Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 119:17-24

ଗିମେଲ୍

17 ମୁଁ ଯେମନ୍ତ ବଞ୍ଚିପାରିବି, ଏଥିପାଇଁ ତୁମ୍ଭେ ଆପଣା ଦାସର ମଙ୍ଗଳ କର,
    ଯେଉଁଥିରେ ମୁଁ ତୁମ୍ଭର ବାକ୍ୟ ପାଳନ କରି ପାରିବି।
18 ହେ ସଦାପ୍ରଭୁ, ମୋର ଆଖି ଉନ୍ମୁକ୍ତ କର।
    ଯେଉଁଥିରେ ମୁଁ ତୁମ୍ଭର ବ୍ୟବସ୍ଥାରୁ ଆଶ୍ଚର୍ଯ୍ୟ ବିଷୟମାନ ଦେଖି ପାରିବି।
19 ମୁଁ ଏହି ସ୍ଥାନରେ ଜଣେ ପ୍ରବାସୀ।
    ହେ ସଦାପ୍ରଭୁ, ତୁମ୍ଭର ଆଜ୍ଞାସବୁ
    ମୋ'ଠାରୁ ଲୁଗ୍ଭଅ ନାହିଁ।
20 ମୁଁ ସର୍ବଦା ତୁମ୍ଭର ଶାସନସକଳ
    ପଢ଼ିବା ପାଇଁ ବହୁତ ଗ୍ଭହେଁ।
21 ସଦାପ୍ରଭୁ ତୁମ୍ଭେ ଗର୍ବୀ ଲୋକମାନଙ୍କୁ ଉପହାସ କର।
    ଯେଉଁମାନେ ତୁମ୍ଭର ଆଜ୍ଞାଗୁଡ଼ିକୁ ଅନୁସରଣ କରିବାକୁ ବନ୍ଦ କରନ୍ତି ସେମାନେ ଅଭିଶପ୍ତ ହୁଅନ୍ତି।
22 ମୋ'ଠାରୁ ନିନ୍ଦା ଓ ଅପମାନସବୁ ଦୂର କର।
    ମୁଁ ତୁମ୍ଭର ବାକ୍ୟ ଅନୁସରଣ କରିଅଛି।
23 ଏପରିକି ଅଧିପତିମାନେ ଶିଖନ୍ତି
    ଏବଂ ମୋ’ ବିରୁଦ୍ଧରେ ମନ୍ଦ ଉପାୟ କରନ୍ତି।
    ମୁଁ ତୁମ୍ଭର ଦାସ, ତୁମ୍ଭର ନିୟମର ମଧ୍ୟସ୍ଥି ହୋଇଛି।
24 ତୁମ୍ଭର ଆଇନଗତ ଆଦେଶ ମୋତେ ଆନନ୍ଦ ଦିଏ।
    ସେମାନେ ମୋର ଅତି ଆପଣାର ଆଦେଶଦାତା।

ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 33:1-11

ପରମେଶ୍ୱରଙ୍କ ପ୍ରତିଜ୍ଞା

33 ଆହୁରି ଯିରିମିୟ ପ୍ରହରୀ ପ୍ରାଙ୍ଗଣରେ ବନ୍ଦୀ ଥିଲା ବେଳେ ସଦାପ୍ରଭୁଙ୍କର ବାକ୍ୟ ଦ୍ୱିତୀୟ ଥର ତାଙ୍କ ନିକଟରେ ଉପସ୍ଥିତ ହେଲା। “ଯିଏ ଏହି ପୃଥିବୀର ସୃଷ୍ଟିକର୍ତ୍ତା ଏବଂ ସେ ଏହାକୁ ସୁସ୍ଥିର କରିବା ନିମନ୍ତେ ନିରୂପଣ କରିଛନ୍ତି। ସଦାପ୍ରଭୁ ତାଙ୍କର ନାମ। ସେହି ସଦାପ୍ରଭୁ ଏହା କହନ୍ତି। ‘ହେ ଯିହୁଦା, ତୁମ୍ଭେ ଆମ୍ଭକୁ ପ୍ରାର୍ଥନା କର ଏବଂ ଆମ୍ଭେ ତୁମ୍ଭକୁ ଉତ୍ତର ଦେବା। ଆମ୍ଭେ ତୁମ୍ଭକୁ ଗୁପ୍ତ ଓ ମହତ୍ ବିଷୟ ଶୁଣାଇବା, ଯାହା ତୁମ୍ଭେ ଜାଣି ନାହଁ।’ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁ ଯିରୁଶାଲମ ବିଷୟରେ ଏହି କଥା କହନ୍ତି। ‘ଶତ୍ରୁସୈନ୍ୟ ନଗରର ସକଳ ଗୃହ ଓ ଯିହୁଦାର ରାଜଗଣର ସମସ୍ତ ପ୍ରାସାଦ ଭୂମିସାତ୍ କରିବେ। ସେମାନେ ପ୍ରାଚୀର ଉପରେ ଶିଡ଼ି ନିର୍ମାଣ କରି ‌‌ଖ‌ଡ଼୍‌ଗରେ ନଗର ଲୋକଙ୍କ ବିରୁଦ୍ଧରେ ଯୁଦ୍ଧ କରିବେ।

