Revised Common Lectionary (Complementary)
ଆଲେଫ୍
119 ଯେଉଁ ଲୋକମାନେ ପବିତ୍ର ଭାବରେ ଜୀବନଯାପନ କରନ୍ତି,
ଓ ଯେଉଁମାନେ ସଦାପ୍ରଭୁଙ୍କର ନିୟମସବୁ ଅନୁସରଣ କରନ୍ତି, ସେମାନେ ଧନ୍ୟ!
2 ଯେଉଁ ଲୋକମାନେ ସଦାପ୍ରଭୁଙ୍କର ଚୁକ୍ତି ମାନନ୍ତି,
ଓ ଯେଉଁମାନେ ହୃଦୟରେ ସଦାପ୍ରଭୁଙ୍କୁ ଖୋଜନ୍ତି, ସେମାନେ ଧନ୍ୟ!
3 ସେହି ଲୋକମାନେ କୌଣସି ଅଧର୍ମ କାର୍ଯ୍ୟ କରନ୍ତି ନାହିଁ,
କିନ୍ତୁ ସେମାନେ ସଦାପ୍ରଭୁଙ୍କ ପଥ ଅନୁସରଣ କରନ୍ତି।
4 ହେ ସଦାପ୍ରଭୁ, ତୁମ୍ଭେ ଆପଣା ନିର୍ଦ୍ଦେଶସବୁ
ଏବଂ ବିଧାନସବୁକୁ ସତର୍କ ରୂପେ ମାନିବା ପାଇଁ ନିର୍ଦ୍ଦେଶ ଦେଇଅଛ।
5 ମୁଁ ଆଶା କରୁଛି ଯେ, ମୁଁ ବୋଧହୁଏ ତୁମ୍ଭର ନିୟମ
ଅପରିବର୍ତ୍ତନୀୟ ଭାବରେ ଅଧିକ ମାନିବି।
6 ଯଦି ମୁଁ ତୁମ୍ଭର ଆଜ୍ଞା ସକଳ ପ୍ରତି ଦୃଷ୍ଟି ରଖିବି,
ତେବେ ମୁଁ ଲଜ୍ଜିତ ହେବି ନାହିଁ।
7 ମୁଁ ତୁମ୍ଭକୁ ସର୍ବାନ୍ତକରଣ ହୃଦୟ ସହିତ ପ୍ରଶଂସା କରିବି,
ଯେତେବେଳେ ମୁଁ ତୁମ୍ଭର ନ୍ୟାୟପରାୟଣତା ବିଷୟରେ ଜାଣିବି।
8 ମୁଁ ତୁମ୍ଭର ବିଧିସବୁ ପାଳନ କରିବି।
ମୋତେ ଏକୁଟିଆ କରି ଛାଡ଼ ନାହିଁ।
22 “ଜଣେ ବ୍ୟକ୍ତି ପାଇଁ କ’ଣ ଦଣ୍ଡ ଅଛି ଯିଏ ଗୋରୁ କିମ୍ବା ମେଷ ଗ୍ଭେରି କରେ, ଯଦି ସେ ତାକୁ ହତ୍ୟା କରେ କିମ୍ବା ବିକ୍ରୀ କରେ। ସେ ଏହାକୁ ଫେରାଇ ପାରିବ ନାହିଁ। ତେଣୁ ସେ ଏକ ଗୋରୁ ବଦଳରେ ପାଞ୍ଚୋଟି ଗୋରୁ, ଏବଂ ଏକ ମେଷ ବଦଳରେ ଗ୍ଭରୋଟି ମେଷ ଦେବ। 2 ଯଦି ଏକ ଗ୍ଭେର ଗ୍ଭେରି କରିବା ସମୟରେ ରାତ୍ରିରେ ମରିଯାଏ, ତେବେ ତା'ର ମୃତ୍ୟୁ ପାଇଁ କେହି ଦାୟୀ ହେବେ ନାହିଁ। 3 ଯଦି ଏପରି ଦିନରେ ଘଟିଥାଏ ତେବେ ହତ୍ୟା କରିଥିବା ବ୍ୟକ୍ତି ଦୋଷୀ ସାବ୍ୟସ୍ତ ହେବ।
