Revised Common Lectionary (Complementary)
ଦାଉଦଙ୍କର ଗୀତ
13 ହେ ସଦାପ୍ରଭୁ, କେତେଦିନ ମୋତେ ଭୁଲି ଯିବ?
ସତରେ କ’ଣ ତୁମେ ମୋତେ ସବୁଦିନ ପାଇଁ ଭୁଲି ପାରିବ?
କେତେଦିନ ପର୍ଯ୍ୟନ୍ତ ଗ୍ରହଣ କରିବାକୁ ମନା କରବ?
2 କେତେକାଳ ମୁଁ ଏଭଳି ବଲୁଥିବି, ଯଦି ତୁମ୍ଭେ ମୋତେ ଭୁଲି ଯାଇଥିବ?
କେତେକାଳ ପର୍ଯ୍ୟନ୍ତ ଏହି ଦୁଃଖକୁ ମୁଁ ହୃଦୟରେ ବୋହି ଗ୍ଭଲିବି?
କେତେକାଳ ପର୍ଯ୍ୟନ୍ତ ମୋର ଶତ୍ରୁ ମୋ’ ଉପରେ ବିଜୟ ଲାଭ କରିବ?
3 ହେ ସଦାପ୍ରଭୁ, ମୋର ପରମେଶ୍ୱର, ମୋତେ ଥରେ ଗ୍ଭହଁ, ମୋର ପ୍ରଶ୍ନର ଉତ୍ତର ଦିଅ।
ମୋତେ ଜାଣିବାକୁ ଦିଅ, ନଚେତ୍ ମୁଁ ଜୀବନ ହରାଇବି।
4 ଯଦି ତାହା ସତରେ ଘଟେ ତେବେ ମୋର ଶତ୍ରୁମାନେ କହିବେ, “ଆମ୍ଭେ ସେମାନଙ୍କୁ ଜୟ କରିଅଛୁ।”
ମୋର ଶତ୍ରୁମାନେ ଖୁସୀ ହେବେ ଯଦି ସେମାନେ ମୋତେ ପରାସ୍ତ କରନ୍ତି।
5 ହେ ସଦାପ୍ରଭୁ, ତୁମ୍ଭେ ମୋତେ ସାହାଯ୍ୟ କରିବ ବୋଲି, ମୁଁ ତୁମ୍ଭ ଉପରେ ଭରସା ରଖିଛି।
ତୁମ୍ଭେ ମୋତେ ଉଦ୍ଧାର କରି ମୋତେ ଖୁସୀ କରାଅ।
6 ମୁଁ ସଦାସର୍ବଦା ସଦାପ୍ରଭୁଙ୍କ ଉଦ୍ଧେଶ୍ୟରେ ଏହି ଖୁସୀର ଗୀତ ଗାନ କରିବି।
କାରଣ ସେ ମୋ’ ପ୍ରତି ସଦୟ ହୋଇ ଅଶେଷ ଉପକାର କରିଛନ୍ତି।
ଯିହୁଦାର ଚତୁର୍ପାର୍ଶ୍ୱରେ ଥିବା ଦେଶଗୁଡ଼ିକ ବିଷୟରେ ଦର୍ଶନ ସମୂହ
12 ଏକ ସ୍ୱର୍ଗୀୟ ବାଣୀ, ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କର ଏହି ବାର୍ତ୍ତା। ଏହା ହେଉଛି ସଦାପ୍ରଭୁଙ୍କର ବାର୍ତ୍ତା ଯିଏ କି ସ୍ୱର୍ଗକୁ ବିସ୍ତାର କରିଅଛନ୍ତି ଏବଂ ପୃଥିବୀକୁ ସ୍ଥାପନ କରିଅଛନ୍ତି। ସେ ହେଉଛନ୍ତି ଜଣେ ଯିଏ କି ମନୁଷ୍ୟମାନଙ୍କ ମଧ୍ୟରେ ନିଶ୍ୱାସପ୍ରଶ୍ୱାସ ସ୍ଥାପନ କରିଅଛନ୍ତି। 