Revised Common Lectionary (Complementary)
106 ସଦାପ୍ରଭୁଙ୍କର ପ୍ରଶଂସା କର!
ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସେ ଉତ୍ତମ!
ତାଙ୍କର ପ୍ରେମ ଅନନ୍ତକାଳସ୍ଥାୟୀ!
2 ସଦାପ୍ରଭୁଙ୍କୁ କେହି ବର୍ଣ୍ଣନା କରି ପାରିବେ ନାହିଁ।
ତାଙ୍କର ପୂର୍ଣ୍ଣ ପ୍ରଶଂସା କେହି କରି ପାରିବେ ନାହିଁ।
3 ଯେଉଁ ଲୋକେ ପରମେଶ୍ୱରଙ୍କ ନିର୍ଦ୍ଦେଶ ମାନନ୍ତି ସେମାନେ ଖୁସୀ ରହନ୍ତି।
ଯିଏ ସର୍ବଦା ସୁକାର୍ଯ୍ୟ କରିଥା’ନ୍ତି।
4 ହେ ସଦାପ୍ରଭୁ, ତୁମ୍ଭର ଲୋକମାନଙ୍କ ପ୍ରତି ଦୟା କରିବା ସମୟରେ ମୋତେ ଟିକେ ମନେ ପକାଅ।
ମୋତେ ମଧ୍ୟ ଉଦ୍ଧାର କରିବାକୁ ମନେପକାଅ।
5 ହେ ସଦାପ୍ରଭୁ, ତୁମ୍ଭେ ମୋତେ ତୁମ୍ଭର ମନୋନୀତ ଲୋକମାନଙ୍କର
ଭଲ କାର୍ଯ୍ୟରେ ନିୟୋଜିତ ହେବାକୁ ଦିଅ।
ତୁମ୍ଭ ନିର୍ଣ୍ଣିତ ଲୋକମାନଙ୍କ ସହିତ ଆନନ୍ଦ କରିବାକୁ ଦିଅ,
ଯେଉଁମାନେ କି ତୁମ୍ଭ ସହିତ ଆସନ୍ତି।
6 ଆମ୍ଭେମାନେ ଠିକ୍ ଆମ୍ଭର ପୂର୍ବପୁରୁଷଙ୍କ ପରି ପାପ କରିଛୁ।
ଆମ୍ଭେ ଅଧର୍ମ କରିଅଛୁ।
ଆମ୍ଭେମାନେ ଅଧର୍ମ ଭାବରେ କାମ କରିଅଛୁ।
13 କିନ୍ତୁ ପରମେଶ୍ୱର କରିଥିବା କାର୍ଯ୍ୟଗୁଡ଼ିକୁ ଆମ୍ଭର ପୂର୍ବପୁରୁଷମାନେ ଅତି ଶୀଘ୍ର ଭୁଲିଗଲେ।
ସେମାନେ ପରମେଶ୍ୱରଙ୍କ ଉପଦେଶ ଶୁଣିଲେ ନାହିଁ।
14 ପ୍ରାନ୍ତରରେ ଆମ୍ଭର ପୂର୍ବପୁରୁଷଗଣ ଅତିଶୟ ଲୋଭଗ୍ରସ୍ତ ହେଲେ
ଓ ମରୁଭୂମିରେ ପରମେଶ୍ୱରଙ୍କୁ ପରୀକ୍ଷା କଲେ।
15 କିନ୍ତୁ ପରମେଶ୍ୱର ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କର ଇଚ୍ଛାନୁରୂପେ ଫଳ ଦେଲେ।
କିନ୍ତୁ ପରମେଶ୍ୱର ସେମାନଙ୍କୁ ଭୟଙ୍କର ରୋଗ ଦେଲେ।
16 ଲୋକମାନେ ମୋଶାଙ୍କ ପ୍ରତି ଈର୍ଷା କଲେ।
ଲୋକମାନେ ସଦାପ୍ରଭୁଙ୍କର ପବିତ୍ର ଯାଜକ ହାରୋଣଙ୍କ ପ୍ରତି ଈର୍ଷାପରାୟଣ ହେଲେ।
