Revised Common Lectionary (Complementary)
ପ୍ରଧାନ ବାଦ୍ୟକର ନିମନ୍ତେ, ଦାଉଦଙ୍କର ଏକ ପ୍ରଶଂସାର ଗୀତ।
65 ହେ ସିୟୋନର ପରମେଶ୍ୱର, ତୁମ୍ଭେ ପ୍ରଶଂସିତ ହେବାର ହକ୍ଦାର।
ଆମ୍ଭେମାନେ ତୁମ୍ଭଠାରେ କରିଥିବା ପ୍ରତିଜ୍ଞା ପୂରଣ କରିବୁ।
2 ଯିଏକି ଆମ୍ଭର ପ୍ରାର୍ଥନା ଶୁଣନ୍ତି,
ସମସ୍ତ ଲୋକମାନେ ତୁମ୍ଭ ପାଖକୁ ଆସିବେ।
3 ଯେତେବେଳେ ଆମ୍ଭର ପାପ ଆମ୍ଭ ଉପରେ ଅତ୍ୟଧିକ ହୁଏ ଓ ସହି ହୁଏ ନାହିଁ,
ସେତେବେଳେ ତୁମ୍ଭେ ହିଁ ଏକ ଯିଏ ଆମ୍ଭର ପାପକୁ କ୍ଷମା କରିବ।
4 କେତେ ଭାଗ୍ୟବାନ୍ ସେମାନେ,
ଯେଉଁମାନଙ୍କୁ ତୁମ୍ଭେ ତୁମ୍ଭ ମନ୍ଦିରର ଅଗଣାରେ
ରଖିବା ପାଇଁ ମନୋନୀତ କର।
ତୁମ୍ଭ ପବିତ୍ର ମନ୍ଦିରରେ ଆମ୍ଭେ ଆଶୀର୍ବାଦର ଗୃହସହ ପରିପୂର୍ଣ୍ଣ ହେଉ।
5 ହେ ପରମେଶ୍ୱର, ଆମ୍ଭମାନଙ୍କର ରକ୍ଷାକର୍ତ୍ତା,
ତୁମ୍ଭେ ଆଶ୍ଚର୍ଯ୍ୟ କାର୍ଯ୍ୟ ମାଧ୍ୟମରେ ଉତ୍ତର ଦିଅ
ଓ ଯାହା ଯଥାର୍ଥ ତାହା କର।
ସମଗ୍ର ବିଶ୍ୱର ଲୋକମାନେ ତୁମ୍ଭଠାରେ ବିଶ୍ୱାସ ରଖନ୍ତି।
6 ପରମେଶ୍ୱର, ତୁମ୍ଭେ ମହାଶକ୍ତିର ସହ ପର୍ବତ ତିଆରି କରିଅଛ।
ତୁମ୍ଭେ ଆପଣା ଶକ୍ତିରେ ବସ୍ତ୍ରାବୃତ କରିବ।
7 ପରମେଶ୍ୱର “ଅଶାନ୍ତ ସମୁଦ୍ରକୁ” ଓ ଉତ୍ତାଳ ତରଙ୍ଗକୁ ଶାନ୍ତ କର।
ଏପରିକି ଆମ୍ଭ ଚତୁର୍ପାର୍ଶ୍ୱର ଭୟଙ୍କର ଦେଶଗୁଡ଼ିକୁ।
8 ଯେଉଁସବୁ ଅଦ୍ଭୂତ କାର୍ଯ୍ୟ ତୁମ୍ଭେ କର, ତାହା ଦେଖି ସମଗ୍ର ପୃଥିବୀର ଲୋକମାନେ ଭୟରେ ଛିଡ଼ା ହୋଇଯାଆନ୍ତି।
ତୁମ୍ଭେ ପୂର୍ବରୁ ପଶ୍ଚିମ ପର୍ଯ୍ୟନ୍ତ ସମସ୍ତ ଲୋକଙ୍କୁ ଆନନ୍ଦରେ ଗୀତ ଗାନ କରାଅ।
ସୂର୍ଯ୍ୟୋଦୟ ଓ ସୂର୍ଯ୍ୟାସ୍ତ ଆମ୍ଭମାନଙ୍କୁ ଖୁସୀ କରେ।
9 ତୁମ୍ଭେ ପୃଥିବୀର ଯତ୍ନ ନିଅ।
ତୁମ୍ଭେ ପୃଥିବୀରେ ବର୍ଷା କରାଇ ଭୂମିକୁ ବହୁତ ଉର୍ବର କରାଅ।
