Revised Common Lectionary (Complementary)
106 ସଦାପ୍ରଭୁଙ୍କର ପ୍ରଶଂସା କର!
ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସେ ଉତ୍ତମ!
ତାଙ୍କର ପ୍ରେମ ଅନନ୍ତକାଳସ୍ଥାୟୀ!
2 ସଦାପ୍ରଭୁଙ୍କୁ କେହି ବର୍ଣ୍ଣନା କରି ପାରିବେ ନାହିଁ।
ତାଙ୍କର ପୂର୍ଣ୍ଣ ପ୍ରଶଂସା କେହି କରି ପାରିବେ ନାହିଁ।
3 ଯେଉଁ ଲୋକେ ପରମେଶ୍ୱରଙ୍କ ନିର୍ଦ୍ଦେଶ ମାନନ୍ତି ସେମାନେ ଖୁସୀ ରହନ୍ତି।
ଯିଏ ସର୍ବଦା ସୁକାର୍ଯ୍ୟ କରିଥା’ନ୍ତି।
4 ହେ ସଦାପ୍ରଭୁ, ତୁମ୍ଭର ଲୋକମାନଙ୍କ ପ୍ରତି ଦୟା କରିବା ସମୟରେ ମୋତେ ଟିକେ ମନେ ପକାଅ।
ମୋତେ ମଧ୍ୟ ଉଦ୍ଧାର କରିବାକୁ ମନେପକାଅ।
5 ହେ ସଦାପ୍ରଭୁ, ତୁମ୍ଭେ ମୋତେ ତୁମ୍ଭର ମନୋନୀତ ଲୋକମାନଙ୍କର
ଭଲ କାର୍ଯ୍ୟରେ ନିୟୋଜିତ ହେବାକୁ ଦିଅ।
ତୁମ୍ଭ ନିର୍ଣ୍ଣିତ ଲୋକମାନଙ୍କ ସହିତ ଆନନ୍ଦ କରିବାକୁ ଦିଅ,
ଯେଉଁମାନେ କି ତୁମ୍ଭ ସହିତ ଆସନ୍ତି।
6 ଆମ୍ଭେମାନେ ଠିକ୍ ଆମ୍ଭର ପୂର୍ବପୁରୁଷଙ୍କ ପରି ପାପ କରିଛୁ।
ଆମ୍ଭେ ଅଧର୍ମ କରିଅଛୁ।
ଆମ୍ଭେମାନେ ଅଧର୍ମ ଭାବରେ କାମ କରିଅଛୁ।
13 କିନ୍ତୁ ପରମେଶ୍ୱର କରିଥିବା କାର୍ଯ୍ୟଗୁଡ଼ିକୁ ଆମ୍ଭର ପୂର୍ବପୁରୁଷମାନେ ଅତି ଶୀଘ୍ର ଭୁଲିଗଲେ।
ସେମାନେ ପରମେଶ୍ୱରଙ୍କ ଉପଦେଶ ଶୁଣିଲେ ନାହିଁ।
14 ପ୍ରାନ୍ତରରେ ଆମ୍ଭର ପୂର୍ବପୁରୁଷଗଣ ଅତିଶୟ ଲୋଭଗ୍ରସ୍ତ ହେଲେ
ଓ ମରୁଭୂମିରେ ପରମେଶ୍ୱରଙ୍କୁ ପରୀକ୍ଷା କଲେ।
15 କିନ୍ତୁ ପରମେଶ୍ୱର ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କର ଇଚ୍ଛାନୁରୂପେ ଫଳ ଦେଲେ।
କିନ୍ତୁ ପରମେଶ୍ୱର ସେମାନଙ୍କୁ ଭୟଙ୍କର ରୋଗ ଦେଲେ।
16 ଲୋକମାନେ ମୋଶାଙ୍କ ପ୍ରତି ଈର୍ଷା କଲେ।
ଲୋକମାନେ ସଦାପ୍ରଭୁଙ୍କର ପବିତ୍ର ଯାଜକ ହାରୋଣଙ୍କ ପ୍ରତି ଈର୍ଷାପରାୟଣ ହେଲେ।