17 ତେଣୁ ପରମେଶ୍ୱର ସେହି ଈର୍ଷାପରାୟଣ ଲୋକମାନଙ୍କୁ ଦଣ୍ଡିତ କଲେ।
ପୃଥିବୀ ଫାଟି ଯାଇ ଦାଥନକୁ ଗ୍ରାସ କଲା ଓ ଅବିରାମର ଦଳକୁ ମଧ୍ୟ ଗ୍ରାସ କଲା ପୁଣି ଯୋଡ଼ି ହୋଇଗଲା।
18 ଏହା ପରେ ସେମାନଙ୍କ ଦିନ ମଧ୍ୟରେ ଅଗ୍ନି ପ୍ରଜ୍ୱଳିତ ହେଲା।
ଏବଂ ଅଗ୍ନିଶିଖା ଦୁଷ୍ଟମାନଙ୍କୁ ଦଗ୍ଧ କଲା।
19 ସେହି ଲୋକମାନେ ହୋରେବରେ ଏକ ଗୋବତ୍ସ ନିର୍ମାଣ କଲେ
ଓ ଛାଞ୍ଚରେ ଢଳା ପ୍ରତିମାକୁ ପୂଜା କଲେ।
20 ସେହି ଲୋକମାନେ ମହିମାନ୍ୱିତ ପରମେଶ୍ୱରଙ୍କର
ଏକ ତୃଣଭକ୍ଷ୍ୟଣକାରୀ ଷଣ୍ଢର ପ୍ରତିମୂର୍ତ୍ତି ତିଆରି କରି ବେପାର କଲେ।
21 ପରମେଶ୍ୱର ଆମ୍ଭ ପୂର୍ବପୁରୁଷଗଣକୁ ରକ୍ଷା କଲେ, କିନ୍ତୁ ସେମାନେ ତାଙ୍କ ବିଷୟରେ ସମ୍ପୂର୍ଣ୍ଣ ଭୁଲିଗଲେ।
ସେ ସେମାନଙ୍କ ପାଇଁ ମିଶରରେ କରିଥିବା ଆଶ୍ଚର୍ଯ୍ୟ କାର୍ଯ୍ୟମାନ ସେମାନେ ଭୁଲିଗଲେ।
22 ପରମେଶ୍ୱର ହାମୋସ ଦେଶରେ ଆଶ୍ଚର୍ଯ୍ୟ କ୍ରିୟାମାନ କଲେ।
ପରମେଶ୍ୱର ଲୋହିତ ସମୁଦ୍ର ନିକଟରେ ଭୟଙ୍କର କାର୍ଯ୍ୟସାଧନ କରିଥିଲେ।
23 ପରମେଶ୍ୱର ଗ୍ଭହିଁଥିଲେ ସେହି ଲୋକମାନଙ୍କୁ ସମ୍ପୂର୍ଣ୍ଣ ଧ୍ୱଂସ କରିବାକୁ,
କିନ୍ତୁ ମୋଶା ତାହାଙ୍କ ମନୋନୀତ ବ୍ୟକ୍ତି ତାଙ୍କର କୋପ ଫେରାଇବା ନିମନ୍ତେ
ଭଗ୍ନ ସ୍ଥାନରେ ତାଙ୍କର ସମ୍ମୁଖରେ ଠିଆ ହେଲେ,
ସେଥିପାଇଁ ପରମେଶ୍ୱର ସେମାନଙ୍କୁ ବିନାଶ କଲେ ନାହିଁ।
47 ହେ ସଦାପ୍ରଭୁ, ପରମେଶ୍ୱର ଆମ୍ଭକୁ ରକ୍ଷାକର।
ଏବଂ ପରମେଶ୍ୱର ଆମ୍ଭମାନଙ୍କୁ ଅନ୍ୟ ଦେଶୀୟମାନଙ୍କଠାରୁ ଫେରାଇ ଆଣ।
ଯେପରିକି ଆମ୍ଭେ ତୁମ୍ଭର ପବିତ୍ର ନାମର ପ୍ରଶଂସା କରି ପାରିବୁ
ଓ ଆମ୍ଭେ ତୁମ୍ଭର ପ୍ରଶଂସା କରି ଗର୍ବୀତ ହୋଇ ପାରିବୁ।
48 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଧନ୍ୟ ହୁଅନ୍ତୁ।
ପରମେଶ୍ୱର ସର୍ବଦା ଜୀବିତ ରହି ଆସୁଛନ୍ତି ଏବଂ ସେ ସର୍ବଦା ଜୀବିତ ରହିବେ।
ସମସ୍ତ ଲୋକ କହନ୍ତୁ “ଆମେନ୍!”
