Revised Common Lectionary (Complementary)
ଅଫସର ମସ୍କୀଲ୍।
78 ହେ ମୋହର ଲୋକମାନେ, ତୁମ୍ଭେ ମୋର ଉପଦେଶକୁ ଶୁଣ।
ମୋହର ବାକ୍ୟକୁ କର୍ଣ୍ଣପାତ କର, ଯାହା ମୁଁ କହୁଅଛି।
2 ମୁଁ ତୁମ୍ଭମାନଙ୍କୁ ଗୋଟିଏ ଗପ କହିବି।
ମୁଁ ତୁମ୍ଭମାନଙ୍କୁ ଅତୀତର ଗପ କହିବି, ଯାହାକି ବୁଝିବା ପାଇଁ କଷ୍ଟକର।
3 ଆମ୍ଭେ ଏହି ଗପ ଶୁଣିଅଛୁ ଏବଂ ଆମ୍ଭେ ସେମାନଙ୍କ ବିଷୟରେ ଭଲଭାବରେ ଜାଣିଛୁ।
ଯାହା ଆମ୍ଭମାନଙ୍କର ପିତା ଆମ୍ଭମାନଙ୍କୁ କହିଥିଲେ।
4 ଆମ୍ଭେମାନେ ସେମାନଙ୍କ ବଂଶଧରମାନଙ୍କୁ ଏହା ଲୁଗ୍ଭଇବୁ ନାହିଁ।
ସେମାନେ କାହିଁକି ସଦାପ୍ରଭୁଙ୍କୁ ପ୍ରଶଂସା କରିବା ଉଚିତ୍,
ଏହା ଆମ୍ଭେ ଆମ୍ଭର ଆସୁଥିବା ପିଢ଼ିକୁ କହିବୁ,
ଆମ୍ଭେ ତାହାଙ୍କ ଶକ୍ତି ଏବଂ ଆଶ୍ଚର୍ଯ୍ୟତା ଯାହା ସେ କଲେ ସେସବୁ ବିଷୟରେ ସେମାନଙ୍କୁ କହିବୁ।
52 ସେ ମେଷପାଳକ ପରି ତାଙ୍କର ଲୋକମାନଙ୍କର ନେତୃତ୍ୱ ନେଲେ।
ସେ ସେମାନଙ୍କୁ ମେଷତୁଲ୍ୟ ମରୁଭୂମି ମଧ୍ୟରେ ପଥ କଢ଼ାଇ ନେଲେ।
53 ପରମେଶ୍ୱର ନିଜ ଲୋକମାନଙ୍କୁ ନିରାପଦରେ ଚଲାଇଲେ।
ତେଣୁ ସେମାନେ ଭୟଭୀତ ହେଲେ ନାହିଁ।
କିନ୍ତୁ ଶତ୍ରୁମାନଙ୍କୁ ପରମେଶ୍ୱର ଲୋହିତ ସମୁଦ୍ରରେ ବୁଡ଼ାଇଲେ।
54 ପରମେଶ୍ୱର ସେମାନଙ୍କୁ ଆପଣା ପବିତ୍ର ଦେଶକୁ ଓ ପାର୍ବତ୍ୟ ଦେଶକୁ ଆଣିଲେ,
ଯାହା ସେ ତାଙ୍କ ଶକ୍ତିବଳରେ ନେଇଥିଲେ।
55 ପରମେଶ୍ୱର ଅନ୍ୟ ଜାତିମାନଙ୍କୁ ସେହି ଭୂମିରୁ ବିତାଡ଼ିତ କଲେ।
ପରମେଶ୍ୱର ସେହି ଭୂମିରୁ ପ୍ରତ୍ୟେକଙ୍କୁ ତାଙ୍କର ଅଂଶ ଦେଲେ।
ସେ ଇସ୍ରାଏଲର ପରିବାରବର୍ଗକୁ ସେମାନଙ୍କ ତମ୍ବୁରେ ରହିବାକୁ ଦେଲେ।