“‘ଯିରୁଶାଲମର ଲୋକମାନେ ବହୁ ଦୁଷ୍କର୍ମ କରିଅଛନ୍ତି। ଆମ୍ଭେ ସେମାନଙ୍କୁ ପ୍ରଚଣ୍ଡ କୋପରେ ବିନାଶ କରିଅଛୁ ପୁଣି କ‌‌ଲ୍‌‌ଦୀୟମାନେ ସେମାନଙ୍କ ସହିତ ଯୁଦ୍ଧ କରିବାକୁ ଆସିବେ। ଆମ୍ଭର କ୍ରୋଧ ଯୋଗୁଁ ସେମାନଙ୍କ ଗୃହ ଶବରେ ପରିପୂର୍ଣ୍ଣ ହେବ।

“‘ମାତ୍ର ଆମ୍ଭେ ସେମାନଙ୍କୁ କ୍ଷମା କରି ଆରୋଗ୍ୟ କରିବା। ସେମାନେ ଚିରନ୍ତନ ଐଶ୍ୱର୍ଯ୍ୟ ଓ ଶାନ୍ତି ଆନନ୍ଦ ଉଲ୍ଲାସ କରିବେ। ଆମ୍ଭେ ଇସ୍ରାଏଲ ଓ ଯିହୁଦାର ଲୋକମାନଙ୍କର ବନ୍ଦୀତ୍ୱ ଅବସ୍ଥାର ପରିବର୍ତ୍ତନ କରି ସେମାନଙ୍କ ପ୍ରତି ମଙ୍ଗଳ ବିଧାନ କରିବା। ସେମାନଙ୍କୁ ଅତୀତ ପରି ଶକ୍ତିଶାଳୀ କରିବା। ସେମାନେ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କରି ଯେଉଁ ପାପ କରିଅଛନ୍ତି ଆମ୍ଭେ ସେମାନଙ୍କୁ ସେଥିରୁ ଶୁଚି କରିବା। ପୁଣି ସେମାନେ ଆମ୍ଭର ଆଜ୍ଞା ଲଙ୍ଘନ କରି ଯେଉଁ ଅଧର୍ମ ଓ ପାପ କରିଅଛନ୍ତି, ଆମ୍ଭେ ସେଥିରୁ ସେମାନଙ୍କୁ କ୍ଷମା କରିବା। ତା'ପରେ ଯିରୁଶାଲମ ପୃଥିବୀସ୍ଥ ଦେଶମାନଙ୍କ ମଧ୍ୟରେ ଏକ ଶ୍ରେଷ୍ଠ ସ୍ଥାନ ହେବ। ଲୋକମାନେ ଏପରି ସୁଖରେ ରହିବେ ଯେ ଅନ୍ୟ ଗୋଷ୍ଠୀଗଣ ତା'ର ପ୍ରଶଂସା ଓ ଗୌରବ ଗାନ କରିବେ। ଆମ୍ଭେ ତାହା ପାଇଁ ମଙ୍ଗଳ ଓ ଶାନ୍ତି ଆୟୋଜନ କରିବା, ତାହା ସେମାନେ ଶ୍ରବଣ କରିବେ। ଅନ୍ୟ ଲୋକେ ଭୀତ ଓ ଆଶ୍ଚର୍ଯ୍ୟ ହେବେ।’