2 “ଦେଖ, ଦେଶସମୂହ ପ୍ରତି ଯିରୁଶାଲମକୁ ଏକ ପାନପାତ୍ର ସଦୃଶ ଆମ୍ଭେ ନିର୍ମାଣ କରିବା। ଯିହୁଦା ଓ ଯିରୁଶାଲମ ଅବରୋଧ ହୋଇ ରହିବ। 3 କିନ୍ତୁ ଆମ୍ଭେ ଯିରୁଶାଲମକୁ ସମସ୍ତ ଦେଶ ପାଇଁ ଏକ ଭାରି ପଥର କରିବା। ଯେଉଁମାନେ ତାକୁ ଉଠାଇବେ, ସେମାନେ ଆଘାତପ୍ରାପ୍ତ ହେବେ। ସେହି ଲୋକମାନେ ପ୍ରକୃତରେ କ୍ଷତବିକ୍ଷତ ହେବେ। କାରଣ ପୃଥିବୀର ସମଗ୍ର ଗୋଷ୍ଠୀ ଯିରୁଶାଲମ ବିରୁଦ୍ଧରେ ଏକତ୍ରିତ ହେବେ। 4 ସଦାପ୍ରଭୁ କୁହନ୍ତି, ସେଦିନ ଆମ୍ଭେ ପ୍ରତ୍ୟେକ ଅଶ୍ୱକୁ ଭୟଭୀତ କରାଇବା ଏବଂ ଅଶ୍ୱାରୋହୀର ମତିଭ୍ରମ ହେବ। ଆମ୍ଭେ ଦେଶମାନଙ୍କର ସମସ୍ତ ଅଶ୍ୱକୁ ଅନ୍ଧ କରିଦେବା, ମାତ୍ର ମୋର ଚକ୍ଷୁ ଖୋଲା ରହିବ ଏବଂ ଯିହୁଦା ଉପରେ ମୋର ସତର୍କ ଦୃଷ୍ଟି ରହିବା 5 ଯିହୁଦାର ପରିବାରର ନେତାଗଣ ଲୋକମାନଙ୍କୁ ଉତ୍ସାହିତ କରିବେ। ସେମାନେ କହିବେ, ‘ଯିରୁଶାଲମର ଲୋକମାନେ ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ୱରଙ୍କଠାରେ ଆସ୍ଥା ରଖନ୍ତି।’ 6 ସେହି ଦିନ ଯିହୁଦା ପରିବାରର ନେତାଗଣଙ୍କୁ ଆମ୍ଭେ ଗଛ ମଧ୍ୟରେ ଜଳନ୍ତା ପାତ୍ର ପରି କରିବା ଏବଂ କଟା ହୋଇଥିବା ନୂତନ ଶସ୍ୟ ମଧ୍ୟରେ ଏକ ଜଳନ୍ତା ମଶାଲ ସଦୃଶ କରିବା। ସେମାନେ ତାଙ୍କ ବାମ ଓ ଦକ୍ଷିଣରେ ଥିବା ଲୋକମାନଙ୍କୁ ଧ୍ୱଂସ କରିବେ କିନ୍ତୁ ଯିରୁଶାଲମ ତା'ର ସ୍ଥାନରେ ଅକ୍ଷତ ରହିବ।”
7 ସଦାପ୍ରଭୁ ସର୍ବପ୍ରଥମେ ଯିହୁଦାର ତମ୍ବୁଗୁଡ଼ିକୁ ରକ୍ଷା କରିବେ। ସେ ଏପରି କରିବେ ଯଦ୍ଦ୍ୱାରା ଦାଉଦଙ୍କ ଗୃହର ସମ୍ମାନ ଏବଂ ଯିରୁଶାଲମର ପରାକ୍ରମ ଯିହୁଦାର ଗୌରବଠାରୁ ଅଧିକ ହେବ ନାହିଁ। 8 ସେହି ଦିନ ସଦାପ୍ରଭୁ ପୁନର୍ବାର ଯିରୁଶାଲମର ଲୋକମାନଙ୍କୁ ସୁରକ୍ଷା ଦେବେ। ଏପରିକି ସବୁଠାରୁ ଦୁର୍ବଳ ବ୍ୟକ୍ତି ମଧ୍ୟ ସେହି ଦିନ ଦାଉଦଙ୍କ ପରି ହେବ। ସେହି ଦିନ ଆଉ ମଧ୍ୟ ଦାଉଦଙ୍କ ପରିବାର ଲୋକ ଦେବତାଗଣଙ୍କ ପରି ଓ ସଦାପ୍ରଭୁଙ୍କ ଦୂତପରି ତାଙ୍କ ସମ୍ମୁଖରେ ହେବେ।