56 କିନ୍ତୁ ସେମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କୁ ପରୀକ୍ଷା କଲେ ଓ ତାଙ୍କ ବିରୁଦ୍ଧରେ ବିଦ୍ରୋହ କଲେ।
ଏବଂ ସେମାନେ ପରମେଶ୍ୱରଙ୍କର ବାକ୍ୟ ପାଳନ କଲେ ନାହିଁ।
57 ପରମେଶ୍ୱରଙ୍କଠାରୁ ବିମୁଖ ହୋଇ ଇସ୍ରାଏଲର ଲୋକମାନେ ନିଜର ପୂର୍ବପୁରୁଷଙ୍କ ପରି ବିଶ୍ୱାସଘାତକତା କଲେ।
ସେମାନେ ଗୋଟିଏ ବୁମେରାଂ[a] ତୁଲ୍ୟ ହେଲେ।
ଯାହା ଫେରିଗଲା ଓ ଅନ୍ୟ ଦିଗରେ ଗ୍ଭଲିଗଲା।
58 କାରଣ ସେମାନେ ନିଜର ଉଚ୍ଚସ୍ଥଳୀ ଦ୍ୱାରା ପରମେଶ୍ୱରଙ୍କୁ ବିରକ୍ତ କଲେ।
ଏବଂ ଆପଣାମାନଙ୍କ ଖୋଦିତ ପ୍ରତିମାଦ୍ୱାରା ସେମାନେ ପରମେଶ୍ୱରଙ୍କୁ ଈର୍ଷାନ୍ୱିତ କଲେ।
59 ପରମେଶ୍ୱର ଏହା ଶୁଣିଲେ ଓ କ୍ରୋଧ ହେଲେ।
ଏବଂ ସେ ସମ୍ପୂର୍ଣ୍ଣଭାବେ ଇସ୍ରାଏଲବାସୀଙ୍କୁ ପ୍ରତ୍ୟାଖ୍ୟାନ କଲେ।
60 ପରମେଶ୍ୱର ଏପରିକି ଶୀଲୋସ୍ଥିତ ପବିତ୍ର ତମ୍ବୁ ତ୍ୟାଗ କଲେ।
ସେହି ତମ୍ବୁରେ ପରମେଶ୍ୱର ମନୁଷ୍ୟମାନଙ୍କ ମଧ୍ୟରେ ରହୁଥିଲେ।
61 ସେ ତାଙ୍କର ଶକ୍ତିର ପ୍ରତୀକକୁ[b] କରାୟତ୍ତ କରିବା ପାଇଁ ଦେଲେ।
ସେ ତାଙ୍କର “ଗୌରବର ପ୍ରତୀକକୁ” ଶତ୍ରୁମାନଙ୍କ ଦ୍ୱାରା ନେଇଗଲେ।
62 ପରମେଶ୍ୱର ସେମାନଙ୍କ ସହିତ ବହୁତ ନିରାଶ ଥିଲେ।
ସେ ନିଜ ଲୋକମାନଙ୍କୁ ମଧ୍ୟ ଖଡ଼୍ଗରେ ସମର୍ପି ଦେଲେ।
63 ଯୁବକମାନେ ଅଗ୍ନିରେ ପୋଡ଼ି ମଲେ।
ଏବଂ ସେମାନଙ୍କ କନ୍ୟାମାନଙ୍କର ବିବାହରେ ବିବାହ-ଗୀତ ଶୁଣାଗଲା ନାହିଁ।
64 ଯାଜକଗଣଙ୍କୁ ହତ୍ୟା କରାଗଲା।
କିନ୍ତୁ ବିଧବାମାନେ ସେମାନଙ୍କ ପାଇଁ ବିଳାପ କରିବାକୁ ସୁଯୋଗ ପାଇଲେ ନାହିଁ।
65 ଶେଷରେ ପ୍ରଭୁ ନିଦ୍ରାରୁ ଜାଗ୍ରତ ଲୋକଙ୍କ ପରି
ଓ ଅତ୍ୟଧିକ ମଦିରା ହେତୁ ହର୍ଷନାଦକାରୀ
