Revised Common Lectionary (Complementary)
ଦାଉଦଙ୍କର ମିକ୍ତାମ୍ ଗୀତ
16 ହେ ପରମେଶ୍ୱର, ମୋତେ ତୁମ୍ଭେ ରକ୍ଷା କର କାରଣ ମୁଁ ତୁମ୍ଭ ଉପରେ ନିର୍ଭର କରେ।
2 ମୁଁ ସଦାପ୍ରଭୁଙ୍କୁ କହିଅଛି,
“ସଦାପ୍ରଭୁ ତୁମ୍ଭେ ମୋର ପ୍ରଭୁ।
ମୋର ଯାହାକିଛି ମଙ୍ଗଳମୟ ସେ ସବୁ ତୁମ୍ଭ କୃପାରୁ।”
3 ସଦାପ୍ରଭୁ ଯାହାକିଛି ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରନ୍ତି,
ତାହା ତାଙ୍କର ଏ ପୃଥିବୀରେ ଥିବା ଅନୁଗତ ଲୋକଙ୍କ ପାଇଁ।
ସଦାପ୍ରଭୁ ପ୍ରକୃତରେ ଦେଖାଇ ଦିଅନ୍ତି ଯେ ସେ ସେମାନଙ୍କୁ ଭଲ ପାଆନ୍ତି।
4 କିନ୍ତୁ ଯେଉଁ ଲୋକମାନେ ଅନ୍ୟ ଦେବତାମାନଙ୍କୁ ପୂଜା କରନ୍ତି, ସେମାନେ ଅଧିକ ଦୁଃଖ ପାଆନ୍ତି।
ମୁଁ ସେମାନଙ୍କ ସହିତ ଏକମତ ହୋଇ ପାରିବି ନାହିଁ।
ଯେଉଁମାନେ ସେହି ମୂର୍ତ୍ତିଗୁଡ଼ିକ ଆଗରେ ରକ୍ତ ଅର୍ପଣ କରନ୍ତି, ସେମାନଙ୍କର ନାମ ମୁଁ କେବେ ଉଚ୍ଚାରଣ କରିବି ନାହିଁ।
5 ମୁଁ କେବଳ ମୋର ଭକ୍ତି ଓ ଶ୍ରଦ୍ଧାକୁ ସଦାପ୍ରଭୁଙ୍କଠାରେ ଅର୍ପଣ କରିବି।
ହେ ସଦାପ୍ରଭୁ, ତୁମ୍ଭେ ମୋର ସହାୟ ହୁଅ
ଏବଂ ମୋତେ ମୋର ପ୍ରାପ୍ୟ ପ୍ରଦାନ କର।
6 ମୋର ପ୍ରାପ୍ୟ ଅତି ଆଶ୍ଚର୍ଯ୍ୟଜନକ,
ମୋର ଅଧିକାର ମଧ୍ୟ ଅତି ସୁନ୍ଦର।
7 ମୁଁ ସଦାପ୍ରଭୁଙ୍କୁ ପ୍ରଶଂସା କରେ କାରଣ ସେ ମୋତେ ଉଚିତ୍ ଶିକ୍ଷା ପ୍ରଦାନ କରନ୍ତି।
ଏପରିକି ରାତ୍ରିରେ ମଧ୍ୟ ସେ ତାଙ୍କର ଉପଦେଶକୁ ମୋର ମନରେ ପ୍ରବେଶ କରାନ୍ତି।
8 ମୁଁ ସବୁବେଳେ ସଦାପ୍ରଭୁଙ୍କୁ ମୋର ସମ୍ମୁଖରେ ରଖିଅଛି।
ମୁଁ କେବେହେଲେ ତାଙ୍କର ଉପଯୁକ୍ତ ମାର୍ଗରୁ ବଞ୍ଚିତ ହେବି ନାହିଁ।
