Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଦ୍ୱିତୀୟ ବିବରଣ 6:1-9

ସର୍ବଦା ପରମେଶ୍ୱରଙ୍କୁ ପ୍ରେମ କର ଓ ତାଙ୍କର ଆଜ୍ଞା ପାଳନ କର

“ଏହିସବୁ ଆଜ୍ଞା, ବ୍ୟବସ୍ଥା ଓ ବିଧି ତୁମ୍ଭମାନଙ୍କୁ ଶିକ୍ଷା ଦେବା ପାଇଁ, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ମୋତେ କହିଲେ। ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ସେଦି ଦେଶରେ ତୁମ୍ଭେମାନେ ଏହି ବ୍ୟବସ୍ଥା ପାଳନ କରିବା ଉଚିତ୍। ଏହା ଏପରି ଅଟେ ଯେ, ତୁମ୍ଭେମାନେ ତୁମ୍ଭମାନଙ୍କର ସନ୍ତାନଗଣ ଏବଂ ନାତିନାତୁଣୀଗଣ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କୁ ତୁମ୍ଭେମାନେ ବଞ୍ଚିଥିବା ପର୍ଯ୍ୟନ୍ତ ଭୟ କରିବା ପାଇଁ ଏବଂ ତାଙ୍କର ସମସ୍ତ ଆଜ୍ଞା ଓ ନିୟମ ପାଳନ କରିବା ପାଇଁ ମୁଁ ଯାହା ତୁମ୍ଭମାନଙ୍କୁ ଦେଉଛି, ସେଥିପାଇଁ ଦୀର୍ଘଜିବୀ ହେବ। ତେଣୁ ହେ ଇସ୍ରାଏଲ, ଶୁଣ ଓ ତାହା ପାଳନ କରିବାକୁ ମନୋଯୋଗ କର, ତହିଁରେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭକୁ ଯେଉଁପରି ପ୍ରତିଜ୍ଞା କରିଛନ୍ତି; ସେହିପରି ଦୁ‌‌ଗ୍‌‌ଧମଧୁପ୍ରବାହୀ ଦେଶରେ ତୁମ୍ଭର ମଙ୍ଗଳ ହେବ ଓ ତୁମ୍ଭେମାନେ ଅଧିକ ବର୍ଦ୍ଧିଷ୍ଣୁ ହେବ।

“ହେ ଇସ୍ରାଏଲ ଶୁଣ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଏକମାତ୍ର ସଦାପ୍ରଭୁ ଅଟନ୍ତି। ଏଣୁ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ଓ ସମସ୍ତ ଶକ୍ତି ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ। ଏବଂ ମୁଁ ଆଜି ତୁମ୍ଭକୁ ଯେଉଁ ଆଜ୍ଞା କରୁଅଛି, ତୁମ୍ଭେମାନେ ତାହାକୁ ଆପଣା ହୃଦୟରେ ରଖିବ। ଆଉ ତୁମ୍ଭେ ଆପଣା ସନ୍ତାନଗଣକୁ ଯତ୍ନପୂର୍ବକ ଏହିସବୁ ଶିକ୍ଷା ଦେବ। ତୁମ୍ଭେ ଆପଣା ଗୃହରେ ବସିବା ବେଳେ, ପଥରେ ଗ୍ଭଲିବା ବେଳେ, ତୁମ୍ଭେ ଶୟନ କରିବା ବେଳେ ଓ ତୁମ୍ଭେ ଉଠିବା ବେଳେ, ସେମାନଙ୍କର ସଙ୍ଗେ ସେ ବିଷୟରେ କଥାବାର୍ତ୍ତା କରିବ। ଆଉ ତୁମ୍ଭେ ସେଗୁଡ଼ିକୁ ଚିହ୍ନ ରୂପେ ନିଜ ହସ୍ତରେ ଓ ତୁମ୍ଭ କପାଳରେ ବାନ୍ଧିବା ଉଚିତ୍। ଆହୁରି ତୁମ୍ଭେ ଆପଣା ଗୃହଦ୍ୱାର ଚଉକାଠରେ ଓ ବାହାର ଦ୍ୱାରରେ ତାହା ଲେଖିବ।

