Revised Common Lectionary (Complementary)
ଯେତେବେଳେ ଅବିମେଲକ୍ ସାକ୍ଷାତରେ ନିଜର ଚିନ୍ତାଧାରା ଦାଉଦ ପରିବର୍ତ୍ତନ କଲେ ଓ ତାହାଦ୍ୱାରା ତଡ଼ାଖାଇ ଗ୍ଭଲିଗଲେ। ସେହି ସମୟରେ ଦାଉଦଙ୍କ ଗୀତ।
34 ମୁଁ ସର୍ବଦା ସଦାପ୍ରଭୁଙ୍କ ପ୍ରଶଂସା କରିବି।
ତାଙ୍କର ପ୍ରଶଂସା ମୋର ଓଠରେ ସବୁବେଳେ ଲାଗିରହିବ।
2 ନମ୍ର ଲୋକମାନେ ଶୁଣ ଓ ଆନନ୍ଦିତ ହୁଅ।
ମୋର ଆତ୍ମା ସଦାପ୍ରଭୁଙ୍କ ଧ୍ୟାନରେ ବ୍ୟାକୁଳ ହେଉଅଛି।
3 ମୋ’ ସହିତ ପରମେଶ୍ୱରଙ୍କ ମାହାତ୍ମ୍ୟ ପ୍ରକାଶ କର।
ତାଙ୍କ ନାମର ମହିମା କୀର୍ତ୍ତନ କର।
4 ମୁଁ ପରମେଶ୍ୱରଙ୍କୁ ପ୍ରାର୍ଥନା କଲି।
ସେ ମୋତେ ସମସ୍ତ ଭୟରୁ ମୁକ୍ତି ପ୍ରଦାନ କଲେ।
5 ପରମେଶ୍ୱରଙ୍କ ନିକଟରେ ସାହାଯ୍ୟ ପ୍ରାର୍ଥନା କର।
ତୁମ୍ଭର ପ୍ରାର୍ଥନା ସ୍ୱୀକାର କରାଯିବ।
ଏଥିରେ ଲଜ୍ଜିତ ହେବାର କିଛି ନାହିଁ।
6 ଏହି ଦୁଃଖୀ ଲୋକଟି ସଦାପ୍ରଭୁଙ୍କ ନିକଟରେ ସାହାଯ୍ୟ ପାଇଁ ପ୍ରାର୍ଥନା କଲା
ଓ ସଦାପ୍ରଭୁ ତାହା ଶୁଣିଲେ
ସେ ମୋତେ ମୋର ସମସ୍ତ ବିପଦରୁ ଉଦ୍ଧାର କଲେ।
7 ଯେଉଁମାନେ ସଦାପ୍ରଭୁଙ୍କୁ ଉପାସନା କରନ୍ତି, ସଦାପ୍ରଭୁଙ୍କ ଦୂତ ସର୍ବଦା ସେମାନଙ୍କ ପାଖରେ ଥା’ନ୍ତି,
ସେ ସେମାନଙ୍କୁ ଉଦ୍ଧାର କରନ୍ତି।
8 ସଦାପ୍ରଭୁ ଯେ ମଙ୍ଗଳମୟ ଏହା ପରୀକ୍ଷା କରି ଦେଖ।
ଯେଉଁ ବ୍ୟକ୍ତି ତାଙ୍କର ଶରଣାଗତ ସେ ତାଙ୍କୁ ସମସ୍ତ ସୁଖ ପ୍ରଦାନ କରନ୍ତି ଏବଂ ସେ ପ୍ରକୃତରେ ସୁଖୀ ହେବ।
ରାଜା ଦାଉଦଙ୍କ ମୃତ୍ୟୁ
2 ଅନନ୍ତର ରାଜା ଦାଉଦଙ୍କର ମୃତ୍ୟୁ ସନ୍ନିକଟ ହେବାରୁ ସେ ପୁତ୍ର ଶଲୋମନକୁ ଆଜ୍ଞା ଦେଇ କହିଲେ, 2 “ମୁଁ ପାର୍ଥିବ ମଣିଷ ପରି ମୃତ୍ୟୁବରଣ କରିବାକୁ ଯାଉଛି। ଏଣୁ ତୁମ୍ଭେ ବଳବାନ୍ ହୁଅ ଓ ପୁରୁଷତ୍ୱ ପ୍ରକାଶ କର। 