Revised Common Lectionary (Complementary)
23 କିନ୍ତୁ ଏହା ପରେ ପରମେଶ୍ୱର ଉପରିସ୍ଥ ମେଘମାଳାକୁ ଉନ୍ମୋଚନ କଲେ
ଓ ଆକାଶର ଦ୍ୱାର ଖୋଲିଲେ।
24 ଭୋଜନାର୍ଥେ ସେମାନଙ୍କ ଉପରେ ମାନ୍ନା ବର୍ଷା କରାଇଲେ
ଏବଂ ସେ ସେମାନଙ୍କୁ ସ୍ୱର୍ଗର ଶସ୍ୟ ପ୍ରଦାନ କଲେ।
25 ଲୋକମାନେ ପରାକ୍ରମୀଗଣର ଆହାର ଭୋଜନ କଲେ।
ପରମେଶ୍ୱର ସେମାନେ ଖାଇ ତୃପ୍ତି ହେବା ପର୍ଯ୍ୟନ୍ତ ସେହିସବୁ ପ୍ରକାର ଖାଦ୍ୟ ଯୋଗାଇଲେ।
26 ପରମେଶ୍ୱର ଆକାଶରେ ପୂର୍ବୀୟବାୟୁ ବୁହାଇଲେ
ଓ ସେ ତାଙ୍କର ଶକ୍ତି ଦ୍ୱାରା ଦକ୍ଷିଣବାୟୁ ଆଣିଲେ।
27 ପରମେଶ୍ୱର ତାଙ୍କର ଲୋକମାନଙ୍କ ଉପରେ ସେମାନଙ୍କର ମାଂସ ପାଇଁ ପକ୍ଷୀଗଣ ବୃଷ୍ଟି କରାଇଲେ।
ପକ୍ଷୀଗୁଡ଼ିକ ଧୂଳି ପରି ବହଳରେ ପଡ଼ିଲେ ଓ ସମୁଦ୍ରକୂଳର ବାଲୁକା ତୁଲ୍ୟ ବହୁତ ଥିଲେ।
28 ଏହି ପକ୍ଷୀମାନେ ସେମାନଙ୍କ ତମ୍ବୁର ଚତୁର୍ଦ୍ଦିଗରେ
ଛାଉଣି ଭିତରେ ପଡ଼ିଲେ।
29 ସେମାନେ ତୃପ୍ତି ହେବା ପର୍ଯ୍ୟନ୍ତ ଖାଇଲେ।
ସେମାନେ ଯାହା ଗ୍ଭହିଁଲେ, ପରମେଶ୍ୱର ସେମାନଙ୍କୁ ଦେଲେ।
43 ସଦାପ୍ରଭୁ ମୋଶା ଏବଂ ହାରୋଣଙ୍କୁ କହିଲେ, “ନିସ୍ତାରପର୍ବର ଏହି ବିଧି, କୌଣସି ବିଦେଶୀୟ ଲୋକ ଏହାକୁ ଭୋଜନ କରିବ ନାହିଁ। 44 କିନ୍ତୁ ପ୍ରତ୍ୟେକ ଲୋକର ଦାସ ଯିଏ କିଣା ହୋଇଛି ସେ ଖାଇ ପାରିବ ଯଦି ସେ ସୁନ୍ନତ ହୋଇଥାଏ। 45 ନ ହେଲେ ପ୍ରବାସୀ ବା ବର୍ତ୍ତନଜିବୀ ଦାସ ତାହା ଖାଇ ପାରିବ ନାହିଁ।
46 “ଏକ ଗୃହ ମଧ୍ୟରେ ତାହା ଭୋଜନ କରାଯିବ। ତୁମ୍ଭେ ସେହି ମାଂସର କିଛି ମାତ୍ର ଗୃହ ବାହାରକୁ ନେଇଯିବ ନାହିଁ। କିମ୍ବା ତା'ର ଗୋଟିଏ ହେଲେ ଅସ୍ଥି ଭାଙ୍ଗିବ ନାହିଁ। 47 ଇସ୍ରାଏଲର ସମଗ୍ର ମଣ୍ଡଳୀ ତାହା ପାଳନ କରିବେ। 48 ଯଦି କୌଣସି ବିଦେଶି ତୁମ୍ଭମାନଙ୍କ ସହିତ ବାସ କରୁଥାଏ ଏବଂ ଯଦି ସେ ଗ୍ଭହିଁବ ନିସ୍ତାରପର୍ବରେ ଭାଗନେବା ପାଇଁ ତେବେ ତାକୁ ସୁନ୍ନତ ହେବାକୁ ପଡ଼ିବ। ତା'ପରେ ସେ ଇସ୍ରାଏଲୀୟମାନଙ୍କ ସହିତ ସମାନ ହେବ। ଏହା ପରେ ସେ ତୁମ୍ଭ ସହିତ ଭୋଜନ କରି ପାରିବ। ଯଦି ଜଣେ ସୁନ୍ନତ ହୋଇ ନ ଥିବ ତେବେ ସେ ନିସ୍ତାରପର୍ବ ପାଳନ କରି ପାରିବ ନାହିଁ କି ନିସ୍ତାର ଖାଦ୍ୟ ଖାଇ ପାରିବ ନାହିଁ। 49 ଏହି ନିୟମ ସମସ୍ତଙ୍କ ପାଇଁ ପ୍ରଜୁଜ୍ୟ, ଏହା କେବଳ ଅଣଇସ୍ରାଏଲୀୟ ପାଇଁ ନୁହେଁ, ଏହା ସମସ୍ତଙ୍କ ପାଇଁ ଲାଗୁ ହେବ। ଏହି ନିୟମ ସମସ୍ତଙ୍କ ପାଇଁ ଯେଉଁମାନେ ତୁମ୍ଭ ଦେଶରେ ବାସ କରୁଥିବେ।”