17 ତେଣୁ ପରମେଶ୍ୱର ସେହି ଈର୍ଷାପରାୟଣ ଲୋକମାନଙ୍କୁ ଦଣ୍ଡିତ କଲେ।
ପୃଥିବୀ ଫାଟି ଯାଇ ଦାଥନକୁ ଗ୍ରାସ କଲା ଓ ଅବିରାମର ଦଳକୁ ମଧ୍ୟ ଗ୍ରାସ କଲା ପୁଣି ଯୋଡ଼ି ହୋଇଗଲା।
18 ଏହା ପରେ ସେମାନଙ୍କ ଦିନ ମଧ୍ୟରେ ଅଗ୍ନି ପ୍ରଜ୍ୱଳିତ ହେଲା।
ଏବଂ ଅଗ୍ନିଶିଖା ଦୁଷ୍ଟମାନଙ୍କୁ ଦଗ୍ଧ କଲା।
19 ସେହି ଲୋକମାନେ ହୋରେବରେ ଏକ ଗୋବତ୍ସ ନିର୍ମାଣ କଲେ
ଓ ଛାଞ୍ଚରେ ଢଳା ପ୍ରତିମାକୁ ପୂଜା କଲେ।
20 ସେହି ଲୋକମାନେ ମହିମାନ୍ୱିତ ପରମେଶ୍ୱରଙ୍କର
ଏକ ତୃଣଭକ୍ଷ୍ୟଣକାରୀ ଷଣ୍ଢର ପ୍ରତିମୂର୍ତ୍ତି ତିଆରି କରି ବେପାର କଲେ।
21 ପରମେଶ୍ୱର ଆମ୍ଭ ପୂର୍ବପୁରୁଷଗଣକୁ ରକ୍ଷା କଲେ, କିନ୍ତୁ ସେମାନେ ତାଙ୍କ ବିଷୟରେ ସମ୍ପୂର୍ଣ୍ଣ ଭୁଲିଗଲେ।
ସେ ସେମାନଙ୍କ ପାଇଁ ମିଶରରେ କରିଥିବା ଆଶ୍ଚର୍ଯ୍ୟ କାର୍ଯ୍ୟମାନ ସେମାନେ ଭୁଲିଗଲେ।
22 ପରମେଶ୍ୱର ହାମୋସ ଦେଶରେ ଆଶ୍ଚର୍ଯ୍ୟ କ୍ରିୟାମାନ କଲେ।
ପରମେଶ୍ୱର ଲୋହିତ ସମୁଦ୍ର ନିକଟରେ ଭୟଙ୍କର କାର୍ଯ୍ୟସାଧନ କରିଥିଲେ।
23 ପରମେଶ୍ୱର ଗ୍ଭହିଁଥିଲେ ସେହି ଲୋକମାନଙ୍କୁ ସମ୍ପୂର୍ଣ୍ଣ ଧ୍ୱଂସ କରିବାକୁ,
କିନ୍ତୁ ମୋଶା ତାହାଙ୍କ ମନୋନୀତ ବ୍ୟକ୍ତି ତାଙ୍କର କୋପ ଫେରାଇବା ନିମନ୍ତେ
ଭଗ୍ନ ସ୍ଥାନରେ ତାଙ୍କର ସମ୍ମୁଖରେ ଠିଆ ହେଲେ,
ସେଥିପାଇଁ ପରମେଶ୍ୱର ସେମାନଙ୍କୁ ବିନାଶ କଲେ ନାହିଁ।
47 ହେ ସଦାପ୍ରଭୁ, ପରମେଶ୍ୱର ଆମ୍ଭକୁ ରକ୍ଷାକର।
ଏବଂ ପରମେଶ୍ୱର ଆମ୍ଭମାନଙ୍କୁ ଅନ୍ୟ ଦେଶୀୟମାନଙ୍କଠାରୁ ଫେରାଇ ଆଣ।
ଯେପରିକି ଆମ୍ଭେ ତୁମ୍ଭର ପବିତ୍ର ନାମର ପ୍ରଶଂସା କରି ପାରିବୁ
ଓ ଆମ୍ଭେ ତୁମ୍ଭର ପ୍ରଶଂସା କରି ଗର୍ବୀତ ହୋଇ ପାରିବୁ।
48 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଧନ୍ୟ ହୁଅନ୍ତୁ।
ପରମେଶ୍ୱର ସର୍ବଦା ଜୀବିତ ରହି ଆସୁଛନ୍ତି ଏବଂ ସେ ସର୍ବଦା ଜୀବିତ ରହିବେ।
ସମସ୍ତ ଲୋକ କହନ୍ତୁ “ଆମେନ୍!”
