Revised Common Lectionary (Complementary)
ଦାଉଦଙ୍କର ଏକ ମନ୍ଦିର ଆରୋହଣ ଗୀତ।
126 ଯେତେବେଳେ ସଦାପ୍ରଭୁ ସିୟୋନରେ ପୁନଃସ୍ଥାପନ କରନ୍ତି।
ଏହା ଏକ ସ୍ୱପ୍ନ ତୁଲ୍ୟ ଥିଲା।
2 ଆମ୍ଭେମାନେ ଖୁସୀରେ ପୂର୍ଣ୍ଣ ହୋଇଥିଲୁ ଏବଂ ଖୁସୀରେ ଗୀତ ଗାଇଲୁ।
ଅନ୍ୟ ଜାତିର ଲୋକମାନେ କହିଲେ,
“ସଦାପ୍ରଭୁ ସେମାନଙ୍କ ପାଇଁ ମହତ କର୍ମ କଲେ।”
3 ହଁ, ସଦାପ୍ରଭୁ ଆମ୍ଭ ପାଇଁ ମହତ କର୍ମ କଲେ,
ତହିଁରେ ଆମ୍ଭେମାନେ ଖୁସୀ ଅଟୁ।
4 ସଦାପ୍ରଭୁ, ଆଉଥରେ ଆମ୍ଭର ଶାନ୍ତି ପୁନଃସ୍ଥାପନ କର,
ଯେପରି ମରୁଭୂମିରେ ଝରଣାରୁ ଜଳସ୍ରୋତ ବହେ।
5 ଜଣେ ଲୋକ ବିହନ ବୁଣିବା ସମୟରେ ଦୁଃଖ ପାଇଥାଏ,
କିନ୍ତୁ ସେ ଅମଳ ସମୟରେ ବହୁତ ଖୁସୀ ହୁଏ।
6 ଯଦିଓ ସେ ବିହନ କାନ୍ଦି କାନ୍ଦି ଆପଣା କ୍ଷେତକୁ ନେଇଯାଏ,
ତଥାପି ସେ ଅମଳ ଘରକୁ ଆଣିବା ସମୟରେ ଖୁସୀ ହୁଏ।
12 ତା'ପରେ ଯିରିମିୟ ସମସ୍ତ ଅଧିପତି ଓ ସମସ୍ତ ଲୋକଙ୍କୁ ଏହି କଥା କହିଲେ, “ତୁମ୍ଭେମାନେ ଯେଉଁସବୁ କଥା ଶୁଣିଅଛ, ସେହିସବୁ ଭବିଷ୍ୟଦ୍ବାକ୍ୟ ଏହି ମନ୍ଦିର ଓ ଏହି ନଗର ବିରୁଦ୍ଧରେ ପ୍ରଗ୍ଭର କରିବା ପାଇଁ ସଦାପ୍ରଭୁ ମୋତେ ପ୍ରେରଣ କଲେ। 13 ତେଣୁ ତୁମ୍ଭେମାନେ ନିଜ ନିଜ ଆଚରଣ ଓ କ୍ରିୟା ବଦଳାଅ। ଆଉ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ଆଜ୍ଞା ପାଳନ କର। ତାହାହେଲେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଛନ୍ତି, ତାହା କରିବାରୁ ସେ ନିବୃତ୍ତ ହେବେ। 14 ଆଉ ମୋ’ ସମ୍ବନ୍ଧରେ ହେଉଛି, ମୁଁ ତୁମ୍ଭମାନଙ୍କ ହସ୍ତରେ ଅଛି, ଯାହା ତୁମ୍ଭମାନଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ତାହା ମୋ’ ପ୍ରତି କର। 