Revised Common Lectionary (Complementary)
ମୋଶା ଲୋକମାନଙ୍କୁ ପରମେଶ୍ୱରଙ୍କ ବ୍ୟବସ୍ଥା ମାନିବାକୁ କହିଲେ
4 “ବର୍ତ୍ତମାନ ହେ ଇସ୍ରାଏଲ ମୁଁ ଯେଉଁ ନିୟମ ଓ ଆଜ୍ଞା ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଶିକ୍ଷା ଦେଉଅଛି, ତହିଁରେ ମନୋଯୋଗ କର। ତାହା ପାଳନ କଲେ ତୁମ୍ଭେମାନେ ବଞ୍ଚିବ। ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବ। 2 ମୁଁ ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭେମାନେ ସେହି ବାକ୍ୟରେ ଆଉ କିଛି ମିଶାଅ ନାହିଁ। କିଅବା ତା'ଠାରୁ କିଛି ଊଣାକରି ପାଳନ କର ନାହିଁ। ସମ୍ପୂର୍ଣ୍ଣ ଭାବେ ସେହି ବାକ୍ୟମାନ ପାଳନ କର। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ଆଜ୍ଞା ମାନ।
6 ତେଣୁ ଏହି ବ୍ୟବସ୍ଥାସବୁ ପାଳନ କର ଏବଂ ସେଗୁଡ଼ିକ ଅଭ୍ୟାସ କର କାରଣ ବହୁତ ଦେଶମାନଙ୍କ ମଧ୍ୟରେ ଏହା ତୁମ୍ଭର ଜ୍ଞାନ ଓ ବୁଝାମଣା ହେବ। ଏହି ବ୍ୟବସ୍ଥା ଶୁଣିଲାପରେ ସେମାନେ କହିବେ ଯେ, ‘ଇସ୍ରାଏଲୀୟ ଲୋକମାନେ ମହାନ ଲୋକ ଯେଉଁମାନେ ଜ୍ଞାନୀ ଏବଂ ବୁଝାମଣା ଶକ୍ତି ଅଛି।’
7 “ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କ ସ୍ମରଣରେ ଯେପରି ସର୍ବଦା ଆମ୍ଭମାନଙ୍କର ନିକଟବର୍ତ୍ତୀ ହୁଅନ୍ତି। ଅନ୍ୟ ଓ କୌଣସି ଗୋଷ୍ଠୀୟମାନଙ୍କ ପ୍ରତି ଏପରି ପ୍ରଦର୍ଶନ କରନ୍ତି ନାହିଁ। 8 ଯେଉଁସବୁ ଯଥାର୍ଥା ବିଧି ଓ ବ୍ୟବସ୍ଥା ଯେପରି ଶିକ୍ଷା ଆଦି ଦେଇଅଛି, ତାହା ତୁଲ୍ୟ କୌଣସି ଜାତିଗଣ ମଧ୍ୟରେ ନାହିଁ। 9 କିନ୍ତୁ ସାବଧାନ ହୁଅ। ନିଶ୍ଚିତ ରୂପେ ତୁମ୍ଭେମାନେ ବଞ୍ଚିଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଦେଖିଥିବା କାର୍ଯ୍ୟଗୁଡ଼ିକ କଦାପି ଭୁଲିବ ନାହିଁ। ତୁମ୍ଭେମାନେ ତୁମ୍ଭର ସନ୍ତାନମାନଙ୍କୁ ଓ ତୁମ୍ଭର ନାତୀନାତୁଣୀମାନଙ୍କୁ ସେଗୁଡ଼ିକ ଶିକ୍ଷା ଦିଅ।
ଦାଉଦଙ୍କର ଗୀତ
15 ହେ ସଦାପ୍ରଭୁ, କିଏ ତୁମ୍ଭର ପବିତ୍ର ତମ୍ବୁରେ ବାସ କରି ପାରିବ?
କିଏ ତୁମ୍ଭର ପବିତ୍ର ପର୍ବତରେ ବାସ କରିବ?
