Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 106:1-6

106 ସଦାପ୍ରଭୁଙ୍କର ପ୍ରଶଂସା କର!
ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସେ ଉତ୍ତମ!
    ତାଙ୍କର ପ୍ରେମ ଅନନ୍ତକାଳସ୍ଥାୟୀ!
ସଦାପ୍ରଭୁଙ୍କୁ କେହି ବର୍ଣ୍ଣନା କରି ପାରିବେ ନାହିଁ।
    ତାଙ୍କର ପୂର୍ଣ୍ଣ ପ୍ରଶଂସା କେହି କରି ପାରିବେ ନାହିଁ।
ଯେଉଁ ଲୋକେ ପରମେଶ୍ୱରଙ୍କ ନିର୍ଦ୍ଦେଶ ମାନନ୍ତି ସେମାନେ ଖୁସୀ ରହନ୍ତି।
    ଯିଏ ସର୍ବଦା ସୁକାର୍ଯ୍ୟ କରିଥା’ନ୍ତି।

ହେ ସଦାପ୍ରଭୁ, ତୁମ୍ଭର ଲୋକମାନଙ୍କ ପ୍ରତି ଦୟା କରିବା ସମୟରେ ମୋତେ ଟିକେ ମନେ ପକାଅ।
    ମୋତେ ମଧ୍ୟ ଉଦ୍ଧାର କରିବାକୁ ମନେପକାଅ।
ହେ ସଦାପ୍ରଭୁ, ତୁମ୍ଭେ ମୋତେ ତୁମ୍ଭର ମନୋନୀତ ଲୋକମାନଙ୍କର
    ଭଲ କାର୍ଯ୍ୟରେ ନିୟୋଜିତ ହେବାକୁ ଦିଅ।
ତୁମ୍ଭ ନିର୍ଣ୍ଣିତ ଲୋକମାନଙ୍କ ସହିତ ଆନନ୍ଦ କରିବାକୁ ଦିଅ,
    ଯେଉଁମାନେ କି ତୁମ୍ଭ ସହିତ ଆସନ୍ତି।

ଆମ୍ଭେମାନେ ଠିକ୍ ଆମ୍ଭର ପୂର୍ବପୁରୁଷଙ୍କ ପରି ପାପ କରିଛୁ।
    ଆମ୍ଭେ ଅଧର୍ମ କରିଅଛୁ।
    ଆମ୍ଭେମାନେ ଅଧର୍ମ ଭାବରେ କାମ କରିଅଛୁ।

