Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 123

ଏକ ଆରୋହଣ ଗୀତ।

123 ସଦାପ୍ରଭୁ, ମୁଁ ତୁମ୍ଭକୁ ଗ୍ଭହିଁ, ପ୍ରାର୍ଥନା କରେ।
    ତୁମ୍ଭେ ସ୍ୱର୍ଗରେ ରାଜାପରି ବସ।
କ୍ରୀତଦାସମାନେ ସେମାନଙ୍କ ଆବଶ୍ୟକ ଦ୍ରବ୍ୟ ପାଇଁ
    ତାଙ୍କର କର୍ତ୍ତାଙ୍କ ଉପରେ ନିର୍ଭର କରନ୍ତି।
ଠିକ୍ ସେହିପରି, ଆମ୍ଭେ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କଠାରେ ନିର୍ଭର କରୁ।
    ଆମ୍ଭେ ପରମେଶ୍ୱରଙ୍କ ପାଇଁ ଅପେକ୍ଷା କରୁ, ଆମ୍ଭକୁ ଦୟା ଦେଖାଅ।
ଆମ୍ଭମାନଙ୍କ ପ୍ରତି ଦୟାଶୀଳ ହୁଅ, ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଦୟାଶୀଳ ହୁଅ!
    ଆମ୍ଭେମାନେ ଦୀର୍ଘ ସମୟ ଅପମାନିତ ହୋଇଅଛୁ।
ସେହି ଅଳସୁଆ ଓ ଅହଙ୍କାରୀମାନଙ୍କଠାରୁ ଆମ୍ଭକୁ ବହୁତ ଅପମାନ
    ଓ ଘୃଣ୍ୟ ବାକ୍ୟସବୁ ମିଳିଅଛି।

ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 7:16-26

16 “ତେଣୁ ହେ ଯିରିମିୟ, ତୁମ୍ଭେ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କର ନାହିଁ। ସେମାନଙ୍କ ପାଇଁ କାତର ପ୍ରାର୍ଥନା ଉତ୍ସର୍ଗ କର ନାହିଁ। ସେମାନଙ୍କ ସାହାଯ୍ୟ ପାଇଁ ଆମ୍ଭକୁ ନିବେଦନ କର ନାହିଁ, କାରଣ ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିବା ନାହିଁ। 17 ସେମାନେ ଯିହୁଦାର ନଗର ଓ ଯିରୁଶାଲମର ସଡ଼କ ସବୁରେ ଯାହା କରୁଛନ୍ତି ତାହା କ’ଣ ତୁମ୍ଭେ ଦେଖୁ ନାହଁ? 18 ଯିହୁଦାର ବାଳକମାନେ କାଠ ସଂଗ୍ରହ କରନ୍ତି, ସେମାନଙ୍କର ପିତାମାନେ ଅଗ୍ନି ସଂଯୋଗ କରନ୍ତି ଓ ମାତାମାନେ ଚନ୍ଦ୍ର ଦେବତା ଉଦ୍ଦେଶ୍ୟରେ ପିଷ୍ଟକ ପାକ କରନ୍ତି ଓ ଅନ୍ୟ ଦେବଗଣଙ୍କ ଉଦ୍ଦେଶ୍ୟରେ ପେୟନୈବେଦ୍ୟ ଉତ୍ସର୍ଗ କରନ୍ତି। ସେମାନେ ଆମ୍ଭର ବିରକ୍ତି ପାଇଁ ଏସବୁ କରନ୍ତି।” 19 ସଦାପ୍ରଭୁ କହନ୍ତି, “ଏହିସବୁ କରିବା ଦ୍ୱାରା ସେମାନେ କ’ଣ ମୋତେ ବିରକ୍ତ କରନ୍ତି? ସେମାନେ ନିଜେ ଲଜ୍ଜିତ ହୋଇ ନାହାନ୍ତି କି?”