ହେ ପରମେଶ୍ୱର, ତୁମ୍ଭେ ଝରଣାରେ ଜଳ ସୃଷ୍ଟି କର।
ତୁମ୍ଭେ ଶସ୍ୟକ୍ଷେତ୍ରମାନ ବଢ଼ାଇ ଥାଅ।
10 ତୁମ୍ଭେ କୃଷିକ୍ଷେତ୍ରକୁ ଯଥେଷ୍ଟ ପରିମାଣରେ ବୃଷ୍ଟି ପଠାଅ।
ତୁମ୍ଭେ ଲଙ୍ଗଳ ଗାରକୁ ଶୋଷିଲ।
ତୁମ୍ଭେ ପୃଥିବୀର ମାଟିକୁ ନରମ କର।
ତୁମ୍ଭେ ପୃଥିବୀରେ ଶସ୍ୟକ୍ଷେତ୍ରକୁ ବୃଦ୍ଧି କରାଅ।
11 ତୁମ୍ଭେ ପ୍ରତ୍ୟେକ ନୂତନ ବର୍ଷରେ ଉତ୍ତମ ଶସ୍ୟଅମଳ କରାଅ।
ଉତ୍ତମ ଶସ୍ୟରେ ଶଗଡ଼ ଭରିଦିଅ।
12 ମରୁଭୂମି ଓ ପର୍ବତଗୁଡ଼ିକୁ ତୁମ୍ଭେ ସବୁଜ ଘାସରେ ଆଚ୍ଛାଦିତ କର।
13 ଗ୍ଭରଣଭୂମି ସବୁ ମେଷପଲରେ ପୁରି ଉଠନ୍ତି।
ଉପତ୍ୟକା ସକଳ ଶସ୍ୟରେ ଆଚ୍ଛନ୍ନ ହୁଅନ୍ତି।
ପ୍ରତ୍ୟେକେ ଆନନ୍ଦରେ ଗୀତ ଗାଆନ୍ତି ଓ ଜୟଧ୍ୱନି କରନ୍ତି।
ଶିଳାବୃଷ୍ଟି
13 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ପ୍ରଭାତରେ ଉଠ ଏବଂ ଫାରୋଙ୍କ ନିକଟକୁ ଯାଅ। ତାଙ୍କୁ କୁହ ଏବ୍ରୀୟ ଲୋକମାନଙ୍କର ସଦାପ୍ରଭୁ ପରମେଶ୍ୱର କହନ୍ତି, ‘ମୋର ଲୋକମାନଙ୍କୁ ମୋର ଉପାସନା ପାଇଁ ଛାଡ଼। 14 ଏହି ସମୟରେ ମୋର ସମସ୍ତ ଶକ୍ତି ତୁମ୍ଭ ବିରୁଦ୍ଧରେ, ତୁମ୍ଭର କର୍ମଗ୍ଭରୀ ଏବଂ ତୁମ୍ଭର ସମସ୍ତ ଲୋକମାନଙ୍କ ବିରୁଦ୍ଧରେ କାର୍ଯ୍ୟ କରିବ। ଏହା ପରେ ତୁମ୍ଭେ ଜାଣିବ ଯେ, ମୋ’ ପରି ଆଉ କୌଣସି ପରମେଶ୍ୱର ପୃଥିବୀରେ ନାହାନ୍ତିା 15 ବର୍ତ୍ତମାନ ସୁଦ୍ଧା, ମୋର ପରାକ୍ରମ ଦ୍ୱାରା ଏକ ରୋଗଦ୍ୱାରା ତୁମ୍ଭଙ୍କୁ ଏବଂ ତୁମ୍ଭର ଲୋକମାନଙ୍କୁ ଶେଷ କରି ସାରନ୍ତିଣି। 16 କିନ୍ତୁ ମୁଁ ତୁମ୍ଭକୁ ଏଥିପାଇଁ ରଖିଛି ଯେ, ତୁମ୍ଭେ ମୋର ପରାକ୍ରମ ଜାଣିବ। ସମଗ୍ର ପୃଥିବୀରେ ମୋର ନାମ ବିଖ୍ୟାତ କରିବ। 17 ତଥାପି ମଧ୍ୟ ତୁମ୍ଭେ ମୋର ଲୋକମାନଙ୍କ ବିରୁଦ୍ଧାଚରଣ କରୁଛ। ତୁମ୍ଭେ ମୋର ଲୋକମାନଙ୍କୁ ମୁକ୍ତ କରୁ ନାହଁ। 