Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 74

ଆସଫର ମସ୍କୀଲ୍।

74 ପରମେଶ୍ୱର, ତୁମ୍ଭେ କାହିଁକି ବହୁତ ଦିନ ଆମ୍ଭମାନଙ୍କୁ ପରିତ୍ୟାଗ କଲ?
    ତୁମ୍ଭେ କାହିଁକି ଆମ୍ଭମାନଙ୍କ ଉପରେ ଏତେ ରାଗିଅଛ, ଆମ୍ଭେ ଯେ ତୁମ୍ଭର ନିଜ ଦଳ?
ପୂର୍ବରୁ ତୁମ୍ଭର ଲୋକମାନଙ୍କୁ ସ୍ମରଣ କର ଯେଉଁମାନଙ୍କୁ ତୁମ୍ଭର ନିଜର କଲ।
    ତୁମ୍ଭର ଖୁବ୍ ନିଜର ଲୋକମାନଙ୍କୁ ସ୍ମରଣ କର ଯେଉଁମାନଙ୍କୁ ତୁମ୍ଭେ ରକ୍ଷା କଲ
ଏବଂ ସିୟୋନ ପର୍ବତକୁ ସ୍ମରଣ କର ଯେଉଁଠାରେ ତୁମ୍ଭେ ବାସ କଲ।
ପରମେଶ୍ୱର, ସେହି ପ୍ରାଚୀନର ଭଗ୍ନାବଶେଷ ଉପରେ ଗ୍ଭଲନ୍ତୁ।
    ଯେଉଁଠାରେ ଶତ୍ରୁମାନେ ମନ୍ଦିରର ସବୁକିଛି ନଷ୍ଟ କରିଥିଲେ।