50 ତେଣୁ ସମସ୍ତ ଇସ୍ରାଏଲୀୟମାନେ ସଦାପ୍ରଭୁ ମୋଶାଙ୍କୁ ଦେଇଥିବା ଆଜ୍ଞାକୁ ମାନିଲେ। 51 ତେଣୁ ଠିକ୍ ସେହି ଦିନ, ସଦାପ୍ରଭୁ ସମସ୍ତ ଇସ୍ରାଏଲ ଲୋକମାନଙ୍କୁ ମିଶରରୁ ଆଗେଇ ନେଲେ। ସୈନ୍ୟ ଶ୍ରେଣୀବଦ୍ଧ ଲୋକମାନେ ମିଶର ପରିତ୍ୟାଗ କଲେ।
13 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, 2 “ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ ହେଉ କି ପଶୁ ହେଉ, ଯେକେହି ପ୍ରଥମେ ଜାତ ହେବ, ସେହି ପ୍ରଥମଜାତ ସମସ୍ତଙ୍କୁ ଆମ୍ଭ ଉଦ୍ଦେଶ୍ୟରେ ପ୍ରଦାନ କର, ତାହା ଆମ୍ଭର।”
27 ଅତଏବ, ଯେଉଁ ଲୋକ ରୋଟୀ ଓ ପ୍ରଭୁଙ୍କର ପିଆଲାରୁ ଅନୁଚିତ୍ ଭାବରେ ଗ୍ରହଣ କରେ, ସେ ପ୍ରଭୁଙ୍କର ଶରୀର ଓ ରକ୍ତର ଅବମାନନା କରେ। 28 ପ୍ରତ୍ୟେକଲୋକ ରୋଟୀ ଖାଇବା ପୂର୍ବରୁ ଓ ପିଆଲାରୁ ପିଇବା ପୂର୍ବରୁ ନିଜ ହୃଦୟକୁ ପରୀକ୍ଷା କରିନେବା ଦରକାର। 29 ଯଦି ଜଣେ ପ୍ରଭୁଙ୍କ ଶରୀରକୁ ବିଶେଷ ନ ମଣି ଏହି ରୋଟୀକୁ ଖାଏ ଓ ଏହି ପିଆଲାରୁ ପିଏ, ତା'ହେଲେ ସେ ଏହା ଖାଇବା ଓ ପିଇବା ଦ୍ୱାରା ଦୋଷୀ ସାବ୍ୟସ୍ତ ହୁଏ। 30 ସେଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ଅନେକ ଦୁର୍ବଳ ଓ ରୋଗୀ ଅଛନ୍ତି ଓ ଅନେକ ମୃତ ହେଲେଣି। 31 କିନ୍ତୁ ଯଦି ଆମ୍ଭେ ନିଜକୁ ପରୀକ୍ଷା କରି ନେବା, ତା'ହେଲେ ଆମ୍ଭକୁ ପ୍ରଭୁଙ୍କ ଦ୍ୱାରା ବିଗ୍ଭରିତ ହେବାକୁ ପଡ଼ିବ ନାହିଁ। 32 ପ୍ରଭୁ ଯେତେବେଳେ ଆମ୍ଭର ବିଗ୍ଭର କରନ୍ତି, ସେ ଠିକ୍ ବାଟ ଦେଖାଇବା ଲାଗି ଆମ୍ଭ ପ୍ରତି ଦଣ୍ଡ ବିଧାନ କରନ୍ତି। ଆମ୍ଭେ ଯେପରି ଜଗତର ଅବଶିଷ୍ଟ ଲୋକମାନଙ୍କ ସହିତ ଦଣ୍ଡାଜ୍ଞା ପାଇବୁ ନାହିଁ, ସେଥିଲାଗି ସେ ଏପରି କରନ୍ତି।
33 ଅତଏବ, ହେ ଭାଇ ଓ ଭଉଣୀମାନେ ଯେତେବେଳେ ଭୋଜନ କରିବା ପାଇଁ ତୁମ୍ଭେମାନେ ଏକାଠି ଆସିଛ, ପରସ୍ପର ଏକଆରେକ ଲାଗି ଅପେକ୍ଷା କର। 34 ଯଦି କାହାକୁ ବହୁତ ଭୋକ ଲାଗୁଛି, ସେ ଘରେ ଖାଇଦେବା ଉଚିତ୍, ଯଦ୍ଦ୍ୱାରା ପ୍ରଭୁଭୋଜ ସଭାରେ ତୁମ୍ଭମାନଙ୍କ ଆଚରଣ ହେତୁ ପ୍ରଭୁଙ୍କ ଦ୍ୱାରା ବିଗ୍ଭରିତ ହେବ ନାହିଁ। ମୁଁ ଯେବେ ଆସିବି, ଅବଶିଷ୍ଟ ବିଷୟରେ କ’ଣ କରିବାକୁ ହେବ କହିବି।
2010 by World Bible Translation Center