Revised Common Lectionary (Complementary)
23 ସଦାପ୍ରଭୁ ଧାର୍ମିକ ବ୍ୟକ୍ତିକୁ ସତ୍ମାର୍ଗରେ ଜୀବନ ଧାରଣ କରିବା ପାଇଁ ସାହାଯ୍ୟ କରନ୍ତି।
ଯେତେବେଳେ ସେ ତାହା କରେ, ସଦାପ୍ରଭୁ ଖୁସୀ ହୁଅନ୍ତି।
24 ସେମାନେ ଝୁଣ୍ଟି ପଡ଼ିବେ ନାହିଁ
କାରଣ ସଦାପ୍ରଭୁ ସେମାନଙ୍କୁ ସମର୍ଥନ କରନ୍ତି।
25 ମୁଁ ଯୁବା ଥିଲି ଓ ବର୍ତ୍ତମାନ ବୁଢ଼ା ହେଲିଣି
ଓ ମୁଁ କେବେ ଦେଖି ନାହିଁ ପରମେଶ୍ୱର ଧାର୍ମିକ ଲୋକଙ୍କୁ ପରିତ୍ୟାଗ କରନ୍ତି।
ମୁଁ କେବେ ଦେଖି ନାହିଁ ଯେ, ଧାର୍ମିକ ବ୍ୟକ୍ତିଙ୍କର ପିଲାମାନେ ଖାଦ୍ୟ ପାଇଁ ଭିକ୍ଷାବୃତ୍ତି କରନ୍ତି।
26 ଧାର୍ମିକ ବ୍ୟକ୍ତି ସବୁକିଛି ଅନ୍ୟମାନଙ୍କୁ ଦେଇଦିଏ।
ତେଣୁ ତା'ର ପିଲାମାନେ ଏକ ଆଶୀର୍ବାଦସୂଚକ।
27 ତୁମ୍ଭେ ଯଦି ମନ୍ଦକାର୍ଯ୍ୟ କରିବାକୁ ମନା କର ଓ ଯଦି ତୁମ୍ଭେ ଭଲକାର୍ଯ୍ୟ କର,
ତା'ହେଲେ ତୁମ୍ଭେ ନିଶ୍ଚୟ ଚିରଦିନ ପାଇଁ ବଞ୍ଚି ରହିବ।
28 ସଦାପ୍ରଭୁ ନ୍ୟାୟକୁ ଭଲ ପାଆନ୍ତି
ଓ ତାଙ୍କର ବିଶ୍ୱସ୍ତ ଅନୁସରଣକାରୀମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ,
ତେଣୁ ସେମାନେ ଚିରଦିନ ସୁରକ୍ଷିତ।
କିନ୍ତୁ ଦୁଷ୍ଟ ଲୋକମାନେ ଧ୍ୱଂସ ହେବେ।
29 ଧାର୍ମିକ ଲୋକମାନେ ପରମେଶ୍ୱରଙ୍କ ମୁତାବକ ରାଜ୍ୟ ପାଇବେ।
ସେମାନେ ସେଠାରେ ଚିରଦିନ ବାସ କରିବେ।
30 ଧାର୍ମିକ ବ୍ୟକ୍ତି ଜ୍ଞାନର ଉପଦେଶ ଦିଏ।
ତା'ର ନିଷ୍ପତ୍ତି ସମସ୍ତଙ୍କୁ ନ୍ୟାୟ ପ୍ରଦାନ କରେ।
31 ସେ ସଦାପ୍ରଭୁଙ୍କ ଉପଦେଶ ସବୁ ଶିଖିଥାଏ।
ତେଣୁ ସେ କେବେହେଲେ ସେହି ପଥରୁ ବିଚ୍ୟୁତ ହେବ ନାହିଁ।
32 ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କୁ ସବୁବେଳେ ମାରିବାକୁ ଜଗି ବସିଥା’ନ୍ତି।
33 ସଦାପ୍ରଭୁ କେବେହେଲେ ଦୁଷ୍ଟ ଲୋକମାନଙ୍କ ହସ୍ତରେ ଧାର୍ମିକ ଲୋକମାନଙ୍କୁ ଛାଡ଼ି ଦେବେ ନାହିଁ।
ପରମେଶ୍ୱର କେବେହେଲେ ଧାର୍ମିକ ଲୋକମାନଙ୍କୁ ଦୋଷୀ ସାବ୍ୟସ୍ତ କରିବେ ନାହିଁ।
34 ସଦାପ୍ରଭୁଙ୍କର ଅନୁସରଣ କର ଓ ତାଙ୍କ ସାହାଯ୍ୟ ପାଇଁ ଅପେକ୍ଷା କର।
