Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 119:97-104

ମେମ୍

97 ହେ ସଦାପ୍ରଭୁ, ମୁଁ ତୁମ୍ଭର ଶିକ୍ଷାଗୁଡ଼ିକୁ ଭଲ ପାଏ।
    ତାହା ମୁଁ ଦିନସାରା ଭାବେ।
98 ତୁମ୍ଭର ନିର୍ଦ୍ଦେଶ ମୋତେ ମୋର ଶତ୍ରୁମାନଙ୍କଠାରୁ ବୁଦ୍ଧିମାନ୍ କରିଛି।
    ତୁମ୍ଭର ନିୟମ ସର୍ବଦା ମୋ’ ସହିତ ଅଛି।
99 ମୋର ସମସ୍ତ ଗୁରୁଙ୍କଠାରୁ ମୁଁ ଅଧିକ ବୁଦ୍ଧିମାନ୍।
    କାରଣ ମୁଁ ତୁମ୍ଭର ବାକ୍ୟସବୁ ଶିକ୍ଷା କରେ।
100 ମୁଁ ପ୍ରାଚୀନବର୍ଗମାନଙ୍କଠାରୁ ଅଧିକ ବୁଝେ।
    କାରଣ ମୁଁ ତୁମ୍ଭର ନିର୍ଦ୍ଦେଶ ରକ୍ଷା କରେ।
101 ସଦାପ୍ରଭୁ, ପ୍ରତ୍ୟେକ କୁପଥଠାରୁ ମୁଁ ଦୂରେଇ ରହିବି,
    ଯେପରିକି ମୁଁ ତୁମ୍ଭର ବାକ୍ୟ ରକ୍ଷା କରି ପାରିବି।
102 ସଦାପ୍ରଭୁ ମୁଁ ତୁମ୍ଭର ଶାସନରୁ ଫେରି ନାହିଁ,
    କାରଣ ତୁମ୍ଭେ ନିଜେ ମୋତେ ଶିକ୍ଷା ଦେଇଅଛ।
103 ତୁମ୍ଭର ପ୍ରତିଜ୍ଞା ସର୍ବଦା ମୋ’ ପାଟିକୁ
    ମହୁଠାରୁ ଅଧିକ ମଧୁର ଲାଗେ।
104 ତୁମ୍ଭର ଶିକ୍ଷା ମୋତେ ବୁଦ୍ଧିମାନ କରେ।
    ତେଣୁ ମୁଁ ସବୁ ମିଥ୍ୟା ଶିକ୍ଷାକୁ ଘୃଣା କରେ।

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 33:10-16

10 ସଦାପ୍ରଭୁ କୁହନ୍ତି, “ଆମ୍ଭେ ଏବେ ଉଠିବା, ଆମ୍ଭେ ଏବେ ଆପଣାକୁ ଉଠାଇବା, ଆମ୍ଭେ ଏବେ ଉନ୍ନତ ହେବା। 11 ତୁମ୍ଭେମାନେ ତୁଷ ସଦୃଶ ଗର୍ଭଧାରଣ କରି ନଡ଼ା ପ୍ରସବ କରିବ। ତୁମ୍ଭମାନଙ୍କର ଅଗ୍ନିସଦୃଶ ଆତ୍ମା ତୁମ୍ଭମାନଙ୍କୁ ଗ୍ରାସ କରିବ। 12 ପୁଣି ଲୋକମାନେ ଚୂନପରି ଭସ୍ମିଭୂତ ହେବେ ଓ ଅଗ୍ନିରେ ଇଟା ଓ କଣ୍ଟକପରି ଶୀଘ୍ର ଦ‌ଗ୍‌ଧିଭୂତ ହେବେ।

13 “ହେ ଦୂରବର୍ତ୍ତୀ ଲୋକଗଣ, ଦୟାକରି ତୁମ୍ଭ କାନ ଆଣି ମୋ’ କୃତ କର୍ମର କଥା ଶୁଣ ଏବଂ ମୋ’ ନିକଟବର୍ତ୍ତୀ ସମୂହ, ଏହାକୁ ମୋର ପରାକ୍ରମ ସ୍ୱୀକାର କର।”

