Revised Common Lectionary (Complementary)
8 ସନ୍ଧ୍ୟା ସମୟରେ ସଦାପ୍ରଭୁ ପରମେଶ୍ୱର ଉଦ୍ୟାନ ମଧ୍ୟରେ ଭ୍ରମଣ କରୁଥିଲେ। ନର ଓ ନାରୀ ଏ କଥା ଶୁଣିବାକୁ ପାଇଲେ ଏବଂ ସେମାନେ ପରମେଶ୍ୱରଙ୍କଠାରୁ ନିଜ ନିଜକୁ ବୃକ୍ଷ ଆଢ଼ୁଆଳରେ ଲୁଗ୍ଭଇ ରଖିଲେ। 9 ସଦାପ୍ରଭୁ ପରମେଶ୍ୱର ମନୁଷ୍ୟକୁ ଡାକିଲେ, “ତୁମ୍ଭେ କେଉଁଠାରେ?”
10 ମନୁଷ୍ୟ ଉତ୍ତର ଦେଲା, “ମୁଁ ତୁମ୍ଭେ ଉଦ୍ୟାନରେ ଗ୍ଭଲିବାର ଶୁଣିଲି। ମୁଁ ଭୟ କଲି, ମୁଁ ଉଲଗ୍ନ ଥିଲି ତେଣୁ ମୁଁ ଲୁଚିଲି।”
11 ସଦାପ୍ରଭୁ ପରମେଶ୍ୱର ଆଦମକୁ କହିଲେ, “ତୁମ୍ଭକୁ କିଏ କହିଲା ଯେ, ତୁମ୍ଭେ ଉଲଗ୍ନ? ତୁମ୍ଭେ କ’ଣ ଉଦ୍ୟାନର ସେହି ବୃକ୍ଷର ଫଳ ଖାଇଲ, ଯାହା ଖାଇବା ପାଇଁ ମୁଁ ମନା କରିଥିଲି?”
12 ମନୁଷ୍ୟ ଉତ୍ତର ଦେଲା, “ତୁମ୍ଭେ ମୋ’ ପାଇଁ ଯେଉଁ ସ୍ତ୍ରୀ ତିଆରି କରିଥିଲ, ସେ ମୋତେ ସେହି ଫଳ ଖାଇବାକୁ ଦେଲା। ତେଣୁ ମୁଁ ତାହା ଖାଇଲି।”
13 ଏହା ପରେ ସଦାପ୍ରଭୁ ପରମେଶ୍ୱର ସେହି ସ୍ତ୍ରୀଲୋକକୁ କହିଲେ, “ଏପରି ତୁମ୍ଭେ କାହିଁକି କଲ?”
ସ୍ତ୍ରୀଲୋକଟି ଉତ୍ତର ଦେଲା, “ସର୍ପ ମୋତେ ଭୁଲାଇ ଦେଲା, ତହିଁରେ ମୁଁ ତାକୁ ଖାଇଲି।”
14 ସେଥିପାଇଁ ସଦାପ୍ରଭୁ ପରମେଶ୍ୱର ସର୍ପକୁ କହିଲେ,
“ଯେହେତୁ ତୁମ୍ଭେ ଏହା କରିଅଛ,
ତୁମ୍ଭେ ଅନ୍ୟ ପ୍ରାଣୀମାନଙ୍କଠାରୁ ଅଧିକ କଷ୍ଟ ଭୋଗିବ,
ତୁମ୍ଭେ ତୁମ୍ଭର ପେଟରେ ଜୀବନସାରା
ଘୁଷୁଡ଼ିବ ଓ ତୁମ୍ଭେ ଧୂଳି ଖାଇବ।
15 ମୁଁ ତୁମ୍ଭକୁ ନାରୀର ଶତ୍ରୁ କରିବି।
ମୁଁ ତୁମ୍ଭର ପିଲାମାନଙ୍କୁ ଓ ତାହାର ପିଲାମାନଙ୍କ ମଧ୍ୟରେ ଶତ୍ରୁତା କରାଇବି।
ତୁମ୍ଭେ ତା'ର ପିଲାର ଗୋଇଠିକୁ କାମୁଡ଼ିବ,
କିନ୍ତୁ ସେ ତୁମ୍ଭର ମସ୍ତକକୁ ଆଘାତ କରି ଚୂର୍ଣ୍ଣ କରିବ।”
ଏକ ଆରୋହଣ ଗୀତ।
130 ହେ ସଦାପ୍ରଭୁ, ମୁଁ ଘୋର ବିପତ୍ତିରେ ଅଛି।
ତେଣୁ ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ଡାକୁଅଛି।
2 ହେ ମୋର ପ୍ରଭୁ, ମୋର ଗୁହାରୀ ଶୁଣ।
ସାହାଯ୍ୟ ପାଇଁ ମୋର ଡାକ ଶୁଣ।
