Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 30

ଦାଉଦଙ୍କର ଏକ ଗୀତ, ଏହି ଗୀତଟି ଈଶ୍ୱରଙ୍କ ମନ୍ଦିର ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ।

30 ହେ ସଦାପ୍ରଭୁ, ତୁମ୍ଭେ ମୋତେ ମୋର ସମସ୍ତ ବିପଦରୁ ଉଦ୍ଧାର କରିଛ।
    ତୁମ୍ଭେ ମୋର ଶତ୍ରୁଙ୍କୁ ମୋତେ ପରାଜିତ କରିବାକୁ ସୁଯୋଗ ଦେଲ ନାହିଁ କି ସେମାନେ ମୋତେ ପରିହାସ କରିବାକୁ ଦେଲ ନାହିଁ।
    ତେଣୁ ମୁଁ ତୁମ୍ଭକୁ ସମ୍ମାନ ଜଣାଉଛି।
ହେ ସଦାପ୍ରଭୁ ମୋର ପରମେଶ୍ୱର, ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ପ୍ରାର୍ଥନା କଲି
    ଓ ତହିଁରେ ତୁମ୍ଭେ ମୋତେ ସୁସ୍ଥ କରିଅଛ।
ହେ ସଦାପ୍ରଭୁ, ତୁମ୍ଭେ ମୋତେ ମୃତ୍ୟୁ ଗୁମ୍ଫାରୁ ମୋର ପ୍ରାଣ ବଞ୍ଚାଇ ରଖିଛ।
    ମୋତେ ସେହି ମୃତ ଲୋକମାନଙ୍କ ସହିତ କବରରେ ରହିବାକୁ ଦେଇ ନାହଁ।

ହେ ପରମେଶ୍ୱରଙ୍କ ଅନୁଗାମୀମାନେ, ସଦାପ୍ରଭୁଙ୍କ ପ୍ରଶଂସା କରି ସଙ୍ଗୀତ ଗାନ କର।
    ତାଙ୍କର ସେହି ପବିତ୍ର ନାମର ପ୍ରଶଂସା କର।
ପରମେଶ୍ୱର କ୍ରୋଧିତ ହୁଅନ୍ତି।
ତେଣୁ ତାଙ୍କର ନିଷ୍ପତ୍ତି ହିଁ “ମୃତ୍ୟୁ”।
    କିନ୍ତୁ ସେ ମୋ’ ପ୍ରତି କରୁଣା ପ୍ରଦର୍ଶନ କରି ମୋତେ “ଜୀବନଦାନ” ଦେଇଛନ୍ତି।
ସାରା ରାତି ମୁଁ କାନ୍ଦୁଥିଲି।
    ତା’ ପରଦିନ ସକାଳୁ ଦେଖିଲି, ମୁଁ ଖୁସୀରେ ଗୀତ ବୋଲୁଛି।

