Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 23

ଦାଉଦଙ୍କର ଏକ ଗୀତ।

23 ସଦାପ୍ରଭୁ ମୋର ପ୍ରତିପାଳକ ଅଟନ୍ତି,
    ମୋର କିଛି ଅଭାବ ହେବ ନାହିଁ।
ସେ ମୋତେ କୋମଳ ସବୁଜ ସ୍ଥାନରେ ଶୋଇବାକୁ ଦିଅନ୍ତି।
    ସେ ମୋତେ ସ୍ଥିର ଜଳପୂର୍ଣ୍ଣ ପୁଷ୍କରିଣୀ ପାଖେ ପାଖେ କଢ଼ାଇ ନିଅନ୍ତି।
ସେ ମୋର ପ୍ରାଣରେ ନୂତନ ବଳ ସଞ୍ଚାର କରନ୍ତି, ସେ ମୋତେ ଧର୍ମପଥରେ କଢ଼ାଇ ନିଅନ୍ତି।
    ଏହା ଦ୍ୱାରା ପ୍ରମାଣିତ ହୁଏ ଯେ, ସେ ପ୍ରକୃତରେ ପରମେଶ୍ୱର ଅଟନ୍ତି।
ଯଦିଓ ମୁଁ ମୃତ୍ୟୁଛାୟା ରୂପ ଉପତ୍ୟକାରେ ଏକା ବାଟ ଗ୍ଭଲେ, ଯାହାକି ଅନ୍ଧକାରରେ ଆଚ୍ଛାଦିତ ତଥାପି ମୁଁ କୌଣସି ବିପଦ ଯୋଗୁଁ ଭୟଭୀତ ହେବି ନାହିଁ।
    କାରଣ ସଦାପ୍ରଭୁ, ତୁମ୍ଭେ ମୋ’ ସହିତ ଅଛ।
    ତୁମ୍ଭର ଆଶାବାଡ଼ି ଓ ପାଞ୍ଚଣ ବାଡ଼ି ମୋତେ ସୁରକ୍ଷା କରେ।
ହେ ସଦାପ୍ରଭୁ, ତୁମ୍ଭେ ମୋର ଶତ୍ରୁମାନଙ୍କ ସମ୍ମୁଖରେ ମୋର ମେଜ ସଜାଇଅଛ।
    ତୁମ୍ଭେ ମୋର ମୁଣ୍ଡରେ ତେଲ ଢାଳିଛ।
    ମୋ’ ପାନପାତ୍ର ପୂର୍ଣ୍ଣ ହୋଇ ଉଚ୍ଛୁଳି ପଡ଼ିଛି।
ନିଶ୍ଚୟ ଧାର୍ମିକତା, ମଙ୍ଗଳ ଓ ଦୟା ମୋର ଅବଶିଷ୍ଟ ଜୀବନର ପଶ୍ଚା‌ଦ୍‌ଗାମୀ ହେବ।
    ମୁଁ ଶେଷରେ ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ସବୁଦିନ ପାଇଁ ବାସ କରିବି।

ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 10:1-16

ସଦାପ୍ରଭୁ ଓ ପ୍ରତିମାଗଣ

10 ହେ ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ବାକ୍ୟ ଶୁଣ। ସଦାପ୍ରଭୁ ଏହିକଥା କହନ୍ତି,

“ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କର ବ୍ୟବହାର ଶିଖ ନାହିଁ
    ଓ ଆକାଶର ନାନା ଚିହ୍ନରେ ଭୟଭୀତ ହୁଅ ନାହିଁ,
କାରଣ ଅନ୍ୟ ଦେଶୀୟମାନେ ତହିଁରେ ଭୀତ ହୁଅନ୍ତି।
ଅନ୍ୟ ଦେଶୀୟମାନଙ୍କର ସକଳ ବିଧି ବ୍ୟବସ୍ଥା ଅସାର
    କାରଣ ଅରଣ୍ୟରୁ ବୃକ୍ଷ ଚ୍ଛେଦନ କରି କାରିଗର ନିର୍ମିତ କରିଥିବା ପ୍ରତିମା ଓ ମୂର୍ତ୍ତିଗୁଡ଼ିକ ସବୁ ମୂଲ୍ୟହୀନ।
    ସେଗୁଡ଼ିକ ଦେବତା ନୁହନ୍ତି।
ସେମାନେ ସେଗୁଡ଼ିକୁ ସୁନା ଓ ରୂପାରେ ସଜ୍ଜିତ କରନ୍ତି।
    ସେମାନେ ସେଗୁଡ଼ିକୁ ହାତୁଡ଼ି ଦ୍ୱାରା କଣ୍ଟା ବାଡ଼େଇ ଦୃଢ଼ କରନ୍ତି,
    ଯେପରି ସେଗୁଡ଼ିକ ଟଳମଳ ହେବେ ନାହିଁ କିଅବା ପଡ଼ିବେ ନାହିଁ।
ସେସବୁ ତାଳଗଛ ତୁଲ୍ୟ, କୁନ୍ଦା
    ଓ କଥା କହନ୍ତି ନାହିଁ।
ସେମାନଙ୍କୁ ବହନ କରିବାକୁ ହୁଏ
    କାରଣ ସେମାନେ ଗ୍ଭଲିପାରନ୍ତି ନାହିଁ।
ତେଣୁ ସେମାନଙ୍କୁ ଭୟ କର ନାହିଁ,
    କାରଣ ସେମାନେ ଅମଙ୍ଗଳ କରି ପାରିବେ ନାହିଁ
କିଅବା ମଙ୍ଗଳ କରିବାକୁ ସେମାନଙ୍କର ଶକ୍ତି ନାହିଁ।”

