Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 76

ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ, ତାରଯୁକ୍ତ ବାଦ୍ୟଯନ୍ତ୍ରରେ ଆସଫର ଗୀତ।

76 ପରମେଶ୍ୱର ଯିହୁଦା ମଧ୍ୟରେ ପରିଚିତ ଅଟନ୍ତି।
    ଇସ୍ରାଏଲ ମଧ୍ୟରେ ତାଙ୍କ ନାମ ମହତ୍।
ପରମେଶ୍ୱରଙ୍କର ମନ୍ଦିର ଶାଲେମରେ ଅବସ୍ଥିତ।
    ପରମେଶ୍ୱରଙ୍କର ବାସସ୍ଥାନ ସିୟୋନ ପର୍ବତରେ ଅବସ୍ଥିତ।
ସେହି ସ୍ଥାନରେ ପରମେଶ୍ୱର ଧନୁର୍ବାଣ, ଢାଲ, ଖ‌ଡ଼୍‌ଗ
    ଏବଂ ସମସ୍ତ ଯୁଦ୍ଧାସ୍ତ୍ର ଭଙ୍ଗ କଲେ। ସେଲା

ପରମେଶ୍ୱର, ତୁମ୍ଭେ ପର୍ବତରୁ ତୁମ୍ଭର ଶତ୍ରୁମାନଙ୍କୁ ପରାସ୍ତ କରି
    ତେଜ୍ଜୋମୟ ଓ ମହିମାନ୍ୱିତ ଭାବେ ଫେରି ଆସ।
ସେହି ସୈନିକମାନେ ଭାବୁଥିଲେ, ସେମାନେ ଅତି ଶକ୍ତିଶାଳୀ ଯୋଦ୍ଧା ଅଟନ୍ତି।
    କିନ୍ତୁ ସେମାନେ ବର୍ତ୍ତମାନ ଯୁଦ୍ଧ ଭୂମିରେ ମରିପଡ଼ିଛନ୍ତି।
ସେମାନଙ୍କର ଶରୀର କ୍ଷତବିକ୍ଷତ ହୋଇଅଛି।
    ସେହି ଯୋଦ୍ଧା ସୈନିକମାନଙ୍କ ମଧ୍ୟରୁ କେହି ହସ୍ତ ଉଠାଇ ପାରି ନ ଥିଲେ।
ଯାକୁବର ପରମେଶ୍ୱର, ଯେତେବେଳେ ତୁମ୍ଭେ ଆପଣାର ଯୁଦ୍ଧରବ କଲ,
    ସେମାନଙ୍କର ଅଶ୍ୱଗଣ ଏବଂ ରଥାରୋହୀଗଣ ପଡ଼ି ମୃତ୍ୟୁବରଣ କଲେ।
ହେ ପରମେଶ୍ୱର, ତୁମ୍ଭେ ହିଁ ସମସ୍ତଙ୍କ ଦ୍ୱାରା ଭୟର ପାତ୍ର।
    ତୁମ୍ଭେ ଥରେ କ୍ରୋଧ କଲେ, କେହି ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବେ ନାହିଁ।
8-9 ସଦାପ୍ରଭୁ, ବିଗ୍ଭରକ ପରି ଠିଆ ହୋଇଛନ୍ତି, ତୁମ୍ଭେ ନ୍ୟାୟ ବିଗ୍ଭର କଲ,
    ପରମେଶ୍ୱର ଏହି ଦେଶରେ ନୀଚ୍ଚ ଲୋକମାନଙ୍କୁ ରକ୍ଷା କରିବା ପାଇଁ,
ସ୍ୱର୍ଗରୁ ତାଙ୍କର ବିଗ୍ଭର ଶୁଣାଇଛନ୍ତି।
    ସମସ୍ତ ପୃଥିବୀବାସୀ ସ୍ତବ୍ଧ ଓ ଭୟଭୀତ ହୋଇଛନ୍ତି। ସେଲା

