Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 54

ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍। ଯେତେବେଳେ ସୀଫୀୟମାନେ ଶାଉଲଠାକୁ ଗଲେ ଓ ଏହି କଥା କହିଲେ, “ଆମ୍ଭେମାନେ ଭାବୁଛୁ ଦାଉଦ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି।” ସେହି ସମୟରେ ଏହା ରଚିତ।

54 ହେ ପରମେଶ୍ୱର, ତୁମ୍ଭ ଶକ୍ତି ପ୍ରଦର୍ଶନ କରି, ମୋତେ ରକ୍ଷା କର।
    ତୁମ୍ଭ ମହାପରାକ୍ରମ ଶକ୍ତି ବ୍ୟବହାର କରି ପ୍ରମାଣ କର ଯେ, ମୁଁ ନିରୀହ।
ହେ ପରମେଶ୍ୱର, ମୋର ପ୍ରାର୍ଥନା ଶୁଣ।
    ମୋହର ଗୁହାରି ଶୁଣ।
ଅପରିଚିତ ଲୋକମାନେ କେହି ପରମେଶ୍ୱରଙ୍କୁ ଉପାସନା କରନ୍ତି ନାହିଁ।
    ପରାକ୍ରମଶାଳୀ ଲୋକମାନେ ମୋତେ ହତ୍ୟା କରିବା ପାଇଁ ଚେଷ୍ଟା କରୁଛନ୍ତି। ସେଲା

ଦେଖ, ପରମେଶ୍ୱର ମୋତେ ସାହାଯ୍ୟ କରିବେ,
    ମୋର ପ୍ରଭୁ ମୋର ସମର୍ଥନ କରିବେ।
ପରମେଶ୍ୱର, ମୋର ଶତ୍ରୁମାନଙ୍କୁ ସେମାନଙ୍କର କୁକର୍ମ ପାଇଁ ପ୍ରତିରୋଧ କର।
    ପରମେଶ୍ୱର, ଦେଖାଇ ଦିଅ ଯେ, ତୁମ୍ଭେ ମୋ’ ପାଇଁ ସତ୍ୟ ଅଟ ଏବଂ ସେମାନଙ୍କୁ ଧ୍ୱଂସ କର।

ମୁଁ ସ୍ୱଇଚ୍ଛାରେ ନୈବେଦ୍ୟ ନେଇ ତୁମ୍ଭ ଉଦ୍ଦେଶ୍ୟରେ ଦେବି।
    ସଦାପ୍ରଭୁ, ମୁଁ ତୁମ୍ଭର ନାମର ଗୁଣଗାନ କରିବି, କାରଣ ତୁମ୍ଭେ ଉତ୍ତମ ଅଟ।
ତୁମ୍ଭେ ମୋତେ ମୋର ସବୁ ବିପଦରୁ ରକ୍ଷା କଲ।
    ମୋ’ ଶତ୍ରୁଗଣ ପରାଜିତ ହେବାର ମୁଁ ଦେଖିଛି।

ରାଜାବଳୀର ଦ୍ୱିତୀୟ ପୁସ୍ତକ 17:5-18

ଅଶୁରର ରାଜା ଇସ୍ରାଏଲର ବହୁସ୍ଥାନଗୁଡ଼ିକୁ ଆକ୍ରମଣ କଲେ ଓ ଶମରିୟାକୁ ଆସି ତା’ ବିରୁଦ୍ଧରେ ତିନି ବର୍ଷ ଧରି ଯୁଦ୍ଧ କଲେ। ହୋଶେୟଙ୍କ ରାଜତ୍ୱର ନବମ ବର୍ଷରେ ଅଶୂରର ରାଜା ଶମରିୟା ଅଧିକାର କଲେ। ସେ ଇସ୍ରାଏଲୀୟମାନଙ୍କୁ ବନ୍ଦୀ କରି ଅଶୂରକୁ ନେଇଗଲା ଓ ସେମାନଙ୍କୁ ଗୋଶୋନ ନଗରର ହାବୋର ନଦୀର ହଲହରେ ଓ ମାଦୀୟମାନଙ୍କ ନାନା ଦେଶରେ ରଖିଲେ।

