Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 92:1-4

ବିଶ୍ରାମବାର ନିମିତ୍ତକ ଗୀତ।

92 ସଦାପ୍ରଭୁଙ୍କର ଧନ୍ୟବାଦ କରିବା ଉତ୍ତମ।
    ହେ ସର୍ବୋପରିସ୍ଥ ପରମେଶ୍ୱର, ତୁମ୍ଭ ନାମର ପ୍ରଶଂସା ଗାନ କରିବା ଉତ୍ତମ।
ପ୍ରଭାତ ସମୟରେ ତୁମ୍ଭର ପ୍ରେମ ଗୀତ ବୋଲିବା ଉତ୍ତମ
    ଏବଂ ରାତ୍ରିରେ ତୁମ୍ଭର ବିଶ୍ୱସ୍ତତା ଗୀତ ଗାନ କରିବା ଉତ୍ତମ।
ହେ ପରମେଶ୍ୱର, ଦଶତାର ଯନ୍ତ୍ର ଓ ନେବଲରେ ବୀଣାର ଗମ୍ଭୀର ଧ୍ୱନିରେ
    ସୂ-ଗୀତ ଗାନ କରିବା ଭଲ।
ହେ ସଦାପ୍ରଭୁ, ତୁମ୍ଭ ନିଜ କର୍ମ ମୋତେ ଆନନ୍ଦିତ କରିଅଛି।
    ମୁଁ ତୁମ୍ଭ ହସ୍ତକୃତ କର୍ମର ଯଶଗାନ କରୁଅଛି।

ଗୀତସଂହିତା 92:12-15

12 ଉତ୍ତମ ଲୋକମାନେ ସଦାପ୍ରଭୁଙ୍କ ମନ୍ଦିରରେ ରୋପିତ
    ଲିବାନୋ‌ନ୍‌ର ଏରସ ଗଛ ତୁଲ୍ୟ।
13 ସେମାନେ ପରମେଶ୍ୱରଙ୍କ ମନ୍ଦିରର ଅଗଣାରେ ଅବସ୍ଥିତ
    ଅଙ୍କୁରିତ ଡାଳଗଛ ସ୍ୱରୂପ।
14 ଏପରିକି ଯେତେବେଳେ ସେମାନେ ବୃଦ୍ଧ ହେବେ, ସେତେବେଳେ ମଧ୍ୟ ସେମାନେ ଫଳ ଉତ୍ପନ୍ନ କରି ପାରିବେ।
    ସେମାନେ ସୁସ୍ଥ ରହିବେ ଏବଂ ସେମାନଙ୍କର ବହୁତ ପତ୍ର ରହିବ।
15 ଏହା ଦ୍ୱାରା ସଦାପ୍ରଭୁ ଯେ ଯଥାର୍ଥ ତାହା ପରିପ୍ରକାଶ ହେବ।
    ସେ ମୋର ଶୈଳ, ତାହାଙ୍କଠାରେ କୌଣସି ଅଧର୍ମ ନାହିଁ।