ମୁଁ ସେତେବେଳେ ନିରାପଦରେ ନିଶ୍ଚିତ ଥିଲି,
    ମୁଁ ଭାବୁଥିଲି ମୋର କିଛି କ୍ଷତି ହେବ ନାହିଁ।
ହଁ, ସଦାପ୍ରଭୁ, ଯେତେବେଳେ ତୁମ୍ଭେ ମୋ’ ପ୍ରତି ଦୟା କଲ,
    ମୁଁ ସେତେବେଳେ ଭାବିଲି, କେହି ମୋତେ ପରାସ୍ତ କରି ପାରିବେ ନାହିଁ।
କିନ୍ତୁ ତୁମ୍ଭେ ଯେତେବେଳେ ମୋ’ ପାଖରୁ ଦୂରେଇ ଗଲ,
    ମୁଁ ସେତେବେଳେ ବ୍ୟାକୁଳ ହୋଇ ଭୟରେ ଥରି ଉଠିଲି।
ତେଣୁ ହେ ପରମେଶ୍ୱର,
    ମୁଁ ତୁମ୍ଭକୁ ମୋ’ ପ୍ରତି ସଦୟ ହେବାକୁ ନିବେଦନ କଲି।
ମୁଁ କହିଲି, “ହେ ପ୍ରଭୁ କ’ଣ ଭଲ ହେବ ଯଦି ମୁଁ ମରିଯାଏ?
    ମୁଁ କବର ଭିତରକୁ ଗଲେ କ’ଣ ଲାଭ?
ମୃତ ଲୋକମାନେ ସେହି ମାଟିର କବରରେ ଶୋଇ ରହନ୍ତି।
    ସେମାନେ ତୁମ୍ଭକୁ ପ୍ରଶଂସା କରନ୍ତି ନାହିଁ।
    ସେମାନେ ଲୋକମାନଙ୍କୁ କହନ୍ତି ନାହିଁ, ଆମ୍ଭେମାନେ କେତେ ତୁମ୍ଭ ଉପରେ ନିର୍ଭରଶୀଳ।
10 ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଶୁଣ ଓ ମୋ’ ପ୍ରତି କରୁଣା ପ୍ରଦର୍ଶନ କର।
    ହେ ସଦାପ୍ରଭୁ, ମୋର ସହାୟ ହୁଅ।”

11 ମୁଁ ତୁମ୍ଭକୁ ପ୍ରାର୍ଥନା କଲି।
ତୁମ୍ଭେ ମୋତେ ସାହାଯ୍ୟ କଲ।
    ତୁମ୍ଭେ ମୋର କ୍ରନ୍ଦନକୁ ନୃତ୍ୟରେ ପରିଣତ କଲ।
    ତୁମ୍ଭେ ମୋର ଦୁଃଖର ପୋଷାକ ସବୁକୁ କାଢ଼ି ନେଲ ଓ ମୋତେ ସୁଖରେ ଆଚ୍ଛାଦିତ କରିଲ।
12 ହେ ସଦାପ୍ରଭୁ, ମୋର ପରମେଶ୍ୱର, ମୁଁ ଚିରଦିନ ତୁମ୍ଭର ଗୁଣଗାନ କରିବି, କେବେ ନୀରବରେ ବସି ରହିବି ନାହିଁ।
    ତେଣୁ ସବୁବେଳେ କେହି ନା କେହି ତୁମ୍ଭକୁ ସମ୍ମାନ ଜଣାଇବା ପାଇଁ ତୁମ୍ଭର ଗୁଣଗାନ କରୁଥିବ।

ଯିରିମିୟଙ୍କ ବିଳାପ 1:16-22

16 “ଏହିସବୁ ବିଷୟ ପାଇଁ ମୁଁ କ୍ରନ୍ଦନ କରୁଅଛି
    ଓ ମୋର ଚକ୍ଷୁଯୁଗଳ ଲୋତକପୂର୍ଣ୍ଣ ହୋଇଅଛି।
କାରଣ ମୋର ସାନ୍ତ୍ୱନାକାରୀ ମୋର ପ୍ରାଣକୁ ଆଶ୍ୱାସନା ଦେବା କଥା,
    କିନ୍ତୁ ସେ ମୋ'ଠାରୁ ଦୂରେଇ ଅଛନ୍ତି।
ମୋର ସନ୍ତାନଗଣ ଅନାଥ ହୋଇଛନ୍ତି,
    କାରଣ ମୋର ଶତ୍ରୁଗଣ ସେମାନଙ୍କ ଉପରେ ବିଜୟଲାଭ କରିଛନ୍ତି।”

17 ସିୟୋନ ଆପଣା ହସ୍ତ ପ୍ରସାରଣ କରୁଛି,
    ମାତ୍ର ତାକୁ ସାହାଯ୍ୟ କରିବାକୁ କେହି ନାହିଁ।
ଯାକୁବର ଶତ୍ରୁଗଣ ତାକୁ ଚତୁର୍ଦ୍ଦିଗରୁ ଘେରି ରହିବାକୁ
    ସଦାପ୍ରଭୁ ଆଦେଶ କରିଛନ୍ତି।
ଯିରୁଶାଲମ ସେମାନଙ୍କ ମଧ୍ୟରେ
    ଅଶୁଚି ବସ୍ତୁ ତୁଲ୍ୟ ଅଛି।

