Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 51

ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କ ଗୀତ। ଦାଉଦ ବ‌ଥ୍‌ଶେବାଠାରେ ଗମନ କଲାପରେ ତାଙ୍କ ନିକଟକୁ ନାଥନ୍ ଭବିଷ୍ୟ‌ଦ୍‌ବକ୍ତା ଆସିବା ସମୟରେ ରଚିତ।

51 ହେ ପରମେଶ୍ୱର, ଆପଣଙ୍କ ସ୍ନେହପୂର୍ଣ୍ଣ କରୁଣା ଅନୁସାରେ
    ମୋ’ ପ୍ରତି ଦୟାକର।
ତୁମ୍ଭର ମହାନ କରୁଣା ଅନୁସାରେ,
    ମୋର ସମସ୍ତ ପାପ କ୍ଷମା କର।
ମୋ’ ସବୁ ପାପ ଧୋଇ ଦିଅ,
    ଏବଂ ପୁଣି ମୋତେ ପବିତ୍ର କର।
ମୁଁ ଜାଣେ ମୁଁ ପାପ କରିଛି।
    ମୋର ପାପ ସବୁ ସର୍ବଦା ମୋର ସମ୍ମୁଖରେ ଦେଖାଯାଉଛି।
ହେ ପରମେଶ୍ୱର, ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି
    ଓ ମୁଁ ତାହା ହିଁ କରିଛି, ଯାହା ତୁମ୍ଭ ଦୃଷ୍ଟିରେ ଭୁଲ୍।
ତୁମ୍ଭେ ଠିକ୍ କୁହ,
    ଯେତେବେଳେ ମୋର ବିଗ୍ଭର ଓ ନ୍ୟାୟ ସେତେବେଳେ ମୋତେ ଦୋଷୀ ବୋଲି କୁହ।
ମୁଁ ପାପପୂର୍ଣ୍ଣ ପୃଥିବୀରେ ଜନ୍ମ ହେଲି
    ଓ ପାପରୁ ହିଁ ମୋର ମା’ ମୋତେ ଗର୍ଭରେ ଧାରଣ କଲା।
ହେ ପରମେଶ୍ୱର, ମୁଁ ବିଶ୍ୱସ୍ତ ହୁଏ ବୋଲି ତୁମ୍ଭେ ଗ୍ଭହଁ,
    ତେଣୁ ମୋ’ ଅନ୍ତରରେ ପ୍ରକୃତ ଜ୍ଞାନ ପ୍ରଦାନ କର।
ଔଷଧିୟ ବୃକ୍ଷର ପ୍ରୟୋଗ କରି ମୋତେ ବିଧି ସହକାରେ ଶୁଦ୍ଧ କର।
    ମୁଁ ବରଫରୁ ଅଧିକ ଶୁକ୍ଳ ହେବା ପର୍ଯ୍ୟନ୍ତ ମୋତେ ପ୍ରକ୍ଷାଳନ କର।
ଆଉ ମୋତେ ଆନନ୍ଦ ପ୍ରଦାନ କରିବା ପରି ସମ୍ବାଦ ଦିଅ।
    ତୁମ୍ଭ ଦ୍ୱାରା ଭଗ୍ନ ଅସ୍ଥିସବୁ ଆନନ୍ଦରେ ପ୍ରଫୁଲ୍ଲିତ ହେବ।