18 ତେଣୁ, ଆସନ୍ତାକାଲି ଏହି ସମୟରେ, ମୁଁ ଏକ ଭୟଙ୍କର ଶିଳାବୃଷ୍ଟି କରିବି। ଏପରି ଶିଳାବୃଷ୍ଟି ମିଶରରେ କେବେବି ହୋଇ ନ ଥିବ। ଏପରିକି ମିଶର ଏକ ଦେଶ ହେଲାଠାରୁ ହୋଇ ନ ଥିବ। 19 ବର୍ତ୍ତମାନ, ତୁମ୍ଭେ ତୁମ୍ଭର ପଶୁମାନଙ୍କୁ ନିରାପଦ ସ୍ଥାନରେ ରଖ। ତୁମ୍ଭର ସମସ୍ତ ପଶୁଗୁଡ଼ିକ କ୍ଷେତରୁ ନିରାପଦ ସ୍ଥାନକୁ ନେଇ ଆସ। କାରଣ ଯେଉଁମାନେ କ୍ଷେତରେ ରହିବେ ମନୁଷ୍ୟ ହେଉ କି ପଶୁ ହେଉ ସେମାନେ ମରିବେ। ଘର ବାହାରେ ଥିବା ସମସ୍ତ ବସ୍ତୁ ଉପରେ ଶିଳାବୃଷ୍ଟି ହେବ।’”
20 କେତେକ କର୍ମଗ୍ଭରୀ ଫାରୋଙ୍କର, ଯେଉଁମାନେ କି ସଦାପ୍ରଭୁଙ୍କର ଆଜ୍ଞାରେ ଧ୍ୟାନ ଦେଲେ। ସେହି ଲୋକମାନେ ସେମାନଙ୍କର ପଶୁ ଏବଂ ଦାସମାନଙ୍କୁ ଗୃହକୁ ଆଣି ନିରାପଦରେ ରଖିଲେ। 21 କିନ୍ତୁ କେତେକ ଲୋକ ସଦାପ୍ରଭୁଙ୍କର ଆଜ୍ଞାକୁ ହେୟଜ୍ଞାନ ମଣିଲେ, ସେହି ଲୋକମାନେ ତାଙ୍କର ସମସ୍ତ ପଶୁ ଓ ଦାସମାନଙ୍କୁ କ୍ଷେତରେ ଛାଡ଼ି ଦେଲେ।
22 ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭର ହାତ ଆକାଶ ଆଡ଼େ ବିସ୍ତାର କର ଏବଂ ମିଶରର ଗ୍ଭରିଆଡ଼େ ଶିଳାବୃଷ୍ଟି ଆରମ୍ଭ ହୋଇଯିବ। ଏହି ଶିଳାବୃଷ୍ଟି ମିଶରର ଗ୍ଭରିଆଡ଼େ ମନୁଷ୍ୟ, ପଶୁ ଓ ତୃଣାଦି ଉପରେ ପଡ଼ିବ।”
23 ତେଣୁ ମୋଶା ତାଙ୍କର ଆଶାବାଡ଼ିକୁ ଆକାଶ ଆଡ଼େ ବିସ୍ତାର କଲେ ଏବଂ ସଦାପ୍ରଭୁ ବଜ୍ର ବୃଷ୍ଟି କଲେ। ବିଜୁଳି ମାରିଲା ଏବଂ ମିଶରର ଗ୍ଭରିଆଡ଼େ ଶିଳାବୃଷ୍ଟି ହେଲା। 24 ମିଶରର ଉତ୍ପତ୍ତିଠାରୁ ଏପରି ଶିଳାବୃଷ୍ଟି, ବିଜୁଳି ମାରିବା କେବେବି ହୋଇ ନ ଥିଲା। 25 ଏହି ଶିଳାବୃଷ୍ଟି ମିଶରର କ୍ଷେତ ମଧ୍ୟସ୍ଥ ସବୁକିଛି ନଷ୍ଟ କଲା। ଏହି ଶିଳାବୃଷ୍ଟି, ଲୋକମାନଙ୍କୁ, ପଶୁମାନଙ୍କୁ ଓ ବୃକ୍ଷାଦିମାନକୁ ଧ୍ୱଂସ କଲା। ଏହି ଶିଳାବୃଷ୍ଟି ମଧ୍ୟ କ୍ଷେତ ମଧ୍ୟସ୍ଥ ବୃକ୍ଷମାନକୁ ନଷ୍ଟ କରି ପକାଇଲା। 