Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଦାନିୟେଲଙ୍କ ପୁସ୍ତକ 7:9-10

ଚତୁର୍ଥ ପଶୁର ବିଗ୍ଭର

“ମୁଁ ଗୋଟିଏ ସିଂହାସନ ସ୍ଥାପିତ ହେଉଥିବାର ଦେଖିଲି।
    ଅତି ବୃଦ୍ଧାଲୋକ ସେହି ଉପରେ ବସିଲେ।
ତାଙ୍କର ବସ୍ତ୍ର ହିମତୁଲ୍ୟ ଶୁକ୍ଳବର୍ଣ୍ଣ
    ଓ ତାଙ୍କର ମସ୍ତକର କେଶ ମେଷଲୋମ ସଦୃଶ ଶୁଭ୍ର ଥିଲା।
ତାଙ୍କର ସିଂହାସନ ଅଗ୍ନିମୟପରି
    ଓ ସିଂହାସନର ଚକସବୁ ଜ୍ୱଳନ୍ତା ଅଗ୍ନିଶିଖା, ସଦୃଶ ଥିଲା।
10 ତାଙ୍କ ସମ୍ମୁଖରୁ
    ଅଗ୍ନିସ୍ରୋତ ନିର୍ଗତ ହୋଇ ବହିଲା
ଓ ସହସ୍ର ସହସ୍ର ଲୋକ
    ତାଙ୍କର ଗ୍ଭରିପଟେ ଛିଡ଼ା ହେଲେ।
ବିଗ୍ଭର ସଭା ବସିଲା
    ଓ ପୁସ୍ତକମାନ ଖୋଲାଗଲା।

ଦାନିୟେଲଙ୍କ ପୁସ୍ତକ 7:13-14

13 “ଆଉ ମୁଁ ରାତ୍ରିରେ ଦର୍ଶନରେ ଦେଖିଲି, ମନୁଷ୍ୟ ସଦୃଶ କେହି ଆକାଶରେ ମେଘରେ ଆସିଲେ। ଏବଂ ସେ ଆକାଶର ମେଘଖଣ୍ତ ଉପରେ ସେହି ବୃଦ୍ଧଙ୍କ ନିକଟକୁ ଆସିଲେ ଓ ସେମାନେ ତାଙ୍କୁ ତାହାଙ୍କ ଛାମୁକୁ ଆଣିଲେ।

14 “ତାହାଙ୍କୁ କର୍ତ୍ତୃତ୍ୱ, ମହିମା ଓ ରାଜ୍ୟ ପ୍ରଦତ୍ତ ହେଲା। ତେଣୁ ସମୁଦାୟ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ତାଙ୍କର ଉପାସନା କରିବେ। ତାଙ୍କର ବିଧି ଅନନ୍ତକାଳୀନ ଓ ତାହା ଲୁପ୍ତ ହେବ ନାହିଁ। ଆଉ ତାଙ୍କର ରାଜ୍ୟ ଅବିନାଶୀ ହେବ।

ଗୀତସଂହିତା 93

93 ସଦାପ୍ରଭୁ ରାଜା ଅଟନ୍ତି।
    ସେ ମହିମା ଓ ଶକ୍ତି ରୂପକ ବସ୍ତ୍ର ପରିଧାନ କରନ୍ତି।
ସେ ନିଜ କଟିରେ ସମଗ୍ର ବିଶ୍ୱକୁ ଧରିଛନ୍ତି,
    ଏହା ଯେପରି ଟଳମଳ ହୋଇ ନ ଯାଏ।
ହେ ପରମେଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳରୁ ରହିଥିଲା,
    ତୁମ୍ଭେ ସର୍ବଦା ଜୀବିତ ଏବଂ ସର୍ବଦା ଶାସନ କରିବ।
ସଦାପ୍ରଭୁ, ସମୁଦ୍ରସବୁ ଘଡ଼ଘଡ଼ି ଭଳି ଧ୍ୱନି ବାହାର କଲେ।
    ସମୁଦ୍ରସବୁ ସେମାନଙ୍କର ଢେଉ ଭାଙ୍ଗି ଗର୍ଜନ କଲେ।
ଜଳରାଶିର ଧ୍ୱନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା
    ଊର୍ଦ୍ଧ୍ୱସ୍ଥ ସଦାପ୍ରଭୁ ବଳବାନ।
ହେ ସଦାପ୍ରଭୁ, ତୁମ୍ଭର ବ୍ୟବସ୍ଥା ସର୍ବଦା ରହିବ।
    ତୁମ୍ଭର ପବିତ୍ର ମନ୍ଦିର ଚିରସ୍ଥାୟୀ ରହିବ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1:4-8

ଯୋହନ ଯୀଶୁଙ୍କର ବାର୍ତ୍ତା ମଣ୍ଡଳୀମାନଙ୍କୁ ଲେଖନ୍ତି

ଏସିଆ ପ୍ରଦେଶର ସାତୋଟି ମଣ୍ଡଳୀକୁ ମୁଁ, ଯୋହନ, ଏହା ଲେଖୁଅଛି:

ଯେଉଁ ଈଶ୍ୱର ଅତୀତରେ ଥିଲେ, ବର୍ତ୍ତମାନ ଅଛନ୍ତି ଓ ଭବିଷ୍ୟତରେ ଆସୁଛନ୍ତି ଏବଂ ତାହାଙ୍କ ସିଂହାସନ ସମ୍ମୁଖରେ ଥିବା ସପ୍ତ ଆତ୍ମାଙ୍କଠାରୁ ଓ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କୁ ପ୍ରାପ୍ତ ହେଉ। ଯୀଶୁ ହେଉଛନ୍ତି ବିଶ୍ୱସ୍ତ ସାକ୍ଷୀ। ମୃତ୍ୟୁରୁ ବଞ୍ଚି ଉଠିଥିବା ଲୋକଙ୍କ ମଧ୍ୟରେ ପ୍ରଥମ ଓ ସେ ଏହି ଜଗତର ରାଜାମାନଙ୍କର ରାଜା।