ବୀର ପରି ଉଠିଲେ।
66 ପୁଣି ପରମେଶ୍ୱର ତାଙ୍କର ବିରୋଧୀକାରୀଙ୍କୁ ବଳପୂର୍ବକ ତଡ଼ି ଦେଲେ।
ପରମେଶ୍ୱର ତାଙ୍କର ଶତ୍ରୁଗଣଙ୍କୁ ପରାସ୍ତ କଲେ ଓ ଚିରକାଳ ପାଇଁ ଅପମାନିତ କଲେ।
67 କିନ୍ତୁ ସେ ଯୋଷେଫ ପରିବାରକୁ ଅଗ୍ରାହ୍ୟ କଲେ।
ପରମେଶ୍ୱର ଇଫ୍ରୟିମ ଗୋଷ୍ଠୀକୁ ଗ୍ରହଣ କଲେ ନାହିଁ।
68 ନାଁ, ପରମେଶ୍ୱର ଯିହୁଦା ଗୋଷ୍ଠୀକୁ ମନୋନୀତ କଲେ
ଓ ଆପଣାର ପ୍ରିୟ ସିୟୋନ ପର୍ବତକୁ ମନୋନୀତ କଲେ।
69 ପରମେଶ୍ୱର ଉଚ୍ଚତମ ସ୍ୱର୍ଗପରି ତାଙ୍କର ମନ୍ଦିର ନିର୍ମାଣ କଲେ।
ଚିରସ୍ଥାୟୀ ପୃଥିବୀ ତୁଲ୍ୟ ସେ ତାଙ୍କର ପବିତ୍ର ମନ୍ଦିର ନିର୍ମାଣ କଲେ।
70 ପରମେଶ୍ୱର ଦାଉଦଙ୍କୁ ତାଙ୍କର ବିଶେଷ ଦାସରୂପେ ମନୋନୀତ କଲେ
ଓ ମେଷ ଜଗିବା କାମରୁ ଆଣି ତାଙ୍କୁ ଗ୍ରହଣ କଲେ।
71 ସେ ଦାଉଦଙ୍କୁ ମେଷ ଓ ମେଷଶାବକ ଜଗିବା କାମରୁ ଆଣି,
ତାଙ୍କୁ ଆପଣାର ଲୋକମାନଙ୍କୁ ଜଗିବାର ଦାୟିତ୍ୱ ଦେଲେ।
କାରଣ ଇସ୍ରାଏଲୀୟ ଓ ଯାକୁବର ଲୋକମାନେ, ପରମେଶ୍ୱରଙ୍କର ସମ୍ପତ୍ତି ଥିଲେ।
72 ଏବଂ ପବିତ୍ର ହୃଦୟରେ ଦାଉଦ ସେହି ଇସ୍ରାଏଲବାସୀଙ୍କର ନେତୃତ୍ୱ ନେଲେ
ଏବଂ ସେ ନିପୁଣ ସହକାରେ ତାଙ୍କୁ ଆଗେଇ ନେଲେ।
13 ସେହି ରାତିରେ ଭାଟୁଇ ପକ୍ଷୀଗଣ ଆସିଲେ ଏବଂ ଛାଉଣିକୁ ଆଚ୍ଛାଦିତ କଲେ। ଏବଂ ପ୍ରଭାତରେ ଛାଉଣି ସ୍ଥାନରେ ଗ୍ଭରିଆଡ଼େ କାକରର ଏକ ସ୍ତର ଥିଲା। 14 ଏହା ପରେ କାକର ବିନ୍ଦୁସବୁ ଉର୍ଦ୍ଧକୁ ଉଠିଯିବାରୁ ଭୂମିସ୍ଥ କାକର ପରି ଗୋଲାକାର କ୍ଷୁଦ୍ର ଦ୍ରବ୍ୟ ମରୁଭୂମି ଉପରେ ପଡ଼ି ରହିଲା। 