18 ବର୍ତ୍ତମାନ ଯିରୁଶାଲମ କହେ, “ସଦାପ୍ରଭୁ ଧାର୍ମିକ ଅଟନ୍ତି
    ଓ ମୁଁ ତାଙ୍କ ଆଜ୍ଞାକୁ ଅବଜ୍ଞା କରିଅଛି।
ହେ ଗୋଷ୍ଠୀସକଳ, ମୁଁ ବିନୟ କରୁଛି, ତୁମ୍ଭେମାନେ ଶୁଣ
    ଓ ମୋର ଦୁଃଖ ଦେଖ।
ମୋର ଯୁବକ, ଯୁବତୀମାନେ
    ନିର୍ବାସିତ ଅବସ୍ଥା ପାଇଛନ୍ତି।
19 ମୁଁ ମୋର ପ୍ରେମିକମାନଙ୍କୁ ଡାକିଲି,
    ମାତ୍ର ସେମାନେ ମୋ’ ପ୍ରତି ପ୍ରବଞ୍ଚନା କଲେ।
ମୋର ଯାଜକଗଣ ଓ ପ୍ରାଚୀନବର୍ଗ
    ନଗର ମଧ୍ୟରେ ପ୍ରାଣତ୍ୟାଗ କଲେ।
ସେମାନେ ନିଜେ ନିଜେ ବଞ୍ଚିବା ପାଇଁ
    ଆହାର ଖୋଜୁଥିବା ବେଳେ ମଲେ।

20 “ହେ ସଦାପ୍ରଭୁ, ଦେଖ, ମୁଁ କିପରି ବିପଦଗ୍ରସ୍ତା।
    ମୋର ଅନ୍ତର ବ୍ୟଥିତ ହେଉଛି,
କାରଣ ମୁଁ ବିଦ୍ରୋହୀ ଥିଲି।
    ବାହାରେ ଖଡ଼ଗ ବଧ କରୁଅଛି
ଓ ଗୃହ ଭିତରେ ମୃତ୍ୟୁ ରହିଅଛି।
    ହେ ସଦାପ୍ରଭୁ, ଦେଖ,
ମୋର ଅନ୍ତର କିପରି ଦହି ମୋହିଁବା ଭଳି ହେଉଛି।

21 “ମୋ’ କଥା ଶୁଣ, ମୁଁ ବିଳାପ କରୁଛି।
    ମୋତେ ସାନ୍ତ୍ୱନା ଦେବାକୁ କେହି ନାହିଁ।
ମୋର ଶତ୍ରୁମାନେ ମୋର ବିପଦକଥା ଶୁଣି ଆନନ୍ଦିତ।
    ସେମାନେ ଖୁସୀ,
କାରଣ ତୁମ୍ଭେ ମୋ’ ପ୍ରତି ତାହା ଘଟାଇଛ।
    ତୁମ୍ଭେ କହିଥିଲ ଏକ ସମୟରେ
ମୋର ଶତ୍ରୁମାନେ ଦଣ୍ଡିତ ହେବେ।
    ବର୍ତ୍ତମାନ ସେମାନଙ୍କୁ ମୋ’ ତୁଲ୍ୟ କରନ୍ତୁ।

22 “ଆଉ ଦେଖ, ମୋର ଶତ୍ରୁଗଣ କିପରି ଦୁଷ୍ଟତାରେ ପରିପୂର୍ଣ୍ଣ।
    ମୋର ଅଧର୍ମ ଯୋଗୁଁ ମୋ’ ପ୍ରତି ଯେଉଁପରି ବ୍ୟବହାର କରିଥିଲ,
    ସେମାନଙ୍କ ପ୍ରତି ସେହି ପ୍ରକାର କର।
କାରଣ ମୁଁ ଅନେକ ଥର ବିଳାପ କରୁଛି
    ଓ ମୋର ହୃଦୟ ମୂର୍ଚ୍ଛିତ ହୋଇଅଛି।”

