Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 78:1-4

ଅଫସର ମସ୍କୀଲ୍।

78 ହେ ମୋହର ଲୋକମାନେ, ତୁମ୍ଭେ ମୋର ଉପଦେଶକୁ ଶୁଣ।
    ମୋହର ବାକ୍ୟକୁ କର୍ଣ୍ଣପାତ କର, ଯାହା ମୁଁ କହୁଅଛି।
ମୁଁ ତୁମ୍ଭମାନଙ୍କୁ ଗୋଟିଏ ଗପ କହିବି।
    ମୁଁ ତୁମ୍ଭମାନଙ୍କୁ ଅତୀତର ଗପ କହିବି, ଯାହାକି ବୁଝିବା ପାଇଁ କଷ୍ଟକର।
ଆମ୍ଭେ ଏହି ଗପ ଶୁଣିଅଛୁ ଏବଂ ଆମ୍ଭେ ସେମାନଙ୍କ ବିଷୟରେ ଭଲଭାବରେ ଜାଣିଛୁ।
    ଯାହା ଆମ୍ଭମାନଙ୍କର ପିତା ଆମ୍ଭମାନଙ୍କୁ କହିଥିଲେ।
ଆମ୍ଭେମାନେ ସେମାନଙ୍କ ବଂଶଧରମାନଙ୍କୁ ଏହା ଲୁଗ୍ଭଇବୁ ନାହିଁ।
    ସେମାନେ କାହିଁକି ସଦାପ୍ରଭୁଙ୍କୁ ପ୍ରଶଂସା କରିବା ଉଚିତ୍,
ଏହା ଆମ୍ଭେ ଆମ୍ଭର ଆସୁଥିବା ପିଢ଼ିକୁ କହିବୁ,
    ଆମ୍ଭେ ତାହାଙ୍କ ଶକ୍ତି ଏବଂ ଆଶ୍ଚର୍ଯ୍ୟତା ଯାହା ସେ କଲେ ସେସବୁ ବିଷୟରେ ସେମାନଙ୍କୁ କହିବୁ।

