Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 94

94 ହେ ସଦାପ୍ରଭୁ, ପ୍ରତିଫଳ ଦାତା ପରମେଶ୍ୱର, ଯିଏ ଦଣ୍ଡ ଦିଅନ୍ତି,
    ତୁମ୍ଭର ମହାନତା ଦେଖାଅ।
ତୁମ୍ଭେ ହେଉଛ ସାରା ପୃଥିବୀର ବିଗ୍ଭରକର୍ତ୍ତା।
    ଜାଗି ଉଠ ଏବଂ ଅହଙ୍କାରୀ ଲୋକମାନଙ୍କୁ ତାଙ୍କର କର୍ମାନୁସାରେ ଫଳ ଦିଅ, ଯାହା ସେମାନେ ଗ୍ଭହାନ୍ତି।
ହେ ସଦାପ୍ରଭୁ, ଦୁଷ୍ଟମାନେ କେତେ କାଳଯାଏ ଶାସନ କରିବେ?
    ସଦାପ୍ରଭୁ ଆଉ କେତେ କାଳ?
ସେହି ଦାଗିମାନେ ଆଉ କେତେ କାଳ ଅହଙ୍କାର କଥା କହିବେ?
    ସେହି ଅଧର୍ମାଗ୍ଭରୀମାନେ କେତେ କାଳ ଦର୍ପ କରିବେ?
ହେ ସଦାପ୍ରଭୁ, ସେମାନେ ତୁମ୍ଭ ଲୋକମାନଙ୍କୁ ନିରାଶ କରନ୍ତି।
    ସେମାନେ ତୁମ୍ଭର ଲୋକମାନଙ୍କୁ ଯନ୍ତ୍ରଣା ଦିଅନ୍ତି।
ସେହି ଲୋକମାନେ ବିଧବାମାନଙ୍କୁ ଓ ନିଜ ଦେଶରେ ଥିବା ଅତିଥିମାନଙ୍କୁ ବାଧ୍ୟ କରନ୍ତି।
    ସେମାନେ ଅନାଥ ପିଲାମାନଙ୍କୁ ମଧ୍ୟ ହତ୍ୟା କରନ୍ତି।
ସେମାନେ ଏହିପରି କହନ୍ତି ଯେ, ସଦାପ୍ରଭୁ ସେମାନଙ୍କର କୁକର୍ମକୁ ଦେଖି ପାରିବେ ନାହିଁ।
    କିଅବା ଯାକୁବର ପରମେଶ୍ୱର ବିବେଚନା କରିବେ ନାହିଁ।

ହେ ପଶୁବତ୍ ଲୋକମାନେ,
    ତୁମ୍ଭେ କେବେ ବୁଦ୍ଧି ପାଇବ?
ହେ ନିର୍ବୋଧ ଅଧର୍ମକାରୀ ଲୋକ,
    ଚେଷ୍ଟା କର ଏବଂ ବୁଝ।
ପରମେଶ୍ୱର ଆମ୍ଭର କର୍ଣ୍ଣ ସୃଷ୍ଟି କଲେ,
    ସେ କ’ଣ ଶୁଣିପାରୁ ନାହାନ୍ତି!
ପରମେଶ୍ୱର ଆମ୍ଭମାନଙ୍କର ଚକ୍ଷୁ ସୃଷ୍ଟି କରିଛନ୍ତି।
    ସେ କ’ଣ ଦେଖି ପାରିବେ ନାହିଁ! ଯାହାସବୁ ଘଟିଯାଉଛି।
10 ଜଣେ ଯିଏକି ଜାତିଗଣକୁ ସଂଶୋଧନ କରନ୍ତି, ତୁମ୍ଭକୁ ଦଣ୍ଡ ଦେବେ?
    ସେ ମାନବମାନଙ୍କୁ ଜ୍ଞାନ ବିଷୟରେ ଶିକ୍ଷା ଦିଅନ୍ତି।
11 ସଦାପ୍ରଭୁ ଜାଣନ୍ତି
    ଲୋକମାନଙ୍କର ଚିନ୍ତାଧାରା ଅସାର ମାତ୍ର।