ଏସବୁ ଘଟିବାର କାରଣ ହେଲା ଇସ୍ରାଏଲୀୟମାନେ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ପାପକର୍ମ କରିଥିଲେ। ଯେଉଁ ସଦାପ୍ରଭୁ ସେମାନଙ୍କୁ ମିଶରରୁ ଆଣି ଥିଲେ ଓ ମିଶରର ରାଜା ଫାରୋଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିଥିଲେ, ସେମାନେ ତାଙ୍କୁ ପୂଜା ନ କରି ଅନ୍ୟ ଦେବତାମାନଙ୍କୁ ପୂଜା କଲେ। ଜାତିମାନଙ୍କ ଦ୍ୱାରା କରିଥିବା କାର୍ଯ୍ୟଗୁଡ଼ିକ ସେମାନେ କରିବାକୁ ଆରମ୍ଭ କଲେ। ଏଣୁ ସଦାପ୍ରଭୁ ଦେଶରୁ ପରିତ୍ୟାଗ କରିବାକୁ ବାଧ୍ୟ ହେଲେ, ଯେତେବେଳେ ଇସ୍ରାଏଲ ଲୋକମାନେ ଆସିଲେ। ଆଉ ମଧ୍ୟ ଇସ୍ରାଏଲୀୟମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ଗୁପ୍ତ ପାପରେ ଲିପ୍ତ ହେଲେ।

ପୁଣି ଦୁର୍ଗଠାରୁ ଆରମ୍ଭ କରି ପ୍ରାଚୀରବେଷ୍ଟିତ ନଗର ପର୍ଯ୍ୟନ୍ତ ସମସ୍ତ ସ୍ଥାନରେ ଉଚ୍ଚସ୍ଥଳୀମାନ ସେମାନେ ନିର୍ମାଣ କଲେ। 10 ସେମାନେ ପ୍ରତ୍ୟେକ ଉଚ୍ଚପର୍ବତ ଉପରେ ଓ ପ୍ରତ୍ୟେକ ହରିତ୍ ବର୍ଣ୍ଣ ବୃକ୍ଷମୂଳରେ ସ୍ମରଣାର୍ଥକ ସ୍ତମ୍ଭ ଓ ଆଶେରା ମୂର୍ତ୍ତିମାନ ସ୍ଥାପନ କଲେ। 11 ପୁଣି ସେଠାରେ ଥିବା ସମସ୍ତ ଉଚ୍ଚସ୍ଥଳୀମାନଙ୍କରେ ସଦାପ୍ରଭୁଙ୍କ ଦ୍ୱାରା ବିତାଡ଼ିତ ହୋଇଥିବା ଦେଶୀୟମାନଙ୍କ ପରି ସେମାନେ ଧୂପ ଜଳାଇଲେ ଓ ସଦାପ୍ରଭୁଙ୍କ ବିରକ୍ତି ପାଇଁ ଦୁଷ୍କର୍ମ କଲେ। 12 “ପୁଣି ତୁମ୍ଭେମାନେ ଏହି କର୍ମ କରିବ ନାହିଁ, ଏହିରୂପେ ଯେଉଁ ଦେବତାମାନଙ୍କ ବିଷୟରେ କହିଥିଲେ, ସେହି ଦେବତାମାନଙ୍କୁ ସେମାନେ ପୂଜା କଲେ।”

