Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ରାଜାବଳୀର ପ୍ରଥମ ପୁସ୍ତକ 17:8-16

ତତ୍ପରେ ସଦାପ୍ରଭୁ ଏଲିୟକୁ କହିଲେ, “ସୀଦୋନର ସାରିଫ‌ତ୍‌କୁ ଯାଇ ସେଠାରେ ବାସ କର। ସେଠାରେ ଥିବା ଜଣେ ବିଧବାଙ୍କୁ ଆମ୍ଭେ ଆଜ୍ଞା ଦେଇଅଛୁ, ସେ ତୁମ୍ଭକୁ ଭରଣ ପୋଷଣ କରିବ।”

10 ତେଣୁ ଏଲିୟ ସାରିଫ‌ତ୍‌କୁ ଗଲେ। ସେ ନଗର ଦ୍ୱାର ନିକଟରେ ଏକ ବିଧବା ସ୍ତ୍ରୀକୁ କାଠ ସଂଗ୍ରହ କରୁଥିବାର ଦେଖିଲେ। ଏଲିୟ ତାକୁ କହିଲେ, “ତୁମ୍ଭ ପାତ୍ରରେ କିଛି ଜଳ ପିଇବାକୁ ଆଣ।” 11 ସେ ପାଣି ଆଣିବାକୁ ଯାଉଥିବା ବେଳେ ଏଲିୟ ପୁନର୍ବାର ଡାକି କହିଲେ, “ମୋର ଅନୁରୋଧ ମୋ’ ପାଇଁ ଖଣ୍ଡେ ରୋଟୀ ମଧ୍ୟ ଆଣ।”

12 ବିଧବାଟି ଉତ୍ତର ଦେଲା, “ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କ ନାମରେ ମୁଁ ପ୍ରତିଜ୍ଞା କରି କହୁଛି, ମୋ’ ପାଖରେ ଖଣ୍ଡେ ହେଲେ ‌ରୋଟୀ ନାହିଁ, କେବଳ କଳସରେ ମୁଠିଏ ମଇଦା ଓ ପାତ୍ରରେ ଅଳ୍ପ ତେଲ ଅଛି। ଆଉ ଦେଖ, ମୁଁ ଦୁଇଖଣ୍ତ କାଠ ସଂଗ୍ରହ କରୁଛି, ତାକୁ ନେଲେ ମୋ’ ପାଇଁ ଓ ମୋ’ ପୁତ୍ର ପାଇଁ ପାକ କରି ଖାଇବୁ ଓ ତା'ପରେ କ୍ଷୁଧାରେ ମରିବୁ।”

13 ଏଲିୟ ସେହି ବିଧବାକୁ କହିଲେ, “ଦୁଃଖ କର ନାହିଁ। ଘରକୁ ଯାଇ ତୁମ୍ଭ କହିବାନୁସାରେ ଖାଦ୍ୟ ପ୍ରସ୍ତୁତ କର। କିନ୍ତୁ ପ୍ରଥମେ ଏକ ଛୋଟ ପିଠା କରି ମୋ’ ନିକଟକୁ ଆଣ। ତା'ପରେ ତୁମ୍ଭ ପାଇଁ ଓ ତୁମ୍ଭ ପୁତ୍ର ପାଇଁ ପ୍ରସ୍ତୁତ କର। 14 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ଯେପର୍ଯ୍ୟନ୍ତ ସଦାପ୍ରଭୁ ବର୍ଷା ନ ପଠାନ୍ତି ସେ ପର୍ଯ୍ୟନ୍ତ କଳସରେ ମଇଦା ଶୂନ୍ୟ ହେବ ନାହିଁ କି ପାତ୍ରରେ ତୈଳର ଅଭାବ ରହିବ ନାହିଁ।’”

15 ତେଣୁ ସେ ସ୍ତ୍ରୀଲୋକଟି ଘରକୁ ଗଲା ଓ ଏଲିୟଙ୍କ ବାକ୍ୟାନୁସାରେ କାର୍ଯ୍ୟ କଲା। ଏଲିୟ, ସେହି ସ୍ତ୍ରୀଲୋକ ଓ ତା'ର ପୁତ୍ର ପାଇଁ ଅନେକ ଦିନ ପର୍ଯ୍ୟନ୍ତ ଯଥେଷ୍ଟ ଭୋଜନ କରିବାକୁ ଥିଲା। 16 ସେହି ମଇଦା କଳସ ଓ ତୈଳପାତ୍ର କେବେ ଶୂନ୍ୟ ହେଲା ନାହିଁ। ସଦାପ୍ରଭୁ ଏଲିୟ ମାଧ୍ୟମରେ ଯାହାସବୁ କହିଥିଲେ ସେ ସମସ୍ତ ଘଟିଲା।