ସଦାପ୍ରଭୁ ତୁମ୍ଭକୁ ନିଶ୍ଚିତ ବିଜୟୀ କରାଇବେ ଓ ପରମେଶ୍ୱରଙ୍କ ପ୍ରତିଜ୍ଞା ମୁତାବକ ତୁମ୍ଭେ ତୁମ୍ଭର ରାଜ୍ୟ ଫେରି ପାଇବ, ସେତେବେଳେ ଦୁଷ୍ଟ ଲୋକମାନେ ସେ ରାଜ୍ୟ ଛାଡ଼ି ଗ୍ଭଲିଯିବେ।
35 ମୁଁ ଜଣେ ଦୁଷ୍ଟ ଲୋକଙ୍କୁ ଦେଖିଲି ଯିଏକି ଅତି ଶକ୍ତିଶାଳୀ ଥିଲା।
ସେ ଏକ ପୂର୍ଣ୍ଣାଙ୍ଗ ବୃକ୍ଷ ଭଳି ଶକ୍ତିଶାଳୀ ଥିଲା।
36 କିନ୍ତୁ ସେ ଆଜି ନାହିଁ।
ମୁଁ ତାଙ୍କୁ ଅନେକ ସ୍ଥାନରେ ଖୋଜିଲି କିନ୍ତୁ ତାଙ୍କୁ ପାଇଲି ନାହିଁ।
37 ସିଦ୍ଧ ଓ ଧାର୍ମିକ ଲୋକ ହୁଅ।
ଯେଉଁମାନେ ଶାନ୍ତିକୁ ଭଲପାଆନ୍ତି ସେମାନଙ୍କର ଅନେକ ବଂଶଧର ବଢ଼ି ଗ୍ଭଲିବେ।
38 କିନ୍ତୁ ଅଧର୍ମାଗ୍ଭରୀ ଲୋକମାନେ ସମ୍ପୂର୍ଣ୍ଣ ଧ୍ୱଂସ ପାଇବେ
ଓ ସେମାନଙ୍କର ବଂଶଧରମାନେ ସେହି ସ୍ଥାନ ଛାଡ଼ିବାକୁ ବାଧ୍ୟ ହେବେ।
39 ସଦାପ୍ରଭୁ ସର୍ବଦା ଧାର୍ମିକ ଲୋକକୁ ରକ୍ଷା କରନ୍ତି।
ସଦାପ୍ରଭୁ ହିଁ ସେହି ଧାର୍ମିକ ଲୋକମାନଙ୍କର ସଙ୍କଟ ସମୟରେ ଏକମାତ୍ର ବଳ।
ଯେତେବେଳେ ସେମାନେ ଅସୁବିଧାରେ ପଡ଼ନ୍ତି।
40 ସଦାପ୍ରଭୁ ଧାର୍ମିକ ଲୋକମାନଙ୍କୁ ସାହାଯ୍ୟ କରନ୍ତି ଓ ସେମାନଙ୍କୁ ରକ୍ଷା କରନ୍ତି।
ସଦାପ୍ରଭୁ ସେହି ଲୋକମାନଙ୍କୁ ଦୁଷ୍ଟ ଲୋକଙ୍କ କବଳରୁ ରକ୍ଷା କରନ୍ତି କାରଣ ସେମାନେ ତାଙ୍କ ଉପରେ ନିର୍ଭରଶୀଳ।
ଶାମୁୟେଲ ଶାଉଲଙ୍କୁ ରାଜା ପଦରେ ଘୋଷଣା କଲେ
17 ଶାମୁୟେଲ ଇସ୍ରାଏଲବାସୀଙ୍କୁ ମିସ୍ପୀରେ ଏକତ୍ରିତ ହେବା ପାଇଁ ଡକାଇଲେ। 18 ସେ ଇସ୍ରାଏଲବାସୀଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ମୁଁ ଇସ୍ରାଏଲକୁ ମିଶରରୁ ବାହାର କରି ଆଣିଲି, ମୁଁ ତୁମ୍ଭମାନଙ୍କୁ ମିଶରୀୟମାନଙ୍କଠାରୁ ରକ୍ଷା କଲି ଓ ଅନ୍ୟ ଦେଶମାନଙ୍କର ନିୟନ୍ତ୍ରଣରୁ ତୁମ୍ଭକୁ ରକ୍ଷା କଲି।’ 19 କିନ୍ତୁ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କୁ ଆଜି ପରିତ୍ୟାଗ କଲ। ପରମେଶ୍ୱର ତୁମ୍ଭମାନଙ୍କୁ ସବୁ ଅସୁବିଧାରୁ ଓ ସମସ୍ୟାରୁ ରକ୍ଷା କରନ୍ତି। କିନ୍ତୁ ତୁମ୍ଭେମାନେ କହିଲ, ‘ଆମ୍ଭମାନଙ୍କୁ ଶାସନ କରିବାକୁ ଆମ୍ଭେ ଜଣେ ରାଜା ଗ୍ଭହୁଁ।’ ସେଥିପାଇଁ ତୁମ୍ଭମାନଙ୍କର ଜାତି ଓ ପରିବାରବର୍ଗ ଅନୁସାରେ ସଦାପ୍ରଭୁଙ୍କ ନିକଟରେ ଉପସ୍ଥିତ ହୁଅ।”