15 ଇସ୍ରାଏଲର ଲୋକମାନେ ଏହାକୁ ଦେଖି କଥାବାର୍ତ୍ତା ହେଲେ। “ଏଗୁଡ଼ିକ କ’ଣ?” ସେମାନେ ଏପରି କହିଲେ କାରଣ ସେମାନେ ଜାଣି ନ ଥିଲେ ଏଗୁଡ଼ିକ କ’ଣ ଥିଲା। ତେଣୁ ସେମାନେ ମୋଶାଙ୍କୁ ପଗ୍ଭରିଲେ, ତେଣୁ ମୋଶା ସେମାନଙ୍କୁ କହିଲେ, “ଏଗୁଡ଼ିକ ଖାଦ୍ୟ, ତୁମ୍ଭମାନଙ୍କ ପାଇଁ ସଦାପ୍ରଭୁଙ୍କର ଦାନ। 16 ସଦାପ୍ରଭୁ କହନ୍ତି, ‘ତୁମ୍ଭେମାନେ ପ୍ରତ୍ୟେକ ଆପଣା ନିମନ୍ତେ ଯେତେ ଦରକାର ତାହା ସଂଗ୍ରହ କର। ତୁମ୍ଭମାନଙ୍କ ପ୍ରତ୍ୟେକ ଜଣ ନିଜ ନିଜ ତମ୍ବୁସ୍ଥିତ ପ୍ରାଣୀମାନଙ୍କ ସଂଖ୍ୟା ଅନୁସାରେ ଏକ ଏକ ଜଣ ପାଇଁ ଏକ ଏକ ଓମର ପରିମାଣରେ ତାହା ସଂଗ୍ରହ କର।’”
17 ତେଣୁ ଇସ୍ରାଏଲର ଲୋକମାନେ ଏହିପରି କଲେ। ପ୍ରତ୍ୟେକ ଲୋକ ଖାଦ୍ୟ ସଂଗ୍ରହ କଲେ। କିଛି ଲୋକ ଅନ୍ୟମାନଙ୍କଠାରୁ ଅଧିକ ଖାଦ୍ୟ ସଂଗ୍ରହ କଲେ। 18 ଏହା ପରେ ସେମାନେ ତାଙ୍କର ପରିବାରରେ ଖାଦ୍ୟ ବଣ୍ଟନ କଲେ। ଏଥିରେ ଯେଉଁମାନେ ଅଧିକ ସଂଗ୍ରହ କରିଥିଲେ ତାଙ୍କର ଖାଦ୍ୟ ବଳିଲା ନାହିଁ କି ଯେଉଁମାନେ କମ୍ ଖାଦ୍ୟ ସଂଗ୍ରହ କରିଥିଲେ ତାଙ୍କର ଅଭାବ ହେଲା ନାହିଁ।
19 ମୋଶା ସେମାନଙ୍କୁ କହିଲେ, “ଆସନ୍ତା ଦିନ ପାଇଁ ଖାଦ୍ୟ ସଂଗ୍ରହ କରି ରଖ ନାହିଁ।” 20 କିନ୍ତୁ କେତେକ ଲୋକ ସେମାନଙ୍କର କଥାକୁ ଧ୍ୟାନ ଦେଲେ ନାହିଁ। ଯେଉଁ ଖାଦ୍ୟ ଲୋକମାନେ ସଞ୍ଚୟ କରି ରଖିଥିଲେ, ସକାଳ ପର୍ଯ୍ୟନ୍ତ ତାହା ପୋକମାନଙ୍କ ଦ୍ୱାରା ଦୂଷିତ ହେଲା ଏବଂ ଦୁର୍ଗନ୍ଧ କଲା। ମୋଶା ସେମାନଙ୍କ ଉପରେ କ୍ଷୁବ୍ଧ ହେଲେ।
21 ପ୍ରତ୍ୟେକ ସକାଳେ ଲୋକମାନେ ସେମାନଙ୍କର ଖାଦ୍ୟ ସଂଗ୍ରହ କଲେ। ପ୍ରତ୍ୟେକ ଲୋକ ସେମାନଙ୍କର ଆବଶ୍ୟକ ମୁତାବକ ଖାଦ୍ୟ ସଂଗ୍ରହ କଲେ। ମାତ୍ର ପ୍ରଚଣ୍ଡ ଖରାରେ ତାହା ସବୁ ତରଳିଗଲା।
