Revised Common Lectionary (Complementary)
ଏକ ଆରୋହଣ ଗୀତ।
130 ହେ ସଦାପ୍ରଭୁ, ମୁଁ ଘୋର ବିପତ୍ତିରେ ଅଛି।
ତେଣୁ ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ଡାକୁଅଛି।
2 ହେ ମୋର ପ୍ରଭୁ, ମୋର ଗୁହାରୀ ଶୁଣ।
ସାହାଯ୍ୟ ପାଇଁ ମୋର ଡାକ ଶୁଣ।
3 ହେ ସଦାପ୍ରଭୁ, ତୁମ୍ଭେ ଯଦି ସମସ୍ତ ଲୋକଙ୍କୁ ସେମାନଙ୍କର ପାପ ପାଇଁ ଦଣ୍ଡିତ କର,
ତେବେ କେହି ବଞ୍ଚିବେ ନାହିଁ।
4 ହେ ସଦାପ୍ରଭୁ, ତୁମ୍ଭେ ଲୋକମାନଙ୍କୁ କ୍ଷମା କର,
ସେଥିପାଇଁ ସେମାନେ ତୁମ୍ଭଙ୍କୁ ଡରନ୍ତି ଏବଂ ଉପାସନା କରନ୍ତି।
5 ମୁଁ ସଦାପ୍ରଭୁଙ୍କର ସାହାଯ୍ୟକୁ ଅପେକ୍ଷା କରିଛି।
ମୋର ପ୍ରାଣ ତାଙ୍କୁ ଗ୍ଭହିଁ ରହିଛି।
ମୁଁ ସଦାପ୍ରଭୁଙ୍କର ବାକ୍ୟରେ ଭରସା ରଖିଛି।
6 ମୁଁ ମୋର ପ୍ରଭୁଙ୍କ ପାଇଁ ଅପେକ୍ଷା କରେ,
ଯେପରି ଜଣେ ପ୍ରହରୀ ସକାଳ ଆସିବା ପର୍ଯ୍ୟନ୍ତ ଅପେକ୍ଷା କରେ।
7 ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ।
ସଦାପ୍ରଭୁ ହେଉଛନ୍ତି ଜଣେ, ଯିଏକି ବିଶ୍ୱାସୀ ଏବଂ ସତ୍ୟ ଅଟନ୍ତି।
ତାଙ୍କଠାରେ ମୁକ୍ତି କରିବାର ଶକ୍ତି ଅଛି।
8 ଏବଂ ସେ ହେଉଛନ୍ତି ଜଣେ, ଯିଏ ଇସ୍ରାଏଲକୁ ତା'ର ସମସ୍ତ ପାପରୁ ମୁକ୍ତ କରିବେ।
ମନୁଷ୍ୟର ସୃଷ୍ଟି
4 ଏହା ହେଲା ପୃଥିବୀ ଓ ଆକାଶମଣ୍ଡଳର ଇତିହାସ। ଯେଉଁ ସମୟରେ ପରମେଶ୍ୱର ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କଲେ, ଏହା ସେହି ସମୟର ଇତିହାସ। 5 ସେହି ସମୟରେ କୌଣସି ବୁଦା ବା ଘାସ ବଢ଼ି ନ ଥିଲା, ସଦାପ୍ରଭୁ ପୃଥିବୀରେ ବର୍ଷା କରାଇ ନ ଥିଲେ। କାରଣ ପୃଥିବୀର ଯତ୍ନ ନେବା ପାଇଁ କେହି ନ ଥିଲେ।
6 ଭୂମିରେ କାକର ପଡ଼ି ସମସ୍ତ ପୃଥିବୀକୁ ସନ୍ତସନ୍ତିଆ କଲା। 7 ଏହା ପରେ ସଦାପ୍ରଭୁ ପରମେଶ୍ୱର ଭୂମିରୁ ଧୂଳି ନେଇ ମନୁଷ୍ୟ ସୃଷ୍ଟି କଲେ। ସଦାପ୍ରଭୁ ତା'ର ନାସିକା ରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ। ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା। 8 ଏହା ପରେ ସଦାପ୍ରଭୁ ପରମେଶ୍ୱର, ଏଦନର ପୂର୍ବ ଦିଗରେ ଏକ ଉଦ୍ୟାନ ରୋପଣ କଲେ, ଏବଂ ସେଠାରେ ସେ ସୃଷ୍ଟି କରିଥିବା ମନୁଷ୍ୟକୁ ରଖିଲେ। 