ଗୀତସଂହିତା 106:13-23

13 କିନ୍ତୁ ପରମେଶ୍ୱର କରିଥିବା କାର୍ଯ୍ୟଗୁଡ଼ିକୁ ଆମ୍ଭର ପୂର୍ବପୁରୁଷମାନେ ଅତି ଶୀଘ୍ର ଭୁଲିଗଲେ।
    ସେମାନେ ପରମେଶ୍ୱରଙ୍କ ଉପଦେଶ ଶୁଣିଲେ ନାହିଁ।
14 ପ୍ରାନ୍ତରରେ ଆମ୍ଭର ପୂର୍ବପୁରୁଷଗଣ ଅତିଶୟ ଲୋଭଗ୍ରସ୍ତ ହେଲେ
    ଓ ମରୁଭୂମିରେ ପରମେଶ୍ୱରଙ୍କୁ ପରୀକ୍ଷା କଲେ।
15 କିନ୍ତୁ ପରମେଶ୍ୱର ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କର ଇଚ୍ଛାନୁରୂପେ ଫଳ ଦେଲେ।
    କିନ୍ତୁ ପରମେଶ୍ୱର ସେମାନଙ୍କୁ ଭୟଙ୍କର ରୋଗ ଦେଲେ।
16 ଲୋକମାନେ ମୋଶାଙ୍କ ପ୍ରତି ଈର୍ଷା କଲେ।
    ଲୋକମାନେ ସଦାପ୍ରଭୁଙ୍କର ପବିତ୍ର ଯାଜକ ହାରୋଣଙ୍କ ପ୍ରତି ଈର୍ଷାପରାୟଣ ହେଲେ।
17 ତେଣୁ ପରମେଶ୍ୱର ସେହି ଈର୍ଷାପରାୟଣ ଲୋକମାନଙ୍କୁ ଦଣ୍ଡିତ କଲେ।
    ପୃଥିବୀ ଫାଟି ଯାଇ ଦାଥନକୁ ଗ୍ରାସ କଲା ଓ ଅବିରାମର ଦଳକୁ ମଧ୍ୟ ଗ୍ରାସ କଲା ପୁଣି ଯୋଡ଼ି ହୋଇଗଲା।
18 ଏହା ପରେ ସେମାନଙ୍କ ଦିନ ମଧ୍ୟରେ ଅଗ୍ନି ପ୍ରଜ୍ୱଳିତ ହେଲା।
    ଏବଂ ଅଗ୍ନିଶିଖା ଦୁଷ୍ଟମାନଙ୍କୁ ଦ‌‌ଗ୍‌‌ଧ କଲା।
19 ସେହି ଲୋକମାନେ ହୋରେବରେ ଏକ ଗୋବତ୍ସ ନିର୍ମାଣ କଲେ
    ଓ ଛାଞ୍ଚରେ ଢଳା ପ୍ରତିମାକୁ ପୂଜା କଲେ।
20 ସେହି ଲୋକମାନେ ମହିମାନ୍ୱିତ ପରମେଶ୍ୱରଙ୍କର
    ଏକ ତୃଣଭକ୍ଷ୍ୟଣକାରୀ ଷଣ୍ଢର ପ୍ରତିମୂର୍ତ୍ତି ତିଆରି କରି ବେପାର କଲେ।
21 ପରମେଶ୍ୱର ଆମ୍ଭ ପୂର୍ବପୁରୁଷଗଣକୁ ରକ୍ଷା କଲେ, କିନ୍ତୁ ସେମାନେ ତାଙ୍କ ବିଷୟରେ ସମ୍ପୂର୍ଣ୍ଣ ଭୁଲିଗଲେ।
    ସେ ସେମାନଙ୍କ ପାଇଁ ମିଶରରେ କରିଥିବା ଆଶ୍ଚର୍ଯ୍ୟ କାର୍ଯ୍ୟମାନ ସେମାନେ ଭୁଲିଗଲେ।
22 ପରମେଶ୍ୱର ହାମୋସ ଦେଶରେ ଆଶ୍ଚର୍ଯ୍ୟ କ୍ରିୟାମାନ କଲେ।
    ପରମେଶ୍ୱର ଲୋହିତ ସମୁଦ୍ର ନିକଟରେ ଭୟଙ୍କର କାର୍ଯ୍ୟସାଧନ କରିଥିଲେ।

23 ପରମେଶ୍ୱର ଗ୍ଭହିଁଥିଲେ ସେହି ଲୋକମାନଙ୍କୁ ସମ୍ପୂର୍ଣ୍ଣ ଧ୍ୱଂସ କରିବାକୁ,
    କିନ୍ତୁ ମୋଶା ତାହାଙ୍କ ମନୋନୀତ ବ୍ୟକ୍ତି ତାଙ୍କର କୋପ ଫେରାଇବା ନିମନ୍ତେ
ଭଗ୍ନ ସ୍ଥାନରେ ତାଙ୍କର ସମ୍ମୁଖରେ ଠିଆ ହେଲେ,
    ସେଥିପାଇଁ ପରମେଶ୍ୱର ସେମାନଙ୍କୁ ବିନାଶ କଲେ ନାହିଁ।

