Revised Common Lectionary (Complementary)
111 ସଦାପ୍ରଭୁଙ୍କର ପ୍ରଶଂସା କର।
ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ
ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି।
2 ସଦାପ୍ରଭୁ ଆଶ୍ଚର୍ଯ୍ୟ କର୍ମମାନ କରନ୍ତି।
ଯେଉଁମାନେ ତାଙ୍କୁ ଗ୍ଭହାନ୍ତି ସେମାନେ ସମସ୍ତେ ଆଗ୍ରହରେ ଅପେକ୍ଷା କରନ୍ତି।
3 ପରମେଶ୍ୱର ବାସ୍ତବରେ ଗୌରବପୂର୍ଣ୍ଣ ଓ ଆଶ୍ଚର୍ଯ୍ୟଜନକ କାର୍ଯ୍ୟମାନ କରନ୍ତି
ଓ ତାଙ୍କର ଉତ୍ତମତା ଅନନ୍ତକାଳସ୍ଥାୟୀ।
4 ସେ ଆପଣାର ଆଶ୍ଚର୍ଯ୍ୟ କର୍ମମାନ ସବୁ ସ୍ମରଣ କରାଇଛନ୍ତି।
ସଦାପ୍ରଭୁ ହେଉଛନ୍ତି ଦୟାଳୁ ଓ କରୁଣାମୟ।
5 ଯେଉଁମାନେ ତାଙ୍କୁ ଭୟ କରନ୍ତି ଏବଂ ସମ୍ମାନ ଦିଅନ୍ତି ସେ ସେମାନଙ୍କୁ ଖାଦ୍ୟ ଦିଅନ୍ତି।
ସେ ସଦାକାଳ ଆପଣା ଚୁକ୍ତି ସ୍ମରଣ କରନ୍ତି।
6 ସେ ନିଜ ଲୋକମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ଅଧିକାର ଦେଇ
ତାଙ୍କର ଶକ୍ତିର ଆପଣା କର୍ମର ପ୍ରଭାବ ସେମାନଙ୍କୁ ଦେଖାଇଥିଲେ।
7 ତାହାଙ୍କ ଦ୍ୱାରା ହୋଇଥିବା ଆଜ୍ଞାସବୁ ସତ୍ୟ
ଓ ତାଙ୍କର ନିୟମସବୁ ବିଶ୍ୱାସ ଯୋଗ୍ୟ।
8 ପରମେଶ୍ୱରଙ୍କର ନିର୍ଦ୍ଦେଶ ଅନନ୍ତ କାଳସ୍ଥାୟୀ।
ତାଙ୍କର ଆଜ୍ଞା ବିଶ୍ୱସ୍ତତା ଓ ସରଳତାରେ ସାଧିତ କରାଯାଏ।
9 ପରମେଶ୍ୱର ତାଙ୍କର ଲୋକମାନଙ୍କୁ ରକ୍ଷା କଲେ।
ସେ ଗୋଟିଏ ଚୁକ୍ତି କଲେ ଏବଂ ଏହା ଅନନ୍ତକାଳସ୍ଥାୟୀ ହୋଇ ରହିଲା।
ତାଙ୍କର ନାମ ପବିତ୍ର ଏବଂ ଭୟଙ୍କର।
10 ଜ୍ଞାନ ପରମେଶ୍ୱରଙ୍କ ପ୍ରତି ଭୟ ଓ ସମ୍ମାନରୁ ଆରମ୍ଭ ହୁଏ।
ଯେଉଁମାନେ ତାଙ୍କର ଆଦେଶ ପାଳନ କରନ୍ତି, ସେମାନେ ଜ୍ଞାନୀ ଅଟନ୍ତି।