9 ସଦାପ୍ରଭୁ କୁହନ୍ତି, “ସେହି ଦିନ ଯେଉଁ ଦେଶ ଯିରୁଶାଲମ ବିରୁଦ୍ଧରେ ଆସିବ ଆମ୍ଭେ ତାକୁ ଧ୍ୱଂସ କରିବା। 10 ଆମ୍ଭେ ଦାଉଦ ପରିବାର ଓ ଯିରୁଶାଲମ ନିବାସୀଙ୍କ ଉପରେ ଦୟା ଓ ବିନତିର ଆତ୍ମା ବୃଷ୍ଟି କରିବା। ସେମାନେ ଆମ୍ଭକୁ ଦେଖିବେ, ଯାହାକୁ ସେମାନେ ବିଦ୍ଧ କଲେ। ଏବଂ ସେମାନେ ଶୋକ କରିବେ। ସେମାନେ ଏପରି ଶୋକ କରିବେ ଯେ, ନିଜର ଏକମାତ୍ର ପୁତ୍ରର ମୃତ୍ୟୁରେ ଜଣେ ଯେପରି ଶୋକ କରେ। ସେମାନେ ବ୍ୟାକୁଳ ହୋଇ କାନ୍ଦିବେ, ଯେପରି ଜଣେ ଜ୍ୟେଷ୍ଠପୁତ୍ରର ମୃତ୍ୟୁରେ କାନ୍ଦନ୍ତି। 11 ସେହି ଦିନ, ଯିରୁଶାଲମରେ ଶୋକ ହେବ, ଏପରି ମହାନ ଶୋକ ଯେପରିକି ହଦଦ୍-ରିମ୍ମୋଣ ମଗିଦ୍ଦୋନର ଉପତ୍ୟକାରେ ହୋଇଥିଲା। 12 ସମଗ୍ର ଦେଶ ଶୋକ କରିବ, ପ୍ରତ୍ୟେକ ପରିବାର ନିଜେ ନିଜେ ଶୋକ କରିବେ। ଦାଉଦ ପରିବାରର ଲୋକମାନେ ନିଜେ ନିଜେ, ଏବଂ ସେମାନଙ୍କର ସ୍ତ୍ରୀମାନେ ନିଜେ ନିଜେ, ନାଥନ୍ ବଂଶର ଲୋକମାନେ ନିଜେ ନିଜେ ଏବଂ ସେମାନଙ୍କର ସ୍ତ୍ରୀମାନେ ନିଜେ ନିଜେ ଶୋକ କରିବେ। 13 ଲେବୀ ପରିବାରର ନିଜେ ନିଜେ ଏବଂ ସେମାନଙ୍କର ସ୍ତ୍ରୀଲୋକମାନେ ନିଜେ ନିଜେ, ଶିମିୟିର ପରିବାରମାନେ ନିଜେ ନିଜେ ଶୋକ କରିବେ ଏବଂ ତାଙ୍କର ସ୍ତ୍ରୀମାନେ ନିଜେ ନିଜେ ଶୋକ କରିବେ। 14 ଏବଂ ଅନ୍ୟ ସମସ୍ତ ବଞ୍ଚିତ ପରିବାର ନିଜେ ନିଜେ, ପ୍ରତ୍ୟେକ ପରିବାରବର୍ଗ ଏକା ଏବଂ ସେମାନଙ୍କର ସ୍ତ୍ରୀମାନେ ନିଜେ ନିଜେ ଶୋକ କରିବେ।”
13 ମାତ୍ର ସେତେବେଳେ, ଏକ ନିର୍ଝର ଦାଉଦର ପରିବାର ଓ ଯିରୁଶାଲମ ନିବାସୀ ପାଇଁ ଖୋଲା ହେବ। ସେହି ଝରଣା ସେମାନଙ୍କର ପାପସବୁ ଓ ଅପବିତ୍ରତାକୁ ଧୋଇଦେବ।
