Revised Common Lectionary (Complementary)
146 ସଦାପ୍ରଭୁଙ୍କର ପ୍ରଶଂସା କର!
ମୁଁ ନିଜକୁ କହେ, ସଦାପ୍ରଭୁଙ୍କର ପ୍ରଶଂସା କର।
2 ମୁଁ ଜୀବନସାରା ସଦାପ୍ରଭୁଙ୍କର ପ୍ରଶଂସା କରିବି।
ମୁଁ ଜୀବନସାରା ମୋର ପରମେଶ୍ୱରଙ୍କର ପ୍ରଶଂସାର ଗୀତ ଗାଇବି।
3 ସାହାଯ୍ୟ ପାଇଁ ଅଧିପତିମାନଙ୍କ ଉପରେ ନିର୍ଭର ରଖ ନାହିଁ।
ଲୋକମାନଙ୍କ ପ୍ରତି ଭରସା କର ନାହିଁ।
କାରଣ ଲୋକମାନେ ତୁମ୍ଭକୁ ରକ୍ଷା କରି ପାରିବେ ନାହିଁ।
4 ଲୋକମାନେ ମରନ୍ତି ଓ କବର ନିଅନ୍ତି।
ଆଉ ସେହି ଦିନ, ସେମାନଙ୍କର ଯୋଜନା ସବୁ ମଧ୍ୟ ମରିଯାଏ।
5 କିନ୍ତୁ ସେହିମାନେ ଭାଗ୍ୟବାନ୍ ଯେଉଁମାନଙ୍କର ଯାକୁବର ପରମେଶ୍ୱର ଅଛନ୍ତି, ସେହିମାନଙ୍କୁ ସାହାଯ୍ୟ କରିବା ପାଇଁ,
ସେହିମାନେ ସେମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ଉପରେ ନିର୍ଭର କରନ୍ତି।
6 ସଦାପ୍ରଭୁ ସ୍ୱର୍ଗ, ପୃଥିବୀ, ସମୁଦ୍ର
ଏବଂ ଏଥିରେ ଥିବା ପ୍ରତ୍ୟେକ ବସ୍ତୁ ମଧ୍ୟ ତିଆରି କଲେ।
ସେ ସର୍ବଦା ବିଶ୍ୱସ୍ତ ଅଟନ୍ତି।
7 ସଦାପ୍ରଭୁ ଉପଦ୍ରବ ଗ୍ରସ୍ତ ଲୋକ ପକ୍ଷରେ ଯାହା ନ୍ୟାୟ ତାହା କରନ୍ତି।
ସେ କ୍ଷୁଧାର୍ତ୍ତମାନଙ୍କୁ ଖାଦ୍ୟ ଦିଅନ୍ତି।
ସଦାପ୍ରଭୁ ବନ୍ଦୀଗଣଙ୍କୁ ମୁକ୍ତ କରନ୍ତି।
8 ସଦାପ୍ରଭୁ ଆମ୍ଭମାନଙ୍କୁ ଦୃଷ୍ଟି ପ୍ରଦାନ କରନ୍ତି।
ସଦାପ୍ରଭୁ ବିପଦରେ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି।
ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି।
9 ସଦାପ୍ରଭୁ ଆମ୍ଭ ଦେଶରେ ରହୁଥିବା ବିଦେଶୀମାନଙ୍କୁ ରକ୍ଷା କରନ୍ତି।
ସେ ପିତୃହୀନ ଓ ବିଧବାଙ୍କର ଯତ୍ନ ନିଅନ୍ତି,