20 ଏପ୍ରକାରେ ଶାମୁୟେଲ ଇସ୍ରାଏଲର ସମସ୍ତ ପରିବାରବର୍ଗଙ୍କୁ ଏକତ୍ରିତ କରନ୍ତେ, ପ୍ରଥମତଃ ବିନ୍ୟାମୀନ ପରିବାରବର୍ଗ ନିର୍ଣ୍ଣିତ ହେଲା। 21 ଶାମୁୟେଲ କହିଲେ ଯେ, ବିନ୍ୟାମୀନ ପରିବାରବର୍ଗଙ୍କୁ ଏକ ଏକ ପରି ଆଗକୁ ଆସିବା ପାଇଁ। ମଟ୍ରିର ଗୋଷ୍ଠୀ ନିର୍ଣ୍ଣିତ ହେଲା। ତା'ପରେ ଶାମୁୟେଲ ସେହି ପରିବାରବର୍ଗର ପ୍ରତ୍ୟେକ ଲୋକଙ୍କୁ ଆଗକୁ ଆସିବାକୁ କହିଲେ। କୀଶ୍ଙ୍କ ପୁତ୍ର ଶାଉଲ ବଛାଗଲେ। କୀଶ୍ଙ୍କ ପୁତ୍ର ଶାଉଲଙ୍କୁ ସେଠାରେ ଖୋଜାଗଲା,
କିନ୍ତୁ ସେଠାରେ ଲୋକମାନେ ଶାଉଲଙ୍କୁ ଖୋଜି ପାଇଲେ ନାହିଁ। 22 ତା'ପରେ ଲୋକମାନେ ସଦାପ୍ରଭୁଙ୍କୁ ପଗ୍ଭରିଲେ, “ଏପର୍ଯ୍ୟନ୍ତ ଶାଉଲ ଏଠାକୁ ଆସିଛନ୍ତି କି?”
ସଦାପ୍ରଭୁ କହିଲେ, “ସେ ଏଠାରେ ଥିବା ସାମଗ୍ରୀମାନଙ୍କ ମଧ୍ୟରେ ନିଜକୁ ଗୋପନ ରଖିଛି।”
23 ଲୋକମାନେ ଖୋଜିଲେ ଏବଂ ତାଙ୍କୁ ସାମଗ୍ରୀ ପଛପଟେ ପାଇଲେ। ଶାଉଲ ଲୋକମାନଙ୍କ ମଧ୍ୟରେ ଛିଡ଼ା ହେଲେ ସେ ସମସ୍ତ ଲୋକଙ୍କ ଅପେକ୍ଷା ଲମ୍ବା ଥିଲେ।
24 ଶାମୁୟେଲ ଲୋକମାନଙ୍କୁ କହିଲେ, “ଏଇ ବ୍ୟକ୍ତିକୁ ଦେଖ। ପରମେଶ୍ୱର ତାଙ୍କୁ ମନୋନୀତ କରିଛନ୍ତି। ତୁମ୍ଭମାନଙ୍କ ମଧ୍ୟରେ ତାଙ୍କଠାରୁ ସୁପୁରୁଷ ଆଉ କେହି ନାହାନ୍ତି।”
ତା'ପରେ ଲୋକମାନେ ପାଟିକଲେ, “ରାଜା ଦୀର୍ଘଜୀବି ହୁଅନ୍ତୁ।”
25 ଶାମୁୟେଲ ଲୋକମାନଙ୍କୁ ବନ୍ଧୁତାର ନିୟମ ଜଣାଇଲେ ଏବଂ ତାହା ଖଣ୍ଡେ ପୁସ୍ତକରେ ଲେଖି ସଦାପ୍ରଭୁଙ୍କ ସମ୍ମୁଖରେ ରଖିଲେ। ତା'ପରେ ଶାମୁୟେଲ ଲୋକମାନଙ୍କୁ ନିଜ ନିଜ ଘରକୁ ଯିବାକୁ କହିଲେ।