ରାଜାବଳୀର ଦ୍ୱିତୀୟ ପୁସ୍ତକ 14:1-14

ଯିହୁଦାରେ ଅମ‌ତ୍‌ସିୟ ଶାସନ ଆରମ୍ଭ କରନ୍ତି

14 ଇସ୍ରାଏଲର ରାଜା ଯିହୋୟାହ‌ସଙ୍କ ପୁତ୍ର ଯୋୟାଶଙ୍କର ରାଜତ୍ୱର ଦ୍ୱିତୀୟ ବର୍ଷରେ ଯିହୁଦାର ରାଜା ଯୋୟାଶଙ୍କର ପୁତ୍ର ଅମ‌ତ୍‌ସିୟ ରାଜ୍ୟ କରିବାକୁ ଆରମ୍ଭ କଲେ। ସେ ପଚିଶ୍ ବର୍ଷ ବୟସରେ ରାଜ୍ୟ ଶାସନ ଆରମ୍ଭ କରିଥିଲେ ଓ ସେ ଅଣତିରିଶ୍ ବର୍ଷ ଯିରୁଶାଲମରେ ଶାସନ କଲେ। ତାଙ୍କର ମାତାଙ୍କର ନାମ ଯିହୋୟଦ୍ଦନ୍ ଓ ସେ ସ୍ତ୍ରୀ ଯିରୁଶାଲମ ନିବାସିନୀ ଥିଲେ। ପୁଣି ଅମ‌ତ୍‌ସିୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ। ମାତ୍ର ସେ ତାଙ୍କ ପୂର୍ବପୁରୁଷ ଦାଉଦଙ୍କ ପରି ସମ୍ପୂର୍ଣ୍ଣ ଭାବରେ ପରମେଶ୍ୱରଙ୍କ ଅନୁଗାମୀ ହେଲେ ନାହିଁ। ସେ ନିଜର ପିତା ଯୋୟାଶଙ୍କର କୃତ କର୍ମାନୁସାରେ କର୍ମ କଲେ। ସେ ଉଚ୍ଚସ୍ଥଳୀଗୁଡ଼ିକ ଧ୍ୱଂସ କଲେ ନାହିଁ। ଲୋକମାନେ ତଥାପି ସେ ଉଚ୍ଚସ୍ଥାନମାନଙ୍କରେ ବଳିଦାନ କଲେ ଓ ଧୂପ ଜଳାଇଲେ।

ସେତେବେଳେ ଅମ‌ତ୍‌ସିୟଙ୍କର ରାଜ୍ୟ ଉପରେ ଦୃଢ଼ ନିୟନ୍ତ୍ରଣ ଥିଲା। ସେ ତାଙ୍କର ଦାସମାନଙ୍କ ମଧ୍ୟରୁ ଯେଉଁମାନେ ତାଙ୍କ ପିତାଙ୍କର ହତ୍ୟାକାରୀ ଥିଲେ। ସେମାନଙ୍କୁ ବଧ କଲେ। ମାତ୍ର, ସେ ହତ୍ୟାକାରୀମାନଙ୍କ ସନ୍ତାନମାନଙ୍କୁ ବଧ କଲେ ନାହିଁ। କାରଣ ମୋଶାଙ୍କର ବ୍ୟବସ୍ଥା ପୁସ୍ତକରେ ସଦାପ୍ରଭୁଙ୍କ ଏହି ଆଜ୍ଞା ଲିଖିତ ହୋଇଛି ଯେ, “ସନ୍ତାନମାନଙ୍କ ପାପପାଇଁ ପିତାମାତା ଦଣ୍ତିତ ହେବେ ନାହିଁ, କିମ୍ବା ପିତାମାତାଙ୍କ ପାପ ଯୋଗୁଁ ସନ୍ତାନଗଣ ମୃତ୍ୟୁଦଣ୍ତ ପାଇବେ ନାହିଁ। ପ୍ରତ୍ୟେକ ଲୋକ ନିଜ ପାପ ଲାଗି ଦଣ୍ତିତ ହେବେ।”(A)

ଅମ‌ତ୍‌ସିୟ ଲବଣ ଉପତ୍ୟକାରେ 10,000 ଇଦୋମ ଲୋକଙ୍କୁ ବଧ କଲେ ଓ ଯୁଦ୍ଧରେ ସେଲା ନଗର ଅଧିକାର କରି ତାହାର ନାମ “ଯକ୍ତେଲ” ରଖିଲେ। ତାହା ଆଜି ମଧ୍ୟ “ଯକ୍ତେଲ” ନାମରେ ପରିଚିତ।