ହେ ସଦାପ୍ରଭୁ, ତୁମ୍ଭେ ଅତି ମହାନ,
    ତୁମ୍ଭ ତୁଲ୍ୟ ଆଉ କେହି ନାହାନ୍ତି।
    ତୁମ୍ଭର ନାମ ମହତ୍ ଓ ପରାକ୍ରମଶାଳୀ।
ତେଣୁ ହେ ପରମେଶ୍ୱର, ତୁମ୍ଭେ ସର୍ବଦେଶୀୟମାନଙ୍କ ମଧ୍ୟରେ ମହାନ।
    ତୁମ୍ଭକୁ କିଏ ଭୟ ନ କରିବ? ତୁମ୍ଭେ ତାହାର ଯୋଗ୍ୟ।
ସର୍ବଦେଶୀୟ ମଧ୍ୟରେ ବହୁ ଜ୍ଞାନୀ ଲୋକ ଅଛନ୍ତି,
    ମାତ୍ର ସମଗ୍ର ରାଜକୀୟ, ଐଶ୍ୱର୍ଯ୍ୟଶାଳୀ ଓ ଜ୍ଞାନୀମାନଙ୍କ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହାନ୍ତି।

ଅନ୍ୟ ଦେଶୀୟମାନେ ସମସ୍ତେ ନିର୍ବୋଧ ଓ ଅଜ୍ଞାନ।
    ସେମାନଙ୍କର ମୂର୍ତ୍ତିଗୁଡ଼ିକର ଶିକ୍ଷା ମୂଲ୍ୟହୀନ।
    ସେହି ମୂର୍ତ୍ତିଗୁଡ଼ିକ କେବଳ କାଷ୍ଠ ମାତ୍ର।
ସେମାନେ ତର୍ଶୀଶରୁ ପିଟା ରୂପାପାତ୍ର ଓ ଉଫସରୁ ସୁନା ଆଣି
    କାରିଗର ଓ ସ୍ୱର୍ଣ୍ଣକାର ହସ୍ତରେ
“ପ୍ରତିମାମାନ” ନିର୍ମାଣ କରାନ୍ତି।
    ସେଗୁଡ଼ିକ ନୀଳ ଓ ଧୂମ୍ରବର୍ଣ୍ଣ ବସ୍ତ୍ରରେ ଆଚ୍ଛାଦନ କରନ୍ତି।
    ସେଗୁଡ଼ିକ “ନିପୁଣ ଶିଳ୍ପୀମାନଙ୍କର” କୃତ କର୍ମ।
10 ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ୱର ଅଟନ୍ତି।
    ସେ ଜୀବନ୍ତ ପରମେଶ୍ୱର
    ଓ ଅନନ୍ତକାଳସ୍ଥାୟୀ ରାଜା।
ଯେତେବେଳେ ସେ କୋପ କରନ୍ତି ପୃଥିବୀ କମ୍ପିତ ହୁଏ।
    ବିଦେଶୀ ରାଷ୍ଟ୍ର ତାଙ୍କ କ୍ରୋଧ ସହ୍ୟ କରି ପାରିବେ ନାହିଁ।

11 ସଦାପ୍ରଭୁ ପୁଣି କହନ୍ତି, “ତୁମ୍ଭେମାନେ ସେମାନଙ୍କୁ କୁହ,
    ‘ସେହି ଦେବତାଗଣ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରି ନାହାନ୍ତି।
    ତେଣୁ ସେମାନେ ପୃଥିବୀ ଓ ଆକାଶମଣ୍ଡଳରୁ ଧ୍ୱଂସ ଓ ଲୁପ୍ତ ହେବେ।”’

