର୍ଶନ କରେ।
18 ସଦାପ୍ରଭୁ ସମସ୍ତ ପ୍ରାର୍ଥନାକାରୀଙ୍କର ନିକଟବର୍ତ୍ତୀ ଅଟନ୍ତି,
ଯେଉଁମାନେ ତାଙ୍କୁ ସାହାଯ୍ୟ ପାଇଁ ଡାକନ୍ତି।
ଯୀଶୁ ଖ୍ରୀଷ୍ଟଙ୍କ ପ୍ରେମ
14 ସେଥିପାଇଁ ପ୍ରାର୍ଥନାରେ ମୁଁ ପରମପିତାଙ୍କ ଆଗରେ ନତମସ୍ତକ ହୁଏ। 15 ପରମେଶ୍ୱର ସ୍ୱର୍ଗ ଓ ପୃଥିବୀର ସମସ୍ତ ପରିବାରକୁ ପ୍ରକୃତ ନାମ କରଣ କରନ୍ତି। 16 ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରେ, ଯେପରି ସେ ତାହାଙ୍କ ସମସ୍ତ ମହିମା ସହିତ ତୁମ୍ଭମାନଙ୍କୁ ଆତ୍ମିକଭାବେ ଶକ୍ତିଯୁକ୍ତ ହେବା ପାଇଁ ତାହାଙ୍କର ଶକ୍ତି ପ୍ରଦାନ କରିବେ। ସେ ପବିତ୍ରଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କୁ ସେହି ଶକ୍ତି ପ୍ରଦାନ କରିବେ। 17 ତୁମ୍ଭ ବିଶ୍ୱାସ ହେତୁ ତୁମ୍ଭ ହୃଦୟରେ ଖ୍ରୀଷ୍ଟ ବାସ କରନ୍ତି। ତୁମ୍ଭ ଜୀବନ ପ୍ରେମରେ ଶକ୍ତିଶାଳୀ ହେଉ ଏବଂ ପ୍ରେମରେ ଗଢ଼ି ଉଠୁ। 18 ଖ୍ରୀଷ୍ଟଙ୍କ ପ୍ରେମର ମହାନତାକୁ ହୃଦୟଙ୍ଗମ କରିବା ପାଇଁ ତୁମ୍ଭକୁ ଓ ପରମେଶ୍ୱରଙ୍କ ପବିତ୍ରୀକୃତ ଲୋକମାନଙ୍କୁ ବୁଝିବା ଶକ୍ତି ମିଳୁ। ଯେପରି ତୁମ୍ଭେ ଏହା ମଧ୍ୟ ବୁଝି ପାର ଯେ, ସେହି ପ୍ରେମ କେତେ ଓସାର, କେତେ ଲମ୍ବା, କେତେ ଉଚ୍ଚ ଓ କେତେ ଗଭୀର। 19 ଯୀଶୁ ଖ୍ରୀଷ୍ଟଙ୍କ ପ୍ରେମ ମନୁଷ୍ୟର ପ୍ରେମଠାରୁ ଅଧିକ ମହାନ୍। କିନ୍ତୁ ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରେ ଯେ, ତୁମ୍ଭେ ସେହି ପ୍ରେମ ବିଷୟରେ ଜାଣିବା ପାଇଁ ସକ୍ଷମ ହୁଅ, ତେବେ ଯାଇ ତୁମ୍ଭେ ପରମେଶ୍ୱରଙ୍କଠାରେ ପୂର୍ଣ୍ଣ ହୋଇ ଯିବ।
20 ଆମ୍ଭ ଭିତରେ ପରମେଶ୍ୱରଙ୍କ ଯେଉଁ ଶକ୍ତି କାର୍ଯ୍ୟ କରିଥାଏ, ତାହା ଆମ୍ଭର ମାଗିବା ବା ଭାବିବାଠାରୁ ଯଥେଷ୍ଟ ଅଧିକ ଏବଂ ପରମେଶ୍ୱର ତାହାଠାରୁ ଅଧିକ ଶକ୍ତିର କାର୍ଯ୍ୟ କରି ପାରନ୍ତି। 21 ମଣ୍ଡଳୀରେ ଓ ଖ୍ରୀଷ୍ଟଙ୍କ ଦ୍ୱାରା ସଦାସର୍ବଦା ତାହାଙ୍କର ମହିମା ହେଉ। ଆମେନ୍।
ଯୀଶୁ 5,000ରୁ ଅଧିକ ଲୋକଙ୍କୁ ଖୁଆଇଲେ