ଅମ‌ତ୍‌ସିୟଙ୍କ ଯୋୟାଶ୍ ବିରୁଦ୍ଧରେ ଯୁଦ୍ଧ

ଅମ‌ତ୍‌ସିୟ ଯେହୂଙ୍କ ପୌତ୍ର ଓ ଯିହୋୟାହ‌ସଙ୍କ ପୁତ୍ର ଯୋୟାଶଙ୍କ ନିକଟକୁ ସନ୍ଦେଶ ବାହକ ପଠାଇଲେ, ଇସ୍ରାଏଲର ରାଜା କହୁଛନ୍ତି, “ଆସ, ଆମ୍ଭେମାନେ ପରସ୍ପର ସମ୍ମୁଖା ସମ୍ମୁଖୀ ହୋଇ ଯୁଦ୍ଧ କରିବା।”

ଇସ୍ରାଏଲର ରାଜା ଯୋୟାଶ ଯିହୁଦାର ରାଜା ଅମ‌ତ୍‌ସିୟ ନିକଟକୁ ଲୋକ ପଠାଇ କହିଲେ, “ଲିବାନୋ‌ନ୍‌ର କଣ୍ଟକଲତା ଏର‌ସ୍‌ବୃକ୍ଷ ନିକଟକୁ କହି ପଠାଇଲେ, ‘ତୁମ୍ଭ କନ୍ୟାକୁ ଆମ୍ଭ ପୁତ୍ର ସଙ୍ଗେ ବିବାହ କରିଦିଅ।’ ମାତ୍ର ଲିବାନୋ‌ନ୍‌ର ଏକ ବନ୍ୟ ପଶୁ ସେହି ବାଟ ଦେଇ ଯାଉଥିଲା ଓ ସେ କଣ୍ଟକଲତାକୁ ପାଦରେ ଦଳି ଦେଲା। 10 ଏହା ସତ୍ୟ ତୁମ୍ଭେ ଇଦୋମ ଅଧିକାର କରିଛ। ସେଥିପାଇଁ ତୁମ୍ଭେ ଗର୍ବିତ କାରଣ ତୁମ୍ଭେ ଇଦୋମ ଜୟ କରିଛ। ସେହି ଗୌରବ ନେଇ ସନ୍ତୁଷ୍ଟ ହୋଇ ରୁହ। ଆଉ ନିଜ ଉପରେ କ୍ଳେଶ ଆଣ ନାହିଁ। ଯଦି ତୁମ୍ଭେ ଏହା କର, ତୁମ୍ଭେ ଯିହୁଦା ସହିତ ପତନ ହେବ।”

11 ମାତ୍ର ଅମ‌ତ୍‌ସିୟ ଯୋୟାଶଙ୍କ କଥା ଶୁଣିଲେ ନାହିଁ। ତେଣୁ ଯୋୟାଶ ଓ ଅମ‌ତ୍‌ସିୟ ଯିହୁଦାର ବୈ‌‌‌ଥ୍‌‌‌ଶେମଶରେ ପରସ୍ପର ଯୁଦ୍ଧରେ ସମ୍ମୁଖୀନ ହେଲେ। 12 ଇସ୍ରାଏଲ ଯିହୁଦାକୁ ପରାସ୍ତ କଲା ଓ ଯିହୁଦାର ପ୍ରତ୍ୟେକ ଲୋକ ନିଜ ନିଜ ତମ୍ବୁକୁ ପଳାୟନ କଲେ। 13 ଇସ୍ରାଏଲ ରାଜା ଯୋୟାଶର ପୁତ୍ର ଯିହୁଦାର ରାଜା ଓ ଅହସିୟଙ୍କର ପୌତ୍ର ବୈ‌‌‌ଥ୍‌‌‌ଶେମଶକୁ ଅଧିକାର କଲେ। ପ୍ରାୟ 600 ଫୁଟ୍ ଇଫ୍ରୟିମର ଦ୍ୱାରଠାରୁ କୋଣର ଦ୍ୱାର ପର୍ଯ୍ୟନ୍ତ ନଗର ପାଚେରୀ ଯୋୟାଶୟ ଭାଙ୍ଗି ଦେଇଥିଲେ। 14 ପୁଣି ସଦାପ୍ରଭୁଙ୍କ ମନ୍ଦିରରେ ଓ ରାଜଗୃହର ଭଣ୍ତାରରେ ଥିବା ସମସ୍ତ ସୁବର୍ଣ୍ଣ, ରୌପ୍ୟ ଓ ପାତ୍ର ନେଇ ବନ୍ଦୀମାନଙ୍କୁ ମଧ୍ୟ ସଙ୍ଗରେ ନେଇ ଶମରିୟାକୁ ଫେରି ଗଲେ।