ତୁମ୍ଭର ଶତ୍ରୁଗଣ ବାହାର ମନ୍ଦିରରେ ଯୁଦ୍ଧ ଧ୍ୱନି କଲେ।
    ସେମାନେ ତାଙ୍କର ବିଜୟଧ୍ୱଜା ମନ୍ଦିର ଉପରେ ଉଡ଼ାଇଲେ।
ଜଙ୍ଗଲରେ କୁହ୍ରାଡ଼ି ବ୍ୟବହାର କରୁଥିବା ଲୋକମାନଙ୍କ ପରି
    ଶତ୍ରୁ ସୈନ୍ୟମାନେ ଦେଖାଯାଉଥିଲେ।
ହେ ପରମେଶ୍ୱର, ସେମାନେ କୁହ୍ରାଡ଼ି ଓ ଟାଙ୍ଗିଆ ଦ୍ୱାରା
    ତୁମ୍ଭ ମନ୍ଦିରର ଖୋଦିତ କାଠ ପଟାଗୁଡ଼ିକ ନଷ୍ଟ କଲେ।
ସେହି ସୈନ୍ୟଗଣ ତୁମ୍ଭ ପବିତ୍ର ସ୍ଥାନକୁ ଜାଳି ଦେଲେ।
    ସେହି ମନ୍ଦିର ତୁମ୍ଭ ନାମର ସମ୍ମାନାର୍ଥେ ତିଆରି ହୋଇଥିଲା,
    କିନ୍ତୁ ସେମାନେ ତାକୁ ଅଶୁଚି କରି ଧୂଳିସାତ୍ କରି ଦେଲେ।
ଆମ୍ଭମାନଙ୍କୁ ପୂରାପୂରି ଧ୍ୱଂସ କରିବାକୁ ସେମାନେ ନିଷ୍ପତ୍ତି କଲେ,
    ସେମାନେ ଦେଶ ମଧ୍ୟରେ ପରମେଶ୍ୱରଙ୍କର ସକଳ ପବିତ୍ର ସ୍ଥାନ ଦ‌‌ଗ୍‌‌ଧ କରି ଦେଲେ।
ଆମ୍ଭେମାନେ ନିଜ ଚିହ୍ନସବୁ ଦେଖୁ ନାହୁଁ।
    କୌଣସି ଭବିଷ୍ୟ‌ଦ୍‌ବକ୍ତା ଆଉ ନାହାନ୍ତି।
    କ’ଣ କରିବାକୁ ହେବ କେହି ଜାଣନ୍ତି ନାହିଁ।
10 ହେ ପରମେଶ୍ୱର, ଶତ୍ରୁମାନେ କେତେକାଳ ତୁମ୍ଭର ନିନ୍ଦା କରିବେ?
    ତୁମ୍ଭେ ଚିରଦିନ କ’ଣ ତୁମ୍ଭର ଶତ୍ରୁମାନଙ୍କୁ ଅପମାନ କରିବା ପାଇଁ ସୁଯୋଗ ଦେବ?
11 ତୁମ୍ଭେ ଆମ୍ଭମାନଙ୍କୁ କାହିଁକି, ସାହାଯ୍ୟ କରିବ ନାହିଁ?
    ତୁମ୍ଭେ ଆପଣା ମହାଶକ୍ତିକୁ ବ୍ୟବହାର କରି ଶତ୍ରୁମାନଙ୍କୁ ପରାଜୟ କର।
12 ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କର ପୂର୍ବାବଧି ରାଜା ହୋଇଅଛ।
    ଏହି ଦେଶରେ ବହୁତ ଯୁଦ୍ଧରେ ଜିତିବାରେ ଆମ୍ଭକୁ ସାହାଯ୍ୟ କରିଛ।
13 ହେ ପରମେଶ୍ୱର, ତୁମ୍ଭେ ଆପଣା ମହାନ ଶକ୍ତିକୁ ବ୍ୟବହାର କରି
    ଲୋହିତ ସମୁଦ୍ରକୁ ଦୁଇଭାଗ କଲ।
14 ତୁମ୍ଭେ ସମୁଦ୍ରରେ ଥିବା ମହାନ ରାକ୍ଷସକୁ ବଧ କଲ।
    ତୁମ୍ଭେ ଲିବିୟାଥନର ମସ୍ତକ ଖଣ୍ଡଖଣ୍ଡ କରି କାଟି ପକାଇଲ।
    ତୁମ୍ଭେ ମରୁଭୂମିର ପଶୁମାନଙ୍କ ଖାଦ୍ୟ ନିମନ୍ତେ ତାହାକୁ ଦେଲ।
15 ତୁମ୍ଭେ ନଦୀ ଓ ଝରଣା ସୃଷ୍ଟିକରି ସେଥିରୁ ପାଣି ବୁହାଇଲ
    ଏବଂ ତୁମ୍ଭେ ନଦୀସବୁକୁ ଶୁଷ୍କ କରାଇଲ।
16 ହେ ପରମେଶ୍ୱର, ଦିବସ ଓ ରାତ୍ରିର ଶାସକ,
    ତୁମ୍ଭେ ଚନ୍ଦ୍ର ଓ ସୂର୍ଯ୍ୟ ପ୍ରସ୍ତୁତ କରିଅଛ।
17 ତୁମ୍ଭେ ପୃଥିବୀର ସମସ୍ତ ସୀମା ନିର୍ଦ୍ଧାରଣ କରିଅଛ।
    ତୁମ୍ଭେ ଗ୍ରୀଷ୍ମକାଳ ଓ ଶୀତକାଳ ସୃଷ୍ଟି କରିଅଛ।
18 ଅନନ୍ତର ସଦାପ୍ରଭୁ, ଶତ୍ରୁମାନେ ତୁମ୍ଭର ନାମକୁ ଅପମାନିତ କରିଥିବା କଥାଗୁଡ଼ିକ ମନେ ପକାଅ ଯେ,
    କିପରି ସେହି ମୂର୍ଖ ଲୋକମାନେ ତୁମ୍ଭରି ନାମକୁ ଅପମାନିତ କଲେ।
19 ତୁମ୍ଭ କପୋତକୁ, ବନ୍ୟ ପଶୁକୁ ସମର୍ପଣ କର ନାହିଁ।
    ଆପଣା ଦୁଃଖୀ ଲୋକକୁ ସବୁଦିନ ପାଇଁ ଭୁଲ ନାହିଁ।
20 ଆମ୍ଭମାନଙ୍କ ଚୁକ୍ତି ପୂରଣ କର।
    ଏହି ଭୂମିର ଅନ୍ଧକାର ସ୍ଥାନସବୁ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହେଲା।
21 କଷ୍ଟ ପାଉଥିବା ଲୋକମାନଙ୍କୁ
    ଆଉ ଲଜ୍ଜିତ ହେବାକୁ ଦିଅ ନାହିଁ।
    ଗରିବ ଏବଂ ଅଭାବବ୍ୟକ୍ତି ତୁମ୍ଭର ନାମକୁ ପ୍ରଶଂସା କରନ୍ତୁ।
22 ପରମେଶ୍ୱର, ଉଠ ଏବଂ ତୁମ୍ଭର ସମ୍ମାନ ରକ୍ଷା କର।
    ମୂର୍ଖ ଲୋକମାନେ କିପରି ଦିନଯାକ ତୁମ୍ଭକୁ ଅପମାନିତ କରୁଛନ୍ତି ସ୍ମରଣ କର!
23 ତୁମ୍ଭର ଶତ୍ରୁମାନଙ୍କର ଉ‌ଦ୍‌ଘୋଷ କେବେ ଭୁଲିଯାଅ ନାହିଁ।
    ସେମାନେ ତୁମ୍ଭକୁ ବାରମ୍ବାର ଅପମାନିତ କରନ୍ତି।

