Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 126

ଦାଉଦଙ୍କର ଏକ ମନ୍ଦିର ଆରୋହଣ ଗୀତ।

126 ଯେତେବେଳେ ସଦାପ୍ରଭୁ ସିୟୋନରେ ପୁନଃସ୍ଥାପନ କରନ୍ତି।
    ଏହା ଏକ ସ୍ୱପ୍ନ ତୁଲ୍ୟ ଥିଲା।
ଆମ୍ଭେମାନେ ଖୁସୀରେ ପୂର୍ଣ୍ଣ ହୋଇଥିଲୁ ଏବଂ ଖୁସୀରେ ଗୀତ ଗାଇଲୁ।
    ଅନ୍ୟ ଜାତିର ଲୋକମାନେ କହିଲେ,
    “ସଦାପ୍ରଭୁ ସେମାନଙ୍କ ପାଇଁ ମହତ କର୍ମ କଲେ।”
ହଁ, ସଦାପ୍ରଭୁ ଆମ୍ଭ ପାଇଁ ମହତ କର୍ମ କଲେ,
    ତହିଁରେ ଆମ୍ଭେମାନେ ଖୁସୀ ଅଟୁ।

ସଦାପ୍ରଭୁ, ଆଉଥରେ ଆମ୍ଭର ଶାନ୍ତି ପୁନଃସ୍ଥାପନ କର,
    ଯେପରି ମରୁଭୂମିରେ ଝରଣାରୁ ଜଳସ୍ରୋତ ବହେ।
ଜଣେ ଲୋକ ବିହନ ବୁଣିବା ସମୟରେ ଦୁଃଖ ପାଇଥାଏ,
    କିନ୍ତୁ ସେ ଅମଳ ସମୟରେ ବହୁତ ଖୁସୀ ହୁଏ।
ଯଦିଓ ସେ ବିହନ କାନ୍ଦି କାନ୍ଦି ଆପଣା କ୍ଷେତକୁ ନେଇଯାଏ,
    ତଥାପି ସେ ଅମଳ ଘରକୁ ଆଣିବା ସମୟରେ ଖୁସୀ ହୁଏ।

ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 23:9-15

ମିଥ୍ୟା ଭବିଷ୍ୟ‌ଦ୍‌ବକ୍ତାଙ୍କ ବିପକ୍ଷରେ ବିଗ୍ଭର

ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ପ୍ରତି ବାର୍ତ୍ତା।
ମୋର ଅନ୍ତରସ୍ଥ ହୃଦୟ ଭଗ୍ନ ହୋଇଅଛି।
    ମୋର ଅସ୍ଥିସବୁ କମ୍ପୁଅଛି।
ସଦାପ୍ରଭୁ ଓ ତାଙ୍କ ପବିତ୍ର ବାକ୍ୟ ହେତୁ
    ମୁଁ ମତ୍ତ ଲୋକ ତୁଲ୍ୟ ଓ ଦ୍ରାକ୍ଷାରସରେ ପରାଜିତ ତୁଲ୍ୟ ହୋଇଅଛି।
10 କାରଣ ଯିହୁଦା ପାପୀ
    ଓ ବ୍ୟଭିଗ୍ଭରୀମାନଙ୍କର ପରିପୂର୍ଣ୍ଣ।
ସେମାନେ ବହୁ ଭାବରେ ଅବିଶ୍ୱସ୍ତ ହୋଇଛନ୍ତି।
    ସଦାପ୍ରଭୁଙ୍କର ଅଭିଶାପ ଯୋଗୁଁ
ପ୍ରାନ୍ତରସ୍ଥ ଗ୍ଭରଣଭୂମି ଶୁଷ୍କ ହୋଇଅଛି।
    ଦେଶ ଶୋକ କରୁଅଛି।
ଭବିଷ୍ୟ‌ଦ୍‌ବକ୍ତାଙ୍କର ବ୍ୟବହାର
    ଓ ପରାକ୍ରମ ନ୍ୟାୟସଙ୍ଗତ ନୁହେଁ।
11 “ଉଭୟ ଭବିଷ୍ୟ‌ଦ୍‌ବକ୍ତା ଓ ଯାଜକଗଣ ସବୁ ମିଛ।”
କାରଣ ସଦାପ୍ରଭୁ କହନ୍ତି,
    “ଏପରିକି ସେମାନେ ମୋ’ ମନ୍ଦିରରେ ଅପକର୍ମ କରୁଥିବାର ମୁଁ ଦେଖିଲି।
12 ତେଣୁ ସେମାନଙ୍କର ପଥ ଅନ୍ଧକାର ଓ ଖସଡ଼ା ହେବ।
    ସେମାନେ ସେହି ଅନ୍ଧାର ମଧ୍ୟରେ ରହିବେ।”
କାରଣ ସଦାପ୍ରଭୁ କହନ୍ତି, “ମୁଁ ସେମାନଙ୍କ ଉପରେ ଅମଙ୍ଗଳ ଓ ପ୍ରତିଫଳ ଆଣିବି।”