ମାର୍କ ଲିଖିତ ସୁସମାଗ୍ଭର 4:1-20

କୃଷକ ବୀଜ ବୁଣିବା ବିଷୟରେ ଦୃଷ୍ଟାନ୍ତ କଥା

(ମାଥିଉ 13:1-9; ଲୂକ 8:4-8)

ଯୀଶୁ ପୁଣି ହ୍ରଦ କୂଳରେ ଉପଦେଶ ଦେବା ଆରମ୍ଭ କଲେ। ସେଠାରେ ତାହାଙ୍କ ଗ୍ଭରିପଟେ ବହୁତ ଲୋକ ଜମା ହୋଇଗଲେ। ତେଣୁ ସେ ହ୍ରଦରେ ଥିବା ଗୋଟିଏ ଡଙ୍ଗାରେ ଯାଇ ବସିଲେ। ଅନ୍ୟ ସବୁ ଲୋକ ହ୍ରଦର କୂଳରେ ଠିଆ ହୋଇ ରହିଲେ। ଯୀଶୁ ଡଙ୍ଗାରେ ଥାଇ ଲୋକମାନଙ୍କୁ ଶିକ୍ଷା ଦେଲେ। ସେ ସେମାନଙ୍କୁ ଉପଦେଶ ଦେବା ପାଇଁ ଅନେକଗୁଡ଼ିଏ ଦୃଷ୍ଟାନ୍ତ କଥାର ପ୍ରୟୋଗ କଲେ। ତାହାଙ୍କ ଶିକ୍ଷାରେ ସେ କହିଲେ,

“ଶୁଣ, ଜଣେ ଗ୍ଭଷୀ ବୀଜ ବୁଣିବାକୁ ବାହାରିଲା।” ଯେତେବେଳେ ଗ୍ଭଷୀଟି ବୀଜ ବୁଣୁଥିଲା, ସେଥିରୁ କିଛି ବୀଜ ରାସ୍ତାରେ ପଡ଼ିଗଲା। ପକ୍ଷୀମାନେ ଆସି ସେତକ ଖାଇ ଦେଲେ। ଆଉ କିଛି ବୀଜ ପଥୁରିଆ ଜମିରେ ପଡ଼ିଗଲା। ସେ ଜମିରେ ଯଥେଷ୍ଟ ମାଟି ନ ଥିଲା। ଯଥେଷ୍ଟ ମାଟି ନ ଥିବାରୁ ସେ ବୀଜଗୁଡ଼ିକ ଅତି ଶୀଘ୍ର ଗଜା ହୋଇଗଲା। କିନ୍ତୁ ସୂର୍ଯ୍ୟ ଆକାଶରେ ଉଠିବା ପରେ ପରେ ଉତ୍ତାପ ହେତୁ ଗଜାଗୁଡ଼ିକ ଜଳି ଗଲା। ମାଟି ଭିତରକୁ ଚେର ଗଭୀର ଭାବରେ ଯାଇ ପାରି ନ ଥିବାରୁ ଗଛ ଗ୍ଭରାଗୁଡ଼ିକ ଶୁଖିଗଲା। କିଛି ବୀଜ କଣ୍ଟାବୁଦାଗୁଡ଼ିକ ଭିତରେ ପଡ଼ିଗଲା। କଣ୍ଟାବୁଦାଗୁଡ଼ିକ ବଢ଼ୁ ଥିଲା, ତେଣୁ କଣ୍ଟାବୁଦା ଗୁଡ଼ିକ ଗଛଗ୍ଭରାଗୁଡ଼ିକୁ ଗ୍ଭପି ଦେଲା, ତା’ ଫଳରେ ସେଗୁଡ଼ିକ ଭଲ ଭାବରେ ବଢ଼ି ପାରିଲା ନାହିଁ। ତେଣୁ ସେଥିରେ ଫଳ ଫଳିଲା ନାହିଁ। କେତେକ ବୀଜ ଭଲ ମାଟିରେ ପଡ଼ିଲା। ସେଥିରୁ ଗଛ ହେଲା। ଗଛ ଭଲ ବଢ଼ିଲା ଓ ଫଳ ଫଳିଲା କେତେକ ଗଛରେ ତିରିଶ୍ ଗୁଣ ବା ଷାଠିଏ ଗୁଣ ଏପରିକି କେତେକ ଗଛରେ ଶହେ ଗୁଣ ପର୍ଯ୍ୟନ୍ତ ଫଳ ଫଳିଲା।”

