Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 93

93 ସଦାପ୍ରଭୁ ରାଜା ଅଟନ୍ତି।
    ସେ ମହିମା ଓ ଶକ୍ତି ରୂପକ ବସ୍ତ୍ର ପରିଧାନ କରନ୍ତି।
ସେ ନିଜ କଟିରେ ସମଗ୍ର ବିଶ୍ୱକୁ ଧରିଛନ୍ତି,
    ଏହା ଯେପରି ଟଳମଳ ହୋଇ ନ ଯାଏ।
ହେ ପରମେଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳରୁ ରହିଥିଲା,
    ତୁମ୍ଭେ ସର୍ବଦା ଜୀବିତ ଏବଂ ସର୍ବଦା ଶାସନ କରିବ।
ସଦାପ୍ରଭୁ, ସମୁଦ୍ରସବୁ ଘଡ଼ଘଡ଼ି ଭଳି ଧ୍ୱନି ବାହାର କଲେ।
    ସମୁଦ୍ରସବୁ ସେମାନଙ୍କର ଢେଉ ଭାଙ୍ଗି ଗର୍ଜନ କଲେ।
ଜଳରାଶିର ଧ୍ୱନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା
    ଊର୍ଦ୍ଧ୍ୱସ୍ଥ ସଦାପ୍ରଭୁ ବଳବାନ।
ହେ ସଦାପ୍ରଭୁ, ତୁମ୍ଭର ବ୍ୟବସ୍ଥା ସର୍ବଦା ରହିବ।
    ତୁମ୍ଭର ପବିତ୍ର ମନ୍ଦିର ଚିରସ୍ଥାୟୀ ରହିବ।

ଦାନିୟେଲଙ୍କ ପୁସ୍ତକ 7:1-8

ଗ୍ଭରିପଶୁଙ୍କ ବିଷୟରେ ଦାନିୟେଲଙ୍କ ସ୍ୱପ୍ନ

ବାବିଲର ରାଜା ବେ‌‌ଲ୍‌‌‌‌ଶତ୍ସରଙ୍କ ରାଜତ୍ୱର ପ୍ରଥମ ବର୍ଷରେ ଦାନିୟେଲ ଆପଣା ଶଯ୍ୟା ଉପରେ ସ୍ୱପ୍ନ ଓ ମାନସିକ ଦର୍ଶନ ପ୍ରାପ୍ତ ହେଲେ। ସେ ସେହି ସ୍ୱପ୍ନରେ ସାରକଥା ଲେଖି ରଖିଲେ। ଦାନିୟେଲ କହିଲେ, “ମୁଁ ରାତ୍ରିକାଳରେ ମୋର ଦର୍ଶନ ପାଇଲି ଯେ ମହାସମୁଦ୍ର ଉପରେ ଆକାଶର ଚତୁର୍ଦ୍ଦିଗରୁ ବାୟୁ ପ୍ରଚଣ୍ତ ବେଗରେ ବହିଲା ସେହି ବାୟୁ ସମୁଦ୍ରକୁ ଅଶାନ୍ତ କଲା। ପୁଣି ମୁଁ ଦେଖିଲି, ଗ୍ଭରି ଭିନ୍ନ ପ୍ରକାରର ବୃହତ୍ ପଶୁ ସମୁଦ୍ରରୁ ଉଠି ଆସିଲେ।

ପ୍ରଥମ ପଶୁଟି ସିଂହ ସଦୃଶ ଓ ଉତ୍କ୍ରୋଶପକ୍ଷୀର ଡେଣାପରି ତା'ର ଡେଣା ଥିଲା। ମୁଁ ନିରୀକ୍ଷଣ କରି ଦେଖିଲି, ତା'ର ଡେଣା ଉପୁଡ଼ାଗଲା। ଆଉ ସେ ପୃଥିବୀରୁ ଉଠାଗଲା। ମନୁଷ୍ୟ ପରି ଦୁଇ ପାଦରେ ତାକୁ ଠିଆ କରାଗଲା ଓ ତାକୁ ମନୁଷ୍ୟର ଅନ୍ତଃକରଣ ଦିଆଗଲା।

