Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 119:81-88

କଫ୍

81 ସଦାପ୍ରଭୁ, ତୁମ୍ଭକୁ ଅପେକ୍ଷା କରି ମୁଁ ଦୁର୍ବଳ ଅଟେ ତୁମ୍ଭେ ମୋତେ ରକ୍ଷା କର।
    କିନ୍ତୁ ମୁଁ ତୁମ୍ଭର ବାକ୍ୟ ଉପରେ ନିର୍ଭର ରଖେ।
82 ସଦାପ୍ରଭୁ, ତୁମ୍ଭେ କରିଥିବା ପ୍ରତିଜ୍ଞାର ଅପେକ୍ଷାରେ ମୋର ଚକ୍ଷୁକ୍ଳାନ୍ତ ହେଲାଣି,
    ତୁମ୍ଭେ ମୋତେ କେବେ ସାନ୍ତ୍ୱନା ଦେବ?
83 ଏପରିକି ମୁଁ ଅଳିଆ ଗଦାରେ ପଡ଼ିଥିବା ଏକ ପଗ୍ଭ ଚମଡ଼ା ଥଳୀ ଅଟେ।
    ମୁଁ ତୁମ୍ଭର ନିୟମ ଭୁଲିବି ନାହିଁ।
84 କେତେଦିନ ମୁଁ ବଞ୍ଚିବି?
    ହେ ସଦାପ୍ରଭୁ ତୁମ୍ଭେ କେବେ ମୋର ଦଣ୍ଡବିଧାନକାରୀମାନଙ୍କୁ ଦଣ୍ଡିତ କରିବ।
85 ଅହଂକାରୀମାନେ ମିଥ୍ୟାଦ୍ୱାରା ଆଘାତ କରନ୍ତି
    ଏବଂ ତାହା ତୁମ୍ଭ ଶିକ୍ଷା ବିରୁଦ୍ଧ ଅଟେ।
86 ହେ ସଦାପ୍ରଭୁ, ତୁମ୍ଭର ଆଦେଶସବୁ ବିଶ୍ୱାସନୀୟ।
    ସେମାନେ ଅନ୍ୟାୟରେ ମୋତେ ତାଡ଼ନା କରନ୍ତି।
    ମୋତେ ସାହାଯ୍ୟ କର!
87 ସେହି ଲୋକମାନେ ମୋତେ ଧ୍ୱଂସ କରି ଦେଲେଣି।
    ମାତ୍ର ମୁଁ ତୁମ୍ଭର ଆଦେଶ ପରିତ୍ୟାଗ କରି ନାହିଁ।
88 ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ମୋତେ ଦେଖାଅ ଏବଂ ମୋତେ ବଞ୍ଚାଅ।
    ଯେପରି ମୁଁ ତୁମ୍ଭର ଆଦେଶ ରଖିପାରେ।

ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 16:1-13

ବିନାଶର ଦିନ

16 ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ଯଥା, “ହେ ଯିରିମିୟ, ତୁମ୍ଭର ଏହି ସ୍ଥାନରେ ବିବାହ କରିବା ଉଚିତ୍ ନୁହଁ, କିଅବା ପୁତ୍ରକନ୍ୟା ଜନ୍ମ କରିବା ଉଚିତ୍ ନୁହଁ।”

କାରଣ ଏହି ସ୍ଥାନରେ ଜନ୍ମ ନେଇଥିବା ପୁତ୍ର-କନ୍ୟାମାନଙ୍କ ସମ୍ବନ୍ଧରେ, ସେମାନଙ୍କର ପ୍ରସବକାରିଣୀ ମାତାମାନଙ୍କ ବିଷୟରେ ଓ ସେମାନଙ୍କ ଜନ୍ମଦାତା ପିତୃଗଣଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି। “ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁବରଣ କରିବେ। କେହି ସେମାନଙ୍କ ପାଇଁ ବିଳାପ କରିବେ ନାହିଁ। ସେମାନଙ୍କୁ କେହି କବର ଦେବେ ନାହିଁ। ସେମାନଙ୍କର ଶବ ଭୂମିରେ ଖତ ହେବ। ସେମାନେ ‌‌ଖ‌ଡ଼୍‌ଗ ଓ ଦୁର୍ଭିକ୍ଷରେ ସଂହାରିତ ହେବେ। ସେମାନଙ୍କର ଶବ ଆକାଶ ପକ୍ଷୀଗଣଙ୍କ ଓ ଭୂଚର ପଶୁଗଣଙ୍କର ଖାଦ୍ୟ ହେବ।”

ତେଣୁ ସଦାପ୍ରଭୁ ଏହି କଥା କହନ୍ତି, “ହେ ଯିରିମିୟ, ତୁମ୍ଭେ ମୃତ୍ୟୁ ଶୋକ ପାଳିତ ହେଉଥିବା ଗୃହକୁ ଯାଅ ନାହିଁ। ତୁମ୍ଭେ ସେମାନଙ୍କୁ ବିଳାପ ଓ ଦୁଃଖ ଜଣାଇବାକୁ ଯାଅ ନାହିଁ।” କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭର ଆଶୀର୍ବାଦ, ଆମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ଦୟା କାଢ଼ି ନେଇଅଛୁ।”