2 କେବଳ ଯେଉଁ ବ୍ୟକ୍ତି ଶୁଦ୍ଧ ଚିତ୍ତରେ ଜୀବନ-ଯାପନ କରେ, ଭଲ କାର୍ଯ୍ୟ କରେ,
ଓ ଅନ୍ତରରୁ ସତ୍ୟକଥା ପ୍ରକାଶ କରେ ସେ କେବଳ ତୁମ୍ଭର ପବିତ୍ର ପର୍ବତରେ ବାସ କରି ପାରିବ।
3 ସେହିଭଳି ମନୁଷ୍ୟ ଯିଏ କେବେ ଅନ୍ୟମାନଙ୍କ ବିଷୟରେ ମିଥ୍ୟା କଥା କହେ ନାହିଁ।
ସେହି ବ୍ୟକ୍ତି ଯିଏ କେବେ ପଡ଼ୋଶୀ ପ୍ରତି ଅନିଷ୍ଟ ଚିନ୍ତା କରେ ନାହିଁ।
ସେହି ବ୍ୟକ୍ତି ଲଜ୍ଜାଜନକ କଥା ନିଜ ପରିବାର ବିଷୟରେ ମଧ୍ୟ କହେ ନାହିଁ।
4 ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କୁ ଘୃଣା କରେ ଓ ସମ୍ମାନ କରେ ନାହିଁ,
କିନ୍ତୁ ସେହି ବ୍ୟକ୍ତି ଯେଉଁମାନେ ସଦାପ୍ରଭୁଙ୍କ ସେବା କରୁଥିବା ଲୋକମାନଙ୍କୁ ସମ୍ମାନ ଦେଖାଏ।
ଯଦି ସେ କୌଣସି ପ୍ରତିଶ୍ରୁତି ନିଜ ପଡ଼ୋଶୀକୁ ଦେଇଥାଏ
ତେବେ ସେହି ପ୍ରତିଶ୍ରୁତିକୁ ପାଳନ କରେ।
5 ଯଦି ଜଣେ ବ୍ୟକ୍ତି କିଛି ଧନ କରଜ ଦିଏ
ଓ ସେ ସେହି ଜନଠାରୁ କୌଣସି ସୁଧ ଆଦାୟ କରେ ନାହିଁ
କିଅବା ସେହି ବ୍ୟକ୍ତି ନିରୀହ ଲୋକମାନଙ୍କୁ
ଆଘାତ କରି ମୁଦ୍ରା ନିଏ ନାହିଁ।
ଏହିପରି ଯେଉଁ ବ୍ୟକ୍ତି କରେ, ତେବେ ସେହି ଧାର୍ମିକ ସର୍ବଦା ପରମେଶ୍ୱରଙ୍କ ନିକଟରେ ଅବସ୍ଥାନ କରିବ।
17 ପ୍ରତ୍ୟେକ ଉତ୍ତମ ବିଷୟ ଓ ସିଦ୍ଧ ଦାନ ପରମେଶ୍ୱରଙ୍କଠାରୁ ଆସିଥାଏ। ଯେଉଁ ପରମପିତା ଆକାଶସ୍ଥ ସମସ୍ତ ଜ୍ୟୋତିଃର୍ଗଣ ସୂର୍ଯ୍ୟ, ଚନ୍ଦ୍ର, ତାରାଙ୍କୁ ନିର୍ମାଣ କରିଛନ୍ତି, ତାହାଙ୍କଠାରୁ ଏହି ସମସ୍ତ ଉତ୍ତମ ଦାନ ଆସେ। ପରମେଶ୍ୱର ପରିବର୍ତ୍ତନ ହୁଅନ୍ତି ନାହିଁ, ସେ ସର୍ବଦା ସମାନ ଅଟନ୍ତି। 18 ସତ୍ୟ ବାକ୍ୟ ଦ୍ୱାରା ସେ ଆମ୍ଭକୁ ଜୀବନ ଦାନ ଦେବା ନିମନ୍ତେ ସ୍ଥିର କଲେ। ତାହାଙ୍କ ସୃଷ୍ଟ ସମସ୍ତ ବସ୍ତୁ ମଧ୍ୟରୁ ଆମ୍ଭମାନଙ୍କୁ ସର୍ବାଧିକ ମହତ୍ତ୍ୱପୂର୍ଣ୍ଣ କରିବା ତାହାଙ୍କର ଇଚ୍ଛା ଥିଲା।