ଗୀତସଂହିତା 146

146 ସଦାପ୍ରଭୁଙ୍କର ପ୍ରଶଂସା କର!
    ମୁଁ ନିଜକୁ କହେ, ସଦାପ୍ରଭୁଙ୍କର ପ୍ରଶଂସା କର।
ମୁଁ ଜୀବନସାରା ସଦାପ୍ରଭୁଙ୍କର ପ୍ରଶଂସା କରିବି।
    ମୁଁ ଜୀବନସାରା ମୋର ପରମେଶ୍ୱରଙ୍କର ପ୍ରଶଂସାର ଗୀତ ଗାଇବି।
ସାହାଯ୍ୟ ପାଇଁ ଅଧିପତିମାନଙ୍କ ଉପରେ ନିର୍ଭର ରଖ ନାହିଁ।
    ଲୋକମାନଙ୍କ ପ୍ରତି ଭରସା କର ନାହିଁ।
    କାରଣ ଲୋକମାନେ ତୁମ୍ଭକୁ ରକ୍ଷା କରି ପାରିବେ ନାହିଁ।
ଲୋକମାନେ ମରନ୍ତି ଓ କବର ନିଅନ୍ତି।
    ଆଉ ସେହି ଦିନ, ସେମାନଙ୍କର ଯୋଜନା ସବୁ ମଧ୍ୟ ମରିଯାଏ।
କିନ୍ତୁ ସେହିମାନେ ଭାଗ୍ୟବାନ୍ ଯେଉଁମାନଙ୍କର ଯାକୁବର ପରମେଶ୍ୱର ଅଛନ୍ତି, ସେହିମାନଙ୍କୁ ସାହାଯ୍ୟ କରିବା ପାଇଁ,
    ସେହିମାନେ ସେମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ଉପରେ ନିର୍ଭର କରନ୍ତି।
ସଦାପ୍ରଭୁ ସ୍ୱର୍ଗ, ପୃଥିବୀ, ସମୁଦ୍ର
    ଏବଂ ଏଥିରେ ଥିବା ପ୍ରତ୍ୟେକ ବସ୍ତୁ ମଧ୍ୟ ତିଆରି କଲେ।
ସେ ସର୍ବଦା ବିଶ୍ୱସ୍ତ ଅଟନ୍ତି।
ସଦାପ୍ରଭୁ ଉପଦ୍ରବ ଗ୍ରସ୍ତ ଲୋକ ପକ୍ଷରେ ଯାହା ନ୍ୟାୟ ତାହା କରନ୍ତି।
    ସେ କ୍ଷୁଧାର୍ତ୍ତମାନଙ୍କୁ ଖାଦ୍ୟ ଦିଅନ୍ତି।
ସଦାପ୍ରଭୁ ବନ୍ଦୀଗଣଙ୍କୁ ମୁକ୍ତ କରନ୍ତି।
    ସଦାପ୍ରଭୁ ଆମ୍ଭମାନଙ୍କୁ ଦୃଷ୍ଟି ପ୍ରଦାନ କରନ୍ତି।
ସଦାପ୍ରଭୁ ବିପଦରେ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି।
    ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି।
ସଦାପ୍ରଭୁ ଆମ୍ଭ ଦେଶରେ ରହୁଥିବା ବିଦେଶୀମାନଙ୍କୁ ରକ୍ଷା କରନ୍ତି।
    ସେ ପିତୃହୀନ ଓ ବିଧବାଙ୍କର ଯତ୍ନ ନିଅନ୍ତି,
    ମାତ୍ର ସେ ଦୁଷ୍ଟମାନଙ୍କୁ ଧ୍ୱଂସ କରନ୍ତି।
10 ସଦାପ୍ରଭୁ ଚିରକାଳ ରାଜ୍ୟ କରିବେ।
    ହେ ସିୟୋନ, ତୁମ୍ଭର ପରମେଶ୍ୱର ସଦାସର୍ବଦା ରାଜ୍ୟ କରିବେ।

