Revised Common Lectionary (Complementary)
12 ଆମ୍ଭକୁ ଶିକ୍ଷା ଦିଅ, ଆମ୍ଭ ଜୀବନ କେତେ କ୍ଷୀଣ
ଯାହା ଫଳରେ ଆମ୍ଭେ ବୁଦ୍ଧିମାନ୍ ହୋଇ ପାରିବୁ।
13 ହେ ସଦାପ୍ରଭୁ, ଆମ୍ଭ ପାଖକୁ ଫେରି ଆସ, ଆଉ କେତେ ଦିନ ତୁମ୍ଭେ ଅପେକ୍ଷା କରିବ?
ଆପଣା ଦାସ ପ୍ରତି ଦୟା କର।
14 ପ୍ରଭାତରେ, ଆମ୍ଭମାନଙ୍କୁ ତୁମ୍ଭ ଦୟାରେ ତୃପ୍ତ କର।
ଆମ୍ଭମାନଙ୍କୁ ଯାବଜ୍ଜୀବନ ଖୁସୀ ଓ ଆନନ୍ଦିତ ହେବାକୁ ଦିଅ।
15 ତୁମ୍ଭେ ଜୀବନରେ ଆମ୍ଭକୁ ବହୁ ବର୍ଷଧରି କଷ୍ଟ ଓ ଯନ୍ତ୍ରଣା ଦେଲ।
ବର୍ତ୍ତମାନ ଆମ୍ଭକୁ ଆନନ୍ଦିତ କର, ଯେପରି ଯଥାର୍ଥ।
16 ତୁମ୍ଭେ କରିପାରୁଥିବା ଆଶ୍ଚର୍ଯ୍ୟ କର୍ମସବୁ ତୁମ୍ଭର ଦାସମାନଙ୍କୁ ଦେଖିବାକୁ ଦିଅ
ଏବଂ ସେମାନଙ୍କ ସନ୍ତାନଗଣଙ୍କୁ ତୁମ୍ଭର ମହିମା ଦେଖାଅ।
17 ହେ ପରମେଶ୍ୱର, ଆମ୍ଭମାନଙ୍କ ପ୍ରଭୁ, ଆମ୍ଭମାନଙ୍କୁ ଦୟାକର।
ଆମ୍ଭର କାର୍ଯ୍ୟ ଆମ୍ଭକୁ ସମର୍ଥନ କରେ,
ତେଣୁ ଦୟାକରି ଆମ୍ଭର କାର୍ଯ୍ୟକୁ ସମର୍ଥନ କର ଓ ଏହାକୁ ସଫଳ କରାଅ।
ଲୋକମାନେ ପରମେଶ୍ୱରଙ୍କୁ ଭୟ କରୁଥିଲେ
22 ମୋଶା କହିଲେ, “ସଦାପ୍ରଭୁ ପର୍ବତରେ ଅଗ୍ନି ଓ ମେଘ ଓ ଘୋର ଅନ୍ଧାର ମଧ୍ୟରୁ ତୁମ୍ଭମାନଙ୍କର ସମସ୍ତ ସମାଜ ପ୍ରତି ଏହି ସମସ୍ତ ବାକ୍ୟ ଉଚ୍ଚସ୍ୱରରେ କହିଲେ। ଆଉ କିଛି କହିଲେ ନାହିଁ। ତେଣୁ ସେ ଏହି ସମସ୍ତ କଥା ଦୁଇଖଣ୍ତ ପ୍ରସ୍ତର ପଟାରେ ଲେଖି ମୋତେ ଦେଲେ।
23 “ମାତ୍ର ପର୍ବତ ଅଗ୍ନିରେ ଜଳିବା ସମୟରେ ତୁମ୍ଭେମାନେ ଅନ୍ଧକାର ମଧ୍ୟରୁ ଶବ୍ଦ ଶୁଣିଲ। ଏହା ପରେ ତୁମ୍ଭମାନଙ୍କର ଗୋଷ୍ଠୀର ମୁଖ୍ୟ ଓ ପ୍ରାଚୀନ ମୋ’ ନିକଟକୁ ଆସିଲେ। 24 ସେମାନେ କହିଲେ, ଦେଖ, ‘ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ନିକଟରେ ଆପଣା ପ୍ରତାପ ଓ ମହିମା ପ୍ରକାଶ କରିଅଛନ୍ତି। ଆଉ ଆମ୍ଭେମାନେ ଅଗ୍ନି ମଧ୍ୟରୁ ତାହାଙ୍କ ବାକ୍ୟ ଶୁଣିଅଛୁ। ଆମ୍ଭେମାନେ ଆଜି ଦେଖିଲୁ ପରମେଶ୍ୱର ମନୁଷ୍ୟ ସହିତ କଥା କହିଲେ ହେଁ ସେ ବଞ୍ଚିପାରେ। 