Revised Common Lectionary (Complementary)
146 ସଦାପ୍ରଭୁଙ୍କର ପ୍ରଶଂସା କର!
ମୁଁ ନିଜକୁ କହେ, ସଦାପ୍ରଭୁଙ୍କର ପ୍ରଶଂସା କର।
2 ମୁଁ ଜୀବନସାରା ସଦାପ୍ରଭୁଙ୍କର ପ୍ରଶଂସା କରିବି।
ମୁଁ ଜୀବନସାରା ମୋର ପରମେଶ୍ୱରଙ୍କର ପ୍ରଶଂସାର ଗୀତ ଗାଇବି।
3 ସାହାଯ୍ୟ ପାଇଁ ଅଧିପତିମାନଙ୍କ ଉପରେ ନିର୍ଭର ରଖ ନାହିଁ।
ଲୋକମାନଙ୍କ ପ୍ରତି ଭରସା କର ନାହିଁ।
କାରଣ ଲୋକମାନେ ତୁମ୍ଭକୁ ରକ୍ଷା କରି ପାରିବେ ନାହିଁ।
4 ଲୋକମାନେ ମରନ୍ତି ଓ କବର ନିଅନ୍ତି।
ଆଉ ସେହି ଦିନ, ସେମାନଙ୍କର ଯୋଜନା ସବୁ ମଧ୍ୟ ମରିଯାଏ।
5 କିନ୍ତୁ ସେହିମାନେ ଭାଗ୍ୟବାନ୍ ଯେଉଁମାନଙ୍କର ଯାକୁବର ପରମେଶ୍ୱର ଅଛନ୍ତି, ସେହିମାନଙ୍କୁ ସାହାଯ୍ୟ କରିବା ପାଇଁ,
ସେହିମାନେ ସେମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ଉପରେ ନିର୍ଭର କରନ୍ତି।
6 ସଦାପ୍ରଭୁ ସ୍ୱର୍ଗ, ପୃଥିବୀ, ସମୁଦ୍ର
ଏବଂ ଏଥିରେ ଥିବା ପ୍ରତ୍ୟେକ ବସ୍ତୁ ମଧ୍ୟ ତିଆରି କଲେ।
ସେ ସର୍ବଦା ବିଶ୍ୱସ୍ତ ଅଟନ୍ତି।
7 ସଦାପ୍ରଭୁ ଉପଦ୍ରବ ଗ୍ରସ୍ତ ଲୋକ ପକ୍ଷରେ ଯାହା ନ୍ୟାୟ ତାହା କରନ୍ତି।
ସେ କ୍ଷୁଧାର୍ତ୍ତମାନଙ୍କୁ ଖାଦ୍ୟ ଦିଅନ୍ତି।
ସଦାପ୍ରଭୁ ବନ୍ଦୀଗଣଙ୍କୁ ମୁକ୍ତ କରନ୍ତି।
8 ସଦାପ୍ରଭୁ ଆମ୍ଭମାନଙ୍କୁ ଦୃଷ୍ଟି ପ୍ରଦାନ କରନ୍ତି।
ସଦାପ୍ରଭୁ ବିପଦରେ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି।
ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି।
9 ସଦାପ୍ରଭୁ ଆମ୍ଭ ଦେଶରେ ରହୁଥିବା ବିଦେଶୀମାନଙ୍କୁ ରକ୍ଷା କରନ୍ତି।
ସେ ପିତୃହୀନ ଓ ବିଧବାଙ୍କର ଯତ୍ନ ନିଅନ୍ତି,
ମାତ୍ର ସେ ଦୁଷ୍ଟମାନଙ୍କୁ ଧ୍ୱଂସ କରନ୍ତି।
10 ସଦାପ୍ରଭୁ ଚିରକାଳ ରାଜ୍ୟ କରିବେ।