14 ସିୟୋନର ପାପୀଗଣ ଭୟଭୀତ, ମନ୍ଦାଗ୍ଭରୀଗଣ ହଠାତ୍ କମ୍ପିତ ହେଉଛନ୍ତି। “ଆମ୍ଭମାନଙ୍କ ମଧ୍ୟରୁ କେହି ସର୍ବଗ୍ରାସୀ ଅଗ୍ନିରେ ବାସ କରି ପାରିବ? ପୁଣି କେହି କେବେ ଅନନ୍ତକାଳ ପର୍ଯ୍ୟନ୍ତ ଜ୍ୱଳନ୍ତ ଅଗ୍ନିରେ ବାସ କରି ପାରିବ?’’

15 ଯେଉଁ ଲୋକମାନେ ଧର୍ମ ପଥରେ ଗ୍ଭଲନ୍ତି ଓ ସରଳ କଥା କୁହନ୍ତି, ସେମାନେ ଉପଦ୍ରବକାଳ ଲାଭ ତୁଚ୍ଛ କରନ୍ତି। ଲାଞ୍ଚ ଧରିବା ବିଷୟରୁ ଆପଣା ହାତ ଝାଡ଼ି ଦିଅନ୍ତି। ରକ୍ତପାତ କଥା ଶ୍ରବଣରୁ ଆପଣା କର୍ଣ୍ଣ ରୋଧ କରନ୍ତି ଓ ଦୁଷ୍କର୍ମ ଦର୍ଶନରୁ ଚକ୍ଷୁ ମୁଦ୍ରିତ କରନ୍ତି। 16 ସେହି ଲୋକମାନେ ଉଚ୍ଚ ସ୍ଥାନରେ ବାସ କରିବେ। ସେମାନେ ଉଚ୍ଚ ଶୈଳ ନିର୍ମିତ ଦୁର୍ଗରେ ସୁରକ୍ଷିତ ହେବେ। ସେମାନଙ୍କର ଭକ୍ଷ୍ୟ ଓ ଜଳର ଅଭାବ ରହିବ ନାହିଁ।

ଯୋହନ ଲିଖିତ ସୁସମାଗ୍ଭର 15:16-25

16 “ତୁମ୍ଭେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭକୁ ମନୋନୀତ କରିଛି। ମୁଁ ତୁମ୍ଭକୁ ଏହି କାର୍ଯ୍ୟ ଦେଇଛି, ଯେପରି ତୁମ୍ଭେ ଯାଇ ଫଳ ଫଳିବ। ମୁଁ ଗ୍ଭହେଁ, ତୁମ୍ଭ ଜୀବନରେ ଏହି ଫଳ ଲାଗିରହୁ। ସେଥିରେ ମୋ’ ନାମ ନେଇ ଯାହା ମାଗିବ, ପରମପିତା ତୁମ୍ଭକୁ ତାହା ଦେବେ। 17 ଏହା ମୋର ଆଦେଶ, ତୁମ୍ଭେମାନେ ପରସ୍ପରକୁ ପ୍ରେମ କର।

ଯୀଶୁ ଶିଷ୍ୟମାନଙ୍କୁ ସତର୍କ କରନ୍ତି

18 “ଯଦି ତୁମ୍ଭକୁ ଜଗତ ଘୃଣା କରେ, ତେବେ ମନେରଖ, ତୁମ୍ଭମାନଙ୍କୁ ଘୃଣା କରିବା ପୂର୍ବରୁ ଜଗତ ମୋତେ ଘୃଣା କରିଛି। 19 ତୁମ୍ଭେମାନେ ଯଦି ଏ ଜଗତର ହୋଇଥାଆନ୍ତ, ତେବେ ସଂସାର ତୁମ୍ଭମାନଙ୍କୁ ଭଲ ପାଉଥା'ନ୍ତା, ଯେପରି ଏହା ନିଜ ଲୋକକୁ ଭଲ ପାଏ। କିନ୍ତୁ ମୁଁ ତୁମ୍ଭକୁ ଜଗତ ଭିତରୁ ବାଛିଛି। ତେଣୁ ତୁମ୍ଭେ ଏ ଜଗତର ନୁହଁ। ସେଥିପାଇଁ ଜଗତ ତୁମ୍ଭକୁ ଘୃଣା କରେ।