25 କିନ୍ତୁ ଯଦି ଆମ୍ଭେମାନେ ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କର ବାକ୍ୟ ଅଧିକ ଶୁଣୁ, ତା’ ନ ହେଲେ ଆମ୍ଭେମାନେ ମୃତ୍ୟୁବରଣ କରିବୁ। ସେହି ଭୟଙ୍କର ଅଗ୍ନି ଆମ୍ଭମାନଙ୍କୁ ଧ୍ୱଂସ କରିବ। ଆମ୍ଭେମାନେ ମରିବାକୁ ଗ୍ଭହୁଁ ନାହୁଁ। 26 ଅଗ୍ନି ମଧ୍ୟରୁ ଜୀବନ୍ତ ପରମେଶ୍ୱର କହିବାର କେହି ଶୁଣି ନାହାନ୍ତି। ଯେପରି ଆମ୍ଭେମାନେ ଶୁଣିଛୁ ଓ ବଞ୍ଚିଛୁ। 27 ହେ ମୋଶା ଯାଅ ଓ ଶୁଣ, ଯାହାସବୁ ସଦାପ୍ରଭୁ ଆମ୍ଭର ପରମେଶ୍ୱର କହନ୍ତି ଏବଂ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କଠାରୁ ଯାହା ଶୁଣିଛ, ତାହା ଆମ୍ଭମାନଙ୍କୁ କୁହ ଏବଂ ଆମ୍ଭେମାନେ ତାହା ପାଳନ କରିବୁ।’
ସଦାପ୍ରଭୁ ମୋଶାଙ୍କ ସହିତ କଥାବାର୍ତ୍ତା କଲେ
28 “ତୁମ୍ଭେମାନେ ମୋତେ ଯେତେବେଳେ ଏପରି କହିଲ, ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କର ସେହି ବାକ୍ୟର କଥା ଶୁଣି ମୋତେ କହିଲେ, ‘ଏହି ଲୋକମାନେ ତୁମ୍ଭକୁ ଯାହା କହିଛନ୍ତି ଆମ୍ଭେ ସେହି କଥା ଶୁଣିଅଛୁ। ସେମାନେ ଯାହା କହିଛନ୍ତି ଭଲ କହିଛନ୍ତି। 29 ଆମ୍ଭେ ଗ୍ଭହୁଁ ତାଙ୍କର ଭାବନାର ପରିବର୍ତ୍ତନ ଘଟୁ। ଆମ୍ଭେ ଗ୍ଭହୁଁ ସେମାନେ ହୃଦୟତାର ସହକାରେ ଆମ୍ଭକୁ ସମ୍ମାନ କରି ଆମ୍ଭର ବାକ୍ୟ ପାଳନ କରନ୍ତୁ। ଏହା ପରେ ସେମାନଙ୍କର ଓ ତାଙ୍କ ସନ୍ତାନମାନଙ୍କର ଅନନ୍ତକାଳୀନ ମଙ୍ଗଳ ହେବ।
30 “‘ତୁମ୍ଭେ ଯାଇ ସେମାନଙ୍କୁ କୁହ ଯେ ତୁମ୍ଭେମାନେ ନିଜ ନିଜ ତମ୍ବୁକୁ ଫେରିଯାଅ। 31 ମାତ୍ର ତୁମ୍ଭେ ଏହି ସ୍ଥାନରେ ମୋ’ ନିକଟରେ ଠିଆ ହୁଅ। ମୁଁ ତୁମ୍ଭକୁ ଆଜ୍ଞା, ନିୟମ ଏବଂ ଶାସନସବୁ କହିବି, ମୁଁ ସେମାନଙ୍କୁ ସେମାନଙ୍କର ଅଧିକାର ଦେବି। ଯାହାକି ତୁମ୍ଭେ ସେମାନଙ୍କୁ ଶିକ୍ଷା ଦେବା ଉଚିତ୍ ଏବଂ ସେମାନେ ସେହି ଦେଶରେ ତାହା ମାନିବା ଉଚିତ୍।’