ମୋର ପାପଗୁଡ଼ିକ ପ୍ରତି ତୁମ୍ଭେ ମୁହଁ ବୁଲାଅ।
    ମୋର ପାପ ସବୁ ପୋଛିଦିଅ।
10 ହେ ପରମେଶ୍ୱର, ମୋ’ ଅନ୍ତରେ ଏକ ପବିତ୍ରଆତ୍ମା ସୃଷ୍ଟି କର!
    ମୋତେ ଗୋଟିଏ ନୂଆ ଓ ବିଶ୍ୱସ୍ତ ଆତ୍ମା ଦିଅ।
11 ତୁମ୍ଭଠାରୁ ମୋତେ ଦୂର କର ନାହିଁ!
    ଏବଂ ତୁମ୍ଭର ପବିତ୍ରଆତ୍ମା ମୋ'ଠାରୁ ନିଅ ନାହିଁ।
12 ତୁମ୍ଭର ପରିତ୍ରାଣ ମୋତେ ଖୁସୀ କଲା!
    ପୁନ୍ନରାୟ ମୋତେ ସେହି ଆନନ୍ଦ ପ୍ରଦାନ କର।
    ମୋର ଆତ୍ମାକୁ ସୁଦୃଢ଼ କର, ଯେପରିକି ମୁଁ ସର୍ବଦା ତୁମ୍ଭକୁ ମାନିବାକୁ ପ୍ରସ୍ତୁତ ହେବି।
13 ମୁଁ ଅପରାଧୀମାନଙ୍କୁ ତୁମ୍ଭ କଥିତ ବଞ୍ଚିବାର ପଥ ଶିଖାଇବି
    ଏବଂ ସେମାନେ ତୁମ୍ଭ ପାଖକୁ ଫେରିବେ।
14 ହେ ପରମେଶ୍ୱର, ମୃତ୍ୟୁ ଦଣ୍ଡରୁ ମୋତେ ରକ୍ଷା କର।
    ହେ ମୋର ପରମେଶ୍ୱର, ଆପଣ ହେଉଛନ୍ତି ଏକମାତ୍ର ଯେକି ମୋତେ ରକ୍ଷା କରି ପାରିବେ!
ତୁମ୍ଭେ ମୋ’ ପାଇଁ କରିଥିବା ଧର୍ମ ବିଷୟର କାର୍ଯ୍ୟସବୁ ମୁଁ ଗାନ କରିବି।
15     ମୋର ପ୍ରଭୁ, ମୋତେ ପାଳନ କରିବାର କାରଣ ଦିଅ, ମୋର ଓଠ ଖୋଲ ତହିଁରେ ମୋର ମୁଖ ତୁମ୍ଭର ପ୍ରଶଂସା ଗାନ କରିବ।
16 ତୁମ୍ଭେ ପ୍ରକୃତରେ ବଳିଦାନ ଗ୍ଭହିଁ ନାହଁ ଏବଂ ତୁମ୍ଭେ ହୋମବଳିରେ ସନ୍ତୁଷ୍ଟ ନୁହଁ।
    ତା'ହେଲେ ମୁଁ ସେଗୁଡ଼ିକ ଦେଇଥା’ନ୍ତି।
17 ନମ୍ର ଆତ୍ମା ପରମେଶ୍ୱରଙ୍କର ଗ୍ରାହ୍ୟବଳି।
    ହେ ପରମେଶ୍ୱର, ତୁମ୍ଭେ ନମ୍ର ହୃଦୟକୁ ଓ ପାପ ପାଇଁ ଅନୁତପ୍ତ ହୃଦୟକୁ ପ୍ରତ୍ୟାଖ୍ୟାନ କରିବ ନାହିଁ।

