Revised Common Lectionary (Complementary)
ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ ଆସଫର ଗୀତ।
81 ଆମ୍ଭମାନଙ୍କ ବଳସ୍ୱରୂପ ପରମେଶ୍ୱରଙ୍କର ଉଦ୍ଦେଶ୍ୟରେ ଉଚ୍ଚ ସ୍ୱରରେ ଜୟଗାନ କର।
ଯାକୁବର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।
2 ଗୀତ ଆରମ୍ଭ କର
ଓ ଦାରା ବଜାଅ,
ନେବଲ ସହିତ ସୁମଧୁର ବୀଣାରେ ସ୍ୱର ବାହାର କର।
3 ଅମାବାସ୍ୟା ଦିନରେ ମେଣ୍ଢା ତୂରୀ ବଜାଅ।
ଆମ୍ଭର ପର୍ବଦିନରେ, ପୂର୍ଣ୍ଣିମାରେ ଏହାକୁ ବଜାଅ।
4 କାରଣ ଏହା ଇସ୍ରାଏଲ ପାଇଁ ନିୟମ।
ଏହା ଯାକୁବର ପରମେଶ୍ୱରଙ୍କର ଆଦେଶ ଅଟେ।
5 ପରମେଶ୍ୱର ଯୋଷେଫଙ୍କ ଲୋକମାନଙ୍କ ପାଇଁ ଏହି ନିୟମ କରିଥିଲେ।
ଯେତେବେଳେ ପରମେଶ୍ୱର ମିଶର ଭୂମି ବିରୁଦ୍ଧରେ ଗଲେ,
ଯେଉଁଠାରେ ମୁଁ ଏକ ଭାଷା ଶୁଣିଲି ଯାହା ମୁଁ ବୁଝିପାରିଲି ନାହିଁ।
6 ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭ କାନ୍ଧରୁ ଭାର ଉତ୍ତାରି ଦେଲୁ।
ତାହାର ହସ୍ତ ଟୋକେଇରୁ ମୁକ୍ତ ହେଲା।
7 ତୁମ୍ଭେମାନେ ଯେତେବେଳେ ସଙ୍କଟରେ ଥିଲ, ତୁମ୍ଭେ ସାହାଯ୍ୟ ମାଗିଲ, ଏବଂ ଆମ୍ଭେ ତୁମ୍ଭକୁ ମୁକ୍ତ କଲୁ।
ଆମ୍ଭେ ଘନ ଅନ୍ଧାର ବାଦଲରୁ ତୁମ୍ଭକୁ ଉତ୍ତର ଦେଲୁ।
ଆମେ ମିରୀବାଃ ପାଣି ନିକଟରେ ତୁମ୍ଭକୁ ପରୀକ୍ଷା କଲୁ।” ସେଲା
8 “ହେ ଆମ୍ଭର ଲୋକମାନେ, ଆମ୍ଭର କଥା ଶୁଣ,
ହେ ଇସ୍ରାଏଲ, ଆମ୍ଭର କଥା ଶୁଣ! ଆମ୍ଭେ ତୁମ୍ଭକୁ ସତର୍କ କରୁଛୁ।
9 ତୁମ୍ଭେମାନେ ଅନ୍ୟ କୌଣସି ଦେବତାକୁ ପୂଜା କରିବ ନାହିଁ।
ଯାହାକୁ ବିଦେଶୀମାନେ ପୂଜା କରୁଛନ୍ତି।
10 ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର,
ଆମ୍ଭେ ତୁମ୍ଭକୁ ମିଶର ଦେଶରୁ ବାହାର କରି ଆଣିଲୁ।
ତୁମ୍ଭର ମୁଖ ବଡ଼ କରି ଖୋଲ,
ଆମ୍ଭେ ଖୁଆଇ ଦେବା।