ହେ ସିୟୋନ, ତୁମ୍ଭର ପରମେଶ୍ୱର ସଦାସର୍ବଦା ରାଜ୍ୟ କରିବେ।
ସଦାପ୍ରଭୁଙ୍କର ପ୍ରଶଂସା କର।
ଅଧିପତିଗଣ ଉତ୍ତମ ଓ ନ୍ୟାୟପରାୟଣ ହେବା ଉଚିତ୍
32 ଦେଖ, ଜଣେ ରାଜା ଧର୍ମାନୁସାରେ ରାଜତ୍ୱ କରିବେ ଓ ଅଧିପତିଗଣ ନ୍ୟାୟରେ ଶାସନ କରିବେ। 2 ଯଦି ଏହା ଘଟିବ, ତେବେ ସେହି ମାନବ ବତାସରୁ ଆଶ୍ରୟସ୍ଥାନ ଓ ଝଡ଼ ବର୍ଷାରୁ ଆଶ୍ରୟ, ଶୁଷ୍କ ଭୂମିରେ ଜଳସ୍ରୋତ ଓ ଉତ୍ତପ୍ତ ଭୂମିରେ ଶୀତଳ ଛାୟା ପ୍ରଦାୟକ ଶୈଳ ସଦୃଶ ହେବ। 3 ପୁଣି ଦର୍ଶକମାନଙ୍କର ଚକ୍ଷୁ ମୁଦ୍ରିତ ହେବ ନାହିଁ ଓ ଶ୍ରୋତାମାନଙ୍କର କର୍ଣ୍ଣ ଅବଧାନ କରିବ। 4 ଦ୍ୱନ୍ଦରେ ପଡ଼ିଥିବା ବ୍ୟକ୍ତି ଜ୍ଞାନ ଲାଭ କରିବେ। ନିର୍ବୀକମାନେ ସ୍ପଷ୍ଟ କଥା କହିବେ। 5 ନିର୍ବୋଧମାନେ ମହାତ୍ମା ଓ ଖଳଲୋକ ଉଦାର ବୋଲି ପ୍ରସିଦ୍ଧ ହେବେ ନାହିଁ।
6 କାରଣ ଜଣେ ମୃତ ନିର୍ବୋଧ କଥା କହିବ ଓ ତାହାର ହୃଦୟରେ ଅଧର୍ମ କଥା କଳ୍ପନା କରିବ। ସେ ସର୍ବଦା ଭ୍ରାନ୍ତିମୂଳକ କାର୍ଯ୍ୟ କରିବ ସେ ସଦାପ୍ରଭୁଙ୍କ ପ୍ରତିକୂଳରେ ମନ୍ଦକଥା କହିବ। ସେ କ୍ଷୁଧିତକୁ ଖାଦ୍ୟ ଦେବ ନାହିଁ କି ତୃଷିତକୁ ଜଳଦାନ କରିବ ନାହିଁ। 7 ଆଉ ମଧ୍ୟ ଖଳ ଲୋକର ଉପାୟ ସବୁ ମନ୍ଦ। ସେ ଦରିଦ୍ରଠାରୁ ସମସ୍ତ ଅପହରଣ କରିବାକୁ ଯୋଜନା କଲେ। ସେ ଦରିଦ୍ର ଲୋକମାନଙ୍କୁ ମିଥ୍ୟା ଅଭିଯୋଗ ସାହାଯ୍ୟରେ ଧ୍ୱଂସ କରିବାକୁ ଶପଥ ନିଏ, ଯଦିବା ସେତେବେଳେ ସେହି ଦରିଦ୍ର ଲୋକ ଯାହା କହେ, ତାହା ସଠିକ୍।
8 ମାତ୍ର ଜଣେ ମହାତ୍ମା ଉତ୍ତମ କଥା କଳ୍ପନା କରେ ଓ ସେହି ଉତ୍ତମ ଆଚରଣରେ ସେ ସ୍ଥିର ରହେ।