9 “ତୁମ୍ଭେମାନେ ସତର୍କ ରହିବ। ଲୋକମାନେ ତୁମ୍ଭମାନଙ୍କୁ ବନ୍ଦୀ କରି ବିଗ୍ଭରାଳୟରେ ସମର୍ପି ଦେବେ। ସେମାନେ ତୁମ୍ଭମାନଙ୍କୁ ସେମାନଙ୍କର ସମାଜଗୃହଗୁଡ଼ିକରେ ପିଟିବେ। ମୋର ଶିଷ୍ୟ ହୋଇଥିବା ଯୋଗୁଁ ତୁମ୍ଭମାନଙ୍କୁ ଶାସକ ଓ ରାଜାମାନଙ୍କ ଆଗରେ ଠିଆ ହେବାକୁ ବାଧ୍ୟ କରାଯିବ। ତୁମ୍ଭେମାନେ ମୋ’ ବିଷୟରେ ପ୍ରମାଣ ଦେବ। 10 କିନ୍ତୁ ଏସବୁ ଘଟଣା ଘଟିବା ପୂର୍ବରୁ ସବୁ ଜାତିର ଲୋକଙ୍କଠାରେ ସୁସମାଗ୍ଭର[a] ପ୍ରକାଶ୍ୟରେ ପ୍ରଗ୍ଭରିତ କରାହେବ। 11 ସେମାନେ ତୁମ୍ଭମାନଙ୍କୁ ବନ୍ଦୀକରି ତୁମ୍ଭମାନଙ୍କୁ ଜେରା କରିବେ। ସେମାନେ ତୁମ୍ଭମାନଙ୍କୁ ବିଗ୍ଭର ପାଇଁ ଯଦି ନିଅନ୍ତି, ତେବେ ତୁମ୍ଭେ ସେଠାରେ କ’ଣ କହିବ, ସେ ବିଷୟରେ ଆଗରୁ କେବେ ହେଲେ ଚିନ୍ତା କର ନାହିଁ। ସେ ସମୟରେ ତୁମ୍ଭକୁ ପରମେଶ୍ୱର ଯାହାକିଛି କହିବା ପାଇଁ ଦେବେ, ତୁମ୍ଭେ ତାହା କହିବ, କାରଣ ସେତେବେଳେ ପ୍ରକୃତରେ ତୁମ୍ଭେ କଥା କହିବ ନାହିଁ ମାତ୍ର ପବିତ୍ରଆତ୍ମା କଥା କହିବେ।
12 “ଭାଇ, ଭାଇକୁ ମରଣ ମୁଖକୁ ଠେଲି ଦେବ। ବାପା ତା’ ସନ୍ତାନକୁ ମରିବା ପାଇଁ ଦେଇ ଦେବ। ପିଲାମାନେ ବାପାମାଙ୍କ ବିରୁଦ୍ଧରେ ଠିଆ ହେବେ ଓ ସେମାନଙ୍କୁ ମାରି ଦେବେ। 13 ତୁମ୍ଭେମାନେ ମୋର ଶିଷ୍ୟ ହୋଇଥିବା ଯୋଗୁଁ ସମସ୍ତେ ତୁମ୍ଭମାନଙ୍କୁ ଘୃଣା କରିବେ। କିନ୍ତୁ ଯେଉଁ ଲୋକ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ଦୃଢ଼ ହୋଇ ରହିବ, ସେ ରକ୍ଷା ପାଇବ।
14 “ତୁମ୍ଭେମାନେ, ‘ଧ୍ୱଂସ ଘଟାଉଥିବା ଭୟଙ୍କର ବସ୍ତୁକୁ’[b] ଯେଉଁଠାରେ ନ ରହିବା ଉଚିତ୍, ସେହି ସ୍ଥାନରେ ଥିବାର ଦେଖିବ।” ଯେଉଁମାନେ ଏହା ପଢ଼ିବେ, ସେମାନେ ବୁଝିନେବା ଉଚିତ୍ ଯେ ଏହାର ଅର୍ଥ କ’ଣ? “ସେତେବେଳେ ଯିହୂଦାର ଲୋକମାନେ ପାହାଡ଼ ଉପରକୁ ପଳେଇବା ଉଚିତ୍। 