Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଆଦିପୁସ୍ତକ 2:18-24

ପ୍ରଥମ ନାରୀ

18 ଏହା ପରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମୁଁ ଦେଖି ପାରୁଛି ଯେ ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ମୁଁ ଆଉ ଜଣେ ଉପଯୁକ୍ତ ସହକାରିଣୀ ନିର୍ମାଣ କରିବି।”

19 ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳିରୁ ସମସ୍ତ ପଶୁ ଓ ଆକାଶରେ ସମସ୍ତ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ୱର ସମସ୍ତଙ୍କୁ ମନୁଷ୍ୟ ନିକଟକୁ ଦେଖାଇବାକୁ ଆଣିଲେ। ସେହି ମନୁଷ୍ୟ ସେମାନଙ୍କୁ କ’ଣ କହି ଡାକିବ, ଏହା ଜାଣିବା ପାଇଁ। ସେହି ସୃଷ୍ଟ ପ୍ରାଣୀଙ୍କୁ ସେ ଯାହା କହି ଡାକିଲା, ତାହା ସେମାନଙ୍କର ନାମ ହେଲା। 20 ମନୁଷ୍ୟ ବଡ଼ ପ୍ରାଣୀମାନଙ୍କର ନାମ, ଆକାଶରେ ଉଡ଼ୁଥିବା ପକ୍ଷୀ ଏବଂ ପ୍ରତ୍ୟେକ ଜୀବିତ ପ୍ରାଣୀଙ୍କର ନାମ ରଖିଲା। କିନ୍ତୁ ତା’ ଭିତରୁ କାହାକୁ ତାଙ୍କର ଅନୁରୂପ ସହକାରିଣୀ ଭାବେ ବାଛି ପାରି ନ ଥିଲା। 21 ତା'ପରେ ସଦାପ୍ରଭୁ ପରମେଶ୍ୱର ମନୁଷ୍ୟକୁ ଘୋର ନିଦ୍ରାରେ ଶୁଆଇ ଦେଲେ। ସେ ତା'ର ଶରୀରରୁ ଖଣ୍ଡେ ପଞ୍ଜରା ନେଲେ ଏବଂ ସେହି କ୍ଷତ ବନ୍ଦ କରିଦେଲେ। 22 ସଦାପ୍ରଭୁ ପରମେଶ୍ୱର ମନୁଷ୍ୟର ପଞ୍ଜରା ହାଡ଼ରୁ ଏକ ସ୍ତ୍ରୀ ନିର୍ମାଣ କଲେ ଏବଂ ମନୁଷ୍ୟ ନିକଟକୁ ତାହାକୁ ଆଣିଲେ। 23 ସେହି ମନୁଷ୍ୟ କହିଲା,

“ସେ ମୋ’ ପରି, ତା'ର ହାଡ଼ ମୋର ହାଡ଼ରୁ ଆସିଛି।
    ତା'ର ଶରୀର ମୋର ଶରୀରରୁ ଆସିଛି।
ଯେହେତୁ ସେ ନରଠାରୁ ଆସିଛି,
    ତାହାର ନାମ ‘ନାରୀ।’”

24 ମନୁଷ୍ୟ ପିତାମାତାଙ୍କୁ ଛାଡ଼ି ସ୍ତ୍ରୀ ସହିତ ଏକତ୍ରିତ ହେବ। ଯେପରି ସେମାନେ ଏକ ବ୍ୟକ୍ତି, ଏହା ଏପରି ଭାବରେ ହେବ।