ଗୀତସଂହିତା 78:52-72

52 ସେ ମେଷପାଳକ ପରି ତାଙ୍କର ଲୋକମାନଙ୍କର ନେତୃତ୍ୱ ନେଲେ।
    ସେ ସେମାନଙ୍କୁ ମେଷତୁଲ୍ୟ ମରୁଭୂମି ମଧ୍ୟରେ ପଥ କଢ଼ାଇ ନେଲେ।
53 ପରମେଶ୍ୱର ନିଜ ଲୋକମାନଙ୍କୁ ନିରାପଦରେ ଚଲାଇଲେ।
    ତେଣୁ ସେମାନେ ଭୟଭୀତ ହେଲେ ନାହିଁ।
    କିନ୍ତୁ ଶତ୍ରୁମାନଙ୍କୁ ପରମେଶ୍ୱର ଲୋହିତ ସମୁଦ୍ରରେ ବୁଡ଼ାଇଲେ।
54 ପରମେଶ୍ୱର ସେମାନଙ୍କୁ ଆପଣା ପବିତ୍ର ଦେଶକୁ ଓ ପାର୍ବତ୍ୟ ଦେଶକୁ ଆଣିଲେ,
    ଯାହା ସେ ତାଙ୍କ ଶକ୍ତିବଳରେ ନେଇଥିଲେ।
55 ପରମେଶ୍ୱର ଅନ୍ୟ ଜାତିମାନଙ୍କୁ ସେହି ଭୂମିରୁ ବିତାଡ଼ିତ କଲେ।
    ପରମେଶ୍ୱର ସେହି ଭୂମିରୁ ପ୍ରତ୍ୟେକଙ୍କୁ ତାଙ୍କର ଅଂଶ ଦେଲେ।
    ସେ ଇସ୍ରାଏଲର ପରିବାରବର୍ଗକୁ ସେମାନଙ୍କ ତମ୍ବୁରେ ରହିବାକୁ ଦେଲେ।
56 କିନ୍ତୁ ସେମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କୁ ପରୀକ୍ଷା କଲେ ଓ ତାଙ୍କ ବିରୁଦ୍ଧରେ ବିଦ୍ରୋହ କଲେ।
    ଏବଂ ସେମାନେ ପରମେଶ୍ୱରଙ୍କର ବାକ୍ୟ ପାଳନ କଲେ ନାହିଁ।
57 ପରମେଶ୍ୱରଙ୍କଠାରୁ ବିମୁଖ ହୋଇ ଇସ୍ରାଏଲର ଲୋକମାନେ ନିଜର ପୂର୍ବପୁରୁଷଙ୍କ ପରି ବିଶ୍ୱାସଘାତକତା କଲେ।
    ସେମାନେ ଗୋଟିଏ ବୁମେରାଂ[a] ତୁଲ୍ୟ ହେଲେ।
    ଯାହା ଫେରିଗଲା ଓ ଅନ୍ୟ ଦିଗରେ ଗ୍ଭଲିଗଲା।
58 କାରଣ ସେମାନେ ନିଜର ଉଚ୍ଚସ୍ଥଳୀ ଦ୍ୱାରା ପରମେଶ୍ୱରଙ୍କୁ ବିରକ୍ତ କଲେ।
    ଏବଂ ଆପଣାମାନଙ୍କ ଖୋଦିତ ପ୍ରତିମାଦ୍ୱାରା ସେମାନେ ପରମେଶ୍ୱରଙ୍କୁ ଈର୍ଷାନ୍ୱିତ କଲେ।
59 ପରମେଶ୍ୱର ଏହା ଶୁଣିଲେ ଓ କ୍ରୋଧ ହେଲେ।
    ଏବଂ ସେ ସମ୍ପୂର୍ଣ୍ଣଭାବେ ଇସ୍ରାଏଲବାସୀଙ୍କୁ ପ୍ରତ୍ୟାଖ୍ୟାନ କଲେ।
60 ପରମେଶ୍ୱର ଏପରିକି ଶୀଲୋସ୍ଥିତ ପବିତ୍ର ତମ୍ବୁ ତ୍ୟାଗ କଲେ।
    ସେହି ତମ୍ବୁରେ ପରମେଶ୍ୱର ମନୁଷ୍ୟମାନଙ୍କ ମଧ୍ୟରେ ରହୁଥିଲେ।
61 ସେ ତାଙ୍କର ଶକ୍ତିର ପ୍ରତୀକକୁ[b] କରାୟତ୍ତ କରିବା ପାଇଁ ଦେଲେ।