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 26:16-27:1

16 ହେ ସଦାପ୍ରଭୁ, ସଙ୍କଟ ସମୟରେ
    ସେମାନେ ତୁମ୍ଭକୁ ପ୍ରାର୍ଥନା କରିଛନ୍ତି।
ଯେତେବେଳେ ତୁମ୍ଭେ ସେମାନଙ୍କୁ ଶାସ୍ତି ଦେଲ,
    ସେମାନେ ତୁମ୍ଭଙ୍କୁ ପ୍ରାର୍ଥନାରେ ଡାକିଲେ।
17 ଅନ୍ତଃସତ୍ତ୍ୱା ନାରୀ ଗର୍ଭବେଦନାରେ ବ୍ୟଥିତ ହୋଇ
    ଯେପରି କ୍ରନ୍ଦନ କରେ,
    ଆମ୍ଭେମାନେ ସେହିପରି ତୁମ୍ଭ ସହିତ ନ ଥିଲା ବେଳେ ହୋଇଅଛୁ।
18 ଆମ୍ଭେମାନେ ଗର୍ଭବେଦନା ପାଇଅଛୁ,
    କିନ୍ତୁ ବ୍ୟଥିତା ହୋଇ ବାୟୁ ଜନ୍ମ ଦେଇଛୁ।
ଆମ୍ଭେମାନେ ଦେଶର ଉଦ୍ଧାର ସାଧନ କରି ନାହୁଁ କି
    ନଗରବାସୀ ଭୂମିଷ୍ଠ ହୋଇ ନାହାନ୍ତି।
19 ମାତ୍ର ସଦାପ୍ରଭୁ କୁହନ୍ତି:
“ତୁମ୍ଭର ମୃତମାନେ ଜୀବିତ ହେବେ।
    ମୃତ ଶବଗୁଡ଼ିକ ପୁଣି ନିଃଶ୍ୱାସ ନେବା ଆରମ୍ଭ କରିବେ।
ହେ ଧୂଳିନିବାସୀଗଣ ଉଠ, ଆନନ୍ଦ କର,
    କାରଣ ତୁମ୍ଭେମାନେ ପ୍ରଭାତରେ
ତୃଣ ଉପର ଶିଶିର ତୁଲ୍ୟ
    ଭୂମି ମୃତମାନଙ୍କୁ ଜନ୍ମ ଦେବ।”

