Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 52

ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ମସ୍କୀଲ୍, “ଦାଉଦ ଅହୀମେଲକର ଗୃହରେ ଅଛନ୍ତି” ବୋଲି ଇଦୋମୀୟ ଦୋୟେଗ୍ ଶାଉଲଙ୍କୁ ସମ୍ବାଦ ଦେବା ବେଳେ ରଚିତ।

52 ହେ ଶ୍ରେଷ୍ଠ ମାନବ, ତୁମ୍ଭେ କରୁଥିବା ଅନିଷ୍ଟ କର୍ମରେ ବଡ଼ିମା ହେଉଛି କାହିଁକି?
    ପରମେଶ୍ୱରଙ୍କ ବିଶ୍ୱସ୍ତ ପ୍ରେମ ମୋତେ ଦିନ ତମାମ ସୁରକ୍ଷା କରିବ।
ତୁମ୍ଭେ ଲୋକମାନଙ୍କୁ ଧ୍ୱଂସ କରିବାକୁ ଚକ୍ରାନ୍ତ କରୁଅଛ।
    ତୁମ୍ଭର ଜିହ୍ୱା କ୍ଷୁରତୁଲ୍ୟ ତୀ‌କ୍ଷ୍‌ଣ।
    ତୁମ୍ଭେ ମିଥ୍ୟା କହୁଛ ଏବଂ ଲୋକମାନଙ୍କୁ ଠକିବା ପାଇଁ ଚେଷ୍ଟା କରୁଛ!
ତୁମ୍ଭେ ସୁକର୍ମ ଅପେକ୍ଷା କୁକର୍ମକୁ ଅଧିକ ଭଲ ପାଉଛ।
    ତୁମ୍ଭେ ସତ କହିବା ଅପେକ୍ଷା, ମିଥ୍ୟା କହିବାକୁ ଅଧିକ ଭଲ ପାଉଛ। ସେଲା

ତୁମ୍ଭେ ଲୋକମାନଙ୍କୁ ଆଘାତ ଦେଉଥିବା ଶବ୍ଦକୁ ଓ ପ୍ରତାରଣା କରୁଥିବା ଜିହ୍ୱାକୁ ଭଲ ପାଉଛ।
ଏଣୁ ପରମେଶ୍ୱର ଚିରଦିନ ପାଇଁ ତୁମ୍ଭକୁ ଧ୍ୱଂସ କରିବେ।
    ସେ ତୁମ୍ଭକୁ ହଠାତ୍ ମାଡ଼ିବସିବେ ଏବଂ ତୁମ୍ଭକୁ ତୁମ୍ଭର ଘରୁ ଟାଣି ଆଣିବେ।
    ସେ ତୁମ୍ଭକୁ ସଜୀବ ପୃଥିବୀରୁ ଉତ୍ପାଟନ କରିବେ। ସେଲା

ଧାର୍ମିକ ଲୋକମାନେ ତାହା ଦେଖି ବିସ୍ମିତ ହେବେ।
ସେମାନେ ତୁମ୍ଭକୁ ପରିହାସ କରି କହିବେ।
    “ଦେଖ, ତାଙ୍କୁ କ’ଣ ହେଲା।
ସେ ରକ୍ଷା ପାଇବା ପାଇଁ ପରମେଶ୍ୱରଙ୍କୁ ବିଶ୍ୱାସ କଲା ନାହିଁ।
    ସେ ଭାବିଲା, ତା'ର ଧନ ଏବଂ ମିଥ୍ୟା ତାକୁ ଉଦ୍ଧାର କରିବ।”

କିନ୍ତୁ ମୁଁ ପରମେଶ୍ୱରଙ୍କ ମନ୍ଦିରରେ ବଢ଼ୁଥିବା ଏକ ସତେଜ ଜୀତବୃକ୍ଷ ତୁଲ୍ୟ ଅଛି।
    ମୁଁ ଅନନ୍ତକାଳ ପରମେଶ୍ୱରଙ୍କ ପ୍ରେମରେ ବିଶ୍ୱାସ କରେ।
ପରମେଶ୍ୱର, ତୁମ୍ଭେ କରିଥିବା କାମ ପାଇଁ ମୁଁ ତୁମ୍ଭକୁ ସର୍ବଦା ପ୍ରଶଂସା କରିବି।
    ମୁଁ ତୁମ୍ଭ ରାଜ ଭକ୍ତମାନଙ୍କ ଉପସ୍ଥିତିରେ ତୁମ୍ଭର ନାମର ଘୋଷଣା କରିବି, କାରଣ ତୁମ୍ଭେ ଉତ୍ତମ ଅଟ।

ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 21:11-14

11 “ଆଉ ଯିହୁଦାର ରାଜବଂଶ ବିଷୟରେ ‘ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ। 12 ହେ ଦାଉଦବଂଶ, ସଦାପ୍ରଭୁ ଏହିକଥା କହନ୍ତି,

“‘ତୁମ୍ଭେମାନେ ପ୍ରଭାତରେ ସୁବିବେଚନା କର।
    ଅପରାଧୀଙ୍କ ହସ୍ତରୁ ଲୁଣ୍ଠିତ ଲୋକମାନଙ୍କୁ ଉଦ୍ଧାର କର।
ତାହା ନ ହେଲେ ତୁମ୍ଭେମାନେ ତୁମ୍ଭମାନଙ୍କର ଦୁଷ୍ଟାଚରଣ ଯୋଗୁଁ
    ଆମ୍ଭ ପ୍ରଚଣ୍ଡ କ୍ରୋଧାଗ୍ନିରେ ଭସ୍ମୀଭୂତ ହେବ
    ଓ କେହି ତାହାକୁ ନିର୍ବାଣ କରି ପାରିବେ ନାହିଁ।’

13 “ହେ ଉପତ୍ୟକା ଓ କ୍ଷେତ୍ରସ୍ଥ ଶୈଳ ନିବାସୀନି ଯିରୁଶାଲମ,”
    ସଦାପ୍ରଭୁ କହନ୍ତି, “ଦେଖ,
    ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ।
ତୁମ୍ଭେମାନେ କହୁଅଛ
    ‘ଆମ୍ଭମାନଙ୍କ ବିପକ୍ଷରେ କେହି ଆକ୍ରମଣ କରିବେ ନାହିଁ
    କି ଆମ୍ଭର ସୁଦୃଢ଼ ନଗରୀକୁ କେହି
ପରାସ୍ତ କରି ପାରିବେ ନାହିଁ।’”

14 ମାତ୍ର ସଦାପ୍ରଭୁ କହନ୍ତି,
    “ଆମ୍ଭେ ତୁମ୍ଭମାନଙ୍କ କର୍ମଫଳାନୁସାରେ ତୁମ୍ଭମାନଙ୍କୁ ଶାସ୍ତି ଦେବା।
    ପୁଣି ଆମ୍ଭେ ତୁମ୍ଭମାନଙ୍କ ଅରଣ୍ୟରେ ଅଗ୍ନି ସଂଯୋଗ କରିବା।
ସେହି ଅଗ୍ନି ତୁମ୍ଭମାନଙ୍କ ଚତୁର୍ପାର୍ଶ୍ୱରେ ଥିବା ସମସ୍ତ ଦ୍ରବ୍ୟ ଗ୍ରାସ କରିବ।”

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:22-22:5

22 ମୁଁ ସେହି ନଗରୀ ଭିତରେ କୌଣସି ମନ୍ଦିର ଦେଖିଲି ନାହିଁ। ସର୍ବଶକ୍ତିମାନ୍ ପ୍ରଭୁ ପରମେଶ୍ୱର ଓ ମେଷଶାବକ ହେଉଛନ୍ତି ସେହି ନଗରର ମନ୍ଦିର। 23 ସେହି ନଗରୀକୁ ଆଲୋକ ଦେବା ପାଇଁ ସୂର୍ଯ୍ୟ ବା ଚନ୍ଦ୍ରର ଆବଶ୍ୟକତା ନାହିଁ। ପରମେଶ୍ୱରଙ୍କର ମହିମା ନଗରୀକୁ ଆଲୋକ ଦିଏ। ମେଷଶାବକ ସେହି ନଗରୀର ପ୍ରଦୀପ ସ୍ୱରୂପ।