9 ତେଣୁ ମୋର ହୃଦୟ ଓ ଆତ୍ମା ଅତି ଆନନ୍ଦିତ ହେବ।
ଏପରିକି ମୋର ଶରୀର ନିରାପଦରେ ରହିବ।
10 କାରଣ ତୁମ୍ଭେ ସଦାପ୍ରଭୁ, ମୋର ଆତ୍ମାକୁ ମୃତ୍ୟୁ ସ୍ଥାନରେ ପରିତ୍ୟାଗ କରିବ ନାହିଁ।
ତୁମ୍ଭେ ଆପଣା ପବିତ୍ର ଜନକୁ ପୃଥିବୀରେ କ୍ଷୟ ହେବାକୁ ଦେବ ନାହିଁ।
11 ତୁମ୍ଭେ ମୋତେ ବଞ୍ଚିବା ପାଇଁ ଜୀବନପଥ ଶିକ୍ଷା ଦେବ।
ଯେହେତୁ ମୁଁ ତୁମ୍ଭ ସହିତ ଅଛି।
ହେ ସଦାପ୍ରଭୁ, ତୁମ୍ଭେ ମୋତେ ସୁଖ ଶାନ୍ତିରେ ରହିବାକୁ ଦେବ।
ଯେହେତୁ ମୁଁ ତୁମ୍ଭର ଦକ୍ଷିଣ ପାର୍ଶ୍ୱରେ ଅବସ୍ଥିତ, ତାହା ମୋ’ ପାଇଁ ନିତ୍ୟ ସୁଖଭୋଗ ଆଣିଦେବ।
28 ରାଜା ନବୂଖଦ୍ନିତ୍ସରଙ୍କ ପ୍ରତି ଏ ସମସ୍ତ ଘଟିଲା। 29-30 ସ୍ୱପ୍ନର ବର୍ଷକ ପରେ ରାଜା ନବୂଖଦ୍ନିତ୍ସର ବାବିଲର ନିଜ ପ୍ରାସାଦ ଉପରେ ବୁଲୁଥିବା ବେଳେ, ରାଜା କହିଲା, “ଏହି ବାବିଲକୁ ଦେଖ! ମୁଁ ମୋର ପ୍ରତାପରେ ଏହି ମହାନ ନଗର ନିର୍ମାଣ କରିଛି ଓ ମୋର ବଳର ପ୍ରଭାବରେ ରାଜଧାନୀ ପ୍ରାସାଦ ନିର୍ମାଣ କରିଛି। ମୁଁ କେଡ଼େ ମହାନ।”
31 ରାଜାଙ୍କ ମୁଖରୁ କଥା ଶେଷ ନ ହେଉଣୁ, ଏହି ସ୍ୱର୍ଗୀୟବାଣୀ ହେଲା, “ହେ ରାଜା ନବୂଖଦ୍ନିତ୍ସର, ତୁମ୍ଭକୁ ଏହି କଥା କୁହାଯାଉଅଛି ଯେ ତୁମ୍ଭଠାରୁ ରାଜ୍ୟ କାଢ଼ି ନିଆଗଲା। 32 ଏବଂ ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ବିତାଡ଼ିତ ହେବ। କ୍ଷେତ୍ରସ୍ଥ ପଶୁମାନଙ୍କ ମଧ୍ୟରେ ତୁମ୍ଭେ ବାସ କରିବ ଓ ଗୋରୁ ପରି ତୃଣ ଭୋଜନ କରିବ। ଏହିରୂପେ ତୁମ୍ଭ ଉପରେ ସାତ ବର୍ଷ ଅତିକ୍ରମ କରିଯିବ। ଶେଷରେ ଯେ ସର୍ବୋପରିସ୍ଥ ପରମେଶ୍ୱର ସମଗ୍ର ମନୁଷ୍ୟ ଉପରେ ପ୍ରଭୁତ୍ୱ କରନ୍ତି ଓ ଯାହାକୁ ଯାହା ଇଚ୍ଛା ତାକୁ ସେ ତାହା ଦିଅନ୍ତି, ଏହା ତୁମ୍ଭେ ଜାଣିବ।”
