Revised Common Lectionary (Complementary)
ଯିରିମିୟଙ୍କ ବିରୁଦ୍ଧରେ ମନ୍ଦ ଯୋଜନା
18 ସଦାପ୍ରଭୁ ମୋତେ ଜଣାଇଲେ ଯେ ଅନାଥୋତର ଲୋକମାନେ ମୋ’ ବିରୁଦ୍ଧରେ ଷଡ଼ଯନ୍ତ୍ର କରୁଛନ୍ତି। ସେ ସେମାନଙ୍କର କ୍ରିୟା ମୋତେ ସେ ସମୟରେ ଦେଖାଇଲେ। 19 ସଦାପ୍ରଭୁ, ସେମାନେ ମୋ’ ବିପକ୍ଷରେ ଅଛନ୍ତି ବୋଲି ଦେଖାଇବା ପୂର୍ବରୁ ମୁଁ ଏକ ନିରୀହ ମେଷଶାବକ ପରି ହତ୍ୟା ପାଇଁ ରହିଥିଲି। ସେମାନେ ମୋ’ ବିରୁଦ୍ଧରେ ଅଛନ୍ତି ବୋଲି ମୁଁ ଜାଣି ନ ଥିଲି। ସେମାନେ ମୋ’ ବିରୁଦ୍ଧରେ କୁମନ୍ତ୍ରଣା କରି କହିଲେ, “ଆସ ଫଳ ସହିତ ବୃକ୍ଷକୁ କାଟି ନଷ୍ଟ କରିବା। ଲୋକେ ଯେପରି ତାଙ୍କୁ ଆଉ ସ୍ମରଣ ନ କରିବେ ସେଥିପାଇଁ ତାଙ୍କୁ କାଟି ପକାଇବା।” 20 କିନ୍ତୁ ହେ ସଦାପ୍ରଭୁ, “ତୁମ୍ଭେ ଜଣେ ପ୍ରକୃତ ବିଗ୍ଭରକ। ତୁମ୍ଭେ ଲୋକମାନଙ୍କର ମନ ଓ ବୁଦ୍ଧି ପରୀକ୍ଷା କରୁଥାଅ। ସେମାନଙ୍କ ପ୍ରତି ତୁମ୍ଭର ପ୍ରତିଶୋଧ ମୋତେ ଦେଖାଅ। କାରଣ ମୋର ଘଟଣାରୁ ମୁଁ ତୁମ୍ଭଙ୍କୁ ପୁରା ବିଶ୍ୱାସ କରିବି।”
ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍। ଯେତେବେଳେ ସୀଫୀୟମାନେ ଶାଉଲଠାକୁ ଗଲେ ଓ ଏହି କଥା କହିଲେ, “ଆମ୍ଭେମାନେ ଭାବୁଛୁ ଦାଉଦ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି।” ସେହି ସମୟରେ ଏହା ରଚିତ।
54 ହେ ପରମେଶ୍ୱର, ତୁମ୍ଭ ଶକ୍ତି ପ୍ରଦର୍ଶନ କରି, ମୋତେ ରକ୍ଷା କର।
ତୁମ୍ଭ ମହାପରାକ୍ରମ ଶକ୍ତି ବ୍ୟବହାର କରି ପ୍ରମାଣ କର ଯେ, ମୁଁ ନିରୀହ।
2 ହେ ପରମେଶ୍ୱର, ମୋର ପ୍ରାର୍ଥନା ଶୁଣ।
ମୋହର ଗୁହାରି ଶୁଣ।
3 ଅପରିଚିତ ଲୋକମାନେ କେହି ପରମେଶ୍ୱରଙ୍କୁ ଉପାସନା କରନ୍ତି ନାହିଁ।
ପରାକ୍ରମଶାଳୀ ଲୋକମାନେ ମୋତେ ହତ୍ୟା କରିବା ପାଇଁ ଚେଷ୍ଟା କରୁଛନ୍ତି। ସେଲା
4 ଦେଖ, ପରମେଶ୍ୱର ମୋତେ ସାହାଯ୍ୟ କରିବେ,
ମୋର ପ୍ରଭୁ ମୋର ସମର୍ଥନ କରିବେ।