“ଏହି ଦେଶରେ ଛୋଟଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ମରିବେ। ସେମାନଙ୍କୁ କେହି କବର ଦେବେ ନାହିଁ କିଅବା ସେମାନଙ୍କ ପାଇଁ କେହି ବିଳାପ କରିବେ ନାହିଁ। ସେମାନଙ୍କ ପାଇଁ କେହି ଦୁଃଖରେ ଆପଣା ଶରୀରରେ ଅସ୍ତ୍ରାଘାତ ଓ ମସ୍ତକ ମୁଣ୍ଡନ କରିବେ ନାହିଁ। ମୃତ ବ୍ୟକ୍ତିଙ୍କ ଦୁଃଖରେ ଶୋକ କରୁଥିବା ଲୋକମାନଙ୍କୁ ସାନ୍ତ୍ୱନା ଦେବାକୁ କେହି ଖାଦ୍ୟ ଆଣିବେ ନାହିଁ। ପିତାମାତାଙ୍କ ମୃତ୍ୟୁରେ ବିଳାପ କରୁଥିବା ପୁତ୍ରମାନଙ୍କୁ ପାନ କରିବା ନିମନ୍ତେ ସାନ୍ତ୍ୱନା ସୂଚକ ପାତ୍ର କେହି ଦେବେ ନାହିଁ।

“ପୁଣି ତୁମ୍ଭର ନିଶ୍ଚୟ ଭୋଜି ହେଉଥିବା ଗୃହକୁ ପାନ କିଅବା ଭୋଜନ ନିମନ୍ତେ ଯିବା ଉଚିତ୍ ନୁହେଁ। କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭମାନଙ୍କ ଜୀବନକାଳ ମଧ୍ୟରେ ଓ ତୁମ୍ଭମାନଙ୍କ ସମ୍ମୁଖରେ ଏହି ସ୍ଥାନରୁ ଆମୋଦପ୍ରମୋଦର ଧ୍ୱନି, ଆନନ୍ଦ ରବ ଓ ବରକନ୍ୟାଙ୍କର ଆନନ୍ଦ କୋଳାହଳ ନିବୃତ୍ତ କରାଇବା।’

10 “ହେ ଯିରିମିୟ, ତୁମ୍ଭେ ଯେତେବେଳେ ଯିହୁଦାବାସୀଙ୍କୁ ଏସବୁ କଥା ଜଣାଇବ, ସେମାନେ ସେତେବେଳେ ତୁମ୍ଭକୁ ପଗ୍ଭରିବେ, ‘ସଦାପ୍ରଭୁ କାହିଁକି ଆମ୍ଭ ବିରୁଦ୍ଧରେ ଏହି ମହା ଅମଙ୍ଗଳ କଥା କହିଅଛନ୍ତି? ଆମ୍ଭେମାନେ କି ଅପରାଧ କରିଅଛୁ? ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ କି ପାପ କରିଅଛୁ?’ 11 ତୁମ୍ଭେ ସେମାନଙ୍କୁ ଉତ୍ତରରେ କହିବ, ସଦାପ୍ରଭୁ କହନ୍ତି, ‘ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି।’ ପୁଣି ‘ଅନ୍ୟ ଦେବତାମାନଙ୍କର ପଶ୍ଚା‌‌ଦ୍‌‌ଗମନ କରି ସେମାନଙ୍କର ସେବା କରିଅଛନ୍ତି ଓ ସେମାନଙ୍କର ପୂଜା କରିଅଛନ୍ତି। ଆଉ ଆମ୍ଭକୁ ପରିତ୍ୟାଗ କରି ଆମ୍ଭର ବ୍ୟବସ୍ଥା ପାଳନ କରି ନାହାନ୍ତି। 12 କିନ୍ତୁ ତୁମ୍ଭେ ତୁମ୍ଭ ପୂର୍ବପୁରୁଷଗଣଙ୍କ ଅପେକ୍ଷା ଅଧିକ ପାପ କରିଅଛ। ତୁମ୍ଭେମାନେ ନିଜ ନିଜ ଦୁଷ୍ଟାନ୍ତଃକରଣରେ ଅବାଧ୍ୟ ହୋଇ ମନ୍ଦ ଆଚରଣ କରୁଅଛ ଓ ମୋ’ ଆଜ୍ଞା ପାଳନ କରୁ ନାହଁ। 13 ତେଣୁ ଆମ୍ଭେ ତୁମ୍ଭମାନଙ୍କୁ ଏହି ଦେଶରୁ ବିତାଡ଼ିତ କରିବା ଓ ତୁମ୍ଭ ପୂର୍ବପୁରୁଷମାନଙ୍କ ଅଜ୍ଞାତ ଏକ ବିଦେଶରେ ନିକ୍ଷେପ କରିବା। ଆଉ ସେଠାରେ ତୁମ୍ଭେମାନେ ଦିବାରାତ୍ରି ଅନ୍ୟ ଦେବଗଣର ସେବା କରିବ। କାରଣ ଆମ୍ଭେ ତୁମ୍ଭମାନଙ୍କୁ କୌଣସି ସାହାଯ୍ୟ ବା ଅନୁଗ୍ରହ କରିବା ନାହିଁ।’

