Revised Common Lectionary (Complementary)
23 ସଦାପ୍ରଭୁ ଧାର୍ମିକ ବ୍ୟକ୍ତିକୁ ସତ୍ମାର୍ଗରେ ଜୀବନ ଧାରଣ କରିବା ପାଇଁ ସାହାଯ୍ୟ କରନ୍ତି।
ଯେତେବେଳେ ସେ ତାହା କରେ, ସଦାପ୍ରଭୁ ଖୁସୀ ହୁଅନ୍ତି।
24 ସେମାନେ ଝୁଣ୍ଟି ପଡ଼ିବେ ନାହିଁ
କାରଣ ସଦାପ୍ରଭୁ ସେମାନଙ୍କୁ ସମର୍ଥନ କରନ୍ତି।
25 ମୁଁ ଯୁବା ଥିଲି ଓ ବର୍ତ୍ତମାନ ବୁଢ଼ା ହେଲିଣି
ଓ ମୁଁ କେବେ ଦେଖି ନାହିଁ ପରମେଶ୍ୱର ଧାର୍ମିକ ଲୋକଙ୍କୁ ପରିତ୍ୟାଗ କରନ୍ତି।
ମୁଁ କେବେ ଦେଖି ନାହିଁ ଯେ, ଧାର୍ମିକ ବ୍ୟକ୍ତିଙ୍କର ପିଲାମାନେ ଖାଦ୍ୟ ପାଇଁ ଭିକ୍ଷାବୃତ୍ତି କରନ୍ତି।
26 ଧାର୍ମିକ ବ୍ୟକ୍ତି ସବୁକିଛି ଅନ୍ୟମାନଙ୍କୁ ଦେଇଦିଏ।
ତେଣୁ ତା'ର ପିଲାମାନେ ଏକ ଆଶୀର୍ବାଦସୂଚକ।
27 ତୁମ୍ଭେ ଯଦି ମନ୍ଦକାର୍ଯ୍ୟ କରିବାକୁ ମନା କର ଓ ଯଦି ତୁମ୍ଭେ ଭଲକାର୍ଯ୍ୟ କର,
ତା'ହେଲେ ତୁମ୍ଭେ ନିଶ୍ଚୟ ଚିରଦିନ ପାଇଁ ବଞ୍ଚି ରହିବ।
28 ସଦାପ୍ରଭୁ ନ୍ୟାୟକୁ ଭଲ ପାଆନ୍ତି
ଓ ତାଙ୍କର ବିଶ୍ୱସ୍ତ ଅନୁସରଣକାରୀମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ,
ତେଣୁ ସେମାନେ ଚିରଦିନ ସୁରକ୍ଷିତ।
କିନ୍ତୁ ଦୁଷ୍ଟ ଲୋକମାନେ ଧ୍ୱଂସ ହେବେ।
29 ଧାର୍ମିକ ଲୋକମାନେ ପରମେଶ୍ୱରଙ୍କ ମୁତାବକ ରାଜ୍ୟ ପାଇବେ।
ସେମାନେ ସେଠାରେ ଚିରଦିନ ବାସ କରିବେ।
30 ଧାର୍ମିକ ବ୍ୟକ୍ତି ଜ୍ଞାନର ଉପଦେଶ ଦିଏ।
ତା'ର ନିଷ୍ପତ୍ତି ସମସ୍ତଙ୍କୁ ନ୍ୟାୟ ପ୍ରଦାନ କରେ।
31 ସେ ସଦାପ୍ରଭୁଙ୍କ ଉପଦେଶ ସବୁ ଶିଖିଥାଏ।
ତେଣୁ ସେ କେବେହେଲେ ସେହି ପଥରୁ ବିଚ୍ୟୁତ ହେବ ନାହିଁ।
32 ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କୁ ସବୁବେଳେ ମାରିବାକୁ ଜଗି ବସିଥା’ନ୍ତି।
33 ସଦାପ୍ରଭୁ କେବେହେଲେ ଦୁଷ୍ଟ ଲୋକମାନଙ୍କ ହସ୍ତରେ ଧାର୍ମିକ ଲୋକମାନଙ୍କୁ ଛାଡ଼ି ଦେବେ ନାହିଁ।