ଶୁଣିବା ଓ ପାଳନ କରିବା
19 ମୋ’ ପ୍ରିୟ ଭାଇ ଓ ଭଉଣୀମାନେ, କହିବା ଅପେକ୍ଷା ଶୁଣିବାରେ ବେଶି ଇଚ୍ଛୁକ ହୁଅ। ସହଜରେ ରାଗି ଯାଅ ନାହିଁ। 20 କାରଣ ଜଣେ ମଣିଷର କ୍ରୋଧ ତାହାକୁ ପରମେଶ୍ୱରଙ୍କ ଇଚ୍ଛାନୁମୋଦିତ ଧାର୍ମିକ ଜୀବନ କାଟିବାକୁ ସାହାଯ୍ୟ କରେ ନାହିଁ। 21 ତେଣୁ ତୁମ୍ଭମାନଙ୍କ ଜୀବନରୁ ପ୍ରତ୍ୟେକ ମନ୍ଦ ବିଷୟ ଓ ମନ୍ଦ କର୍ମକୁ କାଢ଼ି ପକାଅ। ତୁମ୍ଭର ହୃଦୟରେ ବୁଣା ଯାଇଥିବା ପରମେଶ୍ୱରଙ୍କ ଶିକ୍ଷାଗୁଡ଼ିକୁ ନମ୍ରତାର ସହିତ ଗ୍ରହଣ କର। ଏହି ଶିକ୍ଷା ତୁମ୍ଭର ଆତ୍ମାକୁ ରକ୍ଷା କରି ପାରିବ।
22 ପରମେଶ୍ୱରଙ୍କ ଶିକ୍ଷାଗୁଡ଼ିକ ପାଳନ କର, କେବଳ ଯେ ଶୁଣିବ ତାହା ନୁହେଁ, କିନ୍ତୁ କାର୍ଯ୍ୟରେ ଦେଖାଇବା ଦରକାର। କେବଳ ବସି ରହି ଶୁଣିବା ଦ୍ୱାରା ତୁମ୍ଭେ ପ୍ରକୃତରେ ନିଜକୁ ଠକୁଛ। 23 ଯଦି ଜଣେ ପରମେଶ୍ୱରଙ୍କ ଶିକ୍ଷାକୁ କେବଳ ଶୁଣେ ଓ କିଛି କରେ ନାହିଁ, ସେ ଲୋକ ଦର୍ପଣରେ ନିଜ ମୁହଁ ଦେଖିଲା ଭଳି ଅଟେ। 24 ସେ ଦର୍ପଣରେ ନିଜକୁ ଦେଖେ ଓ ଦୂରେଇ ଗ୍ଭଲିଯାଏ ଓ ଶୀଘ୍ର ଭୁଲିଯାଏ ଯେ, ସେ କିପରି ଦିଶୁଥିଲା। 25 କିନ୍ତୁ ପ୍ରକୃତ ସୁଖୀ ଲୋକ ଯତ୍ନ ସହକାରେ ପରମେଶ୍ୱରଙ୍କ ସିଦ୍ଧ ବ୍ୟବସ୍ଥାକୁ ଅଧ୍ୟୟନ କରେ ଯାହା ମନୁଷ୍ୟମାନଙ୍କୁ ସ୍ୱାଧୀନ କରିଥାଏ। ସେ ସର୍ବଦା ତାହା ଅଧ୍ୟୟନ କରୁଥାଏ। ସେ ପରମେଶ୍ୱରଙ୍କ ଶିକ୍ଷାକୁ ଶୁଣେ ଓ ସେହି ଶୁଣିଥିବା ବିଷୟ ଭୁଲିଯାଏ ନାହିଁ। ତା'ପରେ ସେ ପରମେଶ୍ୱରଙ୍କ ସେହି ଶିକ୍ଷାକୁ ପାଳନ କରେ। ଏପରି କରିବା ଦ୍ୱାରା ସେ ସୁଖୀ ହୁଏ।
ପରମେଶ୍ୱରଙ୍କୁ ଉପାସନା କରିବାର ପ୍ରକୃତ ମାର୍ଗ