ଗୀତସଂହିତା 106:47-48

47 ହେ ସଦାପ୍ରଭୁ, ପରମେଶ୍ୱର ଆମ୍ଭକୁ ରକ୍ଷାକର।
    ଏବଂ ପରମେଶ୍ୱର ଆମ୍ଭମାନଙ୍କୁ ଅନ୍ୟ ଦେଶୀୟମାନଙ୍କଠାରୁ ଫେରାଇ ଆଣ।
ଯେପରିକି ଆମ୍ଭେ ତୁମ୍ଭର ପବିତ୍ର ନାମର ପ୍ରଶଂସା କରି ପାରିବୁ
    ଓ ଆମ୍ଭେ ତୁମ୍ଭର ପ୍ରଶଂସା କରି ଗର୍ବୀତ ହୋଇ ପାରିବୁ।
48 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଧନ୍ୟ ହୁଅନ୍ତୁ।
    ପରମେଶ୍ୱର ସର୍ବଦା ଜୀବିତ ରହି ଆସୁଛନ୍ତି ଏବଂ ସେ ସର୍ବଦା ଜୀବିତ ରହିବେ।
ସମସ୍ତ ଲୋକ କହନ୍ତୁ “ଆମେନ୍!”

ସଦାପ୍ରଭୁଙ୍କର ପ୍ରଶଂସା କର।

ଦ୍ୱିତୀୟ ବିବରଣ 4:21-40

21 “ଏବଂ ସଦାପ୍ରଭୁ ତୁମ୍ଭମାନଙ୍କ ପାଇଁ ମୋ’ ଉପରେ କ୍ରୋଧ ହେଲେ। ପୁଣି ମୁଁ ଯେପରି ଯର୍ଦ୍ଦନ ପାର ହୋଇ ନ ଯିବି ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଅଧିକାର କରିବାକୁ ଦେବେ, ସେହି ଉତ୍ତମ ଦେଶରେ ମୁଁ ଯେପରି ପ୍ରବେଶ ନ କରିବି, ଏଥିପାଇଁ ଶପଥ କଲେ। 22 ଏଣୁ ମୁଁ ଏହି ଦେଶରେ ମରିବି। ମୁଁ ଯର୍ଦ୍ଦନ ପାର ହୋଇ ଯିବି ନାହିଁ। ମାତ୍ର ତୁମ୍ଭେମାନେ ଯିବ ଓ ସେହି ଉତ୍ତମ ଦେଶ ଅଧିକାର କରିବ। 23 ତୁମ୍ଭେମାନେ ଆପଣା ବିଷୟରେ ସାବଧାନ ହୁଅ। ନଚେତ୍ ତୁମ୍ଭମାନଙ୍କ ସହିତ ସ୍ଥୀରକୃତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ ତୁମ୍ଭେମାନେ ପାଶୋରିଯିବ ନାହିଁ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିଷିଦ୍ଧ କୌଣସି ବସ୍ତୁର ପ୍ରତିମୂର୍ତ୍ତି ବିଶିଷ୍ଟ ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ। 24 କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଜଣେ ଈର୍ଷାପରାୟଣ[a] ପରମେଶ୍ୱର ଏବଂ ସେ ଅଗ୍ନି ସ୍ୱରୂପ ଧ୍ୱଂସ କରନ୍ତି, ଯେଉଁମାନେ ଅନ୍ୟ ଦେବତାମାନଙ୍କୁ ପୂଜା କରନ୍ତି।