13 “ଶମରିୟାର ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ମଧ୍ୟରେ ବିରକ୍ତିକର ବସ୍ତୁ ମୁଁ ଦେଖିଅଛି।
    ସେମାନେ ‌ବା‌ଲ୍‌ଦେବ ନାମରେ ମିଥ୍ୟା ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରି ଇସ୍ରାଏଲ ଲୋକମାନଙ୍କୁ କୁପଥରେ ଚଲାଇଲେ।
14 ଯିରୁଶାଲମର ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ମଧ୍ୟରେ ଆମ୍ଭେ ସେହି ଭୟଙ୍କର ବିଷୟ ଦେଖୁଅଛୁ।
    ସେମାନେ ପର ସ୍ତ୍ରୀ ନିକଟକୁ ଗମନ କରନ୍ତି,
ମିଥ୍ୟାଚରଣ କରନ୍ତି ଓ ଦୂରାଗ୍ଭରୀମାନଙ୍କ ହସ୍ତ ଏପରି ସବଳ କରନ୍ତି ଯେ,
    ସେମାନଙ୍କ ମଧ୍ୟରୁ କେହି ଆପଣା ଆପଣା ଦୁଷ୍ଟତାରୁ ଫେରନ୍ତି ନାହିଁ।
ସେ ସମସ୍ତେ ଆମ୍ଭ ପ୍ରତି ସଦୋମର ତୁଲ୍ୟ
    ଓ ତାହାର ନିବାସୀଗଣ ହମୋରାର ସମାନ ଅଟନ୍ତି।”

15 ତେଣୁ ସୈନ୍ୟାଧିପତି ସଦାପ୍ରଭୁ ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ବିଷୟରେ ଏହା କହନ୍ତି, “ଆମ୍ଭେ ସେମାନଙ୍କୁ ବିଷାକ୍ତ ଖାଦ୍ୟ ଭୋଜନ କରାଇବା
    ଓ ବିଷ ବୃକ୍ଷର ରସ ପାନ କରାଇବା।
କାରଣ ଯିରୁଶାଲମର ଭବିଷ୍ୟ‌ଦ୍‌ବକ୍ତାମାନଙ୍କଠାରୁ ପାଷାଣ୍ଡତା
    ଦେଶ ସାରା ବ୍ୟାପିଯାଇଛି।”

ଏବ୍ରୀ 7:1-10

ଯାଜକ ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକ

ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକ ଶାଲେମର ରାଜା ଥିଲେ, ଓ ସର୍ବୋଚ୍ଚ ପରମେଶ୍ୱରଙ୍କ ଯାଜକ ଥିଲେ। ଅବ୍ରହାମ ରାଜାମାନଙ୍କୁ ପରାଜିତ କରି ଫେରିଲା ବେଳେ ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକ ଅବ୍ରହାମଙ୍କୁ ଦେଖାକଲେ। ସେ ଅବ୍ରହାମଙ୍କୁ ଆଶୀର୍ବାଦ କଲେ। ଯୁଦ୍ଧରେ ଜିତି ଅବ୍ରହାମ ଯାହା ପାଇଥିଲେ ତା'ର ଏକ ଦଶମାଂସ ସେ ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକଙ୍କୁ ଦେଲେ।

ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକ ନାମର ଅର୍ଥ: ପ୍ରଥମଟି ହେଉଛି “ଧର୍ମରାଜା” ଓ ଦ୍ୱିତୀୟଟି ହେଲା “ଶାଲେମର ରାଜା” ଅର୍ଥାତ୍ “ଶାନ୍ତିର ରାଜା”। କେହିହେଲେ ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକଙ୍କ ପିତା କି ମାତାଙ୍କ ବିଷୟରେ ଜାଣନ୍ତି ନାହିଁ ପୁଣି ସେ କେଉଁଠାରୁ ଆସିଛନ୍ତି, ସେ କେବେ ଜନ୍ମଗ୍ରହଣ କଲେ, ଓ କେବେ ମଲେ ତା'ମଧ୍ୟ କେହି ଜାଣନ୍ତି ନାହିଁ। ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକ ପରମେଶ୍ୱରଙ୍କ ପୁତ୍ର ଭଳି, ଓ ସେ ସଦା ସର୍ବଦା ପାଇଁ ଯାଜକ ହୋଇ ରହିଛନ୍ତି।

ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକ କେତେ ମହାନ୍ ବ୍ୟକ୍ତି, ଭାବି ଦେଖ। ମହାନ ପିତା ଅବ୍ରହାମ ଯୁଦ୍ଧରେ ଯାହାକିଛି ଜିତି ଥିଲେ ତା'ର ଏକ ଦଶମାଂଶ ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକଙ୍କୁ ଦେଲେ। ବ୍ୟବସ୍ଥା ଅନୁସାରେ ଲେବୀ ବଂଶର ଯାଜକମାନେ ଲୋକମାନଙ୍କଠାରୁ ଏକଦଶମାଂଶ ପାଇବା କଥା। ଯାଜକମାନେ ଏହି ଅଂଶ ନିଜଲୋକ ଯିହୂଦୀମାନଙ୍କଠାରୁ ନେଉଥିଲେ, ଯଦିଓ ଯାଜକ ଓ ତାହାଙ୍କ ଲୋକମାନେ ସମସ୍ତେ ଅବ୍ରହାମଙ୍କ ବଂଶଜ ଅଟନ୍ତି। ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକ ଲେବୀ ବଂଶର ନ ଥିଲେ। ତଥାପି ସେ ଅବ୍ରହାମଙ୍କଠାରୁ ଏକଦଶମାଂଶ ପାଇଲେ। ଓ ସେ ପରମେଶ୍ୱରଙ୍କ ପ୍ରତିଜ୍ଞାର ଅଧିକାରୀ ଅବ୍ରହାମଙ୍କୁ ଆଶୀର୍ବାଦ କଲେ। ସମସ୍ତେ ଜାଣନ୍ତି ଯେ, ସାନ ବଡ଼ଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ।

ଯାଜକମାନେ ଲୋକମାନଙ୍କଠାରୁ ଏକଦଶମାଂଶ ପାଆନ୍ତି, କିନ୍ତୁ ସେମାନେ ସାଧାରଣ ମନୁଷ୍ୟ ପରି ବଞ୍ଚି ପରିଶେଷରେ ମୃତ୍ୟୁ ବରଣ କରନ୍ତି। କିନ୍ତୁ ଅବ୍ରହାମଙ୍କଠାରୁ ଏକଦଶମାଂଶ ପାଇଥିବା ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକ ଶାସ୍ତ୍ର ଅନୁସାରେ ଏବେ ମଧ୍ୟ ଜୀବିତ। ଲେବୀ ଲୋକମାନଙ୍କଠାରୁ ଏକଦଶମାଂଶ ଗ୍ରହଣ କରନ୍ତି। କିନ୍ତୁ ଆମ୍ଭେ କହିପାରିବା ଯେ, ଯେତେବେଳେ ଅବ୍ରହାମ ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକଙ୍କୁ ଦଶମାଂଶ ଦେଲେ, ତା'ର ଅର୍ଥ ଲେବୀ ମଧ୍ୟ ତାହା ଦେଲେ। 10 ଲେବୀ ସେ ପର୍ଯ୍ୟନ୍ତ ଜନ୍ମ ନ ହୋଇଥିଲେ ସୁଦ୍ଧା ଅବ୍ରହାମ ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକଙ୍କୁ ଭେଟିବା ସମୟରେ ଲେବୀ ଅବ୍ରହାମଙ୍କ ପୂର୍ବପୁରୁଷଙ୍କ ଶରୀରରେ ଥିଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center