20 ତେଣୁ ସଦାପ୍ରଭୁ କହନ୍ତି, “ଦେଖ, ଏକ ସ୍ଥାନ ଉପରେ, ମନୁଷ୍ୟ, ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ ଉପରେ ଆମ୍ଭର କୋପ ଓ କ୍ରୋଧ ଢଳାଯିବ। ତାହା ଅଗ୍ନି ସଦୃଶ ସବୁ ଦ‌ଗ୍‌ଧ କରିବ, ତାକୁ କେହି ଲିଭାଇ ପାରିବେ ନାହିଁ।”

ସଦାପ୍ରଭୁ ଉତ୍ସର୍ଗ ଅପେକ୍ଷା ମାନ୍ୟତାକୁ ଅଧିକ ଇଚ୍ଛା କରନ୍ତି

21 ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର ଏହିକଥା କହନ୍ତି, “ତୁମ୍ଭେମାନେ ଯାଅ, ତୁମ୍ଭ ଉତ୍ସର୍ଗୀକୃତ ନୈବେଦ୍ୟରେ ହୋମବଳି ଯୋଗ କର ଏବଂ ମାଂସ ଭକ୍ଷ୍ୟଣ କର। 22 ଯେଉଁ ଦିନ ତୁମ୍ଭ ପୂର୍ବପୁରୁଷମାନଙ୍କୁ ଆମ୍ଭେ ମିଶରରୁ ବାହାର କରି ଆଣିଲୁ, ସେଦିନ ଆମ୍ଭେ ହୋମ କିଅବା ବଳିଦାନ ବିଷୟରେ ସେମାନଙ୍କୁ କିଛି କହି ନ ଥିଲୁ କିଅବା ଆଜ୍ଞା ଦେଇ ନ ଥିଲୁ। 23 କେବଳ ଆମ୍ଭେ ଏତିକି ଆଜ୍ଞା କରିଥିଲୁ, ‘ତୁମ୍ଭେମାନେ ଆମ୍ଭ ଆଜ୍ଞା ପାଳନ କରିବ, ଆମ୍ଭେ ତୁମ୍ଭର ପରମେଶ୍ୱର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ। ଆମ୍ଭେ ଯେଉଁ ଆଜ୍ଞା କରିବୁ, ତୁମ୍ଭେମାନେ ସେହି ପଥରେ ଗ୍ଭଲିଲେ ତୁମ୍ଭମାନଙ୍କର ମଙ୍ଗଳ ହେବ।’

24 “ମାତ୍ର ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ଆମ୍ଭ କଥା ଶୁଣିଲେ ନାହିଁ। ସେମାନେ ସେଥିପ୍ରତି ଧ୍ୟାନ ଦେଲେ ନାହିଁ। ସେମାନେ ଅବାଧ୍ୟ ହୋଇ ନିଜ ନିଜ ମନ୍ତ୍ରଣାରେ ଗ୍ଭଳିତ ହେଲେ। ସେମାନେ ନିଜର ଦୁଷ୍ଟ ଅନ୍ତଃକରଣ ଯୋଗୁଁ ପଶ୍ଚା‌ତ୍‌ବର୍ତ୍ତୀ ହେଲେ, ଅଗ୍ରଗାମୀ ହେଲେ ନାହିଁ। 25 ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିଶରରୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭେ ଆମ୍ଭର ସମସ୍ତ ଦାସ ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ପଠାଇବା ନିମନ୍ତେ ଦିନେ ଛଡ଼ା ଦିନେ ଉଠି ତୁମ୍ଭମାନଙ୍କ ପାଖକୁ ସେମାନଙ୍କୁ ପାଇଅଛୁ। 26 ମାତ୍ର ସେମାନେ ଆମ୍ଭ କଥା ଶୁଣିଲେ ନାହିଁ କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ। ସେମାନେ ଅବାଧ୍ୟ ହୋଇ ତାଙ୍କର ପୂର୍ବପୁରୁଷଗଣଙ୍କ ଅପେକ୍ଷା ଅଧିକ ଦୁରାଗ୍ଭରୀ ହେଲେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 10:7-11