24 ନଗରୀର ଆଲୋକରେ ଜାତିସମୂହର ଲୋକମାନେ ଗ୍ଭଲିବେ। ପୃଥିବୀର ରାଜାମାନେ ସେମାନଙ୍କର ଐଶ୍ୱର୍ଯ୍ୟ ଏହି ନଗରୀକୁ ଦେବେ। 25 ସେହି ନଗରୀର ଦ୍ୱାରଗୁଡ଼ିକ କୌଣସି ଦିନ ବନ୍ଦ ରହିବ ନାହିଁ, କାରଣ ସେଠାରେ କେବେ ହେଲେ ରାତି ହେବ ନାହିଁ। 26 ସେହି ନଗରକୁ ଜାତିସମୂହର ଐଶ୍ୱର୍ଯ୍ୟ ଓ ମହିମା ଅଣାଯିବ। 27 କୌଣସି ଅଶୁଚି ଜିନିଷ ତା’ ଭିତରେ ପ୍ରବେଶ କରିବ ନାହିଁ। ଲଜ୍ଜାପୂର୍ଣ୍ଣ କାର୍ଯ୍ୟ କରିବା ଲୋକ ଓ ମିଥ୍ୟା କହିବା ଲୋକ ତା’ ଭିତରେ ପଶିପାରିବେ ନାହିଁ। ମେଷଶାବକଙ୍କ ଜୀବନପୁସ୍ତକରେ ନାମ ଲେଖା ହୋଇଥିବା ଲୋକମାନେ ସେହି ନଗରୀ ଭିତରେ ପ୍ରବେଶ କରିବେ।

22 ତା'ପରେ ଦୂତ ମୋତେ ଜୀବନଜଳର ନଦୀ ଦେଖାଇଲେ। ସେ ନଦୀଟି ସ୍ଫଟିକ ପରି ଉଜ୍ଜ୍ୱଳ ଥିଲା। ସେହି ନଦୀ ପରମେଶ୍ୱର ଓ ମେଷଶାବକଙ୍କ ସିଂହାସନରୁ ପ୍ରବାହିତ ହେଉଛି। ଏହା ନଗରୀର ରାଜପଥ ଦେଇ ତଳକୁ ବୋହିଯାଏ। ନଦୀର ଦୁଇ ପଟେ ଜୀବନ ବୃକ୍ଷ ଥିଲା। ଏହି ବକ୍ଷରେ ପ୍ରତିବର୍ଷ ବାର ଥର ଫଳ ଫଳେ। ଏହା ପ୍ରତିମାସ ଫଳ ଦିଏ। ଏହି ଗଛର ପତ୍ରଗୁଡ଼ିକ ଜାତିସମୂହର ସୁସ୍ଥତା ପାଇଁ ଅଟେ।

ସେଠାରେ ପରମେଶ୍ୱରଙ୍କ ଦ୍ୱାରା ବିଗ୍ଭରିତ ଦୋଷୀ ବିଷୟ ରହିବ ନାହିଁ। ପରମେଶ୍ୱର ଓ ମେଷଶାବକଙ୍କ ସିଂହାସନ ସେଠାରେ ରହିବ। ତାହାଙ୍କର ସେବକମାନେ ତାହାଙ୍କୁ ଉପାସନା କରିବେ। ସେମାନେ ତାହାଙ୍କ ମୁଖ ଦେଖିବେ। ସେମାନଙ୍କ କପାଳରେ ପରମେଶ୍ୱରଙ୍କର ନାମ ଲେଖାହେବ। ସେଠାରେ ଆଉ କେବେ ରାତି ହେବ ନାହିଁ। ଲୋକମାନେ ପ୍ରଦୀପର କିମ୍ବା ସୂର୍ଯ୍ୟର ଆଲୋକ ଆଉ ଆବଶ୍ୟକ କରିବେ ନାହିଁ। ପ୍ରଭୁ ପରମେଶ୍ୱର ସେମାନଙ୍କୁ ଆଲୋକ ଦେବେ। ସେମାନେ ରାଜାଙ୍କ ପରି ସଦାସର୍ବଦା ପାଇଁ ରାଜତ୍ୱ କରିବେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center