“ଯଦି ଜଣେ ଲୋକ ଗ୍ଭେରି କରୁଥିବା ସମୟରେ ଧରାପଡ଼େ, ସେ ନିଶ୍ଚୟ ଫେରାଇଦେବ, ଯାହା ଗ୍ଭେରି କରିଥିଲା। ଏବଂ ଯଦି ସେହି ଲୋକର ନିଜର କିଛି ନ ଥାଏ, ତେବେ ତାକୁ କ୍ରୀତଦାସ ରୂପେ ବିକ୍ରୀ କରାଯିବ।
4 ଯଦି ଗ୍ଭେରି ହୋଇଥିବା ପଶୁଟି ସେହି ଲୋକ ପାଖରେ ମିଳେ, ଏହା ବଳଦ ହେଉ, ଗଧ କିମ୍ବା ମେଷ ହେଉ, ସେ ଗ୍ଭେରି କରିଥିବା ଜିନିଷର ଦୁଇଗୁଣ ଦେବ।
5 “ଯଦି କୌଣସି ବ୍ୟକ୍ତି ଅନ୍ୟ ଜଣେ ଲୋକର ଦ୍ରାକ୍ଷାକ୍ଷେତ୍ରରେ ପଶୁ ଚରାଏ ତେବେ ସେ ଲୋକ ତା'ର ଉତ୍ତମ କ୍ଷେତର ଫସଲ ଉକ୍ତ ଲୋକକୁ ଦେବ।
6 “ଯଦି କୌଣସି ଲୋକ କଣ୍ଟକ ବନରେ ଅଗ୍ନି ସଂଯୋଗ କରେ ଓ ସେହି ଅଗ୍ନିରେ ଯଦି କାହାର କ୍ଷେତର ଫସଲ ବା ଶସ୍ୟଗଦା କିମ୍ବା କ୍ଷେତଟି ପୋଡ଼ି ନଷ୍ଟ ହୁଏ ତେବେ ସେହି ଲୋକକୁ ଉକ୍ତ କ୍ଷତିର ଭରଣା କରିବାକୁ ହେବ।
7 “ଆଉ କେହି ଆପଣା ପଡ଼ୋଶୀ ନିକଟରେ ମୁଦ୍ରା ଅବା ଆଉ କୌଣସି ଦ୍ରବ୍ୟ ରଖିବା ପାଇଁ ସମର୍ପଣ କଲେ ତାହା ଯେବେ କେହି ସେହି ଲୋକର ଗୃହରୁ ଗ୍ଭେରି କରେ ଓ ସେହି ଗ୍ଭେର ଧରାପଡ଼େ, ତେବେ ସେ ତା'ର ଦୁଇଗୁଣ ଦେବ। 8 କିନ୍ତୁ ଯଦି ଗ୍ଭେର ଧରା ନ ପଡ଼େ, ତେବେ ଗୃହସ୍ୱାମୀ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇ ଅଛି କି ନାହିଁ, ଏହା ଜଣାଯିବା ନିମନ୍ତେ ସେ ପରମେଶ୍ୱରଙ୍କ ସାକ୍ଷାତରେ ଉପସ୍ଥିତ ହେବ।
9 “ପୁଣି ସର୍ବପ୍ରକାର ଅଧର୍ମ ବିଷୟରେ, ଅର୍ଥାତ୍ ଗୋରୁ କି ଗଧ, ମେଷ କିଅବା ବସ୍ତ୍ର ଯେକୌଣସି ହଜିଲା ଦ୍ରବ୍ୟ ବିଷୟରେ ଯେବେ କେହି କହେ, ‘ଏହା ସେହି ଦ୍ରବ୍ୟ’ ଏବଂ ଅନ୍ୟ ଜଣେ କହିବ, ‘ନା ଏହା ତାହା ନୁହେଁ’ ତେବେ ଉଭୟ ପକ୍ଷଙ୍କ କଥା ପରମେଶ୍ୱରଙ୍କ ସାକ୍ଷାତରେ ଉପସ୍ଥିତ ହେବ, ତହିଁରେ ପରମେଶ୍ୱର ଯାହାକୁ ଦୋଷୀ ବିଗ୍ଭର କରିବେ ସେ ଆପଣା ପଡ଼ୋଶୀକୁ ଦୁଇଗୁଣ ଦେବ।