ଯାକୁବଙ୍କ ପତ୍ର 5:7-12

ଧୈର୍ଯ୍ୟବାନ ହୁଅ

ଭାଇ ଓ ଭଉଣୀମାନେ, ଧୈର୍ଯ୍ୟ ରଖ, ପ୍ରଭୁ ଯୀଶୁ ଆସିବେ। ସେହି ସମୟ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରୁହ। ଗ୍ଭଷୀ ଯେପରି ନିଜ କ୍ଷେତର ମୂଲ୍ୟବାନ ଶସ୍ୟ ବଢ଼ି ଉଠିବାକୁ ଧୈର୍ଯ୍ୟର ସହିତ ଆଶାରଖି, ଆରମ୍ଭ ଓ ଶେଷ ବର୍ଷା ପଡ଼ିବା ପର୍ଯ୍ୟନ୍ତ ଧୈର୍ଯ୍ୟର ସହିତ ଅପେକ୍ଷା କରେ, ତୁମ୍ଭେମାନେ ସେହିଭଳି ଧୈର୍ଯ୍ୟଶୀଳ ହେବା ଉଚିତ୍। ନିଜର ଆଶା ଛାଡ଼ିଦିଅ ନାହିଁ। ପ୍ରଭୁ ଯୀଶୁ ଶୀଘ୍ର ଆସୁଛନ୍ତି। ଭାଇ ଓ ଭଉଣୀମାନେ, ପରସ୍ପର ବିରୁଦ୍ଧରେ ଅଭିଯୋଗ କର ନାହିଁ। ତୁମ୍ଭେ ଅଭିଯୋଗ କରିବା ବନ୍ଦ ନ କଲେ, ନିଜେ ଦୋଷୀ ବୋଲି ବିଗ୍ଭରିତ ହେବ। ବିଗ୍ଭରପତି ଆସିବାକୁ ପ୍ରସ୍ତୁତ ଅଛନ୍ତି।

10 ଭାଇ ଓ ଭଉଣୀମାନେ, ପ୍ରଭୁଙ୍କ ପାଇଁ ଭାବବାଣୀ କହିଥିବା ଭାବବାଦୀମାନଙ୍କ ଉଦାହରଣ ଅନୁସରଣ କର। ସେମାନେ ଅନେକ ଯାତନା ସହି ଥିଲେ ହେଁ ଧୈର୍ଯ୍ୟବାନ ଥିଲେ। 11 ଆମ୍ଭେ କହୁଛୁ ଯେ, ଯେଉଁମାନେ ସେମାନଙ୍କର ଅସୁବିଧାଗୁଡ଼ିକୁ ଧୈର୍ଯ୍ୟର ସହିତ ଗ୍ରହଣ କଲେ, ସେମାନେ ବର୍ତ୍ତମାନ ଖୁସୀରେ ଅଛନ୍ତି। ତୁମ୍ଭେମାନେ ଆୟୁବଙ୍କର ଧୈର୍ଯ୍ୟ[a] କଥା ଶୁଣିଛ। ତୁମ୍ଭେ ଜାଣିଛ ଯେ, ଆୟୁବ ସବୁ କଷ୍ଟରୁ ଉତ୍ତୀର୍ଣ୍ଣ ହୋଇ ସାରିଲା ପରେ ପରମେଶ୍ୱର ତାହାଙ୍କୁ ସାହାଯ୍ୟ କରିଥିଲେ। ଏହା ଦର୍ଶାଏ ଯେ, ପ୍ରଭୁ କରୁଣାରେ ପୂର୍ଣ୍ଣ ଓ ଦୟାଳୁ ଅଟନ୍ତି।

ସାବଧାନ ରହି କଥା କୁହ

12 ମୋ’ ଭାଇ ଓ ଭଉଣୀମାନେ! ମନେରଖ ଯେକୌଣସି ପ୍ରତିଜ୍ଞା କଲାବେଳେ ଶପଥ କର ନାହିଁ। ଏହା ଅତି ଗୁରୁତ୍ୱପୂର୍ଣ୍ଣ ଅଟେ। ତୁମ୍ଭର କଥାକୁ ସତ୍ୟ ବୋଲି ପ୍ରମାଣିତ କରିବା ପାଇଁ ସ୍ୱର୍ଗ, ପୃଥିବୀ ବା ଅନ୍ୟ କିଛିର ନାମ ନିଅ ନାହିଁ। “ତୁମ୍ଭର ହଁ କଥା ହଁ ହେଉ, ଏବଂ ନା କଥା ନା ହେଉ। ଏପରି କଲେ ତୁମ୍ଭେ ଦୋଷୀ ସାବ୍ୟସ୍ତ ହେବ ନାହିଁ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center