ପରମେଶ୍ୱର କେବେହେଲେ ଧାର୍ମିକ ଲୋକମାନଙ୍କୁ ଦୋଷୀ ସାବ୍ୟସ୍ତ କରିବେ ନାହିଁ।
34 ସଦାପ୍ରଭୁଙ୍କର ଅନୁସରଣ କର ଓ ତାଙ୍କ ସାହାଯ୍ୟ ପାଇଁ ଅପେକ୍ଷା କର।
ସଦାପ୍ରଭୁ ତୁମ୍ଭକୁ ନିଶ୍ଚିତ ବିଜୟୀ କରାଇବେ ଓ ପରମେଶ୍ୱରଙ୍କ ପ୍ରତିଜ୍ଞା ମୁତାବକ ତୁମ୍ଭେ ତୁମ୍ଭର ରାଜ୍ୟ ଫେରି ପାଇବ, ସେତେବେଳେ ଦୁଷ୍ଟ ଲୋକମାନେ ସେ ରାଜ୍ୟ ଛାଡ଼ି ଗ୍ଭଲିଯିବେ।
35 ମୁଁ ଜଣେ ଦୁଷ୍ଟ ଲୋକଙ୍କୁ ଦେଖିଲି ଯିଏକି ଅତି ଶକ୍ତିଶାଳୀ ଥିଲା।
ସେ ଏକ ପୂର୍ଣ୍ଣାଙ୍ଗ ବୃକ୍ଷ ଭଳି ଶକ୍ତିଶାଳୀ ଥିଲା।
36 କିନ୍ତୁ ସେ ଆଜି ନାହିଁ।
ମୁଁ ତାଙ୍କୁ ଅନେକ ସ୍ଥାନରେ ଖୋଜିଲି କିନ୍ତୁ ତାଙ୍କୁ ପାଇଲି ନାହିଁ।
37 ସିଦ୍ଧ ଓ ଧାର୍ମିକ ଲୋକ ହୁଅ।
ଯେଉଁମାନେ ଶାନ୍ତିକୁ ଭଲପାଆନ୍ତି ସେମାନଙ୍କର ଅନେକ ବଂଶଧର ବଢ଼ି ଗ୍ଭଲିବେ।
38 କିନ୍ତୁ ଅଧର୍ମାଗ୍ଭରୀ ଲୋକମାନେ ସମ୍ପୂର୍ଣ୍ଣ ଧ୍ୱଂସ ପାଇବେ
ଓ ସେମାନଙ୍କର ବଂଶଧରମାନେ ସେହି ସ୍ଥାନ ଛାଡ଼ିବାକୁ ବାଧ୍ୟ ହେବେ।
39 ସଦାପ୍ରଭୁ ସର୍ବଦା ଧାର୍ମିକ ଲୋକକୁ ରକ୍ଷା କରନ୍ତି।
ସଦାପ୍ରଭୁ ହିଁ ସେହି ଧାର୍ମିକ ଲୋକମାନଙ୍କର ସଙ୍କଟ ସମୟରେ ଏକମାତ୍ର ବଳ।
ଯେତେବେଳେ ସେମାନେ ଅସୁବିଧାରେ ପଡ଼ନ୍ତି।
40 ସଦାପ୍ରଭୁ ଧାର୍ମିକ ଲୋକମାନଙ୍କୁ ସାହାଯ୍ୟ କରନ୍ତି ଓ ସେମାନଙ୍କୁ ରକ୍ଷା କରନ୍ତି।
ସଦାପ୍ରଭୁ ସେହି ଲୋକମାନଙ୍କୁ ଦୁଷ୍ଟ ଲୋକଙ୍କ କବଳରୁ ରକ୍ଷା କରନ୍ତି କାରଣ ସେମାନେ ତାଙ୍କ ଉପରେ ନିର୍ଭରଶୀଳ।
ଶାମୁୟେଲ ରାଜାଙ୍କ ବିଷୟରେ କହିଲେ
12 ଶାମୁୟେଲ ସମସ୍ତ ଇସ୍ରାଏଲୀଙ୍କୁ କହିଲେ, “ତୁମ୍ଭେମାନେ ମୋତେ ଯାହା ଯାହା କହିଲ, ମୁଁ ସେ ପ୍ରକାରେ ତୁମ୍ଭମାନଙ୍କର ଏକ ରାଜା ନିୟୋଜନ କଲି। 