15 ତୁମ୍ଭେମାନେ ଯଦି ମୋତେ ବଧ କରିବ, ତେବେ ଏହା ନିଶ୍ଚିତ ରୂପେ ଜାଣ ଯେ ତୁମ୍ଭମାନଙ୍କ ଉପରେ, ଏହି ନଗର ଉପରେ ଓ ତନ୍ନିବାସୀମାନଙ୍କ ଉପରେ ନିର୍ଦ୍ଦୋଷର ରକ୍ତପାତର ଅପରାଧ ଲାଗିବ। କାରଣ ଏହିସବୁ କଥା ତୁମ୍ଭମାନଙ୍କ କର୍ଣ୍ଣଗୋଚରରେ କହିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ସତ୍ୟ।”
16 ତା'ପରେ ଅଧିପତିଗଣ ଓ ସମସ୍ତ ଲୋକ ଯାଜକମାନଙ୍କୁ ଓ ଭବିଷ୍ୟଦ୍ବକ୍ତାମାନଙ୍କୁ କହିଲେ, “ଯିରିମିୟ ପ୍ରାଣଦଣ୍ଡର ଯୋଗ୍ୟ ନୁହେଁ। କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯିରିମିୟଙ୍କୁ ଏହିସବୁ କହିଛନ୍ତି।”
17 ସେତେବେଳେ ଦେଶର ପ୍ରାଚୀନବର୍ଗଙ୍କ ମଧ୍ୟରୁ କେହି କେହି ଉଠି ସମସ୍ତ ଲୋକଙ୍କୁ ଏହିକଥା କହିଲେ। 18 “ଯିହୁଦାର ରାଜା ହିଜକିୟଙ୍କ ସମୟରେ ମୋରେଷ୍ଟୀୟର ମୀଖା ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କଲା, ଆଉ ସେ ଯିହୁଦାର ସମସ୍ତ ଲୋକଙ୍କୁ ଏହି କଥା କହିଲା, ‘ସୈନ୍ୟାଧିପତି ସଦାପ୍ରଭୁ କହନ୍ତି,
ସିୟୋନ କ୍ଷେତ୍ର ତୁଲ୍ୟ ଗ୍ଭଷ କରାଯିବ
ଓ ଯିରୁଶାଲମ ଢିପ ହେବ,
ପୁଣି ଯେଉଁ ପର୍ବତରେ ମନ୍ଦିର ଅଛି,
ତାହା ବନସ୍ଥ ଉଚ୍ଚସ୍ଥଳୀର ସମାନ ହେବ।’(A)
19 “ଯିହୁଦାର ରାଜା ହିଜକିୟ ଓ ଯିହୁଦାର ସମସ୍ତ ଲୋକ ମୀଖାକୁ ବଧ କରି ନ ଥିଲେ। ହିଜକିୟ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ। ତେଣୁ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ ସେ ନିବୃତ୍ତ ହେଲେ। ଯଦି ଆମ୍ଭେମାନେ ଯିରିମିୟଙ୍କ ପ୍ରତି କିଛି କରୁ, ତେବେ ଆମ୍ଭମାନଙ୍କ ପ୍ରାଣର ପ୍ରତିକୂଳରେ ଅମଙ୍ଗଳ କରୁଅଛୁ।”