22 ଶୁକ୍ରବାର ଦିନ, ଖାଦ୍ୟର ଦୁଇଗୁଣ ସଂଗ୍ରହ କଲେ। ସେମାନେ ପ୍ରତ୍ୟେକଙ୍କ ପାଇଁ ଦୁଇ ଦୁଇ ଓମର ଖାଦ୍ୟ ସଂଗ୍ରହ କଲେ। ତେଣୁ ସମସ୍ତ ପ୍ରାଚୀନବର୍ଗମାନେ ଆସି ମୋଶାଙ୍କୁ ଜଣାଇଲେ।
23 ମୋଶା ସେମାନଙ୍କୁ କହିଲେ, “ଏପରି କରିବାକୁ ସଦାପ୍ରଭୁ କହିଅଛନ୍ତି, କାରଣ ଆସନ୍ତାକାଲି ମହାବିଶ୍ରାମ ଦିନ ଅର୍ଥାତ୍ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବିଶ୍ରାମ ହେବ। ତୁମ୍ଭେମାନେ ଆଜି ଯେତିକି ଖାଦ୍ୟ ଦରକାର କରୁଛ ତାହା ଆଜି ରନ୍ଧନ କର। କିନ୍ତୁ ଯାହା ବଳିଲା, ତାହା ପ୍ରଭାତ ପର୍ଯ୍ୟନ୍ତ ସଞ୍ଚୟ କର।”
24 ତେଣୁ ଲୋକମାନେ ବଳକା ଖାଦ୍ୟକୁ ସଞ୍ଚୟ କଲେ। ସେହି ଖାଦ୍ୟ ଜମା ନଷ୍ଟ ହେଲା ନାହିଁ। ସେଥିରେ ପୋକ ନ ଥିଲେ।
25 ସପ୍ତମ ଦିବସ, ମୋଶା ଲୋକମାନଙ୍କୁ କହିଲେ, “ଆଜି ହେଉଛି ମହାବିଶ୍ରାମର ଦିନ। ସଦାପ୍ରଭୁଙ୍କର ସମ୍ମାନାର୍ଥେ ଏହା ଏକ ମୁଖ୍ୟ ଦିବସ। ତେଣୁ ତୁମ୍ଭେମାନେ କ୍ଷେତକୁ ଆଜି କେହି ନ ଯାଇ ରଖାଯାଇଥିବା ଖାଦ୍ୟକୁ ଭକ୍ଷ୍ୟଣ କର। 26 ତୁମ୍ଭେମାନେ ଛଅ ଦିନ ତାହା ସଂଗ୍ରହ କରିବ, ମାତ୍ର ଶନିବାର ଦିନ ବିଶ୍ରାମବାର ଅଟେ। ତହିଁରେ କିଛି ମିଳିବ ନାହିଁ।”
19 ତା'ହେଲେ ତୁମ୍ଭେ ମୋତେ ପ୍ରଶ୍ନ କରି ପାର ଯେ “ସେ ଆମ୍ଭର ଦୋଷ କାହିଁକି ଧରନ୍ତି?” 20 ତୁମ୍ଭେ କେବଳ ଜଣେ ମଣିଷ। ପରମେଶ୍ୱରଙ୍କୁ ଓଲଟି ପ୍ରଶ୍ନ ପଗ୍ଭରିବାର ଅଧିକାର ତୁମ୍ଭର ନାହିଁ। ମାଟି କଳସୀଟି କୁମ୍ଭାରକୁ ପ୍ରଶ୍ନ କରେ ନାହିଁ ଯେ “ତୁମ୍ଭେ ମୋତେ ଏପରି ଭାବେ କାହିଁକି ଗଢ଼ିଲ?” 21 କୁମ୍ଭାରର ଅଧିକାର ରହିଛି ଯେ ସେ ମାଟି ପିଣ୍ତୁଳାଟି ନେଇ ବିଶେଷ ପ୍ରୟୋଜନ ନିମନ୍ତେ ଗୋଟିଏ ଓ ସାଧାରଣ ପ୍ରୟୋଜନ ନିମନ୍ତେ ଅନ୍ୟ ପାତ୍ରଟିଏ ତିଆରି କରିବ।
