Revised Common Lectionary (Complementary)
7 କାରଣ ସଦାପ୍ରଭୁ କହନ୍ତି,
“ତୁମ୍ଭେମାନେ ଯାକୁବ ନିମନ୍ତେ ଆନନ୍ଦରେ ଗାନ କର।
ଅଗ୍ରଗଣ୍ୟ ଦେଶ ନିମନ୍ତେ ଜୟଧ୍ୱନି କର,
ପ୍ରାର୍ଥନା କର ଓ ପ୍ରଶଂସା କର,
‘ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକମାନଙ୍କୁ
ଇସ୍ରାଏଲର ଅବଶିଷ୍ଟାଂଶ ଲୋକମାନଙ୍କୁ ପରିତ୍ରାଣ କର।’
8 ଆଉ ଦେଖ, ଆମ୍ଭେ ସେମାନଙ୍କୁ
ଉତ୍ତର ଦେଶରୁ ଆଣିବା।
ପୁଣି ପୃଥିବୀର ପ୍ରାନ୍ତ ଭାଗରୁ ସେମାନଙ୍କୁ
ଓ ସେମାନଙ୍କ ସହିତ ଅନ୍ଧ, ଛୋଟା,
ଗର୍ଭବତୀ ଓ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀଙ୍କୁ
ଏକତ୍ର ସଂଗ୍ରହ କରିବା।
ସେମାନେ ବହୁ ସଂଖ୍ୟାରେ ଜନଗହଳି ହୋଇ ଏ ସ୍ଥାନକୁ ଆସିବେ।
9 ସେମାନେ କ୍ରନ୍ଦନ କରି ଆସୁଥିଲା ବେଳେ
ଆମ୍ଭେ ସେମାନଙ୍କୁ ଆଗେଇ ନେବା।
ଆମ୍ଭେ ସେମାନଙ୍କୁ ଜଳପୂର୍ଣ୍ଣ ନଦୀଗୁଡ଼ିକ ନିକଟ ଦେଇ
ସଳଖ ପଥରେ ଗମନ କରାଇବା।
ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ।
କାରଣ ଆମ୍ଭେ ଇସ୍ରାଏଲର ପିତା
ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ।
ଦାଉଦଙ୍କର ଏକ ମନ୍ଦିର ଆରୋହଣ ଗୀତ।
126 ଯେତେବେଳେ ସଦାପ୍ରଭୁ ସିୟୋନରେ ପୁନଃସ୍ଥାପନ କରନ୍ତି।
ଏହା ଏକ ସ୍ୱପ୍ନ ତୁଲ୍ୟ ଥିଲା।
2 ଆମ୍ଭେମାନେ ଖୁସୀରେ ପୂର୍ଣ୍ଣ ହୋଇଥିଲୁ ଏବଂ ଖୁସୀରେ ଗୀତ ଗାଇଲୁ।
ଅନ୍ୟ ଜାତିର ଲୋକମାନେ କହିଲେ,
“ସଦାପ୍ରଭୁ ସେମାନଙ୍କ ପାଇଁ ମହତ କର୍ମ କଲେ।”
3 ହଁ, ସଦାପ୍ରଭୁ ଆମ୍ଭ ପାଇଁ ମହତ କର୍ମ କଲେ,
ତହିଁରେ ଆମ୍ଭେମାନେ ଖୁସୀ ଅଟୁ।
4 ସଦାପ୍ରଭୁ, ଆଉଥରେ ଆମ୍ଭର ଶାନ୍ତି ପୁନଃସ୍ଥାପନ କର,