ସଦାପ୍ରଭୁଙ୍କର ପ୍ରଶଂସା କର।

ଏବ୍ରୀ 9:24-28

24 ଖ୍ରୀଷ୍ଟ ମହାପବିତ୍ର ସ୍ଥାନ ଭିତରକୁ ଗଲେ। କିନ୍ତୁ ସେ ମନୁଷ୍ୟ ହସ୍ତନିର୍ମିତ ମହାପବିତ୍ର ସ୍ଥାନକୁ ଗଲେ ନାହିଁ। ଏହି ପରମ ପବିତ୍ର ସ୍ଥାନଟି ପ୍ରକୃତ ସ୍ଥାନର ପ୍ରତିକୃତି ମାତ୍ର। ଯୀଶୁ ସ୍ୱର୍ଗ ଭିତରକୁ ଗଲେ।

25 ବର୍ତ୍ତମାନ ସେ ମଧ୍ୟ ଆମ୍ଭକୁ ସାହାଯ୍ୟ କରିବା ପାଇଁ ସେଠାରେ ପରମେଶ୍ୱରଙ୍କ ଆଗରେ ଅଛନ୍ତି। ମହାଯାଜକ ମହାପବିତ୍ର ସ୍ଥାନରେ ବର୍ଷକୁ ଥରେ ମାତ୍ର ପ୍ରବେଶ କରନ୍ତି। ପୁଣି ଉତ୍ସର୍ଗ କରିବା ନିମନ୍ତେ ରକ୍ତ ନେଇ ଯାଆନ୍ତି। କିନ୍ତୁ ସେ ଯୀଶୁଙ୍କ ଭଳି ନିଜର ରକ୍ତ ସମର୍ପଣ କରନ୍ତି ନାହିଁ। ମହାଯାଜକ ଯେପରି ଥରକୁ ଥର ରକ୍ତ ସମର୍ପଣ କରନ୍ତି, ଖ୍ରୀଷ୍ଟ ନିଜକୁ ସେଭଳି ଥରକୁ ଥର ସମର୍ପଣ କରିବା ପାଇଁ ସ୍ୱର୍ଗରେ ପ୍ରବେଶ କରି ନ ଥିଲେ। 26 ଯଦି ଖ୍ରୀଷ୍ଟ ନିଜକୁ ଅନେକ ଥର ସମର୍ପଣ କରି ଥାଆନ୍ତେ, ତା'ହେଲେ ଜଗତ ସୃଷ୍ଟି ହେବା ଦିନଠାରୁ ତାହାଙ୍କୁ ଅନେକ ଥର ଯାତନା ସହିବାକୁ ପଡ଼ିଥା’ନ୍ତା। କିନ୍ତୁ ଖ୍ରୀଷ୍ଟ ଥରେ ମାତ୍ର ଆସିଲେ ଓ ନିଜକୁ ଉତ୍ସର୍ଗ କଲେ। ଯୁଗାନ୍ତ ସମୟରେ ଆପଣାକୁ ବଳିରୂପେ ଉତ୍ସର୍ଗ କରିବା ଦ୍ୱାରା ଯୀଶୁ ସମସ୍ତ ପାପ ହରଣ କରିବା ପାଇଁ ଆସିଥିଲେ।

27 ପ୍ରତ୍ୟେକ ଲୋକ ଥରେ ମରିବା ଦରକାର। ଜଣେ ମଲାପରେ ତାହାର ବିଗ୍ଭର ହୁଏ। 28 ଖ୍ରୀଷ୍ଟ ଥରେ ବଳି ଭାବରେ ସମର୍ପିତ ହେଲେ, ଯେପରି ଅନେକ ଲୋକଙ୍କର ପାପ ଦୂର କରି ପାରିବେ। ଖ୍ରୀଷ୍ଟ ଦ୍ୱିତୀୟ ଥର ଲୋକମାନଙ୍କର ପାପ ପାଇଁ ନୁହେଁ, ମାତ୍ର ଯେଉଁମାନେ ତାହାଙ୍କ ପାଇଁ ପ୍ରତୀକ୍ଷା କରୁଥିବେ, ସେମାନଙ୍କର ମୁକ୍ତି ପାଇଁ ଆସିବେ।

ମାର୍କ ଲିଖିତ ସୁସମାଗ୍ଭର 12:38-44

ଯୀଶୁ ବିଧି ପ୍ରଗ୍ଭରକମାନଙ୍କୁ ସମାଲୋଚନା କଲେ

(ମାଥିଉ 23:6-7; ଲୂକ 11:43; 20:45-47)