ମାତ୍ର ସେ ଦୁଷ୍ଟମାନଙ୍କୁ ଧ୍ୱଂସ କରନ୍ତି।
10 ସଦାପ୍ରଭୁ ଚିରକାଳ ରାଜ୍ୟ କରିବେ।
ହେ ସିୟୋନ, ତୁମ୍ଭର ପରମେଶ୍ୱର ସଦାସର୍ବଦା ରାଜ୍ୟ କରିବେ।
ସଦାପ୍ରଭୁଙ୍କର ପ୍ରଶଂସା କର।
27 ଦେଖ! ସଦାପ୍ରଭୁଙ୍କର ନାମ କ୍ରୋଧରେ ପ୍ରଜ୍ୱଳିତ ଓ ନିବିଡ଼ ଧୂମରାଶି ହୋଇ ଦୂରରୁ ଆସୁଅଛି। ତାଙ୍କର ଓଷ୍ଠାଧର କ୍ରୋଧରେ ପରିପୂର୍ଣ୍ଣ ଓ ତାଙ୍କର ଜିହ୍ୱା ସର୍ବଗ୍ରାସକ ଅଗ୍ନି ତୁଲ୍ୟ। 28 ସଦାପ୍ରଭୁଙ୍କର ଆତ୍ମା ନଦୀର ପ୍ଳାବିତ ସ୍ରୋତ ତୁଲ୍ୟ ସର୍ବଦେଶୀୟ ଲୋକମାନଙ୍କୁ ‘ଅସାରତା ରୂପକ ଗ୍ଭଲୁଣୀରେ’ ଚଲାଇବା ନିମନ୍ତେ ତାହା କଣ୍ଠ ପର୍ଯ୍ୟନ୍ତ ଉଠୁଅଛି। ଆଉ ସେହି ଗୋଷ୍ଠୀ ସମୂହର ମୁଖରେ ଭ୍ରାନ୍ତିଜନକ ଲଗାମ ଦିଆଯିବ।
29 ସେହି ସମୟରେ ପବିତ୍ର ଉତ୍ସବ ପାଳନ ରାତ୍ରିପରି ତୁମ୍ଭେମାନେ ଆନନ୍ଦରେ ଗାନ କରିବ। ପୁଣି ସଦାପ୍ରଭୁଙ୍କ ପର୍ବତକୁ ଇସ୍ରାଏଲର ଶୈଳ ନିକଟକୁ ଯିବା ପାଇଁ ବଂଶୀ ବଜାଇ ଗମନ କରନ୍ତି, ସେହିପରି ତୁମ୍ଭମାନଙ୍କର ଚିତ୍ତ ଆନନ୍ଦିତ ହେବ।
30 ପୁଣି ସଦାପ୍ରଭୁ ତାଙ୍କ କ୍ରୋଧର ପ୍ରଚଣ୍ଡତା ଉଚ୍ଚସ୍ୱରରେ ଶୁଣାଇବେ ଓ ତାଙ୍କର ଶକ୍ତିଶାଳୀ ହସ୍ତ କ୍ରୋଧରେ ଅବରୋହଣ କରିବ। ତାହା ଅଗ୍ନିତୁଲ୍ୟ ସମସ୍ତ ଜିନିଷ ଭସ୍ମ କରି ଦେବ। ପୁଣି ସଦାପ୍ରଭୁଙ୍କର କ୍ରୋଧ ଝଡ଼, ତୋଫାନ ଓ ଶିଳାବୃଷ୍ଟି ତୁଲ୍ୟ ହେବ। 31 ସଦାପ୍ରଭୁଙ୍କ ରବ ଶୁଣି ଅଶୂର ଭୟଭୀତ ହେବ। ସେ ତାକୁ ଏକ ଦଣ୍ଡରେ ଆଘାତ କରିବେ। 32 ସଦାପ୍ରଭୁ ଅଶୂରକୁ ତବଲା ଓ ବୀଣାରେ ଆଘାତ କଲାପରି ପିଟିବେ। ତାଙ୍କର ମହାଶକ୍ତିରେ ସେ ଅଶୂରର ପତନ ଘଟାଇବେ।