32 “ଏଥିପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେପରି ଆଜ୍ଞା ଦେଇଛନ୍ତି, ସେହିପରି ଭାବରେ ପାଳନ କରିବା ପାଇଁ ମନୋଯୋଗ କରିବେ। ତୁମ୍ଭେମାନେ ତହିଁର ଦକ୍ଷିଣରେ କି ବାମରେ ଫେରିବ ନାହିଁ। 33 ଦେଖ, ଯେପରି ତୁମ୍ଭେ ସେହି ରାସ୍ତାରେ ଗ୍ଭଲ ଯେଉଁ ରାସ୍ତାରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଗ୍ଭଲିବା ପାଇଁ ଆଦେଶ ଦେଇଛନ୍ତି, ଯେଉଁଥିପାଇଁ ତୁମ୍ଭେମାନେ ସେହି ଦେଶରେ ଦୀର୍ଘଦିନ ବଞ୍ଚିବ ଓ ତୁମ୍ଭେ ଯେଉଁ ଦେଶ ଅଧିକାର କରିବ, ସେଠାରେ ତୁମ୍ଭର ସର୍ବମଙ୍ଗଳ ହେବ।
4 ପରମେଶ୍ୱରଙ୍କ ବିଶ୍ରାମସ୍ଥଳରେ ପ୍ରବେଶ କରିବାର ପ୍ରତିଜ୍ଞା ଥିବା ସ୍ଥଳେ ସୁଦ୍ଧା ଆମ୍ଭମାନଙ୍କ ମଧ୍ୟରୁ କେହି ଯେପରି ଏଥିରୁ ବଞ୍ଚିତ ନ ହେଉ, ଏଥିପାଇଁ ସତର୍କତାର ଜୀବନ କାଟିବା ଉଚିତ୍। 2 କାରଣ ସେମାନଙ୍କ ନିକଟରେ ଯେପରି, ଆମ୍ଭମାନଙ୍କ ନିକଟରେ ସେହିପରି ସୁସମାଗ୍ଭର କୁହାଯାଇଅଛି, କିନ୍ତୁ ସେମାନେ ଶୁଣି ମଧ୍ୟ ତାହାକୁ ବିଶ୍ୱାସପୂର୍ବକ ନିଜସ୍ୱ ନ କରିବାରୁ ସେମାନଙ୍କ ପକ୍ଷରେ ସୁସମାଗ୍ଭର ଲାଭଜନକ ହେଲା ନାହିଁ। 3 ଆମ୍ଭେ ବିଶ୍ୱାସୀ ଲୋକମାନେ ବିଶ୍ରାମ ସ୍ଥଳରେ ପ୍ରବେଶ କରିବାକୁ ସକ୍ଷମ ଅଟୁ। ଯେପରି ପରମେଶ୍ୱର କହିଅଛନ୍ତି:
“ମୁଁ କ୍ରୋଧରେ ପ୍ରତିଜ୍ଞା କରି କହିଥିଲି;
ସେ ଲୋକମାନେ କେବେ ହେଲେ ମୋର ବିଶ୍ରାମ ସ୍ଥଳରେ ପ୍ରବେଶ କରିବେ ନାହିଁ।”(A)
ପରମେଶ୍ୱର ଏହା କହିଲେ। କିନ୍ତୁ ଜଗତ ସୃଷ୍ଟି କରିବା ଦିନଠାରୁ ପରମେଶ୍ୱରଙ୍କ କାମ ସରିଯାଇଥିଲା। 4 ଶାସ୍ତ୍ରର କୌଣସି ସ୍ଥାନରେ ପରମେଶ୍ୱର ସପ୍ତାହର ସପ୍ତମ ଦିନ ବିଷୟରେ କହିଛନ୍ତି: “ସପ୍ତମ ଦିନରେ ପରମେଶ୍ୱର ନିଜର ସମସ୍ତ କାମରୁ ବିଶ୍ରାମ ନେଲେ।”(B) 5 ପରମେଶ୍ୱର ଆଉ ଏକ ଶାସ୍ତ୍ରରେ କହିଛନ୍ତି: “ସେହି ଲୋକମାନେ କେବେ ହେଲେ ମୋର ବିଶ୍ରାମ ସ୍ଥଳରେ ପ୍ରବେଶ କରିବେ ନାହିଁ।”(C)