26 କେବଳ ଗୋଟିଏ ସ୍ଥାନ ଥିଲା ଯେଉଁଠାରେ ଶିଳାବୃଷ୍ଟି ହେଉ ନ ଥିଲା। ତାହା ଥିଲା ଗୋଶନ ଯେଉଁଠାରେ ଇସ୍ରାଏଲୀୟମାନେ ବାସ କରୁଥିଲେ।
27 ଫାରୋ ମୋଶା ଏବଂ ହାରୋଣଙ୍କୁ ଡକାଇ ପଠାଇଲେ। ଫାରୋ ସେମାନଙ୍କୁ କହିଲେ, “ଏଥର ମୁଁ ପାପ କରିଛି। ସଦାପ୍ରଭୁ ସତ୍ୟ, ସେ ଉତ୍ତମ କରିଛନ୍ତି। ମୁଁ ଏବଂ ମୋର ଲୋକମାନେ ପାପ କରିଅଛୁ। 28 ଏହି ଶିଳାବୃଷ୍ଟି ଯଥେଷ୍ଟ ହେଲା! ସଦାପ୍ରଭୁଙ୍କୁ କୁହ ଏହି ବୃଷ୍ଟି ବନ୍ଦ କରିବା ପାଇଁ ଏବଂ ମୁଁ ତୁମ୍ଭର ଲୋକମାନଙ୍କୁ ଛାଡ଼ି ଦେବି। ତୁମ୍ଭମାନଙ୍କର ଆଉ ଏଠାରେ ରହିବା ଦରକାର ନାହିଁ।”
29 ମୋଶା ଫାରୋଙ୍କୁ କିହିଲେ, “ଯେତେବେଳେ ମୁଁ ଏ ନଗର ଛାଡ଼ିବି, ମୁଁ ସେତେବେଳେ ସଦାପ୍ରଭୁଙ୍କୁ ହାତଟେକି ପ୍ରାର୍ଥନା କରିବି, ବଜ୍ର ଏବଂ ଶିଳାବୃଷ୍ଟି ବନ୍ଦ ହୋଇଯିବ। ସେତେବେଳେ ତୁମ୍ଭେ ଜାଣିବ ସଦାପ୍ରଭୁ ଏହି ଭୂମିରେ ଅଛନ୍ତି। 30 କିନ୍ତୁ ମୁଁ ଜାଣେ ତୁମ୍ଭେ ଏବଂ ତୁମ୍ଭର କର୍ମଗ୍ଭରୀମାନେ ବାସ୍ତବରେ ଏପର୍ଯ୍ୟନ୍ତ ସଦାପ୍ରଭୁଙ୍କୁ ଭୟ କରୁ ନାହଁ।”
31 ଯବ ଶିଷାଯୁକ୍ତ ହୋଇଥିଲା ଏବଂ ଫେସି ପୁଷ୍ପିତ ହୋଇଥିଲା। ତେଣୁ ସେହି ଶସ୍ୟଗୁଡ଼ିକ ନଷ୍ଟ ହୋଇଗଲା। 32 ମାତ୍ର ଗହମ ଓ ଯହ୍ନା ବଡ଼ ହୋଇ ନ ଥିବାରୁ ନଷ୍ଟ ହେଲା ନାହିଁ।
33 ମୋଶା ଫାରୋଙ୍କ ନିକଟରୁ ନଗର ବାହାରକୁ ଯାଇ ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବାରୁ ବର୍ଷା, ବଜ୍ର ଏବଂ ଶିଳାବୃଷ୍ଟି ବନ୍ଦ ହୋଇଗଲା।