(ମାଥିଉ 14:13-21; ମାର୍କ 6:30-44; ଲୂକ 9:10-17)
6 ଏହା ପରେ ଯୀଶୁ ଗାଲିଲୀ ହ୍ରଦ (ଅର୍ଥାତ୍ ତିବିରିଆ ହ୍ରଦ) ପାର ହୋଇ ଆରପାରିକି ଗଲେ। 2 ତାହାଙ୍କ ପଛେ ପଛେ ବହୁତ ଲୋକ ଗଲେ। ସେମାନେ ତାହାଙ୍କୁ ଅନୁସରଣ କଲେ, କାରଣ ଯୀଶୁ କି ପ୍ରକାରେ ରୋଗୀମାନଙ୍କୁ ସୁସ୍ଥ କରି ଆପଣା ଶକ୍ତି ପ୍ରକାଶ କଲେ ତାହା ସେମାନେ ଦେଖିଥିଲେ। 3 ଯୀଶୁ ପାହାଡ଼ ଉପରକୁ ଚଢ଼ିଗଲେ। ସେଠାରେ ତାହାଙ୍କର ଶିଷ୍ୟମାନଙ୍କ ଗହଣରେ ବସିଲେ। 4 ଯିହୂଦୀମାନଙ୍କର ନିସ୍ତାରପର୍ବର ସମୟ ପାଖ ହୋଇଯାଇଥିଲା।
5 ଯୀଶୁ ଦେଖିଲେ ଲୋକମାନେ ବହୁ ସଂଖ୍ୟାରେ ତାହାଙ୍କ ପାଖକୁ ଆସୁଛନ୍ତି। ସେ ଫିଲିପ୍ପଙ୍କୁ କହିଲେ, “ଫିଲିପ୍ପ, ଏହି ଲୋକମାନଙ୍କୁ ଖୁଆଇବା ପାଇଁ ଆମ୍ଭେ କେଉଁଠାରୁ ଯଥେଷ୍ଟ ଖାଦ୍ୟ କିଣି ପାରିବା?” 6 ସେ ଏ କଥା ଫିଲିପ୍ପଙ୍କୁ ପରୀକ୍ଷା କରିବା ପାଇଁ ପଗ୍ଭରିଲେ, କାରଣ ସେ ତାହାଙ୍କ ନିଜ ଯୋଜନା ବିଷୟରେ ଜାଣିଥିଲେ।
7 ଫିଲିପ୍ପ ଉତ୍ତର ଦେଲେ, “ଏଠାରେ ଥିବା ପ୍ରତ୍ୟେକଙ୍କୁ ଖଣ୍ଡେ ଖଣ୍ଡେ ରୋଟୀ କିଣି ଦେବା ପାଇଁ ଆମ୍ଭ ସମସ୍ତଙ୍କୁ ମାସେ ପର୍ଯ୍ୟନ୍ତ କାମ କରି ଉପାର୍ଜନ କରିବାକୁ ପଡ଼ିବ।”
8 ସେଠାରେ ଆଉଜଣେ ଶିଷ୍ୟ, ଆନ୍ଦ୍ରିୟ ଉପସ୍ଥିତ ଥିଲେ, ସେ ଶିମୋନ ପିତରଙ୍କର ଭାଇ। ଆନ୍ଦ୍ରିୟ କହିଲେ, 9 “ଏଠାରେ ଜଣେ ବାଳକ ଅଛି। ତା'ପାଖରେ ପାଞ୍ଚୋଟି ରୋଟୀ ଓ ଦୁଇଟି ଛୋଟ ମାଛ ଅଛି। କିନ୍ତୁ ଏତେ ଲୋକଙ୍କ ପାଇଁ ତାହା ଯଥେଷ୍ଟ ହେବ ନାହିଁ।”
10 ଯୀଶୁ କହିଲେ, “ସମସ୍ତଙ୍କୁ ବସିବାକୁ କୁହ।” ସେଠାରେ ପ୍ରଚୁର ଘାସ ଥିଲା। ସେଠାରେ ପ୍ରାୟ ପାଞ୍ଚ ହଜାର ପୁରୁଷ ବସିଥିଲେ। 11 ଯୀଶୁ ରୋଟୀ ନେଇ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ ଓ ବସିଥିବା ଲୋକମାନଙ୍କୁ ତାହା ବାଣ୍ଟିଲେ। ସେ ମାଛକୁ ମଧ୍ୟ ସେହିପରି ବାଣ୍ଟିଲେ। ସେ ଲୋକମାନଙ୍କୁ ମନଇଚ୍ଛା ଖାଇବାକୁ ଦେଲେ।