9 ସଦାପ୍ରଭୁ ପରମେଶ୍ୱର ପ୍ରତ୍ୟେକ ପ୍ରକାର ବୃକ୍ଷ ଯାହା ଦେଖିବାକୁ ସୁନ୍ଦର ଏବଂ ଖାଦ୍ୟ ପାଇଁ ଭଲ, ପୃଥିବୀରେ ସୃଷ୍ଟି କଲେ। ସେହିପରି ଭାବରେ ଉଦ୍ୟାନର ମଧ୍ୟଭାଗରେ ଜୀବନ ଦାୟକ ବୃକ୍ଷ ଓ ଭଲ ଓ ମନ୍ଦ ବିଷୟରେ ଜ୍ଞାନ ଦେବା ବୃକ୍ଷ ମଧ୍ୟ ଉତ୍ପନ୍ନ କଲେ।
10 ଗୋଟିଏ ନଦୀ ଏଦନରୁ ପ୍ରବାହିତ ହୋଇ ଉଦ୍ୟାନକୁ ଜଳ ଦିଏ। ଏହା ପରେ ସେହି ନଦୀ ଗ୍ଭରି ଭାଗରେ ବିଭକ୍ତ ହେଲା। 11 ପ୍ରଥମ ନଦୀର ନାମ ପିଶୋନ୍ ଥିଲା। ତାହା ସମସ୍ତ ହବିଲା ଦେଶ ଚତୁର୍ପାର୍ଶ୍ୱ ଦେଇ ବହିଗଲା, ଯେଉଁ ସ୍ଥାନରେ ସୁବର୍ଣ୍ଣ ଅଛି। 12 ସେହି ଦେଶରେ ଚିତ୍ତାକର୍ଷକ ସୁବର୍ଣ୍ଣ, ମୁକ୍ତା ଓ ଗୋମେଦକମଣି ଅଛି। 13 ଦ୍ୱିତୀୟ ନଦୀର ନାମ ଗୀହୋନ୍ ଥିଲା। ଏହା ସମସ୍ତ କୁଶ ଦେଶକୁ ବ୍ୟାପିଥିଲା। 14 ତୃତୀୟ ନଦୀର ନାମ ହିଦ୍ଦେକଲ୍ ଥିଲା, ଏହା ଅଶୂରିୟ ଦେଶର ସମ୍ମୁଖ ଦେଇ ଗମନ କରେ ଏବଂ ଚତୁର୍ଥ ନଦୀର ନାମ ଫରାତ୍ ଥିଲା।
ବିହନ ବୁଣା ଦୃଷ୍ଟାନ୍ତ
(ମାଥିଉ 13:1-17; ମାର୍କ 4:1-12)
4 ବହୁ ଲୋକ ଆସି ଜମା ହୋଇଗଲେ। ପ୍ରତ୍ୟେକ ନଗରରୁ ଲୋକେ ଯୀଶୁଙ୍କ ପାଖକୁ ଆସିଲେ। ଯୀଶୁ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ:
5 “ଜଣେ କୃଷକ ବୀଜ ବୁଣିବାକୁ ବାହାରିଲା। ସେ ବୀଜ ବୁଣିଲା ବେଳେ କିଛି ବୀଜ ରାସ୍ତା କଡ଼ରେ ଯାଇ ପଡ଼ିଲା। ଏହି ବୀଜଗୁଡ଼ିକ ଲୋକଙ୍କ ପାଦରେ ଚକଟି ହୋଇଗଲା ଓ ଚଢ଼େଇମାନେ ସେଗୁଡ଼ିକୁ ଖାଇଗଲେ। 6 କିଛି ବୀଜ ପଥର ଉପରେ ପଡ଼ିଲା ସେଥିରୁ ଗଜା ବାହାରିଲା କିନ୍ତୁ ଜଳ ଅଭାବରୁ ମରିଗଲା। 7 କିଛି ବୀଜ କଣ୍ଟା ବୁଦାରେ ପଡ଼ିଲା। ବୀଜ ଗଜାହୋଇ ଗଛ ବଢ଼ିଲା। କିନ୍ତୁ କଣ୍ଟା ବୁଦା ମଧ୍ୟ ତା’ ସହିତ ବଢ଼ିଲା ଓ ଶେଷରେ ତାକୁ ଗ୍ଭପି ପକାଇଲା। 8 ଅନ୍ୟ ବୀଜତକ ଭଲ ମାଟିରେ ପଡ଼ିଲା। ତାହା ଗଛ ହୋଇ ବଢ଼ିଲା। ଏଥିରୁ ଶହେ ଗୁଣ ଅଧିକ ଶସ୍ୟ ମିଳିଲା।”
ଏହି ଦୃଷ୍ଟାନ୍ତ କରିସାରି ଯୀଶୁ ବଡ଼ ପାଟିରେ କହିଲେ, “ତୁମ୍ଭମାନଙ୍କର ଯଦି କାନ ଅଛି, ତେବେ ଶୁଣ।”
9 ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଗ୍ଭରିଲେ, “ଏହି ଦୃଷ୍ଟାନ୍ତର ଅର୍ଥ କ’ଣ?”