12 ଯେଉଁ ଲୋକମାନେ ବ୍ୟବସ୍ଥା ଜାଣିଛନ୍ତି ଓ ଯେଉଁ ଲୋକମାନେ ବ୍ୟବସ୍ଥା ବିଷୟରେ ଶୁଣି ନାହାନ୍ତି, ପାପ କର୍ମ କଲାବେଳେ ସମସ୍ତେ ସମାନ। ଲୋକେ ଯେଉଁମାନେ ବ୍ୟବସ୍ଥା ଜାଣି ନାହାନ୍ତି ଓ ପାପ କରୁଛନ୍ତି, ସେମାନେ ନଷ୍ଟ ହୋଇ ଯିବେ ଓ ସେହିପରି, ଯେଉଁମାନେ ବ୍ୟବସ୍ଥା ଜାଣିଛନ୍ତି ଓ ପାପ କରୁଛନ୍ତି, ବ୍ୟବସ୍ଥା ଅନୁସାରେ ସେମାନଙ୍କର ନ୍ୟାୟବିଗ୍ଭର ହେବ। 13 ବ୍ୟବସ୍ଥାକୁ କେବଳ ଶୁଣିଥିଲେ କେହି ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହୋଇ ପାରିବ ନାହିଁ। ବ୍ୟବସ୍ଥାକୁ ସମଗ୍ର ଭାବରେ ପାଳନ କଲେ ହିଁ ବ୍ୟବସ୍ଥା, ଲୋକମାନଙ୍କୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ବୋଲି ପ୍ରମାଣିତ କରେ।
14 ଅଣଯିହୂଦୀମାନଙ୍କର କୌଣସି ବ୍ୟବସ୍ଥା ନାହିଁ। କିନ୍ତୁ ଯେତେବେଳେ ସେମାନେ ସ୍ୱାଭାବିକ ଭାବରେ ବ୍ୟବସ୍ଥା ଅନୁଯାୟୀ ନ ଜାଣି ମଧ୍ୟ କାମ କରନ୍ତି, ସେତେବେଳେ ସେଗୁଡ଼ିକ ହିଁ ବ୍ୟବସ୍ଥା ହୋଇଯାଏ। ସେମାନଙ୍କର ବ୍ୟବସ୍ଥା ନ ଥିଲେ ମଧ୍ୟ ଏହା ସତ୍ୟ। 15 ସେମାନେ ହୃଦୟରେ ଜାଣି ପାରନ୍ତି ଯେ କ’ଣ ଠିକ୍ ଓ କ’ଣ ଭୁଲ୍। ଯାହା ଠିକ୍ ତାହା ବ୍ୟବସ୍ଥା ଗ୍ଭହେଁ। ସେମାନେ ଠିକ୍ ଓ ଭୁଲ୍ ବିଷୟରେ ଯାହା ଅନୁଭବ କରନ୍ତି, ତାହା ଦେଖାଇ ମଧ୍ୟ ଦିଅନ୍ତି। ବେଳେବେଳେ ସେମାନଙ୍କ ବିଗ୍ଭର ସେମାନଙ୍କୁ କୁହେ ଯେ, ସେମାନେ ମନ୍ଦ କାମ କଲେ, ସେମାନେ ଦୋଷୀ ହୁଅନ୍ତି ଓ ବେଳେବେଳେ ସେମାନଙ୍କର ବିଗ୍ଭର ସେମାନଙ୍କୁ କୁହେ ଯେ, ସେମାନେ ଉତ୍ତମ କାମ କଲେ, ସେମାନେ ନିଜକୁ ଦୋଷୀ ବିବେଚିତ କରନ୍ତି ନାହିଁ।
16 ଯେଉଁ ଦିନ ପରମେଶ୍ୱର ଲୋକମାନଙ୍କ ଭିତରେ ଥିବା ଗୁପ୍ତକଥା ଗୁଡ଼ିକର ନ୍ୟାୟବିଗ୍ଭର କରିବେ ସେହି ଦିନ ଏହି କଥା ଘଟିବ। ମୁଁ ଯେଉଁ ସୁସମାଗ୍ଭର ଲୋକମାନଙ୍କୁ କହୁଛି, ତାହା କୁହେ ଯେ, ପରମେଶ୍ୱର ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା, ଲୋକମାନଙ୍କର ନ୍ୟାୟବିଗ୍ଭର କରିବେ।
2010 by World Bible Translation Center