18 ହେ ପରମେଶ୍ୱର, ନିଜର ଅନୁଗ୍ରହରେ ସିୟୋନର ମଙ୍ଗଳ କର।
    ତୁମ୍ଭେ ଯିରୁଶାଲମର ପ୍ରାଚୀରସବୁ ପୁନଃନିର୍ମାଣ କର।
19 ଏହା ପରେ ତୁମ୍ଭେ ବଳିଦାନ ଓ ପୂର୍ଣ୍ଣ ହୋମବଳି, ଉପଭୋଗ କରିବ।
    ଏବଂ ଲୋକମାନେ ପୁନର୍ବାର ତୁମ୍ଭ ଯଜ୍ଞବେଦିରେ ବୃଷଭମାନ ଉତ୍ସର୍ଗ କରିବେ।

ଦ୍ୱିତୀୟ ବିବରଣ 6:10-25

10 “ତୁମ୍ଭ ପୂର୍ବପୁରୁଷ ଅବ୍ରହାମ, ଇ‌ସ୍‌ହାକ ଓ ଯାକୁବ ନିକଟରେ ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେବା ପାଇଁ ପ୍ରତିଜ୍ଞା କରିଥିଲେ। ସଦାପ୍ରଭୁ ଏହି ଦେଶକୁ ତୁମ୍ଭମାନଙ୍କୁ ଆଣିବେ ଏବଂ ନଗରଗୁଡ଼ିକ ସହିତ ଏହା ତୁମ୍ଭମାନଙ୍କୁ ଦେବେ, ଯେଉଁଗୁଡ଼ିକ ତୁମ୍ଭେମାନେ ନିର୍ମାଣ କରି ନାହଁ ଏବଂ ଯେଉଁଗୁଡ଼ିକ ବୃହତ ଓ ସୁନ୍ଦର ଅଟେ। 11 ଉତ୍ତମ ସାମଗ୍ରୀରେ ପରିପୂର୍ଣ୍ଣ ଗୃହସବୁ ଯାହା ତୁମ୍ଭେ ପୂର୍ଣ୍ଣ କରି ନାହଁ, କୂଅସବୁ ଯାହା ତୁମ୍ଭେ ଖୋଳିଲ ନାହିଁ, ଦ୍ରାକ୍ଷାକ୍ଷେତ୍ର ଓ ଜୀତବୃକ୍ଷ ଯାହାକୁ ତୁମ୍ଭେମାନେ ରୋପଣ କଲ ନାହିଁ, ସେଗୁଡ଼ିକ ତୁମ୍ଭେମାନେ ଭୋଗ କରି ତୃପ୍ତ ହେବ।

12 “ସେତେବେଳେ ତୁମ୍ଭେମାନେ ନିଶ୍ଚିତ ସାବଧାନ ହେବା ଉଚିତ୍ ଯେ, ଯିଏ ତୁମ୍ଭମାନଙ୍କୁ ଦାସ୍ୟଗୃହରୂପ ମିଶରରୁ ମୁକ୍ତ କରି ଆଣିଛନ୍ତି। ତୁମ୍ଭେମାନେ ସେହି ସଦାପ୍ରଭୁଙ୍କୁ ଭୂଲିଯାଅ ନାହିଁ। 13 ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ଭୟ କରିବ ଓ ତୁମ୍ଭେ ତାଙ୍କର ସେବା କରିବ ଓ ତାହାଙ୍କ ନାମରେ ଶପଥ କରିବ। 14 ତୁମ୍ଭେମାନେ ଅନ୍ୟ ଦେବଗଣର, ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟ ଲୋକଙ୍କ ଦେବଗଣର ପଶ୍ଚା‌ଦ୍‌ଗାମୀ ହେବ ନାହିଁ। 15 ତୁମ୍ଭେମାନେ ଯଦି ଏପରି କର, ସଦାପ୍ରଭୁଙ୍କର କ୍ରୋଧ ତୁମ୍ଭ ପ୍ରତିକୂଳରେ ପ୍ରଜ୍ୱଳିତ ହେବ ଓ ସେ ଦେଶରୁ ତୁମ୍ଭକୁ ବିନାଶ କରିବେ। କାରଣ ତୁମ୍ଭ ମଧ୍ୟରେ ଥିବା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣାର ମହିମା ବଜାୟ ରଖିବା ପାଇଁ ଈର୍ଷାପରାୟଣ ଅଟନ୍ତି।

16 “ତୁମ୍ଭେମାନେ ମଃସାରେ ଯେମନ୍ତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପରୀକ୍ଷା କଲା ପରି, ପୁଣି ଥରେ ତୁମ୍ଭେମାନେ ତାଙ୍କୁ ପରୀକ୍ଷା କରିବା ଉଚିତ୍ ନୁହଁ। 17 ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ତୁମ୍ଭ ପ୍ରତି ଆଦିଷ୍ଟ ସମସ୍ତ ଆଜ୍ଞା ଓ ତାହାଙ୍କ ଶିକ୍ଷା ଓ ତାହାଙ୍କ ବିଧି ଯତ୍ନପୂର୍ବକ ପାଳନ କରିବ। 18 ଏହା ପରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ନ୍ୟାୟ ଓ ଉତ୍ତମ ତୁମ୍ଭେ ତାହା କରିବ, ତହିଁରେ ତୁମ୍ଭର ମଙ୍ଗଳ ହେବ ଓ ତୁମ୍ଭେମାନେ ଆସିବ ଓ ଉତ୍ତମ ଭୂମି ଅଧିକାର କରିବ ଯାହାକି ସଦାପ୍ରଭୁ ତୁମ୍ଭର ପୂର୍ବପୁରୁଷମାନଙ୍କଠାରେ ପ୍ରତିଜ୍ଞା କରିଥିଲେ। 19 ଏବଂ ସଦାପ୍ରଭୁ ତୁମ୍ଭମାନଙ୍କର ସମସ୍ତ ଶତ୍ରୁମାନଙ୍କୁ ତୁମ୍ଭମାନଙ୍କ ସମ୍ମୁଖରୁ ଦୂର କରି ଦେବେ, ଯେ ରୂପେ ସେ କହିଛନ୍ତି।

