Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 81:1-10

ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ ଆସଫର ଗୀତ।

81 ଆମ୍ଭମାନଙ୍କ ବଳସ୍ୱରୂପ ପରମେଶ୍ୱରଙ୍କର ଉଦ୍ଦେଶ୍ୟରେ ଉଚ୍ଚ ସ୍ୱରରେ ଜୟଗାନ କର।
    ଯାକୁବର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।
ଗୀତ ଆରମ୍ଭ କର
    ଓ ଦାରା ବଜାଅ,
    ନେବଲ ସହିତ ସୁମଧୁର ବୀଣାରେ ସ୍ୱର ବାହାର କର।
ଅମାବାସ୍ୟା ଦିନରେ ମେଣ୍ଢା ତୂରୀ ବଜାଅ।
    ଆମ୍ଭର ପର୍ବଦିନରେ, ପୂର୍ଣ୍ଣିମାରେ ଏହାକୁ ବଜାଅ।
କାରଣ ଏହା ଇସ୍ରାଏଲ ପାଇଁ ନିୟମ।
    ଏହା ଯାକୁବର ପରମେଶ୍ୱରଙ୍କର ଆଦେଶ ଅଟେ।
ପରମେଶ୍ୱର ଯୋଷେଫଙ୍କ ଲୋକମାନଙ୍କ ପାଇଁ ଏହି ନିୟମ କରିଥିଲେ।
    ଯେତେବେଳେ ପରମେଶ୍ୱର ମିଶର ଭୂମି ବିରୁଦ୍ଧରେ ଗଲେ,
ଯେଉଁଠାରେ ମୁଁ ଏକ ଭାଷା ଶୁଣିଲି ଯାହା ମୁଁ ବୁଝିପାରିଲି ନାହିଁ।
ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭ କାନ୍ଧରୁ ଭାର ଉତ୍ତାରି ଦେଲୁ।
    ତାହାର ହସ୍ତ ଟୋକେଇରୁ ମୁକ୍ତ ହେଲା।
ତୁମ୍ଭେମାନେ ଯେତେବେଳେ ସଙ୍କଟରେ ଥିଲ, ତୁମ୍ଭେ ସାହାଯ୍ୟ ମାଗିଲ, ଏବଂ ଆମ୍ଭେ ତୁମ୍ଭକୁ ମୁକ୍ତ କଲୁ।
    ଆମ୍ଭେ ଘନ ଅନ୍ଧାର ବାଦଲରୁ ତୁମ୍ଭକୁ ଉତ୍ତର ଦେଲୁ।
    ଆମେ ମିରୀବାଃ ପାଣି ନିକଟରେ ତୁମ୍ଭକୁ ପରୀକ୍ଷା କଲୁ।” ସେଲା

“ହେ ଆମ୍ଭର ଲୋକମାନେ, ଆମ୍ଭର କଥା ଶୁଣ,
    ହେ ଇସ୍ରାଏଲ, ଆମ୍ଭର କଥା ଶୁଣ! ଆମ୍ଭେ ତୁମ୍ଭକୁ ସତର୍କ କରୁଛୁ।
ତୁମ୍ଭେମାନେ ଅନ୍ୟ କୌଣସି ଦେବତାକୁ ପୂଜା କରିବ ନାହିଁ।
    ଯାହାକୁ ବିଦେଶୀମାନେ ପୂଜା କରୁଛନ୍ତି।
10 ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର,
    ଆମ୍ଭେ ତୁମ୍ଭକୁ ମିଶର ଦେଶରୁ ବାହାର କରି ଆଣିଲୁ।
ତୁମ୍ଭର ମୁଖ ବଡ଼ କରି ଖୋଲ,
    ଆମ୍ଭେ ଖୁଆଇ ଦେବା।

ଲେବୀୟ ପୁସ୍ତକ 23:1-8

ସ୍ୱତନ୍ତ୍ର ବିଶ୍ରାମ ଦିନ

23 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ତୁମ୍ଭେମାନେ ସଦାପ୍ରଭୁଙ୍କର ଯେଉଁସବୁ ନିରୂପିତ ପର୍ବ ପବିତ୍ର ସଭା ବୋଲି ଘୋଷଣା କରିବ, ଆମ୍ଭର ସେସମସ୍ତ ପର୍ବ ଏହି।