ବିଗ୍ଭର: ପୁରସ୍କାର କିମ୍ବା ଦଣ୍ଡ

20 ହେ ମୋର ଲୋକମାନେ, ତୁମ୍ଭେମାନେ ଅନ୍ତରାଳୟରେ ପ୍ରବେଶ କରି
    ଦ୍ୱାର ରୁଦ୍ଧ କର।
ପରମେଶ୍ୱରଙ୍କ କ୍ରୋଧ ଶାନ୍ତ ହେବା ପର୍ଯ୍ୟନ୍ତ
    ଅଳ୍ପସମୟ ନିଜକୁ ଲୁଗ୍ଭଅ।
21 ଦେଖ, ସଦାପ୍ରଭୁ ପୃଥିବୀବାସୀଙ୍କୁ ସେମାନଙ୍କର ଅପରାଧ ଲାଗି
    ଶାସ୍ତି ଦେବାକୁ ନିଜ ସ୍ଥାନ ପରିତ୍ୟାଗ କରିଛନ୍ତି।
ପୃଥିବୀ ନିଜର ଶକ୍ତି ପ୍ରକାଶ କରିବ।
    ସେ ଆଉ ନିହତ ଲୋକମାନଙ୍କୁ ଆଚ୍ଛାଦନ କରି ରଖିବ ନାହିଁ।

27 ସେଦିନ ସଦାପ୍ରଭୁ ଆପଣାର ଦାରୁଣ, ବୃହତ୍
    ଓ ଦୃଢ଼ ‌‌ଖ‌ଡ଼୍‌ଗ ଦ୍ୱାରା ଦ୍ରୁତଗାମୀ ସର୍ପ ଲିବିୟାଥନକୁ
ଓ ବକ୍ରଗାମୀ ସର୍ପ ଲିବିୟାଥନକୁ ଶାସ୍ତି ଦେବେ
    ଓ ସମୁଦ୍ରସ୍ଥ ଦୀର୍ଘକାୟ ଜନ୍ତୁକୁ ସଂହାର କରିବେ।

ଲୂକ ଲିଖିତ ସୁସମାଗ୍ଭର 11:14-28

ଯୀଶୁଙ୍କଠାରେ ପରମେଶ୍ୱରଙ୍କର ଶକ୍ତି

(ମାଥିଉ 12:22-30; ମାର୍କ 3:20-27)

14 ଥରେ ଯୀଶୁ କଥା କହି ପାରୁ ନ ଥିବା ଗୋଟିଏ ଲୋକ ଦେହରୁ ଭୂତକୁ ତଡ଼ି ଦେଉଥିଲେ। ଭୂତଟି ମୂକ ଲୋକ ଦେହରୁ ବାହାରି ଆସିବା ମାତ୍ରେ, ଲୋକଟି ପୁଣି କଥା କହିବାକୁ ଲାଗିଲା। ଜମା ହୋଇଥିବା ଲୋକମାନେ ଆଶ୍ଚର୍ଯ୍ୟ ହୋଇଗଲେ। 15 କିନ୍ତୁ ସେମାନଙ୍କ ମଧ୍ୟରୁ କେତେକ କହିଲେ, “ଯୀଶୁ ଭୂତପତି ବାଆ‌‌‌ଲ୍‌ଜିବୂଲ୍‌ର ଶକ୍ତି ଦ୍ୱାରା ଭୂତ ଛଡ଼ାଉଛନ୍ତି, ଭୂତମାନଙ୍କୁ ତଡ଼ି ଦେବାକୁ ବ୍ୟବହାର କରୁଛନ୍ତି।