ତାହାଙ୍କ ପ୍ରଶଂସା ସଦାକାଳ ପାଇଁ ଗାନ କରାଯିବ।
ତିନି ପରିଦର୍ଶକ
18 ଏହା ପରେ, ପୁନର୍ବାର ସଦାପ୍ରଭୁ ଅବ୍ରହାମଙ୍କୁ ମମ୍ରିର ଅଲୋନବୃକ୍ଷ ନିକଟରେ ଦେଖାଦେଲେ। ମଧ୍ୟାହ୍ନ ସମୟରେ ଅବ୍ରହାମ ତାଙ୍କର ତମ୍ବୁର ଦ୍ୱାର ଦେଶରେ ବସିଥିଲେ। 2 ଅବ୍ରହାମ ଦେଖିଲେ ତିନି ଜଣ ଲୋକ ତାଙ୍କ ସମ୍ମୁଖରେ ଛିଡ଼ା ହୋଇଥିଲେ। ଅବ୍ରହାମ ଏହା ଦେଖିବାପରେ ସେମାନଙ୍କ ପାଖକୁ ଧାଇଁଗଲେ ଓ ଭୂମିଷ୍ଠ ହେଲେ। 3 ଅବ୍ରହାମ କହିଲେ, “ମହାଶୟଗଣ, ଯଦି ତୁମ୍ଭେମାନେ ମୋ’ ଉପରେ ସନ୍ତୁଷ୍ଟ, ଦୟାକରି ତୁମ୍ଭର ଦାସ ନିକଟରେ କିଛି କ୍ଷଣ ରୁହ। 4 ମୁଁ କିଛି ଜଳରେ ଆପଣମାନଙ୍କୁ ପଦଧୌତ କରିବି ଓ ଆପଣମାନେ ଏହି ବୃକ୍ଷମୂଳରେ ଟିକେ ବିଶ୍ରାମ କରନ୍ତୁ। 5 ମୁଁ ଆପଣମାନଙ୍କୁ ତୃପ୍ତ କରିବା ପାଇଁ କିଛି ଖାଦ୍ୟ ଦେବି। ତା'ପରେ ଆପଣମାନେ ଯାତ୍ରା କରିବେ।”
ସେହି ତିନି ଜଣ କହିଲେ, “ତାହା ଉତ୍ତମ, ଯାହା କହିଲ ତାହା କର।”
6 ଅବ୍ରହାମ ଶୀଘ୍ର ତମ୍ବୁ ଭିତରକୁ ପ୍ରବେଶ କରି ସାରାକୁ କହିଲେ, “ତିନି ସେର ଉତ୍ତମ ମଇଦା ନେଇ ଛାଣି ଶୀଘ୍ର ରୋଟୀ ପ୍ରସ୍ତୁତ କର।” 7 ଏହା ପରେ ଅବ୍ରହାମ ଗୁହାଳକୁ ଦୌଡ଼ିଲେ। ଅବ୍ରହାମ ତାଙ୍କର ଏକ ସୁନ୍ଦର ବାଛୁରି ଆଣିଲେ ଓ ତାଙ୍କର ଦାସକୁ ନିର୍ଦ୍ଦେଶ ଦେଲେ, ଶୀଘ୍ର ଏହାକୁ ଖାଦ୍ୟ ପ୍ରସ୍ତୁତ କର। 8 ଅବ୍ରହାମ କିଛି ରନ୍ଧା ମାଂସ, କିଛି ରୋଟୀ, ଦୁଗ୍ଧ କିଛି ଛେନା ଆଣି ସେହି ତିନି ଲୋକଙ୍କ ସମ୍ମୁଖରେ ରଖିଲେ। ଅବ୍ରହାମ ତାଙ୍କ ନିକଟରେ ଛିଡ଼ା ହୋଇ ଖାଇବାକୁ ନିବେଦନ କଲେ। ସେମାନେ ସେହି ବୃକ୍ଷମୂଳେ ତାହା ଭୋଜନ କଲେ।
9 ଏହା ପରେ ସେହି ଲୋକମାନେ ପଗ୍ଭରିଲେ, “ତୁମ୍ଭର ସ୍ତ୍ରୀ ସାରା କେଉଁଠାରେ?”