25 “ତୁମ୍ଭେମାନେ ସେ ଦେଶରେ ବହୁତ ଦିନ ବସବାସ କରିବ। ସେଠାରେ ତୁମ୍ଭମାନଙ୍କର ପୁତ୍ର ଓ ନାତିମାନେ ମଧ୍ୟ ବାସ କରିବେ। ତୁମ୍ଭେମାନେ ସେଠାରେ ବିଭିନ୍ନ ପ୍ରତିମା କରି ବା ଖୋଦିତ ମୂର୍ତ୍ତି କରି ତୁମ୍ଭମାନଙ୍କର ଜୀବନଧାରାକୁ କ୍ଷୁର୍ଣ୍ଣ କରିବ। ଯେତେବେଳେ ତୁମ୍ଭେମାନେ ଏପରି କରିବ, ପରମେଶ୍ୱର ତୁମ୍ଭମାନଙ୍କ ଉପରେ କ୍ରୋଧ କରିବେ। 26 ତେଣୁ ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ ସତର୍କ କରାଇ ଦେଉଛି, ସ୍ୱର୍ଗ ଓ ପୃଥିବୀକୁ ସାକ୍ଷୀରଖି କହୁଅଛି, ତୁମ୍ଭେମାନେ ଯଦି ଏପରି କର, ତେବେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯେଉଁ ଦେଶକୁ ଯାଉଛ, ସେହି ଦେଶରୁ ଶୀଘ୍ର ସେଠାରୁ ନିଃଶେଷରୂପେ ବିନଷ୍ଟ ହେବ। ତୁମ୍ଭେମାନେ ସେଠାରେ ଦୀର୍ଘଜୀବୀ ହେବ ନାହିଁ। 27 ସଦାପ୍ରଭୁ ତୁମ୍ଭମାନଙ୍କୁ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ଛିନ୍ନ ବିଛିନ୍ନ କରିବେ। ଯେଉଁ ସ୍ଥାନକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ନେଇଯିବେ, ସେହି ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ, ତୁମ୍ଭେମାନେ ଅଳ୍ପ ସଂଖ୍ୟକ ହୋଇ ଅବଶିଷ୍ଟ ରହିବ। 28 ସେଠାରେ ତୁମ୍ଭେମାନେ ମନୁଷ୍ୟର ହସ୍ତକୃତ କାଠମୟ ଓ ପ୍ରସ୍ତରମୟ ପୁଣି ଯେଉଁମାନେ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ କି ଭୋଜନ କରନ୍ତି ନାହିଁ, କି ଆଘ୍ରାଣ କରନ୍ତି ନାହିଁ, ଏପରି ଦେବଗଣର ସେବା କରିବ। 29 କିନ୍ତୁ ସେହି ସ୍ଥାନରେ ଯେବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ଅନ୍ୱେଷଣ କରିବ। ତେବେ ତୁମ୍ଭେମାନେ ଯଦି ହୃଦୟତାର ସହକାରେ ତାଙ୍କୁ ଅନ୍ୱେଷଣ କର ତେବେ ତୁମ୍ଭେ ତାଙ୍କୁ ପାଇପାରିବ। 30 ଯେତେବେଳେ ତୁମ୍ଭେମାନେ ବିପଦରେ ପଡ଼ିବ ଓ ଏହି ସମସ୍ତ ତୁମ୍ଭମାନଙ୍କର ଉପରେ ଘଟିବ, ସେତେବେଳେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟକୁ ଫେରିବ ଓ ତାଙ୍କର ସମସ୍ତ ଅନୁଶାସନ ମାନିବ। 31 ଯେହେତୁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଜଣେ ଦୟାଳୁ ପରମେଶ୍ୱର ଅଟନ୍ତି, ସେ ତୁମ୍ଭମାନଙ୍କୁ ତ୍ୟାଗ କରିବେ ନାହିଁ, କି ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ବିନଷ୍ଟ କରିବେ ନାହିଁ, କିଅବା ଶପଥ ଦ୍ୱାରା ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିୟମ କରିଛନ୍ତି ତାହା ଭୂଲି ଯିବେ ନାହିଁ।