ଗୀତସଂହିତା 8

ପ୍ରଧାନ ବାଦ୍ୟକର ନିମନ୍ତେ ଯିଏକି ଗୀତ୍ତୀତ୍ ସ୍ୱରରେ ଗାନ କରେ। ଦାଉଦଙ୍କର ଏକ ଗୀତ।

ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ତୁମ୍ଭର ନାମ ଏ ପୃଥିବୀରେ ସବୁଠାରୁ ଆଶ୍ଚର୍ଯ୍ୟଜନକ ଓ ପ୍ରଶଂସାଯୁକ୍ତ।
    ତୁମ୍ଭର ନାମ ସ୍ୱର୍ଗରେ ମଧ୍ୟ ପ୍ରଶଂସା ଯୋଗ୍ୟ ଅଟେ।

ତୁମ୍ଭେ ତୁମ୍ଭର ଶତ୍ରୁମାନଙ୍କର ମୁହଁ ବନ୍ଦ କରିବାକୁ
    ଶିଶୁ ଓ ପିଲାମାନଙ୍କ କଣ୍ଠରେ ଶକ୍ତିଶାଳୀ ଗୀତ ପ୍ରଦାନ କରିଅଛି।

ହେ ସଦାପ୍ରଭୁ, ମୋ’ ଉପରେ ଥିବା ସ୍ୱର୍ଗକୁ ଗ୍ଭହିଁଲେ ତାହା ତୁମ୍ଭ ଅଙ୍ଗୁଳି ଦ୍ୱାରା ନିର୍ମିତ ବୋଲି ଜଣାପଡ଼େ।
    ମୁଁ ସେହି ଆକାଶରେ ତୁମ୍ଭ ସୃଷ୍ଟି ଚନ୍ଦ୍ର ଓ ନକ୍ଷତ୍ରଗଣଙ୍କୁ ଦେଖେ ଓ ଆଶ୍ଚର୍ଯ୍ୟ ହୁଏ।
“କାହିଁକି ତୁମ୍ଭେ ମନୁଷ୍ୟମାନଙ୍କୁ ଏତେ ପ୍ରାଧାନ୍ୟ ଦିଅ?
କାହିଁକି ତୁମ୍ଭେ ସେମାନଙ୍କର କ୍ଷତ ନିଅ?
    କାହିଁକି ତୁମ୍ଭେ ସେମାନଙ୍କୁ ଏତେ ଦୃଷ୍ଟି ଦିଅ?”

କିନ୍ତୁ ଲୋକମାନେ ତୁମ୍ଭ ପାଇଁ ମହତ୍ତ୍ୱପୂର୍ଣ୍ଣ, ପରମେଶ୍ୱର ତୁମ୍ଭେ ଲୋକମାନଙ୍କୁ ସୃଷ୍ଟି କରିଛ
    ଓ ସେମାନଙ୍କୁ ଗୌରବ ଓ କୀର୍ତ୍ତିରେ ମୁକୁଟ ମଣ୍ଡିତ କରିଛ।
ତୁମ୍ଭେ ଆପଣା ହସ୍ତରେ ତିଆରି କରୁଥିବା ସମସ୍ତ ବସ୍ତୁରେ ସେହି ଲୋକମାନଙ୍କୁ ଅଧିଷ୍ଠିତ କରିଛ।
    ତୁମ୍ଭେ ସବୁ ସେହିମାନଙ୍କ ନିୟନ୍ତ୍ରଣରେ ଛାଡ଼ି ଦେଇଛ।
ଗୋରୁଗାଈ ଓ ସମସ୍ତ ବଣୁଆ ପଶୁଗଣ।
ଆକାଶର ଉଡ଼ୁଥିବା ପକ୍ଷୀମାନେ
    ଓ ସମୁଦ୍ରର ମାଛମାନେ ମଧ୍ୟ ଅଛନ୍ତି।
ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ଏହି ପୃଥିବୀରେ ତୁମ୍ଭର ନାମ ସବୁଠାରେ ମହିମାନ୍ୱିତ।