ଅବ୍ରହାମ ଉତ୍ତର ଦେଲେ, “ସେ ଏହି ତମ୍ବୁରେ ଅଛି।”
10 ତହୁଁ ସେ କହିଲେ, “ବସନ୍ତ ସମୟରେ ଆମ୍ଭେ ପୁନରାୟ ତୁମ୍ଭ ତମ୍ବୁକୁ ଆସିବୁ। ଏହି ସମୟରେ ତୁମ୍ଭ ସ୍ତ୍ରୀ ଏକ ପୁତ୍ର ସନ୍ତାନ ଜନ୍ମ ଦେବ।”
ସାରା ତମ୍ବୁରେ ରହି ଏହିକଥା ଶୁଣୁଥିଲେ। 11 ବର୍ତ୍ତମାନ ଅବ୍ରହାମ ଓ ସାରା ବହୁତ ବୃଦ୍ଧ ହେଲେ। ସାରାର ପିଲା ଜନ୍ମ କରିବା ବୟସ ଅତିକ୍ରମ ହୋଇଥିଲା। 12 ତେଣୁ ସାରା ଶୁଣିଥିବା କଥାକୁ ବିଶ୍ୱାସ କରି ପାରିଲେ ନାହିଁ। ସେ ନିଜକୁ ନିଜେ ହସିଲେ ଏବଂ କହିଲେ, “ମୁଁ ଏବଂ ମୋର ସ୍ୱାମୀ ବାର୍ଦ୍ଧକ୍ୟରେ ଉପନୀତ। ପିଲା ଜନ୍ମ କରିବା ପାଇଁ, ଆମ୍ଭେ ବହୁତ ବୁଢ଼ା ବୁଢ଼ି ହୋଇଯାଇଛୁ।”
13 ଏହା ପରେ ସଦାପ୍ରଭୁ ଅବ୍ରହାମଙ୍କୁ କହିଲେ, “ସାରା ହସି କହୁଛି ସେ ପିଲା ଜନ୍ମ କରିବା ପାଇଁ ବେଶି ବୁଢ଼ି ହୋଇଯାଇଛି। 14 ସଦାପ୍ରଭୁଙ୍କ ପାଇଁ କ’ଣ କିଛି କଷ୍ଟସାଧ୍ୟ? ନାଁ! ମୁଁ ନିଶ୍ଚିତ ଏହି ବସନ୍ତରେ ପୁନରାୟ ଏଠାକୁ ଆସିବି, ମୁଁ କହୁଛି ପୁନରାୟ ଆସିବି। ଏବଂ ତୁମ୍ଭର ସ୍ତ୍ରୀ ସାରା ଏକ ପୁତ୍ରସନ୍ତାନ ଜନ୍ମ ଦେବ।”
15 କିନ୍ତୁ ସାରା ଅସ୍ୱୀକାର କରି କହିଲେ, “ମୁଁ ହସି ନ ଥିଲି!” ସେହିପରି ଭୟରେ କହିଥିଲି।
କିନ୍ତୁ ସଦାପ୍ରଭୁ କହିଲେ, “ମୁଁ ଜାଣେ ଏହା ସତ୍ୟ ନୁହେଁ। ତୁମ୍ଭେ ହସିଥିଲ!”
ଫିଲିପ୍ପୀୟ ଖ୍ରୀଷ୍ଟିୟାନମାନଙ୍କୁ ପାଉଲଙ୍କ ଧନ୍ୟବାଦ
10 ତୁମ୍ଭେମାନେ ମୋ’ ବିଷୟରେ ଚିନ୍ତିତ ହୋଇଥିବାରୁ ମୁଁ ପ୍ରଭୁଙ୍କଠାରେ ଆନନ୍ଦିତ। ତୁମ୍ଭେମାନେ ମୋ’ ବିଷୟରେ ଚିନ୍ତା କରୁଥିଲ, କିନ୍ତୁ ତାହା ଦେଖାଇବା ପାଇଁ ସୁଯୋଗ ପାଇ ନ ଥିଲ। 11 ମୁଁ ଏପରି କହିବାର କାରଣ ନୁହେଁ ଯେ ମୁଁ କୌଣସି ବିଷୟ ଗ୍ଭହୁଁଛି। କାରଣ ମୋରବର୍ତ୍ତମାନ ଯାହା ଅଛି ଏବଂ ଯାହା ମୋ’ ପାଇଁ ଘଟୁଛି, ସେଥିରେ ସନ୍ତୁଷ୍ଟ ରହିବାକୁ ମୁଁ ଶିଖିଛି। 