ସଦାପ୍ରଭୁଙ୍କର ପ୍ରଶଂସା କର।
15 “ସେହି ଦିନ ସଦାପ୍ରଭୁ ତୁମ୍ଭମାନଙ୍କୁ ସେହି ଅଗ୍ନିଶିଖାରୁ କଥା କହିବା ସମୟରେ (ହୋରେବରେ) ତୁମ୍ଭେମାନେ ତାଙ୍କର କୌଣସି ମୂର୍ତ୍ତି ଦେଖିଲ ନାହିଁ। 16 ତେଣୁ ସାବଧାନ ହୁଅ, ନଚେତ୍ ତୁମ୍ଭେମାନେ ଧ୍ୱଂସ ହେବ। ଯଦି ତୁମ୍ଭେମାନେ କୌଣସି ପ୍ରତିମା କରି ପୂଜା କର, ଏପରି କୌଣସି ମୂର୍ତ୍ତି କର ନାହିଁ, ଯାହା କୌଣସି ଜୀବିତ ପୁରୁଷ ବା ସ୍ତ୍ରୀ ପରି ହୋଇଥିବ। 17 ଏପରି କୌଣସି ପ୍ରତିମା ପଶୁ ପରି ବା ପକ୍ଷୀ ପରି କର ନାହିଁ। 18 ଏପରି କୌଣସି ପ୍ରାଣୀର ପ୍ରତିମା ତିଆରି କର ନାହିଁ ଯାହା ଭୂମିରେ ଗୁରୁଣ୍ଡି ଗୁରୁଣ୍ଡି ଯାଏ ବା ସମୁଦ୍ରର ମାଛ ତୁଲ୍ୟ ହୋଇଥାଏ। 19 ଏପରି ସାବଧାନ ହୁଅ, ଯେତେବେଳେ ତୁମ୍ଭେମାନେ ସୂର୍ଯ୍ୟ, ଚନ୍ଦ୍ର, ତାରାଗଣକୁ ଆକାଶରେ ଦେଖ। ତୁମ୍ଭେମାନେ ସେମାନଙ୍କୁ ବିମୋହିତ ହୋଇ ପ୍ରଣାମ କରିବା ଓ ସେବା କରିବା ଉଚିତ୍ ନୁହେଁ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅନ୍ୟ ସମସ୍ତ ଜାତିଗଣ ଏହିସବୁ କରିବାକୁ ରଖିଛନ୍ତି। 20 କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଏକ ଲୁହା ତରଳା ଯାଉଥିବା ଚୁଲ୍ଲାରୁ କାଢ଼ି ଆଣିବା ତୁଲ୍ୟ, ମିଶରରୁ ବାହାର କରି ଆଣିଛନ୍ତି। ଏବଂ ସେ ତୁମ୍ଭମାନଙ୍କୁ ତାଙ୍କର ମୂଲ୍ୟବାନ ଲୋକ ହେବା ପାଇଁ ଆଣିଛନ୍ତି, ତୁମ୍ଭେମାନେ ଯେପରି ଆଜି ହୋଇଛ।