10 “କୌଣସି ଲୋକ ଯଦି ଅନ୍ୟ କାହାର ଗଧ କି ଗୋରୁ, କି ମେଷ, କିଅବା କୌଣସି ପଶୁ ପ୍ରତିପାଳନାର୍ଥେ ରଖିଥାଏ, ଯଦି ଅଦେଖାରେ ସେ ପଶୁ ମରେ କିମ୍ବା ଅଙ୍ଗହାନି ହୁଏ କିମ୍ବା ତଡ଼ି ଦିଆଯାଏ, 11 ତେବେ ସେ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇଅଛି କି ନାହିଁ, ଏ ବିଷୟରେ ଉଭୟଙ୍କ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ହେବ। ପଶୁର ମାଲିକ ସେହି ଶପଥ ଗ୍ରହଣ କରିବ। ପୁଣି ସେ ପରିଶୋଧ କରିବ ନାହିଁ। 12 ମାତ୍ର ଯେବେ ତାହା ନିକଟରୁ ଗ୍ଭେରି ଯାଏ, ତେବେ ସେ ତା'ର ମୁନିବକୁ ତାହାର ମୂଲ୍ୟ ଦେବ। 13 ଯଦି କୌଣସି ବନ୍ୟ ଜନ୍ତୁ ତାକୁ ହତ୍ୟା କରେ, ଦେବେ ତାହା ଯଦି ସେ ପ୍ରମାଣ କରେ ତେବେ ତାକୁ ସେହି ପଶୁର ମୂଲ୍ୟ ଦେବାକୁ ପଡ଼ିବ ନାହିଁ।
14 “କୌଣସି ଲୋକ ଯଦି ତା'ର ପଡ଼ୋଶୀଠାରୁ କିଛି ଧାର ଆଣିଥାଏ ତେବେ ସେ ସେହି ଜିନିଷ ପାଇଁ ଦାୟୀ ରହିବ। ଯଦି ଗୋଟିଏ ପଶୁ ଆଘାତ ପାଏ ଯଦି ଏ ପଶୁ ମରିଯାଏ, ତେବେ ତା'ର ପଡ଼ୋଶୀକୁ ତା'ର ପଶୁ ମୁନିବକୁ ତା'ର ମୂଲ୍ୟ ଦେବାକୁ ପଡ଼ିବ। ଏଥିପାଇଁ ତା'ର ପଡ଼ୋଶୀ ସମ୍ପୂର୍ଣ୍ଣ ରୂପେ ଦାୟୀ ରହିବ। କାରଣ ତା'ର ମୁନିବ ସେଠାରେ ନ ଥାଏ। 15 କିନ୍ତୁ ଯଦି ପଶୁ ନିକଟରେ ତା'ର ମୁନିବ ଥାଏ, ତେବେ ତା'ର ପଡ଼ୋଶୀକୁ କିଛି ଦେବାକୁ ପଡ଼ିବ ନାହିଁ। କିମ୍ବା ଯଦି ତା'ର ପଡ଼ୋଶୀ ସେହି ପଶୁକୁ ବ୍ୟବହାର କରି ପଇସା ଦେଉଥାଏ, ତେବେ ତାକୁ ପଇସା ଦେବାକୁ ପଡ଼ିବ ନାହିଁ। ଯେବେ ସେହି ପଶୁଟି ମରିଯାଏ, ବ୍ୟବହାର ସମୟରେ ଯେତିକି ଅର୍ଥ ଦେଇଥିବ ତାହା ଯଥେଷ୍ଟ।