    ସେ ତାଙ୍କର “ଗୌରବର ପ୍ରତୀକକୁ” ଶତ୍ରୁମାନଙ୍କ ଦ୍ୱାରା ନେଇଗଲେ।
62 ପରମେଶ୍ୱର ସେମାନଙ୍କ ସହିତ ବହୁତ ନିରାଶ ଥିଲେ।
    ସେ ନିଜ ଲୋକମାନଙ୍କୁ ମଧ୍ୟ ଖ‌ଡ଼୍‌ଗରେ ସମର୍ପି ଦେଲେ।
63 ଯୁବକମାନେ ଅଗ୍ନିରେ ପୋଡ଼ି ମଲେ।
    ଏବଂ ସେମାନଙ୍କ କନ୍ୟାମାନଙ୍କର ବିବାହରେ ବିବାହ-ଗୀତ ଶୁଣାଗଲା ନାହିଁ।
64 ଯାଜକଗଣଙ୍କୁ ହତ୍ୟା କରାଗଲା।
    କିନ୍ତୁ ବିଧବାମାନେ ସେମାନଙ୍କ ପାଇଁ ବିଳାପ କରିବାକୁ ସୁଯୋଗ ପାଇଲେ ନାହିଁ।
65 ଶେଷରେ ପ୍ରଭୁ ନିଦ୍ରାରୁ ଜାଗ୍ରତ ଲୋକଙ୍କ ପରି
    ଓ ଅତ୍ୟଧିକ ମଦିରା ହେତୁ ହର୍ଷନାଦକାରୀ
    ବୀର ପରି ଉଠିଲେ।
66 ପୁଣି ପରମେଶ୍ୱର ତାଙ୍କର ବିରୋଧୀକାରୀଙ୍କୁ ବଳପୂର୍ବକ ତଡ଼ି ଦେଲେ।
    ପରମେଶ୍ୱର ତାଙ୍କର ଶତ୍ରୁଗଣଙ୍କୁ ପରାସ୍ତ କଲେ ଓ ଚିରକାଳ ପାଇଁ ଅପମାନିତ କଲେ।
67 କିନ୍ତୁ ସେ ଯୋଷେଫ ପରିବାରକୁ ଅଗ୍ରାହ୍ୟ କଲେ।
    ପରମେଶ୍ୱର ଇଫ୍ରୟିମ ଗୋଷ୍ଠୀକୁ ଗ୍ରହଣ କଲେ ନାହିଁ।
68 ନାଁ, ପରମେଶ୍ୱର ଯିହୁଦା ଗୋଷ୍ଠୀକୁ ମନୋନୀତ କଲେ
    ଓ ଆପଣାର ପ୍ରିୟ ସିୟୋନ ପର୍ବତକୁ ମନୋନୀତ କଲେ।
69 ପରମେଶ୍ୱର ଉଚ୍ଚତମ ସ୍ୱର୍ଗପରି ତାଙ୍କର ମନ୍ଦିର ନିର୍ମାଣ କଲେ।
    ଚିରସ୍ଥାୟୀ ପୃଥିବୀ ତୁଲ୍ୟ ସେ ତାଙ୍କର ପବିତ୍ର ମନ୍ଦିର ନିର୍ମାଣ କଲେ।
70 ପରମେଶ୍ୱର ଦାଉଦଙ୍କୁ ତାଙ୍କର ବିଶେଷ ଦାସରୂପେ ମନୋନୀତ କଲେ
    ଓ ମେଷ ଜଗିବା କାମରୁ ଆଣି ତାଙ୍କୁ ଗ୍ରହଣ କଲେ।
71 ସେ ଦାଉଦଙ୍କୁ ମେଷ ଓ ମେଷଶାବକ ଜଗିବା କାମରୁ ଆଣି,
    ତାଙ୍କୁ ଆପଣାର ଲୋକମାନଙ୍କୁ ଜଗିବାର ଦାୟିତ୍ୱ ଦେଲେ।
    କାରଣ ଇସ୍ରାଏଲୀୟ ଓ ଯାକୁବର ଲୋକମାନେ, ପରମେଶ୍ୱରଙ୍କର ସମ୍ପତ୍ତି ଥିଲେ।
72 ଏବଂ ପବିତ୍ର ହୃଦୟରେ ଦାଉଦ ସେହି ଇସ୍ରାଏଲବାସୀଙ୍କର ନେତୃତ୍ୱ ନେଲେ
    ଏବଂ ସେ ନିପୁଣ ସହକାରେ ତାଙ୍କୁ ଆଗେଇ ନେଲେ।