5 ପରମେଶ୍ୱର, ମୋର ଶତ୍ରୁମାନଙ୍କୁ ସେମାନଙ୍କର କୁକର୍ମ ପାଇଁ ପ୍ରତିରୋଧ କର।
ପରମେଶ୍ୱର, ଦେଖାଇ ଦିଅ ଯେ, ତୁମ୍ଭେ ମୋ’ ପାଇଁ ସତ୍ୟ ଅଟ ଏବଂ ସେମାନଙ୍କୁ ଧ୍ୱଂସ କର।
6 ମୁଁ ସ୍ୱଇଚ୍ଛାରେ ନୈବେଦ୍ୟ ନେଇ ତୁମ୍ଭ ଉଦ୍ଦେଶ୍ୟରେ ଦେବି।
ସଦାପ୍ରଭୁ, ମୁଁ ତୁମ୍ଭର ନାମର ଗୁଣଗାନ କରିବି, କାରଣ ତୁମ୍ଭେ ଉତ୍ତମ ଅଟ।
7 ତୁମ୍ଭେ ମୋତେ ମୋର ସବୁ ବିପଦରୁ ରକ୍ଷା କଲ।
ମୋ’ ଶତ୍ରୁଗଣ ପରାଜିତ ହେବାର ମୁଁ ଦେଖିଛି।
ପ୍ରକୃତ ଜ୍ଞାନ
13 ତୁମ୍ଭମାନଙ୍କ ଭିତରେ ପ୍ରକୃତ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି? ତା'ହେଲେ ସେ ଧାର୍ମିକ ଜୀବନଯାପନ କରି ନିଜର ବିଜ୍ଞତା ଦେଖାଉ। ସେ ନମ୍ର ଭାବରେ ଭଲ କାମ କରିବା ଉଚିତ୍। ଜ୍ଞାନୀ ଲୋକ ଗର୍ବ କରେ ନାହିଁ। 14 ଯଦି ତୁମ୍ଭେ ନିହାତି ସ୍ୱାର୍ଥପର ଓ ତୁମ୍ଭ ହୃଦୟରେ ଈର୍ଷାଭାବ ଅଛି, ତା'ହେଲେ ତୁମ୍ଭର ଗର୍ବ କରିବା ପାଇଁ କିଛି କାରଣ ନାହିଁ। ତୁମ୍ଭର ଅହଂକାର କେବଳ ମିଛ, ଏବଂ ତାହା ସତ୍ୟକୁ ଘୋଡ଼ାଇ ଦିଏ। 15 ଏହି ପ୍ରକାର “ଜ୍ଞାନ” ପରମେଶ୍ୱରଙ୍କଠାରୁ ଆସେ ନାହିଁ। ମାତ୍ର ଏହି “ଜ୍ଞାନ” ସଂସାରରୁ ଆସେ। ଏହା ଆତ୍ମିକ ନୁହେଁ। ଏହା ଶୟତାନଠାରୁ ଆସିଛି। 16 ଯେଉଁଠାରେ ଈର୍ଷାଭାବ ଓ ସ୍ୱାର୍ଥପର ମନୋଭାବ ଅଛି, ସେହିଠାରେ ସମସ୍ତ ପ୍ରକାର ବିଶୃଙ୍ଖଳା ଓ ସମସ୍ତ ପ୍ରକାରର ମନ୍ଦତା ଦେଖାଯାଏ। 17 କିନ୍ତୁ ପରମେଶ୍ୱରଙ୍କଠାରୁ ଆସିଥିବା “ଜ୍ଞାନ” ଏହିପରି: ପ୍ରଥମରେ ଏହା ପବିତ୍ର, ଶାନ୍ତିପୂର୍ଣ୍ଣ, ଭଦ୍ର ଓ ପ୍ରସନ୍ନ ଅଟେ। ଯେଉଁମାନେ ଅସୁବିଧା ବା କଷ୍ଟରେ ପଡ଼ିଛନ୍ତି, ଏହି ଜ୍ଞାନ ସେମାନଙ୍କୁ ସାହାଯ୍ୟ କରିବା ପାଇଁ ସର୍ବଦା ପ୍ରସ୍ତୁତ ଥାଏ ଓ ଏହା ଅନ୍ୟମାନଙ୍କର ମଙ୍ଗଳ କରେ। ଏହି ଜ୍ଞାନ ସର୍ବଦା ନିରପେକ୍ଷ ଓ ନିଷ୍ଠାପର ଅଟେ। 18 ଯେଉଁ ଲୋକମାନେ ଶାନ୍ତିପୂର୍ଣ୍ଣ ଭାବରେ ଶାନ୍ତି ପାଇଁ କାମ କରନ୍ତି, ସେମାନେ ଧାର୍ମିକ ଜୀବନଯାପନ ଦ୍ୱାରା ସେଥିରୁ ଉତ୍ପନ୍ନ ଉତ୍ତମ ବିଷୟମାନ ପାଆନ୍ତି।