33 ତୋଫତ୍ ବହୁକାଳରୁ ନିର୍ମିତ ହୋଇଅଛି। ତାହା ରାଜା ନିର୍ମିତ ପ୍ରସ୍ତୁତ ହୋଇଛି। ସେ ତାହାକୁ ଅତି ଗଭୀର ଓ ପ୍ରଶସ୍ତ କରିଛନ୍ତି। ସେଥିରେ ସ୍ତୁପ ଅଗ୍ନି ଓ ପ୍ରଚୁର କାଠ ଅଛି। ପୁଣି ସଦାପ୍ରଭୁଙ୍କର ଆତ୍ମା ଗନ୍ଧକ ସ୍ରୋତପରି ପ୍ରଜ୍ୱଳିତ ହୋଇ ପୋଡ଼ି ପକାଏ।
ପରମେଶ୍ୱର ବିଗ୍ଭର କରନ୍ତୁ
2 ଯଦି ତୁମ୍ଭେ ଭାବୁଛ ଯେ ତୁମ୍ଭେମାନେ ଅନ୍ୟ ଲୋକଙ୍କର ନ୍ୟାୟବିଗ୍ଭର କରି ପାରିବ ତା'ହେଲେ ତୁମ୍ଭେ ଭୁଲ୍ କରୁଛ। ତୁମ୍ଭେମାନେ ନିଜେ ମଧ୍ୟ ପାପର ଦୋଷୀ। ତୁମ୍ଭେ ଅନ୍ୟମାନଙ୍କର ନ୍ୟାୟ ବିଗ୍ଭର କରୁଛ, ହେଲେ ତୁମ୍ଭେ ମଧ୍ୟ ସେମାନଙ୍କ ପରି ମନ୍ଦ କାମ କରୁଛ। ଅତଏବ ଯେତେବେଳେ ତୁମ୍ଭେ ସେମାନଙ୍କର ନ୍ୟାୟବିଗ୍ଭର କରୁଛ, ସେତେବେଳେ ପ୍ରକୃତରେ ନିଜକୁ ଅପରାଧୀ ବୋଲି ନ୍ୟାୟବିଗ୍ଭର କରୁଛ। 2 ପରମେଶ୍ୱର, ଯେଉଁମାନେ ଏପରିକି ମନ୍ଦକର୍ମ କରନ୍ତି ତାହାଙ୍କର ନ୍ୟାୟ ବିଗ୍ଭର କରନ୍ତି। ଏହା ଆମ୍ଭେମାନେ ଜାଣୁ ଯେ, ପରମେଶ୍ୱରଙ୍କର ନ୍ୟାୟ ବିଗ୍ଭର ଠିକ୍ ଅଟେ। 3 ତୁମ୍ଭେ ଭୁଲକାମ କରୁଥିବା ଲୋକଙ୍କର ନ୍ୟାୟବିଗ୍ଭର କରୁଛ। କିନ୍ତୁ ତୁମ୍ଭେ ନିଜେ ମଧ୍ୟ ସେହିଭଳି ଭୁଲକାମ କରୁଛ। ସେଥିପାଇଁ ତୁମ୍ଭେ ଜାଣ ଯେ ପରମେଶ୍ୱର ନିଶ୍ଚିତ ଭାବରେ ତୁମ୍ଭର ନ୍ୟାୟବିଗ୍ଭର କରିବେ। ତୁମ୍ଭେ ବିଗ୍ଭରରୁ ରକ୍ଷା ପାଇ ପାରିବ ନାହିଁ। 4 ପରମେଶ୍ୱର ତୁମ୍ଭ ପ୍ରତି ଅତି ଦୟାଳୁ। ସେ ତୁମ୍ଭ ପ୍ରତି ଧୈର୍ଯ୍ୟବାନ। ପରମେଶ୍ୱର ଅପେକ୍ଷା କରିଛନ୍ତି ଯେ, ତୁମ୍ଭେ ବଦଳି ଯାଅ। କିନ୍ତୁ ତୁମ୍ଭେ ତାହାଙ୍କର ଦୟାଳୁତା ବିଷୟରେ ଆଦୌ ଭାବୁ ନାହଁ। ଏହା ହୋଇପାରେ ଯେ, ତୁମ୍ଭେ ସମ୍ଭବତଃ ବୁଝିପାରୁ ନାହଁ ଯେ ତୁମ୍ଭକୁ ନିଜର ହୃଦୟ ଓ ଜୀବନ ବଦଳାଇବା ପାଇଁ ସୁଯୋଗ ଦେବା ଉଦ୍ଦେଶ୍ୟରେ ପରମେଶ୍ୱର ତୁମ୍ଭ ପ୍ରତି ଦୟାଳୁ ହୋଇଛନ୍ତି।