ପରମେଶ୍ୱରଙ୍କ କାର୍ଯ୍ୟ ବିଷୟରେ ତୁମ୍ଭର ସନ୍ତାନମାନଙ୍କୁ ଶିକ୍ଷା ଦିଅ

20 “ଭବିଷ୍ୟତରେ ଯଦି ତୁମ୍ଭର ସନ୍ତାନମାନେ ତୁମ୍ଭକୁ ପଗ୍ଭରିବେ, ‘ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁସବୁ ଆଜ୍ଞା, ବିଧି ଓ ଶାସନ ଦେଇଛନ୍ତି, ସେସବୁର ଅଭିପ୍ରାୟ କ’ଣ?’ 21 ତୁମ୍ଭେମାନେ ଆପଣା ସନ୍ତାନମାନଙ୍କୁ କହିବ, ‘ଆମ୍ଭେମାନେ ମିଶରରେ ଫାରୋର ବନ୍ଧାଦାସ ଥିଲୁ, ପୁଣି ସଦାପ୍ରଭୁ ବଳବାନ୍ ହସ୍ତଦ୍ୱାରା ଆମ୍ଭମାନଙ୍କୁ ମିଶରରୁ ବାହାରକରି ଆଣିଲେ। 22 ସଦାପ୍ରଭୁ ଆମ୍ଭମାନଙ୍କ ସାକ୍ଷାତରେ ମିଶର ପ୍ରତି, ଫାରୋଙ୍କ ପ୍ରତି ଓ ତାଙ୍କର ସମସ୍ତ ପରିବାର ପ୍ରତି, ମହତ୍ ଓ କ୍ଳେଶଦାୟକ ଚିହ୍ନ ଓ ଆଶ୍ଚର୍ଯ୍ୟକ୍ରିୟା ଦେଖାଇଲେ। 23 ପୁଣି ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲେ। ସେ ଦେଶରେ ପରମେଶ୍ୱର ଆମ୍ଭମାନଙ୍କୁ ପହଞ୍ଚାଇ ତାହା ଦେବା ନିମନ୍ତେ ମିଶରରୁ ବାହାର କରି ଆଣିଲେ। 24 ଏବଂ ସଦାପ୍ରଭୁ ଆଜିଦିନ ପରି ଯେପରି ଆମ୍ଭମାନଙ୍କୁ ସଜୀବ ରକ୍ଷା କରି ପାରିବେ, ଏଥିପାଇଁ ଆମ୍ଭମାନଙ୍କ ନିତ୍ୟ ମଙ୍ଗଳ ନିମନ୍ତେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କୁ ଭୟ କରିବା ପାଇଁ ସେ ଆମ୍ଭମାନଙ୍କ ପାଳନାର୍ଥେ ଏହି ସକଳ ବିଧି ଆମ୍ଭମାନଙ୍କୁ ଆଜ୍ଞା କଲେ। 25 ଆଉ ଯେବେ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ତାହାଙ୍କ ଆଜ୍ଞା ଅନୁସାରେ ଏହି ସମସ୍ତ ବ୍ୟବସ୍ଥା ପାଳନ କରିବାକୁ ମନୋଯୋଗ କରିବା, ତେବେ ତାହା ଆମ୍ଭମାନଙ୍କ ପ୍ରତି ଧାର୍ମିକତା ହେବ।’