“ଆଉ ତତ୍ପରେ ମୋ’ ସମ୍ମୁଖରେ ଦ୍ୱିତୀୟ ପଶୁକୁ ଦେଖିଲି ଯେ କି ଏକ ଭଲ୍ଲୁକ ସଦୃଶ ଥିଲା। ସେ ଏକ ପାର୍ଶ୍ୱରେ ଉଠାଗଲା ଓ ତାହାର ମୁଖରେ ଦନ୍ତ ମଧ୍ୟରେ ତିନି ଖଣ୍ତ ପଞ୍ଜରା ଥିଲା। ତାହାକୁ ଏହି କଥା କୁହାଗଲା, ‘ଉଠ, ଇଚ୍ଛା ଅନୁସାରେ ମାଂସ ଭକ୍ଷ୍ୟଣ କର।’

“ଏହା ପରେ ମୁଁ ତୃତୀୟ ପଶୁକୁ ଦେଖିଲି, ସେ ଚିତାବାଘ ସଦୃଶ ଥିଲା। ତା'ର ପୃଷ୍ଠ ଭାଗରେ ପକ୍ଷୀର ଗ୍ଭରି ଡେଣା ଥିଲା। ଆଉ ମଧ୍ୟ ତାହାର ଗ୍ଭରି ମସ୍ତକ ଥିଲା ଓ ତାକୁ ଶାସନ କରିବାକୁ ଅଧିକାର ଦିଆଗଲା।

“ଏହା ପରେ ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ମୋର ସମ୍ମୁଖରେ ଚତୁର୍ଥ ପଶୁ ଥିଲା। ସେ ଅତି ଭୟଙ୍କର, କ୍ଷମତାସମ୍ପନ୍ନ ଓ ଅତିଶୟ ବଳବାନ୍ ଥିଲା ଓ ତାହାର ବଡ଼ ବଡ଼ ଲୌହର ଦାନ୍ତ ଥିଲା। ସେ ଦୋଷୀମାନଙ୍କୁ ଗ୍ରାସ କଲା ଓ ଭାଙ୍ଗି ଚୂର୍ଣ୍ଣ କଲା। ଆଉ ଅବଶିଷ୍ଟ ଯାହା ରହିଲା ତାହା ପଦତଳେ ଦଳିତ କଲା। ସେ ପୂର୍ବବର୍ତ୍ତୀ ସବୁ ପଶୁମାନଙ୍କଠାରୁ ଭିନ୍ନ ଥିଲା ଓ ତାହାର ଦଶ ଗୋଟି ଶିଙ୍ଗ ଥିଲା।

“ସେହି ଶିଙ୍ଗଗୁଡ଼ିକ ବିଷୟରେ ଚିନ୍ତା କରୁଥିବା ବେଳେ, ମୁଁ ଅନ୍ୟ ଏକ ଶିଙ୍ଗ ଉଠିବାର ଦେଖିଲି। ତାହା କ୍ଷୁଦ୍ର ଥିଲା ଓ ଏହା ସମ୍ମୁଖରେ ପ୍ରଥମ ଶିଙ୍ଗମାନଙ୍କ ମଧ୍ୟରୁ ତିନି ଗୋଟି ଶିଙ୍ଗକୁ ସମୂଳେ ଉତ୍ପାଟିତ କଲା। ଏହା ମନୁଷ୍ୟର ଚକ୍ଷୁତୁଲ୍ୟ ଚକ୍ଷୁ ଥିଲା ଓ କ୍ଷୁଦ୍ର ଶିଙ୍ଗରେ ଏକ ପାଟି ଥିଲା। ସେହି ପାଟିଟି ଅହଂକାରପୂର୍ଣ୍ଣ କଥା କହୁଥିଲା।

