Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 15

ଦାଉଦଙ୍କର ଗୀତ

15 ହେ ସଦାପ୍ରଭୁ, କିଏ ତୁମ୍ଭର ପବିତ୍ର ତମ୍ବୁରେ ବାସ କରି ପାରିବ?
    କିଏ ତୁମ୍ଭର ପବିତ୍ର ପର୍ବତରେ ବାସ କରିବ?
କେବଳ ଯେଉଁ ବ୍ୟକ୍ତି ଶୁଦ୍ଧ ଚିତ୍ତରେ ଜୀବନ-ଯାପନ କରେ, ଭଲ କାର୍ଯ୍ୟ କରେ,
    ଓ ଅନ୍ତରରୁ ସତ୍ୟକଥା ପ୍ରକାଶ କରେ ସେ କେବଳ ତୁମ୍ଭର ପବିତ୍ର ପର୍ବତରେ ବାସ କରି ପାରିବ।
ସେହିଭଳି ମନୁଷ୍ୟ ଯିଏ କେବେ ଅନ୍ୟମାନଙ୍କ ବିଷୟରେ ମିଥ୍ୟା କଥା କହେ ନାହିଁ।
    ସେହି ବ୍ୟକ୍ତି ଯିଏ କେବେ ପଡ଼ୋଶୀ ପ୍ରତି ଅନିଷ୍ଟ ଚିନ୍ତା କରେ ନାହିଁ।
    ସେହି ବ୍ୟକ୍ତି ଲଜ୍ଜାଜନକ କଥା ନିଜ ପରିବାର ବିଷୟରେ ମଧ୍ୟ କହେ ନାହିଁ।
ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କୁ ଘୃଣା କରେ ଓ ସମ୍ମାନ କରେ ନାହିଁ,
    କିନ୍ତୁ ସେହି ବ୍ୟକ୍ତି ଯେଉଁମାନେ ସଦାପ୍ରଭୁଙ୍କ ସେବା କରୁଥିବା ଲୋକମାନଙ୍କୁ ସମ୍ମାନ ଦେଖାଏ।
ଯଦି ସେ କୌଣସି ପ୍ରତିଶ୍ରୁତି ନିଜ ପଡ଼ୋଶୀକୁ ଦେଇଥାଏ
    ତେବେ ସେହି ପ୍ରତିଶ୍ରୁତିକୁ ପାଳନ କରେ।
ଯଦି ଜଣେ ବ୍ୟକ୍ତି କିଛି ଧନ କରଜ ଦିଏ
    ଓ ସେ ସେହି ଜନଠାରୁ କୌଣସି ସୁଧ ଆଦାୟ କରେ ନାହିଁ
କିଅବା ସେହି ବ୍ୟକ୍ତି ନିରୀହ ଲୋକମାନଙ୍କୁ
    ଆଘାତ କରି ମୁଦ୍ରା ନିଏ ନାହିଁ।

ଏହିପରି ଯେଉଁ ବ୍ୟକ୍ତି କରେ, ତେବେ ସେହି ଧାର୍ମିକ ସର୍ବଦା ପରମେଶ୍ୱରଙ୍କ ନିକଟରେ ଅବସ୍ଥାନ କରିବ।

ଯାତ୍ରାପୁସ୍ତକ 32:15-35

15 ଏହା ପରେ ମୋଶା ବୁଲି ପଡ଼ିଲେ ଓ ପର୍ବତର ତଳକୁ ଓହ୍ଲାଇ ଗଲେ। ମୋଶାଙ୍କ ହାତରେ ଚୁକ୍ତି ଲେଖା ଯାଇଥିବା ପ୍ରସ୍ତର ଫଳକ ଥିଲା। ସଦାପ୍ରଭୁଙ୍କର ଆଜ୍ଞା ଏହା ପଛପଟେ ଓ ଆଗ ପଟେ ଲେଖା ହୋଇଥିଲା। 16 ପରମେଶ୍ୱରଙ୍କ ଦ୍ୱାରା ସେହି ପ୍ରସ୍ତର ଫଳକ ନିର୍ମିତ ହୋଇଥିଲା ଏବଂ ପରମେଶ୍ୱର ସ୍ୱହସ୍ତରେ ଲେଖିଥିଲେ।

17 ଯିହୋଶୂୟ ସେହି ଭୋଜିର କୋଳାହଳ ଶୁଣିଲେ। ଯିହୋଶୂୟ ମୋଶାଙ୍କୁ କହିଲେ, “ଛାଉଣିରେ ଯୁଦ୍ଧର ଶବ୍ଦପରି ଏହା ଶୁଭୁଛି।”