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 7:2-16

ପାଉଲଙ୍କ ଆନନ୍ଦ

ନିଜ ହୃଦୟରେ ଆମ୍ଭକୁ ସ୍ଥାନ ଦିଅ। ଆମ୍ଭେ କାହାରି ପ୍ରତି କୌଣସି ଭୁଲ୍ କରି ନାହୁଁ। ଆମ୍ଭେ କାହାରି ବିଶ୍ୱାସରେ ଆଞ୍ଚ ଆଣି ନାହୁଁ, କାହାକୁ ଘୋଷଣା କରି ନାହୁଁ। ତୁମ୍ଭମାନଙ୍କୁ ନିନ୍ଦା ଦେବା ପାଇଁ ମୁଁ ଏହା କହୁ ନାହିଁ। ମୁଁ ତୁମ୍ଭମାନଙ୍କୁ ଆଗରୁ କହିଛି ଯେ, ଆମ୍ଭେ ତୁମ୍ଭମାନଙ୍କୁ ଏତେ ଭଲ ପାଉ ଯେ, ଆମ୍ଭେ ତୁମ୍ଭମାନଙ୍କ ସହିତ ମରିବା ଓ ବଞ୍ଚିବା ପାଇଁ ମଧ୍ୟ ପ୍ରସ୍ତୁତ। ତୁମ୍ଭମାନଙ୍କ ବିଷୟରେ ମୋର ଏହି ଦୃଢ଼ବୋଧ ଅଛି। ମୁଁ ତୁମ୍ଭ ପାଇଁ ବହୁତ ଗର୍ବିତ। ତୁମ୍ଭେମାନେ ମୋତେ ଅଧିକ ଉତ୍ସାହ ଦେଇଥାଅ। ସେଥିପାଇଁ ସମସ୍ତ ଯାତନା ଭିତରେ ମଧ୍ୟ ମୋର ଆନନ୍ଦ କହିଲେ ନ ସରେ।

ଯେତେବେଳେ ଆମ୍ଭେ ମାକିଦନିଆ ଆସିଥିଲୁ, ସେତେବେଳେ ଆମ୍ଭ ପାଇଁ ବିଶ୍ରାମ ମିଳି ନ ଥିଲା। ଆମ୍ଭର ଗ୍ଭରି ପଟେ ଅସୁବିଧାମାନ ଘେରି ରହିଥିଲା। ବାହାରର ସଂଗ୍ରାମ ଓ ଭିତରର ଭୟ ମଧ୍ୟରେ ଆମ୍ଭେ ଥିଲୁ। କିନ୍ତୁ ଯେଉଁ ପରମେଶ୍ୱର ଭାଙ୍ଗି ପଡ଼ିଥିବା ଲୋକକୁ ସାନ୍ତ୍ୱନା ଦିଅନ୍ତି, ସେ ତୀତସଙ୍କର ଆଗମନ ଦ୍ୱାରା ଆମ୍ଭମାନଙ୍କୁ ମଧ୍ୟ ସାନ୍ତ୍ୱନା ପ୍ରଦାନ କଲେ। ସେ ଆସିବା ଦ୍ୱାରା ଆମ୍ଭେ ସାନ୍ତ୍ୱନା ପାଇଲୁ। କିନ୍ତୁ ତୁମ୍ଭେମାନେ ଦେଇଥିବା ସୁଖ ଦ୍ୱାରା ଆମ୍ଭେ ଅଧିକ ଉତ୍ସାହ ଲାଭ କଲୁ। ତୀତସ କହିଲେ ଯେ ତୁମ୍ଭେମାନେ ମୋତେ ଦେଖିବା ପାଇଁ ବ୍ୟାକୁଳ। ତୁମ୍ଭେମାନେ ପୂର୍ବରୁ କରିଥିବା ବିଷୟ ପାଇଁ ଦୁଃଖିତ ଏବଂ ତୁମ୍ଭେମାନେ ମୋତେ ଅତି ମାତ୍ରାରେ ଗ୍ଭହୁଁଛ। ଏହା ଶୁଣିଲା ପରେ ମୁଁ ଅଧିକ ପ୍ରସନ୍ନ ହେଲି।