12 ହେ ସଦାପ୍ରଭୁ, ଯେଉଁ ଲୋକମାନଙ୍କୁ ତୁମ୍ଭେ ଶାସନ କର, ସେମାନେ ଆଶୀର୍ବାଦ ପ୍ରାପ୍ତ ହେବେ।
    ତୁମ୍ଭେ ଆପଣା ନିୟମରେ ସେମାନଙ୍କୁ ବଞ୍ଚିବାର ଠିକ୍ ମାର୍ଗ ଶିକ୍ଷା ଦିଅ।
13 ବିପଦ ବେଳେ ସେମାନଙ୍କୁ ସୁସ୍ଥିର କର,
    ଦୁଷ୍ଟମାନେ ବିନାଶ ହେବା ପର୍ଯ୍ୟନ୍ତ ତୁମ୍ଭର ଅନୁଗାମୀମାନଙ୍କୁ ସାହାଯ୍ୟ କର।
14 ସଦାପ୍ରଭୁ ଆପଣା ଲୋକମାନଙ୍କୁ ଦୂର କରିବେ ନାହିଁ।
    ସେ ନିଜର ପ୍ରାଧାନ୍ୟତ୍ୱକୁ ପରିତ୍ୟାଗ କରିବେ ନାହିଁ।
15 ନ୍ୟାୟ ଫେରିବ ଏବଂ ଏହା ସ୍ୱଚ୍ଛତା ଆଣିବ
    ଏବଂ ଯେଉଁ ସମସ୍ତ ବ୍ୟକ୍ତି ସତ୍ୟପ୍ରିୟ ଅଟନ୍ତି, ନ୍ୟାୟର ଅନୁଗାମୀ ହେବେ।

16 ଦୁଷ୍ଟ ଲୋକମାନଙ୍କ ବିରୁଦ୍ଧରେ ଲଢ଼ିବା ପାଇଁ କିଏ ମୋତେ ସାହାଯ୍ୟ କରିବ?
    ଦୁଷ୍ଟ ଲୋକମାନଙ୍କ ବିପକ୍ଷରେ କିଏ ମୋ’ ସହିତ ଠିଆ ହେବ?
17 ଯଦି ମୋତେ ସଦାପ୍ରଭୁ ସାହାଯ୍ୟ କରି ନ ଥା’ନ୍ତେ,
    ତେବେ ମୃତ୍ୟୁ ମୋର ପ୍ରାଣକୁ ଅତିକ୍ରମ କରି ଯାଇଥା’ନ୍ତା।
18 ମୁଁ ଭାବିଲି, ମୁଁ ତଳକୁ ଖସିବା ଅବସ୍ଥାରେ ଥିଲି
    କିନ୍ତୁ ପ୍ରଭୁ ତୁମ୍ଭର ପ୍ରେମ, ମୋତେ ସକ୍ଷମ ହେଲା।
19 ମୁଁ ଅତି ବ୍ୟସ୍ତ ଓ ଚିନ୍ତିତ ଥିଲା ବେଳେ,
    ସଦାପ୍ରଭୁ ମୋତେ ଆନନ୍ଦ ଓ ଖୁସୀ ଦେଲେ।

20 ହେ ପରମେଶ୍ୱର, ତୁମ୍ଭେ ନିଷ୍ଠୁର ବିଗ୍ଭରକମାନଙ୍କୁ ସାହାଯ୍ୟ କର ନାହିଁ।
    ସେହି ଅଧର୍ମୀ ବିଗ୍ଭରକମାନେ ଲୋକମାନଙ୍କର ଜୀବନକୁ ଦୁର୍ବିସହ କରିବା ପାଇଁ ନିୟମକୁ ବ୍ୟବହାର କରନ୍ତି।
21 ଯେଉଁ ବିଗ୍ଭରକଗଣ ଭଲ ଲୋକମାନଙ୍କୁ ନ୍ୟାୟ ଦିଅନ୍ତି ନାହିଁ,
    ସେମାନେ କହନ୍ତି ନିରୀହ ଲୋକମାନେ ଦୋଷୀ ଏବଂ ସେମାନଙ୍କୁ ମରଣର ଆରୋପ କର।
22 ମାତ୍ର ସଦାପ୍ରଭୁ ଉଚ୍ଚ ପର୍ବତରେ ମୋର ଉଚ୍ଚ ଦୁର୍ଗ
    ଓ ମୋର ପରମେଶ୍ୱର ମୋର ଆଶ୍ରୟଶୈଳ ହୋଇଅଛନ୍ତି।
23 ପରମେଶ୍ୱର ସେହି ଅଧର୍ମୀ ବିଗ୍ଭରକମାନଙ୍କୁ
    ତାଙ୍କର କୃତ କର୍ମ ପାଇଁ ଦଣ୍ଡ ଦେବେ।
    ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ସେମାନଙ୍କୁ ଧ୍ୱଂସ କରିବେ।