18 ମୋଶା ଉତ୍ତର ଦେଲେ, “ଏହା ସୈନ୍ୟମାନଙ୍କର ଜୟଧ୍ୱନିର ଶବ୍ଦ ନୁହେଁ। କିମ୍ବା ପରାଜୟର ଶବ୍ଦ ମଧ୍ୟ ନୁହେଁ। ମୁଁ ଗାୟନର ଶବ୍ଦ ଶୁଣି ପାରୁଛି।”

19 ମୋଶା ଛାଉଣିର ନିକଟକୁ ଆସିଲେ। ସେ ସେହି ସୁବର୍ଣ୍ଣର ବାଛୁରି ଦେଖିଲେ ଏବଂ ସେ ଲୋକମାନଙ୍କୁ ନାଚୁଥିବାର ଦେଖିଲେ। ମୋଶା ରାଗିଗଲେ। ସେ ରାଗରେ ସେହି ପ୍ରସ୍ତର ଫଳକକୁ ପର୍ବତ ତଳେ ଫିଙ୍ଗି ଚୂନା କରି ଦେଲେ। 20 ଏହା ପରେ ମୋଶା ସେମାନେ ତିଆରି କରିଥିବା ବାଛୁରିକୁ ନେଇଗଲେ ଏବଂ ସେ ଏହାକୁ ନିଆଁରେ ତରଳାଇ ଦେଲେ। ଏହା ପରେ ସେ ପେଷି ଦେଲେ ଏବଂ ତାକୁ ପାଣିରେ ମିଶାଇ ଇସ୍ରାଏଲର ସମସ୍ତ ଲୋକଙ୍କୁ ସେହି ପାଣି ପିଆଇଲେ।

21 ମୋଶା ହାରୋଣଙ୍କୁ କହିଲେ, “ଏ ଲୋକମାନେ ତୁମ୍ଭ ପାଇଁ କ’ଣ କଲେ? କାହିଁକି ତୁମ୍ଭେ ସେମାନଙ୍କୁ ଏପରି ପାପ କରିବାକୁ ଆଗେଇ ନେଲ?”

22 ହାରୋଣ ଉତ୍ତର ଦେଲେ, “କ୍ରୋଧ ହୁଅ ନାହିଁ ମହାଶୟ। ତୁମ୍ଭେ ଜାଣ ଏହି ଲୋକମାନେ ସର୍ବଦା ଭୁଲ୍ କରନ୍ତି। 23 ଲୋକମାନେ ମୋତେ କହିଲେ, ‘ମୋଶା ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଲେ। କିନ୍ତୁ ତାଙ୍କର କ’ଣ ହେଲା ତାହା ଆମ୍ଭେ ଜାଣୁ ନାହୁଁ। ତେଣୁ କିଛି ଦେବଗଣ ତିଆରି କର ଓ ଆମ୍ଭମାନଙ୍କୁ ଆଗେଇ ନିଅ।’ 24 ତେଣୁ ମୁଁ ଲୋକମାନଙ୍କୁ କହିଲି, ‘ଯଦି ତୁମ୍ଭମାନଙ୍କ ପାଖରେ କିଛି ସୁବର୍ଣ୍ଣର ଅଳଙ୍କାର ଅଛି, ତେବେ ମୋ’ ପାଖକୁ ଆଣ, ତେଣୁ ସେମାନେ ମୋତେ ତାଙ୍କର ସବୁ ସୁବର୍ଣ୍ଣ ଦେଲେ।’ ମୁଁ ସୁବର୍ଣ୍ଣକୁ ନିଆଁରେ ଫୋପାଡ଼ି ଦେଲି ଓ ଏହି ବାଛୁରି ତିଆରି କଲି।”

25 ମୋଶା ହୃ‌ଦ୍‌ବୋଧ କଲେ ଯେ, ହାରୋଣ ଲୋକମାନଙ୍କୁ ନିୟନ୍ତ୍ରଣ ବାହାର କରି ଦେଇଛନ୍ତି। ତେଣୁ ଶତ୍ରୁମାନଙ୍କ ଦ୍ୱାରା ହାସ୍ୟାସ୍ପଦ ହେବାକୁ ହେବ। 26 ତେଣୁ ମୋଶା ଛାଉଣି ଦ୍ୱାର ଦେଶରେ ଛିଡ଼ା ହୋଇ କହିଲେ, “ଯେଉଁ ଲୋକେ ସଦାପ୍ରଭୁଙ୍କୁ ଅନୁସରଣ କରିବାକୁ ଗ୍ଭହଁ ସେମାନେ ମୋ’ ପାଖକୁ ଆସ।” ଏବଂ ଏଥିରେ ଲେବୀ ବଂଶର ସମସ୍ତ ଲୋକ ମୋଶାଙ୍କ ନିକଟକୁ ଦୌଡ଼ିଲେ।