ସଦାପ୍ରଭୁଙ୍କର ପ୍ରଶଂସା କର।
9 କିନ୍ତୁ ସାବଧାନ ହୁଅ। ନିଶ୍ଚିତ ରୂପେ ତୁମ୍ଭେମାନେ ବଞ୍ଚିଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଦେଖିଥିବା କାର୍ଯ୍ୟଗୁଡ଼ିକ କଦାପି ଭୁଲିବ ନାହିଁ। ତୁମ୍ଭେମାନେ ତୁମ୍ଭର ସନ୍ତାନମାନଙ୍କୁ ଓ ତୁମ୍ଭର ନାତୀନାତୁଣୀମାନଙ୍କୁ ସେଗୁଡ଼ିକ ଶିକ୍ଷା ଦିଅ। 10 ଯେଉଁ ଦିନ ତୁମ୍ଭେ ହୋରେବରେ ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରେ ଛିଡ଼ା ହୋଇଥିଲ, ସେତେବେଳେ ସଦାପ୍ରଭୁ ମୋତେ କହିଲେ, ‘ଲୋକମାନଙ୍କୁ ଆମ୍ଭ ନିକଟରେ ଏକତ୍ରିତ କର। ଆମ୍ଭେ ଆପଣା ବାକ୍ୟ ସେମାନଙ୍କୁ ଶୁଣାଇବା ତହିଁରେ ସେମାନେ ପୃଥିବୀରେ ଯାବଜ୍ଜୀବନ ଆମ୍ଭକୁ ଭୟ କରିବା ଶିଖିବେ ଓ ଆପଣା ସନ୍ତାନମାନଙ୍କୁ ଶିଖାଇବେ।’ 11 ତେଣୁ ସେମାନେ ମୋର ନିକଟବର୍ତ୍ତୀ ହୋଇ ପର୍ବତ ତଳେ ଛିଡ଼ା ହେଲେ। ସେହି ସମୟରେ ସେହି ପର୍ବତ ଅନ୍ଧକାର, ମେଘ ଓ ଘୋର ଅନ୍ଧକାରରେ ବ୍ୟାପ୍ତ ହୋଇଥିଲା ଓ ଗଗନର ମଧ୍ୟ ପର୍ଯ୍ୟନ୍ତ ଅଗ୍ନିରେ ଜଳିଲା। 12 ଏହା ପରେ ସଦାପ୍ରଭୁ ସେହି ଅଗ୍ନି ମଧ୍ୟରୁ ତୁମ୍ଭମାନଙ୍କୁ କଥା କହିଲେ। ତୁମ୍ଭେମାନେ ବାକ୍ୟର ଶବ୍ଦ ଶୁଣିଲ। ମାତ୍ର କୌଣସି ମୂର୍ତ୍ତି ଦେଖିଲ ନାହିଁ। 13 ତା'ପରେ ତୁମ୍ଭେମାନେ ତାଙ୍କର ନିୟମ ପାଳନ କର ବୋଲି ସେ ଆଦେଶ କଲେ। ତେଣୁ ସେ ଦଶ ଆଜ୍ଞାର ନିୟମ ପ୍ରକାଶ କଲେ। ସଦାପ୍ରଭୁ ପ୍ରସ୍ତର ଫଳକରେ ସେହି ନିୟମ ଲେଖିଲେ। 