10 “ତୁମ୍ଭେମାନେ କହୁଅଛ, ‘ଏହି ସ୍ଥାନ ନରଶୂନ୍ୟ ଓ ପଶୁଶୂନ୍ୟ ହୋଇ ଏକ ଧ୍ୱଂସିତ ନଗର ହେବ।’ ମାତ୍ର ଏହି ସ୍ଥାନ ଖୁବ୍ ଶୀଘ୍ର କୋଳାହଳପୂର୍ଣ୍ଣ ହେବ। 11 ସଦାପ୍ରଭୁ କହନ୍ତି, ଏଠାରେ ତୁମ୍ଭେମାନେ ଆନନ୍ଦ ଧ୍ୱନି ଓ ହର୍ଷନାଦ, ବର କନ୍ୟାଙ୍କର ହର୍ଷଧ୍ୱନି, ସଦାପ୍ରଭୁଙ୍କର ପ୍ରଶଂସା ଗାନର କୋଳାହଳ ପାଇବ। ସେମାନେ କହିବେ, ‘ସଦାପ୍ରଭୁ ମଙ୍ଗଳମୟ ଓ ତାଙ୍କର କରୁଣା ସଦାକାଳ ସ୍ଥାୟୀ।’ ତେଣୁ ତାଙ୍କର ଧନ୍ୟବାଦ କର। ପୁଣି ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦସ୍ୱରୂପ ବଳି ଆଣିବାର ଶବ୍ଦ ଶୁଣାଯିବ। ଏହା ହେବ କାରଣ ଆମ୍ଭେ ଆପଣା ଲୋକମାନଙ୍କର ଭାଗ୍ୟ ପରିବର୍ତ୍ତନ କରିବା। ସେଥିପାଇଁ ସବୁକିଛି ପୂର୍ବରୁ ଯେପରି ଥିଲା, ସେପରି ହୋଇଯିବ।”

ମାଥିଉ ଲିଖିତ ସୁସମାଗ୍ଭର 20:29-34

ଯୀଶୁ ଦୁଇଜଣ ଅନ୍ଧଙ୍କୁ ସୁସ୍ଥ କଲେ

(ମାର୍କ 10:46-52; ଲୂକ 18:35-43)

29 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଯିରୀଖୋରୁ ଗଲାବେଳେ ବହୁ ସଂଖ୍ୟାରେ ଲୋକମାନେ ଯୀଶୁଙ୍କୁ ଅନୁସରଣ କରିବାକୁ ଲାଗିଲେ। 30 ରାସ୍ତା ପାଖରେ ଦୁଇଜଣ ଅନ୍ଧ ବସିଥିଲେ। ସେମାନେ ଶୁଣିଲେ ଯେ ଯୀଶୁ ସେ ବାଟ ଦେଇ ଯାଉଛନ୍ତି। ସେମାନେ ପାଟି କଲେ, “ହେ ପ୍ରଭୁ, ଦାଉଦଙ୍କ ପୁତ୍ର, ଆମ୍ଭ ଉପରେ ଦୟା କର।”

31 ଲୋକେ ସେମାନଙ୍କୁ ଧମକ ଦେଇ ‌‌‌‌‌‌‌‌‌‌ଚୁପ୍‌‌‌‌‌‌‌‌‌ ରହିବାକୁ କହିଲେ। କିନ୍ତୁ ଅନ୍ଧ ଦୁଇଜଣ ଅଧିକରୁ ଅଧିକ ପାଟି କରି କହିଲେ, “ହେ ପ୍ରଭୁ, ହେ ଦାଉଦଙ୍କ ପୁତ୍ର, ଆମ୍ଭ ଉପରେ ଦୟାକର।”

32 ଯୀଶୁ ରହିଗଲେ, ଦୁଇଜଣଙ୍କୁ ଡାକିଲେ ଓ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କ ପାଇଁ କ’ଣ କରିବି ବୋଲି ତୁମ୍ଭେ ଗ୍ଭହୁଁଛ?”

33 ସେମାନେ ତାହାଙ୍କୁ କହିଲେ, “ହେ ପ୍ରଭୁ, ଆମ୍ଭେ ଯେପରି ଦେଖି ପାରିବୁ, ତାହା ଗ୍ଭହୁଁଛୁ।”

34 ଯୀଶୁଙ୍କ ମନରେ ସେମାନଙ୍କ ପାଇଁ ଦୟା ଆସିଲା। ସେ ସେମାନଙ୍କର ଆଖି ଛୁଇଁଦେଲେ, ଓ ସେମାନେ ତୁରନ୍ତ ଦେଖି ପାରିଲେ। ତା'ପରେ ସେମାନେ ଯୀଶୁଙ୍କୁ ଅନୁସରଣ କଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center