10 ଯୀଶୁ କହିଲେ, “ପରମେଶ୍ୱରଙ୍କ ରାଜ୍ୟର ନିଗୁଢ଼ ବିଷୟ ଜାଣିବା ପାଇଁ ତୁମ୍ଭେ ବଛା ହୋଇଛ। କିନ୍ତୁ ଅନ୍ୟମାନଙ୍କୁ ଏହି ରହସ୍ୟ ବିଷୟରେ କହିବାକୁ ମୁଁ ଦୃଷ୍ଟାନ୍ତ ବ୍ୟବହାର କରୁଛି। ମୁଁ ଏହା କରୁଛି
‘ଯେପରି କି ସେମାନେ ଗ୍ଭହୁଁଥିଲେ ମଧ୍ୟ
ଦେଖି ପାରିବେନି,
ଏବଂ ଶୁଣୁଥିଲେ ମଧ୍ୟ
ବୁଝି ପାରିବେ ନାହିଁ।’(A)
ବିହନବୁଣା ଦୃଷ୍ଟାନ୍ତର ଅର୍ଥ
(ମାଥିଉ 13:18-23; ମାର୍କ 4:13-20)
11 “ଦୃଷ୍ଟାନ୍ତର ଏହା ହିଁ ଅର୍ଥ: “ବୀଜ ହେଉଛି ପରମେଶ୍ୱରଙ୍କ ଉପଦେଶ। 12 ଯେଉଁ ବୀଜ ରାସ୍ତା କଡ଼ରେ ପଡ଼ିଥିଲା, ତାହା ସେହି ଲୋକମାନଙ୍କ ଭଳି, ଯେଉଁମାନେ ପରମେଶ୍ୱରଙ୍କ ବାକ୍ୟ ଶୁଣନ୍ତି, କିନ୍ତୁ ତା'ପରେ ଶୟତାନ ଆସେ ତାହାଙ୍କ ହୃଦୟରୁ ଉପଦେଶ ବାହାର କରି ନେଇଯାଏ। ତେଣୁ ସେହି ଲୋକମାନେ ବିଶ୍ୱାସ କରି ନ ପାରି ଉଦ୍ଧାର ପାଆନ୍ତି ନାହିଁ। 13 ଯେଉଁ ବୀଜ ପଥର ଉପରେ ପଡ଼ିଥିଲା, ତାହା ସେହି ଲୋକମାନଙ୍କ ଭଳି, ଯେଉଁମାନେ ପରମେଶ୍ୱରଙ୍କ ଉପଦେଶ ଶୁଣନ୍ତି ଓ ଆନନ୍ଦରେ ତାହା ଗ୍ରହଣ କରନ୍ତି। କିନ୍ତୁ ତା'ର ଚେର ସେହି ଲୋକମାନଙ୍କ ହୃଦୟ ମଧ୍ୟରେ ଗଭୀରକୁ ପ୍ରବେଶ କରିପାରେ ନାହିଁ। ସେମାନେ କିଛି ସମୟ ପର୍ଯ୍ୟନ୍ତ ବିଶ୍ୱାସ କରନ୍ତି, କିନ୍ତୁ ପରୀକ୍ଷାର ସମୟ ଆସିଲେ ସେମାନେ ବିଶ୍ୱାସ କରିବା ବନ୍ଦ କରନ୍ତି। ସେମାନେ ବିଶ୍ୱାସ ହରେଇ ବସନ୍ତି ଓ ପରମେଶ୍ୱରଙ୍କଠାରୁ ଦୂରେଇ ଯାଆନ୍ତି।
14 “ଯେଉଁ ବୀଜ କଣ୍ଟା ବୁଦାରେ ପଡ଼ିଥିଲା, ତାହା ସେହି ଲୋକମାନଙ୍କ ଭଳି, ଯେଉଁମାନେ ପରମେଶ୍ୱରଙ୍କ ବାକ୍ୟ ଶୁଣନ୍ତି କିନ୍ତୁ ଚିନ୍ତା, ଧନ, ସମ୍ପତ୍ତି, ଜୀବନର ଭୋଗ ବିଳାସ ଆଦି ସେମାନଙ୍କୁ ବଢ଼ିବାରୁ ବାଧାଦିଏ। ତା’ ଫଳରେ ସେଥିରୁ ଭଲ ଫଳ ମିଳି ପାରେ ନାହିଁ। 15 ଏବଂ ଯେଉଁ ବୀଜ ଭଲ ମାଟିରେ ପଡ଼ିଥିଲା, ତାହା ସେହି ଲୋକମାନଙ୍କ ଭଳି, ଯେଉଁମାନେ ପରମେଶ୍ୱରଙ୍କ ଉପଦେଶ ସ୍ୱଚ୍ଛ ଓ ପବିତ୍ର ହୃଦୟରେ ଶୁଣନ୍ତି, ତାହା ହୃଦୟରେ ଗ୍ରହଣ କରନ୍ତି, କାର୍ଯ୍ୟରେ ପାଳନ କରନ୍ତି ଓ ଧୈର୍ଯ୍ୟ ପୂର୍ବକ ଉତ୍ତମ ଫଳ ଫଳନ୍ତି।
2010 by World Bible Translation Center