20 “ମୁଁ ତୁମ୍ଭକୁ ଯାହା କହିଥିଲି ତାହା ମନେରଖ: ଜଣେ ଗ୍ଭକର ତା'ର ମୁନିବଠାରୁ ବଡ଼ ନୁହେଁ। ଯଦି ଲୋକମାନେ ମୋତେ ତାଡ଼ନା କରିଛନ୍ତି, ତେବେ ସେମାନେ ତୁମ୍ଭକୁ ମଧ୍ୟ ତାଡ଼ନା କରିବେ। ସେମାନେ ମୋର ଉପଦେଶ ମାନିଛନ୍ତି, ତେଣୁ ତୁମ୍ଭର ଉପଦେଶ ମଧ୍ୟ ମାନିବେ। 21 ଲୋକମାନେ ମୋ’ ଯୋଗୁଁ ତୁମ୍ଭ ପ୍ରତି ଏଭଳି ବ୍ୟବହାର କରିବେ। କାରଣ ସେମାନେ ମୋର ପ୍ରେରଣକର୍ତ୍ତାଙ୍କୁ ଜାଣନ୍ତି ନାହିଁ। 22 ମୁଁ ଯଦି ଆସି ନ ଥା'ନ୍ତି ଓ ଏଜଗତର ଲୋକମାନଙ୍କୁ କହି ନ ଥା'ନ୍ତି, ତେବେ ସେମାନେ ପାପରେ ଦୋଷୀ ବୋଲି ବିବେଚିତ ହୁଅନ୍ତେ ନାହିଁ। କିନ୍ତୁ ମୁଁ ବର୍ତ୍ତମାନ ସେମାନଙ୍କୁ କହିଛି। ତେଣୁ ତାହାଙ୍କ ପାପ ପାଇଁ ସେମାନଙ୍କ ପାଖରେ କୌଣସି ଆଳ ନାହିଁ।

23 “ମୋତେ ଘୃଣା କରୁଥିବା ବ୍ୟକ୍ତି ମୋର ପରମପିତାଙ୍କୁ ମଧ୍ୟ ଘୃଣା କରେ। ମୁଁ ଯେଉଁ ଆଶ୍ଚର୍ଯ୍ୟକାର୍ଯ୍ୟ ସେ ଲୋକମାନଙ୍କ ମଧ୍ୟରେ କରିଛି, ତାହା କୌଣସି ଲୋକ କେବେ କରି ନାହିଁ। 24 ଯଦି ମୁଁ ସେହି କାର୍ଯ୍ୟ କରି ନ ଥା'ନ୍ତି, ତେବେ ସେମାନେ ପାପଦ୍ୱାରା ଦୋଷୀ ସାବ୍ୟସ୍ତ ହୋଇ ନ ଥାଆନ୍ତେ। କିନ୍ତୁ ସେମାନେ ମୋର ସେହି ଆଶ୍ଚର୍ଯ୍ୟ କାର୍ଯ୍ୟ କରିବା ଦେଖିଛନ୍ତି। ତଥାପି ସେମାନେ ମୋତେ ଓ ପରମପିତାଙ୍କୁ ଘୃଣା କରନ୍ତି। 25 ଏସବୁ ଘଟିବା ଦ୍ୱାରା ତାହାଙ୍କ ବିଧି ବ୍ୟବସ୍ଥାରେ ଯାହା ଲେଖାଥିଲା ତାହା ସତ୍ୟ ହେଲା: ‘ସେମାନେ ମୋତେ ବିନା କାରଣରେ ଘୃଣା କଲେ।’[a]

Odia Holy Bible: Easy-to-Read Version (ERV-OR)

2010 by World Bible Translation Center