Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 34:15-22

15 ସଦାପ୍ରଭୁ ଉତ୍ତମ ବ୍ୟକ୍ତିମାନଙ୍କୁ ରକ୍ଷା କରନ୍ତି।
    ସେ ସେମାନଙ୍କର ପ୍ରାର୍ଥନା ଶୁଣନ୍ତି।
16 କିନ୍ତୁ ସଦାପ୍ରଭୁ ଯେଉଁମାନେ ମନ୍ଦକାର୍ଯ୍ୟ କରନ୍ତି ସେମାନଙ୍କ ବିରୁଦ୍ଧରେ ଯାଆନ୍ତି।
    ସେ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ କରନ୍ତି।

17 ସଦାପ୍ରଭୁଙ୍କୁ ପ୍ରାର୍ଥନା କର ସେ ତୁମ୍ଭ ଡାକ ଶୁଣିବେ।
    ସେ ତୁମ୍ଭକୁ ତୁମ୍ଭର ସମସ୍ତ ବିପଦରୁ ଉଦ୍ଧାର କରିବେ।
18 ଯେତେବେଳେ ଲୋକଙ୍କ ଉପରେ ବିପଦ ପଡ଼େ ତା'ପରେ ସେମାନେ ଅହଂକାରୀ ପ୍ରବୃତ୍ତି ବନ୍ଦ କରନ୍ତି।
    ସଦାପ୍ରଭୁ ସେହି ଶୋଚନୀୟ, ଲୋକମାନଙ୍କ ନିକଟତର ହୁଅନ୍ତି।
    ସେ ସେମାନଙ୍କୁ ଉଦ୍ଧାର କରନ୍ତି।
19 ଧାର୍ମିକ ବ୍ୟକ୍ତିମାନଙ୍କ ଉପରେ ହୁଏତ ବହୁତ ବିପଦ ଆସିପାରେ
    କିନ୍ତୁ ସଦାପ୍ରଭୁ ସେମାନଙ୍କୁ ସେମାନଙ୍କର ପ୍ରତ୍ୟେକ ବିପଦରୁ ଉଦ୍ଧାର କରିବେ।
20 ସଦାପ୍ରଭୁ ସେମାନଙ୍କ ଶରୀରର ଅସ୍ଥିକୁ ରକ୍ଷା କରିବେ
    ଯେପରିକି ଖଣ୍ଡିଏ ହାଡ଼କୁ ଭାଙ୍ଗିବାକୁ ଦେବେ ନାହିଁ।
21 କିନ୍ତୁ ବିପଦ ସେହି ଦୁଷ୍ଟ ଲୋକମାନଙ୍କୁ ନିଶ୍ଚୟ ବିନଷ୍ଟ କରିବ।
    ଉତ୍ତମ ବ୍ୟକ୍ତିମାନଙ୍କର ଶତ୍ରୁମାନେ ସମୂଳେ ବିନାଶ ପ୍ରାପ୍ତ ଦେବେ।
22 ସଦାପ୍ରଭୁ, ସେହି ଲୋକମାନଙ୍କର ପ୍ରାଣକୁ ଉଦ୍ଧାର କରିବେ, ଯେଉଁମାନେ ତାଙ୍କୁ ଆରାଧନା କରନ୍ତି।
    ଯେଉଁ ବ୍ୟକ୍ତିମାନେ ତାଙ୍କ ଉପରେ ନିର୍ଭରଶୀଳ, ସେ କେବେହେଲେ ସେମାନଙ୍କୁ ଧ୍ୱଂସ ହେବାକୁ ଦେବେ ନାହିଁ।