ଋତର ବିବରଣ ପୁସ୍ତକ 4:7-22

ବହୁ ଦିନ ପୂର୍ବରୁ ଯେତେବେଳେ ଲୋକମାନେ ସେମାନଙ୍କର କଠଉ ଅନ୍ୟକୁ ଦିଅନ୍ତି, ଏହା ଇସ୍ରାଏଲରେ ବନ୍ଧକ ସମ୍ପତ୍ତି ମୁକୁଳାଇବାର ସାକ୍ଷୀ ଅଟେ। ମୁକ୍ତିକର୍ତ୍ତା ଜ୍ଞାତି ଯେତେବେଳେ ବୋୟାଜକୁ “ସେହି ଭୂମି କିଣିବାକୁ” କହିଲା। ସେ ତା'ର ପାଦୁକା କାଢ଼ି ତାଙ୍କୁ ଦେଲା।

ଏହା ପରେ ବୋୟାଜ, ପ୍ରାଚୀନବର୍ଗ ଓ ସେଠାରେ ଥିବା ସମସ୍ତ ଲୋକଙ୍କୁ କହିଲା, “ଆଜି ଆପଣମାନେ ସମସ୍ତେ ସାକ୍ଷୀ। ମୁଁ ଆଜି ନୟମୀଠାରୁ ସମସ୍ତ କିଣୁଅଛି। ଯାହାକି ସବୁ ଏଲିମେଲକ, କିଲିୟୋନ ଏବଂ ମହଲୋନର ଥିଲା। 10 ମୁଁ ମଧ୍ୟ ମୋୟାବ ଦେଶୀୟ ମୃତ ମହଲୋନର ବିଧବା ସ୍ତ୍ରୀ ଋତକୁ ମୋର ସ୍ତ୍ରୀ ରୂପେ ଗ୍ରହଣ କଲି। ଯାହାଫଳରେ ମୃତ ବ୍ୟକ୍ତିର ଜମିଜମା ସବୁ ତା'ର ପରିବାରରେ ରହିବ। ଏହି ପ୍ରକାରରେ ମୃତ ଲୋକର ନାମ ପୁରାପୁରି ଭୂଲି ହେବ ନାହିଁ। ଆପଣମାନେ ସମସ୍ତେ ଆଜି ଏହାର ସାକ୍ଷୀ।”

11 ତେଣୁ ପ୍ରାଚୀନବର୍ଗ ଏବଂ ଫାଟକ ନିକଟରେ ଉପସ୍ଥିତ ଥିବା ଅନ୍ୟ ଲୋକମାନେ ଏହାର ସାକ୍ଷୀ ରହିଲେ। ସେମାନେ କହିଲେ,