ପରମେଶ୍ୱରଙ୍କର ମହାନ କର୍ମକୁ ସ୍ମରଣ କର

32 “ଏହା ପୂର୍ବରୁ ଏପରି ମହାନ କାର୍ଯ୍ୟ କେବେ ଦେଖିଛ କି? କଦାପି ନୁହେଁ କାରଣ ଅତୀତକୁ ଦେଖ। ତୁମ୍ଭମାନଙ୍କର ଜନ୍ମ ପୂର୍ବରୁ ଦେଖ। ପରମେଶ୍ୱର ମନୁଷ୍ୟକୁ ପୃଥିବୀରେ ସୃଷ୍ଟି କରିବା ଦିନଠାରୁ ପୃଥିବୀର ଗ୍ଭରିଆଡ଼େ ଏପରି ମହାନ କାର୍ଯ୍ୟ କେହି କରିଛି। ଏପରି ମହାକାର୍ଯ୍ୟ ଘଟିବାର ଆଉ କେହି ଶୁଣିଛ କି? ନାଁ! 33 ତୁମ୍ଭେ ଯେପରି ଶୁଣିଅଛ, ସେପରି ଅନ୍ୟ କୌଣସି ଦେଶୀୟ ଲୋକ ପରମେଶ୍ୱରଙ୍କର କଥା ଅଗ୍ନି ମଧ୍ୟରୁ କହିବାର ଶୁଣି ବଞ୍ଚିଲେ? 34 ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ମିଶରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେ ସକଳ କର୍ମ କରିଅଛନ୍ତି, ସେହିପରି ପରୀକ୍ଷାସିଦ୍ଧ ପ୍ରମାଣଦ୍ୱାରା ଓ ଚିହ୍ନଦ୍ୱାରା ଓ ଆଶ୍ଚର୍ଯ୍ୟ କର୍ମଦ୍ୱାରା, ଯୁଦ୍ଧଦ୍ୱାରା, ପରାକ୍ରାନ୍ତ ହସ୍ତଦ୍ୱାରା, ବିସ୍ତାରିତ ବାହୁଦ୍ୱାରା ଓ ଭୟଙ୍କର ଆଶ୍ଚର୍ଯ୍ୟ କର୍ମଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି। 35 ଏହିସବୁ ତୁମ୍ଭ ପ୍ରତି ପ୍ରକାଶିତ ହେଲା, ଯେପରି ତୁମ୍ଭେମାନେ ଜାଣି ପାରିବ, ଯେ ସଦାପ୍ରଭୁ ପରମେଶ୍ୱର ଅଟନ୍ତି, ତାଙ୍କ ଭିନ୍ନ ଆଉ କେହି ନାହିଁ। 36 ସଦାପ୍ରଭୁ ଉପଦେଶ ଦେବା ନିମନ୍ତେ ସ୍ୱର୍ଗରୁ ତୁମ୍ଭକୁ ଆପଣା କଥା ଶୁଣାଇଲେ ଓ ପୃଥିବୀରେ ତୁମ୍ଭକୁ ଆପଣା ମହାଅଗ୍ନି ଦେଖାଇଲେ। ତୁମ୍ଭେମାନେ ଅଗ୍ନି ମଧ୍ୟରୁ ତାଙ୍କ ବାକ୍ୟ ଶୁଣି ପାରିଲ।

37 “ସେମାନଙ୍କ ପରେ ସେମାନଙ୍କ ଭବିଷ୍ୟଦ୍ ବଂଶଧର ତୁମ୍ଭକୁ ହିଁ ମନୋନୀତ କଲେ। କାରଣ ସେ ତୁମ୍ଭର ପୂର୍ବପୁରୁଷମାନଙ୍କୁ ସ୍ନେହ କଲେ ଏବଂ ତୁମ୍ଭମାନଙ୍କୁ ତାଙ୍କର ମହାନ ଶକ୍ତି ବଳରେ ମିଶରରୁ ବାହାର କରି ଆଣିଲେ। 38 ସେ ତୁମ୍ଭଠାରୁ ଅଧିକ ବଳବାନ ଓ ବହୁସଂଖ୍ୟକ, ଅନ୍ୟ ଦେଶୀୟମାନଙ୍କୁ ତୁମ୍ଭମାନଙ୍କ ଆଗରୁ ତଡ଼ି ଦେଇଛନ୍ତି। ସେ ସେମାନଙ୍କ ଦେଶରେ ତୁମ୍ଭମାନଙ୍କୁ ପ୍ରବେଶ କରାଇଲେ ଓ ତାହା ତୁମ୍ଭମାନଙ୍କୁ ଉତ୍ତରାଧିକାରୀ ସୂତ୍ରରେ ଦେଲେ, ଯାହା ଆଜି ହୋଇଛି।