ପୁରାତନ ନିୟମର ଉପାସନା
9 ପ୍ରଥମ ନିୟମରେ ଉପାସନାର ନିୟମାବଳୀ ଥିଲା। ଏନିମନ୍ତେ ମଣିଷ ନିର୍ମିତ ଗୋଟିଏ ଉପାସନା ଗୃହ ମଧ୍ୟ ଥିଲା। 2 ଏହି ସ୍ଥାନଟି ଗୋଟିଏ ତମ୍ବୁ ଭିତରେ ଥିଲା। ଏହି ତମ୍ବୁର ପ୍ରଥମ ଭାଗରେ ଦୀପ, ମେଜ ଓ ତହିଁ ଉପରେ ପରମେଶ୍ୱରଙ୍କୁ ଉତ୍ସର୍ଗୀକୃତ ରୋଟୀ ଥିଲା। ଏହି ସ୍ଥାନକୁ ‘ପବିତ୍ର ସ୍ଥାନ’[a] ବୋଲି କୁହା ଯାଇଥିଲା। 3 ଦ୍ୱିତୀୟ ପରଦା ପଛ ପଟରେ ଯେଉଁ ବଖରାଟି ଥିଲା ତାହାକୁ ‘ମହାପବିତ୍ର ସ୍ଥାନ’ କୁହାଯାଉଥିଲା। 4 ଏଠାରେ ସୁଗନ୍ଧିତ ଦ୍ରବ୍ୟ ପୋଡ଼ିବା ପାଇଁ ଗୋଟିଏ ସୁନାର ବେଦୀ ଥିଲା। ‘ପୁରାତନ ନିୟମ[b] ଗୋଟିଏ ପବିତ୍ର ବାକ୍ସ ଭିତରେ ଥିଲା। ବାକ୍ସ ସୁନାରେ ତିଆରି ହୋଇଥିଲା। ସେହି ବାକ୍ସ ଭିତରେ ସୁନାରେ ତିଆରି ମାନ୍ନା[c] ରଖା ହୋଇଥିବା ଗୋଟିଏ ପାତ୍ର ଥିଲା। ହାରୋଣର ବାଡ଼ିଟି ଯେଉଁବାଡ଼ି ଉପରେ ନୂଆ ହୋଇ ପତ୍ର କଅଁଳି ଥିଲା। ସେହି ବାକ୍ସରେ ପୁରାତନ ନିୟମର ଦଶଆଜ୍ଞା ଲେଖାଥିବା ପ୍ରସ୍ତର ଫଳକମାନ ମଧ୍ୟ ଥିଲା। 5 ବାକ୍ସ ଉପରେ କିରୁବ ସ୍ୱର୍ଗଦୂତଗଣ ପରମେଶ୍ୱରଙ୍କ ମହିମା ପ୍ରଦର୍ଶିତ କରୁଥିଲେ। ଏମାନେ ‘ଦୟାର ଆସନ’[d]ରେ ଉପବିଷ୍ଟ ଥିଲେ। କିନ୍ତୁ ଆମ୍ଭେ ଏବେ ବିସ୍ତାର ପୂର୍ବକ ସେ ବିଷୟରେ କହି ପାରିବୁ ନାହିଁ।
6 ମୋର କହିବା ଅନୁଯାୟୀ ସେହି ତମ୍ବୁରେ ସମସ୍ତ କିଛି ପ୍ରସ୍ତୁତ କରି ରଖା ଯାଇଥିଲା। ଯାଜକମାନେ ଉପାସନା କାର୍ଯ୍ୟ କରିବା ପାଇଁ ପ୍ରଥମ ବଖରାଟିକୁ ପ୍ରତିଦିନ ଯାଆନ୍ତି। 7 କିନ୍ତୁ ଦ୍ୱିତୀୟ ବଖରା ଭିତରକୁ କେବଳ ବର୍ଷରେ ଥରେ ମହାଯାଜକ ଯାଇ ପାରୁଥିଲେ। ମହାଯାଜକ ଉତ୍ସର୍ଗ କରିବାର ରକ୍ତ ନ ନେଇ କଦାପି ସେଠାରେ ପ୍ରବେଶ କରନ୍ତି ନାହିଁ। ଯାଜକ ନିଜର ଲୋକମାନଙ୍କ ଆଜ୍ଞାନକୃତ ପାପ ନିମନ୍ତେ ସେହି ରକ୍ତ ପରମେଶ୍ୱରଙ୍କୁ ଅର୍ପଣ କରୁଥିଲେ।
