Revised Common Lectionary (Complementary)
ଯେତେବେଳେ ଅବିମେଲକ୍ ସାକ୍ଷାତରେ ନିଜର ଚିନ୍ତାଧାରା ଦାଉଦ ପରିବର୍ତ୍ତନ କଲେ ଓ ତାହାଦ୍ୱାରା ତଡ଼ାଖାଇ ଗ୍ଭଲିଗଲେ। ସେହି ସମୟରେ ଦାଉଦଙ୍କ ଗୀତ।
34 ମୁଁ ସର୍ବଦା ସଦାପ୍ରଭୁଙ୍କ ପ୍ରଶଂସା କରିବି।
ତାଙ୍କର ପ୍ରଶଂସା ମୋର ଓଠରେ ସବୁବେଳେ ଲାଗିରହିବ।
2 ନମ୍ର ଲୋକମାନେ ଶୁଣ ଓ ଆନନ୍ଦିତ ହୁଅ।
ମୋର ଆତ୍ମା ସଦାପ୍ରଭୁଙ୍କ ଧ୍ୟାନରେ ବ୍ୟାକୁଳ ହେଉଅଛି।
3 ମୋ’ ସହିତ ପରମେଶ୍ୱରଙ୍କ ମାହାତ୍ମ୍ୟ ପ୍ରକାଶ କର।
ତାଙ୍କ ନାମର ମହିମା କୀର୍ତ୍ତନ କର।
4 ମୁଁ ପରମେଶ୍ୱରଙ୍କୁ ପ୍ରାର୍ଥନା କଲି।
ସେ ମୋତେ ସମସ୍ତ ଭୟରୁ ମୁକ୍ତି ପ୍ରଦାନ କଲେ।
5 ପରମେଶ୍ୱରଙ୍କ ନିକଟରେ ସାହାଯ୍ୟ ପ୍ରାର୍ଥନା କର।
ତୁମ୍ଭର ପ୍ରାର୍ଥନା ସ୍ୱୀକାର କରାଯିବ।
ଏଥିରେ ଲଜ୍ଜିତ ହେବାର କିଛି ନାହିଁ।
6 ଏହି ଦୁଃଖୀ ଲୋକଟି ସଦାପ୍ରଭୁଙ୍କ ନିକଟରେ ସାହାଯ୍ୟ ପାଇଁ ପ୍ରାର୍ଥନା କଲା
ଓ ସଦାପ୍ରଭୁ ତାହା ଶୁଣିଲେ
ସେ ମୋତେ ମୋର ସମସ୍ତ ବିପଦରୁ ଉଦ୍ଧାର କଲେ।
7 ଯେଉଁମାନେ ସଦାପ୍ରଭୁଙ୍କୁ ଉପାସନା କରନ୍ତି, ସଦାପ୍ରଭୁଙ୍କ ଦୂତ ସର୍ବଦା ସେମାନଙ୍କ ପାଖରେ ଥା’ନ୍ତି,
ସେ ସେମାନଙ୍କୁ ଉଦ୍ଧାର କରନ୍ତି।
8 ସଦାପ୍ରଭୁ ଯେ ମଙ୍ଗଳମୟ ଏହା ପରୀକ୍ଷା କରି ଦେଖ।
ଯେଉଁ ବ୍ୟକ୍ତି ତାଙ୍କର ଶରଣାଗତ ସେ ତାଙ୍କୁ ସମସ୍ତ ସୁଖ ପ୍ରଦାନ କରନ୍ତି ଏବଂ ସେ ପ୍ରକୃତରେ ସୁଖୀ ହେବ।
ଦାଉଦଙ୍କୁ ହୂଶୟଙ୍କର ଚେତାବନୀ
15 ହୂଶୟ ଏହିସବୁ ସାଦୋକ ଓ ଅବିୟାଥର ଯାଜକମାନଙ୍କୁ କହିଲା, ଅହୀଥୋଫଲ, ଅବଶାଲୋମକୁ ଓ ଇସ୍ରାଏଲର ନେତାମାନଙ୍କୁ ଏପରି ଭାବରେ ମନ୍ତ୍ରଣା ଦେଇଥିଲା। ମାତ୍ର ମୁଁ ଏପରି ମନ୍ତ୍ରଣା ଦେଲି। 16 “ତେଣୁ ଶୀଘ୍ର ଲୋକମାନଙ୍କୁ ଦାଉଦଙ୍କ ନିକଟକୁ ପଠାଅ ଏବଂ ତାଙ୍କୁ କୁହ। ସେହିଠାରେ ରାତ୍ରି କଟାଅ ନାହିଁ, ଯେଉଁଠାରେ ଲୋକମାନେ ମରୁଭୂମି ଭିତରକୁ ପାର ହୋଇଥିଲେ। ଏକାଥରେ ଯର୍ଦ୍ଦନ ନଦୀ ପାର ହୋଇ ଗ୍ଭଲିଯାଅ। ନୋହିଲେ ମହାରାଜ ଓ ତାଙ୍କ ସାଙ୍ଗ ଲୋକମାନେ ସମସ୍ତେ ସଂହାରିତ ହେବେ।”
