Revised Common Lectionary (Complementary)
7 ପରମେଶ୍ୱରଙ୍କର ଶିକ୍ଷାଗୁଡ଼ିକ ପାରଦର୍ଶୀ।
ସେଗୁଡ଼ିକ ଲୋକମାନଙ୍କୁ ବଳଶାଳୀ କରେ।
ସଦାପ୍ରଭୁଙ୍କର ବ୍ୟବସ୍ଥାକୁ ବିଶ୍ୱାସ କରାଯାଇପାରେ।
ଏହା ମୂର୍ଖମାନଙ୍କୁ ଜ୍ଞାନୀ କରେ।
8 ସଦାପ୍ରଭୁଙ୍କର ବ୍ୟବସ୍ଥାସବୁ ଯଥାର୍ଥ।
ସେଗୁଡ଼ିକ ଲୋକଙ୍କୁ ସୁଖୀ କରାଏ।
ସଦାପ୍ରଭୁଙ୍କ ଆଜ୍ଞା ନିର୍ମଳ।
ଏହା ଲୋକମାନଙ୍କୁ ପ୍ରକୃତ ମାର୍ଗରେ ବଞ୍ଚିବା ପାଇଁ ସାହାଯ୍ୟ କରେ।
9 ସଦାପ୍ରଭୁଙ୍କର ଉପାସନା ଆଲୋକ ସଦୃଶ।
ଯାହା ଚିରକାଳ ଆହୁରି ଉଜ୍ଜ୍ୱଳ ଆଲୋକ ପ୍ରଦାନ କରେ।
ସଦାପ୍ରଭୁଙ୍କର ବିଗ୍ଭର ପଦ୍ଧତି ନିର୍ମଳ ଓ ନ୍ୟାୟପୂର୍ଣ୍ଣ।
ସେଗୁଡ଼ିକ ସର୍ବତୋଭାବେ ସତ୍ୟ।
10 ସଦାପ୍ରଭୁଙ୍କର ନୀତିଶିକ୍ଷା ଶୁଦ୍ଧ ସୁବର୍ଣ୍ଣଠାରୁ ଅଧିକ ମୂଲ୍ୟବାନ।
ସେଗୁଡ଼ିକ ମହୁଠାରୁ ଅଧିକ ମଧୁର, ଯେଉଁ ମହୁ କି ସିଧା ମହୁଫେଣାରୁ ଆସିଥାଏ।
11 ସଦାପ୍ରଭୁଙ୍କର ନୀତିଶିକ୍ଷା ତାଙ୍କର ଦାସମାନଙ୍କୁ ସତର୍କ କରାଇଥାଏ।
ଯଦି ତୁମ୍ଭେମାନେ ସେଗୁଡ଼ିକୁ ପାଳନ କର, ତୁମ୍ଭେମାନେ ଉତ୍ତମ ପୁରସ୍କାର ପାଇବ।
12 କେହି ନିଜର ସମସ୍ତ ଭ୍ରାନ୍ତ ଧାରଣାକୁ ବୁଝିପାରନ୍ତି ନାହିଁ।
ତେଣୁ ମୋତେ ଗୁପ୍ତ ପାପ କରିବାରୁ ନିବୃତ୍ତ କର।
13 ମୁଁ ଯେଉଁ ପାପସବୁ କରିବାକୁ ଗ୍ଭହୁଁଛି ମୋତେ ସେଥିରୁ ନିବୃତ୍ତ କର।
ସେହି ପାପସବୁ ଯେପରି ମୋ’ ଉପରେ ଶାସନ ନ କରୁ।
ତୁମ୍ଭେ ଯଦି ମୋତେ ସାହାଯ୍ୟ କରିବ ତା'ହେଲେ ମୁଁ ଶୁଦ୍ଧ ଜୀବନଯାପନ ସହିତ
ସମସ୍ତ ପାପରୁ ମୁକ୍ତ ହୋଇ ପାରିବି।
14 ହେ ସଦାପ୍ରଭୁ, ମୁଁ ଆଶା କରୁଛି ମୋର କଥା ଓ ଭାବନା ନିଶ୍ଚୟ ତୁମ୍ଭକୁ ସନ୍ତୁଷ୍ଟ କରିବ।
ତୁମ୍ଭେ ମୋର ଦୃଢ଼ ବିଶ୍ୱାସର ପଥର ପରି ପ୍ରତୀକ ସଦୃଶ।
ତୁମ୍ଭେ ହିଁ କେବଳ ମୋର ରକ୍ଷାକର୍ତ୍ତା ଅଟ।
ଲୋକଙ୍କ ପାଇଁ ପଥରର ସ୍ମୃତି ଫଳକ
27 ମୋଶା ଏବଂ ପ୍ରାଚୀନବର୍ଗ ଲୋକମାନଙ୍କୁ ଆଜ୍ଞା ଦେଲେ, “ମୁଁ ଆଜି ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଉଛି, ସେଗୁଡ଼ିକ ପାଳନ କର। 2 ଯେଉଁ ଦିନ ତୁମ୍ଭେମାନେ ଯେତେବେଳେ ଯର୍ଦ୍ଦନ ନଦୀ ପାରହେଲ ଏବଂ ସେହି ଦେଶରେ ପ୍ରବେଶ କଲ, ଯାହା ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଦେଇଛନ୍ତି। ସେହି ଦିନ ହିଁ ଏକ ବୃହତ୍ ପ୍ରସ୍ତର ସ୍ଥାପନ କରି ତାହା ଲେପନ କରିବ। 