ଯିହୋଶୂୟଙ୍କର ପୁସ୍ତକ 22:1-9

ତିନୋଟି ପରିବାରବର୍ଗ ସେମାନଙ୍କର ସ୍ୱଗୃହକୁ ଫେରିଗଲେ

22 ଏହା ପରେ ଯିହୋଶୂୟ ରୁବେ‌ନ୍‌ର ଗା‌ଦ୍‌ର ଓ ମନଃଶିର ଅର୍ଦ୍ଧେକ ପରିବାରବର୍ଗମାନଙ୍କୁ ନେଇ ଏକ ସଭା ଡାକିଲେ। ଯିହୋଶୂୟ ସେମାନଙ୍କୁ କହିଲେ, “ମୋଶା ଥିଲେ ସଦାପ୍ରଭୁଙ୍କର ସେବକ। ମୋଶା ଯାହା କହିଥିଲେ, ତୁମ୍ଭେମାନେ ତାଙ୍କର ବାକ୍ୟ ଅନୁସାରେ ସମସ୍ତ କାର୍ଯ୍ୟ କରିଅଛ ଏବଂ ସର୍ବୋପରି ତୁମ୍ଭେମାନେ ମୋର ଆଜ୍ଞା ମାନିଅଛ। ଏବଂ ସବୁ ସମୟରେ ତୁମ୍ଭେମାନେ ଇସ୍ରାଏଲବାସୀଙ୍କୁ ସହଯୋଗ କରିଅଛ। ତୁମ୍ଭେମାନେ ତୁମ୍ଭମାନଙ୍କ ସଦାପ୍ରଭୁଙ୍କର ବାକ୍ୟକୁ ଠିକ୍ ଭାବରେ, ଅତି ସତର୍କତାର ସହକାରେ ପାଳନ କରିଛ ଏବଂ ତୁମ୍ଭେମାନେ ଏହି ଆଜ୍ଞା ପାଳନ କଲ। ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ଇସ୍ରାଏଲବାସୀଙ୍କୁ ଶାନ୍ତି ଦେବା ପାଇଁ ପ୍ରତିଜ୍ଞା କରିଥିଲେ। ଏବଂ ବର୍ତ୍ତମାନ ସଦାପ୍ରଭୁ ପରମେଶ୍ୱରଙ୍କର ବାକ୍ୟ ରକ୍ଷା କରିଛନ୍ତି। ତେଣୁ ତୁମ୍ଭେମାନେ ବର୍ତ୍ତମାନ ସ୍ୱଗୃହକୁ ପ୍ରତ୍ୟାବର୍ତ୍ତନ କରି ପାରିବ। ସଦାପ୍ରଭୁଙ୍କର ସେବକ ମୋଶା ଯର୍ଦ୍ଦନ ନଦୀର ପୂର୍ବ ପାର୍ଶ୍ୱରେ ତୁମ୍ଭମାନଙ୍କୁ ଭୂମି ଦେଇଛନ୍ତି। ବର୍ତ୍ତମାନ ତୁମ୍ଭେମାନେ ସେଠାକୁ ତୁମ୍ଭମାନଙ୍କର ସ୍ୱଗୃହକୁ ଯାଇପାର। କିନ୍ତୁ ମନେରଖ-ସର୍ବଦା ମୋଶା ଦେଇଥିବା ନିୟମକୁ ନିଶ୍ଚୟ ପାଳନ କରିବ। ତୁମ୍ଭେମାନେ ନିଶ୍ଚିତ ଭାବରେ ସଦାପ୍ରଭୁ ପରମେଶ୍ୱରଙ୍କୁ ପ୍ରେମ କରିବ। ଏବଂ ତାଙ୍କ ଆଦେଶ ସର୍ବଦା ମାନି ଚଳିବ। ତୁମ୍ଭେମାନେ ନିଶ୍ଚିତ ଭାବରେ ତାହା ମନପ୍ରାଣ ଦେଇ ପାଳନ କରିବ।”