2 ବର୍ତ୍ତମାନ ତୁମ୍ଭର ନେତୃତ୍ୱ କରିବା ପାଇଁ ଜଣେ ରାଜା ଅଛନ୍ତି। ମୁଁ ବୃଦ୍ଧ ଓ ପକ୍ୱକେଶ ହୋଇ ଗଲିଣି। ମୁଁ ମୋ’ ଯୁବାବସ୍ଥାରୁ ତୁମ୍ଭ ମୁନିବ ଥିଲି। ବର୍ତ୍ତମାନ ମୋ’ ପୁଅମାନେ ତୁମ୍ଭ ସାଥୀରେ ଅଛନ୍ତି। 3 ମୁଁ ତୁମ୍ଭମାନଙ୍କ ସମ୍ମୁଖରେ ଉପସ୍ଥିତ ଅଛି। ଯଦି ମୁଁ କିଛି ଭୁଲ୍ କରିଛି ତୁମ୍ଭେମାନେ ନିଶ୍ଚିତଭାବେ ସଦାପ୍ରଭୁ ଏବଂ ତାଙ୍କ ମନୋନୀତ ରାଜାକୁ କୁହ। ମୁଁ କାହାର ଗଧ କିମ୍ବା ଗାଈ ଗ୍ଭେରି କରିଛି କି? ମୁଁ କାହାକୁ ଆଘାତ କିମ୍ବା ଧକ୍କା ଦେଇଛି କି? ମୁଁ ମୋର ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇ ନାହିଁ, ଯେପରିକି ମୁଁ ଅନ୍ୟ ଦ୍ୱାରା ଅପରାଧ କରିଥିବା ଉପଦ୍ରବ୍ୟ ଦେଖି ନ ପାରେ? ଯଦି ମୁଁ ଏଥିରୁ କୌଣସିଟି କରିଛି, ତେବେ ମୁଁ ତାହା ଭରଣା କରିବା ପାଇଁ ପ୍ରସ୍ତୁତ ଅଛି।”
4 ଇସ୍ରାଏଲୀୟମାନେ ଉତ୍ତର ଦେଲେ, “ନା! ତୁମ୍ଭେ ଏପରି ଖରାପ କାମ କେବେ ବି କରି ନାହଁ। ତୁମ୍ଭେ ଆମକୁ ଠକି ନାହଁ କିମ୍ବା ଆମ୍ଭଠାରୁ କିଛି ନେଇ ନାହଁ।”
5 ଶାମୁୟେଲ ଇସ୍ରାଏଲୀୟମାନଙ୍କୁ କହିଲେ, “ତୁମ୍ଭେ ଯାହା କହିଲ ସଦାପ୍ରଭୁ ଏବଂ ନୂତନ ମନୋନୀତ ରାଜା ତାହା ଶୁଣିଲେ, ସେମାନେ ଦୃଢ଼ କରିବାକୁ ସାକ୍ଷୀ ରହିଲେ ଯେ ତୁମ୍ଭ ବିରୁଦ୍ଧରେ ଜାଣିଲେ ମୁଁ କିଛି ଭୁଲ୍ କରି ନାହିଁ।” ଲୋକମାନେ କହିଲେ, “ହଁ ସଦାପ୍ରଭୁ ସାକ୍ଷୀ ଅଛନ୍ତି ଏହା ସତ୍ୟ।”
6 ଶାମୁୟେଲ ଲୋକମାନଙ୍କୁ କହିଲେ, “ଯାହାସବୁ ଘଟିଛି ସଦାପ୍ରଭୁ ସବୁ ଦେଖିଛନ୍ତି। ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ ନିଯୁକ୍ତି କରିଥିଲେ ଏବଂ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଙ୍କୁ ମିଶରରୁ ବାହାର କରି ଆଣିଥିଲେ। 7 ଆହୁରି ମଧ୍ୟ ଶୁଣ ମୁଁ ତୁମ୍ଭକୁ ସଦାପ୍ରଭୁଙ୍କ ତୁମ୍ଭମାନଙ୍କ ପ୍ରତି ଅଲୌକିକତା ଓ ତୁମ୍ଭ ପୂର୍ବପୁରୁଷଙ୍କ କଥା କହିବି।