ଦାନିୟେଲଙ୍କ ପୁସ୍ତକ 7:15-18

ଚତୁର୍ଥ ପଶୁ ସମ୍ମନ୍ଧରେ ସ୍ୱପ୍ନର ଅର୍ଥପ୍ରକାଶ

15 “ମୁଁ, ଦାନିୟେଲ ଦ୍ୱନ୍ଦରେ ପଡ଼ିଲି ଓ ବ୍ୟସ୍ତ ହୋଇଗଲି। ଆଉ ମୋର ମାନସିକ ଦର୍ଶନ ମୋତେ ଉ‌‌ଦ୍‌‌ବିଗ୍ନ କଲା। 16 ସେଠାରେ ଛିଡ଼ା ହୋଇଥିବା ଲୋକମାନଙ୍କ ମଧ୍ୟରୁ ଜଣକ ନିକଟକୁ ଯାଇ ଏସବୁ ତଥ୍ୟ ପଗ୍ଭରିଲି। ତେଣୁ ସେ ମୋତେ ସେ ସବୁର ଅର୍ଥ ବୁଝାଇ କହିଲେ। 17 ‘ସେହି ଗ୍ଭରି ବୃହତ ପଶୁ ଗ୍ଭରି ରାଜା ଅଟନ୍ତି। ଆଉ ସେମାନେ ଏହି ପୃଥିବୀରୁ ଉତ୍ପନ୍ନ ହେବେ। 18 ମାତ୍ର ପରମେଶ୍ୱରଙ୍କ ପବିତ୍ର ଲୋକମାନେ ରାଜ୍ୟ ପ୍ରାପ୍ତ ହେବେ ଓ ଅନନ୍ତକାଳ ପର୍ଯ୍ୟନ୍ତ ରାଜ୍ୟ ଭୋଗ କରିବେ।’

ଯୋହନ ଲିଖିତ ସୁସମାଗ୍ଭର 3:31-36

ସ୍ୱର୍ଗରୁ ଆସିବା ଜଣେ ବ୍ୟକ୍ତି

31 “ସ୍ୱର୍ଗରୁ ଆସିଥିବା ବ୍ୟକ୍ତି ଅନ୍ୟ ଲୋକମାନଙ୍କ ଅପେକ୍ଷା ଶ୍ରେଷ୍ଠ। ପୃଥିବୀରୁ ଆସିଥିବା ବ୍ୟକ୍ତି ପୃଥିବୀର ଅଟନ୍ତି। ସେହି ବ୍ୟକ୍ତି ପୃଥିବୀରେ ଥିବା ବସ୍ତୁ ବିଷୟରେ କହନ୍ତି। କିନ୍ତୁ ଯେଉଁ ବ୍ୟକ୍ତି ସ୍ୱର୍ଗରୁ ଆସନ୍ତି, ସେ ଅନ୍ୟ ସମସ୍ତଙ୍କଠାରୁ ଶ୍ରେଷ୍ଠ। 32 ସେ ଯାହା ଦେଖିଛନ୍ତି ଓ ଶୁଣିଛନ୍ତି ସେହି ବିଷୟରେ କହନ୍ତି। କିନ୍ତୁ ସେ କହିଥିବା କଥା ସବୁ ଲୋକେ ଗ୍ରହଣ କରନ୍ତି ନାହିଁ। 33 ସେ କହୁଥିବା କଥା ଗୁଡ଼ିକୁ ଯେଉଁ ଲୋକ ଗ୍ରହଣ କରେ, ସେ ପ୍ରମାଣ ଦିଏ ଯେ ପରମେଶ୍ୱର ଯାହା କହନ୍ତି ତାହା ସତ୍ୟ। 34 ପରମେଶ୍ୱର ତାହାଙ୍କୁ ପଠାଇଛନ୍ତି। ପରମେଶ୍ୱର ଯାହା କହିଥା'ନ୍ତି, ସେ ତାହା କହନ୍ତି। ପରମେଶ୍ୱର ସମ୍ପୂର୍ଣ୍ଣଭାବେ ତାହାଙ୍କୁ ପବିତ୍ରଆତ୍ମା ପ୍ରଦାନ କରିଛନ୍ତି। 35 ପରମପିତା ପୁତ୍ରଙ୍କୁ ଭଲ ପାଆନ୍ତି। ସେ ତାହାଙ୍କୁ ସମସ୍ତ ବିଷୟର ଉପରେ କ୍ଷମତା ପ୍ରଦାନ କରିଛନ୍ତି। 36 ପୁତ୍ରଙ୍କୁ ବିଶ୍ୱାସ କରୁଥିବା ଲୋକ ଅନନ୍ତ ଜୀବନ ପାଆନ୍ତି। କିନ୍ତୁ ପୁତ୍ରଙ୍କୁ ଅବଜ୍ଞା କରୁଥିବା ଲୋକ କଦାପି ଅନନ୍ତ ଜୀବନ ଲାଭ କରିବ ନାହିଁ। ସେହି ଲୋକମାନଙ୍କ ଉପରେ ପରମେଶ୍ୱରଙ୍କର କ୍ରୋଧ ରହିବ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center