33 ସେହିସବୁ ଦଣ୍ତ ତତ୍କ୍ଷଣାତ୍ ନବୂଖଦ୍ନିତ୍ସରଙ୍କ ପ୍ରତି ଘଟିଲା। ସେ ମନୁଷ୍ୟମାନଙ୍କ ମଧ୍ୟରୁ ବିତାଡ଼ିତ ହୋଇ ଗୋରୁପରି ତୃଣ ଭକ୍ଷ୍ୟଣ କଲେ। ଆଉ ସେ ଆକାଶର କାକରରେ ତିନ୍ତିଲେ। ଶେଷରେ ତାହାର କେଶ ଉତ୍କ୍ରୋଶପକ୍ଷୀର ପର ତୁଲ୍ୟ ଓ ତାହାର ନଖ ପକ୍ଷୀର ନଖ ତୁଲ୍ୟ ବଢ଼ିଲା।
34 ଅନନ୍ତର ସେହି ସମୟର ଶେଷରେ ମୁଁ ନବୂଖଦ୍ନିତ୍ସର, ସ୍ୱର୍ଗଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କଲି। ସେତେବେଳେ ମୋର ମନ ଠିକ୍ ବାଟକୁ ଆସିଗଲା। ତା'ପରେ ମୁଁ ସର୍ବୋପରିସ୍ଥ ପରମେଶ୍ୱରଙ୍କର ପ୍ରଶଂସା କଲି। ସେହି ଅନନ୍ତ ଜୀବିଙ୍କୁ ଧନ୍ୟବାଦ ଜଣାଇ ସମାଦର କଲି।
କାରଣ ତାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ
ଓ ତାଙ୍କର ରାଜ୍ୟ ପୁରୁଷାନୁକ୍ରମେ ଥାଏ।
35 ପୁଣି ପୃଥିବୀ ନିବାସୀ ସମସ୍ତେ
ତୁଚ୍ଛ ବସ୍ତୁ ସଦୃଶ।
ଆଉ ସ୍ୱର୍ଗୀୟ ଶକ୍ତି ବଳରେ ପରମେଶ୍ୱର ନିଜ ଇଚ୍ଛାନୁସାରେ
ପୃଥିବୀ ନିବାସୀମାନଙ୍କ ମଧ୍ୟରେ କାର୍ଯ୍ୟ କରନ୍ତି।
କେହି ତାଙ୍କର ଶକ୍ତିଶାଳୀ ହସ୍ତ ବନ୍ଦ କରି ନ ପାରେ
ଓ କେହି ତାଙ୍କୁ କିଛି ପ୍ରଶ୍ନ କରି ନ ପାରେ।
36 ଆଉ ସେହି ସମୟରେ ପରମେଶ୍ୱର ମୋର ଉତ୍ତମ ବୁଦ୍ଧି ମୋତେ ଫେରାଇ ଦେଲେ। ମୋ’ ରାଜ୍ୟର ଗୌରବ ନିମନ୍ତେ ମୋର ତେଜ ଓ ପ୍ରତାପ ମୋ’ ପାଖକୁ ଫେରି ଆସିଲା। ମୋର ମନ୍ତ୍ରୀ ଓ ଅମାତ୍ୟମାନେ ପୁନର୍ବାର ମୋର ପରାମର୍ଶ ଲୋଡ଼ିଲେ। ମୁଁ ପୁନର୍ବାର ରାଜା ହେଲି ଓ ମୋର ମହିମା ପୂର୍ବାପେକ୍ଷା ଅଧିକ ବୃଦ୍ଧି ପାଇଲା। 37 ଏଣୁ ମୁଁ ନବୂଖଦ୍ନିତ୍ସର ସେହି ସ୍ୱର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି। କାରଣ ତାଙ୍କର ସମସ୍ତ କ୍ରିୟା ସତ୍ୟ ଓ ତାଙ୍କର ପଥ ସବୁ ନ୍ୟାର୍ଯ୍ୟ। ଆଉ ସେ ଗର୍ବୀମାନଙ୍କୁ ନମ୍ର କରନ୍ତି।