16 ଅନ୍ୟ ଲୋକମାନେ ଯୀଶୁଙ୍କୁ ପରୀକ୍ଷା କରିବାକୁ ଗ୍ଭହୁଁଥିଲେ। ସେମାନେ ଯୀଶୁଙ୍କୁ ସ୍ୱର୍ଗର କୌଣସି ଚିହ୍ନ ଦେଖାଇବାକୁ କହିଲେ। 17 କିନ୍ତୁ ଯୀଶୁ ସେହି ଲୋକମାନଙ୍କ ଭାବନା ଜାଣି ପାରିଲେ। ସେ କହିଲେ, “ଗୋଟିଏ ରାଜ୍ୟ ଭାଗଭାଗ ହୋଇ ନିଜ ବିରୁଦ୍ଧରେ ଲଢ଼େଇ କଲେ ଶେଷରେ ଧ୍ୱଂସ ହୋଇଯିବ। ଗୋଟିଏ ପରିବାରର ଲୋକେ ନିଜ ବିରୁଦ୍ଧରେ ଲଢ଼େଇ କଲେ ସେ ପରିବାର ମଧ୍ୟ ଭାଙ୍ଗିଯିବ। 18 ତେଣୁ ଯଦି ଶୟତାନ ନିଜ ବିରୁଦ୍ଧରେ ଲଢ଼େଇ କରେ, ତେବେ କିଭଳି ତା ରାଜ୍ୟ ତିଷ୍ଠି ରହି ପାରିବ? ମୁଁ ବାଆ‌‌‌ଲ୍‌ଜିବୂଲ୍‌ ସାହାଯ୍ୟରେ ଭୂତମାନଙ୍କୁ ବାହାର କରି ଦେଉଛି ବୋଲି ତୁମ୍ଭେମାନେ କହୁଛ। 19 କିନ୍ତୁ ମୁଁ ଯଦି ବାଆ‌‌‌ଲ୍‌ଜିବୂଲ୍‌ ସାହାଯ୍ୟରେ ଭୂତମାନଙ୍କୁ ବାହାର କରି ଦେଉଛି, ତେବେ ତୁମ୍ଭମାନଙ୍କ ଲୋକମାନେ କାହା ସାହାଯ୍ୟରେ ଭୂତମାନଙ୍କୁ ବାହାର କରୁଛନ୍ତି? ତେବେ ତୁମ୍ଭମାନଙ୍କର ନିଜ ଲୋକେ ପ୍ରମାଣିତ କରି ଦେଉଛନ୍ତି ଯେ, ତୁମ୍ଭେମାନେ ଭୁଲ୍ କହୁଛ। 20 ମୁଁ ଭୂତମାନଙ୍କୁ ବାହାର କରିଦେବା ପାଇଁ ପରମେଶ୍ୱରଙ୍କ ଶକ୍ତି ବ୍ୟବହାର କରୁଛି। ଏ କଥା ସ୍ପଷ୍ଟ ଦେଖାଇ ଦେଉଛି ଯେ ପରମେଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ପାଖକୁ ଆସିଗଲାଣି।

21 “ଯେତେବେଳେ ଜଣେ ଶକ୍ତିଶାଳୀ ଲୋକ ଅନେକ ଅସ୍ତ୍ରଶସ୍ତ୍ର ଧରି ନିଜ ଘରକୁ ଜଗିରହେ, ସେତେବେଳେ ତା'ର ସମସ୍ତ ସମ୍ପତ୍ତି ସୁରକ୍ଷିତ ରହେ। 22 କିନ୍ତୁ, ଯେତେବେଳେ ତା'ଠାରୁ ଜଣେ ଅଧିକ ଶକ୍ତିଶାଳୀ ଲୋକ ଆସେ ଓ ତା’ ଉପରେ ଆକ୍ରମଣ କରି ତାକୁ ହରେଇ ଦିଏ, ଯେଉଁ ଅସ୍ତ୍ରଶସ୍ତ୍ର ଗୁଡ଼ିକ ଉପରେ ପ୍ରଥମ ଲୋକଟିର ଭରସା ଥିଲା, ସେହି ସମସ୍ତ ଅସ୍ତ୍ରଶସ୍ତ୍ରଗୁଡ଼ିକୁ ଅଧିକତର ବଳବାନ ଲୋକଟି ଛଡ଼େଇ ନିଏ ଓ ତାହାର ଜିନିଷଗୁଡ଼ିକୁ ଯାହା ଇଚ୍ଛା ତାହା କରେ।