ଯେପରି ମରୁଭୂମିରେ ଝରଣାରୁ ଜଳସ୍ରୋତ ବହେ।
5 ଜଣେ ଲୋକ ବିହନ ବୁଣିବା ସମୟରେ ଦୁଃଖ ପାଇଥାଏ,
କିନ୍ତୁ ସେ ଅମଳ ସମୟରେ ବହୁତ ଖୁସୀ ହୁଏ।
6 ଯଦିଓ ସେ ବିହନ କାନ୍ଦି କାନ୍ଦି ଆପଣା କ୍ଷେତକୁ ନେଇଯାଏ,
ତଥାପି ସେ ଅମଳ ଘରକୁ ଆଣିବା ସମୟରେ ଖୁସୀ ହୁଏ।
23 ଆହୁରି ମଧ୍ୟ ଯେତେବେଳେ ସେହି ଅନ୍ୟ ଯାଜକମାନେ ମରିଗଲେ, ସେମାନେ ଆଉ ଯାଜକ ହୋଇ ରହି ପାରିଲେ ନାହିଁ। ଏଥିପାଇଁ ସେହି ଯାଜକମାନଙ୍କ ଭିତରୁ ଅନେକ ସେଠାରେ ଥିଲେ। 24 କିନ୍ତୁ ଯୀଶୁ ଅମର। ସେ କେବେ ହେଲେ ଯାଜକ ସେବାରୁ ଅବ୍ୟାହିତ ହେବେ ନାହିଁ। 25 ଅତଏବ ଯେଉଁମାନେ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱରଙ୍କ ପାଖକୁ ଆସନ୍ତି, ସେମାନଙ୍କୁ ଯୀଶୁ ପରିତ୍ରାଣ ଦେଇ ପାରିବେ। ସେ ନିତ୍ୟ ଜୀବିତ ହେବାରୁ, ଲୋକେ ଯେତେବେଳେ ପରମେଶ୍ୱରଙ୍କ ପାଖକୁ ଆସିବେ, ଯୀଶୁ ସେମାନଙ୍କୁ ସର୍ବଦା ସାହାଯ୍ୟ କରି ପାରିବେ।
26 ଅତଏବ, ଯୀଶୁ ଖ୍ରୀଷ୍ଟଙ୍କ ଭଳି ମହାଯାଜକ ଆମ୍ଭର ଆବଶ୍ୟକ ଥିଲା। ସେ ପବିତ୍ର, ତାହାଙ୍କଠାରେ କୌଣସି ପାପ ନାହିଁ। ସେ ପବିତ୍ର ଓ ପାପୀମାନଙ୍କ ଦ୍ୱାରା ପ୍ରଭାବିତ ନୁହନ୍ତି। ତାଙ୍କୁ ସ୍ୱର୍ଗଠାରୁ ମଧ୍ୟ ଉଚ୍ଚସ୍ଥାନକୁ ନିଆ ଯାଇଛି। 27 ସେ ଅନ୍ୟ ଯାଜକମାନଙ୍କ ଭଳି ନୁହନ୍ତି। ଅନ୍ୟ ଯାଜକମାନେ ପ୍ରତିଦିନ ବଳି ଉତ୍ସର୍ଗ କରିବା ଆବଶ୍ୟକ ଥିଲା। ପ୍ରଥମେ ନିଜ ପାଇଁ ଓ ପରେ ଅନ୍ୟ ଲୋକମାନଙ୍କ ପାପ ଲାଗି ସେମାନଙ୍କୁ ବଳି ଉତ୍ସର୍ଗ କରିବାକୁ ପଡ଼ୁଥିଲା। କିନ୍ତୁ ଯୀଶୁଙ୍କୁ ଏହା କରିବାକୁ ପଡ଼ି ନାହିଁ। ଯୀଶୁ ଚିରକାଳ ନିମନ୍ତେ ଏକାଥରକେ ବଳୀକୃତ ହେଲେ। ସେ ନିଜକୁ ସମର୍ପି ଦେଲେ। 28 ବ୍ୟବସ୍ଥା ଦୁର୍ବଳତା ବିଶିଷ୍ଟ ମନୁଷ୍ୟକୁ ମହାଯାଜକ ପଦରେ ନିଯୁକ୍ତ କରେ। ପରମେଶ୍ୱର ଯେଉଁ ଶପଥ ବ୍ୟବସ୍ଥା ପରେ କରିଥିଲେ, ତଦ୍ଦ୍ୱାରା ପରମେଶ୍ୱରଙ୍କ ପୁତ୍ର ଅନନ୍ତକାଳ ପର୍ଯ୍ୟନ୍ତ ମହାଯାଜକ ପଦରେ ନିଯୁକ୍ତି ପାଇଲେ।