10 ହେ ପରମେଶ୍ୱର, ଯେତେବେଳେ ତୁମ୍ଭେ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ, ଲୋକମାନେ ତୁମ୍ଭକୁ ସମ୍ମାନ ଦିଅନ୍ତି।
    ତୁମ୍ଭେ ଆପଣା କ୍ରୋଧ ପ୍ରକାଶ କର ଏବଂ ତିଷ୍ଟି ରହିବା ଲୋକମାନେ[a] ଶକ୍ତିଶାଳୀ ହୁଅନ୍ତୁ।

11 ଲୋକମାନେ ପରମେଶ୍ୱରଙ୍କଠାରେ ମାନସିକ କରନ୍ତି,
    ଏବଂ ସେସବୁକୁ ପରମେଶ୍ୱରଙ୍କଠାରେ ଅର୍ପଣ କରନ୍ତି।
ଲୋକମାନେ ଚତୁର୍ଦ୍ଦିଗରେ ଥିବା ଜାତିଗଣ ପରମେଶ୍ୱରଙ୍କ ନିକଟକୁ ଉପହାର ଆଣିବା ଉଚିତ୍,
    ଯେଉଁମାନେ କି ସମ୍ମାନ ପାଇଁ ଉପଯୁକ୍ତ ଅଟନ୍ତି।
12 ପରମେଶ୍ୱର ମହାନ ନେତାମାନଙ୍କୁ ପରାସ୍ତ କରନ୍ତି।
    ପୃଥିବୀର ସମସ୍ତ ରାଜା ତାହାଙ୍କୁ ଭୟ କରନ୍ତି।

ଦାନିୟେଲଙ୍କ ପୁସ୍ତକ 7:19-27

19 “ତା'ପରେ ମୁଁ ଚତୁର୍ଥ ପଶୁ ସମ୍ମନ୍ଧରେ ସମସ୍ତ ତଥ୍ୟ ଜାଣିବାକୁ ଇଚ୍ଛା କଲି। ଏହା ଅତି ଭୟଙ୍କର ଥିଲା ଓ ଏହାର ଲୁହାର ଦାନ୍ତ ଓ ପିତ୍ତଳ ନଖସବୁ ଥିଲା। ସେ ସବୁକିଛି ଭାଙ୍ଗି ଚୂର୍ଣ୍ଣ କଲା ଓ ଗ୍ରାସ କଲା ଓ ଅବଶିଷ୍ଟ ସବୁ ପାଦରେ ଦଳି ଦେଲା। 20 ସେହି ଚତୁର୍ଥ ପଶୁର ମସ୍ତକରେ ଯେଉଁ ଦଶ ଶିଙ୍ଗ ଥିଲା, ଅନ୍ୟ ଯେଉଁ କ୍ଷୁଦ୍ର ଶିଙ୍ଗ ଉଠିଲା ଓ ଯାହା ସାକ୍ଷାତରେ ଦଶଶିଙ୍ଗ ମଧ୍ୟରୁ ତିନିଶିଙ୍ଗ ପଡ଼ିଗଲା, ଯେଉଁ ଶିଙ୍ଗର ଚକ୍ଷୁ ଓ ଅହଙ୍କାର ବାକ୍ୟବାଦି ମୁଖ ଥିଲା ଓ ଯାହାର ଆକାର ଅନ୍ୟମାନଙ୍କଠାରୁ ଦାମ୍ଭିକ ଥିଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି। 21 ଆଉ ମୁଁ ଦେଖିଲି ସେହି ଶିଙ୍ଗ ପରମେଶ୍ୱରଙ୍କ ପବିତ୍ର ଲୋକଙ୍କୁ ଆକ୍ରମଣ କଲା ଓ ସେମାନଙ୍କୁ ବଧ କଲା। 22 ତା'ପରେ ସେହି ବୃଦ୍ଧ ଲୋକଟି ଆସିଲେ ଓ ପରମେଶ୍ୱରଙ୍କ ପବିତ୍ର ଲୋକମାନଙ୍କ ସପକ୍ଷରେ ଓ ଶିଙ୍ଗ ବିପକ୍ଷରେ ନ୍ୟାୟ ହେଲା। ଆଉ ପରମେଶ୍ୱର ସେହି ପବିତ୍ର ଲୋକମାନଙ୍କର ରାଜତ୍ୱ କରିବାର ସମୟ ଉପସ୍ଥିତ ହେଲା।