3 ବର୍ତ୍ତମାନ ତୁମ୍ଭେ ସାବଧାନତାର ସହ ଓ ବିଶ୍ୱସ୍ତତାର ସହ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କ ସମସ୍ତ ଆଦେଶ ପାଳନ କରିବାର ସମୟ। ତାଙ୍କର ସମସ୍ତ ବ୍ୟବସ୍ଥା, ସମସ୍ତ ଆଜ୍ଞା, ନିଷ୍ପତ୍ତି ଓ ନିୟମକୁ ମାନି ଚଳ। ମୋଶାଙ୍କ ଲିଖିତ ସମସ୍ତ ନିୟମକୁ ପାଳନ କର। ତାହାହେଲେ ତୁମ୍ଭେ ସବୁ କ୍ଷେତ୍ରରେ ସଫଳ ହେବ ଓ ଯେଉଁ ସ୍ଥାନକୁ ଯିବ କୁଶଳ ପ୍ରାପ୍ତ ହେବ। 4 ଯଦି ତୁମ୍ଭେ ସଦାପ୍ରଭୁଙ୍କର ଏହି ନିୟମ ପାଳନ କରିବ, ତେବେ ସଦାପ୍ରଭୁ ମୋ’ ବିଷୟରେ ଯାହା ପ୍ରତିଜ୍ଞା କରିଛନ୍ତି ତାହା ନିଶ୍ଚୟ ହେବ। ସଦାପ୍ରଭୁ କହିଥିଲେ, ‘ଯଦି ତୁମ୍ଭର ସନ୍ତାନମାନେ ସମସ୍ତ ମନ ଓ ପ୍ରାଣ ସହିତ ମୁଁ ଦେଇଥିବା ଆଜ୍ଞାନୁସାରେ ଜୀବନ ଧାରଣ କରିବେ, ତେବେ ଇସ୍ରାଏଲର ସିଂହାସନରେ ତୁମ୍ଭ ବଂଶରୁ ହିଁ ବସିବେ। ସଦାପ୍ରଭୁ ତାଙ୍କର ଏହି ବାକ୍ୟ ପୂରଣ କରିବେ।’”
5 ଦାଉଦ ପୁଣି କହିଲେ, “ସରୁୟାର ପୁତ୍ର ଯୋୟାବ ମୋ’ ବିରୁଦ୍ଧରେ ଯାହା କରିଅଛି, ତୁମ୍ଭେ ଭଲଭାବରେ ଜାଣ। ସେ ଇସ୍ରାଏଲର ଦୁଇ ସେନାପତିଙ୍କୁ ହତ୍ୟା କରିଛି, ନରର ପୁତ୍ର ଅବ୍ନର ଓ ଯେଥରର ପୁତ୍ର ଅମାସାଙ୍କୁ ଶାନ୍ତି ସମୟରେ ଈର୍ଷାନ୍ୱିତ ହୋଇ ହତ୍ୟା କଲା। ସେହି ରକ୍ତରେ ତା'ର କଟିବନ୍ଧନୀ ଓ ପାଦୁକାକୁ ସିକ୍ତ କଲା। ମୋର ଦଣ୍ତ ଦେବାର ଉଚିତ୍ ଥିଲା। 6 ମାତ୍ର ବର୍ତ୍ତମାନ ତୁମ୍ଭେ ରାଜା। ତେଣୁ ତୁମ୍ଭେ ଆପଣା ଜ୍ଞାନ ଅନୁସାରେ ତାହା ପ୍ରତି ବ୍ୟବହାର କର ଓ ତାହାର ବୃଦ୍ଧାବସ୍ଥାରେ ତାକୁ ଶାନ୍ତିରେ ମରିବାକୁ ଦିଅ ନାହିଁ।
7 “ଗିଲିୟଦୀୟରୁ ବର୍ସିଲ୍ଲୟର ପୁତ୍ରମାନଙ୍କ ପ୍ରତି ଦୟା କର। ତୁମ୍ଭର ଖାଇବା ମେଜ ନିକଟରେ ସେମାନଙ୍କ ପାଇଁ ଜାଗା କର। କାରଣ ମୁଁ ତୁମ୍ଭ ଭ୍ରାତା ଅବଶାଲୋମଠାରୁ ପଳାୟନ କଲାବେଳେ ସେମାନେ ମୋତେ ସାହାଯ୍ୟ କରିଥିଲେ।