ପରମେଶ୍ୱର ନିଜ ପୁତ୍ରଙ୍କୁ ପଠାଇଲେ
(ମାଥିଉ 21:33-46; ଲୂକ 20:9-19)
12 ଯୀଶୁ ଦୃଷ୍ଟାନ୍ତ ମାଧ୍ୟମରେ ଲୋକମାନଙ୍କୁ ଶିକ୍ଷା ଦେଲେ; ସେ କହିଲେ, “ଜଣେ ଲୋକ ଗୋଟିଏ ଦ୍ରାକ୍ଷାକ୍ଷେତ୍ର ଲଗାଇଲା। ତାହାର ଗ୍ଭରିପଟେ ପାଚେରୀ କରିଦେଲା। ଦ୍ରାକ୍ଷାରସ ସଂଗ୍ରହ[a] କରିବା ପାଇଁ ଗୋଟିଏ କୁଣ୍ଡ ତିଆରି କଲା। ସେ ପ୍ରହରୀ ଗୃହଟି ମଧ୍ୟ ତିଆରି କଲା। ସେ କେତେକ କୃଷକଙ୍କୁ ସେହି ବଗିଗ୍ଭକୁ ଭାଗରେ ଦେଲା, ତା'ପରେ ସେ ପରିଭ୍ରମଣ ଉଦ୍ଦେଶ୍ୟରେ ସେ ସ୍ଥାନ ଛାଡ଼ି ଗ୍ଭଲିଗଲା।
2 “ପରେ ଯେତେବେଳେ ଦ୍ରାକ୍ଷା ତୋଳିବା ବେଳ ଆସିଲା, ସେତେବେଳେ ସେ ତାହାଙ୍କର ଜଣେ ଗ୍ଭକରକୁ ଦ୍ରାକ୍ଷାରୁ ତାହାଙ୍କର ନିଜ ଭାଗ ଆଣିବା ପାଇଁ କୃଷକମାନଙ୍କ ପାଖକୁ ପଠାଇଲା। 3 କିନ୍ତୁ କୃଷକମାନେ ଗ୍ଭକରଟିକୁ ଧରି ପ୍ରହାର କଲେ ଓ ତାକୁ କିଛି ନ ଦେଇ ଘୋଉଡ଼େଇ ଦେଲେ। 4 ତା'ପରେ ସେହି ଲୋକଟି ଆଉ ଜଣେ ଗ୍ଭକରକୁ ସେମାନଙ୍କ ପାଖକୁ ପଠାଇଲା। ସେମାନେ ଏହି ଗ୍ଭକରର ମୁଣ୍ଡକୁ ପିଟିଲେ ଓ ତାକୁ ଅପମାନ ଦେଲେ। 5 ତା'ପରେ ସେ ଆଉ ଜଣେ ଗ୍ଭକରକୁ ପଠାଇଲା। କୃଷକମାନେ ଏହି ଗ୍ଭକରଟିକୁ ଜୀବନରେ ମାରିଦେଲେ। ସେ ଲୋକଟି ଆଉ ଅଧିକ ଗ୍ଭକରଙ୍କୁ ପଠାଇଲା, କିନ୍ତୁ କୃଷକମାନେ କେତେକଙ୍କୁ ପିଟିଲେ ଓ ଅନ୍ୟ କେତେଙ୍କୁ ଜୀବନରେ ମାରିଦେଲେ।