22 ଠିକ୍ ସେହିଭଳି ପରମେଶ୍ୱର ମଧ୍ୟ ନିଜର କ୍ରୋଧ ଓ ଶକ୍ତି ପ୍ରଦର୍ଶନ କରିବା ପାଇଁ ଗ୍ଭହିଁଥିଲେ। ସେ ଖୁବ୍ ଧୈର୍ଯ୍ୟର ସହିତ ତାହାଙ୍କ କ୍ରୋଧ ଓ ବିନାଶ ପାତ୍ରମାନଙ୍କୁ ସହି ନେଇଥିଲେ। 23 ପରମେଶ୍ୱର ତାହାଙ୍କର ଦୟାପାତ୍ର ମାନଙ୍କୁ ନିଜ ମହିମାର ଧନ ଦେଖାଇବା ଲାଗି ଧୈର୍ଯ୍ୟପୂର୍ବକ ଅପେକ୍ଷା କରିଥିଲେ। 24 ସେମାନଙ୍କୁ ତାହାଙ୍କ ମହିମା ଦେବା ପାଇଁ ପ୍ରସ୍ତୁତ କଲେ। 25 ଆମ୍ଭେମାନେ ସେହି ଲୋକ। ପରମେଶ୍ୱର କେବଳ ଯିହୂଦୀମାନଙ୍କ ଭିତରୁ ନୁହେଁ, କିନ୍ତୁ ଅଣଯିହୂଦୀମାନଙ୍କ ଭିତରୁ ମଧ୍ୟ ଆମ୍ଭ ମାନଙ୍କୁ ଡାକିଲେ। ହୋଶେୟ ପୁସ୍ତକରେ ଏହିପରି ଲେଖା ଅଛି:
“ଯେଉଁ ଲୋକମାନେ ଆମ୍ଭର ନ ଥିଲେ
ସେମାନେ ଆମ୍ଭର ଲୋକ ବୋଲି ଆମ୍ଭେ ଡାକିବା
ଓ ଯେଉଁମାନଙ୍କୁ ଆମ୍ଭେ ପ୍ରେମ କରୁ ନ ଥିଲୁ,
ସେହି ଲୋକମାନଙ୍କୁ ଆମ୍ଭେ ପ୍ରିୟ ବୋଲି ଡାକିବା।”(A)
26 ଏବଂ
“ଯେଉଁ ସ୍ଥାନରେ ପରମେଶ୍ୱର କହିଥିଲେ,
‘ତୁମ୍ଭେମାନେ ଆମ୍ଭ ଲୋକ ନୁହଁ’-
ସେହି ସ୍ଥାନରେ ସେମାନେ ଜୀବିତ ପରମେଶ୍ୱରଙ୍କ ସନ୍ତାନ ବୋଲାଇବେ।”(B)
27 ଏବଂ ଇସ୍ରାଏଲ ବିଷୟରେ ଯିଶାଇୟ ଘୋଷଣା କରି କୁହନ୍ତି:
“ସମୁଦ୍ରର ବାଲିକଣିକା ପରି
ଇସ୍ରାଏଲର ଲୋକମାନଙ୍କ ସଂଖ୍ୟା ଅସଂଖ୍ୟ।
କିନ୍ତୁ ସେମାନଙ୍କ ଭିତରୁ ଖୁବ୍ ଅଳ୍ପ ଲୋକ ରକ୍ଷା ପାଇ ପାରିବେ।
28 କାରଣ ପ୍ରଭୁ ନିଜ ନ୍ୟାୟ ବଳରେ ବିଗ୍ଭର କରି ପୃଥିବୀର ଲୋକଙ୍କୁ ଶୀଘ୍ର ସମାପ୍ତ କରିଦେବେ।”(C)
29 ଯିଶାଇୟ ଆହୁରି ମଧ୍ୟ କହିଥିଲେ:
2010 by World Bible Translation Center