3 ହେ ସଦାପ୍ରଭୁ, ତୁମ୍ଭେ ଯଦି ସମସ୍ତ ଲୋକଙ୍କୁ ସେମାନଙ୍କର ପାପ ପାଇଁ ଦଣ୍ଡିତ କର,
ତେବେ କେହି ବଞ୍ଚିବେ ନାହିଁ।
4 ହେ ସଦାପ୍ରଭୁ, ତୁମ୍ଭେ ଲୋକମାନଙ୍କୁ କ୍ଷମା କର,
ସେଥିପାଇଁ ସେମାନେ ତୁମ୍ଭଙ୍କୁ ଡରନ୍ତି ଏବଂ ଉପାସନା କରନ୍ତି।
5 ମୁଁ ସଦାପ୍ରଭୁଙ୍କର ସାହାଯ୍ୟକୁ ଅପେକ୍ଷା କରିଛି।
ମୋର ପ୍ରାଣ ତାଙ୍କୁ ଗ୍ଭହିଁ ରହିଛି।
ମୁଁ ସଦାପ୍ରଭୁଙ୍କର ବାକ୍ୟରେ ଭରସା ରଖିଛି।
6 ମୁଁ ମୋର ପ୍ରଭୁଙ୍କ ପାଇଁ ଅପେକ୍ଷା କରେ,
ଯେପରି ଜଣେ ପ୍ରହରୀ ସକାଳ ଆସିବା ପର୍ଯ୍ୟନ୍ତ ଅପେକ୍ଷା କରେ।
7 ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ।
ସଦାପ୍ରଭୁ ହେଉଛନ୍ତି ଜଣେ, ଯିଏକି ବିଶ୍ୱାସୀ ଏବଂ ସତ୍ୟ ଅଟନ୍ତି।
ତାଙ୍କଠାରେ ମୁକ୍ତି କରିବାର ଶକ୍ତି ଅଛି।
8 ଏବଂ ସେ ହେଉଛନ୍ତି ଜଣେ, ଯିଏ ଇସ୍ରାଏଲକୁ ତା'ର ସମସ୍ତ ପାପରୁ ମୁକ୍ତ କରିବେ।
13 ଶାସ୍ତ୍ରରେ ଲେଖାଅଛି: “ମୁଁ ବିଶ୍ୱାସ କଲି, ଏଣୁ ସ୍ପଷ୍ଟ କହିଲି।”(A) ଆମ୍ଭର ବିଶ୍ୱାସ ମଧ୍ୟ ସେହିଭଳି ଅଟେ। ଆମ୍ଭେ ବିଶ୍ୱାସ କରୁ, ସେଥିପାଇଁ ଆମ୍ଭେ କହୁ। 14 କାରଣ ଆମ୍ଭେ ଜାଣୁ ଯେ, ଯେଉଁ ପରମେଶ୍ୱର ଯୀଶୁଙ୍କୁ ମୃତ୍ୟୁର ପୁନରୁତ୍ଥିତ କଲେ, ସେ ଆମ୍ଭକୁ ମଧ୍ୟ ଯୀଶୁଙ୍କ ସହ ପୁନରୁତ୍ଥିତ କରିବେ। 15 ସେ ଆମ୍ଭକୁ ମଧ୍ୟ ତୁମ୍ଭମାନଙ୍କ ସହିତ ନିଜ ସମ୍ମୁଖରେ ଠିଆ କରିବେ। ଏହି ବିଷୟକୁ ତୁମ୍ଭମାନଙ୍କ ପାଇଁ କରା ଯାଉଛି। ଏହା ଦ୍ୱାରା ଅନେକ ଲୋକ ଯେପରି ପରମେଶ୍ୱରଙ୍କ ଅନୁଗ୍ରହ ପାଇ ପାରିବେ। ପରମେଶ୍ୱରଙ୍କ ମହିମା ନିମନ୍ତେ ତାହାଙ୍କୁ ଅଧିକରୁ ଅଧିକ ଧନ୍ୟବାଦ ଅର୍ପଣ କରାଯିବ।
ବିଶ୍ୱାସରେ ଜୀବନ କାଟିବା