20 ଆହୁରି ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭରକାରୀ ଅନ୍ୟ ଏକ ବ୍ୟକ୍ତି ଥିଲା। ସେ କିରିୟତ୍-ସିୟାରୀମସ୍ଥ ସମୟିୟର ପୁତ୍ର ଉରିୟ; ସେ ଯିରିମିୟର ସମସ୍ତ ବାକ୍ୟପରି ଏହି ନଗର ଓ ଏହି ଦେଶ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରିଥିଲା। 21 ରାଜା ଯିହୋୟାକୀମ୍, ତାଙ୍କର ସମସ୍ତ ବୀରଗଣ ଓ ଯିହୁଦାର ସମସ୍ତ ଅଧିପତିମାନେ ଉରିୟଙ୍କ ଭବିଷ୍ୟଦ୍ବାଣୀ ଶୁଣିଲେ। ତା'ପରେ ରାଜା ଯିହୋୟାକୀମ୍ ତାହାକୁ ବଧ କରିବାକୁ ଚେଷ୍ଟା କଲା। ମାତ୍ର ଉରିୟ ଭୟଭୀତ ହୋଇ ମିଶରକୁ ପଳାଇଲା। 22 ମାତ୍ର ରାଜା ଯିହୋୟାକୀମ୍ ଅକବୋରର ପୁତ୍ର ଇଲ୍ନାଥନ୍କୁ ଓ ତାଙ୍କ ସହିତ ଅନ୍ୟ କେତେକ ଲୋକଙ୍କୁ ମିଶରକୁ ପଠାଇଲା। 23 ତହୁଁ ସେମାନେ ଉରିୟକୁ ମିଶରରୁ ଆଣି ଯିହୋୟାକୀମ୍ ନିକଟରେ ଉପସ୍ଥିତ କରାଇଲେ। ରାଜାଙ୍କ ଆଦେଶରେ ଉରିୟକୁ ଖଡ଼୍ଗରେ ବଧ କରାଗଲା ଓ ଦରିଦ୍ର ଲୋକମାନଙ୍କ କବର ସ୍ଥାନରେ ତାହାର ଶବ ପକାଗଲା।
24 ଯାହା ହେଉ, ଶାଫନର ପୁତ୍ର ଅହୀକାମ ଯିରିମିୟକୁ ରକ୍ଷା କଲେ। ଯେଉଁଥିପାଇଁ ତାଙ୍କୁ ହତ୍ୟା କରିବା ପାଇଁ ଲୋକମାନଙ୍କୁ ହସ୍ତାନ୍ତର କରାଗଲା ନାହିଁ।
11 ଲେବୀ ପରିବାରବର୍ଗଙ୍କ[a] ଯାଜକମାନଙ୍କର ପଦ୍ଧତି ଅନୁଯାୟୀ ଲୋକଙ୍କୁ ବ୍ୟବସ୍ଥା ପ୍ରଦତ୍ତ ହୋଇଥିଲା। କିନ୍ତୁ ଏହି ଯାଜକମାନଙ୍କର ପଦ୍ଧତି ଦ୍ୱାରା ଲୋକମାନଙ୍କୁ ଆଧ୍ୟାତ୍ମିକ ଭାବରେ ସିଦ୍ଧ କରାଯାଇ ପାରିଲା ନାହିଁ। ଅତଏବ, ଆଉ ଜଣେ ଯାଜକର ଆସିବା ଆବଶ୍ୟକ ଥିଲା। ହାରୋଣଙ୍କ ଭଳି ନୁହେଁ ମାତ୍ର ମଲ୍କୀଷେଦକଙ୍କ ଭଳି ଆଉ ଜଣେ ଯାଜକର ଆବଶ୍ୟକ ଥିଲା। 12 ଯେତେବେଳେ ଯାଜକର ପରିବର୍ତ୍ତନ ହୁଏ ସେତେବେଳେ ବ୍ୟବସ୍ଥାର ମଧ୍ୟ ପରିବର୍ତ୍ତନ ଆବଶ୍ୟକ ହୋଇଥାଏ। 13 ଆମ୍ଭେ ଏହି କଥାଗୁଡ଼ିକ ଖ୍ରୀଷ୍ଟଙ୍କ ବିଷୟରେ କହୁଛୁ। ସେ ଅନ୍ୟ ଏକ ଗୋଷ୍ଠୀର ଲୋକ ଥିଲେ। ସେହି ଗୋଷ୍ଠୀର କେହି କେବେ ହେଲେ ଆଗରୁ ଯାଜକ ଭାବେ ବେଦୀ[b]ରେ ସେବା କରି ନ ଥିଲେ। 14 କାରଣ ଏହା ସ୍ପଷ୍ଟ ଯେ, ଆମ୍ଭମାନଙ୍କର ପ୍ରଭୁ ଯିହୂଦାଙ୍କ ଗୋଷ୍ଠୀରେ ଜାତ। ମାତ୍ର ସେହି ଗୋଷ୍ଠୀର ଯାଜକମାନଙ୍କ ବିଷୟରେ ମୋଶା କହିନାହାନ୍ତି।