17 ଯାଜକର ପୁତ୍ର ଯୋନାଥନ ଓ ଅହୀମାସ୍ ଐନ୍ରୋଗେଲରେ ଅପେକ୍ଷା କରୁଥିଲେ, ଯେହେତୁ ସେମାନେ ନଗର ଭିତରକୁ ଯିବାକୁ ଗ୍ଭହିଁଲେ ନାହିଁ। ତେଣୁ ଜଣେ ଦାସୀ ନଗରରୁ ବାହାରି ଆସିଲା ଏବଂ ଖବର ଦେଉଥିଲା। ତା'ପରେ ସେମାନେ ଗଲେ ଓ ରାଜା ଦାଉଦଙ୍କୁ କହିଲେ।
18 ମାତ୍ର ଏକ ପିଲା ସେମାନଙ୍କୁ ଦେଖି ଅବଶାଲୋମକୁ ଜଣାଇଲା। ତହୁଁ ସେ ଦୁହେଁ ଶୀଘ୍ର ଯାଇ ବହୁରୀମରେ ଜଣକର ଗୃହରେ ପ୍ରବେଶ କଲେ ଓ ତା'ର ପ୍ରାଙ୍ଗଣରେ ଏକ କୂଅ ଥିବାରୁ ସେମାନେ ସେଠାରେ ଲୁଚି ଗଲେ। 19 ତହିଁରେ ଗୃହିଣୀ ଗୋଟିଏ ଢାଙ୍କୁଣି ନେଇ କୂଅ ମୁହଁରେ ଦେଇ ତହିଁ ଉପରେ ମର୍ଦ୍ଦିତ ଶସ୍ୟ ବିଛାଇ ଦେଲେ। ଏଣୁ କିଛି ଜଣା ପଡ଼ିଲା ନାହିଁ। 20 ଅବଶାଲୋମର ଦାସମାନେ ସେହି ସ୍ତ୍ରୀର ଗୃହକୁ ଆସି ପଗ୍ଭରିଲେ, “ଅହୀମାସ ଓ ଯୋନାଥନ କାହାନ୍ତି?”
ତହିଁରେ ସେ ସ୍ତ୍ରୀ ସେମାନଙ୍କୁ କହିଲା, “ସେମାନେ ନଦୀ ପାର ହୋଇ ଗଲେଣି।”
ତହିଁରେ ସେମାନେ ଖୋଜି ନ ପାଇବାରୁ ଯିରୁଶାଲମକୁ ଫେରିଗଲେ।
21 ଏଣୁ ସେମାନେ ଗଲାପରେ ସେ ଦୁଇ ଜଣ କୂଅ ମଧ୍ୟରୁ ବାହାରି ଦାଉଦ ରାଜାଙ୍କ ନିକଟକୁ ଯାଇ ଜଣାଇଲେ। ସେମାନେ ଦାଉଦଙ୍କୁ କହିଲେ, “ଆପଣମାନେ ଏଠାରୁ ଶୀଘ୍ର ନଦୀ ପାର ହୋଇ ଗ୍ଭଲି ଯାଆନ୍ତୁ। କାରଣ ଅହୀଥୋଫଲ ତୁମ୍ଭମାନଙ୍କ ବିରୁଦ୍ଧରେ ଏହିପରି ଭାବରେ ମନ୍ତ୍ରଣା ଦେଇଛନ୍ତି।”
22 ଏହା ପରେ ଦାଉଦ ଓ ତାଙ୍କର ସମସ୍ତ ସାଙ୍ଗଲୋକ ଯର୍ଦ୍ଦନ ନଦୀ ପାର ହୋଇ ଗଲେ। ପ୍ରଭାତ ଆଲୁଅ ସମୟକୁ ଯେ ଯର୍ଦ୍ଦନ ପାର ହୋଇ ଯାଇ ନ ଥିଲା। ଏହିପରି କେହି ହେଲେ ରହିଲେ ନାହିଁ।
ଅହୀଥୋଫଲଙ୍କର ଆତ୍ମହତ୍ୟା
23 ଏହା ପରେ ଅହୀଥୋଫଲ ଯେତେବେଳେ ଦେଖିଲେ ଏହା ତାଙ୍କ ମନ୍ତ୍ରଣା ଅନୁସାରେ ଗଲା ନାହିଁ, ସେ ତାଙ୍କ ଗଧ ଉପରେ ଚଢ଼ି ତାଙ୍କର ନିଜ ନଗରକୁ ଫେରିଲେ ଏବଂ ସେ ତାଙ୍କ ବଂଶ ପାଇଁ ଏକ ଦଲିଲ୍ ଲେଖିଲେ ଏବଂ ନିଜେ ଫାଶି ହୋଇ ଗଲେ। ଏହିପରି ଭାବରେ ସେ ମଲା ଓ ନିଜର ପିତାର କବରରେ କବର ପାଇଲା।