ଶାମୁୟେଲଙ୍କ ପ୍ରଥମ ପୁସ୍ତକ 21:1-6

ଦାଉଦ ଯାଜକ ଅହୀମେଲକକୁ ଦେଖିବାକୁ ଗଲେ

21 ତା'ପରେ ଦାଉଦ ପଳାଇଲେ ଏବଂ ଯୋନାଥନ ସହରକୁ ଫେରିଗଲେ। ଦାଉଦ ନୋବକୁ ଗଲେ। ଯାଜକ ଅହୀମେଲକକୁ ଦେଖା କରିବାକୁ ଗଲେ।

ଅହୀମେଲକ ଦାଉଦକୁ ଦେଖିବା ପାଇଁ ବାହାରକୁ ଆସିଲେ ଓ ସେ ଭୟରେ ଥରୁଥିଲେ। ଅହୀମେଲକ ଦାଉଦଙ୍କୁ ପଗ୍ଭରିଲେ, “ତୁମ୍ଭେ କାହିଁକି ଏକା ଆସିଛ? ତୁମ୍ଭ ସହିତ ଆଉ କେହି ଆସିଲେ ନାହିଁ କାହିଁକି?”

ଦାଉଦ ଅହୀମେଲକକୁ କହିଲେ, “ରାଜା ମୋତେ ଏକ ଗୁରୁତର ଆଦେଶ ସହ ପଠାଇଛନ୍ତି। ସେ ମୋତେ କହିଲେ, ‘ଏ ଅଭିଯାନ ଆଉ କାହାକୁ ଜଣାଇବ ନାହିଁ। ମୁଁ ତୁମ୍ଭକୁ ଯାହା କରିବାକୁ କହିଲି, କୌଣସି ଲୋକ ଏ କଥା ଜାଣିବା ଉଚିତ୍ ନୁହେଁ।’ କେଉଁଠାରେ ମୋତେ ଦେଖା କରିବା ପାଇଁ ମୁଁ ମୋ’ ଲୋକମାନଙ୍କୁ କହିଛି। ତୁମ୍ଭ ପାଖରେ ବର୍ତ୍ତମାନ କି ଖାଦ୍ୟ ଅଛି? ମୋତେ ବର୍ତ୍ତମାନ ପାଞ୍ଚପଟ ରୋଟୀ ଦିଅ କିମ୍ବା ଯାହାକିଛି ଅଛି ମୋତେ ଖାଇବାକୁ ଦିଅ।”

ଯାଜକ ଦାଉଦଙ୍କୁ କହିଲେ, “ମୋ’ ପାଖରେ ଏଠାରେ ସାଧାରଣ ରୋଟୀ ନାହିଁ। ମୋ’ ପାଖରେ କିଛି ପବିତ୍ର ରୋଟୀ ଅଛି। ତୁମ୍ଭର ଦାସମାନେ ଏ ରୋଟୀ ଖାଇ ପାରିବେ ଯଦି ସେମାନେ କୌଣସି ସ୍ତ୍ରୀଲୋକମାନଙ୍କ ସହିତ ଯଦି ଯୌନ ସମ୍ପର୍କ ରଖି ନ ଥିବେ।”

ଦାଉଦ ଯାଜକଙ୍କୁ ଉତ୍ତର ଦେଲେ, “ଆମ୍ଭମାନଙ୍କର କୌଣସି ସ୍ତ୍ରୀଲୋକମାନଙ୍କ ସହିତ ଯୌନ ସମ୍ପର୍କ ନାହିଁ। ମୋର ଲୋକମାନେ ସର୍ବଦା ଶରୀରକୁ ପବିତ୍ର ରଖିଥା’ନ୍ତି। ଯେତେବେଳେ ଆମ୍ଭେ ଯୁଦ୍ଧକୁ ଯାଉ ଏପରିକି ସାଧାରଣ ଅଭିଯାନ ହେଲେ ବି ଏବଂ ଆଜି ତ ଏକ ସ୍ୱତନ୍ତ୍ର ଦିନ ଅଟେ, କାରଣ ଆମ୍ଭର ଅଭିଯାନ ଆଜି ବହୁତ ସ୍ୱତନ୍ତ୍ର।”

ଏଠାରେ ପବିତ୍ର ରୋଟୀ ଛଡ଼ା ଆଉ କୌଣସି ରୋଟୀ ନାହିଁ। ତେଣୁ ଯାଜକ ଦାଉଦକୁ ଏହି ପବିତ୍ର ରୋଟୀ ଦେଲେ। ଏହା ପବିତ୍ର ରୋଟୀସବୁକୁ ସଦାପ୍ରଭୁଙ୍କ ସମ୍ମୁଖରେ ଟେବୁଲ୍ ଉପରେ ରଖିଥିଲେ। ପ୍ରତ୍ୟେକ ଦିନ ସେ ଏହି ରୋଟୀ ସେଠାରୁ କାଢ଼ି ନେଇ ତଟକା ରୋଟୀ ସେହିଠାରେ ରଖନ୍ତି।