ରୋମୀୟଙ୍କ ପ୍ରତି ପତ୍ର 12:17-21

17 ମନ୍ଦ ପ୍ରତିବଦଳରେ କାହାରି ପ୍ରତି ମନ୍ଦ କର ନାହିଁ। ଯାହାକୁ ସବୁ ଲୋକ ଭଲ ବୋଲି ଚିନ୍ତା କରନ୍ତି ସେହିଭଳି କାମ କରିବା ତୁମ୍ଭର ଲକ୍ଷ ହେଉ। 18 ଲୋକଙ୍କ ସହିତ ଶାନ୍ତିରେ ରହିବା ପାଇଁ ଯଥାସାଧ୍ୟ ଚେଷ୍ଟା କର। 19 ତୁମ୍ଭମାନଙ୍କ ପ୍ରତି ଭୁଲ୍ କରିଥିବା ଲୋକକୁ ନିଜ ତରଫରୁ ଦଣ୍ତ ଦିଅ ନାହିଁ। ତାହାକୁ ପରମେଶ୍ୱରଙ୍କ କ୍ରୋଧ ଦ୍ୱାରା ଦଣ୍ତିତ ହେବା ଲାଗି ଅପେକ୍ଷା କର। ଶାସ୍ତ୍ରରେ ଲେଖା ଅଛି: ପରମେଶ୍ୱର କହିଛନ୍ତି,

“ଦଣ୍ତ ଦେବା ମୋର କାମ।
    ମୁଁ ଲୋକମାନଙ୍କୁ ପ୍ରତିଦାନ ଦେବି।”(A)

20 କିନ୍ତୁ ତୁମ୍ଭେମାନେ ଏପରି କରିବା ଉଚିତ୍:

“ଯଦି ତୁମ୍ଭର ଶତ୍ରୁ ଭୋକରେ ଅଛି,
    ତାହାକୁ ଖାଇବାକୁ ଦିଅ,
ଯଦି ତୁମ୍ଭ ଶତ୍ରୁ ତୃଷିତ ଅଛି,
    ତାହାକୁ ପିଇବାକୁ ଦିଅ।
ଏପରି କଲେ ତୁମ୍ଭେ ତାହାକୁ ଲଜ୍ଜିତ କରି ପାରିବ।”(B)

21 ମନ୍ଦ ଦ୍ୱାରା ହାରି ଯାଅ ନାହିଁ। ତୁମ୍ଭେ ଭଲ କାମ କରି ମନ୍ଦକୁ ହରାଇବାକୁ ଚେଷ୍ଟା କର।

ରୋମୀୟଙ୍କ ପ୍ରତି ପତ୍ର 13:8-10

ଅନ୍ୟ ଲୋକଙ୍କୁ ପ୍ରେମ କରିବା ହିଁ ବ୍ୟବସ୍ଥା ଅଟେ

କାହାର ଋଣୀ ହୁଅ ନାହିଁ। କିନ୍ତୁ ପରସ୍ପର ପ୍ରତି ପ୍ରେମର ଋଣରେ ଋଣୀ ହୁଅ। ଯେଉଁ ଲୋକ ପ୍ରତିବାସିକୁ ପ୍ରେମ କରେ ସେ ସମ୍ପୂର୍ଣ୍ଣ ବ୍ୟବସ୍ଥା ମାନିଛି। ମୁଁ ଏପରି କହୁଛି, କାରଣ ବ୍ୟବସ୍ଥା କୁହେ: “ବ୍ୟଭିଗ୍ଭର କର ନାହିଁ, କାହାକୁ ବଧ କର ନାହିଁ, କୌଣସି ଜିନିଷ ଗ୍ଭେରି କର ନାହିଁ, ଅନ୍ୟ ଲୋକର ଜିନିଷ ପ୍ରତି ଲୋଭ ରଖ ନାହିଁ।”(A) ଏହି ସମସ୍ତ ଆଦେଶ ଗୁଡ଼ିକ ଓ ଅନ୍ୟ ସମସ୍ତ ଆଦେଶ ଗୁଡ଼ିକ ସାରାଂଶ ଭାବେ ଏହି ବ୍ୟବସ୍ଥାର ଅନ୍ତର୍ଗତ ଅଟେ, ଯଥା: “ନିଜକୁ ପ୍ରେମ କଲା ଭଳି ଅନ୍ୟ ପ୍ରତିବାସିକୁ ପ୍ରେମ କର।”(B) 10 ପ୍ରେମ ଅନ୍ୟ ଲୋକକୁ ଆଘାତ କରେ ନାହିଁ, ଅତଏବ ପ୍ରେମ କରିବା ସମ୍ପୂର୍ଣ୍ଣ ବ୍ୟବସ୍ଥା ପାଳନର ସମକକ୍ଷ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center