3 ତୁମ୍ଭେମାନେ ସେଠାରେ ପ୍ରବେଶ କରିବା ମାତ୍ରେ, ତୁମ୍ଭେମାନେ ଏହିସବୁ ନିୟମ ସେହି ପ୍ରସ୍ତର ଉପରେ ଲେଖିବା ଉଚିତ୍। ଏହାକର ଯେତେବେଳେ ତୁମ୍ଭେମାନେ ଯର୍ଦ୍ଦନ ନଦୀ ପାର ହୋଇ ସେହି ଦେଶରେ ପ୍ରବେଶ କରିବାକୁ ଯାଉଛ, ଯାହା ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭଙ୍କୁ ଦେଉଛନ୍ତି। ଦୁଗ୍ଧମଧୁପ୍ରବାହୀତ ହେଉଥିବାର ଦେଶ ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କର ସଦାପ୍ରଭୁ ପରମେଶ୍ୱର ଯେହେତୁ ପ୍ରତିଜ୍ଞା କରିଥିଲେ।
4 “ପୁଣି ଆଜି ମୁଁ ଯେଉଁ ପ୍ରସ୍ତର ଗୁଡ଼ିକ ବିଷୟରେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଲି, ତୁମ୍ଭେମାନେ ଯର୍ଦ୍ଦନ ପାର ହେଲା ପରେ ଏବଲ ପର୍ବତରେ ସେହି ପ୍ରସ୍ତର ସବୁ ସ୍ଥାପନ କରିବ ଓ ତାହା ସବୁ ଚୂନରେ ଲେପିବ। 5 ଆଉ ତୁମ୍ଭେ ସେଠାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ଅର୍ଥାତ୍ ପଥରରେ ଏକ ଯଜ୍ଞବେଦି ନିର୍ମାଣ କରିବ। ସେହି ପଥର କାଟିବାରେ ଲୁହା ବ୍ୟବହାର କରିବ ନାହିଁ। 6 ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯଜ୍ଞବେଦି ସମସ୍ତ ଅଚଞ୍ଛା ପଥରରେ ନିର୍ମାଣ କରିବା ଉଚିତ୍ ଓ ତୁମ୍ଭେମାନେ ସେହି ସ୍ଥାନରେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କୁ ହୋମବଳି ଉତ୍ସର୍ଗ କରିବା ଉଚିତ୍। 7 ତୁମ୍ଭେ ମଙ୍ଗଳାର୍ଥକ ବଳିଦାନ ଉତ୍ସର୍ଗ କରି ସେଠାରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ। 8 ତୁମ୍ଭେ ସେହି ପ୍ରସ୍ତର ଉପରେ ଏହି ବ୍ୟବସ୍ଥାର ସମସ୍ତ କଥା ସୁନ୍ଦରଭାବେ ଖୋଳି ଲେଖିବ।”
ନିୟମ ନ ମାନିଲେ ଅଭିଶପ୍ତ ହେବେ
9 ମୋଶା ଓ ଯାଜକମାନେ ସମସ୍ତ ଇସ୍ରାଏଲକୁ କହିଲେ, “ହେ ଇସ୍ରାଏଲ ନୀରବରେ ଅନୁଧ୍ୟାନ କର, ଆଜି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଲୋକ ହେଲ। 10 ଏଣୁ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ କଥାରେ କର୍ଣ୍ଣପାତ କର ଓ ଆଜି ମୁଁ ତାଙ୍କର ଯେଉଁ ସମସ୍ତ ଆଜ୍ଞା ବିଧି ତୁମ୍ଭଙ୍କୁ ଆଜ୍ଞା କରୁଅଛି। ତାହା ପାଳନ କର।”
ତୁମ୍ଭେମାନେ ଲୁଣ ଓ ଆଲୋକ ପରି
(ମାର୍କ 9:50; 4:21; ଲୂକ 14:34-35; 8:16)