12 ପରମେଶ୍ୱର ସ୍ୱପରାକ୍ରମରେ ପୃଥିବୀ ନିର୍ମାଣ କରିଅଛନ୍ତି।
    ସେ ନିଜର ଜ୍ଞାନଦ୍ୱାରା ଜଗତ ସ୍ଥାପନ କରିଅଛନ୍ତି
    ଓ ନିଜ ବୁଦ୍ଧି ବଳରେ ପୃଥିବୀ ଉପରେ ଆକାଶମଣ୍ଡଳକୁ ବିସ୍ତାର କରିଅଛନ୍ତି।
13 ପରମେଶ୍ୱର ଭୟଙ୍କର ବଜ୍ରର କାରଣ
    ଓ ସେ ଆକାଶର ଜଳରାଶିର ସୃଷ୍ଟିକର୍ତ୍ତା।
ସେ ପୃଥିବୀର ଶେଷପୃଷ୍ଠରୁ ବାଦଲ ଉଠାନ୍ତି
    ଏବଂ ବର୍ଷା ଓ ବିଜୁଳି କରାନ୍ତି।
    ସେ ନିଜ ଭଣ୍ଡାର ଘରୁ ବାୟୁ ପ୍ରବାହିତ କରନ୍ତି।

14 ସମସ୍ତ ମୂର୍ତ୍ତିପୂଜକ ନିର୍ବୋଧ ଓ ଅଜ୍ଞାନୀ ବୋଲି ଜଣା ପଡ଼ିବେ।
    ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ମୂର୍ତ୍ତିଗୁଡ଼ିକ ପାଇଁ ଲଜ୍ଜିତ।
କାରଣ ତାଙ୍କର ମୂର୍ତ୍ତିଗୁଡ଼ିକ ମିଥ୍ୟା
    ଓ ସେମାନଙ୍କଠାରେ ପ୍ରାଣବାୟୁ ନାହିଁ।
15 ସେହି ମୂର୍ତ୍ତିଗୁଡ଼ିକ ଅସାର ଓ ପରିହାସଯୋଗୀ।
    ଯେତେବେଳେ ସେମାନଙ୍କର ବିନାଶ ସମୟ ଆସିବ,
    ସେମାନେ ଧ୍ୱଂସ ହେବେ।
16 ମାତ୍ର ଯାକୁବଙ୍କର ପରମେଶ୍ୱର ସେମାନଙ୍କ ପରି ନୁହନ୍ତି।
    କାରଣ ସେ ସମସ୍ତ ବସ୍ତୁର ନିର୍ମାଣକର୍ତ୍ତା
ଓ ଇସ୍ରାଏଲର ଲୋକମାନେ ତାଙ୍କର ନିଜର ବୋଲି ଦାବୀ କରନ୍ତି।
    ପରମେଶ୍ୱରଙ୍କ ନାମ “ସୈନ୍ୟାଧିପତି ସଦାପ୍ରଭୁ।”

କଲସୀୟଙ୍କ ପ୍ରତି ପତ୍ର 1:15-23

ଯେତେବେଳେ ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କୁ ଦେଖୁ, ସେତେବେଳେ ଆମ୍ଭେ ପରମେଶ୍ୱରଙ୍କୁ ଦେଖୁ

15 କୌଣସି ଲୋକ ପରମେଶ୍ୱରଙ୍କୁ ଦେଖି ପାରେ ନାହିଁ।
    କିନ୍ତୁ ଖ୍ରୀଷ୍ଟ ଠିକ୍ ପରମେଶ୍ୱରଙ୍କ ଭଳି।
    ଖ୍ରୀଷ୍ଟ ସମସ୍ତ ସୃଷ୍ଟ ବିଷୟ ଗୁଡ଼ିକର ଶାସକ ଅଟନ୍ତି।
16 ତାହାଙ୍କର ଶକ୍ତିରେ ସମସ୍ତ ବିଷୟ ଗୁଡ଼ିକର ଉତ୍ପତ୍ତି
    ସ୍ୱର୍ଗର ଓ ପୃଥିବୀର ବିଷୟ, ଦୃଶ୍ୟ ଓ ଅଦୃଶ୍ୟ ବିଷୟ ସବୁ,
ସମସ୍ତ ଆଧ୍ୟାତ୍ମିକ ଶକ୍ତି,
    ଅଧିକାରୀଗଣ, ପ୍ରଭୁଗଣ ଓ ଶାସକଗଣ।