ପରମେଶ୍ୱରଙ୍କଠାରେ ସମର୍ପିତ ହୁଅ
4 ତୁମ୍ଭେ କ’ଣ ଜାଣିଛ କି ତୁମ୍ଭମାନଙ୍କ ଭିତରେ ଝଗଡ଼ା ଓ ଯୁକ୍ତିତର୍କ କାହିଁକି ହୁଏ? ତୁମ୍ଭର ଝଗଡ଼ା ଓ ଯୁକ୍ତିତର୍କ ସ୍ୱାର୍ଥପର ଇଚ୍ଛାରୁ ଆସେ ଓ ତୁମ୍ଭ ମଧ୍ୟରେ ବିବାଦ ସୃଷ୍ଟି କରିଥାଏ? 2 ତୁମ୍ଭେମାନେ ଅନେକ ବିଷୟ ଇଚ୍ଛା କର, କିନ୍ତୁ ପାଅ ନାହିଁ। ତେଣୁ ତୁମ୍ଭେ ଅନ୍ୟ ଲୋକମାନଙ୍କ ପ୍ରତି ଈର୍ଷାନ୍ୱିତ ହୋଇ ସେମାନଙ୍କୁ ହତ୍ୟା କରିଥାଅ। ତଥାପି ତୁମ୍ଭେ ଇଚ୍ଛା କରୁଥିବା ବିଷୟ ଗୁଡ଼ିକ ପାଇ ପାର ନାହିଁ। ସେଥିପାଇଁ ତୁମ୍ଭେ ତର୍କବିତର୍କ କରିଥାଅ ଓ ବିବାଦ କରିଥାଅ। ଯେହେତୁ ତୁମ୍ଭେ ପରମେଶ୍ୱରଙ୍କୁ ତୁମ୍ଭର ଦରକାରୀ ବିଷୟ ଗୁଡ଼ିକ ମାଗି ନ ଥାଅ, ତେଣୁ ତୁମ୍ଭେମାନେ ସେଗୁଡ଼ିକ ପାଇ ନ ଥାଅ। 3 ବା ଯେତେବେଳେ ତୁମ୍ଭେ ମାଗ, ତାହା ପାଅ ନାହିଁ। କାହିଁକି? କାରଣ ଯେଉଁ କାରଣରୁ ତୁମ୍ଭେ ମାଗ, ତାହା ଭୁଲ୍ ଥାଏ। ତୁମ୍ଭେ ନିଜର ଅଭିଳାଷ ପାଇଁ ଯେପରି ସେଗୁଡ଼ିକୁ ବ୍ୟବହାର କରିପାର, ସେଥିପାଇଁ ସେହିସବୁ ମାଗିଥାଅ।
7 ଅତଏବ ନିଜକୁ ପରମେଶ୍ୱରଙ୍କଠାରେ ସମର୍ପିତ କର। ଶୟତାନକୁ ବାଧା ଦିଅ, ତା'ହେଲେ ସେ ତୁମ୍ଭଠାରୁ ଦୂରେଇ ଯିବ। 8 ପରମେଶ୍ୱରଙ୍କ ନିକଟକୁ ଆସ, ତେବେ ସେ ମଧ୍ୟ ତୁମ୍ଭମାନଙ୍କ ନିକଟକୁ ଆସିବେ। ତୁମ୍ଭେମାନେ ପାପୀ ଅଟ। ଅତଏବ ତୁମ୍ଭମାନଙ୍କ ଜୀବନରୁ ପାପକୁ ପରିଷ୍କାର କର। ତୁମ୍ଭେ ଏକା ସମୟରେ ପରମେଶ୍ୱର ଓ ସଂସାର, ଉଭୟର ଅନୁସରଣ କରିବାକୁ ଚେଷ୍ଟା କରୁଛ। ତୁମ୍ଭର ଚିନ୍ତାଧାରାକୁ ପବିତ୍ର କର।
ନିଜ ମୃତ୍ୟୁ ସମ୍ବନ୍ଧରେ ଯୀଶୁଙ୍କ କଥନ
(ମାଥିଉ 17:22-23; ଲୂକ 9:43-45)