ବିଶ୍ରାମ ଦିନ

“ଛଅ ଦିନ କାମ କରାଯିବ, ମାତ୍ର ସପ୍ତମ ଦିନ, ବିଶ୍ରାମ ଦିନ। ଅର୍ଥାତ୍ ପବିତ୍ର ସଭା ହେବ। ତୁମ୍ଭେମାନେ କୌଣସି ପ୍ରକାର କର୍ମ କରିବ ନାହିଁ। ତାହା ତୁମ୍ଭମାନଙ୍କର ସମସ୍ତ ନିବାସ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶ୍ରାମ ଦିନ ହେବ।

ନିସ୍ତାରପର୍ବ

“ଏଗୁଡ଼ିକ ସଦାପ୍ରଭୁଙ୍କ ନିରୂପିତ ପର୍ବ। ତୁମ୍ଭେମାନେ ସେହି ନିରୂପିତ ଦିନରେ ପବିତ୍ର ସଭା ଘୋଷଣା କରିବ। ପ୍ରଥମ ମାସରେ, ମାସର ଚତୁର୍ଦ୍ଦଶ ଦିନରେ ସନ୍ଧ୍ୟାବେଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାରପର୍ବ ହେବ।

ତାଡ଼ିଶୂନ୍ୟ ରୋଟୀର ପର୍ବ

“ପୁଣି ସେହି ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଡ଼ିଶୂନ୍ୟ ରୋଟୀର ପର୍ବ ହେବ। ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୋଟୀ ଭୋଜନ କରିବ। ପର୍ବର ପ୍ରଥମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ। ସେଦିନ ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ। ମାତ୍ର ତୁମ୍ଭେମାନେ ସାତ ଦିନ ଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ ଉତ୍ସର୍ଗ କରିବା ଉଚିତ୍। ସପ୍ତମ ଦିନରେ ବିଶେଷ ସଭା ହେବ। ତୁମ୍ଭେମାନେ ସେଦିନ କୌଣସି ବ୍ୟବସାୟ କିମ୍ବା କୌଣସି ଚିରାଚରିତ କର୍ମ କରିବା ଉଚିତ୍ ନୁହେଁ।”