39 “ଏଥିପାଇଁ ତୁମ୍ଭେମାନେ ଆଜି ଏହା ଚିନ୍ତା ଓ ହୃଦୟଙ୍ଗମ କରିବା ଉଚିତ୍ ଯେ, ସଦାପ୍ରଭୁ ପରମେଶ୍ୱର ହିଁ ସ୍ୱର୍ଗର ଉପରେ ଓ ପୃଥିବୀ ତଳେ ଅଛନ୍ତି, ଅନ୍ୟ କେହି ନୁହେଁ। 40 ସେଥିପାଇଁ ତୁମ୍ଭେମାନେ ବ୍ୟବସ୍ଥା ଓ ଆଜ୍ଞା ପାଳନ କରିବା ଉଚିତ୍, ଯାହାକି ମୁଁ ଆଜି ତୁମ୍ଭମାନଙ୍କୁ ଦେଉଛି। ତେଣୁ ତୁମ୍ଭର ଓ ତୁମ୍ଭମାନଙ୍କର ପିଲାମାନଙ୍କର ମଙ୍ଗଳ ହେବ, ଏବଂ ତୁମ୍ଭେମାନେ ସେହି ଭୂମିରେ ଦୀର୍ଘଦିନ ଧରି ବାସ କରିବ, ଯାହା ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଚିରଦିନ ପାଇଁ ଦେଇଛନ୍ତି।”

ମାର୍କ ଲିଖିତ ସୁସମାଗ୍ଭର 7:9-23

ଯୀଶୁ ପୁଣି ସେମାନଙ୍କୁ କହିଲେ, “ନିଜ ପରମ୍ପରା ପାଳନ କରିବା ପାଇଁ ତୁମ୍ଭେମାନେ ପରମେଶ୍ୱରଙ୍କ ଆଦେଶ ତ୍ୟାଗ କରି ଦେଇ ନିଜକୁ ଚତୁର ବୋଲି ଭାବୁଛ। 10 ମୋଶା କହିଥିଲେ, ‘ତୁମ୍ଭେ ତୁମ୍ଭ ବାପା-ମାଙ୍କୁ ସମ୍ମାନ କର’।(A) ସେ ମଧ୍ୟ କହିଥିଲେ, ‘ଯେଉଁ ଲୋକ ନିଜ ବାପା-ମାଙ୍କୁ ଖରାପ କଥା କହେ, ତାକୁ ମାରି ଦିଆଯିବା ଉଚିତ୍’।(B) 11 କିନ୍ତୁ ତୁମ୍ଭେମାନେ ଉପଦେଶ ଦେଉଛ ଯେ, ଜଣେ ଲୋକ ତା'ର ବାପାମାଙ୍କୁ କହି ପାରିବ, ‘ମୋର ଯେଉଁ ପଦାର୍ଥଟିରେ ତୁମ୍ଭର ଲାଭ ହୋଇ ପାରିଥା’ନ୍ତା, ସେହି ପଦାର୍ଥ ମୁଁ ତୁମ୍ଭ ପାଇଁ ବ୍ୟବହାର କରି ପାରିବି ନାହିଁ, କାରଣ ତାହା ମୁଁ ପରମେଶ୍ୱରଙ୍କୁ ସମର୍ପଣ କରିବି।’ 12 ଏହିଭଳି ସେହି ଲୋକକୁ ତା'ର ବାପାମାଙ୍କ ପାଇଁ କିଛି କରିବା ପାଇଁ ତୁମ୍ଭେମାନେ ଅନୁମତି ଦେଉ ନାହଁ। 13 ନିଜ ନିୟମ ପାଳିବା ଅଧିକ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରି ତୁମ୍ଭେମାନେ ଲୋକମାନଙ୍କୁ ତାହା ପାଳିବାକୁ ଉପଦେଶ ଦେଉଛ। ତୁମ୍ଭେମାନେ ପରମେଶ୍ୱରଙ୍କ ଆଦେଶ ପାଳିବା ମହତ୍ତ୍ୱପୂର୍ଣ୍ଣ ନୁହେଁ ବୋଲି ଉପଦେଶ ଦେଇ ତାହା ଏଡ଼େଇ ଦେଉଛ। ଏହିଭଳି ଅନେକ କାମ ତୁମ୍ଭେମାନେ କରୁଛ।”