“ରାହେଲ ଓ ଲେୟାପରି ଯିଏ କି
    ଇସ୍ରାଏଲର ଗୃହ ନିର୍ମାଣ କଲେ,
ସେହିପରି ସଦାପ୍ରଭୁ ଏହି ସ୍ତ୍ରୀଲୋକଟିକୁ
    ତୁମ୍ଭର ଗୃହକୁ ଆଣନ୍ତୁ।
ତୁମ୍ଭେ ଏଫ୍ରାଥାରେ ଶକ୍ତିଶାଳୀ
    ଓ ବୈ‌ଥ୍‌ଲେହମରେ ପ୍ରସିଦ୍ଧ ହୁଅ।
12 ସଦାପ୍ରଭୁ ଏହି ଯୁବତୀ ଦ୍ୱାରା
    ତୁମ୍ଭକୁ ଯେଉଁ ସନ୍ତାନ ଦେବେ,
ତାହା ଦ୍ୱାରା ତୁମ୍ଭର ବଂଶ ତାମର ଗର୍ଭରେ
    ଯିହୁଦାରେ ଜନ୍ମିତ ପେରସର ବଂଶ ତୁଲ୍ୟ ହେଉ।”

13 ଏହିପରି ଭାବରେ ବୋୟାଜ ଋତକୁ ବିବାହ କଲେ। ସଦାପ୍ରଭୁ ଋତକୁ ଆଶୀର୍ବାଦ କରନ୍ତେ ସେ ଗର୍ଭବତୀ ହେଲା, ଏବଂ ସେ ଏକ ପୁତ୍ର ସନ୍ତାନ ଜନ୍ମ ଦେଲା। 14 ସହରର ସ୍ତ୍ରୀଲୋକମାନେ ନୟମୀକୁ କହିଲେ,

“ଧନ୍ୟ ସେହି ସଦାପ୍ରଭୁ, ଯିଏ ତୁମ୍ଭକୁ ଏହି ସନ୍ତାନ ଦେଇଛନ୍ତି।
    ସେ ଇସ୍ରାଏଲ ଦେଶରେ ବିଖ୍ୟାତ ହେବ।
15 ବୃଦ୍ଧାବସ୍ଥାରେ ସେ ତୁମ୍ଭକୁ ସାନ୍ତ୍ୱନା ଦେବ
    ଓ ତୁମ୍ଭକୁ ପ୍ରତିପାଳନ କରିବ।
ତୁମ୍ଭର ବୋହୂ ସାତୋଟି ପୁତ୍ର ଅପେକ୍ଷା
    ତୁମ୍ଭକୁ ଅଧିକ ପ୍ରେମ କରିବ।”

16 ନୟମୀ ସେହି ବାଳକକୁ କୋଳାଇ ନେଲା ଏବଂ ତା'ର ପ୍ରତିପାଳନ କଲା। 17 ସେହି ସ୍ତ୍ରୀଲୋକମାନେ କହିଲେ, “ବର୍ତ୍ତମାନ ନୟମୀର ଏକ ପୁତ୍ର ଅଛି।” ତେଣୁ ସେମାନେ ତା'ର ନାମ ଦେଲେ, ଓବେଦ୍। ସେ ଥିଲା ଯିଶୟର ପିତା ଏବଂ ଯିଶୟ ଥିଲା ରାଜା ଦାଉଦଙ୍କର ପିତା।

ଋତ ଏବଂ ବୋୟାଜର ପରିବାର

18 ପେରସର ବଂଶାବଳୀ ଏହି ପ୍ରକାର,

ପେରସର ପୁତ୍ର ହିଷ୍ରୋଣ,

19 ହିଷ୍ରୋଣର ପୁତ୍ର ଅରାମ

ଓ ଅରାମର ପୁତ୍ର ଅମ୍ମୀନାଦବ,

20 ଅମ୍ମୀନାଦବର ପୁତ୍ର ନହଶୋନ୍

ଓ ନହଶୋନର ପୁତ୍ର ସ‌ଲ୍‌ମୋନ,

21 ସ‌ଲ୍‌ମୋନର ପୁତ୍ର ବୋୟାଜ

ଓ ବୋୟାଜର ପୁତ୍ର ଓବେଦ,

22 ଓବେଦର ପୁତ୍ର ଯିଶୟ

ଓ ଯିଶୟର ପୁତ୍ର ଦାଉଦ।

ଲୂକ ଲିଖିତ ସୁସମାଗ୍ଭର 4:16-30

ଯୀଶୁ ତାଙ୍କର ନିଜ ସହରକୁ ଗଲେ

(ମାଥିଉ 13:53-58; ମାର୍କ 6:1-6)