16 ସେଥିପାଇଁ ଆମ୍ଭେ କେବେ ହେଲେ ନିରାଶ ନ ହେଉ, ଯଦିଓ ଆମ୍ଭର ବାହ୍ୟିକ ଶରୀର କ୍ଷୀଣ ହୋଇ ଯାଉଛି, କିନ୍ତୁ ଆମ୍ଭର ଅନ୍ତରସ୍ଥ ଆତ୍ମା ଦିନକୁ ଦିନ ନୂତନରୁ ଅତି ନୂତନ ହୋଇ ଯାଉଅଛି। 17 ବର୍ତ୍ତମାନ ଆମ୍ଭେ ସମ୍ମୁଖୀନ ହେଉଥିବା ଛୋଟ ଛୋଟ କ୍ଷଣିକ ଅସୁବିଧାଗୁଡ଼ିକ ଆମ୍ଭ ପାଇଁ ଏକ ଅତୁଳନୀୟ, ଉତ୍କୃଷ୍ଟ ଓ ଅନନ୍ତ ମହିମା ଉତ୍ପନ୍ନ କରୁଛି। ଏହି ଅତୁଳନୀୟ ମହିମା ଅସୁବିଧାଗୁଡ଼ିକ ତୁଳନାରେ ଅତି ମହାନ୍। 18 ଆମ୍ଭର ଆଖି ଦୃଶ୍ୟ ବିଷୟ ଗୁଡ଼ିକ ଉପରେ ନ ରହି, ଅଦୃଶ୍ୟ ବିଷୟ ଉପରେ କେନ୍ଦ୍ରୀଭୂତ ହେଉ। କାରଣ ଯାହା ଆମ୍ଭକୁ ଦେଖା ଯାଉଛି, ତାହା ଅସ୍ଥାୟୀ, ଓ ଯାହା ଅଦୃଶ୍ୟ, ତାହା ସମ୍ପୂର୍ଣ୍ଣ ଚିରସ୍ଥାୟୀ।
5 ଆପଣ ଜାଣନ୍ତି ଯେ, ଆମ୍ଭର ଶରୀରରୂପ ତମ୍ବୁ ଯେଉଁଥିରେ ଆମ୍ଭେ ରହିଛୁ, ତାହା ନଷ୍ଟ ହେବ। ଏପରି ଘଟିଲା ପରେ ପରମେଶ୍ୱରଙ୍କ ସହିତ ବାସ କରିବା ନିମନ୍ତେ ଏକ ଗୃହ ଆମ୍ଭକୁ ଦେବେ। ଏହା ମଣିଷ ଦ୍ୱାରା ନିର୍ମିତ ନୁହେଁ।
ଯୀଶୁଙ୍କ ଦେହରେ ଦୁଷ୍ଟାତ୍ମା ରହିଛି ବୋଲି କେତେକ କହିଲେ
(ମାଥିଉ 12:22-32; ଲୂକ 11:14-23; 12:10)
20 ତା'ପରେ ଯୀଶୁ ଘରକୁ ଫେରିଗଲେ। ସେଠାରେ ମଧ୍ୟ ଅନେକ ଲୋକ ଜମା ହୋଇଗଲେ। ସେଠାରେ ଏତେ ଲୋକ ଥିଲେ ଯେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଖାଇ ମଧ୍ୟ ପାରିଲେ ନାହିଁ। 21 ଯୀଶୁଙ୍କ ପରିବାରର ଲୋକେ ଏସବୁ ଶୁଣିଲେ। ସେମାନେ ଯୀଶୁଙ୍କୁ ଆଣିବାକୁ ଗଲେ। କାରଣ ଲୋକେ କୁହାକୁହି ହେଉଥିଲେ ଯେ, ଯୀଶୁଙ୍କ ମତିଭ୍ରମ ହେଲାଣି।
22 ଯିରୁଶାଲମରୁ ଆସିଥିବା ଧର୍ମଶାସ୍ତ୍ରୀମାନେ କହିଲେ, “ଯୀଶୁଙ୍କ ଦେହରେ ବାଲ୍ଜିବୂଲ୍ ପଶି ଯାଇଛି। ସେଥି ଯୋଗୁଁ ଯୀଶୁ ଭୂତମାନଙ୍କ ମୁଖିଆଙ୍କର ଶକ୍ତି ସାହାଯ୍ୟରେ ଭୂତମାନଙ୍କୁ ତଡ଼ି ଦେଉଛନ୍ତି।”
23 ତେଣୁ ଯୀଶୁ ସେମାନଙ୍କୁ ପାଖକୁ ଡାକିଲେ ଏବଂ ଦୃଷ୍ଟାନ୍ତ ମାଧ୍ୟମରେ ସେମାନଙ୍କୁ ବୁଝାଇଲେ, “ଶୟତାନ କିପରି ଶୟତାନକୁ ତଡ଼ି ଦେଇ ପାରିବ?” 24 ଯଦି କୌଣସି ରାଜ୍ୟ ନିଜ ଭିତରେ ଯୁଦ୍ଧ କରେ ତେବେ ତାହା ଆଉ ତିଷ୍ଠି ରହି ପାରିବ ନାହିଁ। 25 ଯଦି କୌଣସି ପରିବାର ନିଜ ଭିତରେ ଭାଗ ଭାଗ ହୋଇ ଯାଏ, ତେବେ ସେ ପରିବାର ତିଷ୍ଠି ରହି ପାରିବ ନାହିଁ। 26 ସେହିଭଳି ଯଦି ଜଣେ ଶୟତାନ ବିଭାଜିତ ହୋଇ ନିଜ ବିରୁଦ୍ଧରେ ଲଢ଼େଇ କରେ, ତେବେ ସେ ମଧ୍ୟ ତିଷ୍ଠି ରହି ପାରିବ ନାହିଁ ବରଂ ତାହାର ଅନ୍ତ ହୋଇଯିବ।