14 ଯୀଶୁ ଲୋକମାନଙ୍କୁ ପୁଣି ପାଖକୁ ଡାକିଲେ। ସେ କହିଲେ ପ୍ରତ୍ୟେକ ଲୋକ ମୋର କଥା ଶୁଣ ଓ ବୁଝ। 15 ଏଭଳି କୌଣସି ବସ୍ତୁ ନାହିଁ, ଯାହା ବାହାରୁ ମନୁଷ୍ୟ ଭିତରକୁ ପ୍ରବେଶ କରି ତାକୁ ଅଶୁଦ୍ଧ କରି ପକାଇବ। ବରଂ ଯେଉଁ ବସ୍ତୁ ମନୁଷ୍ୟର ଭିତରୁ ବାହାରି ଥାଏ, ତାହା ହିଁ ତାକୁ ଅଶୁଦ୍ଧ କରିପାରେ।’’ 16 [a]

17 ତା'ପରେ ଯୀଶୁ ଲୋକମାନଙ୍କୁ ଛାଡ଼ି ଘର ଭିତରକୁ ଗଲେ। ଶିଷ୍ୟମାନେ ତାହାଙ୍କୁ ଏ ଦୃଷ୍ଟାନ୍ତ କଥା ବିଷୟରେ ପଗ୍ଭରିଲେ। 18 ଯୀଶୁ କହିଲେ, “ତୁମ୍ଭେମାନେ ମଧ୍ୟ, ଅନ୍ୟମାନଙ୍କ ଭଳି କ’ଣ ବୁଝି ପାରିଲ ନାହିଁ? ତୁମ୍ଭେମାନେ କ’ଣ ବୁଝି ପାରୁ ନ ଯେ, ଲୋକର ଭିତରକୁ ବାହାରୁ କୌଣସି ବସ୍ତୁ ଗଲେ ତାହା ସେହି ଲୋକକୁ ଦୂଷିତ କରିପାରେ ନାହିଁ। 19 କାରଣ ଖାଦ୍ୟ ତା'ର ହୃଦୟକୁ ନ ଯାଇ ପେଟ ଭିତରକୁ ଯାଏ ଓ ପୁଣି ମଳ ଆକାରରେ ବାହାରକୁ ବାହାରି ଯାଏ।” ଏହା କହି ଯୀଶୁ ସମସ୍ତ ଖାଦ୍ୟ-ପଦାର୍ଥ ଯେ ଶୁଦ୍ଧ ଅଟେ, ଏହା ପ୍ରମାଣିତ କଲେ।

20 ସେ ପୁଣି କହିଲେ, “ମନୁଷ୍ୟର ଭିତରୁ ଯାହା ବାହାରକୁ ଆସେ, ତାହା ତାହାକୁ ଅଶୁଦ୍ଧ କରିଥାଏ। 21 ମନୁଷ୍ୟ ଭିତରେ, ତା'ର ମନରେ, ଏହିସବୁ ଖରାପ ଜିନିଷ ଜନ୍ମ ଦିଏ, ମନ୍ଦ ବିଗ୍ଭର, ଯୌନଗତ ପାପ, ଗ୍ଭେରି, ହତ୍ୟା। 22 ବ୍ୟଭିଗ୍ଭର, ଲାଳସା ବା ଲୋଭ, ଦୁଷ୍ଟାତ୍ମା, ମନ୍ଦକାମ କରିବା, ପ୍ରବଞ୍ଚନା, ଈର୍ଷା, ଚୁଗୁଲି, ଅହଙ୍କାର ଏବଂ ମୂର୍ଖତା। 23 ଏହିସବୁ ଖରାପ ଜିନିଷ ମନୁଷ୍ୟର ଭିତରୁ ବାହାରକୁ ଆସିଥାଏ। ଏଗୁଡ଼ିକ ମନୁଷ୍ୟକୁ ଅଶୁଦ୍ଧ କରିପକାଏ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center