ଯୀଶୁ ଜଣେ ଅନ୍ଧକୁ ଚକ୍ଷୁଦାନ କଲେ
(ମାଥିଉ 20:29-34; ଲୂକ 18:35-43)
46 ତା'ପରେ ସେମାନେ ଯିରୀହୋକୁ ଆସିଲେ। ଯୀଶୁ ତାହାଙ୍କ ଶିଷ୍ୟ ଓ ଅନେକ ଲୋକଙ୍କ ସହିତ ସେହି ସହର ଛାଡ଼ିଯିବା ସମୟରେ ଟୀମାୟର ପୁଅ ବାର୍ଟୀମୟ ନାମକ ଜଣେ ଅନ୍ଧ ଭିକାରୀ ରାସ୍ତା କଡ଼ରେ ବସିଥିଲା। ସେ ସଦାବାଳେ ଲୋକଙ୍କୁ ଭିକ ମାଗୁଥିଲା। 47 ସେ ଶୁଣିଲା ଯେ, ନାଜରିତୀୟ ଯୀଶୁ ସେହି ବାଟ ଦେଇ ଯାଉଛନ୍ତି। ସେ ଚିତ୍କାର କରି କହିଲା, “ହେ ଦାଉଦଙ୍କ ପୁତ୍ର ଯୀଶୁ: ମୋ’ ଉପରେ କୃପାକର।”
48 ଅନେକ ଲୋକ ତାକୁ ତୁନି ହେବା ପାଇଁ ଧମକ ଦେଲେ। କିନ୍ତୁ ସେହି ଅନ୍ଧ ଭିକାରୀଟି ଅଧିକରୁ ଅଧିକ ଚିତ୍କାର କରି କହିଲା, “ହେ ଦାଉଦଙ୍କ ପୁତ୍ର ଯୀଶୁ, ମୋ’ ଉପରେ କୃପାକର।”
49 ଯୀଶୁ ଅଟକି ଗଲେ ଓ କହିଲେ, “ତାହାକୁ କୁହ ମୋ’ ପାଖକୁ ଆସୁ।”
ଲୋକମାନେ ଅନ୍ଧ ଲୋକଟିକୁ ଡାକି କହିଲେ, “ସାହସ ଧର, ଉଠ। ଯୀଶୁ ତୁମ୍ଭକୁ ଡାକୁଛନ୍ତି।” 50 ଅନ୍ଧ ଲୋକଟି ତତ୍କ୍ଷଣାତ୍ ତା'ର ଗ୍ଭଦରଟି ଫିଙ୍ଗିଦେଲା ଓ ଡେଇଁ ପଡ଼ିଲା। ସେ ଯୀଶୁଙ୍କ ନିକଟକୁ ଆସିଲା।
51 ଯୀଶୁ ଅନ୍ଧ ଲୋକଟିକୁ ପଗ୍ଭରିଲେ, “ମୁଁ ତୁମ୍ଭ ପାଇଁ କ’ଣ କରିବି ବୋଲି ତୁମ୍ଭେ ଗ୍ଭହୁଁଛ?”
ଅନ୍ଧଟି ଉତ୍ତର ଦେଲୋ, “ଗୁରୁ, ମୁଁ ଦେଖିବାକୁ ଗ୍ଭହୁଁଛି।”
52 ଯୀଶୁ କହିଲେ, “ଯାଅ, ତୁମ୍ଭେ ଭଲ ହୋଇଗଲ, କାରଣ ତୁମ୍ଭେ ବିଶ୍ୱାସ କଲ।” ତା'ପରେ ଲୋକଟି ସବୁକିଛି ଦେଖି ପାରିଲା ଓ ସେ ପଥରେ ଯୀଶୁଙ୍କୁ ଅନୁସରଣ କଲା।
2010 by World Bible Translation Center