ତା'ପରେ ଯୀଶୁ କହିଲେ, “ତୁମ୍ଭମାନଙ୍କ ଭିତରୁ ଯିଏ ଶୁଣୁଛି, ଶୁଣୁ।”

ଯୀଶୁ କାହିଁକି ଦୃଷ୍ଟାନ୍ତ ପ୍ରୟୋଗ କରନ୍ତି

(ମାଥିଉ 13:10-17; ଲୂକ 8:9-10)

10 ପରେ ଯେତେବେଳେ ଯୀଶୁ ଏକୁଟିଆ ଥିଲେ, ସେତେବେଳେ ତାହାଙ୍କର ବାରଜଣ ଯାକ ପ୍ରେରିତ ଓ ଅନ୍ୟ ଶିଷ୍ୟମାନେ ତାହାଙ୍କୁ ଦୃଷ୍ଟାନ୍ତ ସମ୍ବନ୍ଧରେ ପଗ୍ଭରିଲେ।

11 ଯୀଶୁ କହିଲେ, “କେବଳ ତୁମ୍ଭମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟର ନିଗୂଢ଼ତତ୍ତ୍ୱ ବୁଝି ପାରିବା ପାଇଁ ଶକ୍ତି ଦିଆଯାଇଛି। କିନ୍ତୁ ଅନ୍ୟମାନଙ୍କ ପାଇଁ ମୁଁ ଦୃଷ୍ଟାନ୍ତ ମାଧ୍ୟମରେ ସବୁକଥା କହୁଛି। 12 ମୁଁ ଏପରି କରେ କାରଣ:

‘ସେମାନେ ଖାଲି ଗ୍ଭହୁଁଥିବେ ସିନା କିନ୍ତୁ କିଛି ଦେଖି ପାରୁ ନ ଥିବେ।
    ସେମାନେ ଖାଲି ଶୁଣୁଥିବେ ସିନା କିଛି ବୁଝି ପାରୁ ନ ଥିବେ।
ଯଦି ସେମାନେ ଦେଖି ପାରିବେ ଓ ବୁଝି ପାରିବେ,
    ତେବେ ସେମାନେ ବଦଳି ଯିବେ ଓ କ୍ଷମା ପାଇ ଯିବେ।’”(A)

ଯୀଶୁ ବୀଜବୁଣା ଦୃଷ୍ଟାନ୍ତ କଥା ବୁଝାଇଲେ

(ମାଥିଉ 13:18-23; ଲୂକ 8:11-15)