ଏବ୍ରୀ 1:1-4

ପରମେଶ୍ୱର ନିଜ ପୁତ୍ର ମାଧ୍ୟମରେ କଥା କହିଛନ୍ତି

ଅତୀତରେ ପରମେଶ୍ୱର ଆମ୍ଭ ଲୋକମାନଙ୍କୁ ବିଭିନ୍ନ ସମୟରେ ବିଭିନ୍ନ ଭାବରେ ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କ ମାଧ୍ୟମରେ କଥା କହିଥିଲେ। କିନ୍ତୁ ଏହି ଶେଷ ସମୟରେ ପରମେଶ୍ୱର ଆପଣା ପୁତ୍ରଙ୍କ ଦ୍ୱାରା ଆମ୍ଭମାନଙ୍କୁ ପୁନର୍ବାର କଥା କହିଅଛନ୍ତି। ସେ ନିଜ ପୁତ୍ରଙ୍କ ଦ୍ୱାରା ସାରା ବିଶ୍ୱ ସୃଷ୍ଟି କଲେ। ସେ ନିଜ ପୁତ୍ରଙ୍କୁ ସମସ୍ତ ବିଷୟର ଉତ୍ତରାଧିକାରୀ କରିବା ନିମନ୍ତେ ମନୋନୀତ କରିଛନ୍ତି। ସେହି ପୁତ୍ର ପରମେଶ୍ୱରଙ୍କ ମହିମା ପ୍ରକାଶ କରନ୍ତି। ସେ ପରମେଶ୍ୱରଙ୍କ ମହିମାର ଅବିକଳ ପ୍ରତିମୂର୍ତ୍ତି। ସେହି ପୁତ୍ର ନିଜର ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ପ୍ରତ୍ୟେକ ବିଷୟକୁ ଧରି ରଖିଛନ୍ତି। ସେହି ପୁତ୍ର ଲୋକମାନଙ୍କୁ ପାପରୁ ମୁକ୍ତ କରି ସେମାନଙ୍କୁ ପବିତ୍ର କଲେ। ତା'ପରେ ସେ ସ୍ୱର୍ଗସ୍ଥ ମହାମହିମ ପରମେଶ୍ୱରଙ୍କ ଡାହାଣପଟରେ ବସିଲେ। ପରମେଶ୍ୱର ତାହାଙ୍କୁ ସମସ୍ତ ସ୍ୱର୍ଗଦୂତମାନଙ୍କ ଅପେକ୍ଷା ଅତ୍ୟଧିକ ଉତ୍କୃଷ୍ଟ ନାମ ଦେଲେ, ତେଣୁ ସେ ଯେକୌଣସି ସ୍ୱର୍ଗଦୂତଙ୍କଠାରୁ ମଧ୍ୟ ଅଧିକ ମହାନ୍ ହୋଇଅଛନ୍ତି।

ଏବ୍ରୀ 2:5-12

ଲୋକମାନଙ୍କୁ ରକ୍ଷା କରିବା ପାଇଁ ଯୀଶୁ ଖ୍ରୀଷ୍ଟ ମାନବ ଦେହ ଧାରଣ କଲେ

ଯେଉଁ ଭାବୀଜଗତ ବିଷୟରେ ଆମ୍ଭେ ଆଲୋଚନା କରୁଛୁ, ତାହାକୁ ଶାସନ କରିବା ପାଇଁ ପରମେଶ୍ୱର ଦୂତମାନଙ୍କୁ ବାଛି ନାହାନ୍ତି। ଶାସ୍ତ୍ରରେ କୌଣସି ସ୍ଥାନରେ ଏପରି ଲେଖା ଅଛି:

“ପରମେଶ୍ୱର!
    ତୁମ୍ଭେ କାହିଁକି ମନୁଷ୍ୟ ବିଷୟରେ ଚିନ୍ତା କର?
ତୁମ୍ଭେ କାହିଁକି ମନୁଷ୍ୟ ସନ୍ତାନ ପାଇଁ ଚିନ୍ତିତ ହୁଅ?
    ସେ କ’ଣ ସତରେ ମହାନ ଅଟନ୍ତି ଯେ
ତୁମ୍ଭେ ସ୍ୱର୍ଗଦୂତଙ୍କଠାରୁ ତାହାକୁ ଅଳ୍ପକ୍ଷଣ ପାଇଁ ନ୍ୟୁନ କରିଅଛ?
    ତୁମ୍ଭେ ତାହାକୁ ଗୌରବ ଓ ସମ୍ମାନର ରାଜମୁକୁଟ ପିନ୍ଧାଇଅଛ,
ଓ ପ୍ରତ୍ୟେକ ବିଷୟ ତା’ ନିୟନ୍ତ୍ରଣରେ ରଖିଅଛ।”(A)

ଯଦି ପରମେଶ୍ୱର ପ୍ରତ୍ୟେକ ବିଷୟକୁ ତା'ର ବଶୀଭୂତ କଲେ, ତାହାହେଲେ ଏପରି କୌଣସି ବିଷୟ ନାହିଁ, ଯାହାକି ତାହାଙ୍କ ନିୟନ୍ତ୍ରଣାଧୀନ ନୁହେଁ। କିନ୍ତୁ ଆମ୍ଭେ ଏବେ ସୁଦ୍ଧା ପ୍ରତ୍ୟେକ ବିଷୟ ଉପରେ ତାହାଙ୍କୁ କର୍ତ୍ତୃତ୍ୱ କରିବା ଦେଖି ପାରୁ ନାହୁଁ। ଅତି ଅଳ୍ପ ସମୟ ନିମନ୍ତେ ଯୀଶୁଙ୍କୁ ସ୍ୱର୍ଗଦୂତମାନଙ୍କଠାରୁ ନିମ୍ନ ସ୍ତରରେ ରଖା ଯାଇଥିଲା, କିନ୍ତୁ ଏବେ ଆମ୍ଭେ ଦେଖୁଛୁ ଯେ, ସେ ଗୌରବ ଓ ସମ୍ମାନର ରାଜମୁକୁଟ ପିନ୍ଧିଛନ୍ତି। ଏହାର କାରଣ, ତାହାଙ୍କର ଦୁଃଖଭୋଗ ଓ ମୃତ୍ୟୁ ଅଟେ। ପରମେଶ୍ୱରଙ୍କ ଅନୁଗ୍ରହ ହେତୁ ଯୀଶୁ ପ୍ରତ୍ୟେକ ଲୋକଙ୍କ ପାଇଁ ମୃତ୍ୟୁ ବରଣ କଲେ।

10 ପରମେଶ୍ୱର ସମସ୍ତ ବିଷୟ ସୃଷ୍ଟି କରିଛନ୍ତି। ସମସ୍ତ ବିଷୟ ଗୁଡ଼ିକ ତାହାଙ୍କ ଗୌରବ ପାଇଁ ଉଦ୍ଧିଷ୍ଟ। ଅନେକ ଲୋକ ଯେପରି ତାହାଙ୍କ ଗୌରବରେ ପ୍ରବେଶ କରନ୍ତି ଏହା ଇଚ୍ଛା କରି ସେ ଯୀଶୁଙ୍କୁ ଦୁଃଖ ଭୋଗ ମାଧ୍ୟମରେ ସିଦ୍ଧ କଲେ, ତହିଁରେ ସେ ଲୋକମାନଙ୍କୁ ପରିତ୍ରାଣର ମାର୍ଗ ଦେଖାଇଲେ।

11 ତେଣୁ ଯିଏ ପବିତ୍ର କରନ୍ତି, ଓ ଯେଉଁମାନେ ପବିତ୍ର ହୁଅନ୍ତି ଦୁହେଁ ଗୋଟିଏ ପରିବାରର ଅଟନ୍ତି। ଅତଏବ ଯୀଶୁ ସେମାନଙ୍କୁ ନିଜ ଭାଇ ଓ ଭଉଣୀ ଡାକିବାରେ ଲଜ୍ଜା ବୋଧ କରନ୍ତି ନାହିଁ। 12 ଯୀଶୁ କୁହନ୍ତି:

“ହେ ପରମେଶ୍ୱର, ମୁଁ ମୋର ଭାଇ ଓ ଭଉଣୀମାନଙ୍କୁ ତୁମ୍ଭ ବିଷୟରେ କହିବି।
    ତୁମ୍ଭର ସବୁଲୋକ (ସାଧୁ) ମାନଙ୍କ ଆଗରେ, ମୁଁ ତୁମ୍ଭର ପ୍ରଶଂସା ପାଇବି।”(B)

ମାର୍କ ଲିଖିତ ସୁସମାଗ୍ଭର 10:2-16

କେତେକ ଫାରୂଶୀ ଯୀଶୁଙ୍କ ପାଖକୁ ଆସିଲେ। ସେମାନେ ଯୀଶୁଙ୍କ ଭୁଲ୍ ଧରିବା ପାଇଁ ଚେଷ୍ଟା କଲେ। ସେମାନେ ଯୀଶୁଙ୍କୁ ପରୀକ୍ଷା କରିବା ପାଇଁ ତାହାଙ୍କୁ ପଗ୍ଭରିଲେ, “ଜଣେ ପୁରୁଷ ତା'ର ସ୍ତ୍ରୀକୁ ଛାଡ଼ପତ୍ର ଦେବା କ’ଣ ଆଇନ ସଙ୍ଗତ କାର୍ଯ୍ୟ?”

ଯୀଶୁ କହିଲେ, “ମୋଶା ତୁମ୍ଭମାନଙ୍କୁ କ’ଣ ଆଜ୍ଞା ଦେଇଛନ୍ତି?”

ସେମାନେ କହିଲେ, “ଜଣେ ପୁରୁଷ ଛାଡ଼ପତ୍ର ପାଇଁ ପ୍ରମାଣପତ୍ର ଲେଖିଦେଇ ତା'ପରେ ନିଜ ସ୍ତ୍ରୀକୁ ଛାଡ଼ି ଦେଇ ପାରିବ ବୋଲି, ମୋଶା କହିଥିଲେ।”

ଯୀଶୁ ସେମାନଙ୍କୁ କହିଲେ, “ମୋଶା ତୁମ୍ଭମାନଙ୍କ ପାଇଁ ଏହି ଆଜ୍ଞା ଲେଖିଥିଲେ, କାରଣ ତୁମ୍ଭେମାନେ ପରମେଶ୍ୱରଙ୍କ ଉପଦେଶ ମାନିବାକୁ ମନାକଲ। କିନ୍ତୁ ପରମେଶ୍ୱର ଯେତେବେଳେ ଜଗତ ସୃଷ୍ଟି କଲେ, ‘ସେ ଲୋକଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ।’(A) “ଏଣୁ ଜଣେ ପୁରୁଷ ନିଜ ବାପା-ମାଙ୍କୁ ଛାଡ଼ି ନିଜ ସ୍ତ୍ରୀ ସହିତ ମିଳିତ ହେବ ଏବଂ ସେମାନେ ଏକ ହୋଇଯିବେ।’(B) ତେଣୁ ସେମାନେ ଦୁଇଜଣ ନୁହନ୍ତି ବରଂ ଏକ। ପରମେଶ୍ୱର ଯଦି ଏହି ଦୁଇଜଣ ମନୁଷ୍ୟଙ୍କୁ ଏକାଠି କରିଛନ୍ତି, ତାହାଙ୍କୁ କୌଣସି ବ୍ୟକ୍ତି ଅଲଗା କରିଦେବା ଉଚିତ୍ ନୁହେଁ।”