12 ସବୁ ଲୋକମାନେ ଯଥେଷ୍ଟ ପରିମାଣରେ ଖାଇଲେ। ସେମାନେ ଖାଇ ସାରିବା ପରେ ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ବଳକା ମାଛ ଓ ରୋଟୀ ଏକାଠି କର, କିଛି ନଷ୍ଟ କର ନାହିଁ।” 13 ତେଣୁ ଶିଷ୍ୟମାନେ ବଳକା ଥିବା ଖାଦ୍ୟ ଏକାଠି କଲେ। ଲୋକମାନେ କେବଳ ମାତ୍ର ପାଞ୍ଚୋଟି ରୋଟୀରୁ ଖାଇବା ଆରମ୍ଭ କରିଥିଲେ କିନ୍ତୁ ଏବେ ଶିଷ୍ୟମାନେ ବଳକା ଖାଦ୍ୟକୁ ବାରଟି ଟୋକାଇରେ ଭର୍ତ୍ତି କଲେ।
14 ଲୋକମାନେ ଯୀଶୁଙ୍କର ଏହି ଆଶ୍ଚର୍ଯ୍ୟକାର୍ଯ୍ୟ ଦେଖି କହିଲେ, “ସେ ନିଶ୍ଚୟ ଜଣେ ଭବିଷ୍ୟଦ୍ବକ୍ତା, ଯିଏ କି ଏହି ଜଗତକୁ ଆସିଛନ୍ତି।”
15 ଯୀଶୁ ଜାଣିଥିଲେ ଯେ ଲୋକମାନେ ତାହାଙ୍କୁ ରାଜା କରିବା ପାଇଁ ଗ୍ଭହୁଁଥିଲେ। ଯେତେବେଳେ ତାହାଙ୍କୁ ଧରି ନେଇ ରାଜା କରିବାର ଯୋଜନା ଲୋକେ କଲେ, ସେତେବେଳେ ସେ ସେହି ସ୍ଥାନ ଛାଡ଼ି ଏକୁଟିଆ ପାହାଡ଼ ଉପରକୁ ଗ୍ଭଲିଗଲେ।
ଯୀଶୁ ପାଣିରେ ଗ୍ଭଲିଲେ
(ମାଥିଉ 14:22-27; ମାର୍କ 6:45-52)
16 ତାହାଙ୍କ ଶିଷ୍ୟମାନେ ସେହି ସନ୍ଧ୍ୟାରେ ଗାଲିଲୀ ହ୍ରଦକୁ ଗଲେ। 17 ଅନ୍ଧାର ହୋଇଯାଇଥିଲା, ତଥାପି ଯୀଶୁ ସେମାନଙ୍କ ପାଖକୁ ଫେରିଲେ ନାହିଁ। ତେଣୁ ସେମାନେ ଡଙ୍ଗାରେ ବସି ହ୍ରଦର ଆରପାରିରେ ଥିବା କଫର୍ନାହୂମ ଆଡ଼େ ଗଲେ। 18 ଖୁବ୍ ଜୋର୍ରେ ପବନ ବହୁଥିଲା। ହ୍ରଦରେ ବଡ଼ ବଡ଼ ଢେଉ ଉଠିଲା। 19 ସେମାନେ ଆହୁଲା ମାରି ପ୍ରାୟ ପାଞ୍ଚ କି ଛଅ କିଲୋମିଟର ପର୍ଯ୍ୟନ୍ତ ଗଲେ। ତା'ପରେ ସେମାନେ ଯୀଶୁଙ୍କୁ ଦେଖିଲେ। ସେ ପାଣି ଉପରେ ଗ୍ଭଲୁଥିଲେ। ସେ ଡଙ୍ଗା ଆଡ଼କୁ ଆସୁଥିଲେ। ଶିଷ୍ୟମାନେ ଡରିଗଲେ। 20 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ଭୟ କର ନାହିଁ। ଏହିତ ମୁଁ ନିଜେ।” 21 ଯୀଶୁ ଏ କଥା କହିବା ପରେ ଶିଷ୍ୟମାନେ ତାହାଙ୍କୁ ଡଙ୍ଗା ଭିତରକୁ ଆଣି ଖୁସୀ ହେଲେ। ତା'ପରେ ଡଙ୍ଗାଟି ଲକ୍ଷ୍ୟସ୍ଥଳରେ ଆସି ପହଞ୍ଚିଲା।
2010 by World Bible Translation Center