27 ମୋଶା ସେମାନଙ୍କୁ କହିଲେ, “ମୁଁ ତୁମ୍ଭକୁ କହିବି ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର ଯାହା କହନ୍ତି, ‘ତୁମ୍ଭେମାନେ ପ୍ରତ୍ୟେକ ଆପଣା ଜଙ୍ଘରେ ଖ‌ଡ଼୍‌ଗ ବାନ୍ଧି ଛାଉଣିର ମଧ୍ୟଦେଇ ଗୋଟିଏ ଦ୍ୱାରରୁ ଅନ୍ୟଦ୍ୱାର ନିକଟକୁ ଯିବା ଆସିବା କର ଏବଂ ପ୍ରତ୍ୟେକ ଆପଣା ଭ୍ରାତା, ମିତ୍ର ଓ ପ୍ରତିବାସୀକୁ ବଧ କର।’”

28 ତେଣୁ ମୋଶା ଯେପରି କହିଲେ, ଲେବୀୟମାନେ ସେହିପରି କଲେ ଏବଂ ସେହି ଦିନ ଇସ୍ରାଏଲରେ 3,000 ଲୋକଙ୍କୁ ହତ୍ୟା କରାଗଲା। 29 ଏହା ପରେ ମୋଶା କହିଲେ, “ତୁମ୍ଭେମାନେ ପ୍ରତ୍ୟେକ ନିଜ ନିଜ ପୁତ୍ର ଓ ଭାତୃଗଣର ବିପକ୍ଷ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଜ ନିଜକୁ ନିଯୁକ୍ତି କର ତହିଁରେ ସଦାପ୍ରଭୁ ଆଜି ତୁମ୍ଭମାନଙ୍କୁ ଆଶୀର୍ବାଦ କରିବେ।”

30 ପରଦିନ ସକାଳେ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଭୟଙ୍କର ପାପ କରିଛ। କିନ୍ତୁ ବର୍ତ୍ତମାନ ମୁଁ ସଦାପ୍ରଭୁଙ୍କ ନିକଟକୁ ଯିବି ଏବଂ ହୁଏତ ତୁମ୍ଭର ପାପ ପାଇଁ ମୁଁ ପ୍ରାୟଶ୍ଚିତ କରିବାକୁ ସକ୍ଷମ ହେବି।” 31 ତେଣୁ ମୋଶା ପରମେଶ୍ୱରଙ୍କ ନିକଟକୁ ଫେରିଗଲେ ଏବଂ କହିଲେ, “ହେ ସଦାପ୍ରଭୁ, ମୋର ଗୁହାରି ଶୁଣ। ଏହି ଲୋକମାନେ ସୁବର୍ଣ୍ଣରେ ଦେବତାଗଣ କରି ଭୟଙ୍କର ପାପ କରିଛନ୍ତି। 32 ବର୍ତ୍ତମାନ ସେମାନଙ୍କର ପାପକୁ କ୍ଷମା କରିଦିଅ, ଯଦି ତୁମ୍ଭେ ସେମାନଙ୍କୁ କ୍ଷମା ନ କର ତେବେ ତୁମ୍ଭେ ଲେଖିଥିବା ଜୀବନ୍ତ ପୁସ୍ତକରୁ ମୋର ନାମକୁ କାଟି ଦିଅ।”

33 କିନ୍ତୁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଯେଉଁମାନେ ମୋ’ ବିରୁଦ୍ଧରେ ପାପ କରିଅଛନ୍ତି, ମୁଁ ମୋର ଜୀବନ୍ତ ପୁସ୍ତକରୁ ସେମାନଙ୍କର ନାମ କାଟି ଦେବି। 34 ବର୍ତ୍ତମାନ ମୁଁ ଯେଉଁ ଦେଶ ବିଷୟରେ ତୁମ୍ଭକୁ କହୁଅଛି ସେହି ଦେଶକୁ ଲୋକମାନଙ୍କୁ ନେଇଯାଅ। ଦେଖ, ମୋର ସ୍ୱର୍ଗଦୂତ ତୁମ୍ଭମାନଙ୍କର ଆଗେ ଆଗେ ଗମନ କରିବେ କିନ୍ତୁ ପାପୀମାନେ ଉଚିତ୍ ସମୟରେ ଦଣ୍ଡିତ ହେବେ।” 35 ତେଣୁ ସଦାପ୍ରଭୁ ଲୋକମାନଙ୍କ ଉପରେ ଭୟଙ୍କର ଅସୁସ୍ଥତା ଆଣିଲେ, ସେ ଏପରି କଲେ କାରଣ ଲୋକମାନେ ହାରୋଣଙ୍କୁ ଏହି ସୁବର୍ଣ୍ଣ ବାଛୁରି ତିଆରି କରିବାକୁ କହିଥିଲେ।