6 ଯେଉଁ ଲୋକମାନଙ୍କୁ ଆଗରୁ ସୁସମାଗ୍ଭର ଶୁଣା ଯାଇ ଥିଲା, ନିଜର ଅବଜ୍ଞା ଯୋଗୁଁ ସେମାନେ ବିଶ୍ରାମସ୍ଥଳରେ ପ୍ରବେଶ କରି ପାରିଲେ ନାହିଁ କିନ୍ତୁ ଏବେ ମଧ୍ୟ କେବେ ଲୋକ ପରମେଶ୍ୱରଙ୍କ ବିଶ୍ରାମସ୍ଥଳରେ ପ୍ରବେଶ କରିବାକୁ ବାକି ଥିବାରୁ ପରମେଶ୍ୱର ଆଉ ଗୋଟିଏ ବିଶେଷ ଦିନ ଅର୍ଥାତ୍ ‘ଆଜିଦିନ’[a] ନିରୂପଣ କଲେ। 7 ଏହି ଦିନଟି ବିଷୟରେ ପରମେଶ୍ୱର ବହୁତ ଦିନ ପରେ ଦାଉଦଙ୍କ ମାଧ୍ୟମରେ କହିଛନ୍ତି। ସେହି ଶାସ୍ତ୍ରରେ ଆମ୍ଭେ ପୂର୍ବରୁ କହିଛୁ:
“ଯଦି ତୁମ୍ଭେମାନେ ‘ଆଜି’ ପରମେଶ୍ୱରଙ୍କ ବାଣୀ ଶୁଣିଛ,
ତାହାହେଲେ ପୂର୍ବପରି ଆପଣା ହୃଦୟ କଠିନ ନ କର।”(D)
8 ଆମ୍ଭେ ଜାଣୁ ଯେ ଯିହୋଶୂୟ ଲୋକଙ୍କୁ ଈଶ୍ୱରଙ୍କ ପ୍ରତିଜ୍ଞାକୃତ ବିଶ୍ରାମସ୍ଥଳକୁ ନେଇଯାଇ ନ ଥିଲେ। ଯଦି ସେ ନେଇଥା’ନ୍ତେ, ତେବେ ପରମେଶ୍ୱର ବିଶ୍ରାମ ପାଇଁ ଆଉ ଗୋଟିଏ ଦିନ ‘ଆଜି’ ବୋଲି ଘୋଷଣା କରି ନ ଥା’ନ୍ତେ। 9 ଏହା ପ୍ରମାଣିତ କରେ ଯେ, ପରମେଶ୍ୱରଙ୍କ ଲୋକମାନଙ୍କ ଲାଗି ସପ୍ତମ ଦିନର ବିଶ୍ରାମ ଭୋଗିବାର ବାକି ଅଛି। 10 ପରମେଶ୍ୱର ନିଜ କାମ ସମାପ୍ତ କଲା ପରେ ବିଶ୍ରାମ କଲେ। ସେପ୍ରକାର ପରମେଶ୍ୱରଙ୍କ ପରି ମନୁଷ୍ୟ ଆପଣା କାର୍ଯ୍ୟ ସମାପ୍ତ କଲାପରେ ବିଶ୍ରାମ ପାଇଥାଏ। 11 ଅତଏବ, ଆମ୍ଭେ ପରମେଶ୍ୱରଙ୍କ ସେହି ବିଶ୍ରାମସ୍ଥଳରେ ପ୍ରବେଶ କରିବା ପାଇଁ କଠିନ ଚେଷ୍ଟା କରିବା ଆବଶ୍ୟକ। ପରମେଶ୍ୱରଙ୍କ ଆଜ୍ଞା ପାଳନ ନ କରି ଯେଉଁମାନେ ବିଶ୍ରାମସ୍ଥଳରେ ପ୍ରବେଶ କରି ପାରନ୍ତି ନାହିଁ, ସେହି ଲୋକମାନଙ୍କ ପଦାନୁସରଣ କରି ଆମ୍ଭମାନଙ୍କ ମଧ୍ୟରୁ କେହି ଯେପରି ପଡ଼ି ନ ଯାଆନ୍ତି, ସେଥିପାଇଁ ଆମ୍ଭେମାନେ ଯଥାସାଧ୍ୟ ପରିଶ୍ରମ କରିବା ଆବଶ୍ୟକ।
2010 by World Bible Translation Center