26 ଜଣେ ଲୋକ ଭାବିପାରେ ଯେ, ସେ ନିଜେ ଜଣେ ଧାର୍ମିକ ଲୋକ ଅଟେ। କିନ୍ତୁ ଯେଉଁସବୁ କଥା କହିବା ଉଚିତ୍ ନୁହେଁ, ତାହା କହିବା ଦ୍ୱାରା ସେ ନିଜକୁ ଠକେ। ତେଣୁ ତା'ର “ଧର୍ମ”ର କିଛି ମୂଲ୍ୟ ରହେ ନାହିଁ। 27 ପରମେଶ୍ୱର ଯେଉଁ ଧର୍ମକୁ ଭଲ ପାଆନ୍ତି, ତାହା ହେଲା: ଅନାଥ, ବିଧବା ଓ ଅସହାୟ ଲୋକମାନଙ୍କର ଯତ୍ନ ନେବା ଓ ନିଜକୁ ଏହି ସଂସାରର ମନ୍ଦ ପ୍ରଭାବରୁ ମୁକ୍ତ ରଖିବା। ଏହି ପ୍ରକାର ଧର୍ମକୁ ପରମେଶ୍ୱର ସମ୍ପୂର୍ଣ୍ଣ ଶୁଦ୍ଧ ଓ ଉତ୍ତମ ବୋଲି ଗ୍ରହଣ କରନ୍ତି।
ପରମେଶ୍ୱରଙ୍କ ବ୍ୟବସ୍ଥା ଓ ମନୁଷ୍ୟକୃତ ନିୟମ
(ମାଥିଉ 15:1-20)
7 କେତେକ ଫାରୂଶୀ ଓ କେତେକ ଧର୍ମଶାସ୍ତ୍ରୀ ଯିରୁଶାଲମରୁ ଆସି ଯୀଶୁଙ୍କ ଗ୍ଭରିପଟେ ରୁଣ୍ତ ହୋଇଗଲେ। 2 ସେମାନେ ଯୀଶୁଙ୍କର କେତେକ ଶିଷ୍ୟଙ୍କୁ ଅପବିତ୍ର ହାତରେ ଅର୍ଥାତ୍ ନିର୍ଦ୍ଧାରିତ ପଦ୍ଧତିରେ ହାତ ନ ଧୋଇ ଖାଉଥିବାର ଦେଖିଲେ। 3 ଫାରୂଶୀ ଓ ସମସ୍ତ ଯିହୂଦୀମାନେ ନିର୍ଦ୍ଧାରିତ ପଦ୍ଧତିରେ ହାତ ନ ଧୋଇ କେବେ ହେଲେ ଖାଉ ନ ଥିଲେ। ସେମାନେ ତାହାଙ୍କର ମହାନ ପୂର୍ବ ପୁରୁଷଙ୍କ ଦ୍ୱାରା ପ୍ରଚଳିତ ପରମ୍ପରା ପାଳନ କରିବା ପାଇଁ ଏହା କରୁଥିଲେ। 4 ଏପରିକି ବଜାରରୁ ଅଣାଯାଉଥିବା ଖାଦ୍ୟ ପଦାର୍ଥକୁ ସେମାନେ ନିର୍ଦ୍ଧାରିତ ପଦ୍ଧତିରେ ନ ଧୋଇ ଖାଆନ୍ତି ନାହିଁ। ଗିନା, କଳସ, ତମ୍ବାପାତ୍ର ଆଦି ମାଜିବା ଧୋଇବା ଭଳି ଅନେକ ପରମ୍ପରା ସେମାନେ ପାଳନ କରନ୍ତି।
5 ତେଣୁ ଫାରୂଶୀ ଓ ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କୁ ପଗ୍ଭରିଲେ, “ତୁମ୍ଭର ଶିଷ୍ୟମାନେ ପୂର୍ବ ପୁରୁଷରୁ ପ୍ରଚଳିତ ପରମ୍ପରାଗୁଡ଼ିକୁ କାହିଁକି ପାଳୁ ନାହାନ୍ତି? ସେମାନେ ଅପବିତ୍ର ହାତରେ ଖାଆନ୍ତି, ସେମାନେ ଏଭଳି କାହିଁକି କରନ୍ତି?”