6 “ଲୋକଟି ପାଖରେ କୃଷକମାନଙ୍କ ପାଖକୁ ପାଠାଇବା ପାଇଁ ଆଉ ଜଣେ ମାତ୍ର ବାକି ଥିଲା। ସେ ଜଣକ ତାହାର ପୁଅ। ସେହି ଲୋକଟି ପୁଅକୁ ଖୁବ୍ ଭଲ ପାଉଥିଲା। କିନ୍ତୁ ସେ କୃଷକମାନଙ୍କ ପାଖକୁ ପୁଅକୁ ପଠାଇବାକୁ ସ୍ଥିର କଲା। କାରଣ କୃଷକମାନଙ୍କ ପାଖକୁ ପଠାଇବା ପାଇଁ ପୁଅ ହିଁ ଶେଷ ବ୍ୟକ୍ତି ଥିଲା। ସେ କହିଲା, ‘କୃଷକମାନେ ମୋର ପୁଅକୁ ନିଶ୍ଚୟ ସମ୍ମାନ ଦେବେ।’
7 “କିନ୍ତୁ କୃଷକମାନେ କୁହାକୁହି ହେଲେ, ‘ଏହି ଲୋକଟି ବଗିଗ୍ଭ ମାଲିକର ପୁଅ। ବଗିଗ୍ଭର ସେ ଉତ୍ତରାଧିକାରୀ। ଆମ୍ଭେମାନେ ତାକୁ ମାରିଦେଲେ ବଗିଗ୍ଭଟି ଆମ୍ଭର ହୋଇଯିବ’। 8 ତେଣୁ କୃଷକମାନେ ମାଲିକର ପୁଅକୁ ଧରି ନେଇ ଜୀବନରେ ମାରିଦେଲେ ଓ ଦ୍ରାକ୍ଷାକ୍ଷେତ୍ର ବାହାରକୁ ଫିଙ୍ଗିଦେଲେ।
9 “ଏବେ ଦ୍ରାକ୍ଷାକ୍ଷେତ୍ରର ମାଲିକ କ’ଣ କରିବ? ସେ ଆସି ସେହି କୃଷକମାନଙ୍କୁ ମାରି ପକାଇବ ଓ ଦ୍ରାକ୍ଷାକ୍ଷେତ୍ରକୁ ଅନ୍ୟ କୃଷକମାନଙ୍କୁ ଦେଇଦେବ। 10 ତୁମ୍ଭେମାନେ କ’ଣ ଏହି ଶାସ୍ତ୍ର ପଢ଼ି ନାହଁ?
“ଯେଉଁ ପଥରକୁ କାରିଗରମାନେ ଅଦରକାରୀ ମନେ କଲେ, ସେହି ପଥର
‘କିନ୍ତୁ କୋଣର ପ୍ରଧାନ ମୂଳଦୁଆ ପଥର[b] ହୋଇଗଲା।
11 ପ୍ରଭୁ ତାହା କଲେ,
ଏବଂ ଏହା ଆମ୍ଭ ପାଇଁ ଆଶ୍ଚର୍ଯ୍ୟଜନକ।’”(A)
12 ଏହି ଯିହୂଦୀନେତାମାନେ ଯୀଶୁଙ୍କ ଦୃଷ୍ଟାନ୍ତ ଶୁଣିଲେ। ଏହା ସେମାନଙ୍କ ଉଦ୍ଦେଶ୍ୟରେ ଥିଲା ବୋଲି ସେମାନେ ଜାଣି ପାରିଲେ। ତେଣୁ ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ସେମାନେ ଉପାୟ ଖୋଜି ବସିଲେ। କିନ୍ତୁ ସେମାନେ ଲୋକମାନଙ୍କୁ ଭୟ କରୁଥିଲେ। ତେଣୁ ସେମାନେ ଯୀଶୁଙ୍କୁ ଛାଡ଼ି ଗ୍ଭଲିଗଲେ।
2010 by World Bible Translation Center