15 ଯେଉଁ ଲୋକ ଘରର ଛାତ ଉପରେ ଥିବ, ସେ ଘର ଭିତରକୁ ଯାଇ କିଛି ହେଲେ ପାଇବାକୁ ତଳକୁ ନ ଆସିବା ଉଚିତ୍। 16 ଯଦି କେହି ବାହାରେ ପଡ଼ିଆରେ ଥାଏ, ସେ ନିଜ ଗ୍ଭଦର ଆଣିବା ପାଇଁ ଘରକୁ ଫେରି ନ ଯାଉ।
17 “ସେହି ସମୟ ଗର୍ଭବତୀ ମହିଳା ଓ କୋଳରେ ଛୋଟ ପିଲାଥିବା ମହିଳାମାନଙ୍କ ପାଇଁ ବହୁତ ଶୋଚନୀୟ ହେବ। 18 ପ୍ରାର୍ଥନା କର, ଯେପରି ଏ ସବୁ ଶୀତ ଦିନରେ ନ ହୁଏ। 19 କାରଣ ସେହି ଦିନ ଗୁଡ଼ିକ ବିପଦରେ ପରିପୂର୍ଣ୍ଣ ରହିବ। ସେତେବେଳେ ଏତେ ବଡ଼ ବିପଦ ମାଡ଼ି ଆସିବ ଯେ, ସେଭଳି ବଡ଼ ବିପଦ ପରମେଶ୍ୱରଙ୍କ ସୃଷ୍ଟି ରଚନା କାଳରୁ ଆଜି ପର୍ଯ୍ୟନ୍ତ କେବେ ଆସି ନାହିଁ କି ଭବିଷ୍ୟତରେ କେବେ ଆସିବ ନାହିଁ। 20 ସେହି ଭୟଙ୍କର ସମୟକୁ କମେଇ ଦେବା ପାଇଁ ପରମେଶ୍ୱର ସ୍ଥିର କରିଛନ୍ତି। ଯଦି ସେହି ସମୟ କମେଇ ଦିଆ ନ ଯିବ, ତେବେ କେହି ବଞ୍ଚି ରହି ପାରିବେ ନାହିଁ। କିନ୍ତୁ ପରମେଶ୍ୱର ଯେଉଁମାନଙ୍କୁ ବାଛିଛନ୍ତି, କେବଳ ସେହିମାନଙ୍କ ପାଇଁ ସେହି ସମୟ କମେଇ ଦେବେ।
21 “ସେହି ଦିନମାନଙ୍କରେ କେତେକ ଲୋକ ତୁମ୍ଭମାନଙ୍କୁ କହି ପାରନ୍ତି ଯେ, ‘ଦେଖ ଏଠାରେ ଯୀଶୁ ଅଛନ୍ତି’ କିମ୍ବା’ ଦେଖ ସେଠାରେ ସେ ଅଛନ୍ତି’ ତୁମ୍ଭେ କିନ୍ତୁ ସେମାନଙ୍କୁ ବିଶ୍ୱାସ କରିବ ନାହିଁ। 22 ଭଣ୍ଡ ଖ୍ରୀଷ୍ଟ ଓ ଭଣ୍ଡ ଭବିଷ୍ୟଦ୍ବକ୍ତାମାନେ ଦେଖାଦେବେ ସେମାନେ ଅଦ୍ଭୂତ କାମ ଓ ଆଶ୍ଚର୍ଯ୍ୟକାର୍ଯ୍ୟ କରିବେ। ସମ୍ଭବ ହେଲେ, ପରମେଶ୍ୱର ବାଛିଥିବା ଲୋକମାନଙ୍କୁ ସେମାନେ ପ୍ରତାରଣା କରିବା ପାଇଁ ଚେଷ୍ଟା କରିବେ। 23 ତେଣୁ ସାବଧାନ ରହିବ। ଏ ସବୁ ଘଟିବାର ଯଥେଷ୍ଟ ପୂର୍ବରୁ ମୁଁ ତୁମ୍ଭମାନଙ୍କୁ ଚେତେଇ ଦେଉଛି।
2010 by World Bible Translation Center