13 ତଥାପି ସଦାପ୍ରଭୁ ପ୍ରତ୍ୟେକ ଭବିଷ୍ୟ‌ଦ୍‌ବକ୍ତା ଓ ପ୍ରତ୍ୟେକ ଦୃଷ୍ଟିକାରୀଙ୍କୁ ଇସ୍ରାଏଲ ଓ ଯିହୁଦାର ପ୍ରତି ଚେତାବନୀ ଦେଇ କହିଲେ, “ତୁମ୍ଭେମାନେ ତୁମ୍ଭମାନଙ୍କର କୁକାର୍ଯ୍ୟରୁ ବିରତ ହୁଅ, ଆଉ ମୁଁ ତୁମ୍ଭମାନଙ୍କ ପିତୃଲୋକଙ୍କ ପାଇଁ ଯେଉଁ ଆଦେଶ କଲି ଓ ଯାହାସବୁ ମୋର ସେବକ ଭବିଷ୍ୟ‌ଦ୍‌ବକ୍ତାଗଣଙ୍କ ହସ୍ତରେ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ତଦନୁସାରେ ମୋର ବ୍ୟବସ୍ଥା ଓ ବିଧି ସବୁ ପାଳନ କର।”

14 ମାତ୍ର ସେମାନେ ଶୁଣିଲେ ନାହିଁ। ସେମାନେ ସେମାନଙ୍କ ପୂର୍ବପୁରୁଷମାନଙ୍କ ପରି ଅବାଧ୍ୟ ହେଲେ। ସେମାନଙ୍କର ପୂର୍ବପୁରୁଷଗଣ ସଦାପ୍ରଭୁ ଯେ ସେମାନଙ୍କର ପରମେଶ୍ୱର ଏହା ବିଶ୍ୱାସ କଲେ ନାହିଁ। 15 ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା ଓ ସେମାନଙ୍କ ପିତୃଗଣଙ୍କ ସହିତ କୃତ ତାଙ୍କର ନିୟମ ଓ ସେମାନଙ୍କର ପ୍ରତି ଦତ୍ତ ତାହାଙ୍କର ସାକ୍ଷ୍ୟସବୁ ଅଗ୍ରାହ୍ୟ କଲେ। ସେମାନେ ସଦାପ୍ରଭୁଙ୍କ ଚେତାବନୀ ଶୁଣିବାକୁ ଅମାନ୍ୟ କଲେ। ସେମାନେ ମୂଲ୍ୟହୀନ ମୂର୍ତ୍ତିଗୁଡ଼ିକୁ ଅନୁସରଣ କଲେ, ପୂଜା କଲେ ଏବଂ ସେମାନେ ନିଜେ ମୂଲ୍ୟହୀନ ହୋଇଗଲେ। ସେମାନେ ତାଙ୍କ ଚତୁର୍ପାର୍ଶ୍ୱରେ ଜାତି ପରି ବାସ କଲେ, ଯଦିଓ ସଦାପ୍ରଭୁ ସେମାନଙ୍କୁ ଆଦେଶ ଦେଇଥିଲେ, “ସେମାନେ ଯାହା କରନ୍ତି ତୁମ୍ଭେମାନେ ତାହା କର ନାହିଁ।” ଯାହା ସଦାପ୍ରଭୁ ସେମାନଙ୍କୁ କରିବାକୁ ମନା କରିଥିଲେ, ସେମାନେ ତାହା କଲେ।

16 ପୁଣି ସେମାନେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱରଙ୍କ ଆଜ୍ଞା ତ୍ୟାଗ କଲେ। ସେମାନେ ସୁବର୍ଣ୍ଣର ଦୁଇ ଗୋବତ୍ସ ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ। ସେମାନେ ଆକାଶର ତାରାଗଣଙ୍କୁ ପୂଜା କଲେ ଓ ବା‌ଲ୍‌‌‌ର ସେବା କଲେ। 17 ଆଉ ସେମାନେ ନିଜର ପୁତ୍ରକନ୍ୟାମାନଙ୍କୁ ଅଗ୍ନିରେ ବଳିଦାନ କଲେ। ସେମାନେ ଭବିଷ୍ୟ‌ଦ୍‌ବାଣୀ କରିବା ପାଇଁ ଯାଦୁବିଦ୍ୟା, ଡାହାଣି ବିଦ୍ୟା ଓ ଜ୍ୟୋତିଷବିଦ୍ୟାଗୁଡ଼ିକ ବ୍ୟବହାର କଲେ। ସଦାପ୍ରଭୁଙ୍କୁ କ୍ରୋଧାନ୍ୱିତ କରିବା ପାଇଁ ତାଙ୍କ ଦୃଷ୍ଟିରେ କୁକର୍ମ କରିବାକୁ ସେମାନେ ନିଜକୁ ବିକ୍ରୟ କଲେ। 18 ଏଣୁ ସଦାପ୍ରଭୁ ଇସ୍ରାଏଲ ଉପରେ ଅତ୍ୟନ୍ତ କ୍ରୋଧ ହେଲେ ଓ ସେମାନଙ୍କୁ ନିଜ ଦୃଷ୍ଟିରୁ ଦୂରେଇ ଦେଲେ। କେବଳ ଯିହୁଦାର ଗୋଷ୍ଠୀ ଛଡ଼ା ଆଉ କେହି ଅବଶିଷ୍ଟ ରହିଲେ ନାହିଁ।