23 “ଆଉ ସେ ମୋତେ ବୁଝାଇ କହିଲେ, ‘ଚତୁର୍ଥ ପଶୁ ପୃଥିବୀର ଚତୁର୍ଥ ରାଜ୍ୟ ହେବ, ତାହା ଅନ୍ୟ ସମସ୍ତ ରାଜ୍ୟଠାରୁ ଭିନ୍ନ ହେବ ଓ ସମୁଦାୟ ପୃଥିବୀକୁ ଗ୍ରାସ କରିବ। ଆଉ ପାଦରେ ଦଳି ଖଣ୍ତ ଖଣ୍ତ କରି ତାହା ଭାଙ୍ଗି ପକାଇବ। 24 ପୁଣି ସେହି ଦଶ ଶିଙ୍ଗର ତାତ୍ପର୍ଯ୍ୟ ହେଉଛି ଯେ ସେହି ରାଜ୍ୟରୁ ଦଶ ରାଜା ଉତ୍ପନ୍ନ ହେବେ। ସେମାନଙ୍କ ପରେ ଆଉ ଜଣେ ଉତ୍ପନ୍ନ ହେବ ଓ ସେ ତାଙ୍କର ପୂର୍ବବର୍ତ୍ତୀମାନଙ୍କଠାରୁ ଭିନ୍ନ ହେବ ଓ ସେ ତିନି ରାଜାଙ୍କୁ ଦମନ କରିବ। 25 ଏବଂ ସେ ସର୍ବୋପରିସ୍ଥ ପରମେଶ୍ୱରଙ୍କ ବିରୁଦ୍ଧରେ କଥା କହିବ ଓ ପରମେଶ୍ୱରଙ୍କର ପବିତ୍ର ଲୋକମାନଙ୍କୁ ବଧ କରିବ। ଆଉ ସେ ସମୟ ଓ ଆଜ୍ଞାର ପରିବର୍ତ୍ତନ କରିବାକୁ ଚିନ୍ତା କରିବ। ସାଢ଼େ ତିନି ବର୍ଷ ପାଇଁ ସେମାନେ ତା’ ହସ୍ତରେ ସମର୍ପିତ ହେବେ।

26 “‘ମାତ୍ର ବିଗ୍ଭର ସଭା ବସିବ ଓ ରାଜାଙ୍କର କର୍ତ୍ତୃତ୍ୱ କାଢ଼ି ନିଆଯିବ ଓ ରାଜ୍ୟ ସମ୍ପୂର୍ଣ୍ଣ ଭାବରେ ବିନାଶ ହେବ। 27 ଆଉ ରାଜତ୍ୱ, କର୍ତ୍ତୃତ୍ୱ ଓ ରାଜ୍ୟ ସମୂହର ମହିମା ସର୍ବୋପରିସ୍ଥ ପରମେଶ୍ୱରଙ୍କର ପବିତ୍ର ଲୋକମାନଙ୍କୁ ଦତ୍ତ ହେବ। ତାଙ୍କର ରାଜ୍ୟ ଅନନ୍ତ କାଳ ପାଇଁ ସ୍ଥାୟୀ ହେବ ଓ ଅନ୍ୟ ସମସ୍ତ ଶାସକ ଗୋଷ୍ଠୀ ତାଙ୍କର ସେବା କରିବେ ଓ ତାଙ୍କର ଆଜ୍ଞାବହ ହେବେ।’