17 ସବୁ ବିଷୟ ଗୁଡ଼ିକ ଖ୍ରୀଷ୍ଟଙ୍କ ମାଧ୍ୟମରେ ଓ ତାହାଙ୍କ ପାଇଁ ନିର୍ମିତ। ସମସ୍ତ ବିଷୟ ସୃଷ୍ଟି ହେବା ପୂର୍ବରୁ ଖ୍ରୀଷ୍ଟ ଥିଲେ।
    ସମସ୍ତ ବିଷୟର ଅସ୍ତିତ୍ୱ, ତାହାଙ୍କ ହେତୁ ରହିଛି।
18 ଖ୍ରୀଷ୍ଟ ମଣ୍ଡଳୀରୂପ ଶରୀରର ମୁଖ୍ୟ ଅଟନ୍ତି।
    ପ୍ରତ୍ୟେକ ବିଷୟ ତାହାଙ୍କଠାରୁ ଆସିଥାଏ।
ସେ ମୃତ୍ୟୁରୁ ପୁର୍ନରୁଥିତ ଏକମାତ୍ର ପୁର୍ନରୁଥିତ ଈଶ୍ୱର ହୋଇଥିବା ପ୍ରଭୁ।
    ଅତଏବ ପ୍ରତ୍ୟେକ ବିଷୟରେ ଖ୍ରୀଷ୍ଟ ସର୍ବାପେକ୍ଷା ମହତ୍ତ୍ୱପୂର୍ଣ୍ଣ ଅଟନ୍ତି।

19 ପରମେଶ୍ୱର ଖ୍ରୀଷ୍ଟଙ୍କଠାରେ ବାସ କରିବାକୁ ପସନ୍ଦ କଲେ।
20     ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱର ପୁଣି ଥରେ ସମସ୍ତ ପୃଥିବୀର ବିଷୟ ହେଉ ବା ସ୍ୱର୍ଗର ବିଷୟ ହେଉ ନିଜ ସହିତ ମିଳିତ କରିବାକୁ ପସନ୍ଦ କଲେ।
ଖ୍ରୀଷ୍ଟଙ୍କ କ୍ରୁଶର ରକ୍ତ ଦ୍ୱାରା ପରମେଶ୍ୱର ଶାନ୍ତି ଆଣିଲେ।

21 ପୂର୍ବରୁ ତୁମ୍ଭେ ମନ୍ଦ କାମ କରିଥିବା କାରଣରୁ ପରମେଶ୍ୱରଙ୍କ ବିରୋଧୀ ଥିଲ। ତୁମ୍ଭେମାନେ ମନରେ ପରମେଶ୍ୱରଙ୍କ ଶତ୍ରୁ ଥିଲ। ସେଥିପାଇଁ ପରମେଶ୍ୱରଙ୍କଠାରୁ ଦୂରେଇ ଯାଇଥିଲ। 22 କିନ୍ତୁ ଖ୍ରୀଷ୍ଟ ପୁଣି ଥରେ ତୁମ୍ଭମାନଙ୍କୁ ପରମେଶ୍ୱରଙ୍କ ମିତ୍ର କରି ଦେଇଛନ୍ତି। ତାଙ୍କ ମାଂସମୟ ଶରୀରରେ, ନିଜ ମୃତ୍ୟୁ ଦ୍ୱାରା ସେ ଏହା କରିଛନ୍ତି। ନିଷ୍କଳଙ୍କ ଓ ନିର୍ଦ୍ଦୋଷ ଭାବରେ ତୁମ୍ଭମାନଙ୍କୁ ପରମେଶ୍ୱରଙ୍କ ଆଗକୁ ଆଣିବା ପାଇଁ ସେ ଏହା କଲେ। 23 ତୁମ୍ଭେମାନେ ଶୁଣିଥିବା ସୁସମାଗ୍ଭର ଉପରେ ବିଶ୍ୱାସ ରଖି ପାରିଲେ ଖ୍ରୀଷ୍ଟ ଏହି କାମ କରି ଗ୍ଭଲିବେ। ତୁମ୍ଭେମାନେ ନିଜ ବିଶ୍ୱାସରେ ଦୃଢ଼ତା ଓ ନିଶ୍ଚିତ ବୋଧ ରଖିଥିବ। ସୁସମାଗ୍ଭର ତୁମ୍ଭମାନଙ୍କୁ ଯେଉଁ ଭରସା ଦେଇଛି ସେଥିରୁ ବିଚଳିତ ହେବ ନାହିଁ। ସେହି ସମାନ ସୁସମାଗ୍ଭର ସମଗ୍ର ବିଶ୍ୱରେ ସମସ୍ତଙ୍କୁ କୁହାଯାଇଛି। ମୁଁ ପାଉଲ, ସେହି ସୁସମାଗ୍ଭର କହିବାରେ ସାହାଯ୍ୟ କରିଛି।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center