ଗୀତସଂହିତା 119:1-8

ଆଲେଫ୍

119 ଯେଉଁ ଲୋକମାନେ ପବିତ୍ର ଭାବରେ ଜୀବନଯାପନ କରନ୍ତି,
    ଓ ଯେଉଁମାନେ ସଦାପ୍ରଭୁଙ୍କର ନିୟମସବୁ ଅନୁସରଣ କରନ୍ତି, ସେମାନେ ଧନ୍ୟ!
ଯେଉଁ ଲୋକମାନେ ସଦାପ୍ରଭୁଙ୍କର ଚୁକ୍ତି ମାନନ୍ତି,
    ଓ ଯେଉଁମାନେ ହୃଦୟରେ ସଦାପ୍ରଭୁଙ୍କୁ ଖୋଜନ୍ତି, ସେମାନେ ଧନ୍ୟ!
ସେହି ଲୋକମାନେ କୌଣସି ଅଧର୍ମ କାର୍ଯ୍ୟ କରନ୍ତି ନାହିଁ,
    କିନ୍ତୁ ସେମାନେ ସଦାପ୍ରଭୁଙ୍କ ପଥ ଅନୁସରଣ କରନ୍ତି।
ହେ ସଦାପ୍ରଭୁ, ତୁମ୍ଭେ ଆପଣା ନିର୍ଦ୍ଦେଶସବୁ
    ଏବଂ ବିଧାନସବୁକୁ ସତର୍କ ରୂପେ ମାନିବା ପାଇଁ ନିର୍ଦ୍ଦେଶ ଦେଇଅଛ।
ମୁଁ ଆଶା କରୁଛି ଯେ, ମୁଁ ବୋଧହୁଏ ତୁମ୍ଭର ନିୟମ
    ଅପରିବର୍ତ୍ତନୀୟ ଭାବରେ ଅଧିକ ମାନିବି।
ଯଦି ମୁଁ ତୁମ୍ଭର ଆଜ୍ଞା ସକଳ ପ୍ରତି ଦୃଷ୍ଟି ରଖିବି,
    ତେବେ ମୁଁ ଲଜ୍ଜିତ ହେବି ନାହିଁ।
ମୁଁ ତୁମ୍ଭକୁ ସର୍ବାନ୍ତକରଣ ହୃଦୟ ସହିତ ପ୍ରଶଂସା କରିବି,
    ଯେତେବେଳେ ମୁଁ ତୁମ୍ଭର ନ୍ୟାୟପରାୟଣତା ବିଷୟରେ ଜାଣିବି।
ମୁଁ ତୁମ୍ଭର ବିଧିସବୁ ପାଳନ କରିବି।
    ମୋତେ ଏକୁଟିଆ କରି ଛାଡ଼ ନାହିଁ।