14 ପୁଣି ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ସେହି ଦେଶରେ ତୁମ୍ଭମାନଙ୍କର ପାଳନୀୟ ବିଧି ଓ ଶାସନ ସମସ୍ତ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ସଦାପ୍ରଭୁ ସେହି ସମୟରେ ମୋତେ ଆଜ୍ଞା ଦେଲେ।
ଯୀଶୁ ଖ୍ରୀଷ୍ଟଙ୍କର ଭଲ ସେବକ ହୁଅ
6 ସେଠାରେ ଥିବା ଭାଇ ଓ ଭଉଣୀମାନଙ୍କୁ ଏ କଥା କୁହ। ଏପରି କରିବା ଦ୍ୱାରା ତୁମ୍ଭେ ଖ୍ରୀଷ୍ଟ ଯୀଶୁଙ୍କର ଭଲ ସେବକ ବୋଲି ପ୍ରମାଣିତ ହେବ। ତୁମ୍ଭେ ପ୍ରମାଣ କରିବ ଯେ ତୁମ୍ଭେ ଅନୁସରଣ କରିଥିବା ବିଶ୍ୱାସର ଶିକ୍ଷାଗୁଡ଼ିକ ଦ୍ୱାରା ଶକ୍ତିଶାଳୀ ହୋଇଛ। 7 ପରମେଶ୍ୱରଙ୍କ ସତ୍ୟ ସହିତ ମେଳ ନ ଖାଉଥିବା ନିର୍ବୋଧ କାହାଣୀମାନ ଲୋକେ କୁହନ୍ତି। ଏଭଳି କାହାଣୀଗୁଡ଼ିକୁ ପାଳନ କର ନାହିଁ। କିନ୍ତୁ ତୁମ୍ଭେ ପ୍ରକୃତ ଭାବରେ ପରମେଶ୍ୱରଙ୍କୁ ସେବା କରିବା ଲାଗି ନିଜକୁ ଶିକ୍ଷିତ କର। 8 ନିଜ ଶରୀର ସାଧନା ଅନେକାଂଶରେ ତୁମ୍ଭକୁ ସାହାଯ୍ୟ କରେ। କିନ୍ତୁ ପରମେଶ୍ୱରଙ୍କ ଉପାସନା କରିବା ଦ୍ୱାରା ତାହା ସମସ୍ତ ବିଷୟରେ ତୁମ୍ଭକୁ ସାହାଯ୍ୟ କରେ। ଏହା ବର୍ତ୍ତମାନର ଜୀବନରେ ଓ ଭବିଷ୍ୟତରେ ଜୀବନରେ ମଧ୍ୟ ତୁମ୍ଭ ପାଇଁ ଆଶୀର୍ବାଦ ଆଣେ। 9 ମୁଁ ଯାହା କହୁଛି ତାହା ସତ୍ୟ, ଓ ତୁମ୍ଭେ ଏହାକୁ ପୂର୍ଣ୍ଣ ଭାବରେ ଗ୍ରହଣ କରିବା ଉଚିତ୍। 10 ଏଥିପାଇଁ ଆମ୍ଭେ କାମ ଓ ସଂଘର୍ଷ କରୁଛୁ; ଆମ୍ଭେ ଜୀବିତ ପରମେଶ୍ୱରଙ୍କଠାରେ ଭରସା ରଖିଥାଉ। ସେ ସମସ୍ତ ଲୋକଙ୍କର ଏବଂ ବିଶେଷ ଭାବରେ, ଯେଉଁ ଲୋକମାନେ ତାହାଙ୍କୁ ବିଶ୍ୱାସ କରନ୍ତି ସେମାନଙ୍କର ତ୍ରାଣକର୍ତ୍ତା।