12 ଅଭାବରେ ମୁଁ ଚଳିବା ଜାଣିଛି। ପ୍ରଚୁରତାରେ କିପରି ରହିବାକୁ ହୁଏ, ତାହା ମଧ୍ୟ ମୁଁ ଜାଣେ। ପ୍ରତ୍ୟେକ ସମୟରେ ଓ ପ୍ରତ୍ୟେକ ଘଟଣାରେ ଆନନ୍ଦିତ ହେବାର ରହସ୍ୟ ମୁଁ ଜାଣେ। ଯେତେବେଳେ ମୋର ଖାଇବା ପାଇଁ ଯଥେଷ୍ଟ ଥାଏ କିଅବା ଯେତେବେଳେ ଯଥେଷ୍ଟ ନ ଥାଏ, ଯେତେବେଳେ ମୋର ପ୍ରଚୁର ଥାଏ ବା ଯେତେବେଳେ ମୋର ଅଭାବ ଥାଏ, ସେତେବେଳେ କିପରି ଆନନ୍ଦିତ ହୋଇପାରିବି, ତାହା ମୁଁ ଜାଣେ। 13 ଖ୍ରୀଷ୍ଟଙ୍କଠାରୁ ମୋତେ ଶକ୍ତି, ପ୍ରଦତ୍ତ ହୋଇଥିବାରୁ, ତାଙ୍କ ମାଧ୍ୟମରେ ମୁଁ ସବୁକିଛି କରିବାକୁ ସକ୍ଷମ।
14 କିନ୍ତୁ ମୋର ସାହାଯ୍ୟ ଦରକାର ଥିଲାବେଳେ, ତୁମ୍ଭେମାନେ ମୋତେ ସାହାଯ୍ୟ କରି ଭଲ କରିଛ। 15 ମୁଁ ଯେତେବେଳେ ସେଠାରେ ସୁସମାଗ୍ଭର ପ୍ରଗ୍ଭର ଆରମ୍ଭ କଲି, ସେତେବେଳେ ତୁମ୍ଭେ ଫିଲିପ୍ପୀବାସୀ, ତାହା ମନେ ରଖିଛ। ମୁଁ ଯେତେବେଳେ ମାକିଦନିଆ ଛାଡ଼ିଲି, ସେତେବେଳେ କେବଳ ତୁମ୍ଭର ମଣ୍ଡଳୀ ମୋତେ ସାହାଯ୍ୟ ଦେଇଥିଲା। 16 ଥେସଲନୀକୀ ନଗରରେ ଥିଲାବେଳେ ତୁମ୍ଭେମାନେ ଅନେକ ଥର ମୋର ଆବଶ୍ୟକତା ପୂରଣ କରିବାକୁ ଜିନିଷମାନ ପଠାଇଛ। 17 ମୁଁ ତୁମ୍ଭ ଉପହାର ପାଇଁ ଲାଳାୟିତ ନୁହେଁ କିନ୍ତୁ ମୁଁ ଗ୍ଭହେଁ ଯେ, ଦେବା ଦ୍ୱାରା ଯେଉଁ ଲାଭ ମିଳେ, ତାହା ତୁମ୍ଭେ ପାଅ। 18 ମୋରସମସ୍ତ ଆବଶ୍ୟକୀୟ ଜିନିଷ ମୋ’ ପାଖରେ ଅଛି। ଏପାଫ୍ରାଦିତଙ୍କ ଦ୍ୱାରା ତୁମ୍ଭେମାନେ ଉପହାରମାନ ପଠାଇଥିବାରୁ ମୋ’ ପାଖରେ ମୋର ଆବଶ୍ୟକତାଠାରୁ ଅଧିକ ରହିଛି। ତୁମ୍ଭର ଉପହାରଗୁଡ଼ିକ ସୁଗନ୍ଧି ବଳି ରୂପେ ପରମେଶ୍ୱରଙ୍କୁ ଅର୍ପଣ କରାଯାଇଛି। 19 ପରମେଶ୍ୱର ସେଗୁଡ଼ିକୁ ଗ୍ରହଣ କରନ୍ତି ଓ ତାହା ତାହାଙ୍କୁ ପ୍ରସନ୍ନ କରେ। ଯୀଶୁଙ୍କ ଧନରେ ମୋ’ ପରମେଶ୍ୱର ଅତି ଧନୀ। ତୁମ୍ଭର ସମସ୍ତ ଆବଶ୍ୟକତାଗୁଡ଼ିକୁ ପୂରଣ କରିବା ଲାଗି ପରମେଶ୍ୱର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାଙ୍କ ଧନର ବ୍ୟବହାର କରିବେ। 20 ଆମ୍ଭର ପରମେଶ୍ୱରଙ୍କ ମହିମା ଗୌରବ ସଦାସର୍ବଦା ହେଉ। ଆମେନ୍!
2010 by World Bible Translation Center