ଏବ୍ରୀ 9:11-14

ନୂତନ ନିୟମର ଉପାସନା

11 କିନ୍ତୁ ଏବେ ଖ୍ରୀଷ୍ଟ ମହାଯାଜକ ରୂପେ ଆସିଅଛନ୍ତି। ଖ୍ରୀଷ୍ଟ ହେଉଛନ୍ତି ଆମ୍ଭ ପାଖରେ ଥିବା ସମସ୍ତ ଉତ୍ତମ ବିଷୟର ମହାଯାଜକ। କିନ୍ତୁ ଯୀଶୁ ଅନ୍ୟ ଯାଜକମାନଙ୍କ ଭଳି ତମ୍ବୁରେ ଆପଣା ସେବାକାର୍ଯ୍ୟ କରନ୍ତି ନାହିଁ। ଖ୍ରୀଷ୍ଟ ତାହା ଅପେକ୍ଷା ମହତ୍ତର ଓ ଶ୍ରେଷ୍ଠ ସ୍ଥଳରେ ସେବାକାର୍ଯ୍ୟ କରନ୍ତି ଏବଂ ଏହି ସ୍ଥାନଟି ମଣିଷମାନେ ତିଆରି କରି ନାହାନ୍ତି। 12 ଏହି ସ୍ଥାନଟି ଏହି ଜଗତର ନୁହେଁ। ଖ୍ରୀଷ୍ଟ ମହାପବିତ୍ର ସ୍ଥାନରେ ଛେଳି ବା ଗୋବତ୍ସର ରକ୍ତ ନୁହେଁ, ମାତ୍ର ନିଜ ରକ୍ତ ଘେନି ଏକାଥରକେ ପ୍ରବେଶ କଲେ ଓ ସବୁ ଦିନ ପାଇଁ ଆମ୍ଭକୁ ମୁକ୍ତି ଦାନ କଲେ।

13 ଯେଉଁ ଲୋକମାନେ ଉପାସନାସ୍ଥଳରେ ପ୍ରବେଶ କରିବା ନିମନ୍ତେ ଆଉ ପବିତ୍ର ନୁହନ୍ତି ସେମାନଙ୍କ ଉପରେ ଛେଳି, ବଳଦର ରକ୍ତ ଓ ଗାଈର ପାଉଁଶ ଛିଞ୍ଚା ଯାଉଥିଲା। ସେହି ରକ୍ତ ଓ ପାଉଁଶ ସେ ଲୋକମାନଙ୍କ ଶରୀରକୁ ପୁନର୍ବାର ପବିତ୍ର କରୁଥିଲା। 14 ନିଶ୍ଚିତ ରୂପେ ଖ୍ରୀଷ୍ଟଙ୍କର ରକ୍ତ ବହୁତ କିଛି ଅଧିକ କରିପାରେ। ଖ୍ରୀଷ୍ଟ ଅନନ୍ତ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁଣ ବଳିସ୍ୱରୂପେ ପରମେଶ୍ୱରଙ୍କୁ ଉତ୍ସର୍ଗ କଲେ। ତାହାଙ୍କର ରକ୍ତ, ଆମ୍ଭର ମନ୍ଦକାର୍ଯ୍ୟରୁ ଆମ୍ଭକୁ ଧୋଇ ପୂର୍ଣ୍ଣ ଭାବରେ ଶୁଚି କରିଦେବ। ତାହାଙ୍କର ରକ୍ତ ଆମ୍ଭ ହୃଦୟକୁ ମଧ୍ୟ ପବିତ୍ର କରିବ। ଆମ୍ଭେ ପବିତ୍ର ହୋଇ ଜୀବନ୍ତ ପରମେଶ୍ୱରଙ୍କର ସେବା କରି ପାରିବା।

ମାର୍କ ଲିଖିତ ସୁସମାଗ୍ଭର 12:28-34

କେଉଁ ଆଦେଶ ବହୁତ ମହତ୍ତ୍ୱପୂର୍ଣ୍ଣ

(ମାଥିଉ 22:34-40; ଲୂକ 10:25-28)

28 ଜଣେ ଧର୍ମଶାସ୍ତ୍ରୀ ଯୀଶୁଙ୍କ ପାଖକୁ ଆସିଲେ। ସାଦ୍ଦୂକୀ ଓ ଫାରୂଶୀମାନଙ୍କ ସହିତ ଯୀଶୁଙ୍କୁ ଯୁକ୍ତିତର୍କ କରୁଥିବାର ସେ ଶୁଣିଲେ। ସେ ଦେଖିଲେ ଯେ, ଯୀଶୁ ସେମାନଙ୍କ ପ୍ରଶ୍ନର ଯଥାର୍ଥ ଉତ୍ତର ଦେଇଛନ୍ତି। ତେଣୁ ସେ ଯୀଶୁଙ୍କୁ ପଗ୍ଭରିଲେ, “କେଉଁ ଆଦେଶଟି ସବୁଠାରୁ ଅଧିକ ମହତ୍ତ୍ୱପୂର୍ଣ୍ଣ?”