13 ତା'ପରେ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏହି ଦୃଷ୍ଟାନ୍ତ ବୁଝି ପାରୁଛ କି? ତେବେ ଅନ୍ୟ ଦୃଷ୍ଟାନ୍ତଗୁଡ଼ିକ କିପରି ବୁଝିବ?” 14 ଗ୍ଭଷୀଟି ଲୋକମାନଙ୍କ ମନ ମଧ୍ୟରେ ପରମେଶ୍ୱରଙ୍କ ଉପଦେଶ ବୁଣୁଥିବା ଲୋକ ଭଳି। 15 ବେଳେବେଳେ ବାକ୍ୟ ରାସ୍ତାରେ ପଡ଼ିଯାଏ। କେତେକ ଲୋକ ଏହି ରାସ୍ତା ଭଳି, ସେହି ଲୋକମାନେ ପରମେଶ୍ୱରଙ୍କ ବାକ୍ୟ ଶୁଣନ୍ତି କିନ୍ତୁ ଶୟତାନ ତ‌ତ୍‌କ୍ଷଣାତ୍ ଆସି ସେମାନଙ୍କ ମଧ୍ୟରେ ବୁଣା ଯାଇଥିବା ବାକ୍ୟକୁ ନେଇ ଯାଏ।

16 “ଆଉ କେତେକ ଲୋକ ପଥୁରିଆ ବୁଣା ଯାଇଥିବା ବୀଜ ଭଳି, ସେମାନେ ବାକ୍ୟ ଶୁଣନ୍ତି ଏବଂ ଶୀଘ୍ର ଆନନ୍ଦରେ ତାହା ଗ୍ରହଣ କରି ନିଅନ୍ତି। 17 କିନ୍ତୁ ତାହାର ଚେର ତାହାଙ୍କ ହୃଦୟର ଗଭୀରତାରେ ପ୍ରବେଶ କରି ପାରେ ନାହିଁ। କେବଳ କିଛି କ୍ଷଣ ପାଇଁ ସେମାନେ ବାକ୍ୟକୁ ଧରି ରଖନ୍ତି। ପରେ ଯେତେବେଳେ ବାକ୍ୟ ଯୋଗୁଁ ବିପଦ ଆସେ ବା ସେମାନେ ନିର୍ଯ୍ୟାତିତ ହୁଅନ୍ତି, ସେତେବେଳେ ସେମାନେ ତୁରନ୍ତ ବିଶ୍ୱାସ ପରିତ୍ୟାଗ କରନ୍ତି।

18 “ଆଉ କେତେକ ଲୋକ କଣ୍ଟାବୁଦାଗୁଡ଼ିକରେ ପଡ଼ି ଯାଇଥିବା ବୀଜ ଭଳି। ଏମାନେ ବାକ୍ୟ ଶୁଣନ୍ତି। 19 କିନ୍ତୁ ତାହାଙ୍କ ମନରେ ଜୀବନର ଚିନ୍ତା, ଧନ-ସମ୍ପତ୍ତିର ମୋହ ଓ ଅନ୍ୟ ବସ୍ତୁ ଲାଭ କରିବାର ଲାଳସା ଆସେ ଓ ସେଗୁଡ଼ିକ ବାକ୍ୟକୁ ଗ୍ଭପି ପକାଏ। ଫଳରେ ତାହା ସେମାନଙ୍କ ଜୀବନରେ ଫଳହୀନ ହୁଏ।

20 “କେତେକ ଲୋକ ଭଲମାଟିରେ ବୁଣା ଯାଇଥିବା ବୀଜ ଭଳି, ସେମାନେ ବାକ୍ୟକୁ ଶୁଣନ୍ତି ଓ ତାହା ଗ୍ରହଣ କରନ୍ତି। ତା'ପରେ ସେମାନେ ବୃଦ୍ଧି ପାଇ ଫଳପ୍ରଦ ହୁଅନ୍ତି। ତାହା ବେଳେବେଳେ ତିରିଶ୍ ଗୁଣ, ଷାଠିଏ ଗୁଣ ବା ଶହେ ଗୁଣ ପର୍ଯ୍ୟନ୍ତ ଫଳ ଦେଇଥାଏ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center