19 ଜଣେ ଲୋକ ଭୁଲ୍ ନ କରିଥିଲେ ମଧ୍ୟ ସେ ଦୁଃଖ ପାଇ ପାରେ। ଯଦି ସେ ଲୋକ ପରମେଶ୍ୱରଙ୍କ କଥା ଚିନ୍ତା କରେ ଓ କଷ୍ଟକୁ ସହି ଯାଏ ତା'ହେଲେ ପରମେଶ୍ୱର ପ୍ରସନ୍ନ ହୁଅନ୍ତି। 20 କିନ୍ତୁ ଯଦି ତୁମ୍ଭେ ଭୁଲ୍ କରିଥିବାରୁ ଦଣ୍ଡିତ ହୁଅ, ତା'ହେଲେ ସେହି ଦଣ୍ଡ ସହିଥିଲ ବୋଲି ତୁମ୍ଭେ ପ୍ରଶଂସା ପାଇବାର କୌଣସି କାରଣ ନାହିଁ। କିନ୍ତୁ ତୁମ୍ଭେ ଯଦି ଭଲ କାମ କରି, ଯାତନା ସହି ଧୈର୍ଯ୍ୟବାନ ରୁହ, ତାହା ପରମେଶ୍ୱରଙ୍କୁ ପ୍ରସନ୍ନ କରେ। 21 ଏହା କରିବାକୁ ତୁମ୍ଭେ ଆହ୍ୱାନ ପାଇଛ। ତୁମ୍ଭେ ଅନୁସରଣ କରିବା ପାଇଁ ଖ୍ରୀଷ୍ଟ ଏକ ଉଦାହରଣ ଦେଖାଇ ଦେଇଯାଇଛନ୍ତି। ସେ ଯାହା କରିଥିଲେ, ତୁମ୍ଭେ ତାହା କରିବା ଉଚିତ୍। ସେ ତୁମ୍ଭ ପାଇଁ ଯାତନା ସହି ଥିବାରୁ, ତୁମ୍ଭେ ମଧ୍ୟ କଷ୍ଟ ଭୋଗିଲା ବେଳେ ଧୈର୍ଯ୍ୟଶୀଳ ହେବା ଉଚିତ୍।
22 “ସେ କୌଣସି ପାପ କରି ନ ଥିଲେ
ଓ କୌଣସି ମିଛ କଥା ମୁହଁରେ ଉଚ୍ଚାରଣ କରି ନ ଥିଲେ।”(A)
23 ଲୋକେ ଖ୍ରୀଷ୍ଟଙ୍କୁ ମନ୍ଦ କଥା କହିଲେ, କିନ୍ତୁ ଯୀଶୁ ସେମାନଙ୍କୁ ମନ୍ଦ କଥା କହି ନାହାନ୍ତି। ଯୀଶୁ ଯାତନା ସହିଲେ, କିନ୍ତୁ ସେ ଲୋକଙ୍କୁ ଧମକ ଦେଇ କିଛି କହି ନ ଥିଲେ। ଯୀଶୁ ତାହାଙ୍କ ଯତ୍ନ ନେବା ପାଇଁ ପରମେଶ୍ୱରଙ୍କଠାରେ ନିର୍ଭରଶୀଳ ହେଲେ। 24 ପରମେଶ୍ୱର ନ୍ୟାୟ ବିଗ୍ଭର କରନ୍ତି। କ୍ରୁଶ ଉପରେ ଯୀଶୁ ଆମ୍ଭ ପାପଗୁଡ଼ିକୁ ସ୍ୱଦେହରେ ବହନ କଲେ। ସେ ଏହା କଲେ, ଯେପରି ଆମ୍ଭେ ପାପ ପାଇଁ ମୃତ ହେଇ, ଯାହା ସତ୍ୟ ତାହା ପାଇଁ ଜୀବିତ ରହିବା। ଯୀଶୁଙ୍କ କ୍ଷତଗୁଡ଼ିକ ଦ୍ୱାରା ତୁମ୍ଭେମାନେ ସୁସ୍ଥ ହୋଇଛ। 25 ମେଣ୍ଢା ଭଳି ତୁମ୍ଭେମାନେ ଭୁଲ୍ ରାସ୍ତାରେ ଗ୍ଭଲି ଯାଇଥିଲ। କିନ୍ତୁ ଏବେ ତୁମ୍ଭମାନଙ୍କର ଆତ୍ମାର ମେଷପାଳକ ଓ ରକ୍ଷକଙ୍କ ପାଖକୁ ଫେରି ଆସିଛ।
2010 by World Bible Translation Center