16 ତା'ପରେ ସେ ନାଜରିତକୁ ଆସିଲେ। ନାଜରିତରେ ସେ ପ୍ରତିପାଳିତ ହୋଇଥିଲେ। ସବୁଥର ଭଳି ସେ ବିଶ୍ରାମ ଦିନ ଯିହୂଦୀ ସମାଜଗୃହକୁ ଗଲେ। ସେ ପାଠ କରିବା ପାଇଁ ଠିଆ ହେଲେ। 17 ଭବିଷ୍ୟ‌ଦ୍‌ବକ୍ତା ଯିଶାଇୟଙ୍କ ପୁସ୍ତକ ତାହାଙ୍କୁ ଦିଆଯାଇଥିଲା। ଯୀଶୁ ପୁସ୍ତକ ଖୋଲି ଯେଉଁ ଜାଗାରେ ଏହା ଲେଖାଥିଲା, ତାହା ପାଇଲେ:

18 “ପ୍ରଭୁଙ୍କ ଆତ୍ମା ମୋ'ଠାରେ ଅଛି।
    ଦୀନହୀନ ଲୋକଙ୍କ ନିକଟରେ ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ପରମେଶ୍ୱର ମୋତେ ବାଛିଛନ୍ତି।
ବନ୍ଦୀମାନେ ଯେ ମୁକ୍ତ ହୋଇ ପାରିଛନ୍ତି,
    ଏହା ସେମାନଙ୍କୁ ଶୁଣାଇବା ପାଇଁ ଅନ୍ଧମାନେ ପୁଣି ଦେଖି ପାରିବେ ବୋଲି
ସେମାନଙ୍କୁ କହିବା ପାଇଁ, ଦୁଃଖ ଦୁର୍ଦ୍ଦଶାଗ୍ରସ୍ତ ଲୋକଙ୍କ ଦୁଃଖ ଦୂର କରିଦେବାକୁ
19     ଓ ପ୍ରଭୁଙ୍କ ଅନୁଗ୍ରହର ସମୟ ଘୋଷଣା କରିବାକୁ ପ୍ରଭୁ ମୋତେ ପଠାଇଛନ୍ତି।”(A)

20 ଯୀଶୁ ପୁସ୍ତକ ବନ୍ଦ କରି ସେବକଙ୍କୁ ଫେରାଇଦେଲେ। ତା'ପରେ ସେ ବସି ପଡ଼ିଲେ। ସମାଜଗୃହରେ ଥିବା ପ୍ରତ୍ୟେକ ଲୋକର ଲକ୍ଷ୍ୟ ତାହାଙ୍କ ଉପରେ ଥିଲା। 21 ଯୀଶୁ ସେମାନଙ୍କୁ କହିଲେ, “ମୁଁ ପୁସ୍ତକରୁ ଯେଉଁ ଅଂଶ ବର୍ତ୍ତମାନ ପାଠକଲି, ତାହା ତୁମ୍ଭେମାନେ ଶୁଣିଲା ବେଳେ ଶାସ୍ତ୍ରରେ ଏହି ବାକ୍ୟ ଏବେ ସଫଳ ହେଲା।”

22 ପ୍ରତ୍ୟେକ ଲୋକ ଯୀଶୁଙ୍କୁ ପ୍ରଶଂସା କରିବାକୁ ଲାଗିଲେ। ଯୀଶୁଙ୍କ ମୁହଁରୁ ଯେଉଁ ସୁନ୍ଦର ବାକ୍ୟ ବାହାରି ଆସୁଥିଲା, ସେଥିରେ ସମସ୍ତେ ବିସ୍ମିତ ହୋଇ ଯାଉଥିଲେ। ସେମାନେ କହୁଥିଲେ, “ଏ କ’ଣ ଯୋଷେଫଙ୍କ ପୁଅ ନୁହେଁ?”