ଯଦିଓ ପତ୍ର ଲେଖି ମୁଁ ତୁମ୍ଭମାନଙ୍କ ମନରେ ଦୁଃଖ ଦେଲି, କିନ୍ତୁ ମୁଁ ଏହା ଲେଖିଲି ବୋଲି ମୁଁ ଦୁଃଖିତ ନୁହେଁ। ମୁଁ ଜାଣେ ଯେ ସେହି ପତ୍ର ତୁମ୍ଭମାନଙ୍କୁ ଦୁଃଖ ଦେଲା ସେଥିପାଇଁ ମୁଁ ଦୁଃଖିତ। କିନ୍ତୁ ତାହା ତୁମ୍ଭମାନଙ୍କୁ ଅଳ୍ପ ସମୟ ପାଇଁ ଦୁଃଖ ଦେଲା। ଏବେ ମୁଁ ଖୁସୀ ଅଛି। ତୁମ୍ଭେମାନେ ଦୁଃଖୀ ହୋଇଥିବା କାରଣରୁ ନୁହେଁ, ବରଂ ତୁମ୍ଭମାନଙ୍କର ଦୁଃଖ ତୁମ୍ଭମାନଙ୍କ ହୃଦୟକୁ ପରିବର୍ତ୍ତନ କରିଥିବାରୁ ମୁଁ ଖୁସୀ। ପରମେଶ୍ୱରଙ୍କ ଇଚ୍ଛା ଅନୁଯାୟୀ ତୁମ୍ଭେମାନେ ଦୁଃଖୀ ହେଲ। ଅତଏବ ତୁମ୍ଭେମାନେ ଆମ୍ଭ ଦ୍ୱାରା କୌଣସି ପ୍ରକାରେ ଆଘାତ ପାଇ ନାହଁ। 10 କାରଣ ଈଶ୍ୱରଙ୍କ ଇଚ୍ଛା ଅନୁସାରେ ଯେଉଁ ଦୁଃଖ ଦ୍ୱାରା ପରିତ୍ରାଣ ପାଇଲ ଓ ମନ ପରିବର୍ତ୍ତନ କରିଲ, ସେଥିପାଇଁ ଦୁଃଖିତ ହେବା ଆବଶ୍ୟକ ନାହିଁ। ମାତ୍ର ଜାଗତିକ ଦୁଃଖ ମୃତ୍ୟୁ ଆଣିଥାଏ। 11 ଦେଖ, ଈଶ୍ୱରଙ୍କ ଇଚ୍ଛାନୁସାରେ ତୁମ୍ଭେମାନେ ଏହି ଯେଉଁ ଦୁଃଖ ପାଇଲ ଏହା ତୁମ୍ଭମାନଙ୍କୁ ଉଦ୍‌‌ଯୋଗୀ କରିଛି। ତୁମ୍ଭେମାନେ ଭୁ‌ଲ୍‌ରେ ନ ଥିଲ ବୋଲି ଏହା ପ୍ରମାଣିତ କରିଛି। ତୁମ୍ଭମାନଙ୍କ ପାଇଁ ଏହା କ୍ରୋଧ, ଭୟ ଆଣିଛି, ଏବଂ ଆମ୍ଭ ସହିତ ମିଶିବା ପାଇଁ ତୁମ୍ଭମାନଙ୍କ ଭିତରେ ଇଚ୍ଛା ଜାଗ୍ରତ କରିଛି। ଏହା ତୁମ୍ଭମାନଙ୍କୁ ଅଧିକ ସମର୍ପିତ କରିଛି, ଏହା ତୁମ୍ଭମାନଙ୍କୁ ନ୍ୟାୟ ପ୍ରଦାନ କରିଛି। ତୁମ୍ଭେମାନେ ପ୍ରତ୍ୟେକ କଥାରେ ପ୍ରମାଣିତ କରି ଦେଇଛ ଯେ, ତୁମ୍ଭେମାନେ ସେହି ସମସ୍ୟାର କୌଣସି ଅଂଶ ପାଇଁ ମଧ୍ୟ ଦୋଷୀ ନ ଥିଲ। 12 ମୁଁ ଅପରାଧୀ ଲୋକ ପାଇଁ, ବା ଯାହା ପ୍ରତି ଅପରାଧ ହୋଇଥିଲା, ତାହା ପାଇଁ ଲେଖି ନ ଥିଲି, ବରଂ ପରମେଶ୍ୱରଙ୍କ ଆଗରେ ତୁମ୍ଭମାନଙ୍କର ଆମ୍ଭ ପାଇଁ କେତେ ଚିନ୍ତା ଅଛି, ଏହା ତୁମ୍ଭେମାନେ ଯେପରି ଦେଖି ପାର, ସେଥିପାଇଁ ଲେଖିଥିଲି। 13 ଏହି କାରଣରୁ ଆମ୍ଭେ ଆଶ୍ୱସ୍ତ ଥିଲୁ।