8 “ଯାକୁବ ମିଶରକୁ ଗଲା ଉତ୍ତାରୁ ମିଶରୀୟମାନେ ତୁମ୍ଭମାନଙ୍କର ବଂଶଧରଗଣଙ୍କର ଜୀବନକୁ ଦୁର୍ବିସହ କରିଦେଲେ। ତେଣୁ ସେମାନେ ସାହାଯ୍ୟ ପାଇଁ ସଦାପ୍ରଭୁଙ୍କୁ ଡାକିଲେ। ସେତେବେଳେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ ପଠାଇଲେ। ସେମାନେ ତୁମ୍ଭମାନଙ୍କ ପୂର୍ବପୁରୁଷଙ୍କୁ ମିଶରରୁ ଆଣିଲେ ଏବଂ ଏହି ସ୍ଥାନରେ ବାସ କରାଇଲେ।
9 “କିନ୍ତୁ ତୁମ୍ଭ ପୂର୍ବପୁରୁଷମାନେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱରଙ୍କୁ ପାଶୋରିବାରୁ ସଦାପ୍ରଭୁ ସେମାନଙ୍କୁ ସୀଷରାର କ୍ରୀତଦାସ କରାଇଲେ। ସୀଷରା ହାତ୍ସୋର ସୈନ୍ୟବାହିନୀର ସେନାପତି ଥିଲେ। ସଦାପ୍ରଭୁ ସେମାନଙ୍କୁ ପଲେଷ୍ଟୀୟମାନଙ୍କର ଓ ମୋୟାବ ରାଜାର ଦାସ କଲେ। ସେମାନେ ସମସ୍ତେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣ ସହିତ ଯୁଦ୍ଧ କଲେ। 10 ତା'ପରେ ତୁମ୍ଭ ପୂର୍ବପୁରୁଷମାନେ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରି କହିଲେ, ‘ଆମ୍ଭେମାନେ ପାପ କରିଛୁ ଯେହେତୁ ଆମ୍ଭେ ସଦାପ୍ରଭୁଙ୍କୁ ତ୍ୟାଗ କରି ବାଲ୍ଦେବଗଣର ଏବଂ ଅଷ୍ଟାରୋତ୍ ଦେବଗଣର ପୂଜା କରୁଛୁ। ଏବେ ଆମ୍ଭମାନଙ୍କୁ ଶତ୍ରୁ କବଳରୁ ରକ୍ଷା କର, ଆମ୍ଭେମାନେ ତୁମ୍ଭର ଉପାସନା କରିବୁ।’
11 “ସଦାପ୍ରଭୁ ତୁମ୍ଭମାନଙ୍କୁ ଯିରୁବ୍ବାଲ୍କୁ, ବଦାନ୍କୁ, ଯିପ୍ତହକୁ ଓ ଶାମୁୟେଲଙ୍କୁ ପଠାଇ ଚତୁର୍ଦ୍ଦିଗରେ ଥିବା ତୁମ୍ଭ ଶତ୍ରୁମାନଙ୍କ କବଳରୁ ତୁମ୍ଭମାନଙ୍କୁ ରକ୍ଷା କଲେ। ତହିଁରେ ତୁମ୍ଭେମାନେ ନିର୍ଭୟରେ ବାସ କଲ। 12 ତା'ପରେ ତୁମ୍ଭେ ଦେଖିଲ ଅମ୍ମୋନର ରାଜା ନାହଶ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ। ତୁମ୍ଭେ କହିଲ, ‘ନା! ଆମ୍ଭେ ଜଣେ ରାଜା ଗ୍ଭହୁଁ’ ଯଦିଓ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭମାନଙ୍କର ରାଜା ଥିଲେ। 