ଅବଶାଲୋମ ଯର୍ଦ୍ଦନ ନଦୀ ପାର ହେଲେ
24 ଏହା ପରେ ଦାଉଦ ମହନୟିମକୁ ଆସିଲେ। ଅବଶାଲୋମ ଓ ତା'ର ସମର୍ଥନକାରୀ ଇସ୍ରାଏଲୀୟମାନେ ଯର୍ଦ୍ଦନ ନଦୀ ପାର ହେଲେ। 25 ଅବଶାଲୋମ ଯୋୟାବଙ୍କୁ ସ୍ଥାନାନ୍ତର କରି ଅମାସାଙ୍କୁ ସୈନ୍ୟଦଳର ମୂଖ୍ୟ ଭାବରେ ନିଯୁକ୍ତି କଲେ। ଏହି ଅମାସା ଇସ୍ମାଏଲୀୟ[a] ଯେଥରଙ୍କର ପୁତ୍ର ଥିଲେ। ଅମାସାର ମା’ ଥିଲେ ଅବୀଗଲ, ଯିଏ କି ସରୁୟାଙ୍କର ଭଉଣୀ ନାହଶଙ୍କର କନ୍ୟା ଥିଲେ। ଯିଏ କି ଯୋୟାବଙ୍କର ମା’ ଥିଲେ। 26 ପୁଣି ଇସ୍ରାଏଲ ଓ ଅବଶାଲୋମ ଗିଲିୟଦ ଦେଶରେ ଛାଉଣି ସ୍ଥାପନ କଲେ।
ଶୋବି, ମାଖୀର ଓ ବର୍ସିଲ୍ଲୟ
27 ଯେତେବେଳେ ଦାଉଦ ମହନୟିମରେ ପହଞ୍ଚିଲେ, ସେ ସେଠାରେ ଶୋବି, ମାଖୀର ଏବଂ ବର୍ସିଲ୍ଲୟଙ୍କୁ ଭେଟିଲେ। ଶୋବି ରବ୍ବାରୁ ଅମ୍ମୋନୀୟ ନାହଶଙ୍କର ପୁତ୍ର ଥିଲେ। ମାଖୀର ଲୋ-ଦବାର ନିବାସୀ ଅମ୍ମୀୟେଲର ପୁତ୍ର ଥିଲେ। ବର୍ସିଲ୍ଲୟ ରୋଗଲୀମନିବାସୀ ଗିଲିୟଦୀୟ ଥିଲେ। 28 ଅମ୍ମୋନୀୟମାନେ ବିଛଣା, ମାଠିଆ, ଅନ୍ୟାନ୍ୟ ପାତ୍ରସବୁ ଖାଦ୍ୟ ପାଇଁ ଗହମ, ଯବ, ମଇଦା, ଭଜାଶସ୍ୟ, ଶିମ, ମସୁର ଏବଂ ଭଜା ବିରି। 29 ସେମାନେ ମଧ୍ୟ ମହୁ, ଦହୀ, ମେଷ ଏବଂ ଲହୁଣୀ ଆଣିଲେ। ସେମାନେ ଏହିସବୁ ସାମଗ୍ରୀଗୁଡ଼ିକ ଦାଉଦ ଓ ତାଙ୍କର ଲୋକମାନଙ୍କ ଆଗରେ ଉତ୍ସର୍ଗ କଲେ। କାରଣ ସେମାନେ କହିଲେ, “ଲୋକମାନେ ମରୁଭୂମିରେ ନିଶ୍ଚିତ କ୍ଷୁଧାର୍ତ୍ତ, କ୍ଳାନ୍ତ ଓ ତୃଷାର୍ତ୍ତ ହୋଇଥିବେ।”
ଏକଆରେକର ସାହାଯ୍ୟ କର
6 ଭାଇ ଓ ଭଉଣୀମାନେ! ତୁମ୍ଭମାନଙ୍କ ଭିତରୁ କୌଣସି ଲୋକ ହୁଏତ କିଛି ଭୁଲ୍ କରିପାରେ। ସେତେବେଳେ ତୁମ୍ଭେମାନେ ଆତ୍ମିକ ଲୋକ ହୋଇଥିବାରୁ, ଭଦ୍ରତା ସହକାରେ ଭୁଲକାର୍ଯ୍ୟ କରୁଥିବା ଲୋକଟିକୁ ସଂଶୋଧନ ହେବା ପାଇଁ ସାହାଯ୍ୟ କରିବା ଉଚିତ୍। କିନ୍ତୁ ସାବଧାନ, ତୁମ୍ଭେମାନେ ଯେପରି ନିଜେ କୌଣସି ପାପ କରିବା ପାଇଁ ପରୀକ୍ଷାରେ ପଡ଼ି ନ ଯାଅ। 