ଯୀଶୁ ମଲ୍କୀଷେଦକଙ୍କ ଭଳି ଜଣେ ଯାଜକ
15 ଏହି କଥା ଗୁଡ଼ିକ ଅଧିକ ସୁସ୍ପଷ୍ଟ ହୁଏ ଯେ, ମଲ୍କୀଷେଦକଙ୍କ ଭଳି ଆଉ ଜଣେ ଯାଜକ ଅଛନ୍ତି। 16 ସେ କୌଣସି ଗୋଷ୍ଠୀର ବ୍ୟବସ୍ଥା ଦ୍ୱାରା ଯାଜକ ହୋଇ ନ ଥିଲେ। ବରଂ ଅକ୍ଷୟ ଜୀବନର ଶକ୍ତି ଅନୁସାରେ ଯାଜକ ହେଲେ। 17 ଶାସ୍ତ୍ରରେ ତାଙ୍କ ବିଷୟରେ କୁହାଯାଇଛି: “ତୁମ୍ଭେ ମଲ୍କୀଷେଦକଙ୍କ ଭଳି ଜଣେ ଅନନ୍ତକାଳୀନ ଯାଜକ ଅଟ।”(A)
18 ପୂର୍ବ ବ୍ୟବସ୍ଥା ଦୁର୍ବଳ ଓ ବ୍ୟର୍ଥ ହୋଇଥିବାରୁ ଲୋପ କରି ଦିଆ ହେଲା। 19 ମୋଶାଙ୍କ ବ୍ୟବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା। ଏବେ ଆମ୍ଭକୁ ମିଳିଥିବା ଶ୍ରେଷ୍ଠତର ଭରସାରେ ଆମ୍ଭେ ପରମେଶ୍ୱରଙ୍କ ପାଖକୁ ଆସି ପାରିବା।
20 ଯୀଶୁ ଖ୍ରୀଷ୍ଟଙ୍କୁ ମହାଯାଜକ କଲାବେଳେ, ପରମେଶ୍ୱର ଯେଉଁ ଶପଥ କରିଥିଲେ, ଏହା ଗୁରୁତ୍ୱପୂର୍ଣ୍ଣ ଅଟେ। ଯେତେବେଳେ ଅନ୍ୟମାନେ ଯାଜକ ହୋଇଥିଲେ, ସେତେବେଳେ କୌଣସି ଶପଥ ହୋଇ ନ ଥିଲା। 21 କିନ୍ତୁ ପରମେଶ୍ୱରଙ୍କ ଶପଥ କରିଥିବା ହେତୁରୁ ଯୀଶୁ ଯାଜକ ହୋଇଥିଲେ। ପରମେଶ୍ୱର କହିଥିଲେ:
“ପ୍ରଭୁ ଶପଥ କରିଛନ୍ତି
ଓ ସେ ନିଜ ନିର୍ଣ୍ଣୟ ପରିବର୍ତ୍ତନ କରିବେ ନାହିଁ,
‘ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।’”(B)
22 ଏହାର ଅର୍ଥ ହେଲା ଯେ ସେହି ପ୍ରକାରେ ପରମେଶ୍ୱରଙ୍କ ନିଜ ଲୋକଙ୍କ ସହିତ କରିଥିବା ଶ୍ରେଷ୍ଠତର ନିୟମର ଯୀଶୁ ହେଉଛନ୍ତି ଜଣେ ଜାମିନ୍ଦାର।
2010 by World Bible Translation Center