13 ବର୍ତ୍ତମାନ ତୁମ୍ଭମାନଙ୍କ ଅନୁରୋଧ ଓ ପସନ୍ଦ ଅନୁସାରେ ସଦାପ୍ରଭୁ ତୁମ୍ଭକୁ ଶାସନ କରିବା ପାଇଁ ଜଣେ ରାଜାଙ୍କୁ ଦେଇଛନ୍ତି। 14 ବର୍ତ୍ତମାନ ଯଦି ତୁମ୍ଭେମାନେ ସଦାପ୍ରଭୁଙ୍କୁ ଭୟ କର ଓ ତାଙ୍କୁ ସେବା କର, ଯେବେ ତୁମ୍ଭେମାନେ ତାଙ୍କର ବାକ୍ୟ ଶୁଣ, ତାଙ୍କର ଆଜ୍ଞା ପାଳନ କର ଏବଂ ତାଙ୍କ ବିରୁଦ୍ଧରେ ନ ଯାଅ, ପୁଣି ତୁମ୍ଭେମାନେ ଓ ତୁମ୍ଭମାନଙ୍କର ଶାସକ ରାଜା, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଦ୍ୱାରା ରକ୍ଷା ପାଇବ[a]। 15 କିନ୍ତୁ ଯଦି ତୁମ୍ଭେ ସଦାପ୍ରଭୁଙ୍କ କଥା ନ ମାନ ଏବଂ ତାଙ୍କ ବିରୁଦ୍ଧରେ ଯାଅ, ତେବେ ପରମେଶ୍ୱରଙ୍କର ହସ୍ତ ତୁମ୍ଭମାନଙ୍କ ବିରୁଦ୍ଧରେ ଯିବ। ଯେପରି ସେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କ ବିରୁଦ୍ଧରେ ଥିଲେ।
16 “ବର୍ତ୍ତମାନ ଧିର ହୋଇ ଛିଡ଼ା ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରେ ଯେଉଁ ମହତ୍ କାର୍ଯ୍ୟ କରିବେ ଦେଖ। 17 ବର୍ତ୍ତମାନ ଗହମ କାଟିବାର ସମୟ[b]। କିନ୍ତୁ ମୁଁ ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି ଯେପରି ସେ ମେଘ ଗର୍ଜନ ଓ ବୃଷ୍ଟି ପଠାଇବେ। ସେଥିରୁ ତୁମ୍ଭେମାନେ ଜାଣିବ ଯେ, ସଦାପ୍ରଭୁଙ୍କ ବିରୁଦ୍ଧରେ ତୁମ୍ଭେ ରାଜା ଦାବିକରି ବହୁତ ପାପ କରିଅଛ।”
18 ତେଣୁ ଶାମୁୟେଲ ସଦାପ୍ରଭୁଙ୍କୁ ଡାକିଲେ, ସେହି ସମୟରେ ସଦାପ୍ରଭୁ ମେଘଗର୍ଜନ ଓ ବୃଷ୍ଟି ପଠାଇଲେ। ତେଣୁ ସବୁଲୋକ ସଦାପ୍ରଭୁ ଓ ଶାମୁୟେଲଙ୍କୁ ଭୟ କଲେ। 19 ସମସ୍ତ ଲୋକ ଶାମୁୟେଲଙ୍କୁ କହିଲେ, “ଆମ୍ଭେମାନେ ଯେପରି ନ ମରୁ ସେଥିପାଇଁ ତୁମ୍ଭେ ଆପଣା ଦାସମାନଙ୍କ ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କର, କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ଅନେକ ଥର ପାପ କରିଅଛୁ ଏବଂ ବର୍ତ୍ତମାନ ଆମ୍ଭେମାନେ ରାଜାଙ୍କୁ ମାଗି ପାପକୁ ବଢ଼େଇ ଦେଉଛୁ।”