13 ପରମେଶ୍ୱର ଅବ୍ରହାମଙ୍କୁ ପ୍ରତିଜ୍ଞା ଦେଇଥିଲେ। ପରମେଶ୍ୱରଙ୍କ ବ୍ୟତୀତ ମହାନ ଲୋକ ଆଉ କେହି ନାହାନ୍ତି। ଅତଏବ ପରମେଶ୍ୱର ନିଜ ନାମରେ ଯାହା ପ୍ରତିଜ୍ଞା କରିଛନ୍ତି, ତାହା ସାଧନା କରିବେ ବୋଲି କହିଛନ୍ତି। 14 ପରମେଶ୍ୱର କହିଲେ: “ମୁଁ ଅବଶ୍ୟ ତୁମ୍ଭକୁ ଆଶୀର୍ବାଦ କରିବି। ମୁଁ ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବି।”(A) 15 ଅବ୍ରହାମ ଧୈର୍ଯ୍ୟପୂର୍ବକ ଏହା ଘଟିବା ପାଇଁ ଅପେକ୍ଷା କଲେ। ଓ ପରେ ସେ ପରମେଶ୍ୱରଙ୍କ ପ୍ରତିଜ୍ଞାନୁସାରେ ଫଳପ୍ରାପ୍ତ ହେଲେ।
16 ମନୁଷ୍ୟମାନେ ନିଜ ଅପେକ୍ଷା ମହତ୍ ଲୋକର ନାମ ନେଇ ଶପଥ କରିଥା’ନ୍ତି। ଏହା ଦ୍ୱାରା ସେମାନଙ୍କର କଥାର ସତ୍ୟତା ପ୍ରମାଣିତ ହୁଏ ଓ ସେମାନଙ୍କ ବିବାଦର ନିଷ୍ପତ୍ତି ହୁଏ। 17 ପରମେଶ୍ୱର ନିଜ ପ୍ରତିଜ୍ଞାର ସତ୍ୟତା ପ୍ରମାଣିତ କରିବା ପାଇଁ ଇଚ୍ଛା କଲେ। ପରମେଶ୍ୱରଙ୍କ ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ପ୍ରମାଣିତ କରିବାକୁ ଇଚ୍ଛା କଲେ। ସେ ସେମାନଙ୍କୁ ସ୍ପଷ୍ଟ ଭାବରେ ବୁଝାଇ ଦେବାକୁ ଗ୍ଭହିଁଲେ ଯେ ତାଙ୍କର ଯୋଜନାରେ କୌଣସି ପରିବର୍ତ୍ତନ ଘଟେ ନାହିଁ। କାରଣ ପରମେଶ୍ୱର ଯାହା କହନ୍ତି, ତାହା ନିଶ୍ଚିତ ହେବ ଏବଂ ଏହା ପ୍ରମାଣିତ କରିବାକୁ ସେ ପ୍ରତିଜ୍ଞା ସହ ଶପଥ ମଧ୍ୟ କରନ୍ତି। 18 ଉକ୍ତ ଦୁଇଟି ଯାକ ଅପରିବର୍ତ୍ତନୀୟ। ଯେତେବେଳେ ପରମେଶ୍ୱର କିଛି କହନ୍ତି ସେ ମିଛ କହି ପାରନ୍ତି ନାହିଁ, ପୁଣି କୌଣସି ଶପଥ କଲାବେଳେ ମଧ୍ୟ ସେ ମିଛ କହି ପାରନ୍ତି ନାହିଁ।
ଅତଏବ ଯେଉଁମାନେ ନିଜର ସୁରକ୍ଷା ଦୃଷ୍ଟିରୁ ପରମେଶ୍ୱରଙ୍କ ପାଖକୁ ଆସିଛନ୍ତି, ସେମାନଙ୍କୁ ଉକ୍ତ କଥା ସାନ୍ତ୍ୱନା ପ୍ରଦାନକରେ ଓ ପରମେଶ୍ୱରଙ୍କ ଭରସାରେ ସ୍ଥିର ରହିବା ପାଇଁ ଦୃଢ଼ ଉତ୍ସାହ ପ୍ରଦାନ କରେ। 19 ଆମ୍ଭର ସେହି ଭରସା ଗୋଟିଏ ଲଙ୍ଗର ଭଳି ନିଶ୍ଚିତ ଓ ସୁଦୃଢ଼। ଏହା ମନ୍ଦିରର ପରଦା ଆଢ଼ୁଆଳରେ ଥିବା ପବିତ୍ର ସ୍ଥାନରେ ପ୍ରବେଶ କରି ଆମ୍ଭର ଆତ୍ମାକୁ ସୁରକ୍ଷିତ ରଖେ। 20 ଯୀଶୁ ଆଗରୁ ସେଠାକୁ ଯାଇ ସାରିଛନ୍ତି, ଓ ଆମ୍ଭ ପାଇଁ ପଥ ଉନ୍ମୁକ୍ତ କରିଛନ୍ତି। ମଲ୍କୀଷେଦକଙ୍କ ଭଳି ଯୀଶୁ ଅନନ୍ତକାଳୀନ ମହାଯାଜକ ଅଟନ୍ତି।
2010 by World Bible Translation Center