23 “ଯେଉଁ ଲୋକ ମୋ’ ସହିତ ନାହିଁ, ସେ ମୋ’ ବିରୁଦ୍ଧରେ ଅଛି, ଯେଉଁ ଲୋକ ମୋ’ ସହିତ କାମ କରୁନି, ସେ ମୋ’ ବିରୁଦ୍ଧରେ କାମ କରୁଛି।

ଶୂନ୍ୟ ମଣିଷ

(ମାଥିଉ 12:43-45)

24 “ଯେତେବେଳେ କୌଣସି ଭୂତ କୌଣସି ମଣିଷ ଦେହରୁ ବାହାରି ଆସେ, ସେତେବେଳେ ସେହି ଆତ୍ମା ବିଶ୍ରାମ ସ୍ଥାନ ଖୋଜି ଖୋଜି ଶୁଖିଲା ଜାଗାସବୁରେ ବୁଲେ। କିନ୍ତୁ ସେ ବିଶ୍ରାମ ନେବାକୁ ଜାଗା ଟିକିଏ ନ ପାଇଲେ କୁହେ, ‘ମୁଁ ଯେଉଁଠାରୁ ଆସିଛି, ପୁଣି ସେହି ଘରକୁ ଫେରିଯିବି।’ 25 ଯେତେବେଳେ ଭୂତଟି ସେହି ମଣିଷ ନିକଟକୁ ଫେରି ଆସେ, ସେ ଦେଖେ ଯେ ସେହି ଘରଟି ସଫାସୁତୁରା ଓ ସବୁ ଠି‌‌କ୍‌‌ଠାକ୍ ଅଛି। 26 ତା'ପରେ ସେ ଯାଇ ତା'ଠାରୁ ଆହୁରି ଅଧିକ ଦୁଷ୍ଟ ସାତ ଜଣ ଭୂତଙ୍କୁ ଡାକିଆଣେ, ସେମାନେ ସମସ୍ତେ ସେହି ମଣିଷ ମଧ୍ୟରେ ପ୍ରବେଶ କରି ଏକତ୍ର ରହନ୍ତି। ଏହିଭଳି ଭାବରେ ସେହି ଲୋକଟିର ଅବସ୍ଥା ପୂର୍ବ ଅପେକ୍ଷା ଅଧିକ ଖରାପ ହୋଇ ପଡ଼େ।”

ଏହି ଲୋକମାନେ ପ୍ରକୃତରେ ସୁଖୀ

27 ଯୀଶୁ ଏହିସବୁ କଥା କରୁଥିବା ସମୟରେ ଭିଡ଼ ଭିତରୁ ସ୍ତ୍ରୀ ଲୋକଟିଏ ଉଠିପଡ଼ି ଉଚ୍ଚ ସ୍ୱରରେ କହିବାକୁ ଲାଗିଲା, “ଧନ୍ୟ ତୁମ୍ଭର ମା। କାରଣ ସେ ତୁମ୍ଭକୁ ଜନ୍ମ ଦେଇଛନ୍ତି ଓ କ୍ଷୀରପାନ କରାଇଛନ୍ତି।”

28 କିନ୍ତୁ ଯୀଶୁ କହିଲେ, “ପରମେଶ୍ୱରଙ୍କ ଉପଦେଶ ଯେଉଁମାନେ ଶୁଣନ୍ତି ଓ ତାହା ମାନି ଚଳନ୍ତି ପ୍ରକୃତରେ ସେହିମାନେ ହିଁ ଧନ୍ୟ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center