8 “ସ୍ମରଣ କର, ବିନ୍ୟାମୀନୀୟ ଗେରାର ପୁତ୍ର ବହୁରୀମ ନିବାସୀ ଶିମିୟି ତୁମ୍ଭ ସହିତ ଅଛି। ମୁଁ ମହନୟିମକୁ ପଳାୟନ କଲା ଦିନ ସେ ମୋତେ ଏକ ଜଘନ୍ୟ ଅଭିଶାପ ଦେଲା। ସେ ଯର୍ଦ୍ଦନ ନିକଟରେ ମୋତେ ଦେଖିବାକୁ ଆସିଥିଲା, “କିନ୍ତୁ ମୁଁ ତାକୁ ହତ୍ୟା ନ କରିବା ପାଇଁ ସଦାପ୍ରଭୁଙ୍କ ନାମରେ ପ୍ରତିଜ୍ଞା କରିଥିଲି। 9 ବର୍ତ୍ତମାନ ତୁମ୍ଭେ ତାକୁ ବିନା ଶାସ୍ତିରେ ଛାଡ଼ ନାହିଁ। ତୁମ୍ଭେ ତ ଜଣେ ଜ୍ଞାନୀ ଲୋକ। ତା’ ପ୍ରତି ତୁମ୍ଭର କର୍ତ୍ତବ୍ୟ କ’ଣ ତୁମ୍ଭେ ଜାଣ। ତାକୁ ବାର୍ଦ୍ଧକ୍ୟରେ ଶାନ୍ତିରେ ମରିବାକୁ ଦେବ ନାହିଁ।”
ଯାହାସବୁ ଗ୍ଭହୁଁଛ, ସେଥିପାଇଁ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଥାଅ
(ଲୂକ 11:9-13)
7 “ମାଗ ସେଥିରେ ପରମେଶ୍ୱର ତାହା ତୁମ୍ଭକୁ ଦେବେ। ଖୋଜ ଏବଂ ତୁମ୍ଭେ ପାଇବ। ଦ୍ୱାରରେ ଠକ୍ ଠକ୍ କର ଓ ତାହା ତୁମ୍ଭପାଇଁ ଖୋଲିଯିବ। 8 କାରଣ ଯେଉଁ ଲୋକ ମାଗୁଥାଏ, ସେ ପାଏ। ଯେଉଁ ଲୋକ ଖୋଜୁଥାଏ, ସେ ପାଏ ଓ ଯେଉଁ ଲୋକ ଦ୍ୱାର ଠକ୍ ଠକ୍ କରୁଥାଏ, ତା’ ପାଇଁ କବାଟ ଖୋଲିଯାଏ।
9 “ତୁମ୍ଭର କାହାର ପୁଅଟିଏ ଅଛି କି? ଯଦି ତୁମ୍ଭ ପୁଅ ରୋଟୀ ଖଣ୍ଡିଏ ମାଗେ, ତୁମ୍ଭେ କ’ଣ ତାକୁ ପଥରଟିଏ ଦେବ। 10 ପୁଅ ମାଛଟିଏ ମାଗିଲେ, ତୁମ୍ଭେ କ’ଣ ତାକୁ ସାପଟିଏ ଦେବ? ନା! ତୁମ୍ଭେ ଦେବ ନାହିଁ? 11 ଏପରିକି ତୁମ୍ଭେ ମନ୍ଦ ଲୋକ ହୋଇ ମଧ୍ୟ ପିଲାମାନଙ୍କୁ କିଭଳି ଭଲ ଉପହାର ଦେବାକୁ ହୁଏ, ତାହା ତୁମ୍ଭେ ଜାଣ। ତେବେ ସ୍ୱର୍ଗରେ ରହୁଥିବା ତୁମ୍ଭର ପରମପିତା, ମାଗୁଥିବା ଲୋକକୁ ନିଶ୍ଚୟ କେତେ ଭଲ ଜିନିଷ ନ ଦେବେ!
2010 by World Bible Translation Center