29 ଯୀଶୁ ଉତ୍ତର ଦେଲେ, “ସବୁଠାରୁ ମହତ୍ତ୍ୱପୂର୍ଣ୍ଣ ଆଦେଶଟି ଏହି ପ୍ରକାରର: ‘ହେ ଇସ୍ରାଏଲ, ଶୁଣ। ଆମ୍ଭ ପ୍ରଭୁ ପରମେଶ୍ୱର ଏକମାତ୍ର ପ୍ରଭୁ। 30 ସମସ୍ତ ହୃଦୟରେ ସମସ୍ତ ଆତ୍ମାରେ, ସମସ୍ତ ମନରେ ଓ ସମସ୍ତ ଶକ୍ତିରେ ତୁମ୍ଭେ ଆପଣା ପ୍ରଭୁ ପରମେଶ୍ୱରଙ୍କୁ ପ୍ରେମ କର।’(A) 31 ଦ୍ୱିତୀୟ ମହତ୍ତ୍ୱପୂର୍ଣ୍ଣ ଆଦେଶଟି ହେଉଛି ଏହି ପ୍ରକାରର: ‘ତୁମ୍ଭେ ନିଜକୁ ଯେପରି ପ୍ରେମ କର, ନିଜର ପଡ଼ୋଶୀକୁ ସେହିପରି ପ୍ରେମ କର’(B) ଏହି ଦୁଇଟି ଆଦେଶ ଛଡ଼ା ଆଉ ବଡ଼ ଆଦେଶ କିଛି ନାହିଁ।”

32 ଏହା ଶୁଣି ଧର୍ମଶାସ୍ତ୍ରୀ ଜଣକ କହିଲେ, “ଗୁରୁ, ପ୍ରଭୁ ପରମେଶ୍ୱର ଯେ, ଏକ ଓ ତାହାଙ୍କ ଛଡ଼ା ଆଉ ଅନ୍ୟ କେହି ନାହିଁ, ଏହା ତୁମ୍ଭେ ଠିକ୍ କହିଛ। 33 ପ୍ରକୃତରେ ଜଣେ ଲୋକକୁ ସମସ୍ତ ହୃଦୟ, ସମସ୍ତ ମନ ଓ ସମସ୍ତ ଶକ୍ତି ଦେଇ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ହେବ। ସେ ଯେପରି ନିଜକୁ ଭଲ ପାଏ, ତାକୁ ଅନ୍ୟକୁ ମଧ୍ୟ ସେହିପରି ଭଲ ପାଇବାକୁ ହେବ। ଆମ୍ଭେ ପରମେଶ୍ୱରଙ୍କୁ ଯେତେ ପଶୁ ବଳି ଓ ଉତ୍ସର୍ଗ ଦାନ ଅର୍ପଣ କରୁ, ସେହି ଗୁଡ଼ିକଠାରୁ ଏହି ଦୁଇଟି ଆଦେଶ ଅଧିକ ମହତ୍ତ୍ୱପୂର୍ଣ୍ଣ।”

34 ଯୀଶୁ ଦେଖିଲେ ଯେ, ଲୋକଟି ବୁଝିବିଗ୍ଭରି ଜ୍ଞାନୀ ଭଳି ଉତ୍ତର ଦେଇଛି। ସେ ତାହାକୁ କହିଲେ, “ତୁମ୍ଭେ ପରମେଶ୍ୱରଙ୍କ ରାଜ୍ୟଠାରୁ ଦୂରରେ ନାହଁ।” ଏହା ପରେ ଆଉ କେହିହେଲେ ଯୀଶୁଙ୍କୁ କୌଣସି ଅଧିକ ପ୍ରଶ୍ନ ପଗ୍ଭରିବାକୁ ସାହସ କଲେ ନାହିଁ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center