20 ତା'ପରେ ଶାମୁୟେଲ ଲୋକମାନଙ୍କୁ କହିଲେ, “ଭୟଭୀତ ହୁଅ ନାହିଁ। ଏହା ସତ୍ୟ ତୁମ୍ଭେମାନେ ଏହିସବୁ ବହୁତ ମନ୍ଦକାର୍ଯ୍ୟ କରିଛ କିନ୍ତୁ ସଦାପ୍ରଭୁଙ୍କୁ ଅନୁସରଣ କରିବା ବନ୍ଦ କର ନାହିଁ। ମନ ପ୍ରାଣ ଦେଇ ସଦାପ୍ରଭୁଙ୍କର ସେବା କର। 21 ମୂର୍ତ୍ତିଗୁଡ଼ିକୁ ଅନୁସରଣ କରିବା ପାଇଁ ପରମେଶ୍ୱରଙ୍କଠାରୁ ଦୌଡ଼ି ପଳାଅ ନାହିଁ! ସେମାନେ ଅସାର, ସେମାନେ ମଙ୍ଗଳ କରିବା ପାଇଁ କିମ୍ବା ତୁମ୍ଭମାନଙ୍କୁ ରକ୍ଷା କରିବା ପାଇଁ ଅକ୍ଷମ ଅଟନ୍ତି।
22 “ସଦାପ୍ରଭୁ ଆପଣା ମହାନ ନାମ ସକାଶେ ଆପଣା ଲୋକମାନଙ୍କୁ ତ୍ୟାଗ କରିବେ ନାହିଁ। କାରଣ ତୁମ୍ଭମାନଙ୍କୁ ଆପଣା ଲୋକ କରିବା ପାଇଁ ସଦାପ୍ରଭୁ ସନ୍ତୁଷ୍ଟ ହୋଇ ଅଛନ୍ତି। 23 ମୋ’ ପକ୍ଷରେ, ମୁଁ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରୁ ନିବୃତ୍ତ ହେବି ନାହିଁ। ଯଦି ମୁଁ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରିବା ବନ୍ଦ କରି ଦେବି, ତେବେ ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିବି। ମୁଁ ତୁମ୍ଭମାନଙ୍କୁ ଉତ୍ତମ ଓ ସତ୍ଶିକ୍ଷା ଦେବା ଗ୍ଭଲୁ ରଖିବି। 24 କିନ୍ତୁ ତୁମ୍ଭେମାନେ ନିଶ୍ଚିତ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କର। ମନ ପ୍ରାଣ ଦେଇ ସଦାପ୍ରଭୁଙ୍କ ସେବା କର, କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ବଡ଼ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିଛନ୍ତି। 25 କିନ୍ତୁ ଯଦି ତୁମ୍ଭେମାନେ କ୍ରମାଗତ କୁକର୍ମ କରିବାରେ ଆଗ୍ରହ ପ୍ରକାଶ କର, ତେବେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ରାଜା ଧ୍ୱଂସ ହେବ।”