34 ଯେତେବେଳେ ଫାରୋ ଦେଖିଲେ ବଜ୍ର ଓ ଶିଳାବୃଷ୍ଟି ବନ୍ଦ ହୋଇଗଲା ସେ ପୁନରାୟ ଅନ୍ୟାୟ କଲେ। ସେ ଏବଂ ତାଙ୍କର କର୍ମଗ୍ଭରୀମାନେ ପୁଣି କଠୋର ହୃଦୟ ହେଲେ। 35 ଫାରୋ ପୁଣି ଥରେ ଦୃଢ଼ ହେଲେ। ସେ ଇସ୍ରାଏଲର ଲୋକମାନଙ୍କୁ ଯିବାକୁ ଦେଲେ ନାହିଁ। ମୋଶାଙ୍କୁ ସଦାପ୍ରଭୁ ଯେପରି କହିଥିଲେ ସେହିପରି ହେଲା।
ଜାହାଜ ନଷ୍ଟ ହୋଇଗଲା
39 ଦିନ ହେଲା, ମାତ୍ର ନାବିକମାନେ ସେହି ସ୍ଥାନଟି ଚିହ୍ନି ପାରିଲେ ନାହିଁ। ସେମାନେ ଗୋଟିଏ ଉପସାଗର କୂଳରେ ବାଲିତଟ ଦେଖିଲେ। ସମ୍ଭବ ହେଲେ ସେହି କୂଳରେ ଜାହାଜ ଲଗେଇବା ପାଇଁ ସ୍ଥିର କଲେ। 40 ସେମାନେ ଲଙ୍ଗରଗୁଡ଼ିକ କାଟି ସମୁଦ୍ରରେ ଫିଙ୍ଗି ଦେଲେ। ସେମାନେ ମଙ୍ଗର ଦଉଡ଼ି ଫିଟେଇ ପବନରେ ସାମନା ପାଲଟି ଉଠାଇଲେ। ତା'ପରେ ସେମାନେ ବାଲିତଟ ଆଡ଼କୁ ଯାତ୍ରା କଲେ। 41 କିନ୍ତୁ ଜାହାଜଟି ଦୁଇଟି ସମୁଦ୍ରର ସଙ୍ଗମ ସ୍ଥାନରେ ଗୋଟିଏ ବାଲିଚଡ଼ାଠାରେ ଧକ୍କା ଖାଇ ଲାଗିଗଲା। ତେଣୁ ଜାହାଜର ଆଗ ଅଂଶ ଅଚଳ ହୋଇଗଲା ଓ ପଛ ଭାଗ ଲହରୀ ଧକ୍କାରେ ଭାଙ୍ଗି ଖଣ୍ଡ ଖଣ୍ଡ ହୋଇଗଲା।
42 ବନ୍ଦୀମାନେ କାଳେ ପହଁରି ଖସି ଗ୍ଭଲିଯିବେ, ସେଥିପାଇଁ ସୈନ୍ୟମାନେ ଭୟରେ ସେମାନଙ୍କୁ ହତ୍ୟା କରିବା ପାଇଁ ଚିନ୍ତା କଲେ। 43 କିନ୍ତୁ ସେନା ଅଧିକାରୀ ଯୂଲିଅ ପାଉଲଙ୍କୁ ରକ୍ଷା କରିବା ପାଇଁ ଗ୍ଭହିଁଲେ। ତେଣୁ ବନ୍ଦୀ ଲୋକମାନଙ୍କୁ ମାରିଦେବା ପାଇଁ ସେ ସୈନିକମାନଙ୍କୁ ଅନୁମତି ଦେଲେ ନାହିଁ। ସେ ପହଁରି ଜାଣିଥିବା ଲୋକଙ୍କୁ ସମୁଦ୍ରକୁ ଡେଇଁ ପଡ଼ି ପହଁରି ପହଁରି କୂଳକୁ ଯିବା ପାଇଁ ଆଦେଶ ଦେଲେ। 44 ସେ ଅନ୍ୟମାନଙ୍କୁ ଜାହାଜର କୌଣସି କାଠ ପଟା ବା ଭଙ୍ଗା ଅଂଶକୁ ଧରି ବା ଭେଳା ସାହାଯ୍ୟରେ କୂଳକୁ ଯିବା ପାଇଁ କହିଲେ। ଏହିପରି ଭାବରେ ସମସ୍ତେ ନିରାପଦରେ କୂଳରେ ଆସି ପହଞ୍ଚିଲେ। କାହାର ମୃତ୍ୟୁ ହେଲା ନାହିଁ।
2010 by World Bible Translation Center