13 “ତୁମ୍ଭେମାନେ ସମଗ୍ର ପୃଥିବୀ ପାଇଁ ଲୁଣ ସଦୃଶ। କିନ୍ତୁ ଲୁଣ ଯଦି ନିଜେ ସ୍ୱାଦହୀନ ହୋଇଯାଏ, ତେବେ ତାକୁ ଆଉଥରେ ଲୁଣିଆ କରା ଯାଇ ନ ପାରେ। ଲୁଣ ଆପଣା ଲୁଣିଆ ସ୍ୱାଦ ହରାଇଲେ ଆଉ କୌଣସି କାମରେ ଲାଗିପାରିବ ନାହିଁ। ତାକୁ ବାହାରେ ଫିଙ୍ଗି ଦିଆଯିବ। ଲୋକେ ତାକୁ ପାଦରେ ଚକଟି ଗ୍ଭଲିଯିବେ।
14 “ତୁମ୍ଭେ ଜଗତର ଆଲୋକ। ପାହାଡ଼ ଉପରେ ଅବସ୍ଥିତ କୌଣସି ନଗରକୁ କେବେ ହେଲେ ଲୁଚେଇ ରଖାଯାଇ ପାରିବ ନାହିଁ। 15 ଲୋକେ ଦୀପଟିଏ ଜଳେଇ ତାକୁ ହାଣ୍ଡି ତଳେ ରଖନ୍ତି ନାହିଁ। ଲୋକେ ତାକୁ ଦୀପରୂଖା ଉପରେ ରଖନ୍ତି। ତଦ୍ଦ୍ୱାରା ଦୀପଟି ଘର ଭିତରର ସବୁ ଲୋକଙ୍କୁ ଆଲୋକ ଦିଏ। 16 ଲୋକଙ୍କ ଆଗରେ ତୁମ୍ଭେମାନେ ଆଲୋକ ଭଳି ପ୍ରକାଶିତ ହୁଅ। ସେମାନେ ତୁମ୍ଭର ଭଲ କାମଗୁଡ଼ିକ ଦେଖନ୍ତୁ ଓ ସ୍ୱର୍ଗରେ ରହୁଥିବା ତୁମ୍ଭ ପରମପିତାଙ୍କୁ ପ୍ରଶଂସା ଗାନକରନ୍ତୁ।
ଯୀଶୁ ଓ ପୁରାତନ ନିୟମର ଲେଖାସମୁହ
17 “ତୁମ୍ଭେମାନେ ଭାବ ନାହିଁ ଯେ ମୁଁ ମୋଶାଙ୍କ ବ୍ୟବସ୍ଥା କିଅବା ଭବିଷ୍ୟଦ୍ବକ୍ତାଙ୍କ ଶିକ୍ଷା ନଷ୍ଟ କରିବାକୁ ଆସିଛି। ମୁଁ ସେମାନଙ୍କ ଉପଦେଶ ନଷ୍ଟ କରିବାକୁ ଆସି ନାହିଁ। ବରଂ ମୁଁ ସେମାନଙ୍କ ଉପଦେଶଗୁଡ଼ିକର ସମ୍ପୂର୍ଣ୍ଣ ଅର୍ଥ ପ୍ରକାଶିତ କରିବାକୁ ଆସିଛି। 18 ମୁଁ ତୁମ୍ଭକୁ ସତ୍ୟ କହୁଛି, ଏ ପୃଥିବୀ ଓ ଆକାଶ ସମାପ୍ତ ନ ହେବା ପର୍ଯ୍ୟନ୍ତ ଓ ସବୁ କଥା ନ ଘଟିବା ପର୍ଯ୍ୟନ୍ତ ଏହି ନିୟମରୁ ଅକ୍ଷରଟିଏ କି ବିନ୍ଦୁଟିଏ ହେଲେ ମଧ୍ୟ ଲୋପ ପାଇବ ନାହିଁ।
19 “ଏଣୁ ଲୋକେ ପ୍ରତ୍ୟେକ ଆଦେଶ ମାନିବା ଉଚିତ୍, ଏପରିକି ମହତ୍ତ୍ୱପୂର୍ଣ୍ଣ ଦେଖା ଯାଉ ନ ଥିବା ଛୋଟ ଆଦେଶଟିଏ ମଧ୍ୟ ମାନିବା ଉଚିତ୍। ଯେଉଁ ଲୋକ ଆଦେଶ ପାଳିବାକୁ ମନାକରେ ଓ ଅନ୍ୟ ଲୋକଙ୍କୁ ଆଦେଶ ନ ପାଳିବାକୁ ମନ୍ତ୍ରଣା ଦିଏ, ସେ ସ୍ୱର୍ଗରାଜ୍ୟରେ ଅତି ନ୍ୟୁନ ବୋଲି ଗଣିତ ହେବ କିନ୍ତୁ ଯେଉଁ ଲୋକ ସେ ବ୍ୟବସ୍ଥା ମାନେ ଓ ଅନ୍ୟକୁ ମାନି ଚଳିବାକୁ ଶିଖାଏ, ସେ ସ୍ୱର୍ଗରାଜ୍ୟରେ ମହାନ୍ ହେବ। 20 ମୁଁ ତୁମ୍ଭକୁ କହୁଛି ଯେ, ପରମେଶ୍ୱରଙ୍କ ଇଚ୍ଛା ଅନୁସାରେ ଆଚରଣ କରି ତୁମ୍ଭେମାନେ ଧର୍ମଶାସ୍ତ୍ରୀ ଓ ଫାରୂଶୀ[a]ମାନଙ୍କଠାରୁ ଆଗେଇ ଯାଅ। ତା’ ନ ହେଲେ ତୁମ୍ଭେ ସ୍ୱର୍ଗରାଜ୍ୟରେ ପ୍ରବେଶ କରି ପାରିବ ନାହିଁ।
2010 by World Bible Translation Center