38 ଯୀଶୁ ଶିକ୍ଷା ଦେଇ ଗ୍ଭଲିଥିଲେ। ସେ କହିଲେ, “ଧର୍ମଶାସ୍ତ୍ରୀମାନଙ୍କଠାରୁ ସାବଧାନ ରୁହ। ସେମାନେ ଲମ୍ବା ଲମ୍ବା ରାଜକୀୟ ପୋଷାକ ପିନ୍ଧି ଏଣେ ତେଣେ ବୁଲିବାକୁ ଭଲ ପାଆନ୍ତି। ସେମାନେ ଭଲ ପାଆନ୍ତି ଯେ, ଲୋକେ ତାହାଙ୍କୁ ହାଟ ବଜାରରେ ସମ୍ମାନ ଦେଖାନ୍ତୁ। 39 ସମାଜଗୃହରେ ସେମାନେ ମହତ୍ତ୍ୱପୂର୍ଣ୍ଣ ଆସନରେ ବସିବାକୁ ଭଲ ପାଆନ୍ତି। ଭୋଜିରେ ସେମାନେ, ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ସ୍ଥାନ ପାଇବାକୁ ଭଲ ପାଆନ୍ତି। 40 ସେମାନେ ବିଧବାମାନଙ୍କ ପ୍ରତି ଅତ୍ୟନ୍ତ ନୀଚ ବ୍ୟବହାର ଦେଖାନ୍ତି। ସେମାନେ ବିଧବାମାନଙ୍କର ସମ୍ପତ୍ତି ଅପହରଣ କରି ନିଅନ୍ତି। ଭଲ ଦେଖେଇ ହେବା ପାଇଁ ସେମାନେ ଲମ୍ବା ପ୍ରାର୍ଥନା କରନ୍ତି। ଏଭଳି ଲୋକମାନଙ୍କୁ ପରମେଶ୍ୱର କଠିନ ଶାସ୍ତି ଦେବେ।”

ଏକ ବିଧବାର ପ୍ରକୃତ ଦାନ

(ଲୂକ 21:1-4)

41 ଯୀଶୁ ମନ୍ଦିରର ଦାନ ବାକ୍ସ ପାଖରେ ବସିଥିଲେ। ଲୋକମାନେ କିଭଳି ଭାବରେ ଦାନ ବାକ୍ସରେ ଟଙ୍କା ଭର୍ତ୍ତି କରୁଛନ୍ତି, ତାହା ସେ ଲକ୍ଷ୍ୟ କରୁଥିଲେ। ବହୁତ ଧନୀ ଲୋକ ଦାନ ବାକ୍ସରେ ପ୍ରଚୁର ଟଙ୍କା ପକାଉଥିଲେ। 42 ପରେ ଗରିବ ବିଧବାଟିଏ ସେଠାକୁ ଆସିଲା ଓ ସେଥିରେ ସେ ମାତ୍ର ଦୁଇଟି ତମ୍ବା-ମୁଦ୍ରା ପକେଇଲା। ଏହି ମୁଦ୍ରା ଦୁଇଟିର ମୂଲ୍ୟ ପଇସାଟିଏ ସାଙ୍ଗରେ ବି ସମାନ ନୁହେଁ।

43 ତା'ପରେ ଯୀଶୁ ନିଜ ଶିଷ୍ୟମାନଙ୍କୁ ପାଖକୁ ଡାକି କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ଏହି ସମସ୍ତ ଧନୀ ଲୋକମାନେ ଦେଇଥିବା ଦାନଠାରୁ ଏହି ଗରିବ ବିଧବାଟି ପ୍ରକୃତରେ ବହୁତ ଅଧିକ ଦେଇଛି। 44 କାରଣ ଧନୀ ଲୋକମାନଙ୍କ ପାଖରେ ପ୍ରଚୁର ଅଛି। ସେମାନେ ତାହାଙ୍କର ଦରକାର ନ ଥିବା ବଳକା ଅର୍ଥରୁ ହିଁ ଦାନ ଦେଇଛନ୍ତି। କିନ୍ତୁ ଏହି ବିଧବାଟି ବହୁତ ଗରିବ। ଏହି ଗରିବଟି ନିକଟରେ ଯାହା ଥିଲା, ସେ ସବୁତକ ଦାନ ସ୍ୱରୂପ ଦେଇ ଦେଇଛି। ତା'ର ଚଳିବା ପାଇଁ ସେତିକି ମାତ୍ର ସମ୍ବଳ ଥିଲା।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center