ସେହି ଯୀଶୁ ଆମ୍ଭମାନଙ୍କୁ ପ୍ରେମ କରନ୍ତି। ସେହି ଯୀଶୁ ତାହାଙ୍କ ରକ୍ତ ଦେଇ ଆମ୍ଭମାନଙ୍କୁ ପାପରୁ ମୁକ୍ତ କରିଛନ୍ତି। ଯୀଶୁ ଆମ୍ଭମାନଙ୍କୁ ଗୋଟିଏ ରାଜ୍ୟ ସ୍ୱରୂପ କରିଛନ୍ତି ଓ ସେ ଆମ୍ଭମାନଙ୍କୁ ତାହାଙ୍କ ପିତା ପରମେଶ୍ୱରଙ୍କର ସେବାରେ ଯାଜକ ରୂପେ ନିଯୁକ୍ତ କରିଛନ୍ତି। ତାହାଙ୍କର ଗୌରବ ଓ ପରାକ୍ରମ ଯୁଗେ ଯୁଗେ ହେଉ। ଆମେନ୍।

ଦେଖ, ଯୀଶୁ ମେଘମାଳାରେ ଆସୁଅଛନ୍ତି। ପ୍ରତ୍ୟେକ ଲୋକର ଚକ୍ଷୁ ତାହାଙ୍କୁ ଦେଖିବ ଏପରିକି ତାହାଙ୍କୁ ବିଦ୍ଧ କରିଥିବା ଲୋକମାନେ ମଧ୍ୟ ତାହାଙ୍କୁ ଦେଖିବେ। ଏ ପୃଥିବୀର ସବୁ ଜାତିର ଲୋକମାନେ ତାହାଙ୍କ ଆଗମନରେ ଉଚ୍ଚସ୍ୱରରେ ରୋଦନ କରିବେ। ହଁ, ଏହା ଘଟିବ। ଆମେନ୍।

ପ୍ରଭୁ ପରମେଶ୍ୱର କହନ୍ତି, ମୁଁ “ଆରମ୍ଭ ଓ ଶେଷ” (‘‘ଆ‌‌‌‌‌‌‌‌ଲ୍‌‌‌‌‌‌‌ଫା” ଓ “ଓମେଗା”) ମୁଁ ବର୍ତ୍ତମାନ ଅଛି, ଅତୀତରେ ଥିଲି ଓ ଭବିଷ୍ୟତରେ ମଧ୍ୟ ରହିଥିବି। ମୁଁ ସର୍ବଶକ୍ତିମାନ।”

ଯୋହନ ଲିଖିତ ସୁସମାଗ୍ଭର 18:33-37

33 ତା'ପରେ ପୀଲାତ ପ୍ରାସାଦ ଭିତରକୁ ଗ୍ଭଲିଗଲେ। ସେ ଯୀଶୁଙ୍କୁ ଆପଣା ନିକଟକୁ ଡାକିଲେ। ତାହାଙ୍କୁ ପଗ୍ଭରିଲେ, “ତୁମ୍ଭେ କ'ଣ ଯିହୂଦୀମାନଙ୍କର ରାଜା?”

34 ଯୀଶୁ କହିଲେ, “ଏହା ତୁମ୍ଭ ନିଜର ପ୍ରଶ୍ନ, ନା ଅନ୍ୟମାନେ ତୁମ୍ଭକୁ ମୋ’ ବିଷୟରେ କହିଛନ୍ତି?”

35 ପୀଲାତ କହିଲେ, “ମୁଁ ଜଣେ ଯିହୂଦୀ ନୁହେଁ। ତୁମ୍ଭ ନିଜର ଲୋକମାନେ ଓ ସେମାନଙ୍କର ପ୍ରଧାନଯାଜକମାନେ ତୁମ୍ଭକୁ ମୋ’ ପାଖକୁ ଆଣିଛନ୍ତି। ତୁମ୍ଭେ କ'ଣ ଦୋଷ କରିଛ?”

36 ଯୀଶୁ କହିଲେ, “ମୋର ରାଜ୍ୟ ଏ ଜଗତର ନୁହେଁ। ଯଦି ଏହା ଜଗତର ହୋଇଥା'ନ୍ତା, ତେବେ ମୋର ଦାସମାନେ ଯୁଦ୍ଧ କରିଥାଆନ୍ତେ ଓ ମୋତେ ଯିହୂଦୀମାନେ ଧରିପାରି ନ ଥା'ନ୍ତେ। କିନ୍ତୁ ମୋ’ ରାଜ୍ୟ ଅନ୍ୟ ଏକ ସ୍ଥାନରେ।”

37 ପୀଲାତ କହିଲେ, “ତେବେ ତୁମ୍ଭେ ଜଣେ ରାଜା।”

ଯୀଶୁ ଉତ୍ତର ଦେଲେ, “ତୁମ୍ଭେ ମୋତେ ରାଜା ବୋଲି କହୁଛ। ଏହା ସତ୍ୟ। ମୁଁ ଏଥିପାଇଁ ଜନ୍ମ ନେଇଛି। ଲୋକମାନଙ୍କୁ ସତ୍ୟ ବିଷୟରେ କହିବା ପାଇଁ, ସେଥିପାଇଁ ମୁଁ ଜଗତକୁ ଆସିଛି। ସତ୍ୟକୁ ଭଲପାଉଥିବା ପ୍ରତ୍ୟେକ ଲୋକ ମୋ’ କଥା ଶୁଣନ୍ତି।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center