ତୁମ୍ଭେମାନେ ତୀତସଙ୍କ ପ୍ରତି ଉତ୍ତମ ବ୍ୟବହାର ଦେଖାଇ ଥିବାରୁ ତୀତସ ଖୁସୀ ଥିଲେ, ସେଥିପାଇଁ ଆମ୍ଭେମାନେ ମଧ୍ୟ ଅଧିକ ଆନନ୍ଦିତ ହେଲୁ। 14 ତୁମ୍ଭମାନଙ୍କ ବିଷୟରେ ମୁଁ ତାହାଙ୍କୁ ଯେଉଁ ବଡ଼ବଡ଼ କଥା କହିଥିଲି, ସେଥିପାଇଁ ମୁଁ ଲଜ୍ଜା ପାଇ ନାହିଁ। ମାତ୍ର ଆମ୍ଭେ ଯେଉଁ ପ୍ରତ୍ୟେକ କଥା ତୁମ୍ଭମାନଙ୍କୁ କହିଥିଲୁ ତାହା ସତ୍ୟ ବୋଲି ତୁମ୍ଭେମାନେ ପ୍ରମାଣିତ କଲ। ଆଉ ଆମ୍ଭେ ତୁମ୍ଭମାନଙ୍କ ବିଷୟରେ ତୀତସଙ୍କଠାରେ କରିଥିବା ଗର୍ବୋକ୍ତିଗୁଡ଼ିକ ମଧ୍ୟ ସତ୍ୟ। 15 ତୁମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ ପାଇଁ କିପରି ପ୍ରସ୍ତୁତ ତଥା ତୁମ୍ଭେମାନେ ସମସ୍ତେ ସମ୍ମାନ ଓ ଭୟ ସହକାରେ କିପରି ତାହାଙ୍କର ଆଜ୍ଞା ପାଳନ ପାଇଁ ବ୍ୟଗ୍ର ଥିଲ ଓ କିପରି ତାହାଙ୍କୁ ପାଛୋଟି ନେଇଥିଲ, ଏସବୁ କଥା ମନେ ପକାଇ ତୁମ୍ଭମାନଙ୍କ ପାଇଁ ତାହାଙ୍କର ପ୍ରେମ ଅଧିକ ହେଲା। 16 ମୁଁ ତୁମ୍ଭମାନଙ୍କ ଉପରେ ପୂର୍ଣ୍ଣ ଭରସା ରଖି ପାରିବି, ଏଥିପାଇଁ ମୁଁ ଆନନ୍ଦିତ ଅଟେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center