ଯାକୁବଙ୍କ ପତ୍ର 1:9-16

ପ୍ରକୃତ ଧନ

ଯଦି ଜଣେ ବିଶ୍ୱାସୀ ଗରିବ ହୋଇଥାଏ, ତେବେ ପରମେଶ୍ୱର ତାହାକୁ ଆତ୍ମିକ ଭାବେ ଧନୀ କରିଥିବାରୁ, ସେ ଗର୍ବ କରିବା ଉଚିତ୍। 10 ସେହିପରି ଜଣେ ଧନୀ ବିଶ୍ୱାସୀ ଯେ ଆତ୍ମିକ ଭାବରେ ଗରିବ, ତାହା ପରମେଶ୍ୱର ତାହାକୁ ଦେଖାଇ ଦେଇଥିବାରୁ, ସେ ଗର୍ବ କରିବା ଉଚିତ୍। ଧନୀଲୋକ ଜଣକ ଘାସର ଫୁଲ ଭଳି ଝଡ଼ିପଡ଼ି ମରିଯିବ। 11 ସୂର୍ଯ୍ୟ ଉଦୟ ହୋଇ ଅଧିକ ଉତ୍ତପ୍ତ କରେ। ସୂର୍ଯ୍ୟର ଉତ୍ତାପ ଗ୍ଭରା ଗଛଟିକୁ ଶୁଖେଇ ଦିଏ। ଫୁଲ ଝଡ଼ି ଯାଏ। ସେହି ଫୁଲ ଅତି ସୁନ୍ଦର ଥିଲା, କିନ୍ତୁ ଏବେ ତାହା ମୃତ ହେଲା। ଧନୀଲୋକର କଥା ମଧ୍ୟ ଠିକ୍ ସେହିଭଳି। ସେ ତାହାର ବ୍ୟବସାୟ ଲାଗି ଯୋଜନା କରୁଥିବା ବେଳେ ମରିଯିବ।

ପରମେଶ୍ୱରଙ୍କଠାରୁ ପରୀକ୍ଷା ଆସେ ନାହିଁ

12 ଯେଉଁ ବ୍ୟକ୍ତି ପରୀକ୍ଷିତ ହୋଇ ଦୃଢ଼ ରହି ପାରେ, ସେ ଖୁସୀ ହେବା କଥା। କାରଣ, ସେ ତାହାର ବିଶ୍ୱାସକୁ ଦୃଢ଼ ବୋଲି ପ୍ରମାଣିତ କରି ସାରିଲା ପରେ, ପରମେଶ୍ୱର ତାହାକୁ ଅନନ୍ତ ଜୀବନର ପୁରସ୍କାର ଦେବେ। ପରମେଶ୍ୱରଙ୍କୁ ପ୍ରେମ କରୁଥିବା ସବୁ ଲୋକଙ୍କୁ ପରମେଶ୍ୱର ଏହି ପ୍ରତିଜ୍ଞା ଦେଇଛନ୍ତି। 13 ଯେତେବେଳେ ଜଣେ ବ୍ୟକ୍ତି ପରୀକ୍ଷିତ ହୁଏ, ସେ କହିବା ଉଚିତ୍ ନୁହେଁ ଯେ, “ପରମେଶ୍ୱର ମୋତେ ପରୀକ୍ଷା କରୁଛନ୍ତି।” କାରଣ ମନ୍ଦତା ପରମେଶ୍ୱରଙ୍କୁ ପରୀକ୍ଷା କରିପାରେ ନାହିଁ। ଏବଂ ପରମେଶ୍ୱର ନିଜେ କାହାକୁ ପରୀକ୍ଷା କରନ୍ତି ନାହିଁ। 14 ପ୍ରତ୍ୟେକ ବ୍ୟକ୍ତି ତା'ର ନିଜର ମନ୍ଦ ପ୍ରବୃତ୍ତି ଯୋଗୁଁ ପରୀକ୍ଷିତ ହୁଏ। ତାହାର ମନ୍ଦ ଇଚ୍ଛା ତାହାକୁ ଭସାଇ ନିଏ ଓ ବାନ୍ଧି ରଖେ। 15 ଏହି ଇଚ୍ଛା ହିଁ ପାପକୁ ଜାତ କରେ। ଏହି ପାପ ବଢ଼ି ମୃତ୍ୟୁକୁ ଜନ୍ମ ଦିଏ।

16 ମୋ’ ଭାଇ ଓ ଭଉଣୀମାନେ! ଏହି ବିଷୟରେ କୌଣସି ପ୍ରକାର ମୂର୍ଖାମୀରେ ପଡ଼ ନାହିଁ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center