ଯୀଶୁ ତାହାଙ୍କ ଶିଷ୍ୟମାନଙ୍କର ପାଦ ଧୋଇଲେ
13 ସେତେବେଳେ ଯିହୂଦୀମାନଙ୍କର ନିସ୍ତାରପର୍ବ ସମୟ ପ୍ରାୟ ହୋଇଯାଇଥିଲା। ଯୀଶୁ ଜାଣିଥିଲେ, ତାହାଙ୍କୁ ଜଗତକୁ ଛାଡ଼ିଯିବାର ସମୟ ଉପସ୍ଥିତ ହୋଇଗଲାଣି। ବର୍ତ୍ତମାନ ସେ ତାହାଙ୍କ ପରମପିତାଙ୍କ ନିକଟକୁ ଫେରିଯିବେ। ସେ ସବୁବେଳେ ଏହି ଜଗତରେ ଥିବା ତାହାଙ୍କ ନିଜର ହୋଇଯାଇଥିବା ଲୋକମାନଙ୍କୁ ଭଲ ପାଉଥିଲେ। ସେ ସେମାନଙ୍କ ପ୍ରତି ତାହାଙ୍କର ଗଭୀର ଓ ଚୁଡ଼ାନ୍ତ ପ୍ରେମ ଦେଖାଇଥିଲେ।
2 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ସନ୍ଧ୍ୟା ଭୋଜନରେ ବସିଥିଲେ। ଶିମୋନର ପୁତ୍ର ଇଷ୍କାରିୟୋତ ଯିହୂଦାଙ୍କୁ ଯୀଶୁଙ୍କ ବିରୁଦ୍ଧରେ ଶୟତାନ ପ୍ରବର୍ତ୍ତାଇ ସାରିଥିଲା। 3 ପରମପିତା ଯୀଶୁଙ୍କୁ ସବୁ ବିଷୟରେ କ୍ଷମତା ଦେଇଥିଲେ। ଯୀଶୁ ଏହା ଜାଣିଥିଲେ। ସେ ପରମେଶ୍ୱରଙ୍କଠାରୁ ଆସିଛନ୍ତି, ବୋଲି ମଧ୍ୟ ଜାଣିଥିଲେ। ସେ ତାହାଙ୍କ ପାଖକୁ ଫେରିଯାଉଛନ୍ତି ବୋଲି ମଧ୍ୟ ଜାଣିଥିଲେ। 4 ସେମାନେ ଖାଇବା ସମୟରେ ଯୀଶୁ ଠିଆ ହୋଇ ପିନ୍ଧିଥିବା ଲମ୍ବା ପୋଷାକଟି ଖୋଲିଦେଲେ। ସେ ଅଣ୍ଟାରେ ଗୋଟିଏ ତଉଲିଆ ଗୁଡ଼େଇ ହୋଇ ପଡ଼ିଲେ। 5 ତା'ପରେ ସେ ପାତ୍ରରେ ଜଳ ଭର୍ତ୍ତି କଲେ ଓ ଶିଷ୍ୟମାନଙ୍କର ପାଦ ଧୋଇବା ଆରମ୍ଭ କଲେ। ସେ ଅଣ୍ଟାରେ ବାନ୍ଧିଥିବା ତଉଲିଆରେ ସେମାନଙ୍କର ପାଦ ପୋଛିଲେ।
6 ଯୀଶୁ ଶିମୋନ ପିତରଙ୍କ ପାଖକୁ ଆସିଲେ। କିନ୍ତୁ ପିତର ତାହାଙ୍କୁ କହିଲେ, “ପ୍ରଭୁ, ତୁମେ ମୋର ପାଦ ଧୋଇବା ଉଚିତ୍ ନୁହେଁ।”
7 ଯୀଶୁ କହିଲେ, “ତୁମେ ଏବେ ଜାଣିପାରୁ ନାହଁ ଯେ, ମୁଁ କ'ଣ କରୁଛି। କିନ୍ତୁ ପରେ ତୁମେ ବୁଝିବ।”