10 ଯୀଶୁ ଓ ଶିଷ୍ୟମାନେ ଘରକୁ ଫେରିବା ପରେ ଶିଷ୍ୟମାନେ ଯୀଶୁଙ୍କୁ ପୁଣି ଥରେ ଛାଡ଼ପତ୍ର ବିଷୟରେ ପଗ୍ଭରିଲେ। 11 ଯୀଶୁ କହିଲେ, “ଯେଉଁ ପୁରୁଷ ନିଜ ପତ୍ନୀକୁ ଛାଡ଼ପତ୍ର ଦେଇ ଅନ୍ୟ ଜଣେ ସ୍ତ୍ରୀକୁ ବିବାହ କରେ, ସେହି ପୁରୁଷ ତା ପତ୍ନୀ ପ୍ରତି ପାପ କରିବା କାରଣରୁ ଦୋଷୀ ହୁଏ। ସେ ବ୍ୟଭିଗ୍ଭର ପାପ ପାଇଁ ଦୋଷୀ ହୁଏ। 12 ଏବଂ ଯଦି ଜଣେ ସ୍ତ୍ରୀ ନିଜ ସ୍ୱାମୀଙ୍କୁ ଛାଡ଼ପତ୍ର ଦେଇ ଅନ୍ୟ ଜଣେ ପୁରୁଷକୁ ବିବାହ କରେ ତେବେ ସେ ମଧ୍ୟ ବ୍ୟଭିଗ୍ଭର ପାପରେ ଦୋଷୀ ହୁଏ।”

ପିଲାମାନଙ୍କୁ ଯୀଶୁ ଗ୍ରହଣ କଲେ

(ମାଥିଉ 19:13-15; ଲୂକ 18:15-17)

13 ପୁଣି ଲୋକମାନେ ଯୀଶୁଙ୍କ ପାଖକୁ ସେମାନଙ୍କର ଛୋଟ ଛୋଟ ପିଲାମାନଙ୍କୁ ଆଣିଲେ ଯେପରି ଯୀଶୁ ପିଲାମାନଙ୍କୁ ଛୁଇଁ ଦେଇ ଆଶୀର୍ବାଦ କରିବେ। କିନ୍ତୁ ଯୀଶୁଙ୍କ ଶିଷ୍ୟମାନେ ଲୋକମାନଙ୍କୁ ବାରଣ କଲେ ଯେ, ସେମାନେ ସେମାନଙ୍କର ପିଲାମାନଙ୍କୁ ଯୀଶୁଙ୍କ ପାଖକୁ ନ ଆଣନ୍ତୁ। 14 ଏହା ଦେଖି ଯୀଶୁ ବହୁତ ରାଗିଗଲେ। ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ଛୋଟ ଛୋଟ ପିଲାମାନେ ମୋ’ ପାଖକୁ ଆସନ୍ତୁ। ସେମାନଙ୍କୁ ଅଟକାଅ ନାହିଁ। କାରଣ ପରମେଶ୍ୱରଙ୍କ ରାଜ୍ୟ ଏହି ପିଲାମାନଙ୍କ ଭଳି ସରଳ ଲୋକମାନଙ୍କର ଅଟେ। 15 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ଗୋଟିଏ ଛୋଟ ପିଲା ସରଳ ମନରେ ସବୁ ବିଷୟ ଗ୍ରହଣ କଲାଭଳି ତୁମ୍ଭେମାନେ ପରମେଶ୍ୱରଙ୍କ ରାଜ୍ୟ ଗ୍ରହଣ କରିବା ଉଚିତ୍, ନଚେତ୍ ତୁମ୍ଭେ ସେଠାରେ କେବେ ହେଲେ ପ୍ରବେଶ କରି ପାରିବ ନାହିଁ।” 16 ତା'ପରେ ଯୀଶୁ ପିଲାମାନଙ୍କୁ କୋଳକୁ ଉଠେଇ ନେଲେ। ସେ ସେମାନଙ୍କ ଉପରେ ହାତ ରଖି ଆଶୀର୍ବାଦ କଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center