ମାଥିଉ ଲିଖିତ ସୁସମାଗ୍ଭର 23:29-39

29 “ରେ କପଟୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ! ତୁମ୍ଭେ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାମାନଙ୍କ ପାଇଁ ସମାଧି ତିଆରି କରୁଛ। ଯେଉଁ ଲୋକମାନେ ଭଲ ଜୀବନ କଟାଇଥିଲେ, ତୁମ୍ଭେମାନେ ତାହାଙ୍କ ସମାଧି ସୁଶୋଭିତ କରୁଛ। 30 ଏବଂ ତୁମ୍ଭେମାନେ କହୁଛ ଯେ ‘ଆମ୍ଭେ ଯଦି ଆମ୍ଭ ପୂର୍ବପୁରୁଷଙ୍କ ସମକାଳୀନ ହୋଇଥାଆନ୍ତୁ, ତେବେ ଏହି ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାମାନଙ୍କୁ ମାରିଦେବା ପାଇଁ ଆମ୍ଭେ କେବେ ହେଲେ ସାହାଯ୍ୟ କରି ନ ଥା’ନ୍ତୁ।’ 31 ତୁମ୍ଭେ ପ୍ରମାଣିତ କରି ଦେଉଛ ଯେ ତୁମ୍ଭେମାନେ ସେହି ଲୋକମାନଙ୍କର ବଂଶଧର ଯେଉଁମାନେ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାମାନଙ୍କୁ ହତ୍ୟା କଲେ। 32 ତୁମ୍ଭର ପୂର୍ବପୁରୁଷ ଯେଉଁ ପାପ ଆରମ୍ଭ କରିଦେଇଥିଲେ, ତୁମ୍ଭେ ତାହାକୁ ଶେଷ କରିବ।

33 “ତୁମ୍ଭେମାନେ ସର୍ପ ଭଳି। ତୁମ୍ଭେ ବିଷଧର ସର୍ପ କୁଳରେ ଜନ୍ମ ହୋଇଛ। ତୁମ୍ଭେ ପରମେଶ୍ୱରଙ୍କଠାରୁ ରକ୍ଷା ପାଇବ ନାହିଁ। ତୁମ୍ଭ ସମସ୍ତଙ୍କୁ ଦୋଷୀ ବୋଲି ବିଗ୍ଭର କରାଯିବ ଓ ତୁମ୍ଭେମାନେ ନର୍କକୁ ଯିବ। 34 ତେଣୁ ମୁଁ ତୁମ୍ଭକୁ ଏହା କହୁଛି: ମୁଁ ତୁମ୍ଭକୁ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାମାନଙ୍କ ଜ୍ଞାନୀଲୋକ ଓ ଗୁରୁମାନଙ୍କ ପାଖକୁ ପଠାଉଛି। ତୁମ୍ଭେ ସେମାନଙ୍କ ମଧ୍ୟରୁ କେତେକଙ୍କୁ ମାରିବ, କ୍ରୁଶରେ ଚଢ଼ାଇ ତୁମ୍ଭେ କେତେକଙ୍କୁ ହତ୍ୟା କରିବ। ତୁମ୍ଭର ସମାଜଗୃହରେ ତୁମ୍ଭେ କେତେକଙ୍କୁ ହତ୍ୟା କରିବ। ତୁମ୍ଭର ସମାଜଗୃହରେ ତୁମ୍ଭେ କେତେକଙ୍କୁ କୋରଡ଼ା ମାରିବ। ସହରରୁ ସହର ତୁମ୍ଭେମାନେ ସେମାନଙ୍କର ପଛେ ପଛେ ଯାଇ କେତେକଙ୍କୁ ତାଡ଼ନା କରିବ।