23 ଯୀଶୁ ସେମାନଙ୍କୁ କହିଲେ, “ମୁଁ ଜାଣିଛି ଯେ, ତୁମ୍ଭେମାନେ ମୋତେ ସେହି ପୁରୁଣା ଉକ୍ତିଟି କହିବ, ‘ଆରେ ବଇଦ, ଆଗ ନିଜକୁ ଭଲ କର।’ ତୁମ୍ଭେ କହିବିକୁ ଗ୍ଭହୁଁଛ, କଫର୍ନାହୂମରେ ତୁମ୍ଭେ ଯାହାସବୁ କରୁଛ ବୋଲି ଆମ୍ଭେମାନେ ଶୁଣିଛୁ, ସେହିସବୁ ଏବେ ନିଜ ପୈତୃକ ନଗରରେ ମଧ୍ୟ କର।” 24 ତା'ପରେ ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି ଯେ, କୌଣସି ଭବିଷ୍ୟ‌ଦ୍‌ବକ୍ତାକୁ ନିଜ ନଗରରେ ଗ୍ରହଣ କରାଯାଏ ନାହିଁ।

25 “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ଏଲିୟଙ୍କ ସମୟରେ ଇସ୍ରାଏଲରେ ଯେତେବେଳେ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ବର୍ଷା ହେଲା ନାହିଁ ଓ ସାରା ଦେଶରେ ଭୀଷଣ ଦୁର୍ଭିକ୍ଷ ପଡ଼ିଲା, ସେତେବେଳେ ଇସ୍ରାଏଲରେ ବହୁ ସଂଖ୍ୟାରେ ବିଧବା ଥିଲେ। 26 କିନ୍ତୁ ଏଲିୟଙ୍କୁ ସେମାନଙ୍କ ମଧ୍ୟରୁ କୌଣସି ବିଧବାଙ୍କ ପାଖକୁ ପଠାଗଲା ନାହିଁ। ଏଲିୟଙ୍କୁ କେବଳ ସୀଦୋନ ଅଞ୍ଚଳର ସାରିଫତରେ ରହୁଥିବା ଜଣେ ବିଧବା ପାଖକୁ ପଠାଗଲା।

27 “ଆହୁରି ମଧ୍ୟ ଭବିଷ୍ୟ‌ଦ୍‌ବକ୍ତା ଏଲୀଶାୟଙ୍କ ସମୟରେ ଇସ୍ରାଏଲରେ ଅନେକ କୁଷ୍ଠରୋଗୀ ଥିଲେ। ତଥାପି ସେମାନଙ୍କ ମଧ୍ୟରୁ, କାହାରିକୁ ଆରୋଗ୍ୟ କରାଯାଇ ନ ଥିଲା। କେବଳ ସୁରିଆ ଦେଶର ନାମା‌ନଙ୍କୁ ଆରୋଗ୍ୟ କରାଯାଇଥିଲା। ନାମାନ୍ ଇସ୍ରାଏଲର ଲୋକ ନ ଥିଲେ।”

28 ସମାଜଗୃହରେ ଥିବା ସବୁଲୋକେ ଯୀଶୁଙ୍କ ଏହି କଥା ସବୁ ଶୁଣି ଖୁବ୍ ରାଗିଗଲେ। 29 ଲୋକମାନେ ଉଠି ପଡ଼ିଲେ ଓ ଜୋର୍ ଜବରଦସ୍ତି ଯୀଶୁଙ୍କୁ ନଗର ମଧ୍ୟରୁ ବାହାର କରିଦେଲେ। ସେମାନଙ୍କ ନଗର ଗୋଟିଏ ପାହାଡ଼ ଉପରେ ନିର୍ମିତ ଥିଲା। ସେମାନେ ଯୀଶୁଙ୍କୁ ପାହାଡ଼ର ଧାରକୁ ନେଇଗଲେ। ସେମାନେ ଯୀଶୁଙ୍କୁ ସେଠାରୁ ତଳକୁ ଫିଙ୍ଗି ଦେବାକୁ ଗ୍ଭହୁଁଥିଲେ। 30 କିନ୍ତୁ ଯୀଶୁ ସେମାନଙ୍କ ମଧ୍ୟଦେଇ ଗ୍ଭଲିଗଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center