30 ତା'ପରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ସେ ସ୍ଥାନ ଛାଡ଼ି ଗ୍ଭଲିଗଲେ। ସେମାନେ ଗାଲିଲୀ ଦେଇ ଯାଉଥିଲେ। ସେମାନେ କେଉଁଠି ଅଛନ୍ତି ସେ କଥା ଲୋକେ ଜାଣନ୍ତୁ ବୋଲି ଯୀଶୁ ଗ୍ଭହୁଁ ନ ଥିଲେ। 31 କାରଣ ସେ ନିଜ ଶିଷ୍ୟମାନଙ୍କୁ ଏକୁଟିଆ ଅଲଗା ଉପଦେଶ ଦେବାକୁ ଗ୍ଭହୁଁଥିଲେ। ସେ ସେମାନଙ୍କୁ କହିଲେ, “ମନୁଷ୍ୟପୁତ୍ରଙ୍କୁ ମନୁଷ୍ୟମାନଙ୍କ ହସ୍ତରେ ସମର୍ପଣ କରାଯିବ। ସେମାନେ ତାହାଙ୍କୁ ବଧ କରିବେ। କିନ୍ତୁ ମୃତ୍ୟୁର ତିନି ଦିନ ପରେ ସେ ପୁଣି ମୃତ୍ୟୁରୁ ପୁନରୁତ୍ଥିତ ହେବେ।” 32 ଯୀଶୁଙ୍କ ଏହି କଥା କହିବାର ଅର୍ଥ ଶିଷ୍ୟମାନେ ବୁଝି ପାରିଲେ ନାହିଁ। ସେମାନେ ତାହାଙ୍କୁ ଏହାର ଅର୍ଥ ପଗ୍ଭରି ବୁଝିବାକୁ ଭୟ କଲେ।
ଯୀଶୁ କହନ୍ତି ସବୁଠାରୁ ଶ୍ରେଷ୍ଠ କିଏ
(ମାଥିଉ 18:1-5; ଲୂକ 9:46-48)
33 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କଫର୍ନାହୂମକୁ ଆସିଲେ। ସେମାନେ ଗୋଟିଏ ଘର ଭିତରକୁ ଗଲେ। ତା'ପରେ ଯୀଶୁ ଶିଷ୍ୟମାନଙ୍କୁ ପଗ୍ଭରିଲେ, “ଆଜି ରାସ୍ତାରେ ଆସିବା ବେଳେ କେଉଁ ବିଷୟରେ ତୁମ୍ଭେମାନେ ଯୁକ୍ତିତର୍କ କରୁଥିଲ?” 34 କିନ୍ତୁ ଶିଷ୍ୟମାନେ ଚୁପ୍ ରହିଲେ। କାରଣ ସେମାନେ ବାଟରେ ଯୁକ୍ତିତର୍କ କରୁଥିଲେ ଯେ, ତାହାଙ୍କ ଭିତରେ ସବୁଠାରୁ ଶ୍ରେଷ୍ଠ କିଏ?
35 ଯୀଶୁ ବସିପଡ଼ିଲେ ଓ ବାରଜଣ ପ୍ରେରିତଙ୍କୁ ପାଖକୁ ଡାକିଲେ। ଯୀଶୁ କହିଲେ, “ଯଦି କେହି ସବୁଠାରୁ ବଡ଼ ହେବାକୁ ଗ୍ଭହେଁ ତେବେ ସେ ଅନ୍ୟ ସମସ୍ତଙ୍କୁ ତା’ ନିଜ ଅପେକ୍ଷା ବଡ଼ ମନେ କରୁ ଓ ସମସ୍ତଙ୍କର ସେବା କରୁ।”
36 ତା'ପରେ ଯୀଶୁ ଗୋଟିଏ ଛୋଟ ପିଲାକୁ ନେଇ ସେମାନଙ୍କ ଆଗରେ ଠିଆ କରାଇଲେ। ସେହି ପିଲାକୁ କୋଳରେ ନେଇ ସେ କହିଲେ, 37 “ମୋ’ ନାମରେ ଯେଉଁ ଲୋକ ଗୋଟିଏ ପିଲାକୁ ଏହିଭଳି ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ। ଯେଉଁ ଲୋକ ମୋତେ ଗ୍ରହଣ କରେ, ସେ ଯେ, କେବଳ ମୋତେ ଗ୍ରହଣ କରେ, ତା’ ନୁହେଁ, ବରଂ ସେ ମୋର ପ୍ରେରଣକର୍ତ୍ତାଙ୍କୁ ମଧ୍ୟ ଗ୍ରହଣ କରେ।”
2010 by World Bible Translation Center