ଯୋହନ ଲିଖିତ ସୁସମାଗ୍ଭର 5:1-18

ପୋଖରୀ ପାଖରେ ଯୀଶୁ ଜଣେ ଲୋକକୁ ସୁସ୍ଥ କଲେ

ଏହା ପରେ ଯୀଶୁ ଯିହୂଦୀମାନଙ୍କର ଗୋଟିଏ ବିଶେଷ ପର୍ବ ଥିବାରୁ ସେ ଯିରୁଶାଲମକୁ ଗଲେ। ଯିରୁଶାଲମରେ ପାଞ୍ଚୋଟି ମଣ୍ଡପ ଥିବା ଗୋଟିଏ ପୋଖରୀ ଥିଲା। ଯିହୂଦୀ ଭାଷାରେ ଏହାକୁ ବେ‌‌ଥ୍‌‌ସଦା ବା ଦୟାଗୃହ କହନ୍ତି। ଏହା ମେଷଦ୍ୱାର ପାଖରେ ଥିଲା। ବହୁତ ଅସୁସ୍ଥ ଲୋକେ ପୋଖରୀ ପାଖ ମଣ୍ଡପ ଗୁଡ଼ିକରେ ପଡ଼ି ରହୁଥିଲେ। ସେମାନଙ୍କ ମଧ୍ୟରୁ କେତେକ ଅନ୍ଧ, ଛୋଟା ଓ ପକ୍ଷାଘାତଗ୍ରସ୍ତ ରୋଗୀ ଥିଲେ। [a] ଏହାର କାରଣ, ଜଣେ ସ୍ୱର୍ଗଦୂତ ବେଳେବେଳ ଆସି ପୋଖରୀର ପାଣିକୁ ହଲାଉଥିଲେ। ସେତେବେଳେ ଯେଉଁ ରୋଗୀ ପ୍ରଥମେ ପାଣି ଭିତରକୁ ଯାଉଥିଲା, ସେ ସୁସ୍ଥ ହୋଇ ଯାଉଥିଲା। ସେଠାରେ ଜଣେ ଲୋକ ପଡ଼ିରହିଥିଲା, ସେ ବିଗତ 38 ବର୍ଷଧରି ରୋଗଗ୍ରସ୍ତ ଥିଲା। ଯୀଶୁ ସେହି ଲୋକକୁ ସେଠାରେ ପଡ଼ି ରହିଥିବା ଦେଖିଲେ। ସେ ଜାଣିଲେ ଯେ, ସେ ଲୋକଟି ବହୁତ ବର୍ଷ ହେଲାଣି ରୋଗରେ ପଡ଼ିଛି। ତେଣୁ ଯୀଶୁ ତାକୁ ପଗ୍ଭରିଲେ, “ତୁମ୍ଭେ କ'ଣ ସୁସ୍ଥ ହେବାକୁ ଗ୍ଭହଁ?”

ସେ ରୋଗୀଟି ଉତ୍ତର ଦେଲା, “ମହାଶୟ, ପାଣି ହଲିବା ସମୟରେ ପାଣି ଭିତରକୁ ଯିବାରେ ସାହାଯ୍ୟ କରିବା ପାଇଁ ମୋର କେହି ଲୋକ ନାହାନ୍ତି। ମୁଁ ପ୍ରଥମେ ପାଣି ଭିତରକୁ ଯିବା ପାଇଁ ଚେଷ୍ଟା କଲାବେଳେ ଅନ୍ୟ ଜଣେ ମୋ’ ପୂର୍ବରୁ ପାଣି ଭିତରକୁ ଗ୍ଭଲିଯାଆନ୍ତି।”

ତା'ପରେ ଯୀଶୁ କହିଲେ, “ଠିଆ ହୁଅ। ତୁମ୍ଭର ବିଛଣା ଉଠାଇ ଗ୍ଭଲ।” ସଙ୍ଗେ ସଙ୍ଗେ ଲୋକଟି ସୁସ୍ଥ ହୋଇଗଲା। ସେ ତା’ ବିଛଣା ଉଠେଇ ଗ୍ଭଲିବାକୁ ଆରମ୍ଭ କଲା।