ରୋମୀୟଙ୍କ ପ୍ରତି ପତ୍ର 8:31-39

ଖ୍ରୀଷ୍ଟ ଯୀଶୁଙ୍କଠାରେ ପରମେଶ୍ୱରଙ୍କ ପ୍ରେମ

31 ସେଥିପାଇଁ ଆମ୍ଭେ ଏହି ବିଷୟରେ କ’ଣ କହିବା? ଯଦି ପରମେଶ୍ୱର ଆମ୍ଭ ସହିତ ଅଛନ୍ତି, ତାହାହେଲେ କୌଣସି ଲୋକ ଆମ୍ଭକୁ ପରାଜିତ କରି ପାରିବ ନାହିଁ। 32 ପରମେଶ୍ୱର ଆମ୍ଭ ପାଇଁ ସବୁକିଛିକରିବେ। ପରମେଶ୍ୱର ନିଜ ପୁତ୍ରକୁ ସୁଦ୍ଧା ଧରି ରଖିଲେ ନାହିଁ କିନ୍ତୁ ଆମ୍ଭ ସମସ୍ତଙ୍କ ପାଇଁ ଦେଇଦେଲେ। ଏଣୁ ସେ ତାଙ୍କ ସହ ଆମ୍ଭକୁ ସବୁ ବିଷୟ ଦେବେ। 33 ପରମେଶ୍ୱର ଯାହାଙ୍କୁ ବାଛିଛନ୍ତି, ସେ ଲୋକମାନଙ୍କୁ କିଏ ବା ଅଭିଯୁକ୍ତ କରି ପାରିବ? କେହି ନୁହେଁ! ପରମେଶ୍ୱର ହିଁ ସେହି ଲୋକମାନଙ୍କୁ ଧାର୍ମିକ କରନ୍ତି। 34 କିଏ କହି ପାରିବ ଯେ ପରମେଶ୍ୱରଙ୍କ ଲୋକମାନେ ଦୋଷୀ? କେହି ନୁହେଁ। ଆମ୍ଭ ପାଇଁ ଯୀଶୁ ଖ୍ରୀଷ୍ଟ ମୃତ୍ୟୁ ବରଣ କଲେ, କିନ୍ତୁ ତାହା ହିଁ ସବୁକିଛି ନୁହେଁ। ସେ ମୃତ୍ୟୁରୁ ମଧ୍ୟ ଜୀବିତ ହେଲେ। ସେ ଏବେ ପରମେଶ୍ୱରଙ୍କ ଡାହାଣ ପଟରେ ଅଛନ୍ତି ଓ ଆମ୍ଭ ପାଇଁ ପରମେଶ୍ୱରଙ୍କୁ ନିବେଦନ କରୁଛନ୍ତି। 35 ଖ୍ରୀଷ୍ଟଙ୍କର ପ୍ରେମଠାରୁ ଆମ୍ଭକୁ କିଏ କ’ଣ ଅଲଗା କରିପାରେ? ନା! କଷ୍ଟ କ’ଣ ଆମ୍ଭକୁ ଖ୍ରୀଷ୍ଟଙ୍କର ପ୍ରେମରୁ ଅଲଗା କରିପାରେ? ନା! ସମସ୍ୟା ବା ତାଡ଼ନା କ’ଣ ଖ୍ରୀଷ୍ଟଙ୍କର ଶତ୍ରୁମାନଙ୍କ ଆଘାତ ଆମ୍ଭକୁ ଖ୍ରୀଷ୍ଟଙ୍କର ପ୍ରେମରୁ ଅଲଗା କରିପାରେ? ନା! ଯଦି ଆମ୍ଭ ପାଖରେ ଖାଦ୍ୟ ବା ଲୁଗାପଟା ନାହିଁ, ତା'ହେଲେ ତାହା କ’ଣ ଖ୍ରୀଷ୍ଟଙ୍କର ପ୍ରେମରୁ ଆମ୍ଭକୁ ଅଲଗା କରିପାରେ? ନା! ବିପଦ ବା ମୃତ୍ୟୁ ହେଉନା କାହିଁକି ତାହା କ’ଣ ଆମ୍ଭକୁ ଖ୍ରୀଷ୍ଟଙ୍କର ପ୍ରେମରୁ ଅଲଗା କରିପାରେ? ନା! 36 ଶାସ୍ତ୍ରରେ ଏହିପରି ଲେଖା ଅଛି:

“ତୁମ୍ଭ ପାଇଁ (ଖ୍ରୀଷ୍ଟ) ଚିରଦିନ ଆମ୍ଭେ ନିହିତ ହେଉଅଛୁ।
    ଲୋକ ଭାବୁଛନ୍ତି, ଆମ୍ଭର ମୂଲ୍ୟ ବଳି ହେବାକୁ ଥିବା ମେଣ୍ଢାମାନଙ୍କଠାରୁ ଅଧିକ କିଛି ନୁହେଁ।”(A)

37 କିନ୍ତୁ ଏସବୁରେ ଆମ୍ଭ ପ୍ରତି ପ୍ରେମ ପ୍ରଦର୍ଶିତ କରିଥିବା ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେ ପୂର୍ଣ୍ଣ ବିଜୟୀ। 38-39 ହଁ, ମୁଁ ଜାଣେ ଯେ, କୌଣସି ବିଷୟ ଆମ୍ଭକୁ ପରମେଶ୍ୱରଙ୍କ ପ୍ରେମରୁ ବଞ୍ଚିତ କରି ପାରିବ ନାହିଁ। ମୃତ୍ୟୁ ନୁହେଁ, ଜୀବନ ନୁହେଁ, ସ୍ୱର୍ଗଦୂତମାନେ ନୁହନ୍ତି, ଆତ୍ମିକ ଶକ୍ତି ଗୁଡ଼ିକ ନୁହନ୍ତି, ଏବେ କିଛି ନୁହେଁ, ଭବିଷ୍ୟତ‌‌ରେ କିଛି ନୁହେଁ, କୌଣସି ଶକ୍ତି ନୁହେଁ, ଉଚ୍ଚରେ କିଛି ନୁହେଁ, ଗଭୀରରେ କିଛି ନୁହେଁ, ସମଗ୍ର ସୃଷ୍ଟ ଜଗତରେ କିଛି ନୁହେଁ; ଖ୍ରୀଷ୍ଟ ଯୀଶୁ ଆମ୍ଭ ପ୍ରଭୁଙ୍କଠାରେ ଥିବା ପରମାତ୍ମାଙ୍କ ପ୍ରେମଠାରୁ ଆମ୍ଭକୁ କେହି ଅଲଗା କରି ପାରିବେ ନାହିଁ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center