2 ନିଜର କର୍ତ୍ତବ୍ୟ କରିବା ସହ ପରସ୍ପରକୁ ସାହାଯ୍ୟ କର। ଏଭଳି କରିବା ଦ୍ୱାରା ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଆଜ୍ଞାକୁ ପ୍ରକୃତରେ ପାଳନ କରି ପାରିବ। 3 ଯଦି ଜଣେ ଅତି ନଗନ୍ୟ ହୋଇଥିଲେ ହେଁ ନିଜକୁ ମହାନ୍ ବୋଲି ଭାବେ, ତେବେ ସେ ନିଜକୁ ପ୍ରତାରଣା କରେ। 4 ଜଣେ ଲୋକ ନିଜକୁ ଅନ୍ୟ ସହିତ ତୁଳନା କରିବା ଉଚିତ୍ ନୁହେଁ। ମାତ୍ର ପ୍ରତ୍ୟେକ ଲୋକ ନିଜର କାର୍ଯ୍ୟଗୁଡ଼ିକୁ ପରୀକ୍ଷା ନିରୀକ୍ଷା କରିବା ଉଚିତ୍। ତା'ହେଲେ ସେ ନିଜର କାମ ପାଇଁ ଗର୍ବ ଅନୁଭବ କରି ପାରିବ। 5 ପ୍ରତ୍ୟେକ ଲୋକ ନିଜ ନିଜର ଦାୟିତ୍ୱ ବହନ କରିବା ଉଚିତ୍।
ଉତ୍ତମ କାର୍ଯ୍ୟ କରିବା ବନ୍ଦ ନ କର
6 ଯେଉଁ ଲୋକ ପରମେଶ୍ୱରଙ୍କ ବାକ୍ୟର ଶିକ୍ଷା କରୁଛି, ସେ ନିଜର ଶିକ୍ଷକଙ୍କୁ ତା’ ନିକଟରେ ଥିବା ସମସ୍ତ ଭଲ ବିଷୟ ଗୁଡ଼ିକର ସହଭାଗୀ କରାଉ।
7 ନିଜକୁ ପ୍ରତାରଣା କର ନାହିଁ। ପରମେଶ୍ୱରଙ୍କୁ ତୁମ୍ଭେମାନେ ଠକି ପାରିବ ନାହିଁ। ଜଣେ ଲୋକ ଯେପରି ବୁଣିବ, ସେହିପରି କାଟିବ। 8 ଯେଉଁ ଲୋକ ନିଜର ପାପମୟ ସ୍ୱଭାବକୁ ସନ୍ତୁଷ୍ଟ କରିବା ପାଇଁ ବୁଣିବ, ସେ ବିନାଶ ଦାୟକ ଫସଲ କାଟିବ। କିନ୍ତୁ ଜଣେ ଯଦି ଆତ୍ମାଙ୍କୁ ସନ୍ତୁଷ୍ଟ କରିବା ପାଇଁ ବୁଣିବ, ସେ ଆତ୍ମାଙ୍କଠାରୁ ଅନନ୍ତ ଜୀବନ ରୂପକ ଶସ୍ୟ କାଟିବ। 9 ଆମ୍ଭେ ଉତ୍ତମ କାର୍ଯ୍ୟ କରିବାରେ ଥକିଯିବା ନାହିଁ। କାରଣ ଉପଯୁକ୍ତ ସମୟ ଆସିଲା ପରେ ଆମ୍ଭକୁ ତା'ର ଫଳ ମିଳିବ। 10 ତେଣୁ ଯେତେବେଳେ ଆମ୍ଭେ କାହାର ଉପକାର କରିବା ନିମନ୍ତେ ସୁଯୋଗ ପାଉ, ଆମ୍ଭେ ଅବଶ୍ୟ ତାହା କରିବା ଉଚିତ୍। କିନ୍ତୁ ଯେଉଁମାନେ ମଣ୍ଡଳୀଭୁକ୍ତ ବିଶ୍ୱାସୀ ଅଟନ୍ତି, ସେମାନଙ୍କ ପ୍ରତି ଆମ୍ଭକୁ ବିଶେଷ ଧ୍ୟାନ ଦେବାକୁ ପଡ଼ିବ।
2010 by World Bible Translation Center