11 ଏହି କଥାଗୁଡ଼ିକ ଶିକ୍ଷା ଦିଅ। 12 ତୁମ୍ଭେ ଯୁବକ, କିନ୍ତୁ କେହି ତୁମ୍ଭକୁ ଯେପରି ତୁଚ୍ଛ ବୋଲି ଭାବି ତୁମ୍ଭ ସହିତ କୁବ୍ୟବହାର ନ କରେ। ବିଶ୍ୱାସୀମାନଙ୍କ ପାଇଁ, ସେମାନେ କିପରି ରହିବା କଥା ତାହା ଦେଖାଇବାକୁ ତୁମ୍ଭେ ଆଦର୍ଶବାନ ହୁଅ। ତୁମ୍ଭର କଥା ଓ ଜୀବନ ପ୍ରଣାଳୀ ପ୍ରେମ, ବିଶ୍ୱାସ, ପବିତ୍ର ଜୀବନ ଦ୍ୱାରା ତୁମ୍ଭେ ସେମାନଙ୍କୁ ତାହା ଦେଖାଇ ଦିଅ।
13 ଲୋକମାନଙ୍କ ନିକଟରେ ଶାସ୍ତ୍ର ପଢ଼ି ଶୁଣାଇବା ଜାରି ରଖ। ବଳ (ଆତ୍ମିକ) ଓ ବୃଦ୍ଧି ପାଇବାକୁ ସେମାନଙ୍କୁ ସାହାଯ୍ୟ କର। ସେମାନଙ୍କୁ ଉପଦେଶ ଦେବା କାର୍ଯ୍ୟ ଜାରି ରଖ ଏବଂ ମୁଁ ଆସିବା ପର୍ଯ୍ୟନ୍ତ ଏପରି କରୁଥାଅ। 14 ତୁମ୍ଭ ଭିତରେ ଯେଉଁ ଅନୁଗ୍ରହ ଦାନଟି ଅଛି, ତାହାକୁ ବ୍ୟବହାର କରିବାରେ ଅବହେଳା କର ନାହିଁ। ଭବିଷ୍ୟଦ୍ବାଣୀ ମାଧ୍ୟମରେ ଯେତେବେଳେ ପ୍ରାଚୀନମାନଙ୍କର ଦଳ ତୁମ୍ଭ ଉପରେ ହାତ ରଖିଲେ, ସେତେବେଳେ ସେହି ଅନୁଗ୍ରହ ଦାନ ତୁମ୍ଭକୁ ଦିଆ ଯାଇଥିଲା। 15 ସେଗୁଡ଼ିକ କରୁଥାଅ। ଉକ୍ତ କାମଗୁଡ଼ିକୁ କରିବା ପାଇଁ ଜୀବନକୁ ଉତ୍ସର୍ଗ କର। ତହିଁରେ ସବୁ ଲୋକେ ଦେଖିବେ ଯେ, ତୁମ୍ଭ କାମରେ ଉନ୍ନତି ହେଉଛି ଓ ଗ୍ଭଲିଛି। 16 ତୁମ୍ଭ ନିଜ ଜୀବନ ସମ୍ବନ୍ଧରେ ଓ ତୁମ୍ଭ ବିଷୟରେ ସତର୍କ ରୁହ। ଉତ୍ତମ ଜୀବନଯାପନ ଓ ଶିକ୍ଷା ପ୍ରଦାନ କର। ତା'ହେଲେ ତୁମ୍ଭେ ତୁମ୍ଭର ଶିକ୍ଷା ଶୁଣୁଥିବା ଲୋକଙ୍କୁ ଓ ନିଜକୁ ରକ୍ଷା କରି ପାରିବ।
2010 by World Bible Translation Center