ତୁମ୍ଭମାନଙ୍କ ଆଗରେ ଥିବା ତଥ୍ୟ ଗୁଡ଼ିକୁ ଦେଖ। ଯଦି ଜଣେ ନିଶ୍ଚିତ ଭାବରେ ଅନୁଭବ କରେ ଯେ, ସେ ଖ୍ରୀଷ୍ଟଙ୍କର ଅଟେ, ତାହାହେଲେ ସେ ଏହା ମଧ୍ୟ ଜାଣି ରଖିବା ଉଚିତ୍ ଯେ ଆମ୍ଭେ ମଧ୍ୟ ତାହାରି ଭଳି ସମ ଭାବରେ ଖ୍ରୀଷ୍ଟଙ୍କର ଅଟୁ। ଏହା ସତ୍ୟ ଯେ ମୁଁ ପ୍ରଭୁଙ୍କ ଦ୍ୱାରା ପ୍ରଦତ୍ତ ଅଧିକାର ବିଷୟରେ ଅତ୍ୟଧିକ ଗର୍ବର କଥା କହେ, କିନ୍ତୁ ସେ ଆମ୍ଭକୁ ଏହି ଅଧିକାର ତୁମ୍ଭମାନଙ୍କର ବିନାଶ ପାଇଁ ନୁହେଁ, ମାତ୍ର ତୁମ୍ଭମାନଙ୍କୁ ଆଧ୍ୟାତ୍ମିକ ଭାବରେ ଶକ୍ତିଶାଳୀ କରିବା ପାଇଁ ପ୍ରଦାନ କରିଛନ୍ତି। ଏହି ଗର୍ବୋକ୍ତି ପାଇଁ ମୁଁ ଲଜ୍ଜା ବୋଧ କରେ ନାହିଁ। ମୁଁ ମୋ’ ପତ୍ରଗୁଡ଼ିକ ମାଧ୍ୟମରେ ତୁମ୍ଭମାନଙ୍କୁ ଭୟଭୀତ କରିବାକୁ ଚେଷ୍ଟା କରୁଛି ବୋଲି ତୁମ୍ଭେମାନେ ଭାବ ନାହିଁ। 10 କେତେକ ଲୋକ କୁହନ୍ତି “ପାଉଲଙ୍କ ପତ୍ରଗୁଡ଼ିକ ଶକ୍ତିସମ୍ପନ୍ନ ଓ ମହତ୍ତ୍ୱପୂର୍ଣ୍ଣ କିନ୍ତୁ ଯେତେବେଳେ ସେ ଆମ୍ଭ ସହିତ ଥା’ନ୍ତି ସେ ଦୁର୍ବଳ ଓ ତାଙ୍କର କଥା ଗୁଡ଼ିକ ଏତେ ପ୍ରଭାବଶାଳୀ ହୁଏ ନାହିଁ।” 11 ଏଭଳି କହିବା ଲୋକ ଜାଣି ରଖିବା ଉଚିତ୍ ଯେ: ଆମ୍ଭେ ତୁମ୍ଭମାନଙ୍କ ସହିତ ଏବେ ନାହୁଁ, ଅତଏବ ଆମ୍ଭେ ଏହି କଥା ଗୁଡ଼ିକ ପତ୍ରରେ ଲେଖିଛୁ। କିନ୍ତୁ ଯେତେବେଳେ ଆମ୍ଭେ ତୁମ୍ଭମାନଙ୍କ ପାଖକୁ ଯିବୁ ଆମ୍ଭେ ଦେଖାଇ ଦେବୁ ଯେ, ଆମ୍ଭ ପତ୍ରଟି ଯେଉଁ ଶକ୍ତି ଧାରଣ କରିଛି ସେହି ସମାନ ଶକ୍ତି ଆମ୍ଭେ ଧାରଣ କରିଛୁ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center