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:1-14

ଦୁଇଜଣ ସାକ୍ଷୀ

11 ତା'ପରେ ମୋତେ ବୁଲାବାଡ଼ି ଲମ୍ବର ଗୋଟିଏ ମାପଦଣ୍ଡ ଦିଆଗଲା। ମୋତେ କୁହାଗଲା, “ଯାଅ ପରମେଶ୍ୱରଙ୍କର ମନ୍ଦିର, ବେଦୀକୁ ମାପ, ଏବଂ ସେଠାରେ ଉପାସନା କରୁଥିବା ଲୋକମାନଙ୍କର ସଂଖ୍ୟା ଗଣନା କର। କିନ୍ତୁ ମନ୍ଦିରର ବାହାର ଅଗଣା ମାପ ନାହିଁ। ତାହାକୁ ସେହିପରି ଛାଡ଼ିଦିଅ, କାରଣ ତାହା ଅଣଯିହୂଦୀୟ ଦେଶଗୁଡ଼ିକର ଲୋକମାନଙ୍କୁ ଦିଆଯାଇଛି। ସେହି ଲୋକମାନେ ବୟାଳିଶ୍ ମାସ ପର୍ଯ୍ୟନ୍ତ ପବିତ୍ର ନଗରକୁ ପଦଦଳିତ କରିବେ। ମୁଁ ମୋର ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବି। ସେମାନେ 1,260 ଦିନ ପର୍ଯ୍ୟନ୍ତ ଅଖା ପିନ୍ଧି ଭବିଷ୍ୟ‌‌ଦ୍‌‌‌‌ବାଣୀ କହିବେ।”

ଏହି ଦୁଇ ସାକ୍ଷୀ ହେଉଛନ୍ତି, ପୃଥିବୀରେ ପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇଥିବା ଦୁଇ ବୀଜ ବୃକ୍ଷ ଓ ଦୁଇ ଦୀପରୂଖା। ଯଦି କେହି ସେମାନଙ୍କର କ୍ଷତି କରିବାକୁ ଗ୍ଭହେଁ, ତା'ହେଲେ ସେମାନଙ୍କର ମୁହଁରୁ ବାହାରୁଥିବା ଅଗ୍ନି ସେମାନଙ୍କୁ ଧ୍ୱଂସ କରିବ। ଯଦି କୌଣସି ଲୋକ ସେମାନଙ୍କର କ୍ଷତି କରିବାକୁ ଚେଷ୍ଟା କରେ, ସେ ଏହିପରିଭାବେ ମୃତ୍ୟୁ ଭୋଗ କରିବ। ଏହି ଦୁଇଜଣ ଭବିଷ୍ୟ‌‌ଦ୍‌‌‌‌ବାଣୀ କହିବା ବେଳେ ଯେପରି ବର୍ଷା ନ ହୁଏ, ସେଥିନିମନ୍ତେ ଆକାଶକୁ ରୁଦ୍ଧ କରିବା ନିମନ୍ତେ ସେମାନଙ୍କର କ୍ଷମତା ଅଛି। ଜଳକୁ ରକ୍ତରେ ପରିଣତ କରିବାର କ୍ଷମତା ସେମାନଙ୍କର ଅଛି। ପୃଥିବୀକୁ ପ୍ରତ୍ୟେକ ପ୍ରକାରର ମହାମାରୀ ଦ୍ୱାରା କଷ୍ଟ ଦେବାର କ୍ଷମତା ସେମାନଙ୍କର ଅଛି। ସେମାନେ ସେମାନଙ୍କର ନିଜ ଇଚ୍ଛା ଅନୁସାରେ ଯେତେଥର ଗ୍ଭହିଁବେ, ସେତଥର ଏହା କରି ପାରିବେ।