ଏହି ଘଟଣା ବିଶ୍ରାମବାରର ଦିନ ହୋଇଥିଲା। 10 ତେଣୁ ଯିହୂଦୀମାନେ ସୁସ୍ଥ ହୋଇଥିବା ଲୋକକୁ କହିଲେ, “ଆଜି ବିଶ୍ରାମବାର। ବିଶ୍ରାମବାରରେ ତୁମ୍ଭେ ବିଛଣା ବୋହି ନେଇ ଯିବା ଆମ୍ଭର ନିୟମ ବିରୁଦ୍ଧ କାର୍ଯ୍ୟ।”

11 କିନ୍ତୁ ଲୋକଟି କହିଲା, “ମୋତେ ଯିଏ ସୁସ୍ଥ କଲେ, ସେ ମୋତେ କହିଲେ ‘ତୁମ୍ଭର ବିଛଣା ନିଅ ଓ ଗ୍ଭଲ।’”

12 ଯିହୂଦୀମାନେ ସେ ଲୋକକୁ ପଗ୍ଭରିଲେ, “ଯିଏ ତୁମ୍ଭକୁ ଆଜି ବିଛଣା ଉଠେଇ ଗ୍ଭଲିବାକୁ କହିଲା, ସେ କିଏ?”

13 କିନ୍ତୁ ସୁସ୍ଥ ହୋଇଥିବା ଲୋକଟି, ସେ ବ୍ୟକ୍ତିଟି କିଏ ତାହା ଜାଣି ନ ଥିଲା। ସେହି ଜାଗାରେ ବହୁତ ଲୋକଥିଲେ ଓ ଯୀଶୁ ସେଠାରୁ ଗ୍ଭଲି ଯାଇଥିଲେ।

14 ପରେ ଯୀଶୁ ସେହି ଲୋକକୁ ମନ୍ଦିର ପରିସରରେ ଦେଖିଲେ। ସେ ତାକୁ କହିଲେ, “ଦେଖ, ତୁମ୍ଭେ ବର୍ତ୍ତମାନ ସୁସ୍ଥ ହୋଇ ଯାଇଛ। ତେଣୁ ତୁମ୍ଭେ ଆଉ ପାପ କର ନାହିଁ। ଯଦି ତୁମ୍ଭେ ପାପ କରିବ, ତେବେ ତୁମ୍ଭର ଏହାଠାରୁ ଅଧିକ କ୍ଷତି ହୋଇପାରେ।”

15 ତା'ପରେ ଲୋକଟି ସେହି ଯିହୂଦୀମାନଙ୍କ ପାଖକୁ ଗଲା। ସେ ସେମାନଙ୍କୁ କହିଲା ଯେ ଯୀଶୁ ତାକୁ ସୁସ୍ଥ କରିଛନ୍ତି।

16 ଯୀଶୁ ବିଶ୍ରାମବାରରେ ଏହିସବୁ (ସୁସ୍ଥ) କାର୍ଯ୍ୟ କରୁଥିଲେ। ତେଣୁ ଯିହୂଦୀମାନେ ଯୀଶୁଙ୍କ ପ୍ରତି ଖରାପ ବ୍ୟବହାର କରିବା ଆରମ୍ଭ କଲେ। 17 କିନ୍ତୁ ଯୀଶୁ ଯିହୂଦୀମାନଙ୍କୁ କହିଲେ, “ମୋର ପିତା ସର୍ବଦା କାର୍ଯ୍ୟରତ, ଅତଏବ ମୁଁ ମଧ୍ୟ କାର୍ଯ୍ୟ କରେ।”

18 ଏଥିପାଇଁ ଯିହୂଦୀ ନେତାମାନେ ତାହାଙ୍କୁ ହତ୍ୟା କରିବା ପାଇଁ ଆହୁରି ଅଧିକ ଚେଷ୍ଟା କଲେ। ଯିହୂଦୀମାନେ କହିଲେ, “ପ୍ରଥମେ ଯୀଶୁ ବିଶ୍ରାମବାରର ନିୟମ ଭାଙ୍ଗିଲେ। ତା'ପରେ ସେ ପରମେଶ୍ୱରଙ୍କୁ ନିଜର ପିତା ବୋଲି କହିଲେ। ସେ ନିଜକୁ ପରମେଶ୍ୱରଙ୍କ ସହିତ ସମାନ କଲେ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center