5 କିନ୍ତୁ ତୁମ୍ଭେମାନେ କଠିନ ଓ ଅନୁତାପବିହୀନ। ତୁମ୍ଭେ ବଦଳିବା ପାଇଁ ନାରାଜ। ସେଥିପାଇଁ ତୁମ୍ଭେ ନିଜର ଦଣ୍ଡକୁ ଅଧିକରୁ ଅଧିକ ବଢ଼ାଉଛ। ଯେଉଁ ଦିନ ପରମେଶ୍ୱର ନିଜର କ୍ରୋଧ ଦେଖାଇବେ, ସେହି ଦିନ ତୁମ୍ଭେ ସେହି ଦଣ୍ଡ ପାଇବ। ସେହି ଦିନ ଲୋକେ ପରମେଶ୍ୱରଙ୍କର ଠିକ୍ ନ୍ୟାୟବିଗ୍ଭର ଦେଖିବେ। 6 ପରମେଶ୍ୱର ପ୍ରତ୍ୟେକ ଲୋକକୁ ନିଜ ନିଜର କର୍ମ ଅନୁସାରେ ପୁରସ୍କାର ବା ଦଣ୍ଡ ଦେବେ। 7 କେତେକ ଲୋକ ପରମେଶ୍ୱରଙ୍କର ମହିମା, ସମ୍ମାନ ଓ ପରମେଶ୍ୱର ଦେବାକୁ ଥିବା ଅନନ୍ତ ଜୀବନ ପାଇଁ ବଞ୍ଚନ୍ତି। ଯେଉଁମାନେ ସର୍ବଦା ଭଲ କାମ କରି ଧୈର୍ଯ୍ୟପୂର୍ବକ ଏହି ଗୁଡ଼ିକ ପାଇଁ ଜୀବନ ଧାରଣ କରନ୍ତି, ସେହି ଲୋକମାନଙ୍କୁ ପରମେଶ୍ୱର ଅନନ୍ତ ଜୀବନ ପ୍ରଦାନ କରିବେ। 8 କିନ୍ତୁ ଯେଉଁମାନେ ସ୍ୱାର୍ଥପର ଓ ସତ୍ୟକୁ ଅନୁସରଣ କରିବା ପାଇଁ ମନା କରନ୍ତି ଓ ମନ୍ଦ ମାର୍ଗ ଅବଲମ୍ବନ କରନ୍ତି, ପରମେଶ୍ୱର ସେମାନଙ୍କୁ ଦଣ୍ଡ ଦେବେ। 9 ମନ୍ଦକାମ କରୁଥିବା ପ୍ରତ୍ୟେକ ଲୋକକୁ ପରମେଶ୍ୱର ଦୁଃଖ ଓ ସଙ୍କଟରେ। ଯିହୂଦୀମାନଙ୍କୁ ପ୍ରଥମେ, ପରେ ଅଣଯିହୂଦୀମାନଙ୍କୁ ମଧ୍ୟ। 10 କିନ୍ତୁ ପରମେଶ୍ୱର, ଭଲ କାମ କରୁଥିବା ପ୍ରତ୍ୟେକ ଲୋକକୁ ଗୌରବ, ସମ୍ମାନ ଓ ଶାନ୍ତି ପ୍ରଦାନ କରିବେ। ପ୍ରଥମେ ଯିହୂଦୀମାନଙ୍କୁ ଓ ପରେ ଅଣଯିହୂଦୀମାନଙ୍କୁ ମଧ୍ୟ। 11 ପରମେଶ୍ୱର ପ୍ରତ୍ୟେକ ଲୋକଙ୍କ ପ୍ରତି ସମାନ ଭାବରେ ନ୍ୟାୟବିଗ୍ଭର କରନ୍ତି।
2010 by World Bible Translation Center