5 “ଆଉ ତୁମ୍ଭେ ସରୁ ମଇଦା ନେଇ ତହିଁରେ ବାରଗୋଟି ପିଠା ପ୍ରସ୍ତୁତ କରିବ, ପ୍ରତ୍ୟେକ ପିଠା ଏକ ଐଫାର ଦୁଇ ଦଶମାଂଶ ହେବ। 6 ସୁବର୍ଣ୍ଣ ମେଜ ଉପରେ ପ୍ରତି ଧାଡ଼ିରେ ଛଅ ଛଅ କରି ଦୁଇ ଧାଡ଼ିରେ ସେହିସବୁ ପିଠାକୁ ସଦାପ୍ରଭୁଙ୍କ ସମ୍ମୁଖରେ ରଖିବ। 7 ଆଉ ରୋଟୀ ପରିବର୍ତ୍ତେ ସ୍ମରଣାର୍ଥକ ନୈବେଦ୍ୟରୂପେ ପ୍ରତି ଧାଡ଼ିର ଉପରେ ନିର୍ମଳ ସୁବାସିତ ଲୋବାନ୍ ଦେବ। 8 ଯାଜକ ପ୍ରତି ବିଶ୍ରାମବାର ଦିନ ସଦାପ୍ରଭୁଙ୍କ ସମ୍ମୁଖରେ ରୋଟୀ ସବୁ ସମୟ ପାଇଁ ରଖିବ। ଇସ୍ରାଏଲ ଲୋକମାନଙ୍କ ଦ୍ୱାରା ଏହା ଅନନ୍ତକାଳୀନ ବିଧି ହେବା ଉଚିତ୍। 9 ସେହି ରୋଟୀ ହାରୋଣ ଓ ତାଙ୍କର ପୁତ୍ରଗଣଙ୍କର ହେବ। ଆଉ ସେମାନେ ସେହି ରୋଟୀକୁ ଏକ ପବିତ୍ର ସ୍ଥାନରେ ଭକ୍ଷ୍ୟଣ କରିବା ଉଚିତ୍। କାରଣ ସେଗୁଡ଼ିକ ସଦାପ୍ରଭୁଙ୍କ ନୈବେଦ୍ୟର ପବିତ୍ର ଅଂଶ। ଏହି ରୋଟୀ ଚିରଦିନ ପାଇଁ ସେମାନଙ୍କର ଅଂଶ ହେବ।”
19 ଏହା ସତ୍ୟ ଯେ ମୋଶା ତୁମ୍ଭକୁ ନିୟମ (ବ୍ୟବସ୍ଥା) ଦେଇଛନ୍ତି। କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ କେହି ସେ ନିୟମ ମାନୁ ନାହଁ। ତୁମ୍ଭେ ମୋତେ କାହିଁକି ମାରି ଦେବା ପାଇଁ ଚେଷ୍ଟା କରୁଛ?”
20 ଲୋକମାନେ କହିଲେ, “ତୁମ୍ଭ ଭିତରେ ଗୋଟିଏ ଭୂତ ପ୍ରବେଶ କରି ତୁମ୍ଭକୁ ପାଗଳ କରିଦେଇଛି। ଆମ୍ଭେ ତୁମ୍ଭକୁ ମାରିବାକୁ ଚେଷ୍ଟା କରୁ ନାହୁଁ।”
21 ଯୀଶୁ ସେମାନଙ୍କୁ କହିଲେ, “ମୁଁ ଗୋଟିଏ ଆଶ୍ଚର୍ଯ୍ୟକାର୍ଯ୍ୟ କଲି, ଏବଂ ତୁମ୍ଭେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଥିଲ। 22 ମୋଶା ତୁମ୍ଭକୁ ସୁନ୍ନତ ବିଧି ପାଳନ କରିବା ପାଇଁ ନିୟମ ଦେଲେ, (କିନ୍ତୁ ପ୍ରକୃତରେ ମୋଶା ତୁମ୍ଭକୁ ସୁନ୍ନତ ବିଷୟ ଦେଇ ନାହାନ୍ତି। ଏହାତ ମୋଶାଙ୍କ ପୂର୍ବରୁ ଥିବା ଲୋକମାନଙ୍କ ପାଖରୁ ଆସିଛି)। ତେଣୁ ତୁମ୍ଭେ ବେଳେବେଳେ ବିଶ୍ରାମବାର ଦିନ ଗୋଟିଏ ବାଳକକୁ ସୁନ୍ନତ[a] କରିଥାଅ। 23 ଏଥିରୁ ଜଣାପଡ଼େ ଯେ, କୌଣସି ଲୋକକୁ ମୋଶାଙ୍କର ନିୟମ ପାଳନ କରିବା ପାଇଁ ବିଶ୍ରାମବାର ଦିନ ସୁନ୍ନତ କରାଯାଇପାରେ। ତେଣୁ ମୁଁ ଯଦି ବିଶ୍ରାମବାର ଦିନ କୌଣସି ଲୋକର ସମ୍ପୂର୍ଣ୍ଣ ଦେହକୁ ସୁସ୍ଥ କଲି ତେବେ ତୁମ୍ଭେ କାହିଁକି ରାଗୁଛ? 24 କୌଣସି ବିଷୟର ବାହ୍ୟରୂପ ଦେଖି ବିଗ୍ଭର କର ନାହିଁ। ପ୍ରକୃତରେ ଯାହା ଠିକ୍, ତଦନୁଯାୟୀ ବିଗ୍ଭର କର।”
2010 by World Bible Translation Center