8 ପିତର କହିଲେ, “ନା, ଆପଣ ମୋ’ ପାଦ କେବେ ଧୋଇବେ ନାହିଁ।”
ଯୀଶୁ ଉତ୍ତର ଦେଲେ, “ଯଦି ମୁଁ ତୁମ ପାଦ ଧୋଇବି ନାହିଁ, ତେବେ ତୁମେ କଦାପି ମୋର ଲୋକମାନଙ୍କ ମଧ୍ୟରୁ ଜଣେ ହେବ ନାହିଁ।”
9 ଶିମୋନ ପିତର ଉତ୍ତର ଦେଲେ, “ହେ ପ୍ରଭୁ, ତୁମେ ମୋର ପାଦ ଧୋଇବା ପରେ ମୋର ହାତ ଓ ମୁଣ୍ଡ ମଧ୍ୟ ଧୋଇ ଦିଅ।”
10 ଯୀଶୁ କହିଲେ, “ଜଣେ ଲୋକ ସ୍ନାନ କରିବାପରେ ତା'ର ସମ୍ପୂର୍ଣ୍ଣ ଶରୀରଟା ନିର୍ମଳ ହୋଇଯାଏ। କେବଳ ତା'ର ପାଦ ସେ ଧୋଇବା ଦରକାର। ମୁଁ ଜାଣେ ତୁମ୍ଭେମାନେ ପରିଷ୍କାର ହୋଇଛ, କିନ୍ତୁ ତୁମ୍ଭମାନଙ୍କ ଭିତରୁ ସମସ୍ତେ ପରିଷ୍କାର ନୁହନ୍ତି।” 11 ଯୀଶୁ ଜାଣିଥିଲେ ଯେ କିଏ ତାହାଙ୍କ ବିରୁଦ୍ଧରେ ଉଠିବ, ତେଣୁ ସେ କହିଲେ, “ତୁମ୍ଭମାନଙ୍କ ଭିତରୁ ସମସ୍ତେ ପରିଷ୍କାର ନୁହନ୍ତି।”
12 ଯୀଶୁ ଶିଷ୍ୟମାନଙ୍କ ପାଦ ଧୋଇ ସାରିଲେ। ତା'ପରେ ସେ ଲୁଗାପଟା ପିନ୍ଧି ମେଜ ପାଖରେ ପୁଣି ବସିଲେ, ଯୀଶୁ ପଗ୍ଭରିଲେ, “ମୁଁ ତୁମ ପାଇଁ କ'ଣ କଲି, ତୁମ୍ଭେ ତାହା ବୁଝିପାରିଲ କି? 13 ତୁମେ ମୋତେ ‘ଗୁରୁ’ ଓ ‘ପ୍ରଭୁ’ କହୁଛ। ଅବଶ୍ୟ, ଏହା ଠିକ୍, କାରଣ ମୁଁ ତାହା ଅଟେ।” 14 ମୁଁ ତୁମ୍ଭର ଗୁରୁ ଓ ପ୍ରଭୁ। କିନ୍ତୁ ମୁଁ ତୁମ୍ଭର ପାଦକୁ ଗୋଟିଏ ସେବକ ରୂପେ ଧୋଇଲି। ତେଣୁ ତୁମେ ମଧ୍ୟ ପରସ୍ପରର ପାଦ ଧୋଇବା ଉଚିତ୍। 15 ମୁଁ ଏହା ତୁମ୍ଭ ପାଇଁ ଗୋଟିଏ ଆଦର୍ଶ ସ୍ୱରୂପ କଲି। ତେଣୁ ତୁମ୍ଭେ ପରସ୍ପର ମଧ୍ୟରେ ଏହିପରି କରିବ। 16 ମୁଁ ଏହା ସତ୍ୟ କହୁଛି, ଜଣେ ସେବକ ତା'ର ପ୍ରଭୁଠାରୁ ବଡ଼ ନୁହେଁ। ଯେଉଁ ଲୋକକୁ କିଛି କାର୍ଯ୍ୟ କରିବା ପାଇଁ ପଠାଯାଇଛି, ସେ ପ୍ରେରଣକର୍ତ୍ତାଙ୍କଠାରୁ ବଡ଼ ନୁହେଁ। 17 ଯଦି ତୁମ୍ଭେ ଏହା ସବୁ ଜାଣ ତେବେ ତୁମ୍ଭେ ଏହି କାର୍ଯ୍ୟ କରି ଖୁସୀ ହେବ।
2010 by World Bible Translation Center