6 ଯୀଶୁ କହିଲେ, “ତୁମ୍ଭଭଳି କପଟୀମାନଙ୍କ ସମ୍ବନ୍ଧରେ ଯିଶାଇୟ ଯାହା ଭବିଷ୍ୟଦ୍ବାଣୀ କରିଥିଲେ ତାହା ଯଥାର୍ଥ, ଯିଶାଇୟ ଲେଖିଥିଲେ,
‘ଏ ଲୋକମାନେ କେବଳ ମୁଖରେ ମୋର ସମ୍ମାନ କରନ୍ତି,
କିନ୍ତୁ ସେମାନଙ୍କ ମନ ମୋ'ଠାରୁ ବହୁ ଦୂରରେ।
7 ସେମାନଙ୍କର ମୋ’ ପାଇଁ ଉପାସନା ନିରର୍ଥକ,
କାରଣ ସେମାନେ ଲୋକଙ୍କୁ ତାହାଙ୍କ ସିଦ୍ଧାନ୍ତ ଭାବରେ ମନୁଷ୍ୟକୃତ ନିୟମ ମାନିବାକୁ ଉପଦେଶ ଦିଅନ୍ତି।’(A)
8 ତୁମ୍ଭେମାନେ ପରମେଶ୍ୱରଙ୍କ ଆଦେଶ ତ୍ୟାଗ କରିଛ। ଏବେ ତୁମ୍ଭେମାନେ ମନୁଷ୍ୟକୃତ ପରମ୍ପରାକୁ ଧରି ବସିଛ।”
14 ଯୀଶୁ ଲୋକମାନଙ୍କୁ ପୁଣି ପାଖକୁ ଡାକିଲେ। ସେ କହିଲେ ପ୍ରତ୍ୟେକ ଲୋକ ମୋର କଥା ଶୁଣ ଓ ବୁଝ। 15 ଏଭଳି କୌଣସି ବସ୍ତୁ ନାହିଁ, ଯାହା ବାହାରୁ ମନୁଷ୍ୟ ଭିତରକୁ ପ୍ରବେଶ କରି ତାକୁ ଅଶୁଦ୍ଧ କରି ପକାଇବ। ବରଂ ଯେଉଁ ବସ୍ତୁ ମନୁଷ୍ୟର ଭିତରୁ ବାହାରି ଥାଏ, ତାହା ହିଁ ତାକୁ ଅଶୁଦ୍ଧ କରିପାରେ।’’
21 ମନୁଷ୍ୟ ଭିତରେ, ତା'ର ମନରେ, ଏହିସବୁ ଖରାପ ଜିନିଷ ଜନ୍ମ ଦିଏ, ମନ୍ଦ ବିଗ୍ଭର, ଯୌନଗତ ପାପ, ଗ୍ଭେରି, ହତ୍ୟା। 22 ବ୍ୟଭିଗ୍ଭର, ଲାଳସା ବା ଲୋଭ, ଦୁଷ୍ଟାତ୍ମା, ମନ୍ଦକାମ କରିବା, ପ୍ରବଞ୍ଚନା, ଈର୍ଷା, ଚୁଗୁଲି, ଅହଙ୍କାର ଏବଂ ମୂର୍ଖତା। 23 ଏହିସବୁ ଖରାପ ଜିନିଷ ମନୁଷ୍ୟର ଭିତରୁ ବାହାରକୁ ଆସିଥାଏ। ଏଗୁଡ଼ିକ ମନୁଷ୍ୟକୁ ଅଶୁଦ୍ଧ କରିପକାଏ।”
2010 by World Bible Translation Center