35 “ତେଣୁ ଧାର୍ମିକ ଲୋକ ହେବଲଙ୍କଠାରୁ ଆରମ୍ଭ କରି ବେରିଖିୟଙ୍କ ପୁତ୍ର ଯିଖରିୟଙ୍କ ପର୍ଯ୍ୟନ୍ତ ଏ ପୃଥିବୀରେ ଯେତେ ଭଲ ଲୋକଙ୍କୁ ମାରି ଦିଆଯାଇଛି, ସେଥିପାଇଁ ତୁମ୍ଭେମାନେ ଦୋଷୀ ସାବ୍ୟସ୍ତ ହେବ। ବେରିଖିୟଙ୍କ ପୁତ୍ର ଯିଖରିୟଙ୍କୁ ମନ୍ଦିର ଓ ବେଦୀ ମଧ୍ୟସ୍ଥଳରେ ତୁମ୍ଭେମାନେ ହତ୍ୟା କରିଥିଲ। 36 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି ଯେ, ବର୍ତ୍ତମାନ ତୁମ୍ଭ ସହ ଜୀବିତ ଥିବା ଲୋକମାନଙ୍କ ପାଇଁ ଏହି ସମସ୍ତ କଥା ଘଟିବ।

ଯିରୁଶାଲମର ଲୋକମାନଙ୍କୁ ଯୀଶୁଙ୍କ ସତର୍କତା

(ଲୂକ 13:34-35)

37 “ଯିରୁଶାଲମ, ରେ ଯିରୁଶାଲମ! ତୁ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାମାନଙ୍କୁ ହତ୍ୟା କରିଛୁ। ପରମେଶ୍ୱର ଯେଉଁମାନଙ୍କୁ ତୋ’ ପାଖକୁ ପଠାଇଥିଲେ, ତୁ ସେମାନଙ୍କୁ ପଥର ଫୋପାଡ଼ି ହତ୍ୟା କରିଛୁ। ତୋର ଲୋକମାନଙ୍କୁ ମୁଁ ବହୁତ ଥର ସାହାଯ୍ୟ କରିବାକୁ ଇଚ୍ଛା କରିଥିଲି। ଯେଭଳି ଗୋଟିଏ କୁକୁଡ଼ା ନିଜ ଛୁଆମାନଙ୍କୁ ନିଜ ପକ୍ଷତଳେ ଏକାଠି କରେ, ସେହିପରି ତୋର ସମସ୍ତ ସନ୍ତାନମାନଙ୍କୁ ଏକାଠି କରିବା ପାଇଁ ମୁଁ ଅନେକ ଥର ଗ୍ଭହିଁଥିଲି। କିନ୍ତୁ ତୁ ମୋତେ ତାହା କରେଇ ଦେଲୁ ନାହିଁ। 38 ବର୍ତ୍ତମାନ ତୋର ଘର ପୁରାପୁରି ଉଜୁଡ଼ି ଯିବ। 39 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି ଯେ, ଯେପର୍ଯ୍ୟନ୍ତ ତୁମ୍ଭେମାନେ ମୋତେ ନ କହିଛ: ‘ଯିଏ ପ୍ରଭୁଙ୍କ ନାମରେ ଆସୁଛନ୍ତି, ସେ ଧନ୍ୟ, ସେପର୍ଯ୍ୟନ୍ତ ତୁମ୍ଭେମାନେ ମୋତେ ଆଉ ଦେଖି ପାରିବ ନାହିଁ’।(A)

Odia Holy Bible: Easy-to-Read Version (ERV-OR)

2010 by World Bible Translation Center