ଏହା ପରେ ଯିହୋଶୂୟ ସେମାନଙ୍କୁ ଆଶୀର୍ବାଦ କଲେ ଓ ପଠେଇ ଦେଲେ। ଏବଂ ସେମାନେ ସେମାନଙ୍କର ଗୃହକୁ ପ୍ରତ୍ୟାବର୍ତ୍ତନ କଲେ। ମୋଶା ମନଃଶିର ଅର୍ଦ୍ଧବଂଶକୁ ବାଶନରେ ଅଧିକାର ଦେଇଥିଲେ। ମାତ୍ର ଅନ୍ୟ ଅର୍ଦ୍ଧବଂଶକୁ ଯିହୋଶୂୟ ଯର୍ଦ୍ଦନର ପଶ୍ଚିମ ପାରିରେ ଅଧିକାର ଦେଲେ। ଆହୁରି ବିଦାୟ କରିବା ସମୟରେ ଯିହୋଶୂୟ ଆଶୀର୍ବାଦ କରି ସେମାନଙ୍କୁ କହିଲେ। ସେ କହିଲେ, “ତୁମ୍ଭେମାନେ, ତୁମ୍ଭମାନଙ୍କର ବହୁତ ଧନ ସମ୍ପଦ ଓ ପଶୁଗଣ ସହିତ ଘରକୁ ଯାଅ। ତୁମ୍ଭମାନଙ୍କର ବହୁତ ଦାମି ସୁନାରୂପା ଅଳଙ୍କାର ଇତ୍ୟାଦି ଅଛି। ତୁମ୍ଭମାନଙ୍କର ବହୁତ ସୁନ୍ଦର ପୋଷାକ ମଧ୍ୟ ଅଛି। ଯେଉଁଗୁଡ଼ିକ କି ତୁମ୍ଭେମାନେ ତୁମ୍ଭ ଶତ୍ରୁମାନଙ୍କଠାରୁ ଛଡ଼ାଇ ଆଣିଥିଲ। ଗୃହକୁ ଫେରିଯାଅ ଏବଂ ସେଗୁଡ଼ିକ ତୁମ୍ଭର ନିଜ ନିଜ ଭାତୃଗଣଙ୍କ ମଧ୍ୟରେ ବାଣ୍ଟି ଦିଅ।”

ତେଣୁ ରୁବେନ୍, ଗାଦ୍ ଓ ମନଃଶିର ଅର୍ଦ୍ଧେକ ବଂଶଧରର ଲୋକମାନେ ଇସ୍ରାଏଲ ବଂଶଧରଙ୍କଠାରୁ ବିଦାୟ ନେଲେ। କିଣାନ ଦେଶ ଅନ୍ତର୍ଗତ ଶୀଲୋଠାରେ ସେମାନେ ଥିଲେ। ସେମାନେ ସେ ସ୍ଥାନ ଛାଡ଼ି ଗିଲିୟଦକୁ ଗଲେ। ସେମାନେ ସେଠାରୁ ତାଙ୍କ ସ୍ୱଭୂମିକୁ ଗଲେ ଯାହାକି ମୋଶା ସେମାନଙ୍କୁ ଦେଇଥିଲେ। ସଦାପ୍ରଭୁ ମୋଶାଙ୍କୁ ମଧ୍ୟ ସେ ଭୂମି ଦେବା ପାଇଁ ନିର୍ଦ୍ଦେଶ ଦେଇଥିଲେ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 5:1-11

ପ୍ରଭୁଙ୍କ ଆଗମନ ପାଇଁ ପ୍ରସ୍ତୁତ ରୁହ

ଭାଇ ଓ ଭଉଣୀମାନେ! ସମୟଗୁଡ଼ିକ ଓ ତାରିଖଗୁଡ଼ିକ ବିଷୟରେ ଏବେ କିଛି ଲେଖିବାର ଆବଶ୍ୟକତା ନାହିଁ। କାରଣ ଏହା ତୁମ୍ଭେ ଭଲ ଭାବେ ଜାଣ ଯେ, ଜଣେ ଗ୍ଭେର ରାତିରେ ଆସିବା ଭଳି, ପ୍ରଭୁଙ୍କର ପୁନରାଗମନ ଦିନଟି ଆଶ୍ଚର୍ଯ୍ୟଜନକ ହେବ। ଲୋକେ କହିବେ: “ଆମ୍ଭେ ଶାନ୍ତି ପାଇଛୁ ଓ ସୁରକ୍ଷିତ ଅଛୁ।” ସେହି ସମୟରେ ଗର୍ଭବତୀ ସ୍ତ୍ରୀର ପ୍ରସବ-ବେଦନା ହେଲା ଭଳି, ହଠାତ୍ ତାହାଙ୍କ ପାଇଁ ବିନାଶ ଆସିବ ଓ ସେମାନେ ରକ୍ଷା ପାଇ ପାରିବେ ନାହିଁ।