ସେମାନଙ୍କର ସାକ୍ଷ୍ୟ ଦେବା ସମୟ ସରିଯିବା ପରେ ସେହି ପଶୁ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବ। ପାତାଳର ଅତଳ ଗର୍ଭରୁ ଉପରକୁ ଆସୁଥିବା ପଶୁ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବ। ସେ ସେମାନଙ୍କୁ ପରାସ୍ତ କରି ହତ୍ୟା କରିବ। ଏହି ଦୁଇ ସାକ୍ଷୀଙ୍କର ଶରୀର ମହାନଗରୀର ରାସ୍ତାରେ ପଡ଼ିରହିବ। ଏହି ନଗରର ନାମ ‘ସଦୋମ’ ଓ ‘ମିଶର’। ନଗରର ନାମଗୁଡ଼ିକର ବିଶେଷ ଅର୍ଥ ରହିଛି। ଏହି ନଗରରେ ସେମାନଙ୍କର ପ୍ରଭୁଙ୍କୁ ମଧ୍ୟ କ୍ରୁଶରେ ଚଢ଼ାଇ ମାରି ଦିଆଯାଇଥିଲା। ସାଢ଼େ ତିନି ଦିନ ପର୍ଯ୍ୟନ୍ତ ସମସ୍ତ ମଣିଷ ଜାତି, ସମସ୍ତ ଗୋଷ୍ଠୀ, ସମସ୍ତ ଭାଷା ଏବଂ ସମସ୍ତ ରାଷ୍ଟ୍ରର ଲୋକମାନେ ସେମାନଙ୍କର ଶବ ଦେଖିବେ। କିନ୍ତୁ ସେମାନେ ସେମାନଙ୍କର ସମାଧିସ୍ଥ ହେବାକୁ ଦେବେ ନାହିଁ। 10 ସେମାନଙ୍କର ମୃତ୍ୟୁରେ ପୃଥିବୀର ଲୋକେ ଖୁସୀ ହେବେ। ସେମାନେ ଭୋଜି କରିବେ ଓ ପରସ୍ପର ଭିତରେ ଉପହାର ଦିଆନିଆ କରିବେ। ସେମାନେ ଏପରି କରିବେ, କାରଣ ଏହି ଦୁଇଜଣ ସାକ୍ଷୀ ପୃଥିବୀବାସୀଙ୍କୁ ବହୁତ ଯନ୍ତ୍ରଣା ଦେଇଥିଲେ।

11 କିନ୍ତୁ ସାଢ଼େ ତିନି ଦିନ ପରେ ପରମେଶ୍ୱରଙ୍କଠାରୁ ଜୀବନୀ ଶକ୍ତି ସେହି ଦୁଇଜଣ ଭବିଷ୍ୟ‌‌ଦ୍‌‌‌‌ବକ୍ତାଙ୍କ ଭିତରେ ପ୍ରବେଶ କଲା। ସେମାନେ ସେମାନଙ୍କର ପାଦରେ ଉଠି ଠିଆ ହେଲେ। ସେମାନଙ୍କୁ ଦେଖିବା ଲୋକମାନେ ବହୁତ ଭୟ କଲେ। 12 ତା'ପରେ ସେହି ଦୁଇଜଣ ସାକ୍ଷୀ ସ୍ୱର୍ଗରୁ ଆସୁଥିବା ଗୋଟିଏ ଉଚ୍ଚ ସ୍ୱର ଶୁଣି ପାରିଲେ, “ଏଠାକୁ ଉଠି ଆସ।” ଏହା ଶୁଣି ଦୁଇଜଣ ଭବିଷ୍ୟ‌‌ଦ୍‌‌‌‌ବକ୍ତା ମେଘ ଦ୍ୱାରା ସ୍ୱର୍ଗକୁ ଗଲେ। ଏହା ସେମାନଙ୍କର ଶତ୍ରୁମାନେ ଦେଖୁଥିଲେ।

13 ଠିକ୍ ସେହି ସମୟରେ ଏକ ମହା ଭୂମିକମ୍ପ ହେଲା। ନଗରର ଏକ ଦଶମାଂଶ ନଷ୍ଟ ହୋଇଗଲା। ସାତ ହଜାର ଲୋକ ପ୍ରାଣ ହରାଇଲେ। ପ୍ରାଣ ହରାଇ ନ ଥିବା ଲୋକମାନେ ଅଧିକ ଭୟ କଲେ। ସେମାନେ ସ୍ୱର୍ଗର ପରମେଶ୍ୱରଙ୍କୁ ଗୌରବ ଦେଲେ।

14 ଦ୍ୱିତୀୟ କ୍ଳେଶ ଦୂର ହେଲା। ତୃତୀୟ କ୍ଳେଶଟି ଖୁବ୍ ଶୀଘ୍ର ଆସୁଛି।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center