8 ଏତଦ୍ଦ୍ୱାରା ପବିତ୍ରଆତ୍ମା ଆମ୍ଭକୁ ଏହି ଶିକ୍ଷା ଦିଅନ୍ତି ଯେ, ପ୍ରଥମ ବଖରାଟି ଥିବା ପର୍ଯ୍ୟନ୍ତ ଅତିପବିତ୍ର ସ୍ଥାନରେ ପ୍ରବେଶ କରିବାର ପଥ ଖୋଲା ହୋଇ ନାହିଁ। 9 ଏହା ଆଜି ଆମ୍ଭ ପାଇଁ ଉଦାହରଣ ସ୍ୱରୂପ। ଏହା ସୂଗ୍ଭଇ ଦିଏ ଯେ, ଯେଉଁ ଦାନ ଓ ବଳିଗୁଡ଼ିକ ପରମେଶ୍ୱରଙ୍କୁ ଉତ୍ସର୍ଗ କରାଯାଏ, ତଦ୍ଦ୍ୱାରା ଉପାସକ ପାପରୁ ସମ୍ପୂର୍ଣ୍ଣ ଧୌତ ହୋଇପାରେ ନାହିଁ। ଉକ୍ତ ବଳି ହେତୁ ସେ ସିଦ୍ଧିଲାଭ କରିପାରେ ନାହିଁ। 10 ସେଗୁଡ଼ିକ ଖାଦ୍ୟ, ପେୟ ଓ ବିଭିନ୍ନ ପ୍ରକାରର ଶୌଚକ୍ରିୟା କେବଳ ଶାରୀରିକ ବିଧିବିଧାନ ଅଟେ, ଏତଦ୍ଦ୍ୱାରା ହୃଦୟର ପରିବର୍ତ୍ତନ ହୁଏ ନାହିଁ। ପରମେଶ୍ୱରଙ୍କ ନୂତନ ଚୁକ୍ତିର ସମୟ ପର୍ଯ୍ୟନ୍ତ ପରମେଶ୍ୱର ସେହିସବୁ ନିୟମ ଲୋକମାନଙ୍କୁ ଦେଲେ।
ନୂତନ ନିୟମର ଉପାସନା
11 କିନ୍ତୁ ଏବେ ଖ୍ରୀଷ୍ଟ ମହାଯାଜକ ରୂପେ ଆସିଅଛନ୍ତି। ଖ୍ରୀଷ୍ଟ ହେଉଛନ୍ତି ଆମ୍ଭ ପାଖରେ ଥିବା ସମସ୍ତ ଉତ୍ତମ ବିଷୟର ମହାଯାଜକ। କିନ୍ତୁ ଯୀଶୁ ଅନ୍ୟ ଯାଜକମାନଙ୍କ ଭଳି ତମ୍ବୁରେ ଆପଣା ସେବାକାର୍ଯ୍ୟ କରନ୍ତି ନାହିଁ। ଖ୍ରୀଷ୍ଟ ତାହା ଅପେକ୍ଷା ମହତ୍ତର ଓ ଶ୍ରେଷ୍ଠ ସ୍ଥଳରେ ସେବାକାର୍ଯ୍ୟ କରନ୍ତି ଏବଂ ଏହି ସ୍ଥାନଟି ମଣିଷମାନେ ତିଆରି କରି ନାହାନ୍ତି। 12 ଏହି ସ୍ଥାନଟି ଏହି ଜଗତର ନୁହେଁ। ଖ୍ରୀଷ୍ଟ ମହାପବିତ୍ର ସ୍ଥାନରେ ଛେଳି ବା ଗୋବତ୍ସର ରକ୍ତ ନୁହେଁ, ମାତ୍ର ନିଜ ରକ୍ତ ଘେନି ଏକାଥରକେ ପ୍ରବେଶ କଲେ ଓ ସବୁ ଦିନ ପାଇଁ ଆମ୍ଭକୁ ମୁକ୍ତି ଦାନ କଲେ।
2010 by World Bible Translation Center