କିନ୍ତୁ ତୁମ୍ଭ ଭାଇ ଓ ଭଉଣୀମାନଙ୍କ ପାଇଁ ସେହି ଦିନଟି ଗ୍ଭେର ଆସିବା ଭଳି ଆଶ୍ଚର୍ଯ୍ୟର କଥା ହେବ ନାହିଁ, କାରଣ ତୁମ୍ଭେମାନେ ଅନ୍ଧକାରରେ ବାସ କରୁ ନାହଁ। ତୁମ୍ଭେ ସମସ୍ତେ ହେଉଛ ଆଲୋକର ସନ୍ତାନ ଓ ଦିନର ସନ୍ତାନ। ଆମ୍ଭେମାନେ ରାତ୍ରିରେ କିମ୍ବା ଅନ୍ଧକାରରେ ନାହୁଁ। ଅତଏବ ଆମ୍ଭେମାନେ ଅନ୍ୟ ଲୋକମାନଙ୍କ ଭଳି ଶୋଇ ରହିବା ଉଚିତ୍ ନୁହେଁ। ଆମ୍ଭେ ଜାଗ୍ରତ ରହିବା ଦରକାର। ନିଜ ଉପରେ ଆମ୍ଭର ସଂଯମ ଥିବା ଆବଶ୍ୟକ। ଯେଉଁ ଲୋକମାନେ ଶୁଅନ୍ତି, ସେମାନେ ରାତିରେ ଶୁଅନ୍ତି। ଯେଉଁମାନେ ମାତାଲ ହୁଅନ୍ତି, ସେମାନେ ରାତିରେ ମାତାଲ ହୁଅନ୍ତି। କିନ୍ତୁ ଆମ୍ଭେ ଦିନର ହୋଇଥିବାରୁ ନିଜକୁ ସଂଯମ କରିବା ଆବଶ୍ୟକ। ବିଶ୍ୱାସ ଓ ପ୍ରେମର ସାଞ୍ଜୁ ପିନ୍ଧିବା ଓ ପରିତ୍ରାଣର ଭରସାକୁ ଶିରସ୍ତ୍ରାଣ ରୂପେ ପରିଧାନ କରିବା ଦରକାର।

ଯେହେତୁ ପରମେଶ୍ୱର ଆମ୍ଭକୁ ତାହାଙ୍କ କ୍ରୋଧର ବିଷୟ ହେବା ପାଇଁ ବାଛି ନାହାନ୍ତି। ବରଂ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ମୁକ୍ତି ପାଇବା ପାଇଁ ପରମେଶ୍ୱର ଆମ୍ଭକୁ ବାଛିଛନ୍ତି। 10 ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ସହିତ ରହି ପାରିବା ବୋଲି, ସେ ଆମ୍ଭ ପାଇଁ ମଲେ। ଯେତେବେଳେ ଯୀଶୁ ଆସିବେ, ସେହି ସମୟରେ ଆମ୍ଭେ ଜୀବିତ ରହିବା କି ମରିଯାଇଥିବା, ତାହା ମହତ୍ତ୍ୱପୂର୍ଣ୍ଣ ନୁହେଁ। 11 ଅତଏବ ପରସ୍ପରକୁ ସାନ୍ତ୍ୱନା ଦିଅ, ଜଣେ ଅନ୍ୟ ଜଣକୁ ଆଧ୍ୟାତ୍ମିକ ଭାବରେ ଗଢ଼ ଏବଂ ପରସ୍ପରଠାରେ ନିଷ୍ଠା ଜନ୍ମାଅ। ତୁମ୍ଭେ ଏବେ ମଧ୍ୟ ସେଇଆ କରୁଛ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center