27 “ଯଦି ଜଣେ ଲୋକ ଗୋଟିଏ ଶକ୍ତିଶାଳୀ ଲୋକର ଘରେ ପଶି ତା'ର ସମ୍ପତ୍ତି ଲୁଟି ନେବାକୁ ଗ୍ଭହିଁବ, ତେବେ ପ୍ରଥମେ ସେ ଶକ୍ତିଶାଳୀ ଲୋକଟିକୁ ବାନ୍ଧିବା ଦରକାର। ତା'ପରେ ସେ ଶକ୍ତିଶାଳୀ ଲୋକଟିର ଘର ଲୁଟି କରି ସବୁ ଜିନିଷ ନେଇ ଯାଇପାରିବ।
28 “ମୁଁ ତୁମ୍ଭକୁ ସତ୍ୟ କହୁଛି, ଲୋକେ ଯେଉଁସବୁ ପାପ କରୁଛନ୍ତି, ସେଗୁଡ଼ିକୁ କ୍ଷମା କରି ଦିଆ ଯାଇ ପାରିବ। ଲୋକେ ପରମେଶ୍ୱରଙ୍କ ବିରୁଦ୍ଧରେ ଯେତେସବୁ ଖରାପ କଥା କହୁଛନ୍ତି, ସେସବୁକୁ ମଧ୍ୟ କ୍ଷମା କରି ଦିଆଯାଇ ପାରିବ। 29 କିନ୍ତୁ ପବିତ୍ରଆତ୍ମାଙ୍କ ବିରୁଦ୍ଧରେ ଯେଉଁ ଲୋକ କିଛି କହିବ, ତାହାକୁ କେବେ ହେଲେ କ୍ଷମା ମିଳିବ ନାହିଁ। ସେ ସବୁବେଳେ ସେହି ପାପର ଦୋଷୀ ହେବ।”
30 ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କଠାରେ ଦୁଷ୍ଟାତ୍ମା ଅଛି ବୋଲି କହିଥିବାରୁ, ଯୀଶୁ ଏସବୁ କହିଲେ।
ଯୀଶୁଙ୍କ ଅନୁସରଣକାରୀମାନେ, ତାହାଙ୍କର ପ୍ରକୃତ ପରିବାର
(ମାଥିଉ 12:46-50; ଲୂକ 8:19-21)
31 ତା'ପରେ ଯୀଶୁଙ୍କ ମା ଓ ଭାଇମାନେ ସେଠାକୁ ଆସିଲେ। ସେମାନେ ବାହାରେ ଠିଆ ହେଲେ ଓ ଗୋଟିଏ ଲୋକକୁ ଯୀଶୁଙ୍କୁ ବାହାରକୁ ଆସିବା ପାଇଁ ଡକାଇ ପଠେଇଲେ। 32 ସେତେବେଳେ ଯୀଶୁଙ୍କ ଗ୍ଭରିପଟେ ଲୋକମାନେ ଘରେ ବସିଥିଲେ। ସେମାନେ ତାହାଙ୍କୁ କହିଲେ, “ତୁମ୍ଭ ମା ଓ ଭାଇମାନେ ତୁମ୍ଭକୁ ବାହାରେ ଅପେକ୍ଷା କରିଛନ୍ତି।”
33 ଯୀଶୁ ପଗ୍ଭରିଲେ, “କିଏ ମୋର ମା? କେଉଁମାନେ ମୋର ଭାଇ?” 34 ତା'ପରେ ଯୀଶୁ ତାହାଙ୍କ ଗ୍ଭରି ପାଖରେ ବସିଥିବା ଲୋକମାନଙ୍କ ଆଡ଼େ ଗ୍ଭହିଁଲେ। ସେ କହିଲେ, “ଏ ଲୋକମାନେ ମୋର ମା ଓ ଭାଇ। 35 ଯେଉଁମାନେ ପରମେଶ୍ୱରଙ୍କ ଇଚ୍ଛାକୁ କାର୍ଯ୍ୟକାରୀ କରନ୍ତି, ସେମାନେ ହିଁ ମୋର ଭାଇ, ଭଉଣୀ ଓ ମା।”
2010 by World Bible Translation Center